ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କଳାପାହାଡ଼ ନାମରେ ବଙ୍ଗଳାର ମୋଗଲ ଶାସକ ସୁଲତାନ ସୁଲେମାନ କିର୍ରାନିଙ୍କର (Sulaiman Karrani) ଜଣେ ସେନାପତିଙ୍କୁ ଡକାଯାଉଥିଲା । କେତେକ ଐତିହାସିକ ତଥ୍ୟରୁ ଜଣାଯାଏ, ସେ କଳିଙ୍ଗ-ଉତ୍କଳର ଶେଷ ସମ୍ରାଟ ମୁକୁନ୍ଦଦେବଙ୍କର ହିନ୍ଦୁ (ଓଡ଼ିଆ)ସେନାପତି ଥିଲେ, ଜାତିରେ କାୟସ୍ଥ ଥିଲେ ଓ ତାଙ୍କର ନାମ ରାଜିବ ଲୋଚନ ରାୟ ଥିଲା । ଧର୍ମ ପରିବର୍ତ୍ତନ କରି ସେ ମୁସଲମାନ ହେଲେ। ସେଖ୍ କବିର ବାତିନିଙ୍କର ମତରେ କଳାପାହାଡ଼ ଆଫଗାନ ଲୋକ ଥିଲେ । ଲୋକମୁଖରେ ସେ କଳାପାହାଡ଼ ନାମରେ ପରିଚିତ ଥିଲେ । ଓଡ଼ିଶାର କେତେକ ସ୍ଥାନ ସେ ବଙ୍ଗଳାର ଆଫଗାନ ଶାସକଙ୍କ ନିମନ୍ତେ ଦଖଲ କରିଥିଲେ ।କଳା ପାହାଡ ବହୁତ ନିଷ୍ଠୁର ଥିଲେ ସେ ଆକବରଙ୍କ ବାପାଙ୍କ ମାଉସୀ ପୁଅର ପୁଅ ଥିଲେ
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପ୍ରସବ (ଅନ୍ୟ ନାମ ଲେବର ବା ଡେଲିଭରି) ନାମ ଦିଆଯାଏ ଯେତେବେଳେ ଗର୍ଭାବସ୍ଥାର ଅନ୍ତରେ ଏକ ବା ଏକାଧିକ ଶିଶୁ ମହିଳାର ଜରାୟୁରୁ ବାହାରକୁ ଆସନ୍ତି । ସାରା ପୃଥିବୀରେ ସନ ୨୦୧୫ରେ ପ୍ରାୟ ୧୩୫ ନିୟୁତ ଶିଶୁ ଜନ୍ମଗ୍ରହଣ କରିଥିଲେ । ଏଥି ମଧ୍ୟରୁ ପ୍ରାୟ ୧୫ ନିୟୁତ ଅବଧିପୂର୍ବ ପ୍ରସବ (୩୭ ସପ୍ତାହ ପୂର୍ବରୁ) ଥିଲା, ଓ ୩ରୁ ୧୨% ପ୍ରସବ ଅବଧିପର ପ୍ରସବ (୪୨ ସପ୍ତାହ ପରେ) ଥିଲା । ବିକଶିତ ଦେଶମାନଙ୍କରେ ଅଧିକାଂଶ ପ୍ରସବ ଡାକ୍ତରଖାନାରେ ହୁଏ, ଓ ବିକାଶଶୀଳ ଦେଶମାନଙ୍କରେ ଅଧିକାଂଶ ପ୍ରସବ ଧାଇମାନଙ୍କ ସାହାଯ୍ୟରେ ହୁଏ । ଅଧିକାଂଶ ଡେଲିଭରି ଯୋନୀପଥ ପ୍ରସବ (vaginal delivery) ପଦ୍ଧତିରେ ହୁଏ । ଏହି ପଦ୍ଧତିରେ ତୋନୋଟି ସୋପାନ ଥାଏ: ୧. ଜରାୟୂଗ୍ରୀବା ସଙ୍କୋଚନ (shortening) ଓ ଜରାୟୁ ମୁଖ ପ୍ରସାରଣ (opening of the cervix|), ୨. ନିମ୍ନଗମନ ଓ ପ୍ରସବ ୩.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଦାଶରଥି ପଟ୍ଟନାୟକ (୧୨ ଜୁଲାଇ ୧୯୦୭ - ୧୨ ସେପ୍ଟେମ୍ବର ୧୯୯୭) ଓଡ଼ିଶାର ଜଣେ ସଂଗ୍ରାହକ ଓ ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା । ସେ ଦଶ ପଇସାର ରାଜା ଓ ଖୁଣ୍ଟାତଡ଼ା ରାଜା ଓ ଦାଶିଆ ଅଜା ଭାବରେ ମଧ୍ୟ ପରିଚିତ । ସେ ବାଞ୍ଛାନିଧି ପାଠାଗାର (୧୯୫୯), ଶ୍ରୀ ଅରବିନ୍ଦ ସଂଗ୍ରହାଳୟ (୧୯୭୩) ଓ ଯଦୁମଣି ସାହିତ୍ୟ ସଂସଦ (୧୯୭୫) ପ୍ରତିଷ୍ଠା କରିଥିଲେ । ୧୯୯୭ ମସିହା ସେପ୍ଟେମ୍ବର ୧୨ତାରିଖରେ ତାଙ୍କର ଦେହାନ୍ତ ହୋଇଥିଲା ।
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହୋଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ୱର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟଦ୍ୱାରା ନିଷ୍ପନ୍ନ । ମିର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ୱ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହୋଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମୁକ୍ତେଶ୍ୱର ଦେଉଳ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରେ ପର୍ଶୁରାମ ମନ୍ଦିରର ଅନତିଦୂରରେ ଅବସ୍ଥିତ । ଏହି ମନ୍ଦିରଟି ୯୫୦-୯୭୫ ମସିହା ମଧ୍ୟରେ ନିର୍ମାଣ କରାଯାଇଥିବା ଅନୁମାନ କରାଯାଏ । ଓଡ଼ିଶାରେ ହିନ୍ଦୁ ମନ୍ଦିର ଅନୁସନ୍ଧାନ ଏବଂ ଗବେଷଣାରେ ଏହାର ଭୂମିକା ଗୁରୁତ୍ୱପୂର୍ଣ୍ଣ ଅଟେ । ଏହି ମନ୍ଦିରର କାରୁକାର୍ଯ୍ୟ ପ୍ରାଚୀନ ବିକାଶର ନିଦର୍ଶନ ଦେଇଥାଏ, ଏଥିରୁ ଏକ ଶତ ବର୍ଷ ଧରି ବିଭିନ୍ନ ପରୀକ୍ଷାନିରୀକ୍ଷାର ପ୍ରାରମ୍ଭ ହୋଇଥିବା ଅନୁମାନ କରାଯାଏ; ଯାହା ଭୁବନେଶ୍ୱରରେସ୍ଥିତ ରାଜାରାଣୀ ମନ୍ଦିର ଏବଂ ଲିଙ୍ଗରାଜ ମନ୍ଦିରରେ ଦେଖିବାକୁ ମିଳେ । ଏହା ମଧ୍ୟ ସହରର ଏକ ପ୍ରମୁଖ ଦର୍ଶନୀୟ ସ୍ଥାନ ଅଟେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିରରେ ପାଳିତ ଦୈନିକ ନୀତି ମଧ୍ୟରୁ ଏକ ନୀତି ପହଡ଼, ପହୁଡ଼ ବା ଶୟନ ନୀତି । ଏକ ଛୋଟିଆ ପଲଙ୍କ ଉପରେ ଜଗନ୍ନାଥଙ୍କୁ ଶୁଆଇଦିଆଯାଇଥାଏ । ନୀତି ଠାକୁରମାନଙ୍କ ପ୍ରାୟ୨୨ଟି ନୀତି ମଧ୍ୟରେ ଏହି ନୀତି ହେଉଛି ଶେଷ ନୀତି । ବଡ଼ ଦେଉଳରେ ବିଭିନ୍ନ ଯାନିଯାତ୍ରା ଓ ନୀତି ପାଇଁ ସ୍ୱତନ୍ତ୍ର ବିଗ୍ରହମାନ ରହିଛନ୍ତି । ସେହିପରି ଜଗନ୍ନାଥଙ୍କ ପହଡ଼ ପାଇଁ ମଧ୍ୟ ସ୍ୱତନ୍ତ୍ର ଶୟନ ପ୍ରତିମା ଅଛନ୍ତି ।
ଇଣ୍ଡିଗୋ (IndiGo) ଏକ ଭାରତୀୟ ଏୟାରଲାଇନ କମ୍ପାନୀ ଅଟେ ଜାହାର ମୁଖ୍ୟାଳୟ ଭାରତର ଗୁଡ଼ଗାଁରେସ୍ଥିତ । ଏହା କମ ଟଙ୍କା ବିଶିଷ୍ଟ ଯାତ୍ରୀ ସେବା ତଥା ଭାରତର ସବୁଠାରୁ ବଡ଼ ବିମାନ ସେବା ଅଟେ । ଏହାର ମାର୍କେଟ ସେୟାର ଫେବୃଆରୀ ୨୦୧୪ ମସିହାରେ ୩୦.୩% ହୋଇଥିଲା । ଇଣ୍ଡିଗୋ ଭାରତରେ ସବୁଠାରୁ ତିବ୍ରରେ ବିକଶିତ ହୋଇଥିବା ବିମାନ ଜାନ ଅଟେ । ନିଜର ନୂଆ ୭୮ ଏୟାର ବସ , ୩୨୦ ଏୟାରକ୍ରାଫ୍ଟ ସହିତ ଏହି ଏୟାରଲାଇନ ୩୬ ଗନ୍ତବ୍ୟ ସ୍ଥାନପାଇଁ ଦୈନିକ ୪୮୫ ଫ୍ଲାଇଟର ସେବା ପ୍ରଦାନ କରିଥାଏ । ଏୟାରଲାଇନ 82 ଗନ୍ତବ୍ୟ - 60 ଘରୋଇ ଏବଂ 22 ଅନ୍ତରାଷ୍ଟ୍ରୀୟ ଉଡାଣର ସଞ୍ଚାଳନ କରିଥାଏ । ଏହାର ପ୍ରାଥମିକ କେନ୍ଦ୍ର "ଇନ୍ଦିରା ଗାନ୍ଧୀ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ଦିଲ୍ଲୀ"ରେ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପୁରୀ ବେଳାଭୂମି ଓଡ଼ିଶାର ପୁରୀଠାରେ ଥିବା ବଙ୍ଗୋପ ସାଗର ତଟବର୍ତ୍ତୀ ଗୋଟିଏ ବିସ୍ତୃତ ବେଳାଭୂମି । ଏହା ଓଡ଼ିଶା ସରକାରଙ୍କ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗଦ୍ୱାରା ଚିହ୍ନିତ ଏକ ପର୍ଯ୍ୟଟନ ସ୍ଥଳୀ । ଏହାର ମରାମତି ଓ ପରିଚାଳନା ଭାର ପୁରୀ ନଗରପାଳିକା (ପିଏମସି) ଏବଂ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଉପରେ ନ୍ୟସ୍ତ । ଜଗନ୍ନାଥଙ୍କ ଦର୍ଶନ ନିମନ୍ତେ ଆସୁଥିବା ତୀର୍ଥଯାତ୍ରୀମାନେ ଏଠାରେ ସ୍ନାନ ନିମନ୍ତେ ଆସିଥାନ୍ତି ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଅପସ୍ମାର ଗୋଟିଏ ଦୀର୍ଘସ୍ଥାୟୀ ସ୍ନାୟୁ ବ୍ୟତିକ୍ରମ ରୋଗ ଯେଉଁଥିରେ ବାତ ଗୋଟିଏ ପ୍ରମୁଖ ଲକ୍ଷଣ । ଏହା ଏପିଲେପ୍ସି ନାମରେ ମଧ୍ୟ ପରିଚିତ ଯାହା ସଳ୍ପ କାଳୀନ ବା ପ୍ରାୟ ଅଣଚିହ୍ନଟ ହୋଇପାରେ ବା ସେଥିରେ ଦୀର୍ଘ ସମୟ ଧରି ପ୍ରବଳ କମ୍ପନ ହୋଇପାରେ । ଏହା ଫଳରେ ଶାରୀରିକ କ୍ଷତି ଯେପରିକି ଅସ୍ଥି ଭଗ୍ନ ହୋଇପାରେ । ବାତ ବାରମ୍ବାର ହୋଇପାରେ ଓ ଏହାର କୌଣସି ଅନ୍ତର୍ନିହିତ କାରଣ ନ ଥାଏ । କେତେକ ସଂଜ୍ଞା ଅନୁସାରେ ବାତ ବାରମ୍ବାର ଓ ଉତ୍ତେଜନା ବିହୀନ ହେବା ଆବଶ୍ୟକ, ଅନ୍ୟ ମତ ଅନୁସାରେ ଗୋଟିଏ ଥର ବାତ ସହ ମସ୍ତିଷ୍କ କ୍ରିୟା ପରିବର୍ତ୍ତନ ଓ ଭବିଷ୍ୟତ ବାତ ସମ୍ଭାବନା ଅଧିକ ଥାଏ ବିଷକ୍ରିୟା ଯୋଗୁ ଉତ୍ପନ୍ନ ହେଉଥିବା ବାତକୁ ଅପସ୍ମାର ଶ୍ରେଣୀରେ ନିଆଯାଏ ନାହିଁ । ପୃଥିବୀର କେତେକ ଅଞ୍ଚଳରେ ଏହାକୁ ସାମାଜିକ କଳଙ୍କ (stigma) କୁହାଯାଏ । ଅଧିକାଂଶ ଅପସ୍ମାର ରୋଗର କାରଣ ଅଜଣା ଥିଲେ ମଧ୍ୟ କେତେକ କାରଣ ଯଥା ମସ୍ତିଷ୍କ ଆଘାତ, ସ୍ଟ୍ରୋକ, ମସ୍କିଷ୍କ ଅର୍ବୁଦ, ଔଷଧ, ଜନ୍ମଗତ ତୃଟି ଓ ମାତ୍ରାଧିକ ମଦ୍ୟପାନ ଉଲ୍ଲେଖ ଯୋଗ୍ୟ । ପରିଚିତ ଜେନେଟିକ ମ୍ୟୁଟେସନ ଯୋଗୁ କେତେକ ଅପସ୍ମାର ହୁଏ ।. ଏହି ରୋଗ ମସ୍ତିଷ୍କରେ ଅସାଧାରଣ ଓ ଅତ୍ୟଧିକ ସ୍ନାୟୁ ଉତ୍ତେଜନା ହେବା ଯୋଗୁ ଦେଖାଯାଏ । ସମଲକ୍ଷଣ ବିଶିଷ୍ଟ ରୋଗ ଯଥା ଅଚେତା, ଆଲକୋହୋଲ ଉଇଥଡ୍ରୟାଲ ସିଣ୍ଡ୍ରୋମ ବା ଇଲେକ୍ଟ୍ରୋଲାଇଟ ସମସ୍ୟାର ଉପସ୍ଥିତି ନିମନ୍ତେ ପରୀକ୍ଷା କରି ଦୂର କରାଯାଏ । ଆଂଶିକ ଭାବରେ ଏହା ମସ୍ତିଷ୍କ ଇମେଜିଙ୍ଗ ରକ୍ତ ପରୀକ୍ଷା କରି ଚିହ୍ନଟ କରାଯାଏ । ଏହି ରୋଗ ଇଲେକ୍ଟ୍ରୋଏନସେଫାଲୋଗ୍ରାମ (ଇଇଜି) କରି ନିଧାର୍ଯ୍ୟ କରାଯାଏ କିନ୍ତୁ ସାଧାରଣ ପରୀକ୍ଷାଦ୍ୱାରା ଏହାର ଅନୁପସ୍ଥିତି ଜଣାଯାଏ ନାହିଁ । ଜଣାଶୁଣା କାରଣରୁ ହେଉଥିବା ଅପସ୍ମାର ପ୍ରତିରୋଧ କରିହୁଏ । ପ୍ରାୟ ୭୦% କେଶ୍ରେ ଔଷଧଦ୍ୱାରା ବାତ ନିୟନ୍ତ୍ରଣ କରିହୁଏ । ଶସ୍ତା ଔଷଧ ମଧ୍ୟ ଉପଲବ୍ଧ ଅଛି । ଔଷଧ କାମ ନ କଲେ ଅପରେଶନ, ନିଉରୋସ୍ଟିମୁଲେସନ, ବା ଖାଦ୍ୟ ପରିବର୍ତ୍ତନ କରାଯାଏ । ସବୁ ଅପସ୍ମାର ଜୀବନବ୍ୟାପୀ ନୁହେଁ; କେତେକ ରୋଗୀ ଏତେ ଉନ୍ନତି କରନ୍ତି ଯେ ତାଙ୍କର ଆଉ ଔଷଧ ଆବଶ୍ୟକ ହୁଏ ନାହିଁ । ସନ ୨୦୧୩ ସୁଦ୍ଧା ପୃଥିବୀରେ ପ୍ରାୟ ୨୨ନିୟୁତ ଅପସ୍ମାର ରୋଗୀ ଥିଲେ । ପ୍ରାୟ ୮୦ % ରୋଗୀ ବିକାଶଶୀଳ ରାଷ୍ଟ୍ରମାନଙ୍କରେ ଦେଖାଯାଆନ୍ତି । ସନ ୧୯୯୦ରେ ଏହା ଯୋଗୁ ୧୧୨,୦୦୦ ମୃତ୍ୟୁ ହୋଇଥିଲା ବେଳେ ସନ ୨୦୧୩ରେ ୧୧୬,୦୦୦ ମୃତ୍ୟୁ ହୋଇଥିଲେ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ଏହି ରୋଗ ହେବା ସମ୍ଭାବନା ବଢ଼େ । ଶିଶୁ ଓ ବୟସ୍କ ଲୋକଙ୍କଠାରେ ଏହି ରୋଗ ନୂଆ ଭାବରେ ଦେଖାଯାଏ । > ବିକାଶଶୀଳ ଦେଶମାନଙ୍କରେ ବଡ଼ ପିଲା ଓ ଯୁବ ବୟଃପ୍ରାପ୍ତ ଲୋକଙ୍କର ଅନ୍ତର୍ନିହିତ କାରଣମାନଙ୍କ ଯୋଗୁ ଅଧିକ ଅପସ୍ମାର ହୁଏ । ପ୍ରାୟ ୫–୧୦% ଲୋକଙ୍କର ୮୦ ବର୍ଷ ବୟସ ବେଳକୁ ଅଣଉତ୍ତେଜିତ ବାତ ହୁଏ, ଓ ଦ୍ୱିତୀୟ ବାତ ସମ୍ଭାବନା ପ୍ରାୟ ୪୦ରୁ ୫୦% ଥାଏ । ପୃଥିବୀର ଅନେକ ସ୍ଥାନରେ ଡ୍ରାଇଭ କରିବାକୁ ସୀମିତ କରାଯାଏ ବା ଭଲ ହେବା ପର୍ଯ୍ୟନ୍ତ ଆଦୌ ଅନୁମତି ଦିଆଯାଏ ନାହିଁ । ଏପିଲେପ୍ସି ଶବ୍ଦର ଅର୍ଥ ପ୍ରାଚୀନ ଗ୍ରୀକ: ἐεπιλαμβάνειν "ଭାଷାରେ ଅଭିଗ୍ରହଣ କରିବା, ଆୟତ କରିବା ବା ଆକ୍ରାନ୍ତ କରିବା".