ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    58 ପଠିତ (↑27 ଗତକାଲିଠାରୁ)47,51,44,31, 58

    4+ ଦିନ ଷ୍ଟ୍ରିକ

    🔍 🗞️
  2. 2

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    55 ପଠିତ (↑14 ଗତକାଲିଠାରୁ)35,28,27,41, 55

    4+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    41 ପଠିତ (↑22 ଗତକାଲିଠାରୁ)26,25,25,19, 41

    4+ ଦିନ ଷ୍ଟ୍ରିକ

    🔍 🗞️
  4. 4

    ଲିପି (ଅଭିନେତ୍ରୀ)

    ଲିପି (ଅଭିନେତ୍ରୀ)

    ‌ଲିପି‌ ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ‌ମୁଁ ବିନା ଘୁଙ୍ଗୁରରେ ନାଚିବି‌ ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍‌ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।

    40 ପଠିତ (↑17 ଗତକାଲିଠାରୁ)15,26,20,23, 40

    4+ ଦିନ ଷ୍ଟ୍ରିକ

    🔍 🗞️
  5. 5

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    39 ପଠିତ (↑25 ଗତକାଲିଠାରୁ)26,20,23,14, 39

    4+ ଦିନ ଷ୍ଟ୍ରିକ

    🔍 🗞️
  6. 6

    କୁମାର ପୂର୍ଣ୍ଣିମା

    କୁମାର ପୂର୍ଣ୍ଣିମା

    କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସ‌ହକାରେ ପାଳନ କରାଯାଇଥାଏ ।

    35 ପଠିତ (↑18 ଗତକାଲିଠାରୁ)9,12,15,17, 35

    4+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ମୁରୁଜ

    ମୁରୁଜ

    ହିନ୍ଦୁ ପରମ୍ପରାର ପୂଜା ପଦ୍ଧତି ସହ ମୁରୁଜ ଅଙ୍ଗାଙ୍ଗି ଭାବେ ଜଡ଼ିତ । ଦେବାଦେବୀଙ୍କ ଆରାଧନା ଓ ଅନ୍ୟ ଶୁଭ କାର୍ଯ୍ୟ ଯଥା ଯଜ୍ଞ, ବିବାହ, ବ୍ରତଘର ଓ ପୂର୍ବ ପୁରୁଷଙ୍କୁ ପିଣ୍ଡଦେବା ସମୟରେ ମୁରୁଜ ବ୍ୟବହାର କରାଯାଇଥାଏ ।

    35 ପଠିତ (↑35 ଗତକାଲିଠାରୁ)0,0,0,0, 35

    1 ଦିନ ଷ୍ଟ୍ରିକ

    🔍 🗞️
  8. 8

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    32 ପଠିତ (↓2 ଗତକାଲିଠାରୁ)10,16,18,34, 32

    4+ ଦିନ ଷ୍ଟ୍ରିକ

    🔍 🗞️
  9. 9

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    29 ପଠିତ (↑13 ଗତକାଲିଠାରୁ)11,11,12,16, 29

    4+ ଦିନ ଷ୍ଟ୍ରିକ

    🔍 🗞️
  10. 10

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    25 ପଠିତ (↑16 ଗତକାଲିଠାରୁ)22,0,14,9, 25

    3 ଦିନ ଷ୍ଟ୍ରିକ

    🔍 🗞️
  11. 11

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    24 ପଠିତ (↑13 ଗତକାଲିଠାରୁ)9,13,12,11, 24

    4+ ଦିନ ଷ୍ଟ୍ରିକ

    🔍 🗞️
  12. 12

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    23 ପଠିତ (↑7 ଗତକାଲିଠାରୁ)27,22,15,16, 23

    4+ ଦିନ ଷ୍ଟ୍ରିକ

    🔍 🗞️
  13. 13

    କେଶବ କୋଇଲି

    କେଶବ କୋଇଲି

    କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚ‍ଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚ‍ଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।

    21 ପଠିତ (↑21 ଗତକାଲିଠାରୁ)0,0,11,0, 21

    1 ଦିନ ଷ୍ଟ୍ରିକ

    🔍 🗞️
  14. 14

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।

    19 ପଠିତ (↑13 ଗତକାଲିଠାରୁ)0,14,10,6, 19

    4 ଦିନ ଷ୍ଟ୍ରିକ

    🔍 🗞️
  15. 15

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    Odia

    19 ପଠିତ (↑6 ଗତକାଲିଠାରୁ)10,11,17,13, 19

    4+ ଦିନ ଷ୍ଟ୍ରିକ

    🔍 🗞️
  16. 16

    ଲକ୍ଷ୍ମୀ ପୂଜା

    ଲକ୍ଷ୍ମୀ ପୂଜା

    ମହାଲକ୍ଷ୍ମୀଙ୍କର ପାର୍ବଣ । ପାଖାପାଖି ସପ୍ତହେ ବ୍ୟାପି ମହାଲକ୍ଷ୍ମୀଙ୍କର ଏଇ ପୂଜା ଢେଙ୍କାନାଳ ଜିଲ୍ଲା ଓ ଓଡ଼ିଶାର ଅନ୍ୟାନ୍ୟ ଅଞ୍ଚଳରେ ବଡ଼ ଧୂମ୍​ଧାମ୍​ରେ ପାଳନ କରାଯାଏ।

    18 ପଠିତ (↑9 ଗତକାଲିଠାରୁ)0,8,0,9, 18

    2 ଦିନ ଷ୍ଟ୍ରିକ

    🔍 🗞️
  17. 17

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    18 ପଠିତ (↑18 ଗତକାଲିଠାରୁ)19,25,26,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  18. 18

    ରାଧାଦାମୋଦର ବେଶ

    ରାଧାଦାମୋଦର ବେଶ

    ଶ୍ରୀଜୀଉଙ୍କର ରାଧା ଦାମୋଦର ବେଶ ପ୍ରତ୍ୟେକ ବର୍ଷ ଆଶ୍ୱିନ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଦୀର୍ଘ ଏକମାସ ପର୍ଯ୍ୟନ୍ତ ପ୍ରତ୍ୟହ ଅନୁଷ୍ଠିତ ହୋଇଥାଏ । କାର୍ତ୍ତିକ ମାସରେ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ବେଶର ନାମ ଏପରି ନାମକରଣ କରାଯାଇଛି ।

    18 ପଠିତ (↑18 ଗତକାଲିଠାରୁ)0,0,0,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  19. 19

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    18 ପଠିତ (↑18 ଗତକାଲିଠାରୁ)0,0,0,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  20. 20

    ସ୍ନିଗ୍ଧା ମହାନ୍ତି

    ସ୍ନିଗ୍ଧା ମହାନ୍ତି

    ସ୍ନିଗ୍ଧା ମହାନ୍ତି ଜଣେ ଜଣାଶୁଣା ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅନେକ ଓଡ଼ିଆ ଓ ବଙ୍ଗଳା ସିନେମାରେ କାମ କରିଛନ୍ତି । ୧୯୮୮ ଜାନୁଆରୀରେ ମୁକ୍ତିଲାଭ କରିଥିଲା ଚଳଚ୍ଚିତ୍ର ଲାଲ୍‍ପାନ ବିବି ନବାଗତା ଅଭିନେତ୍ରୀଭାବେ ମହାନ୍ତି ଅଭିନୟ ଆରମ୍ଭ କରିଥିଲେ । ସେ ନାୟିକା, ସହ-ନାୟିକା, ନକାରାତ୍ମକ ଭୂମିକାରେ ଏବଂ ଦୂରଦର୍ଶନ ଧାରାବାହିକମାନଙ୍କରେ ପ୍ରମୁଖ ଭୂମିକାରେ ମଧ୍ୟ ଅଭିନେତ୍ରୀ ଭାବେ ଅଭିନୟ କରିଛନ୍ତି । ସେ ପଚାଶରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ତରଙ୍ଗ ଟିଭିରେ ପ୍ରସାରିତ "ସ୍ୱାଭିମାନ" ଓ "ଅମ୍ବିକାଖୁଡ଼ୀଙ୍କ ହାଣ୍ଡିଶାଳ" ତାଙ୍କ ଅଭିନୀତ ଦୁଇଟି ଲୋକପ୍ରିୟ ଧାରାବାହିକ କାର୍ଯ୍ୟକ୍ରମ । ସେ ଭାରତୀୟ ଡାକ ବିଭାଗରେ କାର୍ଯ୍ୟ କରନ୍ତି ।

    18 ପଠିତ (↑4 ଗତକାଲିଠାରୁ)14,0,18,14, 18

    3 ଦିନ ଷ୍ଟ୍ରିକ

    🔍 🗞️
  21. 21

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    17 ପଠିତ (↑17 ଗତକାଲିଠାରୁ)18,0,12,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  22. 22

    ଜୟନ୍ତ ମହାପାତ୍ର

    ଜୟନ୍ତ ମହାପାତ୍ର

    ଜୟନ୍ତ ମହାପାତ୍ର (୨୨ ଅକ୍ଟୋବର ୧୯୨୮ – ୨୭ ଅଗଷ୍ଟ ୨୦୨୩) ଓଡ଼ିଶାରେ ଜନ୍ମିତ ଜଣେ କବି ଥିଲେ । ସେ ଉଭୟ ଓଡ଼ିଆ ଏବଂ ଇଂରାଜୀରେ କବିତା ଲେଖୁଥିଲେ । ଇଂରାଜୀ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ କବି । ଆଧୁନିକ ଭାରତୀୟ ଇଂରାଜୀ ସାହିତ୍ୟରେ କ୍ଲାସିକ ଭାବରେ ବିବେଚନା କରାଯାଉଥିବା ଇଣ୍ଡିଆନ ସମର ଏବଂ ହଙ୍ଗର ଆଦି କବିତାର ସେ କବି । ୨୦୦୯ ମସିହାରେ ତାଙ୍କୁ ଭାରତର ଚତୁର୍ଥ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଥିଲା । ଭାରତରେ ବଢୁଥିବା ଅସହିଷ୍ଣୁତା ବିରୋଧରେ ପ୍ରତିବାଦ କରିବା ପାଇଁ ସେ ୨୦୧୫ରେ ଏହି ପୁରସ୍କାର ଫେରାଇ ଦେଇଥିଲେ । ତାଙ୍କର ମୋଟ ୨୭ଟି ଇଂରାଜୀ ଓ ୯ଟି ଓଡ଼ିଆ କବିତା ସଙ୍କଳନ ସହ ଏକ ଗପ ବହି ଏବଂ ଆତ୍ମଜୀବନୀ ପାହିନି ରାତି ପ୍ରକାଶିତ ହୋଇଛି ।

    17 ପଠିତ (↑10 ଗତକାଲିଠାରୁ)0,0,0,7, 17

    2 ଦିନ ଷ୍ଟ୍ରିକ

    🔍 🗞️
  23. 23

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    17 ପଠିତ (↑17 ଗତକାଲିଠାରୁ)0,0,8,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  24. 24

    ଇରା ମହାନ୍ତି

    ଇରା ମହାନ୍ତି

    ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍‌ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍‌ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍‌ବୁଲ୍‌ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।

    17 ପଠିତ (↓5 ଗତକାଲିଠାରୁ)14,20,21,22, 17

    4+ ଦିନ ଷ୍ଟ୍ରିକ

    🔍 🗞️
  25. 25

    ଗୋସାଣୀ ଯାତ୍ରା

    ଗୋସାଣୀ ଯାତ୍ରା

    ଗୋସାଣୀ ଯାତ୍ରା (ଗୋଷାଣୀ ଯାତ) ପୁରୀର ଏକ ପ୍ରସିଦ୍ଧ ପର୍ବ । ଦଶହରା ସମୟରେ ଦୁର୍ଗାପୂଜାକୁ ପୁରୀରେ ଗୋଷାଣି ଯାତ୍ରା ଭାବେ ପାଳନ କରାଯାଏ । ପୁରୀରେ ଥିବା ଅନେକ ସ୍ଥାନରେ ମା' ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତ୍ତିପୂଜା ପାଆନ୍ତି। ମହିଷାସୁରର ପତ୍ତନ ପରେ ଦୁର୍ଗାଙ୍କ ସହଚରୀ ଯୋଗିନୀମାନେ ବିଭିନ୍ନ ପୀଠରେ ଅବସ୍ଥାନ କଲେ । ଏହିମାନଙ୍କ ରୂପକୁ ଗୋସାଣୀ କୁହାଯାଏ । ଗୋସାଣୀମାନଙ୍କ ମୃଣ୍ମୟୀ ମୂର୍ତ୍ତି ଦୁର୍ଗାମୂର୍ତ୍ତିଙ୍କଠାରୁ ଭିନ୍ନ। ସପ୍ତମୀଠାରୁ ମହାନବମୀ ପର୍ଯ୍ୟନ୍ତ ମାଆ ଦୁର୍ଗାଙ୍କର ପୂଜା ହେଉଥିବା ବେଳେ ଏହି ଯୋଗିନୀମାନଙ୍କର ପୂଜା ସପ୍ତମୀ ଏକାଦଶୀ ପର୍ଯ୍ୟନ୍ତ ହୁଏ। ଶ୍ରୀକ୍ଷେତ୍ରରେ ଗୋସାଣୀମାନଙ୍କ ଭିନ୍ନ ଭିନ୍ନ ଯଥା କାକୁଡ଼ିଖାଇ, ବାରହାଟି, ଜହ୍ନିଖାଇ, ଶୂନ୍ୟଗୋସାଣୀ, ବଜ୍ରକୋଟ, କଣ୍ଟାକାଢି, ପଣାପ୍ରିୟା, ବେଳବାଇ, ହଜୁରି, ନାଗକୋଟ ଇତ୍ୟାଦି ।

    16 ପଠିତ (↑16 ଗତକାଲିଠାରୁ)0,0,10,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  26. 26

    ଶୁଭଶ୍ରୀ ବାରିକ

    ଶୁଭଶ୍ରୀ ବାରିକ

    ଶୁଭଶ୍ରୀ ବାରିକ ବା ଶ୍ରୀ ( ଇଂରାଜୀ- Subhashree Barik ) ଜଣେ ଭାରତୀୟ ଅଭିନେତ୍ରୀ ଯିଏ ମୁଖ୍ୟତଃ ଓଡ଼ିଆରେ କାମ କରନ୍ତି। ସେ ୩୦ ରୁ ଅଧିକ ଭିଡିଓ ଗୀତ ଏବଂ ୨ ଟି ଧାରାବାହିକରେ ଅଭିନୟ କରିଛନ୍ତି। ତାଙ୍କର ପ୍ରଥମ ଓଡ଼ିଆ ଧାରାବାହିକ ଥିଲା ତରଙ୍ଗ ଟିଭିରେ ତିତଲୀ ।

    16 ପଠିତ (↑9 ଗତକାଲିଠାରୁ)0,0,0,7, 16

    2 ଦିନ ଷ୍ଟ୍ରିକ

    🔍 🗞️
  27. 27

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    16 ପଠିତ (↑9 ଗତକାଲିଠାରୁ)14,12,0,7, 16

    2 ଦିନ ଷ୍ଟ୍ରିକ

    🔍 🗞️
  28. 28

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    16 ପଠିତ (↑8 ଗତକାଲିଠାରୁ)0,16,13,8, 16

    4 ଦିନ ଷ୍ଟ୍ରିକ

    🔍 🗞️
  29. 29

    ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା

    ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା

    ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା (ସି.ଏଚ୍.ଏସ୍.ଇ.(ଓ) ଭାବେ ସଂକ୍ଷିପ୍ତରେ ଲିଖିତ) ଭାରତରେ ଓଡ଼ିଶା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସରକାରୀ ଏବଂ ଘରୋଇ ବିଦ୍ୟାଳୟ ଓ କଲେଜ ପାଇଁ ଉଚ୍ଚ ମାଧ୍ୟମିକ (ଏକାଦଶ ଓ ଦ୍ଵାଦଶ ଶ୍ରେଣୀ ପାଠ୍ୟକ୍ରମ) ପ୍ରଦାନ କରୁଥିବା ଏକ ଶିକ୍ଷା ବୋର୍ଡ । ଏହା ଭୁବନେଶ୍ୱରଠାରେ ଅବସ୍ଥିତ ।

    15 ପଠିତ (↑15 ଗତକାଲିଠାରୁ)0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  30. 30

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    15 ପଠିତ (↑9 ଗତକାଲିଠାରୁ)21,19,14,6, 15

    4+ ଦିନ ଷ୍ଟ୍ରିକ

    🔍 🗞️
  31. 31

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    15 ପଠିତ (↑2 ଗତକାଲିଠାରୁ)25,0,25,13, 15

    3 ଦିନ ଷ୍ଟ୍ରିକ

    🔍 🗞️
  32. 32

    ଦଶହରା

    ଦଶହରା

    ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।

    15 ପଠିତ (↓19 ଗତକାଲିଠାରୁ)22,24,58,34, 15

    4+ ଦିନ ଷ୍ଟ୍ରିକ

    🔍 🗞️
  33. 33

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    15 ପଠିତ (↓6 ଗତକାଲିଠାରୁ)25,22,15,21, 15

    4+ ଦିନ ଷ୍ଟ୍ରିକ

    🔍 🗞️
  34. 34

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    15 ପଠିତ (↑8 ଗତକାଲିଠାରୁ)14,23,13,7, 15

    4+ ଦିନ ଷ୍ଟ୍ରିକ

    🔍 🗞️
  35. 35

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    15 ପଠିତ (↑7 ଗତକାଲିଠାରୁ)15,27,12,8, 15

    4+ ଦିନ ଷ୍ଟ୍ରିକ

    🔍 🗞️
  36. 36

    ଦୁର୍ଗା ପୂଜା

    ଦୁର୍ଗା ପୂଜା

    ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।

    14 ପଠିତ (↓5 ଗତକାଲିଠାରୁ)37,34,31,19, 14

    4+ ଦିନ ଷ୍ଟ୍ରିକ

    🔍 🗞️
  37. 37

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    14 ପଠିତ (↑14 ଗତକାଲିଠାରୁ)0,11,8,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  38. 38

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    14 ପଠିତ (↑4 ଗତକାଲିଠାରୁ)19,23,15,10, 14

    4+ ଦିନ ଷ୍ଟ୍ରିକ

    🔍 🗞️
  39. 39

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    14 ପଠିତ (↑14 ଗତକାଲିଠାରୁ)8,19,14,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  40. 40

    ଅଭିମନ୍ୟୁ ସାମନ୍ତସିଂହାର

    ଅଭିମନ୍ୟୁ ସାମନ୍ତସିଂହାର

    ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।

    14 ପଠିତ (↑14 ଗତକାଲିଠାରୁ)0,0,9,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  41. 41

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ ( ୧୮୪୬ କାଙ୍କଣପଡ଼ା (ଗ୍ରାମ ଡିହା) – ୧୮୯୫ (ଖଲିଆପାଲି) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    14 ପଠିତ (↑5 ଗତକାଲିଠାରୁ)15,17,7,9, 14

    4+ ଦିନ ଷ୍ଟ୍ରିକ

    🔍 🗞️
  42. 42

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    13 ପଠିତ (↑1 ଗତକାଲିଠାରୁ)22,0,9,12, 13

    3 ଦିନ ଷ୍ଟ୍ରିକ

    🔍 🗞️
  43. 43

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    13 ପଠିତ (↑13 ଗତକାଲିଠାରୁ)11,12,8,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  44. 44

    ଶ୍ରୀମଦ୍ଭଗବତ୍ଗୀତା

    ଶ୍ରୀମଦ୍ଭଗବତ୍ଗୀତା

    ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।

    13 ପଠିତ (↑7 ଗତକାଲିଠାରୁ)0,0,0,6, 13

    2 ଦିନ ଷ୍ଟ୍ରିକ

    🔍 🗞️
  45. 45

    ଦୁର୍ଗା

    ଦୁର୍ଗା

    ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।

    13 ପଠିତ (↑5 ଗତକାଲିଠାରୁ)23,18,22,8, 13

    4+ ଦିନ ଷ୍ଟ୍ରିକ

    🔍 🗞️
  46. 46

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର (ଜନ୍ମ ୧୭ ସେପ୍ଟେମ୍ବର ୧୯୩୭) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ କବି ଓ ସାହିତ୍ୟ ସମାଲୋଚକ ।

    13 ପଠିତ (↑13 ଗତକାଲିଠାରୁ)0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  47. 47

    ବାସନ୍ତୀ

    ବାସନ୍ତୀ

    ବାସନ୍ତୀ ଏକ ଭାରତୀୟ-ଓଡ଼ିଆ ଉପନ୍ୟାସ । ଏହା ଓଡ଼ିଆ ସାହିତ୍ୟର ସବୁଜ ଯୁଗରେ ଲେଖାଯାଇଥିଲା । ଏହା ଓଡ଼ିଆ ସାହିତ୍ୟର ପ୍ରଥମ ଓ ଏକମାତ୍ର ସମବାୟ ଉପନ୍ୟାସ ଯାହା ୯ ଜଣ ଲେଖକଙ୍କଦ୍ୱାରା ମିଳିତ ଭାବେ ଲେଖା ଯାଇଥିଲା । ଏହି ଉପନ୍ୟାସଟି ପ୍ରଥମେ ୧୯୨୫ରୁ ୧୯୨୭ ମସିହା ମଧ୍ୟରେ ଉତ୍କଳ ସାହିତ୍ୟ ପତ୍ରିକାରେ ଧାରାବାହିକ ଭାବରେ ପ୍ରକାଶ ପାଇଥିଲା । ପରେ ଏହା ୧୯୩୧ ମସିହାରେ ଏକ ବହି ରୂପରେ ପ୍ରକାଶ ପାଇଥିଲା । ୧୯୬୮ ମସିହାରେ ଏହାର ଏକ ସଂଶୋଧିତ ସଂସ୍କରଣ ମଧ୍ୟ ପ୍ରକାଶ ପାଇଥିଲା । ୨୦୧୯ ମସିହାରେ ଉପନ୍ୟାସଟି ଇଂରାଜୀକୁ ଅନୂଦିତ ହୋଇ ବାସନ୍ତୀ : ରାଇଟିଂ ଦି ନିୟୁ ୱିମେନ୍‌ (Basanti: Writing the New Woman) ନାମରେ ପ୍ରକାଶିତ ହୋଇଥିଲା । ଅନୁବାଦକ ଥିଲେ ହିମାଂଶୁ ମହାପାତ୍ର ଓ ପଲ୍‌ ସେଣ୍ଟ-ପିୟର ।

    13 ପଠିତ (↑13 ଗତକାଲିଠାରୁ)0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  48. 48

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    12 ପଠିତ (↑4 ଗତକାଲିଠାରୁ)12,17,7,8, 12

    4+ ଦିନ ଷ୍ଟ୍ରିକ

    🔍 🗞️
  49. 49

    ବିଜ୍ଞାନ

    ବିଜ୍ଞାନ

    ବିଜ୍ଞାନ (ବିଶେଷ ଜ୍ଞାନ) (ବା Science Latin: scientiaରୁ ଆସିଅଛି ଯାହାର ଅର୍ଥ "ଜ୍ଞାନ") ବିଶ୍ୱର ଏକ ଜ୍ଞାନକୁ ଏକ ଉପଯୁକ୍ତ ପରଖାଯାଇ ପାରୁଥିବା ବୈଜ୍ଞାନିକ ସିଦ୍ଧାନ୍ତ ଓ ଅନୁମାନ ସହ ପ୍ରମାଣ କରାଯାଇପାରୁଥିବା ବ୍ୟବସ୍ଥା ।ପୂର୍ବେ ବିଜ୍ଞାନ ଅଧିକ ଦର୍ଶନ ପର୍ଯବେଶିତ ଥିଲା ।

    12 ପଠିତ (↑12 ଗତକାଲିଠାରୁ)0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  50. 50

    ଜହ୍ନିଓଷା

    ଜହ୍ନିଓଷା

    ଜହ୍ନି ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଆଶ୍ୱିନ ମାସର ପ୍ରଥମ ଦିନରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଳିତ ହୋଇଥାଏ । ଏହି ଓଷା କୁମାରୀମାନଙ୍କଦ୍ୱାରା ପାଳିତ ହୋଇଥାଏ ଓ କୁମାର ପୂର୍ଣ୍ଣିମା ଦିନ ଉଦ୍‌ଯାପନ ହୁଏ । ମାସସାରା ପ୍ରତି ଅପରାହ୍‌ଣରେ ଜହ୍ନିଫୁଲ ଫୁଟିବା ପରେ ଜହ୍ନିଫୁଲକୁ ନେଇ ତୁଳସୀ ଚଉରା ମୂଳେ କୁମାରୀମାନେ ବୃନ୍ଦାବତୀଙ୍କୁ ପୂଜା କରନ୍ତି । ଏଥିରେ ଲିଆ, ଉଖୁଡ଼ା, କଦଳୀ, କାକୁଡ଼ି ଆଦି ଭୋଗ କରନ୍ତି । ଗୀତ ବୋଲି, ହୁଳହୁଳି ଦେଇ ଝିଅମାନେ ସଞ୍ଜ ବେଳେ ଏହି ଓଷା ପାଳନ କରିଥାନ୍ତି । ଅପରାହ୍‌ଣରେ ଝିଅମାନେ ଚଉରାମୂଳରେ ଜହ୍ନିଫୁଲ ତଥା ଅନ୍ୟାନ୍ୟ ଫୁଲରେ କୋଠି ତିଆରି କରି କଳସ ସ୍ଥାପନା କରନ୍ତି ଏବଂ ଜହ୍ନିଓଷା ବହି ପଢ଼ି ପୂଜା କରନ୍ତି। ଗୀତ ଗାଇ ଗାଇ ବୃନ୍ଦାବତୀଙ୍କୁ ଜହ୍ନି ଫୁଲର ଆଞ୍ଜୁଳି ଦିଅନ୍ତି । କୁଷ୍ଠ ରୋଗରୁ ମୁକ୍ତି, ପୁତ୍ର ସନ୍ତାନ ପ୍ରାପ୍ତି ପାଇଁ ଜହ୍ନିଓଷା କରାଯିବାର କଥିତ ଅଛି । ମାସସାରା ଓଷା ନକରିପାରିଲେ କୁମାର ପୂର୍ଣ୍ଣିମା ପୂର୍ବରୁ ୧୫ଦିନ ଅଥବା ୫ଦିନ ମଧ୍ୟ ଏହି ଓଷା କରାଯାଏ । ଓଷା ବିଧି ଓ ପରମ୍ପରା ସହ ଅପରାହ୍‌ଣରେ ଗୀତ ଗାଇ ପୁଚି ଖେଳିବା ଏବଂ ଆନନ୍ଦ ଉଲ୍ଲାସରେ କିଛି ସମୟ କାଟିବା କୁମାରୀମାନଙ୍କ ପାଇଁ ଏକପ୍ରକାର ବ୍ୟାୟାମ ବୋଲି ବିଚାର କରାଯାଏ ।

    12 ପଠିତ (↑12 ଗତକାଲିଠାରୁ)0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  51. 51

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    12 ପଠିତ (↑3 ଗତକାଲିଠାରୁ)14,11,10,9, 12

    4+ ଦିନ ଷ୍ଟ୍ରିକ

    🔍 🗞️
  52. 52

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ (୧୧ ଜୁନ ୧୯୧୨-୨୫ ଜୁନ ୧୯୮୭) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ । ୧୯୫୦ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ସପ୍ତଶଯ୍ୟାର ସେ କାହାଣୀ, ଚିତ୍ରନାଟ୍ୟ, ଗୀତ ଓ ସଂଳାପ ରଚନା କରିଥିଲେ ।

    12 ପଠିତ (↑4 ଗତକାଲିଠାରୁ)0,0,0,8, 12

    2 ଦିନ ଷ୍ଟ୍ରିକ

    🔍 🗞️
  53. 53

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ (୨୫ ଅଗଷ୍ଟ ୧୯୧୧ - ୨୧ ଫେବୃଆରୀ, ୨୦୦୦) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଓଡ଼ିଆ କବି ଥିଲେ । ତାଙ୍କର କବିତା ଗୁଡ଼ିକରେ ସ୍ୱଦେଶ ପ୍ରୀତି ଓ ସୌନ୍ଦର୍ଯ୍ୟର ଅନୁଭୂତି ଲକ୍ଷ୍ୟ କରାଯାଇଥାଏ । ସବୁଜ ଗୋଷ୍ଠୀର ସାହିତ୍ୟ ସାଧନା କାଳରେ ଏକକ କବି ଭାବରେ ସେ ପରିଚିତ ଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,18,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  54. 54

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    11 ପଠିତ (↑1 ଗତକାଲିଠାରୁ)0,0,8,10, 11

    3 ଦିନ ଷ୍ଟ୍ରିକ

    🔍 🗞️
  55. 55

    ଓଡ଼ିଆ ଲିପି

    ଓଡ଼ିଆ ଲିପି

    ଓଡ଼ିଆ ଲିପି (ଉତ୍କଳ ଲିପି/ ଉତ୍କଳାକ୍ଷର) ଓଡ଼ିଆ ଭାଷା ଲେଖିବା ପାଇଁ ବ୍ୟବହାର କରାଯାଏ । ଏହା ପୁରାତନ କଳିଙ୍ଗ ଲିପିରୁ ତିଆରି । ଅତୀତର କଳିଙ୍ଗ ଲିପିର ଅବଶେଷ ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫାର ମଞ୍ଚପୁରୀ ଗୁମ୍ଫା ତଥା ଓଡ଼ିଶାର ବାକି ଅନେକ ସ୍ଥାନରୁ ମିଳିଥିବା ପଥର ଅଭିଲେଖରୁ ମିଳିଥାଏ ।

    11 ପଠିତ (↑11 ଗତକାଲିଠାରୁ)0,0,8,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  56. 56

    ବିଶ୍ୱନାଥ କର

    ବିଶ୍ୱନାଥ କର

    ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।

    11 ପଠିତ (↑2 ଗତକାଲିଠାରୁ)20,26,0,9, 11

    2 ଦିନ ଷ୍ଟ୍ରିକ

    🔍 🗞️
  57. 57

    ଇଲେକ୍ଟ୍ରୋନିକ କମର୍ସ

    ଇଲେକ୍ଟ୍ରୋନିକ କମର୍ସ

    ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପ୍ୟୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।

    11 ପଠିତ (↑11 ଗତକାଲିଠାରୁ)0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  58. 58

    ଦୀପାବଳୀ

    ଦୀପାବଳୀ

    ଦୀପାବଳି ଏକ ଭାରତୀୟ ପର୍ବ । ଏହା ଆଲୋକର ପର୍ବ ଭାବରେ ପାଳନ କରାଯାଇଥାଏ । ଏହି ପର୍ବ ନାନାଦି କାରଣ ହେତୁ ଅକ୍ଟୋବରର ଅଧାରୁ ନଭେମ୍ବର ଅଧା ଭିତରେ ପଡ଼ିଥାଏ । ହିନ୍ଦୁମାନଙ୍କ ପାଇଁ ଦୀପାବଳି ଏକ ମୁଖ୍ୟ ପର୍ବ ଯାହା ଘରେ ନାନାଦି ପାରମ୍ପରିକ ଢଙ୍ଗରେ ପାଳନ କରାଯାଇଥାଏ ।

    11 ପଠିତ (↑11 ଗତକାଲିଠାରୁ)0,14,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  59. 59

    ରାଜକିଶୋର ପଟ୍ଟନାୟକ

    ରାଜକିଶୋର ପଟ୍ଟନାୟକ

    ରାଜକିଶୋର ପଟ୍ଟନାୟକ ( ୮ ଅପ୍ରେଲ ୧୯୧୭ - ୦୧ ମାର୍ଚ୍ଚ ୧୯୯୭ ) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ଓଡ଼ିଆ ଅଧ୍ୟାପକ ଥିଲେ । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  60. 60

    ଜୟୀ ରାଜଗୁରୁ

    ଜୟୀ ରାଜଗୁରୁ

    ଜୟକୃଷ୍ଣ ରାଜଗୁରୁ ମହାପାତ୍ର (୨୯ ଅକ୍ଟୋବର ୧୭୩୯ - ୬ ଡିସେମ୍ବର ୧୮୦୬) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଖୋର୍ଦ୍ଧାର ରାଜା ଗଜପତି ମୁକୁନ୍ଦ ଦେବ ଦ୍ୱିତୀୟଙ୍କ ରାଜଦରବାରରେ ରାଜକୀୟ ରାଜଗୁରୁ ହେବା ସହ ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ପ୍ରଶାସନିକ ପ୍ରତିନିଧି ମଧ୍ୟ ଥିଲେ ।

    10 ପଠିତ (↑4 ଗତକାଲିଠାରୁ)10,0,0,6, 10

    2 ଦିନ ଷ୍ଟ୍ରିକ

    🔍 🗞️
  61. 61

    ନବୀନ ପଟ୍ଟନାୟକ

    ନବୀନ ପଟ୍ଟନାୟକ

    ନବୀନ ପଟ୍ଟନାୟକ (୧୬ ଅକ୍ଟୋବର ୧୯୪୬) ଜଣେ ଭାରତୀୟ ରାଜନେତା, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ବିଜୁ ଜନତା ଦଳର ମୁଖ୍ୟ । ସେ କ୍ରମାଗତ ଭାବେ ପଞ୍ଚମ ଥର ନିର୍ବାଚିତ ହୋଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୫ ତାରିଖରୁ ୨୦୨୪ ଜୁନ ୫ ଯାଏ କାର୍ଯ୍ୟଭାର ତୁଲାଉଥିଲେ ।

    10 ପଠିତ (↑10 ଗତକାଲିଠାରୁ)8,0,20,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  62. 62

    ଭାରତ

    ଭାରତ

    ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

    10 ପଠିତ (↓2 ଗତକାଲିଠାରୁ)9,20,8,12, 10

    4+ ଦିନ ଷ୍ଟ୍ରିକ

    🔍 🗞️
  63. 63

    ଉଇକିପିଡ଼ିଆ

    ଉଇକିପିଡ଼ିଆ

    ଉଇକିପିଡ଼ିଆ ( () wik-IH-PEE-DEE-ə or () wik-EE-PEE-DEE-ə; Odia: [uikipiɽiaː] ()) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ ।

    10 ପଠିତ (↑10 ଗତକାଲିଠାରୁ)8,14,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  64. 64

    ଉଦ୍‌ଜାନ

    ଉଦ୍‌ଜାନ

    ଉଦଜାନ (English: Hydrogen; ହାଇଡ୍ରୋଜେନ୍) ଏକ ରାସାୟନିକ ମୌଳିକ ଓ ଏହାର ପ୍ରତୀକ H, ପରମାଣୁ କ୍ରମାଙ୍କ ୧, ପରମାଣବିକ ବସ୍ତୁତ୍ୱ ୧.୦୦୭ ୯୪ amu । ଉଦଜାନ ସବୁଠାରୁ ହାଲୁକା ମୌଳିକ ଓ ଏହାର ଏକ-ପରମାଣବିକ ଅବସ୍ଥା ବିଶ୍ୱର ସବୁଠାରୁ ପ୍ରଚୁର ପରିମାଣରେ ମିଳୁଥିବା ମୌଳିକ (ପାଖାପାଖି ୭୫% ପ୍ରତିଶତ) ।

    10 ପଠିତ (↑10 ଗତକାଲିଠାରୁ)0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    ଦମନ (୨୦୨୨ର କଥାଚିତ୍ର)

    ଦମନ (୨୦୨୨ର କଥାଚିତ୍ର)

    ଦମନ ୨୦୨୨ ମସିହା ନଭେମ୍ବର ୪ ତାରିଖରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏଥିରେ ମୁଖ୍ୟ ଭୂମିକାରେ ବାବୁଶାନ ମହାନ୍ତି ଓ ଦୀପନ୍ୱିତ ଦାଶମହାପାତ୍ର ପ୍ରମୁଖ ଅଭିନୟ କରିଥିଲେ । ବିଶାଳ ମୌର୍ଯ୍ୟ ଏବଂ ଦେବୀ ପ୍ରସାଦ ଲେଙ୍କା ଏହି କଥାଚିତ୍ରର କାହାଣୀ, ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦେଇଥିଲେ ଏବଂ ଦିପେନ୍ଦ୍ର ସାମଲ ଏହାର ପ୍ରଯୋଜକ ଥିଲେ ।

    10 ପଠିତ (↑4 ଗତକାଲିଠାରୁ)24,16,22,6, 10

    4+ ଦିନ ଷ୍ଟ୍ରିକ

    🔍 🗞️
  66. 66

    ତ୍ରିପୁରା ମିଶ୍ର

    ତ୍ରିପୁରା ମିଶ୍ର

    ତ୍ରିପୁରା ମିଶ୍ର ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅଭିନେତା ଶ୍ରୀରାମ ପଣ୍ଡାଙ୍କର ପତ୍ନୀ । ୧୯୯୨ ମସିହାରେ ଶ୍ରୀରାମ ସାଂସାରିକ ଜୀବନରୁ ସନ୍ୟାସ ନେବା ପରେ ତ୍ରିପୁରା ଅଭିନୟକୁ ଛାଡ଼ି ମହାବିଦ୍ୟାଳୟରେ ଅଧ୍ୟାପିକା ଭାବରେ କାର୍ଯ୍ୟ କରୁଛନ୍ତି । ତ୍ରିପୁରା ଯାଯାବର, ସମୟ

    10 ପଠିତ (↑4 ଗତକାଲିଠାରୁ)0,11,6,6, 10

    4 ଦିନ ଷ୍ଟ୍ରିକ

    🔍 🗞️
  67. 67

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।

    10 ପଠିତ (↑10 ଗତକାଲିଠାରୁ)0,9,9,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  68. 68

    ଉମାଚରଣ ପଟ୍ଟନାୟକ

    ଉମାଚରଣ ପଟ୍ଟନାୟକ

    ଉମାଚରଣ ପଟ୍ଟନାୟକ ଦକ୍ଷିଣ ଓଡ଼ିଶାର ଜଣେ ସ୍ୱାଧୀନତା ସଂଗ୍ରାମୀ, ଜନନେତା ତଥା ରାଜନୀତିଜ୍ଞ ଥିଲେ ଯାହାଙ୍କ କାର୍ଯ୍ୟକାଳ ଥିଲା ବିଂଶ ଶତାବ୍ଦୀର ମଧ୍ୟ ଭାଗ । ସେ ଓଡ଼ିଶା ବିଧାନ ସଭା ସଦସ୍ୟ, ମନ୍ତ୍ରୀ ତଥା ଦୁଇ ଥର ଲୋକ ସଭା ସଦସ୍ୟ (ସ୍ୱାଧୀନ) ମଧ୍ୟ ବନିଥିଲେ । ବ୍ରହ୍ମପୁର ସରକାରୀ ଇଂଞିନିୟରିଂ ସ୍କୁଲଟି ତାଙ୍କରି ନାମରେ ନାମିତ ହୋଇଛି ।

    10 ପଠିତ (↑10 ଗତକାଲିଠାରୁ)0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ହାଡ଼ବାଈ

    ହାଡ଼ବାଈ

    ହାଡ଼ବାଈ ଓଡ଼ିଶାର ଲୋକବିଶ୍ୱାସରେ ଥିବା ଏକ ଜଣାଶୁଣା ଅପଦେବତୀ । କେତେକ ଲୋକେ ହାଡ଼ବାଈ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଡାହାଣୀ ବୋଲି କହିଥାନ୍ତି । ଅନ୍ୟମତେ ସେ ଏକ ଯୋଗିନୀ । ହାଡ଼ବାଈ କୌଣସି ବ୍ୟକ୍ତିର ଗୃହରେ ଆବେଶ କଲେ ସେ ବ୍ୟକ୍ତି ଉପରେ ବା ସେ ବ୍ୟକ୍ତିର ଘରେ ନାନାବିଧ ସଙ୍କଟ ହୁଏ । ଏହି ହେତୁରୁ ଲୋକେ ହାଡ଼ବାଈଙ୍କୁ ପୂଜନ୍ତି ଓ ହାଡ଼ବାଈ ଲାଗିଲେ ଗୁଣିଆ ତାକୁ ଛଡ଼ାଇଥାଏ ।

    9 ପଠିତ (↑9 ଗତକାଲିଠାରୁ)0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  70. 70

    ଜଗନ୍ନାଥ

    ଜଗନ୍ନାଥ

    9 ପଠିତ (0 ଗତକାଲିଠାରୁ)13,11,7,9, 9

    4+ ଦିନ ଷ୍ଟ୍ରିକ

    🔍 🗞️
  71. 71

    ରବି ପଟ୍ଟନାୟକ

    ରବି ପଟ୍ଟନାୟକ

    ରବି ପଟ୍ଟନାୟକ (୧ ଅକ୍ଟୋବର ୧୯୩୫ - ୩ ଜୁନ, ୧୯୯୧) ଜଣେ ଓଡ଼ିଆ ସାହିତ୍ୟିକ ଥିଲେ । ଧରାବନ୍ଧା ଘଟଣାବୈଚିତ୍ର ଓ କାହାଣୀସର୍ବସ୍ୱ ବର୍ଣ୍ଣନାରୁ ହଟିଯାଇ, ଓଡ଼ିଆ କ୍ଷୁଦ୍ରଗଳ୍ପକୁ ଅପାରମ୍ପରିକ ବିଷୟବିନ୍ୟାସ ତଥା ନୂତନ ପ୍ରୟୋଗ-ପରୀକ୍ଷାରେ ସମୃଦ୍ଧ କରିବାରେ ତାଙ୍କର ଉଲ୍ଲେଖଯୋଗ୍ୟ ଭୂମିକା ରହିଛି ।

    9 ପଠିତ (↑9 ଗତକାଲିଠାରୁ)0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  72. 72

    ରମାକାନ୍ତ ରଥ

    ରମାକାନ୍ତ ରଥ

    ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।

    9 ପଠିତ (↑1 ଗତକାଲିଠାରୁ)0,0,0,8, 9

    2 ଦିନ ଷ୍ଟ୍ରିକ

    🔍 🗞️
  73. 73

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    9 ପଠିତ (↑3 ଗତକାଲିଠାରୁ)14,12,9,6, 9

    4+ ଦିନ ଷ୍ଟ୍ରିକ

    🔍 🗞️
  74. 74

    ଚିତ୍ତରଞ୍ଜନ ଦାସ

    ଚିତ୍ତରଞ୍ଜନ ଦାସ

    ଚିତ୍ତରଞ୍ଜନ ଦାସ (ଚିତ୍ତଭାଇ ଭାବେ ପରିଚିତ, ୩ ଅକ୍ଟୋବର ୧୯୨୩ - ୧୬ ଜାନୁଆରୀ ୨୦୧୧) ଜଣେ ଓଡ଼ିଆ ଲେଖକ, ଅନୁବାଦକ, ସମାଲୋଚକ ଓ ସମାଜ ସଂସ୍କାରକ ଥିଲେ । ଅନେକ ଭାଷାରେ ଦଖଲ ଥିବା ସତ୍ତ୍ୱେ ଓଡ଼ିଆ ଭାଷାରେ ଲେଖା ପାଇଁ ବ୍ୟାକୁଳ ଥିଲେ । ଏକ ନୂତନ ସମାଜର ପରିକଳ୍ପନା ପାଇଁ ସୁହ୍ରୁତ୍ ଅନୁଷ୍ଠାନ ଗଢିଛନ୍ତି ।

    9 ପଠିତ (↑9 ଗତକାଲିଠାରୁ)0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ରାୟଗଡ଼

    ରାୟଗଡ଼

    ରାୟଗଡ଼଼ ଓଡ଼ିଶାରେ ଥିବା ରାୟଗଡ଼଼ ଜିଲ୍ଲାର ମୁଖ୍ୟ ସଦର ମହକୁମା ଓ ଏକ ମୁଖ୍ୟ ସହର । ୧୯୯୨ ଅକ୍ଟୋବର ୨ ତାରିଖରୁ ରାୟଗଡ଼ ଏକ ସ୍ୱତନ୍ତ୍ର ଜିଲ୍ଲାର ମାନ୍ୟତା ପାଇବାପରେ ରାୟଗଡ଼ ଜିଲ୍ଲା ସଦର ମହକୁମା ଭାବେ ମାନ୍ୟତା ପାଇଛି । ବଣ, ପାହାଡ, ନଦୀ ଓ ଝରଣାରେ ଭରା ଏଇ ଜିଲ୍ଲା ମୁଖ୍ୟତଃ ଆଦିବାସୀଙ୍କ ବାସସ୍ଥଳୀ ।

    9 ପଠିତ (↑9 ଗତକାଲିଠାରୁ)0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  76. 76

    ଗୋବିନ୍ଦ ଚନ୍ଦ୍ର ଦାସ

    ଗୋବିନ୍ଦ ଚନ୍ଦ୍ର ଦାସ

    ଗୋବିନ୍ଦ ଚନ୍ଦ୍ର ଦାସ (୩୦ ଜୁନ ୧୯୩୦ - ୧୭ ଅକ୍ଟୋବର ୨୦୦୮) ଜଣେ ଓଡ଼ିଆ ସାହିତ୍ୟିକ ତଥା ଆଇନଜୀବୀ ଥିଲେ । ସେ ଓଡ଼ିଶାର ପୂର୍ବତନ ଆଡଭୋକେଟ ଜେନେରାଲ ଓ ଭାରତର ସର୍ବୋଚ୍ଚ ନ୍ୟାୟାଳୟରେ ଓକିଲାତି କରିବାରେ ସେ ପ୍ରଥମ ଓଡ଼ିଆ ବ୍ୟକ୍ତି ଅଟନ୍ତି ।

    9 ପଠିତ (↑9 ଗତକାଲିଠାରୁ)0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  77. 77

    ଧ୍ୟାନଚାନ୍ଦ

    ଧ୍ୟାନଚାନ୍ଦ

    ଧ୍ୟାନ ଚାନ୍ଦ (୨୯ ଅଗଷ୍ଟ ୧୯୦୫ - ୩ ଡିସେମ୍ବର, ୧୯୭୯) ଜଣେ ଭାରତୀୟ ହକି ଖେଳାଳି ଓ ଅଧିନାୟକ ଥିଲେ । ହକି ଖେଳରେ ବିଶ୍ୱର ଜଣେ ସର୍ବକାଳୀନ ଶ୍ରେଷ୍ଠ ଖେଳାଳି ଭାବେ ତାଙ୍କର ମାନ୍ୟତା ରହିଛି ।

    9 ପଠିତ (↑9 ଗତକାଲିଠାରୁ)0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    ଭାରତର ସଂସ୍କୃତି

    ଭାରତର ସଂସ୍କୃତି

    ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।

    9 ପଠିତ (↑2 ଗତକାଲିଠାରୁ)8,17,8,7, 9

    4+ ଦିନ ଷ୍ଟ୍ରିକ

    🔍 🗞️
  79. 79

    ଅକ୍ଷୟ ମହାନ୍ତି

    ଅକ୍ଷୟ ମହାନ୍ତି

    ଅକ୍ଷୟ ମହାନ୍ତି (ଖୋକା ଭାଇ ନାମରେ ମଧ୍ୟ ଜଣା, ୧୨ ଅକ୍ଟୋବର ୧୯୩୬ – ୧୭ ନଭେମ୍ବର ୨୦୦୨)

    9 ପଠିତ (↑9 ଗତକାଲିଠାରୁ)17,13,8,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ପୃଥିବୀ

    ପୃଥିବୀ

    ପୃଥିବୀ ହେଉଛି, ସୌରମଣ୍ଡଳର ତୃତୀୟ ଗ୍ରହ । ସୌରମଣ୍ଡଳର ଚାରୋଟି କଠିନ ଗ୍ରହ ମଧ୍ୟରୁ ଏହା ଗୋଟିଏ । ଅର୍ଥାତ୍‌ ଏହାର ଅଧିକାଂଶ ହେଉଛି କଠିନ । ଅନ୍ୟ ତିନୋଟି ହେଉଛି ବୁଧ, ଶୁକ୍ର ଓ ମଙ୍ଗଳ ।

    9 ପଠିତ (↑9 ଗତକାଲିଠାରୁ)0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  81. 81

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଜଣେ ଭାରତୀୟ ଭାଷାତତ୍ତ୍ୱବିତ୍, ପ୍ରଫେସର, ଧ୍ୱନିତତ୍ତ୍ୱବିତ୍, ଅନୁବାଦକ ଏବଂ ଓଡ଼ିଆ ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ସେ ତାଙ୍କର ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ପ୍ରବନ୍ଧମାନଙ୍କରେ ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ବାବଦରେ ଆଲୋଚନା କରୁଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ଏ. ପି. ଜେ. ଅବଦୁଲ କଲାମ

    ଏ. ପି. ଜେ. ଅବଦୁଲ କଲାମ

    ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍‌ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।

    9 ପଠିତ (↑3 ଗତକାଲିଠାରୁ)13,16,0,6, 9

    2 ଦିନ ଷ୍ଟ୍ରିକ

    🔍 🗞️
  83. 83

    ଲିଙ୍ଗରାଜ ମନ୍ଦିର

    ଲିଙ୍ଗରାଜ ମନ୍ଦିର

    ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।

    9 ପଠିତ (↑9 ଗତକାଲିଠାରୁ)0,12,11,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  84. 84

    ସୌଭାଗ୍ୟ କୁମାର ମିଶ୍ର

    ସୌଭାଗ୍ୟ କୁମାର ମିଶ୍ର

    ସୌଭାଗ୍ୟ କୁମାର ମିଶ୍ର (ଜନ୍ମ ୫ ସେପ୍ଟେମ୍ବର ୧୯୪୧) ବ୍ରହ୍ମପୁର, ଓଡ଼ିଶାରେ ଜନ୍ମିତ ଜଣେ କବି ।

    9 ପଠିତ (↑9 ଗତକାଲିଠାରୁ)0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    କଳାକଳେବର ଚଉତିଶା

    କଳାକଳେବର ଚଉତିଶା

    କଳାକଳେବର ଚଉତିଶା କବି ଭକ୍ତଚରଣ ଦାସଙ୍କ ରଚିତ ଏକ ଚଉତିଶା | ଏହି ଚଉତିଶାରେ କୃଷ୍ଣ ଓ ବଳରାମଙ୍କ ମଥୁରା ଗମନ କାଳୀନ ଦୃଶ୍ୟ ଏବଂ ଗୋପୀମାନଙ୍କର ବିହର ବେଦନା ଏଥିରେ ବର୍ଣ୍ଣନା କରାଯାଇ ଅଛି | ପୁରାତନ ରଚନା ମାନଙ୍କ ମଧ୍ୟରେ ଏହା ଖୁବ ଲୋକପ୍ରିୟ |

    9 ପଠିତ (↑9 ଗତକାଲିଠାରୁ)0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  86. 86

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    9 ପଠିତ (↑2 ଗତକାଲିଠାରୁ)8,12,0,7, 9

    2 ଦିନ ଷ୍ଟ୍ରିକ

    🔍 🗞️
  87. 87

    ନୂଆଖାଇ

    ନୂଆଖାଇ

    ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।

    9 ପଠିତ (↑9 ଗତକାଲିଠାରୁ)0,8,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  88. 88

    ନୀଳମାଧବ ମନ୍ଦିର

    ନୀଳମାଧବ ମନ୍ଦିର

    ନୀଳମାଧବ ମନ୍ଦିର ଓଡ଼ିଶାର କଣ୍ଟିଲୋଠାରେ ଅବସ୍ଥିତ ଏକ ପୁରାତନ ହିନ୍ଦୁ ମନ୍ଦିର । ଏହା କଣ୍ଟିଲୋରେ ଚିତ୍ରୋତ୍ପଳା (ମହାନଦୀ) କୂଳରେ ଓ ଏହା ଜଙ୍ଗଲବେଷ୍ଟିତ ଯାଆଁଳା ବ୍ରହ୍ମାଦ୍ରି ପର୍ବତ ଉପରେ ଅବସ୍ଥିତ । ଏଠାରେ ପୂଜିତ ଦେବତା ନୀଳମାଧବ । ନୀଳମାଧବଙ୍କ ମୂର୍ତ୍ତି ପାଦରୁ ଜଳର ଏକ ସ୍ଥାୟୀ ପ୍ରବାହ ଏଠାରେ ରହିଛି । ଏହି ମନ୍ଦିର ନିକଟରେ ସିଦ୍ଧେଶ୍ୱର ମଧ୍ୟ ପୂଜିତ ହୋଇଥାନ୍ତି । କଣ୍ଟିଲୋ ବ୍ୟତୀତ ପୁରୀ ଜଗନ୍ନାଥ ମନ୍ଦିରର ଲକ୍ଷ୍ମୀ ମନ୍ଦିର ଡାହାଣ ପାର୍ଶ୍ୱରେ ମଧ୍ୟ ନୀଳମାଧବ ପୂଜିତ ହୁଅନ୍ତି । ଏହି ମନ୍ଦିରେ ଗଠନ ପୁରୀର ଜଗନ୍ନାଥ ମନ୍ଦିର ପରି । ଚିତ୍ରୋତ୍ପଳା, କୁଆଁରିଆ ଏବଂ କୁସୁମୀ ତିନୋଟି ନଦୀ ମିଳନ ସ୍ଥଳ ଏହି ମନ୍ଦିର ହୋଇଥିବାରୁ ଏହାକୁ ଓଡ଼ିଶାର ତ୍ରିବେଣୀ ସଙ୍ଗମ କୁହାଯାଏ । ପ୍ରୟାଗରେ (ଆଲ୍ଲାହାବାଦ) ବେଣୀମାଧବ ପୂଜିତ ହେଲା ଭଳି ଏଠାରେ ନୀଳମାଧବ ପୂଜିତ ।

    9 ପଠିତ (↑9 ଗତକାଲିଠାରୁ)0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ

    ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ

    ଭାରତ ଏକ ସଂଘୀୟ ରାଷ୍ଟ୍ର, ଯାହା ୨୮ଟି ରାଜ୍ୟ ଏବଂ ୮ଟି କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଗଠିତ। ମୋଟ ଉପରେ ଏହି ୩୬ଟି ଉପ-ଜାତୀୟ ପ୍ରଶାସନିକ ଏକକ ରହିଛି। ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପୁନଶ୍ଚ ଅନେକ ଜିଲ୍ଲାରେ ବିଭକ୍ତ କରାଯାଇଛି। ସମଗ୍ର ଭାରତରେ ସମୁଦାୟ ୭୮୪ଟି ଜିଲ୍ଲା ରହିଛି, ଯାହାର ଅଧୀନରେ ଆହୁରି ଅନେକ ପ୍ରଶାସନିକ ସ୍ତର ସ୍ଥିର କରାଯାଇଛି।

    9 ପଠିତ (↑1 ଗତକାଲିଠାରୁ)0,0,0,8, 9

    2 ଦିନ ଷ୍ଟ୍ରିକ

    🔍 🗞️
  90. 90

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।

    9 ପଠିତ (↑9 ଗତକାଲିଠାରୁ)8,10,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  91. 91

    ନିତ୍ୟାନନ୍ଦ ମହାପାତ୍ର

    ନିତ୍ୟାନନ୍ଦ ମହାପାତ୍ର

    ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    8 ପଠିତ (↑8 ଗତକାଲିଠାରୁ)0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ୯ ଅକ୍ଟୋବର

    ୯ ଅକ୍ଟୋବର

    ଗ୍ରେଗୋରୀ ପାଞ୍ଜି ଅନୁସାରେ ୯ ଅକ୍ଟୋବର ବର୍ଷର ୨୮୨ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୨୮୩ତମ) । ବର୍ଷ ଶେଷ ହେବା ପାଇଁ ଆଉ ୮୩ ଦିନ ବାକି ଅଛି ।

    8 ପଠିତ (↑8 ଗତକାଲିଠାରୁ)0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    ରମାଦେବୀ ଚୌଧୁରୀ

    ରମାଦେବୀ ଚୌଧୁରୀ

    ରମାଦେବୀ ଚୌଧୁରୀ (୩ ଡିସେମ୍ବର ୧୮୯୯–୨୨ ଜୁଲାଇ ୧୯୮୫) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମଧୁସୂଦନ ଦାସ ତାଙ୍କର ବଡ଼ ବାପା ଥିଲେ ଓ ତାଙ୍କ ଜୀବନସାଥୀ ଗୋପବନ୍ଧୁ ଚୌଧୁରୀ ତଥା ଦୁଇସନ୍ତାନ ମନମୋହନ ଚୌଧୁରୀ ଓ ଅନ୍ନପୂର୍ଣ୍ଣା ମହାରଣା ସ୍ୱାଧୀନତା ସଂଗ୍ରାମୀ ଥିଲେ ।

    8 ପଠିତ (↑8 ଗତକାଲିଠାରୁ)7,11,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।

    8 ପଠିତ (↑8 ଗତକାଲିଠାରୁ)0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ହନୁମାନ ଚାଳିଶା

    ହନୁମାନ ଚାଳିଶା

    ହନୁମାନ ଚାଳିଶା ହେଉଛି ହିନ୍ଦୁ ଭଗବାନ ହନୁମାନଙ୍କୁ ଉତ୍ସର୍ଗୀକୃତ କରି ଲେଖାଯାଇଥିବା ଏକ ସ୍ତୁତି । ଏଥିରେ ୪୦ଟି ଚଉପାଇ ଅଛି । କବିତାରେ ଚାରି ଧାଡ଼ି ବିଶିଷ୍ଟ ଏକ ପଦକୁ ଚଉପାଇ କୁହାଯାଏ । ଷୋଡ଼ଶ ଶତାବ୍ଦୀରେ ଜନ୍ମଗ୍ରହଣ କରିଥିବା ଭାରତୀୟ କବି, ଦାର୍ଶନିକ ତ‌ଥା ସନ୍ଥ ଶ୍ରୀ ଗୋସ୍ୱାମୀ ତୁଳସୀ ଦାସ ଏହାକୁ ଅବଧୀ ଭାଷାରେ ରଚନା କରିଥିଲେ ।

    8 ପଠିତ (0 ଗତକାଲିଠାରୁ)0,0,11,8, 8

    3 ଦିନ ଷ୍ଟ୍ରିକ

    🔍 🗞️
  97. 97

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।

    8 ପଠିତ (0 ଗତକାଲିଠାରୁ)0,0,0,8, 8

    2 ଦିନ ଷ୍ଟ୍ରିକ

    🔍 🗞️
  98. 98

    ପ୍ରଜ୍ଞାନ ଓଝା

    ପ୍ରଜ୍ଞାନ ଓଝା

    ପ୍ରଜ୍ଞାନ ଓଝାଙ୍କ ଜନ୍ମ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରେ । ସେ ଡି.ଏ.ଭି ଚନ୍ଦ୍ରସେଖରପୁରର ଛାତ୍ର।ତାଙ୍କ କ୍ରିକେଟ ଜୀବନ ଆରମ୍ଭ ହୁଏ ଭୁବନେଶ୍ୱରର ସହିଦ୍ ସ୍ପୋର୍ଟିଙ୍ଗ୍ କ୍ଲବ୍ରୁ ପରେ ସେ ଭାରତୀୟ କ୍ରିକେଟ ଦଳ ,ଡେକାନ୍ ଚାର୍ଜର୍,ହାଇଦରାବାଦ ପାଁଇ ଖେଳି ସାରିଛନ୍ତି। ପ୍ରଜ୍ଞାନ ଓଝା ମୁରଲିଧରନ୍ଙ୍କ ଶେଷ ଓ ବିଶ୍ୱ ରେକର୍ଡ ୮୦୦ ତମ ଉଇକେଟ ହୋଇଥିଲେ।

    8 ପଠିତ (↑8 ଗତକାଲିଠାରୁ)0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।

    8 ପଠିତ (↑1 ଗତକାଲିଠାରୁ)0,9,0,7, 8

    2 ଦିନ ଷ୍ଟ୍ରିକ

    🔍 🗞️
  100. 100

    ରବି ଶାସ୍ତ୍ରୀ

    ରବି ଶାସ୍ତ୍ରୀ

    ରବିଶଙ୍କର ଜୟଦ୍ରଥ ଶାସ୍ତ୍ରୀ ( ଜନ୍ମ ୨୭ ମେ , ୧୯୬୨) ଜଣେ ଭାରତୀୟ କ୍ରିକେଟ ଖେଳାଳି ଏବଂ ଭାରତୀୟ କ୍ରିକେଟ ଦଳର ପୂର୍ବତନ ନିର୍ଦ୍ଦେଶକ । ସେ ୧୯୮୧ରୁ ୧୯୯୨ ପର୍ଯ୍ୟନ୍ତ ଜାତୀୟ ଦଳ ତରଫରୁ ଟେଷ୍ଟ ଏବଂ ଏକଦିବାସୀୟ ଅନ୍ତରାଷ୍ଟ୍ରୀୟ ଖେଳିଥିଲେ । ପ୍ରଥମରୁ ସେ ବାମ ହାତୀ ସ୍ପିନ ବୋଲର ହିସାବରେ ଦଳରେ ପ୍ରବେଶ ପାଇଥିଲେ ମଧ୍ୟ ପରେ ଅଲରାଉଣ୍ଡରର ମାନ୍ୟତା ପାଇଥିଲେ ।

    8 ପଠିତ (↑8 ଗତକାଲିଠାରୁ)0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: ।