ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।
ହାରଲେକୁଇନ-ଟାଇପ ଇକଥିଓସିସ (ଇଂରାଜୀ ଭାଷାରେ Harlequin-type ichthyosis) ଏକ ଜେନେଟିକ ବେମାରୀ ଯେଉଁଥିରେ ନବଜାତ ଶିଶୁର ପ୍ରାୟ ସମୁଦାୟ ଦେହର ଚର୍ମ ମୋଟା ଥାଏ । ଏହି ରୋଗରେ ଫାଟ ଥିବା ଏକ ଠିକିରି ଆକାରର ପ୍ଲେଟ ଚମ ତିଆରି କରେ । ଆଖିପତା, ନାକ, ପାଟି ଓ କାନର ଆକୃତି ବଦଳିଯାଏ; ଅବୟବମାନଙ୍କର ଚଳନ ଶକ୍ତି ସୀମିତ ହୋଇଯାଏ । ଛାତିର ଚଳନ ସୀମିତ ହେବା ଯୋଗୁ ଶ୍ୱାସକ୍ରିୟା କଷ୍ଟକର ହୁଏ । କିଛି ସପ୍ତାହ ମଧ୍ୟରେ ଚର୍ମର ପ୍ଲେଟ ବାହାରିଯାଏ । ଅନ୍ୟ ଜଟିଳତା ମଧ୍ୟରେ ଅପରିପକ୍ୱ ଜନ୍ମ (premature birth), ସଂକ୍ରମଣ (infection), ଦେହ ଉତ୍ତାପ ସମସ୍ୟା ଓ ନିର୍ଜଳନ (dehydration) ମୁଖ୍ୟତଃ ଦେଖାଯାଏ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କୁମ୍ଭ ମେଳା, ହିନ୍ଦୁ ଧର୍ମର ପରମ୍ପରା ଓ ସଂସ୍କୃତିରେ ଏକ ମହାମେଳା ବା ମହାପର୍ବ । ଏହା ଭାରତ ଉପଖଣ୍ଡର ତ୍ରିବେଣୀ ସଙ୍ଗମଠାରେ ଆୟୋଜିତ ହୁଏ । ୧୨ ବର୍ଷରେ ଥରେ ହୁଏ କୁମ୍ଭ ମେଳା ଓ ପ୍ରତିତିନି ବର୍ଷରେ ଅଲଗା ଅଲଗା ସ୍ଥାନ ହରିଦ୍ୱାର, ପ୍ରୟାଗ, ଉଜ୍ଜୟିନୀ ଓ ନାଶିକରେ ଅନୁଷ୍ଠିତ ହୁଏ । ଗଙ୍ଗା-ଯମୁନା-ସରସ୍ୱତୀର ସଙ୍ଗମସ୍ଥଳରେ ମହାକୁମ୍ଭମେଳା ସମୟରେ ଲକ୍ଷ ଲକ୍ଷ ସାଧୁସନ୍ଥ ତଥା ହିନ୍ଦୁ ଶ୍ରଦ୍ଧାଳୁ ସ୍ନାନ କରି ପୂଣ୍ୟ ଅର୍ଜନ କରନ୍ତି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କବାଡି ଭାରତର ବିଭିନ୍ନ ଅଞ୍ଚଳରେ ଖେଳା ଯାଉଥିବା ଏକ ଲୋକପ୍ରିୟ ଖେଳ । ଏହା ସର୍ବପ୍ରଥମେ ଭାରତରୁ ଆରମ୍ଭ ହୋଇଥିବାର ନଜିର ରହିଛି । ଭାରତରେ ବିଭିନ୍ନ ପର୍ବ ପାଳନ ଅବସରରେ ତଥା ଅନ୍ୟ ସମୟରେ ଆମୋଦ ପାଇଁ ମଧ୍ୟ ଖେଳା ଯାଇଥାଏ । ଭାରତ ଛଡା ବିଭିନ୍ନ ସ୍ଥାନରେ ଏହି ଖେଳକୁ ଭିନ୍ନ ଭିନ୍ନ ଆଞ୍ଚଳିକ ନାମରେ ଲୋକମାନେ ଜାଣନ୍ତି । ବଙ୍ଗଳାଦେଶରେ ଏହି ଖେଳକୁ ହୁହୁଡୁ , ମାଳଦ୍ୱୀପରେ ଏହାକୁ ବାନାଟି , ଆନ୍ଧ୍ରପ୍ରଦେଶରେ ଏହାକୁ ଚୀଡୁଗୁଡୁ , ତାମିଲନାଡୁରେ ସାଡୁଗୁଡୁ ଆଦି ନାମରେ ଜଣାଯାଇଥାଏ । ଏହି ଖେଳଟି ବଙ୍ଗଳାଦେଶରେ ଜାତୀୟ ଖେଳ ଭାବରେ ଆଦୃତ ହୋଇଛି । ଏହାକୁ ଅଧିକ ଲୋକପ୍ରିୟ କରିବା ପାଇଁ ଏବେ ଭାରତରେ ଜାତୀୟ ସ୍ତରରେ ପ୍ରୋ କବାଡି ଲିଗ(Pro Kabaddi League) ଆୟୋଜନ କରାଯାଉଛି । ଯଦିଓ ଏହାର ନାମର ଉତ୍ପତ୍ତିକୁ ନେଇ ସେପରି କିଛି ନିର୍ଦ୍ଧିଷ୍ଟ ପ୍ରମାଣ ଆଜିଯାଏଁ ମିଳି ପାରିନାହିଁ , ତଥାପି ଉତ୍ତର ଭାରତରୁ ଏହାର ଉତ୍ପତ୍ତି ବିଷୟରେ ସୂଚନା ମିଳେ । ତାମିଲ ଶବ୍ଦ "କାଭିଡି"(ତାମିଲ ଅର୍ଥ ଅଧା ନଇଁ କରି ଖେଳିବାକୁ ବୁଝାଏ) କିମ୍ବା "କାଇ-ପିଡି"(ହାତକୁ ହାତ ଧରିକରି ଖେଳିବାକୁ ବୁଝାଏ )ରୁ "କବାଡି'" ଶବ୍ଦ ଆସିଥିବା ଅନୁମାନ କରାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ବଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ୱାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲୀ କୁକୁର, ଭାରତୀୟ ଜଙ୍ଗଲୀ କୁକୁର, ହ୍ୱିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ୱାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଢଗ ଢମାଳି (ଅଞ୍ଚଳ ବିଶେଷରେ ଢେଗ ଓ ସମ୍ବଲପୁରୀରେ ଢେଙ୍ଗ, ଢେଙ୍ଗା ଓ ଢଗ ବୋଲି ମଧ୍ୟ ଜଣା) ଓଡ଼ିଆରେ ବ୍ୟବହୃତ ଉପଦେଶ ଓ ଅନୁଭବପୂର୍ଣ୍ଣ ବଚନ ଥିବା ପଦ୍ୟରେ ଲିଖିତ "ଢଗ" ଓ ବ୍ଯଙ୍ଗୋକ୍ତିକୁ ନେଇ ରଚିତ "ଢମାଳି"କୁ ନେଇ ତିଆରି । ଢଗରେ ପଦମାନଙ୍କ ଶେଷ ଅକ୍ଷର ମେଳ ହେଉଥିବା ବେଳେ ଓ ଢମାଳିରେ ଅକ୍ଷର ମେଳ ହୁଏନାହିଁ । ଉଭୟ ଢଗ ଓ ଢମାଳି ମୁଖ ନିଃସୃତ ଲୋକକଥା ଏବଂ ରୂଢି, ଗଦ୍ୟ/ପଦ, କାବ୍ୟାଂଶ, ଲୋକଗୀତ ଆଦିର ଅଂଶବିଶେଷ । ଏଥିରେ ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଉପଦେଶ ଆଦି ରହିଥାଏ । ଢଗ ଢମାଳିକୁ ଲିପିବଦ୍ଧ କରିବାରେ ଗୋପାଳ ପ୍ରହରାଜ ପ୍ରଥମ ବୋଲି ରାଧାରମଣ ପଣ୍ଡା ପ୍ରହରାଜ ପରିକ୍ରମାରେ ଉଲ୍ଲେଖ କରିଥିଲେ ।
ବିଶ୍ୱନାଥ ଦାଶ (୧୮୮୯ - ୧୯୮୪) ଜଣେ ଭାରତୀୟ-ଓଡ଼ିଆ ରାଜନେତା, ସମାଜସେବୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ବ୍ରିଟିଶ ଶାସନ (୧୯୩୭ - ୧୯୩୯) କାଳରେ ଓଡ଼ିଶା ପ୍ରଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ ଉତ୍ତର ପ୍ରଦେଶର ରାଜ୍ୟପାଳ (୧୯୬୨-୧୯୬୭) ଥିଲେ ଏବଂ ଶେଷରେ ଓଡ଼ିଶା ପ୍ରଦେଶର ମୁଖ୍ୟମନ୍ତ୍ରୀ (୧୯୭୧-୧୯୭୨) ଥିଲେ । ସେ ଲୋକ ସେବକ ମଣ୍ଡଳର ଆଜୀବନ ସଦସ୍ୟ ମଧ୍ୟ ଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଶ୍ରୀଗୁଣ୍ଡିଚା ପରେ ମାଉସୀ ମନ୍ଦିରରୁ ତିନି ଦିଅଁଁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ବାହୁଡ଼ା ଯାତ୍ରା ସାରି ଜଗତି ଉପରେ ବିଜେ କରିବା ନୀଳାଦ୍ରୀ ବିଜେ ନାମରେ ଜଣା । ଗୁଣ୍ଡିଚା ଦିନ ତିନିଠାକୁର ରଥରେ ଗୁଣ୍ଡିଚା ମନ୍ଦିର ଯାଏ ଯାଇ ବାହୁଡ଼ା ଯାତ୍ରାରେ ବଡ଼ଦେଉଳକୁ ଲେଉଟନ୍ତି । ଲେଉଟିବା ପରେ ରଥରୁ ଠାକୁରମାନେ ରତ୍ନବେଦୀକୁ ବିଜେ କରନ୍ତି । ଏହା ନବଦିନ ବ୍ୟାପୀ ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟ ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ମାଳତୀ ଚୌଧୁରୀ (୨୬ ଜୁଲାଇ ୧୯୦୪ - ୧୫ ମାର୍ଚ୍ଚ ୧୯୯୮) ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମାଳତୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ । ସ୍ୱାଧୀନତା ସଂଗ୍ରାମର ପ୍ରଜାମଣ୍ଡଳ ଆନ୍ଦୋଳନରେ ସେ ଏତେ ମାତ୍ରାରେ ଜଡ଼ିତ ଥିଲେ ଇଂରେଜ ସରକାର ତାଙ୍କୁ "ଜୋଆନ୍ ଅଫ୍ ଆର୍କ" ନାମେର ସମ୍ବୋଧନ କରୁଥିଲେ।
ଦିଲୀପ ତିର୍କି (ଜନ୍ମ: ୨୫ ନଭେମ୍ବର ୧୯୭୭) ଜଣେ ଭାରତୀୟ ହକି ଖେଳାଳୀ ଏବଂ ରାଜନେତା । ସେ ଓଡ଼ିଶାର ସୁନ୍ଦରଗଡଠାରେ ଜନ୍ମଗ୍ରହଣ କରିଥିଲେ । ସେ ଭାରତୀୟ ଆନ୍ତର୍ଜାତୀୟ ହକି ଦଳର ଅଧିନାୟକ ଭାବରେ ଖେଳିଥିଲେ ଓ ଜଣେ ଡିଫେଣ୍ଡର ଥିଲେ । ୨୦୧୦ ମସିହାରେ ଦିଲୀପ ଭାରତୀୟ ହକି ଦଳରୁ ଅବସର ନେଇଥିଲେ ଏବଂ ପରବର୍ତ୍ତୀ ସମୟରେ ସେ ରାଜନୀତିରେ ଯୋଗ ଦେଇଥିଲେ । ଦିଲୀପ ଓଡ଼ିଶାର ରାଜନୈତିକ ଦଳ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୧୨ ମସିହାରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୨୦୧୮ଯାଏଁ ୬ ବର୍ଷ ଧରି କାର୍ଯ୍ୟ କରିଥିଲେ । ୨୦୧୯ ମସିହାରେ ଗଠିତ "ଓଡ଼ିଶା ହକି ପ୍ରମୋଶନ କାଉନସିଲ"ର ଅଧକ୍ଷ ଭାବରେ ତାଙ୍କୁ ଓଡ଼ିଶା ସରକାର ନିଯୁକ୍ତ କରିଥିଲେ । ଏଥି ପୂର୍ବରୁ ୨୦୧୮ ମସିହାରେ ସେ ଓଡ଼ିଶା ଟୁରିଜିମ ଡେଭେଲପମେଣ୍ଟ କର୍ପୋରେସନର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇଥିଲେ ।
ମୋହନା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ମୋହନା (କ୍ରମିକ ସଂଖ୍ୟା: (୧୩୬) ଗଜପତି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ମୋହନା ବ୍ଳକ, ରା.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରାଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢ଼ି ରଖିଦେଲି କିଏ ପଚାରିବ ମୂଲ !
ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଆଠମଲ୍ଲିକ ଅନୁଗୋଳ ଜିଲ୍ଲାର ଏକ ଉପଖଣ୍ଡ । ଆଠମଲ୍ଲିକର ଭୌଗୋଳିକ ଅବସ୍ଥିତି ହେଉଛି ୨୦.୭୨ ଉ. ୮୪.୫୩ ପୂ. ସମୁଦ୍ର ପତ୍ତନରୁ ଏହାର ହାରାହାରି ଉଚ୍ଚତା ୬୭ ମିଟର । ରାଜ୍ୟର ରାଜଧାନୀ ଭୁବନେଶ୍ୱରଠାରୁ ଆଠମଲ୍ଲିକର ଦୁରତା ୨୨୦ କି.ମି ଓ ଅନୁଗୋଳଠାରୁ ୮୪ କି.ମି । ସ୍ୱାଧୀନତା ପୂର୍ବରୁ ଆଠମଲ୍ଲିକ ସହର କଇଁତ୍ରାଗଡ ଭାବରେ ପରିଚିତ ଥିଲା । ଚତୁର୍ଦ୍ଦଶ ଶତାବ୍ଦୀରେ ସୁନ୍ଦରଗଡ଼ ଜିଲ୍ଲାର ବଣାଇ ରାଜ୍ୟର କଦମ୍ବ ରାଜବଂଶର ଜଣେ ସଦସ୍ୟଙ୍କଦ୍ୱାରା ଏଠାରେ ରାଜ୍ୟ ସ୍ଥାପନ କରାଯାଇଥିଲା । କଦମ୍ବ ରାଜବଂଶର ରାଜାମାନେ ଆଠମଲ୍ଲିକ ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ ମଠ ଓ ମନ୍ଦିରମାନ ନିର୍ମାଣ କରି ଶୈବ, ବୈଷ୍ଣବ ଓ ଶାକ୍ତ ଧର୍ମର ବିକାଶ ଘଟାଇବା ସଙ୍ଗେ ସଙ୍ଗେ ଆର୍ଯ୍ୟ ଓ ଅଣ-ଆର୍ଯ୍ୟ ସଂସ୍କୃତିର ଅପୂର୍ବ ସମ୍ମିଶ୍ରଣ କରେଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।ଆଠମଲ୍ଲିକର ଦୂରତା କଟକରୁ ୨୧୦ କି.ମି, ଭୁବନେଶ୍ୱରରୁ ୨୪୦ କି.ମି., ସମ୍ବଲପୁରରୁ ୧୬୦ କି.ମି., ଅନୁଗୋଳରୁ ୮୦ କି.ମି., ବୌଦ୍ଧରୁ ୪୦ କି.ମି.,କିଶୋରନଗରରୁ ୪୦ କି.ମି.
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । କବି ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ସର୍ବାଧିକ ଓ ସର୍ବୋତ୍ତମ ଗବେଷଣା ଓ ସମାଲୋଚନା କରିଥିବା ଏକବିଂଶ ଶତାବ୍ଦୀର ବିଶିଷ୍ଟ ସମାଲୋଚକ, ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ହୋ ଜନଜାତି ଭାରତର ଏକ ଅଷ୍ଟ୍ରୋଏସୀୟ ମୁଣ୍ଡା ଗୋଷ୍ଠୀ । ସେମାନେ ମୁଖ୍ୟତଃ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶାର କୋହ୍ଲଣ ଅଞ୍ଚଳରେ ମୁଖ୍ୟତଃ ବସବାସ କରନ୍ତି । ହୋ ଜନଜାତି ଉକ୍ତ ଅଞ୍ଚଳରେ ୨୦୧୧ ସୁଦ୍ଧା ମୋଟ ଅନୁସୂଚିତ ଜନଜାତି ଜନସଂଖ୍ୟାର ଯଥାକ୍ରମେ ପ୍ରାୟ ୧୦.୭% ଏବଂ ୭.୩% । ୨୦୦୧ ମସିହାରେ ଝାଡ଼ଖଣ୍ଡର ହୋ ଜନସଂଖ୍ୟା ପ୍ରାୟ ୭୦୦,୦୦୦ ଥିଲା ଏବଂ ଏହା ସାନ୍ତାଳ, କୁରୁଖ ଓ ମୁଣ୍ଡାମାନଙ୍କ ପରେ ଝାଡ଼ଖଣ୍ଡର ଚତୁର୍ଥ ସର୍ବାଧିକ ସଂଖ୍ୟକ ଅନୁସୂଚିତ ଜନଜାତି । ହୋ ଲୋକେ ପଡ଼ୋଶୀ ରାଜ୍ୟ ଓଡ଼ିଶା, ପଶ୍ଚିମ ବଙ୍ଗ ଓ ବିହାରର ଆଖପାଖ ଅଞ୍ଚଳରେ ବାସ କରନ୍ତି । ୨୦୦୧ ସୁଦ୍ଧା ସମୁଦାୟ ସଂଖ୍ୟା ୮୦୬,୯୨୧କୁ ବୃଦ୍ଧିପାଇଥିଲା । ସେମାନେ ବଙ୍ଗଳାଦେଶ ଓ ନେପାଳରେ ମଧ୍ୟ ବାସକରନ୍ତି ।
ନୀଳମାଧବ ମନ୍ଦିର ଓଡ଼ିଶାର କଣ୍ଟିଲୋଠାରେ ଅବସ୍ଥିତ ଏକ ପୁରାତନ ହିନ୍ଦୁ ମନ୍ଦିର । ଏହା କଣ୍ଟିଲୋରେ ଚିତ୍ରୋତ୍ପଳା (ମହାନଦୀ) କୂଳରେ ଓ ଏହା ଜଙ୍ଗଲବେଷ୍ଟିତ ଯାଆଁଳା ବ୍ରହ୍ମାଦ୍ରି ପର୍ବତ ଉପରେ ଅବସ୍ଥିତ । ଏଠାରେ ପୂଜିତ ଦେବତା ନୀଳମାଧବ । ନୀଳମାଧବଙ୍କ ମୂର୍ତ୍ତି ପାଦରୁ ଜଳର ଏକ ସ୍ଥାୟୀ ପ୍ରବାହ ଏଠାରେ ରହିଛି । ଏହି ମନ୍ଦିର ନିକଟରେ ସିଦ୍ଧେଶ୍ୱର ମଧ୍ୟ ପୂଜିତ ହୋଇଥାନ୍ତି । କଣ୍ଟିଲୋ ବ୍ୟତୀତ ପୁରୀ ଜଗନ୍ନାଥ ମନ୍ଦିରର ଲକ୍ଷ୍ମୀ ମନ୍ଦିର ଡାହାଣ ପାର୍ଶ୍ୱରେ ମଧ୍ୟ ନୀଳମାଧବ ପୂଜିତ ହୁଅନ୍ତି । ଏହି ମନ୍ଦିରେ ଗଠନ ପୁରୀର ଜଗନ୍ନାଥ ମନ୍ଦିର ପରି । ଚିତ୍ରୋତ୍ପଳା, କୁଆଁରିଆ ଏବଂ କୁସୁମୀ ତିନୋଟି ନଦୀ ମିଳନ ସ୍ଥଳ ଏହି ମନ୍ଦିର ହୋଇଥିବାରୁ ଏହାକୁ ଓଡ଼ିଶାର ତ୍ରିବେଣୀ ସଙ୍ଗମ କୁହାଯାଏ । ପ୍ରୟାଗରେ (ଆଲ୍ଲାହାବାଦ) ବେଣୀମାଧବ ପୂଜିତ ହେଲା ଭଳି ଏଠାରେ ନୀଳମାଧବ ପୂଜିତ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ମହାଶ୍ୱେତା ରାୟ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ ଓ ନୃତ୍ୟଶିଳ୍ପୀ । ସେ ଓଡ଼ିଆ ଓ ବଙ୍ଗଳା ସିନେମାରେ ଅଭିନୟ କରିଛନ୍ତି । ସେ ଓଡ଼ିଆ ସାହିତ୍ୟିକ ରାଜକିଶୋର ରାୟଙ୍କ ଝିଅ ଓ ଓଡ଼ିଆ ସିନେମା ମାଳବିକା ରାୟ ଓ ମନସ୍ୱିନୀ ରାୟଙ୍କ ସାନ ଭଉଣୀ । ରାୟ ନିଜ ଅଭିନୟ କାଳରେ ୫୦ରୁ ଓଡ଼ିଆ ତଥା ବଙ୍ଗଳା ଓ ତେଲୁଗୁ ସିନେମାରେ ଅଭିନୟ କରିସାରିଛନ୍ତି । ତାଙ୍କ ଅଭିନୟ ନିମନ୍ତେ ସେ ଜୟଦେବ ପୁରସ୍କାର ଓ ଫିଟଫାଟ ବାଇସ୍କୋପ ପୁରସ୍କାରରେ ସମ୍ମାନୀତ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଶିବସୁନ୍ଦର ଦାସ (ଜନ୍ମ- ୫ ନଭେମ୍ବର ୧୯୭୭) ଜଣେ ଭାରତୀୟ କ୍ରିକେଟ ଖେଳାଳି । ସେ ଜଣେ ଡାହାଣ-ହାତି ଖେଳାଳି । ସେ ପ୍ରଥମ-ଶ୍ରେଣୀ କ୍ରିକେଟରେ ଓଡ଼ିଶା ପକ୍ଷରୁ ଖେଳନ୍ତି । ଶିବସୁନ୍ଦର ପ୍ରଥମେ ୨୦୦୦ ମସିହାରେ ବେଙ୍ଗାଳୁରୁଠାରେ ଜାତୀୟ କ୍ରିକେଟ ଶିବିରରେ ଯୋଗ ଦେଇଥିଲେ ଓ ସେହି ବର୍ଷ ସେ ଭାରତ ତରଫରୁ ମଧ୍ୟ ଖେଲିବାର ସୁଯୋଗ ପାଇଥିଲେ । ସେ ଓଡ଼ିଶା କ୍ରିକେଟ ଦଳର ଅଧିନାୟକ ମଧ୍ୟ ରହିଥିଲେ । ସେ ଓଡ଼ିଶା ତରଫରୁ ଭାରତ ପାଇଁ ଖେଳିଥିବା ତୃତୀୟ ଓଡ଼ିଆ ଖେଳାଳି । ସେ ଭାରତ ପକ୍ଷରୁ ୨୩ଟି ଟେଷ୍ଟ ଓ ୪ଟି ଏକଦିବସୀୟ ମ୍ୟାଚ ଖେଳିଥିଲେ ।
ଭାରତର ସ୍ୱାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଦୁର୍ଗାଚରଣ ମହାନ୍ତି (୧୯୧୨-୧୯୮୫) ଓଡ଼ିଶାର କୋଣାର୍କ ନିକଟବର୍ତ୍ତି ଗୋପ ଥାନା ଅନ୍ତର୍ଗତ ବୀରତୁଙ୍ଗ ଗ୍ରାମରେ ୧୯୧୨ ମସିହା କାର୍ତ୍ତିକ ଶୁକ୍ଳ ତ୍ରୋୟଦଶୀ ତିଥିରେ ଜନ୍ମଗ୍ରହଣ କରିଥିଲେ | ଓଡ଼ିଶାର ସାହିତ୍ଯ ଏକାଡେମୀ ତରଫରୁ ତାଙ୍କ ଲିଖିତ 'ଭଗବାନ ଶଙ୍କରାଚାର୍ୟ' ପୁସ୍ତକ ୧୯୫୭-୫୮ରେ ପ୍ରଥମ ପୁରସ୍କାରପ୍ରାପ୍ତ ହୋଇଥିଲା | ସଦଗୁରୁ ନିଗମାନନ୍ଦଙ୍କ ଏକନିଷ୍ଠ ଶିଷ୍ଯ ଭାବରେ ସେ ବିଶେଷ ପରିଚିତ| ଠାକୁର ନିଗମାନନ୍ଦଙ୍କ ପ୍ରତିଷ୍ଠାନ 'ନୀଳାଚଳ ସାରସ୍ୱତ ସଙ୍ଘ' ପୁରୀର ସେ ସମ୍ପାଦକ/ପରିଚାଳକ ଥିଲେ | ଠାକୁର ନିଗମାନନ୍ଦଙ୍କ ସ୍ୱରଚିତ ବିଖ୍ଯାତ ଗ୍ରନ୍ଥ ବ୍ରହ୍ମଚର୍ୟ ସାଧନ, ଯୋଗୀଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ପ୍ରଭୁତି ପୁସ୍ତକାବଳୀ ବଙ୍ଗଳା ଭାଷାରୁ ଓଡ଼ିଆରେ ସେ ଅନୁବାଦ କରିଛନ୍ତି | ଏହା ବ୍ଯତିତ ନିଜ ଗ୍ରାମ ବୀରତୁଙ୍ଗର ଭଲ୍ଯୁଣ୍ଟର ଆସୋସିଏନ୍ର ସେ ସଭାପତି ଥିଲେ | ତାଙ୍କର ପ୍ରଚେଷ୍ଟାରେ ବୀରତୁଙ୍ଗ ଗ୍ରାମରେ ସାରସ୍ୱତ ବିଦ୍ଯାପୀଠ ସ୍ଥାପିତ ହୋଇପାରିଛି |
ବିଜେପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଜେପୁର (କ୍ରମିକ ସଂଖ୍ୟା: ୨) ବରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଗୁଜରାଟ ( Gujarat [ˈɡudʒəɾɑt] (listen)) ଭାରତର ପଶ୍ଚିମ ଓ ଦକ୍ଷିଣପଶ୍ଚିମରେ ଥିବା ଏକ ରାଜ୍ୟ । ଏହାର ସମୁଦ୍ରତଟ 1,600 km (990 mi) ଓ ତାହାର ଅଧିକାଂଶ ଭାଗ କାଠିଆୱାଡ଼ ଉପଦ୍ୱୀପରେ ଅବସ୍ଥିତ । ଗୁଜରାଟର ମୋଟ ଜନସଂଖ୍ୟା ୬୦ ମିଲିଅନ । ଭାରତର ପଶ୍ଚିମରେ ଥିବା ଗୁଜରାଟର ପଶ୍ଚିମରେ ଆରବ ସାଗର ଉତ୍ତରରେ ସିନ୍ଧ (ପାକିସ୍ତାନ), ଉତ୍ତରପୂର୍ବରେ ରାଜସ୍ଥାନ, ପୂର୍ବରେ ମଧ୍ୟ ପ୍ରଦେଶ ଏବଂ ଦକ୍ଷିଣ ପୂର୍ବରେ ମହାରାଷ୍ଟ୍ର ରାଜ୍ୟ ତଥା ଡାମନ ଓ ଡିଉ ଏବଂ ଦାଦ୍ରା ଓ ନଗର ହବେଳୀ କେନ୍ଦ୍ରଶାସିତ ଅଞ୍ଚଳ ରହିଛି । ଗୁଜରାଟର ରାଜଧାନୀ ଗାନ୍ଧୀନଗର । ଅମଦାବାଦ ଗୁଜରାଟର ଏକମାତ୍ର ମହାନଗରୀ । ଗୁଜରାଟ ରାଜ୍ୟର ନାମ "ଗୁଜ୍ଜର"ରୁ ଆସିଛି ।
ଚେନ୍ନାଇ ଏକ୍ସପ୍ରେସ ରେଡ ଚିଲି ଏଣ୍ଟରଟେନମେଣ୍ଟର ବ୍ୟାନର ଅଧୀନରେ ତିଆରି ହୋଇଥିବା ରୋହିତ ଶେଟ୍ଟୀଙ୍କଦ୍ୱାରା ନିର୍ଦ୍ଦେଶିତ ଏବଂ ଗୌର ଖାଁଙ୍କଦ୍ୱାରା ନିର୍ମିତ ୨୦୧୩ ମସିହାର ଭାରତୀୟ ଆକ୍ସନ-ହାସ୍ୟ ଚଳଚ୍ଚିତ୍ର ଅଟେ । ଶାହାରୁଖ ଖାଁ ଏବଂ ଦୀପିକା ପାଦୁକୋନ ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ରହିଥିଲେ । ଏହି ଚଳଚ୍ଚିତ୍ର ପ୍ରାୟତଃ ୨୨୬.୭୦ କୋଟି ଟଙ୍କା ରୋଜଗାର କରିଥିଲା । ଚେନ୍ନାଇ ଏକ୍ସପ୍ରେସ ଭାରତର ବିଶ୍ୱସ୍ତରରେ ଅଧିକ ରୋଜଗାର କରିଥିବା ଚଳଚ୍ଚିତ୍ର ତିଆରି ହେବାରେ ସଫଳତା ଲାଭ କରିଥିଲା । ଏହି ଚଳଚ୍ଚିତ୍ର ମୂଳ ରୂପେ Rs. 3.95 billion (US$ ୮୭.୬୯ million) ଟଙ୍କାର ରୋଜଗାର କରିଥିଲା । ବକ୍ସ ଅଫିସ ଭାରତ ଅନୁସାରେ ଏହି ଚଳଚ୍ଚିତ୍ର ଥ୍ରୀ ଇଡିଅଟଦ୍ୱାରା ତିଆରି ହୋଇଥିବା ଉଚ୍ଚ ମାନକ Rs.