ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    93 ପଠିତ (↑93 ଗତକାଲିଠାରୁ), 93

    1 ଦିନ ଷ୍ଟ୍ରିକ

    🔍 🗞️
  2. 2

    ବାଜି ରାଉତ

    ବାଜି ରାଉତ

    ବାଜି ରାଉତ (୧୯୨୫-୧୯୩୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ । ସେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ନୀଳକଣ୍ଠପୁର ଗାଆଁରେ ଜନ୍ମ ନେଇଥିଲେ ।

    84 ପଠିତ (↑84 ଗତକାଲିଠାରୁ), 84

    1 ଦିନ ଷ୍ଟ୍ରିକ

    🔍 🗞️
  3. 3

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    62 ପଠିତ (↑62 ଗତକାଲିଠାରୁ), 62

    1 ଦିନ ଷ୍ଟ୍ରିକ

    🔍 🗞️
  4. 4

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    48 ପଠିତ (↑48 ଗତକାଲିଠାରୁ), 48

    1 ଦିନ ଷ୍ଟ୍ରିକ

    🔍 🗞️
  5. 5

    ସ୍ନିଗ୍ଧା ମହାନ୍ତି

    ସ୍ନିଗ୍ଧା ମହାନ୍ତି

    ସ୍ନିଗ୍ଧା ମହାନ୍ତି ଜଣେ ଜଣାଶୁଣା ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅନେକ ଓଡ଼ିଆ ଓ ବଙ୍ଗଳା ସିନେମାରେ କାମ କରିଛନ୍ତି । ୧୯୮୮ ଜାନୁଆରୀରେ ମୁକ୍ତିଲାଭ କରିଥିଲା ଚଳଚ୍ଚିତ୍ର ଲାଲ୍‍ପାନ ବିବି ନବାଗତା ଅଭିନେତ୍ରୀଭାବେ ମହାନ୍ତି ଅଭିନୟ ଆରମ୍ଭ କରିଥିଲେ । ସେ ନାୟିକା, ସହ-ନାୟିକା, ନକାରାତ୍ମକ ଭୂମିକାରେ ଏବଂ ଦୂରଦର୍ଶନ ଧାରାବାହିକମାନଙ୍କରେ ପ୍ରମୁଖ ଭୂମିକାରେ ମଧ୍ୟ ଅଭିନେତ୍ରୀ ଭାବେ ଅଭିନୟ କରିଛନ୍ତି । ସେ ପଚାଶରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ତରଙ୍ଗ ଟିଭିରେ ପ୍ରସାରିତ "ସ୍ୱାଭିମାନ" ଓ "ଅମ୍ବିକାଖୁଡ଼ୀଙ୍କ ହାଣ୍ଡିଶାଳ" ତାଙ୍କ ଅଭିନୀତ ଦୁଇଟି ଲୋକପ୍ରିୟ ଧାରାବାହିକ କାର୍ଯ୍ୟକ୍ରମ । ସେ ଭାରତୀୟ ଡାକ ବିଭାଗରେ କାର୍ଯ୍ୟ କରନ୍ତି ।

    48 ପଠିତ (↑48 ଗତକାଲିଠାରୁ), 48

    1 ଦିନ ଷ୍ଟ୍ରିକ

    🔍 🗞️
  6. 6

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    42 ପଠିତ (↑42 ଗତକାଲିଠାରୁ), 42

    1 ଦିନ ଷ୍ଟ୍ରିକ

    🔍 🗞️
  7. 7

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    35 ପଠିତ (↑35 ଗତକାଲିଠାରୁ), 35

    1 ଦିନ ଷ୍ଟ୍ରିକ

    🔍 🗞️
  8. 8

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    32 ପଠିତ (↑32 ଗତକାଲିଠାରୁ), 32

    1 ଦିନ ଷ୍ଟ୍ରିକ

    🔍 🗞️
  9. 9

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    32 ପଠିତ (↑32 ଗତକାଲିଠାରୁ), 32

    1 ଦିନ ଷ୍ଟ୍ରିକ

    🔍 🗞️
  10. 10

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    31 ପଠିତ (↑31 ଗତକାଲିଠାରୁ), 31

    1 ଦିନ ଷ୍ଟ୍ରିକ

    🔍 🗞️
  11. 11

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    27 ପଠିତ (↑27 ଗତକାଲିଠାରୁ), 27

    1 ଦିନ ଷ୍ଟ୍ରିକ

    🔍 🗞️
  12. 12

    ମହେନ୍ଦ୍ର ସିଂହ ଧୋନି

    ମହେନ୍ଦ୍ର ସିଂହ ଧୋନି

    ମହେନ୍ଦ୍ର ସିଂହ ଧୋନି ଭାରତୀୟ କ୍ରିକେଟ ଦଳର ଜଣେ ପୂର୍ବତନ କ୍ରିକେଟ ଖେଳାଳୀ ଓ ଅଧିନାୟକ । ସେ ୨୦୦୭ରେ ଟି୨୦ ବିଶ୍ୱକପ ଓ ୨୦୧୧ରେ ଦିନିକିଆ ବିଶ୍ୱକପରେ ଭାରତର ନେତୃତ୍ତ୍ୱ ନେଇଥିଲେ ଓ ତାଙ୍କ ଦଳଏ ଦୁଇ ଖେଳରେ ବିଜୟୀ ହୋଇଥିଲେ ।

    26 ପଠିତ (↑26 ଗତକାଲିଠାରୁ), 26

    1 ଦିନ ଷ୍ଟ୍ରିକ

    🔍 🗞️
  13. 13

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    25 ପଠିତ (↑25 ଗତକାଲିଠାରୁ), 25

    1 ଦିନ ଷ୍ଟ୍ରିକ

    🔍 🗞️
  14. 14

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    25 ପଠିତ (↑25 ଗତକାଲିଠାରୁ), 25

    1 ଦିନ ଷ୍ଟ୍ରିକ

    🔍 🗞️
  15. 15

    ଓଡ଼ିଆ ଲିପି

    ଓଡ଼ିଆ ଲିପି

    ଓଡ଼ିଆ ଲିପି (ଉତ୍କଳ ଲିପି/ ଉତ୍କଳାକ୍ଷର) ଓଡ଼ିଆ ଭାଷା ଲେଖିବା ପାଇଁ ବ୍ୟବହାର କରାଯାଏ । ଏହା ପୁରାତନ କଳିଙ୍ଗ ଲିପିରୁ ତିଆରି । ଅତୀତର କଳିଙ୍ଗ ଲିପିର ଅବଶେଷ ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫାର ମଞ୍ଚପୁରୀ ଗୁମ୍ଫା ତଥା ଓଡ଼ିଶାର ବାକି ଅନେକ ସ୍ଥାନରୁ ମିଳିଥିବା ପଥର ଅଭିଲେଖରୁ ମିଳିଥାଏ ।

    24 ପଠିତ (↑24 ଗତକାଲିଠାରୁ), 24

    1 ଦିନ ଷ୍ଟ୍ରିକ

    🔍 🗞️
  16. 16

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    Odia

    24 ପଠିତ (↑24 ଗତକାଲିଠାରୁ), 24

    1 ଦିନ ଷ୍ଟ୍ରିକ

    🔍 🗞️
  17. 17

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    23 ପଠିତ (↑23 ଗତକାଲିଠାରୁ), 23

    1 ଦିନ ଷ୍ଟ୍ରିକ

    🔍 🗞️
  18. 18

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    23 ପଠିତ (↑23 ଗତକାଲିଠାରୁ), 23

    1 ଦିନ ଷ୍ଟ୍ରିକ

    🔍 🗞️
  19. 19

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    22 ପଠିତ (↑22 ଗତକାଲିଠାରୁ), 22

    1 ଦିନ ଷ୍ଟ୍ରିକ

    🔍 🗞️
  20. 20

    ଲିପି (ଅଭିନେତ୍ରୀ)

    ଲିପି (ଅଭିନେତ୍ରୀ)

    ‌ଲିପି‌ ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ‌ମୁଁ ବିନା ଘୁଙ୍ଗୁରରେ ନାଚିବି‌ ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍‌ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।

    22 ପଠିତ (↑22 ଗତକାଲିଠାରୁ), 22

    1 ଦିନ ଷ୍ଟ୍ରିକ

    🔍 🗞️
  21. 21

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    21 ପଠିତ (↑21 ଗତକାଲିଠାରୁ), 21

    1 ଦିନ ଷ୍ଟ୍ରିକ

    🔍 🗞️
  22. 22

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    21 ପଠିତ (↑21 ଗତକାଲିଠାରୁ), 21

    1 ଦିନ ଷ୍ଟ୍ରିକ

    🔍 🗞️
  23. 23

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।

    20 ପଠିତ (↑20 ଗତକାଲିଠାରୁ), 20

    1 ଦିନ ଷ୍ଟ୍ରିକ

    🔍 🗞️
  24. 24

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    20 ପଠିତ (↑20 ଗତକାଲିଠାରୁ), 20

    1 ଦିନ ଷ୍ଟ୍ରିକ

    🔍 🗞️
  25. 25

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    19 ପଠିତ (↑19 ଗତକାଲିଠାରୁ), 19

    1 ଦିନ ଷ୍ଟ୍ରିକ

    🔍 🗞️
  26. 26

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।

    19 ପଠିତ (↑19 ଗତକାଲିଠାରୁ), 19

    1 ଦିନ ଷ୍ଟ୍ରିକ

    🔍 🗞️
  27. 27

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    19 ପଠିତ (↑19 ଗତକାଲିଠାରୁ), 19

    1 ଦିନ ଷ୍ଟ୍ରିକ

    🔍 🗞️
  28. 28

    ଭାରତ

    ଭାରତ

    ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

    19 ପଠିତ (↑19 ଗତକାଲିଠାରୁ), 19

    1 ଦିନ ଷ୍ଟ୍ରିକ

    🔍 🗞️
  29. 29

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    18 ପଠିତ (↑18 ଗତକାଲିଠାରୁ), 18

    1 ଦିନ ଷ୍ଟ୍ରିକ

    🔍 🗞️
  30. 30

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    17 ପଠିତ (↑17 ଗତକାଲିଠାରୁ), 17

    1 ଦିନ ଷ୍ଟ୍ରିକ

    🔍 🗞️
  31. 31

    ଅମିତାଭ ବଚ୍ଚନ

    ଅମିତାଭ ବଚ୍ଚନ

    ଅମିତାଭ ବଚ୍ଚନ (ହିନ୍ଦୀ: अमिताभ बच्चन, ଉଚ୍ଚାରଣ [əmɪtaːbʱ bəttʃən]) ଜଣେ ଭାରତୀୟ ହିନ୍ଦୀ କଥାଚିତ୍ର ଅଭିନେତା ଓ ପ୍ରଯୋଜକ । ତାଙ୍କର ପୂରାନାମ ଅମିତାଭ ହରିବଂଶ ରାୟ ଶ୍ରୀବାସ୍ତବ ବଚ୍ଚନ । ସେ ୧୯୪୨ ମସିହା ଅକ୍ଟୋବର ମାସ ୧୧ ତାରିଖରେ ଭାରତର ଉତ୍ତର ପ୍ରଦେଶଠାରେ ଜନ୍ମଗ୍ରହଣ କରିଥିଲେ । ୧୯୬୯ ମସିହା ନଭେମ୍ବର ମାସ ୭ ତାରିଖରେ ମୁକ୍ତିଲାଭ କରିଥିବା ସାତ୍ ହିନ୍ଦୁସ୍ତାନୀ ହେଉଛି ତାଙ୍କ ଅଭିନୀତ ପ୍ରଥମ ଚଳଚ୍ଚିତ୍ର । ୧୯୭୦ ଦଶକର ପ୍ରଥମାର୍ଦ୍ଧରେ ଜଞ୍ଜିର୍ ଓ ଦିୱାର୍ ଭଳି ଚଳଚ୍ଚିତ୍ରରେ ତାଙ୍କର ଅଭିନୟ ତାଙ୍କୁ ଲୋକପ୍ରିୟ କରାଇଥିଲା । ବଲିଉଡ୍‌ରେ ସେ ଅଭିନୟ କରିଥିବା ଚରିତ୍ରଗୁଡ଼ିକ ପାଇଁ ତାଙ୍କୁ ଭାରତର ପ୍ରଥମ ୟାଙ୍ଗ୍ରି ୟଙ୍ଗ୍ ମ୍ୟାନ୍ ଆଖ୍ୟା ମଧ୍ୟ ଦିଆଯାଇଛି । ହିନ୍ଦୀ ସିନେ ଜଗତରେ ସେ ବଲିଉଡ୍‌ର ଶେହେନ୍‌ଶାହ, ସୁପର୍‌ଷ୍ଟାର୍ ଅଫ୍ ଦ ମିଲେନିୟମ୍ ଓ ବିଗ୍ ବି ନାମରେ ବେଶ୍ ଜଣାଶୁଣା । ସେ ୪ ଦଶନ୍ଧୀରୁ ଅଧିକ ସମୟ ଧରି ପ୍ରାୟ ୧୮୦ଟି ଭାରତୀୟ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ସେ କଭି କଭି ମେରେ ଦିଲ୍ ମେ (ଚଳଚ୍ଚିତ୍ର : କଭି କଭି), ଏକ୍‌ଲା ଚଲୋ ରେ (ଚଳଚ୍ଚିତ୍ର : କାହାନୀ), ବାତେଁ ହ‌ୱା ହେ ସାରି (ଚଳଚ୍ଚିତ୍ର : ଚିନି କମ୍), ନୂର୍ (ଚଳଚ୍ଚିତ୍ର : ଦିଲ୍ଲୀ ୬), ଚଲି ଚଲି (ଚଳଚ୍ଚିତ୍ର : ବାଗ୍‌ବାନ୍) ଓ ହୋରି ଖେଲେ (ଚଳଚ୍ଚିତ୍ର : ବାଗ୍‌ବାନ୍) ଭଳି ଅନେକ ଗୀତରେ ସେ କଣ୍ଠଦାନ ମଧ୍ୟ କରିଛନ୍ତି । ଭାରତୀୟ ସିନେ ଇତିହାସରେ ବଚ୍ଚନଙ୍କୁ ଜଣେ ମହାନ ଓ ପ୍ରଭାବଶାଳୀ ଅଭିନେତା ଭାବେ ଜଣାଯାଏ । ୧୯୭୦-୮୦ ଦଶକରେ ତାଙ୍କର ପ୍ରଭାବଶାଳୀ ଅଭିନୟ ପାଇଁ ଫ୍ରେଞ୍ଚ୍ ନିର୍ଦ୍ଦେଶକ ଫ୍ରାନ୍‌କୋଇସ୍ ଟ୍ରୁଫାଉଟ୍ ତାଙ୍କୁ ୱାନ୍-ମ୍ୟାନ୍-ଇଣ୍ଡଷ୍ଟ୍ରି ଆଖ୍ୟା ଦେଇଥିଲେ । ୧୯୮୦ ମସିହାରେ ବଚ୍ଚନଙ୍କୁ ଲୋକ ସଭାର ଜଣେ ସଦସ୍ୟ ରୂପେ ମନୋନୀତ କରାଯାଇଥିଲା । ୧୯୯୦ ମସିହାରେ ସେ ତାଙ୍କର ନିଜର ଚଳଚ୍ଚିତ୍ର ପ୍ରଯୋଜନାକାରୀ କମ୍ପାନୀ ଆରମ୍ଭ କରିଥିଲେ । ୧୯୯୭ ମସିହାରେ ପୁନର୍ବାର ମୃତ୍ୟୁଦାତା ଚଳଚ୍ଚିତ୍ର ଜରିଆରେ ସେ ଅଭିନୟ ଦୁନିଆକୁ ଫେରିଥିଲେ । ୨୦୦୦ ମସିହାରେ ସେ Who Wants to Be a Millionaire?ର ଭାରତୀୟ ସଂସ୍କରଣ କୌନ୍ ବନେଗା କରୋଡ଼୍‌ପତି?ର ସଞ୍ଚାଳକ ଭାବେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ୨୦୧୩ ମସିହାରେ ଦ ଗ୍ରେଟ୍ ଗ୍ୟାଟ୍‌ସ୍‌ବାୟ୍ ଚଳଚ୍ଚିତ୍ରରେ ମେୟର୍ ୱଲ୍‌ଫ୍‌ଶିମ୍ ନାମକ ଏକ ଅଣଭାରତୀୟ ଚରିତ୍ରରେ ଅଭିନୟ କରି ସେ ପ୍ରଥମ ଥର ପାଇଁ ହଲିଉଡ୍‌ରେ ନିଜ ପାଦ ଥାପିଥିଲେ ।

    17 ପଠିତ (↑17 ଗତକାଲିଠାରୁ), 17

    1 ଦିନ ଷ୍ଟ୍ରିକ

    🔍 🗞️
  32. 32

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    17 ପଠିତ (↑17 ଗତକାଲିଠାରୁ), 17

    1 ଦିନ ଷ୍ଟ୍ରିକ

    🔍 🗞️
  33. 33

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    16 ପଠିତ (↑16 ଗତକାଲିଠାରୁ), 16

    1 ଦିନ ଷ୍ଟ୍ରିକ

    🔍 🗞️
  34. 34

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    16 ପଠିତ (↑16 ଗତକାଲିଠାରୁ), 16

    1 ଦିନ ଷ୍ଟ୍ରିକ

    🔍 🗞️
  35. 35

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।

    16 ପଠିତ (↑16 ଗତକାଲିଠାରୁ), 16

    1 ଦିନ ଷ୍ଟ୍ରିକ

    🔍 🗞️
  36. 36

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    16 ପଠିତ (↑16 ଗତକାଲିଠାରୁ), 16

    1 ଦିନ ଷ୍ଟ୍ରିକ

    🔍 🗞️
  37. 37

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    15 ପଠିତ (↑15 ଗତକାଲିଠାରୁ), 15

    1 ଦିନ ଷ୍ଟ୍ରିକ

    🔍 🗞️
  38. 38

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    15 ପଠିତ (↑15 ଗତକାଲିଠାରୁ), 15

    1 ଦିନ ଷ୍ଟ୍ରିକ

    🔍 🗞️
  39. 39

    ଆକାଶନନ୍ଦ

    ଆକାଶନନ୍ଦ

    ଆକାଶନନ୍ଦ (ଜନ୍ମ ୩୦ ଡିସେମ୍ବର ୨୦୦୧) ଜଣେ ଭାରତୀୟ ଆଇନଜୀବୀ ଓ ଆଇନ ପୁସ୍ତକ ଲେଖକ| ସେ ନନ୍ଦ ଆଣ୍ଡ ନନ୍ଦ ଆସୋସିଏଟ୍ସ ର ପ୍ରତିଷ୍ଠାତା [୧]

    15 ପଠିତ (↑15 ଗତକାଲିଠାରୁ), 15

    1 ଦିନ ଷ୍ଟ୍ରିକ

    🔍 🗞️
  40. 40

    ଜଗନ୍ନାଥ

    ଜଗନ୍ନାଥ

    14 ପଠିତ (↑14 ଗତକାଲିଠାରୁ), 14

    1 ଦିନ ଷ୍ଟ୍ରିକ

    🔍 🗞️
  41. 41

    ଅଚ୍ୟୁତାନନ୍ଦ ଦାସ

    ଅଚ୍ୟୁତାନନ୍ଦ ଦାସ

    ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।

    14 ପଠିତ (↑14 ଗତକାଲିଠାରୁ), 14

    1 ଦିନ ଷ୍ଟ୍ରିକ

    🔍 🗞️
  42. 42

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ ।

    14 ପଠିତ (↑14 ଗତକାଲିଠାରୁ), 14

    1 ଦିନ ଷ୍ଟ୍ରିକ

    🔍 🗞️
  43. 43

    ହନୁମାନ ଚାଳିଶା

    ହନୁମାନ ଚାଳିଶା

    ହନୁମାନ ଚାଳିଶା ହେଉଛି ହିନ୍ଦୁ ଭଗବାନ ହନୁମାନଙ୍କୁ ଉତ୍ସର୍ଗୀକୃତ କରି ଲେଖାଯାଇଥିବା ଏକ ସ୍ତୁତି । ଏଥିରେ ୪୦ଟି ଚଉପାଇ ଅଛି । କବିତାରେ ଚାରି ଧାଡ଼ି ବିଶିଷ୍ଟ ଏକ ପଦକୁ ଚଉପାଇ କୁହାଯାଏ । ଷୋଡ଼ଶ ଶତାବ୍ଦୀରେ ଜନ୍ମଗ୍ରହଣ କରିଥିବା ଭାରତୀୟ କବି, ଦାର୍ଶନିକ ତ‌ଥା ସନ୍ଥ ଶ୍ରୀ ଗୋସ୍ୱାମୀ ତୁଳସୀ ଦାସ ଏହାକୁ ଅବଧୀ ଭାଷାରେ ରଚନା କରିଥିଲେ ।

    14 ପଠିତ (↑14 ଗତକାଲିଠାରୁ), 14

    1 ଦିନ ଷ୍ଟ୍ରିକ

    🔍 🗞️
  44. 44

    ଅଶୋକ (ସମ୍ରାଟ)

    ଅଶୋକ (ସମ୍ରାଟ)

    ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.

    13 ପଠିତ (↑13 ଗତକାଲିଠାରୁ), 13

    1 ଦିନ ଷ୍ଟ୍ରିକ

    🔍 🗞️
  45. 45

    ବିଜୟ ମିଶ୍ର

    ବିଜୟ ମିଶ୍ର

    ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମ‌ସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।

    13 ପଠିତ (↑13 ଗତକାଲିଠାରୁ), 13

    1 ଦିନ ଷ୍ଟ୍ରିକ

    🔍 🗞️
  46. 46

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    13 ପଠିତ (↑13 ଗତକାଲିଠାରୁ), 13

    1 ଦିନ ଷ୍ଟ୍ରିକ

    🔍 🗞️
  47. 47

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.

    13 ପଠିତ (↑13 ଗତକାଲିଠାରୁ), 13

    1 ଦିନ ଷ୍ଟ୍ରିକ

    🔍 🗞️
  48. 48

    ବିଶ୍ୱନାଥ କର

    ବିଶ୍ୱନାଥ କର

    ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।

    13 ପଠିତ (↑13 ଗତକାଲିଠାରୁ), 13

    1 ଦିନ ଷ୍ଟ୍ରିକ

    🔍 🗞️
  49. 49

    ଦୀନକୃଷ୍ଣ ଦାସ

    ଦୀନକୃଷ୍ଣ ଦାସ

    ଦୀନକୃଷ୍ଣ ଦାସ ସପ୍ତଦଶ ଶତାବ୍ଦୀର ଜଣେ ଓଡ଼ିଶୀ ସଙ୍ଗୀତକାର, ରୀତି ଓ ଭକ୍ତି କବି । ସେ ରସକଲ୍ଲୋଳ ନାମକ କୃଷ୍ଣଲୀଳା ସମ୍ବଳିତ ଛାନ୍ଦକାବ୍ୟ ପାଇଁ ଜନାଦୃତ ।

    13 ପଠିତ (↑13 ଗତକାଲିଠାରୁ), 13

    1 ଦିନ ଷ୍ଟ୍ରିକ

    🔍 🗞️
  50. 50

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    13 ପଠିତ (↑13 ଗତକାଲିଠାରୁ), 13

    1 ଦିନ ଷ୍ଟ୍ରିକ

    🔍 🗞️
  51. 51

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    13 ପଠିତ (↑13 ଗତକାଲିଠାରୁ), 13

    1 ଦିନ ଷ୍ଟ୍ରିକ

    🔍 🗞️
  52. 52

    ନିତ୍ୟାନନ୍ଦ ମହାପାତ୍ର

    ନିତ୍ୟାନନ୍ଦ ମହାପାତ୍ର

    ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।

    13 ପଠିତ (↑13 ଗତକାଲିଠାରୁ), 13

    1 ଦିନ ଷ୍ଟ୍ରିକ

    🔍 🗞️
  53. 53

    ଉତ୍ତର କୋରିଆ

    ଉତ୍ତର କୋରିଆ

    ଉତ୍ତର କୋରିଆ, ଆଧିକାରିକ ରୂପେ ଗଣତାନ୍ତ୍ରିକ ଜନଗଣତନ୍ତ୍ରୀୟ କୋରିଆ ଗଣରାଜ୍ୟ ଭାବେ ଜଣାଶୁଣା, ପୂର୍ବ ଏସିଆର ଏକ ଦେଶ ଅଟେ। ଏହା କୋରିଆ ଉପଦ୍ଵୀପର ଉତ୍ତର ଅର୍ଦ୍ଧାଂଶକୁ ଅବୃତ୍ତ କରିଅଛି। ଉତ୍ତରରେ ୟାଲୁ (ଆମ୍ନୋକ) ଓ ତୁମେନ ନଦୀ ଚୀନ ଓ ରୂଷ ସହିତ ଏହାର ସୀମା ନିର୍ଦ୍ଧାରିତ କରିଥାଏ ଏବଂ ଦକ୍ଷିଣରେ କୋରିଆ ନିରସ୍ତ୍ରୀକୃତ ଅଞ୍ଚଳ ଦକ୍ଷିଣ କୋରିଆ ସହିତ ଏହାର ସୀମା ନିର୍ଦ୍ଧାରିତ କରିଥାଏ। ଦେଶଟିର ପଶ୍ଚିମରେ ପୀତ ସାଗର (ୟେଲୋ ସି') ତଥା ପୂର୍ବରେ ଜାପାନ ସାଗର ଉପସ୍ଥିତ। ସ୍ବାଧୀନତା ପରବର୍ତ୍ତୀ କାଳରୁ (୧୯୪୮ ମସିହାଠାରୁ) ଉତ୍ତର କୋରିଆ ସମ୍ପୂର୍ଣ କୋରିଆ ଉପଦ୍ଵୀପ ଓ ନିକଟବର୍ତ୍ତୀ ଦ୍ଵୀପମାନଙ୍କରେ ନିଜର ଅଧିକାର ଜମାଇବାର ଦାବି କରିଆସୁଥିଲା ଓ କୋରିଆର ଏକମାତ୍ର ନ୍ୟାୟସଙ୍ଗତ ସରକାର ହେବାର ଦାବି କରିଆସୁଥିଲା। କିନ୍ତୁ ୨୦୨୩ ମସିହାରେ କୋରିଆ ପୁନଃମିଶ୍ରଣର ଆକାଂକ୍ଷାକୁ ପୂର୍ଣରୂପରେ ବର୍ଜିତ କରିବା ଫଳସ୍ଵରୂପ ଆନୁଷ୍ଠାନିକ ରୂପରେ ଉତ୍ତର କୋରିଆ ଦକ୍ଷିଣ କୋରିଆକୁ "ଶତ୍ରୁ ରାଷ୍ଟ୍ର" ର ମାନ୍ୟତା ଦେଇଥିଲା। ଉତ୍ତର କୋରିଆର ରାଜଧାନୀ ଓ ବୃହତ୍ତମ ସହର ପ୍ୟୋଙ୍ଗୟାଙ୍ଗ ଅଟେ। କୋରିଆ ଉପଦ୍ଵୀପରେ ନିମ୍ନ ପାଲିଓଲିଥିକ ଯୁଗରୁ ମନୁଷ୍ୟ ବସବାସ କରୁଥିବାର ପ୍ରମାଣ ମିଳିଅଛି। ପ୍ରଥମ କୋରିଆ ରାଷ୍ଟ୍ର ସମ୍ପର୍କରେ ଖ୍ରୀ.ପୂ. ସପ୍ତମ ଶତାବ୍ଦୀର ଚୀନ ଅଭିଲେଖମାନଙ୍କରେ ସ୍ଛାନ ମିଳିଥାଏ। ଖ୍ରୀ.

    12 ପଠିତ (↑12 ଗତକାଲିଠାରୁ), 12

    1 ଦିନ ଷ୍ଟ୍ରିକ

    🔍 🗞️
  54. 54

    ଜୟୀ ରାଜଗୁରୁ

    ଜୟୀ ରାଜଗୁରୁ

    ଜୟକୃଷ୍ଣ ରାଜଗୁରୁ ମହାପାତ୍ର (୨୯ ଅକ୍ଟୋବର ୧୭୩୯ - ୬ ଡିସେମ୍ବର ୧୮୦୬) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଖୋର୍ଦ୍ଧାର ରାଜା ଗଜପତି ମୁକୁନ୍ଦ ଦେବ ଦ୍ୱିତୀୟଙ୍କ ରାଜଦରବାରରେ ରାଜକୀୟ ରାଜଗୁରୁ ହେବା ସହ ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ପ୍ରଶାସନିକ ପ୍ରତିନିଧି ମଧ୍ୟ ଥିଲେ ।

    12 ପଠିତ (↑12 ଗତକାଲିଠାରୁ), 12

    1 ଦିନ ଷ୍ଟ୍ରିକ

    🔍 🗞️
  55. 55

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।

    12 ପଠିତ (↑12 ଗତକାଲିଠାରୁ), 12

    1 ଦିନ ଷ୍ଟ୍ରିକ

    🔍 🗞️
  56. 56

    ସିକ୍ଲ ସେଲ୍ ରୋଗ

    ସିକ୍ଲ ସେଲ୍ ରୋଗ

    ସିକ୍ଲ ସେଲ୍ ରୋଗ (ଏସସିଡି), ଅନ୍ୟ ନାମ ସିକ୍ଲ ସେଲ୍ ଆନିମିଆ (ଏସସିଏ), ଏକ ରକ୍ତ ବେମାରୀ ଦଳ ଯାହା ଯାହା ବଂଶାନୁକ୍ରମେ ପ୍ରେରିତ ହୁଏ । ଫଳରେ ଲୋହିତ ରକ୍ତ କଣିକାରେ ଥିବା ଅମ୍ଳଜାନ ବାହକ ପ୍ରୋଟିନ ହେମୋଗ୍ଲୋବିନ ଅସାମାନ୍ୟ ହୋଇଯାଏ । ଏହାଦ୍ୱାରା ରକ୍ତ କଣିକା କେତେକ ପରିସ୍ଥିତିରେ ଏକ ଦାଆ ଆକାର ଧାରଣ କରେ । ଏହି ରୋଗ ୫ରୁ ୬ମାସ ବୟସରେ ଆରମ୍ଭ ହୁଏ । ଅନେକ ସ୍ୱାସ୍ଥ୍ୟ ସମସ୍ୟା ଏହା ଯୋଗୁ ଉତ୍ପନ୍ନ ହୁଏ ଯଥା:- ଯନ୍ତ୍ରଣା ଆକ୍ରମଣ (ସିକ୍ଲ ସେଲ୍ କ୍ରାଇସିସ୍), ଆନିମିଆ, ଜୀବାଣୁ ସଂକ୍ରମଣ ଓ ସ୍ଟ୍ରୋକ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ କ୍ରନିକ ଯନ୍ତ୍ରଣା ଲାଗିରହେ । ବିକଶିତ ଦେଶରେ ଏହି ରୋଗୀର ହାରାହାରି ଆୟୁଷ ପ୍ରାୟ ୫୦ ବର୍ଷ ।

    12 ପଠିତ (↑12 ଗତକାଲିଠାରୁ), 12

    1 ଦିନ ଷ୍ଟ୍ରିକ

    🔍 🗞️
  57. 57

    ହୃଷୀକେଶ ପଣ୍ଡା

    ହୃଷୀକେଶ ପଣ୍ଡା

    ହୃଷୀକେଶ ପଣ୍ଡା (ଜନ୍ମ: ୧ ମଇ ୧୯୫୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଓ ଓଡ଼ିଆ ଭାଷାର ସାହିତ୍ୟିକ । ସେ, ୧୯୭୯ ମସିହାର ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ସର୍ବ ଭାରତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ ।

    11 ପଠିତ (↑11 ଗତକାଲିଠାରୁ), 11

    1 ଦିନ ଷ୍ଟ୍ରିକ

    🔍 🗞️
  58. 58

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।

    11 ପଠିତ (↑11 ଗତକାଲିଠାରୁ), 11

    1 ଦିନ ଷ୍ଟ୍ରିକ

    🔍 🗞️
  59. 59

    ଚିନ୍ତାମଣି ବେହେରା

    ଚିନ୍ତାମଣି ବେହେରା

    ଚିନ୍ତାମଣି ବେହେରା (୭ ନଭେମ୍ବର ୧୯୨୭–୭ ମାର୍ଚ୍ଚ ୨୦୦୫) ଜଣେ ଭାରତୀୟ ଓଡ଼ିଆ କବି ଓ ସମାଲୋଚକ । ସେ ଶିଶୁଲେଖାର ସମ୍ପାଦନା କରିବା ସହ ୧୯୮୩ରୁ ୧୯୮୫ ପର୍ଯ୍ୟନ୍ତ ଓଡ଼ିଶା ସାହିତ୍ୟ ଏକାଡେମୀର ସମ୍ପାଦକ ଦାୟିତ୍ୱ ତୁଲାଇଥିଲେ ।

    11 ପଠିତ (↑11 ଗତକାଲିଠାରୁ), 11

    1 ଦିନ ଷ୍ଟ୍ରିକ

    🔍 🗞️
  60. 60

    ପଞ୍ଚସଖା

    ପଞ୍ଚସଖା

    ୧୫ ଓ ୧୬ଶ ଶତାବ୍ଦୀକୁ ପଞ୍ଚସଖା ଯୁଗ କୁହାଯାଏ । ଏହି ଯୁଗରେ ପାଞ୍ଚଜଣ ଭକ୍ତିକବି ଅନନ୍ତ ଦାସ, ଯଶୋବନ୍ତ ଦାସ, ଅଚ୍ୟୁତାନନ୍ଦ ଦାସ, ଜଗନ୍ନାଥ ଦାସ ଓ ବଳରାମ ଦାସଙ୍କୁ ନେଇ ପଞ୍ଚସଖା ଗଠିତ । ଏହି ପାଞ୍ଚଜଣଙ୍କୁ ଚୈତନ୍ୟଙ୍କ ପଞ୍ଚସଖା ମଧ୍ୟ କୁହାଯାଏ ।

    11 ପଠିତ (↑11 ଗତକାଲିଠାରୁ), 11

    1 ଦିନ ଷ୍ଟ୍ରିକ

    🔍 🗞️
  61. 61

    ରମାଦେବୀ ଚୌଧୁରୀ

    ରମାଦେବୀ ଚୌଧୁରୀ

    ରମାଦେବୀ ଚୌଧୁରୀ (୩ ଡିସେମ୍ବର ୧୮୯୯–୨୨ ଜୁଲାଇ ୧୯୮୫) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମଧୁସୂଦନ ଦାସ ତାଙ୍କର ବଡ଼ ବାପା ଥିଲେ ଓ ତାଙ୍କ ଜୀବନସାଥୀ ଗୋପବନ୍ଧୁ ଚୌଧୁରୀ ତଥା ଦୁଇସନ୍ତାନ ମନମୋହନ ଚୌଧୁରୀ ଓ ଅନ୍ନପୂର୍ଣ୍ଣା ମହାରଣା ସ୍ୱାଧୀନତା ସଂଗ୍ରାମୀ ଥିଲେ ।

    11 ପଠିତ (↑11 ଗତକାଲିଠାରୁ), 11

    1 ଦିନ ଷ୍ଟ୍ରିକ

    🔍 🗞️
  62. 62

    ବେଟି ବଚାଓ ବେଟି ପଢ଼ାଓ ଯୋଜନା

    ବେଟି ବଚାଓ ବେଟି ପଢ଼ାଓ ଯୋଜନା

    ଶିଶୁ କନ୍ୟାକୁ ବଞ୍ଚାଅ, ଝିଅକୁ ପଢ଼ାଅ (Beti Bachao, Beti Padhao)(BBBP) ଭାରତ ସରକାରଙ୍କ ଏକ ଯୋଜନା ଯାହାର ଲକ୍ଷ୍ୟ ହେଉଛି ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି । ନରେନ୍ଦ୍ର ମୋଦୀ ୨୨ ଜାନୁଆରୀ ୨୦୧୫ରେ ହରିଆଣାର ପାନିପଥଠାରେ ଏହି ଯୋଜନାର ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭିକ କର୍ପସ ପାଣ୍ଠି ହେଉଛି ୧୦୦ କୋଟି ।

    11 ପଠିତ (↑11 ଗତକାଲିଠାରୁ), 11

    1 ଦିନ ଷ୍ଟ୍ରିକ

    🔍 🗞️
  63. 63

    ଦାଶରଥି ଦାସ

    ଦାଶରଥି ଦାସ

    ଦାଶରଥି ଦାସ (ଜନ୍ମ: ୨୭ ଜୁଲାଇ ୧୯୩୬), ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଆଧାରିତ ପ୍ରାୟ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।

    11 ପଠିତ (↑11 ଗତକାଲିଠାରୁ), 11

    1 ଦିନ ଷ୍ଟ୍ରିକ

    🔍 🗞️
  64. 64

    ପ୍ରଶାନ୍ତ କୁମାର ପଟ୍ଟନାୟକ

    ପ୍ରଶାନ୍ତ କୁମାର ପଟ୍ଟନାୟକ

    ପ୍ରଶାନ୍ତ କୁମାର ପଟ୍ଟନାୟକ (ଜନ୍ମ : ୪ ମଇ ୧୯୪୩),ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜଣେ ଅର୍ଥନୀତିଜ୍ଞ । ସେ କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନ କରିବା ସହିତ,'ଅକ୍ସଫୋର୍ଡ଼ ଦାରିଦ୍ର‍୍ୟ ଓ ମାନବ ବିକାଶ'ର ଜଣେ ରିସର୍ଚ୍ଚ ଆସୋସିଏଟ ତଥା 'ମାନବ ବିକାଶ ଏବଂ କ୍ଷମତା' ଅନୁଷ୍ଠାନର ରିସର୍ଚ୍ଚ ଫେଲୋ ଅଟନ୍ତି । ସେ ଅମର୍ତ୍ୟ ସେନ ଓ କିନିଥ ଆରୋଙ୍କ ସହିତ ମିଶି 'ସୋସିଆଲ ଚଏସ ଆଣ୍ଡ ୱେଲଫେଆର'(Social Choice and Welfare) ନାମକ ଏକ ପତ୍ରିକା ସମ୍ପାଦନା କରନ୍ତି ।

    11 ପଠିତ (↑11 ଗତକାଲିଠାରୁ), 11

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    ଅସହଯୋଗ ଆନ୍ଦୋଳନ

    ଅସହଯୋଗ ଆନ୍ଦୋଳନ

    ଅସହଯୋଗ ଆନ୍ଦୋଳନ ମହାତ୍ମା ଗାନ୍ଧୀଙ୍କ ପରିଚାଳିତ ଇଂରେଜ ସରକାରଙ୍କ ବିରୁଦ୍ଧରେ ଥିଲା ପ୍ରଥମ ଜନ ଆନ୍ଦୋଳନ । ଏହି ଆନ୍ଦୋଳନ ବ୍ରିଟିଶ ସାମ୍ରାଜ୍ୟର ମୂଳଭିତ୍ତିକୁ ଦୋହଲାଇ ଦେଇଥିଲା । କେତେକ କାରଣ ଯୋଗୁଁ ଗାନ୍ଧିଜୀ ଇଂରେଜ ସରକାର ବିରୁଦ୍ଧରେ ଏହି ଆନ୍ଦୋଳନ କରିବା ପାଇଁ ସ୍ଥିର କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ), 10

    1 ଦିନ ଷ୍ଟ୍ରିକ

    🔍 🗞️
  66. 66

    ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ

    ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ

    ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।

    10 ପଠିତ (↑10 ଗତକାଲିଠାରୁ), 10

    1 ଦିନ ଷ୍ଟ୍ରିକ

    🔍 🗞️
  67. 67

    ଈରାବତୀ ଡଲ୍‍ଫିନ୍

    ଈରାବତୀ ଡଲ୍‍ଫିନ୍

    ଈରାବତୀ ଡଲ୍‍ଫିନ୍ ବା ଶିଶୁମାର ବା ଭୁଆସୁଣୀ ମାଛ (ଜୀବବିଜ୍ଞାନ ନାମ Orcaella Brevirostris) ଏକ ପ୍ରକାରର ସାମୁଦ୍ରିକ ଡଲ୍‍ଫିନ୍ ମାଛ । ବଙ୍ଗୋପସାଗର ଓ ଦକ୍ଷିଣ-ପୂର୍ବ ଏସିଆର ନଦୀ, ନଦୀ ମୁହାଣ, ଜୁଆରିଆ ମୁହାଣ ଇତ୍ୟାଦି ସ୍ଥାନରେ ଏମାନେ ଦେଖିବାକୁ ମିଳନ୍ତି । ଏମାନେ ସବୁ ମାନର କ୍ଷାରୀୟ ବା ଲୁଣିଆ ପାଣିରେ ବସବାସ କରିବା ଦେଖାଯାଇଛି ।

    10 ପଠିତ (↑10 ଗତକାଲିଠାରୁ), 10

    1 ଦିନ ଷ୍ଟ୍ରିକ

    🔍 🗞️
  68. 68

    ବଳରାମ ଦାସ

    ବଳରାମ ଦାସ

    ବଳରାମ ଦାସ ପଞ୍ଚଦଶ ଶତାବ୍ଦୀର ଓଡ଼ିଆ ସନ୍ଥକବି ଓ ପଞ୍ଚସଖାଙ୍କ ମଧ୍ୟରୁ ଜ୍ୟେଷ୍ଠ । ସେ ଓଡ଼ିଆରେ ଅନେକ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିଛନ୍ତି । ଦାଣ୍ଡି ବା ଜଗମୋହନ ରାମାୟଣ ଓ ଲକ୍ଷ୍ମୀ ପୁରାଣ ତହିଁ ମଧ୍ୟରୁ ଅନ୍ୟତମ ।

    10 ପଠିତ (↑10 ଗତକାଲିଠାରୁ), 10

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ଚିତ୍ତରଞ୍ଜନ ଦାସ

    ଚିତ୍ତରଞ୍ଜନ ଦାସ

    ଚିତ୍ତରଞ୍ଜନ ଦାସ (ଚିତ୍ତଭାଇ ଭାବେ ପରିଚିତ, ୩ ଅକ୍ଟୋବର ୧୯୨୩ - ୧୬ ଜାନୁଆରୀ ୨୦୧୧) ଜଣେ ଓଡ଼ିଆ ଲେଖକ, ଅନୁବାଦକ, ସମାଲୋଚକ ଓ ସମାଜ ସଂସ୍କାରକ ଥିଲେ । ଅନେକ ଭାଷାରେ ଦଖଲ ଥିବା ସତ୍ତ୍ୱେ ଓଡ଼ିଆ ଭାଷାରେ ଲେଖା ପାଇଁ ବ୍ୟାକୁଳ ଥିଲେ । ଏକ ନୂତନ ସମାଜର ପରିକଳ୍ପନା ପାଇଁ ସୁହ୍ରୁତ୍ ଅନୁଷ୍ଠାନ ଗଢିଛନ୍ତି ।

    10 ପଠିତ (↑10 ଗତକାଲିଠାରୁ), 10

    1 ଦିନ ଷ୍ଟ୍ରିକ

    🔍 🗞️
  70. 70

    ଆଚାର୍ଯ୍ୟ ହରିହର

    ଆଚାର୍ଯ୍ୟ ହରିହର

    ଆଚାର୍ଯ୍ୟ ହରିହର (୮ ମାର୍ଚ୍ଚ ୧୮୭୯ -୨୧ ଫେବୃଆରୀ ୧୯୭୧) ଓଡ଼ିଶାରେ ଜନ୍ମିତ ଜଣେ ସ୍ୱାଧୀନତା ସଂଗ୍ରାମୀ, ଶିକ୍ଷକ ଓ ସମାଜସେବୀ ଥିଲେ । ସତ୍ୟବାଦୀ ବନବିଦ୍ୟାଳୟର ଶିକ୍ଷକ ରୂପେ ସତ୍ୟବାଦୀର ସାହିତ୍ୟ-କର୍ମରେ ସକ୍ରିୟ ଓ ସଫଳ ଅଂଶଗ୍ରହଣ କରିଥିଲେ । ସେ ଭଗବତ ଗୀତାର ଅନୁବାଦ ଓ ପିଲାଙ୍କ ବ୍ୟାକରଣ ପ୍ରଭୃତି ରଚନା କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ), 10

    1 ଦିନ ଷ୍ଟ୍ରିକ

    🔍 🗞️
  71. 71

    ଅଭିମନ୍ୟୁ ସାମନ୍ତସିଂହାର

    ଅଭିମନ୍ୟୁ ସାମନ୍ତସିଂହାର

    ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।

    10 ପଠିତ (↑10 ଗତକାଲିଠାରୁ), 10

    1 ଦିନ ଷ୍ଟ୍ରିକ

    🔍 🗞️
  72. 72

    ଧ୍ୟାନଚାନ୍ଦ

    ଧ୍ୟାନଚାନ୍ଦ

    ଧ୍ୟାନ ଚାନ୍ଦ (୨୯ ଅଗଷ୍ଟ ୧୯୦୫ - ୩ ଡିସେମ୍ବର, ୧୯୭୯) ଜଣେ ଭାରତୀୟ ହକି ଖେଳାଳି ଓ ଅଧିନାୟକ ଥିଲେ । ହକି ଖେଳରେ ବିଶ୍ୱର ଜଣେ ସର୍ବକାଳୀନ ଶ୍ରେଷ୍ଠ ଖେଳାଳି ଭାବେ ତାଙ୍କର ମାନ୍ୟତା ରହିଛି ।

    10 ପଠିତ (↑10 ଗତକାଲିଠାରୁ), 10

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ମହାନଦୀ

    ମହାନଦୀ

    ମହାନଦୀ ଓଡ଼ିଶାର ବଡନଦୀ। ଛତିଶଗଡ଼଼ର ଅମରକଣ୍ଟକ ମାଳଭୁମିରୁ (ଧମତରି ଜିଲ୍ଲା) ବାହାରି ଏହା ଝାରସୁଗୁଡ଼ା ଜିଲ୍ଲାରେ ଓଡ଼ିଶାକୁ ପ୍ରବେଶ କରିଛି । ଏହାର ଦୈର୍ଘ୍ୟ ୮୫୮ କି.ମି । ଏହା ପାରାଦ୍ୱୀପ ନିକଟସ୍ଥ ବତିଘରର ଦକ୍ଷିଣରେ ବଙ୍ଗୋପ ସାଗରରେ ପଡ଼ିଛି । ଏହା ଭାରତର ୬ଷ୍ଠ ବୃହତ୍ତମ ନଦୀ । ଓଡ଼ିଶାରେ ଏହାର ଦୈର୍ଘ୍ୟ ୪୯୪ କି.ମି.

    10 ପଠିତ (↑10 ଗତକାଲିଠାରୁ), 10

    1 ଦିନ ଷ୍ଟ୍ରିକ

    🔍 🗞️
  74. 74

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    10 ପଠିତ (↑10 ଗତକାଲିଠାରୁ), 10

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ହାଡ଼ଫୁଟି

    ହାଡ଼ଫୁଟି

    ହାଡ଼ଫୁଟି, (ଇଂରାଜୀରେ chickenpox ବା varicella), ଏକ ଅତ୍ୟଧିକ ସଂକ୍ରାମକ ରୋଗ (contagious) ବା ଛୁଆଁ ରୋଗ ଯାହା ଭାରିସେଲା ଜୋସ୍ଟର ଭୁତାଣୁଦ୍ୱାରା ହୁଏ ଓ ରୋଗୀ ସଂସ୍ପର୍ଶରେ ଆସିଲେ ହୁଏ । ଏହି ରୋଗର ବିଶେଷତା ହେଲା ଛୋଟ ଛୋଟ ଗଲୁକାରୀ ଫୋଟକା (small blisters) ହୋଇ ଅବଶେଷରେ ତା ଉପରେ ବକଳା ହୁଏ । ଏହା ମୁହଁ, ଛାତି ଓ ପିଠିରେ ଆରମ୍ଭ ହୋଇ ଦେହା ସାରା ମାଡ଼ିଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଜ୍ୱର, ଥକ୍କାଣ ଓ ମୁଣ୍ଡବଥା ହୁଏ । ଏହି ଲକ୍ଷଣ ଗୁଡ଼ିକ ୫ରୁ ୧୦ ଦିନ ପର୍ଯ୍ୟନ୍ତ ରହେ । ରୋଗ ଜଟିଳ ହେଲେ ନିମୋନିଆ, ଏନ୍‌କେଫାଲାଇଟିସ କିମ୍ବା ଚର୍ମରେ ଜୀବାଣୁ ସଂକ୍ରମଣ ହୁଏ । ପିଲାଙ୍କ ଅପେକ୍ଷା ବଡ଼ମାନଙ୍କୁ ଏହି ରୋଗ ଅଧିକ ମାରାତ୍ମକ ହୁଏ । ଭୁତାଣୁ ସଂସ୍ପର୍ଶରେ ଆସିବାର ୧୦ରୁ ୨୦ ଦିନ ପରେ ଲକ୍ଷଣ ଆରମ୍ଭ ହୁଏ ।

    9 ପଠିତ (↑9 ଗତକାଲିଠାରୁ), 9

    1 ଦିନ ଷ୍ଟ୍ରିକ

    🔍 🗞️
  76. 76

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।

    9 ପଠିତ (↑9 ଗତକାଲିଠାରୁ), 9

    1 ଦିନ ଷ୍ଟ୍ରିକ

    🔍 🗞️
  77. 77

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।

    9 ପଠିତ (↑9 ଗତକାଲିଠାରୁ), 9

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    ରାମାୟଣ

    ରାମାୟଣ

    ରାମାୟଣ ବାଲ୍ମୀକି ପ୍ରଣୀତ ରାମଚରିତ ବର୍ଣ୍ଣନାତ୍ମକ ସଂସ୍କୃତ ମହାକାବ୍ୟ ।

    9 ପଠିତ (↑9 ଗତକାଲିଠାରୁ), 9

    1 ଦିନ ଷ୍ଟ୍ରିକ

    🔍 🗞️
  79. 79

    ଭାଲୁ ଉପଦ୍ରବ

    ଭାଲୁ ଉପଦ୍ରବ

    ଭାଲୁ ଉପଦ୍ରବ ବିଜୟ ମିଶ୍ରଙ୍କ ରଚିତ ଏକ ଓଡ଼ିଆ ଏକାଙ୍କିକା । ଏହାର କାହାଣୀ ପଶୁର ବିଶ୍ୱାସ ଓ ମଣିଷର ବିଶ୍ୱାସହୀନତାକୁ ନେଇ ଗତିଶୀଳ ।

    9 ପଠିତ (↑9 ଗତକାଲିଠାରୁ), 9

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।

    9 ପଠିତ (↑9 ଗତକାଲିଠାରୁ), 9

    1 ଦିନ ଷ୍ଟ୍ରିକ

    🔍 🗞️
  81. 81

    ଅକ୍କିନେନି ନାଗାର୍ଜୁନ

    ଅକ୍କିନେନି ନାଗାର୍ଜୁନ

    ‌ଅକ୍କିନେନି ନାଗାର୍ଜୁନ‌ (ଜନ୍ମ ୨୯ ଅଗଷ୍ଟ ୧୯୫୯) ଜଣେ ଭାରତୀୟ ଚଳଚ୍ଚିତ୍ର ଅଭିନେତା, ପ୍ରଜୋଜକ ଏବଂ ଦୂରଦର୍ଶନର ଉପସ୍ଥାପକ । ସେ ମୁଖ୍ୟତଃ ତେଲୁଗୁ ଚଳଚ୍ଚିତ୍ରରେ ଅଭିନୟ କରନ୍ତି । କିନ୍ତୁ ସେ ଏବେଯାଏ ପାଖାପାଖି ୯୦ଟିରୁ ଅଧିକ ହିନ୍ଦୀ, ତାମିଲ ଏବଂ ତେଲୁଗୁ ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ, ସ‌ହକାରୀ ଭୂମିକାରେ ଏବଂ ଅତିଥି କଳାକାର ଭୂମିକାରେ ଅଭିନୟ କରିଛନ୍ତି । ସେ ୯ଟି ରାଜ୍ୟ ନନ୍ଦି ପୁରସ୍କାର, ୩ଟି ଦକ୍ଷିଣ ଫିଲ୍ମ‌ଫୟାର ପୁରସ୍କାର ଏବଂ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଥରେ ଏକ ସ୍ୱତନ୍ତ୍ର ପୁରସ୍କାର ପାଇଥିଲେ । ୧୯୯୬ରେ ମୁକ୍ତିଲାଭ କରିଥିବା ନାଗାର୍ଜୁନଙ୍କ ପ୍ରଜୋଜିତ ଏବଂ ଅଭିନୀତ ଚଳଚ୍ଚିତ୍ର ‌ନିନ୍ନେ ପେଲ୍ଲାଦାତା‌ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ସେହି ବର୍ଷର ଶ୍ରେଷ୍ଠ ତେଲୁଗୁ ଚଳଚ୍ଚିତ୍ର ଘୋଷିତ ହୋଇଥିଲା ।

    9 ପଠିତ (↑9 ଗତକାଲିଠାରୁ), 9

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    9 ପଠିତ (↑9 ଗତକାଲିଠାରୁ), 9

    1 ଦିନ ଷ୍ଟ୍ରିକ

    🔍 🗞️
  83. 83

    ମହାଳୟା

    ମହାଳୟା

    ମହାଳୟା (ଇଂରାଜୀ: Mahalaya, ମହାଳୟା ଅମାବାସ୍ୟା ନାମରେ ମଧ୍ୟ ଜଣା) ଭାରତର ରାଜ୍ୟ ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ '''ମହାଳୟା ଶ୍ରାଦ୍ଧ''', '''ସାମ୍ବତ୍ସରିକ ଶ୍ରାଦ୍ଧ''' ବା '''ପାର୍ବଣ ଶ୍ରାଦ୍ଧ''' ବା '''ମଉଳା ଶ୍ରାଦ୍ଧ''' କୁହାଯାଏ ।

    9 ପଠିତ (↑9 ଗତକାଲିଠାରୁ), 9

    1 ଦିନ ଷ୍ଟ୍ରିକ

    🔍 🗞️
  84. 84

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ (୯ ଜୁନ ୧୯୩୧-୪ ଅଗଷ୍ଟ ୨୦୦୬ ), ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଜଣେ ଲେଖିକା ଥିଲେ । ସେ ଓଡ଼ିଶାର ଲୌହମାନବୀ ରୂପେ ସୁପରିଚିତ। । ସେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ । ୧୯୭୨ରୁ ୧୯୭୩ ଓ ୧୯୭୪ରୁ ୧୯୭୬ ମସିହାରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ।

    9 ପଠିତ (↑9 ଗତକାଲିଠାରୁ), 9

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    ଛ ମାଣ ଆଠ ଗୁଣ୍ଠ

    ଛ ମାଣ ଆଠ ଗୁଣ୍ଠ

    ଛ ମାଣ ଆଠ ଗୁଣ୍ଠ ୧୮୯୭ ମସିହାରେ ଫକୀର ମୋହନ ସେନାପତିଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ । ଏହା ପ୍ରଥମେ ଏକ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା । ଫକୀର ମୋହନ ଏହାକୁ "ଧୂର୍ଜଟୀ" ଛଦ୍ମନାମରେ ପ୍ରକାଶ କରାଇଥିଲେ । ସେତେବେଳର ଓଡ଼ିଶାର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା । ୧୯୮୬ରେ ପାର୍ବତୀ ଘୋଷ ଏହି ଉପନ୍ୟାସକୁ ଆଧାର କରି ସମାନ ନାମରେ ଏକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।

    9 ପଠିତ (↑9 ଗତକାଲିଠାରୁ), 9

    1 ଦିନ ଷ୍ଟ୍ରିକ

    🔍 🗞️
  86. 86

    ପାର୍କିନ୍‌ସନ୍ ରୋଗ

    ପାର୍କିନ୍‌ସନ୍ ରୋଗ

    ପାର୍କିନ୍‌ସନ୍ ରୋଗ (ପିଡି) ବା ସକମ୍ପ ଅଙ୍ଗ‌ଘାତ, କେନ୍ଦ୍ରୀୟ ସ୍ନାୟୁମଣ୍ଡଳର ଏକ ଦୀର୍ଘକାଳୀନ ବେମାରୀ ଯାହା ମଟର ସିସ୍ଟମକୁ ଆକ୍ରମଣ କରେ । ଲକ୍ଷଣ ସମୂହ ସମୟ କ୍ରମେ ଧୀରେ ଧୀରେ ପ୍ରକାଶ ପାଏ । କମ୍ପନ (shaking), ଦୃଢ଼ତା (rigidity), ଧୀର ଚଳନ (slowness of movement) ଓ ଚାଲି ଅସୁବିଧା (difficulty with walking) ଇତ୍ୟାଦି ଲକ୍ଷଣମାନ ପ୍ରଥମରୁ ଦେଖାଯାଏ । ବୋଧଶକ୍ତି (Thinking) ଓ ବ୍ୟବ‌ହାରିକ ପରିବର୍ତ୍ତନ ମଧ୍ୟ ହୋଇପାରେ । ଅନ୍ତିମ ସମୟରେ ବୁଦ୍ଧି ଭ୍ରଂଶ (en:Dementia) ହୁଏ । ଏକ ତୃତୀୟାଂଶରୁ ଅଧିକ ରୋଗୀଙ୍କର ଅବସାଦ Depression ଓ ଉତ୍କଣ୍ଠା ଜାତ ହୁଏ । ଅନ୍ୟ ଲକ୍ଷଣମାନ: ନିଦ୍ରା ସମସ୍ୟା (sleep), ଆବେଗ (en:emotion) ଓ ସ୍ପର୍ଶ (sensory) ସମସ୍ୟାମାନ ଦେଖାଯାଇପାରେ । ମୂଖ୍ୟ ମଟର ଲକ୍ଷଣ ଗୁଡ଼ିକୁ ସାମୂହିକ ଭାବରେ ପାର୍କିନସୋନିଜ୍ମ ବା ପାର୍କିନସୋନିଆନ ସିଣ୍ଡ୍ରୋମ କୁହାଯାଏ ।

    9 ପଠିତ (↑9 ଗତକାଲିଠାରୁ), 9

    1 ଦିନ ଷ୍ଟ୍ରିକ

    🔍 🗞️
  87. 87

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  88. 88

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ (୧୧ ଜୁନ ୧୯୧୨-୨୫ ଜୁନ ୧୯୮୭) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ । ୧୯୫୦ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ସପ୍ତଶଯ୍ୟାର ସେ କାହାଣୀ, ଚିତ୍ରନାଟ୍ୟ, ଗୀତ ଓ ସଂଳାପ ରଚନା କରିଥିଲେ ।

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ଏଚଆଇଭି/ଏଡସ

    ଏଚଆଇଭି/ଏଡସ

    ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍‌ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତ‌ଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  90. 90

    ନୂଆଖାଇ

    ନୂଆଖାଇ

    ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  91. 91

    ଚନ୍ଦ୍ରଶେଖର ନନ୍ଦ

    ଚନ୍ଦ୍ରଶେଖର ନନ୍ଦ

    ଚନ୍ଦ୍ରଶେଖର ନନ୍ଦ (୧୮୬୮-୧୯୩୨) ଜଣେ ଓଡ଼ିଆ ଗାଳ୍ପିକ । ତାଙ୍କ ଗଳ୍ପପୁସ୍ତକ ଚିତ୍ରକୁ ପ୍ରଥମ ଓଡ଼ିଆ ଗଳ୍ପ ବହିର ମାନ୍ୟତା ଦିଆଯାଏ । ଗଳ୍ପ ବ୍ୟତିତ ସେ ଓଡ଼ିଆ ସାହିତ୍ୟର ଅନ୍ୟ ବିଭବ ଯଥା ପ୍ରବନ୍ଧ, ଉପନ୍ୟାସ, କବିତାରେ ମଧ୍ୟ ଲେଖନି ଚାଳନା କରିଥିଲେ । ସେ ଅନେକ ପାଠ୍ୟ ପୁସ୍ତକ ମଧ୍ୟ ରଚନା କରିଥିଲେ । ସେ ଫକୀର ମୋହନ ସେନାପତି ଓ ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସମସାମୟିକ ଥିଲେ ।

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ଲାଲ ବାହାଦୁର ଶାସ୍ତ୍ରୀ

    ଲାଲ ବାହାଦୁର ଶାସ୍ତ୍ରୀ

    ଲାଲ ବାହାଦୂର ଶାସ୍ତ୍ରୀ (୨ ଅକ୍ଟୋବର ୧୯୦୪ - ୧୧ ଜାନୁଆରୀ ୧୯୬୬) ଜଣେ ଭାରତୀୟ ରାଜନେତା ଯିଏ ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ସେ ଗୁଜରାଟର ଆନନ୍ଦ ଅମୁଲ ଦୁଗ୍ଧ ସମବାୟ ସମିତିକୁ ସମର୍ଥନ ତଥା ଜାତୀୟ ଦୁଗ୍ଧ ବିକାଶ ବୋର୍ଡ ଗଠନ କରି ଶ୍ଵେତ ବିପ୍ଳବକୁ ପ୍ରୋତ୍ସାହିତ କରିଥିଲେ । ଏହା ଥିଲା ଦୁଗ୍ଧର ଉତ୍ପାଦନ ତଥା ଯୋଗାଣ ବୃଦ୍ଧି ପାଇଁ ଏକ ଜାତୀୟ ଅଭିଯାନ । ଭାରତର ଖାଦ୍ୟ ଉତ୍ପାଦନକୁ ବୃଦ୍ଧି କରିବାର ଆବଶ୍ୟକତାକୁ ଦର୍ଶାଇ ଶାସ୍ତ୍ରୀ ୧୯୬୫ ମସିହାରେ ଭାରତରେ ସବୁଜ ବିପ୍ଳବକୁ ମଧ୍ୟ ପ୍ରୋତ୍ସାହିତ କରିଥିଲେ । ଏହା ଫଳରେ ବିଶେଷ କରି ପଞ୍ଜାବ, ହରିୟାଣା ଏବଂ ଉତ୍ତରପ୍ରଦେଶରେ ଖାଦ୍ୟ ଶସ୍ୟ ଉତ୍ପାଦନରେ ବୃଦ୍ଧି ଘଟିଥିଲା ।

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    ବ୍ୟଞ୍ଜନ ବର୍ଣ୍ଣ

    ବ୍ୟଞ୍ଜନ ବର୍ଣ୍ଣ

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    ରାମଚନ୍ଦ୍ର ବେହେରା

    ରାମଚନ୍ଦ୍ର ବେହେରା

    ରାମଚନ୍ଦ୍ର ବେହେରା (ଜନ୍ମ : ୦୨ ନଭେମ୍ବର ୧୯୪୫) କେନ୍ଦୁଝର ଜିଲ୍ଲାର ଘଟଗାଁ ନିକଟସ୍ଥ ବାରହାଟିପୁରା ଗାଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ, ଔପନ୍ୟାସିକ ଓ ନାଟ୍ୟକାର । ଅନେକ ସାଧାରଣ ଘଟଣା ଓ ଚରିତ୍ରରେ ଲୁଚି ରହିଥିବା ଦାର୍ଶନିକ ଓ ପ୍ରତୀକାତ୍ମକ ବିଶ୍ଲେଷଣ, ସମବେଦନା ଓ ମନନଶୀଳତାକୁ ନିଜ ରଚନା ମାଧ୍ୟମରେ ସେ ପ୍ରକାଶ କରିଥାନ୍ତି ।

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ନବଦୁର୍ଗା

    ନବଦୁର୍ଗା

    ହିନ୍ଦୁ ଧର୍ମରେ ଶକ୍ତିରୂପିଣୀ ମାଆ ଦୁର୍ଗାଙ୍କର ନଅ ରୂପ ବୋଲି କୁହାଯାଏ। ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗା (ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଧମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ)ଙ୍କ ପୂଜା ଅନୁଷ୍ଠିତ ହୁଏ ୤

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  97. 97

    ସ୍ପିଡୋମିଟର

    ସ୍ପିଡୋମିଟର

    ମୋଟର ଗାଡ଼ିଟି ରାସ୍ତାରେ ଗତି କରୁଥିବା ବେଳେ ତାହାର ବେଗ ସମାନ ରହେ ନାହିଁ । ତାହାର ବେଗ ସୂଚାଇବା ପାଇଁ ସେଥିରେ ଗୋଟିଏ ଯନ୍ତ୍ର ଲାଗିଥାଏ । ଯାନଟି ଗତି କରୁଥିବାବେଳେ ଯନ୍ତ୍ରର କାଟି ଘୂରିବୁଲି ବେଗକୁ ଦର୍ଶାଇଥାଏ । ଏହି ଯନ୍ତ୍ରଟିର ନାମ ହେଲା ସ୍ୱିଡ଼ୋମିଟର ବା ବେଗମାପକ ଯନ୍ତ୍ର । ପ୍ରତିଟି ମୋଟର ଗାଡ଼ିରେ ଏହା ହେଉଛି ଏକ ମୁଖ୍ୟ ଯନ୍ତ୍ର । ଦି ଚକିଆ ମୋଟର ସାଇକେଲ, ମୋପେଡ଼ ଗାଡ଼ିଠାରୁ ଆରମ୍ଭ କରି ବସ୍,ଟ୍ରକ୍, ବୋଟ, ଉଡ଼ାଜାହାଜ, ସବୁ ପ୍ରକାରର ଯାନରେ ଏହା ବ୍ୟବହୃତ ହୋଇଥାଏ । ବୋଟରେ ଏହା ପିଟ୍ଲଗ୍ ନାମରେ ପରିଚିତ ହୋଇଥାଏ । ମାତ୍ର ଉଡ଼ାଜାହାଜରେ ଏହାର ନାମ ହେଉଛି ବାୟୁ ବେଗ ସୂଚକ ।

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  98. 98

    ଅକ୍ଷାଂଶ

    ଅକ୍ଷାଂଶ

    ନିରକ୍ଷବୃତ୍ତଠାରୁ ଉତ୍ତର ବା ଦକ୍ଷିଣ ଦିଗରେ କୌଣସି ସ୍ଥାନର ଦୁରତ୍ୱର କୌଣିକ ପରିମାଣକୁ ଅକ୍ଷାଂଶ କୁହାଯାଏ୤ ବିଷୁବରେଖାର ଏକ ସମାନ୍ତରରେ ଅବସ୍ଥିତ ସମସ୍ତ ଅକ୍ଷାଂଶ (latitude) ଏକ ୤ ଅକ୍ଷାଂଶ ଉତ୍ତର ଦିଗରେ ବା ଦକ୍ଷିଣ ଦିଗରେ ଶୁନ୍ୟ ଡିଗ୍ରୀଠାରୁ ୯୦ ଡିଗ୍ରୀ ପର୍ଯ୍ୟନ୍ତ ଗଣନା କରାଯାଏ ୤

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ଶିଶୁ ସାହିତ୍ୟ

    ଶିଶୁ ସାହିତ୍ୟ

    ଶିଶୁ ସାହିତ୍ୟ କିମ୍ବା କିଶୋର ସାହିତ୍ୟରେ ପିଲାମାନଙ୍କ ପାଇଁ ରଚିତ କାହାଣୀ, ପୁସ୍ତକ, ପତ୍ରିକା ଏବଂ କବିତା ଅନ୍ତର୍ଭୁକ୍ତ । ଆଧୁନିକ ଶିଶୁ ସାହିତ୍ୟ ଦୁଇଟି ଭିନ୍ନ ଶ୍ରେଣୀରେ ବିଭକ୍ତ: ବର୍ଗ କିମ୍ବା ପାଠକଙ୍କ ବୟସସୀମା ।

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ଦଶହରା

    ଦଶହରା

    ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।

    8 ପଠିତ (↑8 ଗତକାଲିଠାରୁ), 8

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: ।