ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ନିଗ୍ଧା ମହାନ୍ତି ଜଣେ ଜଣାଶୁଣା ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅନେକ ଓଡ଼ିଆ ଓ ବଙ୍ଗଳା ସିନେମାରେ କାମ କରିଛନ୍ତି । ୧୯୮୮ ଜାନୁଆରୀରେ ମୁକ୍ତିଲାଭ କରିଥିଲା ଚଳଚ୍ଚିତ୍ର ଲାଲ୍ପାନ ବିବି ନବାଗତା ଅଭିନେତ୍ରୀଭାବେ ମହାନ୍ତି ଅଭିନୟ ଆରମ୍ଭ କରିଥିଲେ । ସେ ନାୟିକା, ସହ-ନାୟିକା, ନକାରାତ୍ମକ ଭୂମିକାରେ ଏବଂ ଦୂରଦର୍ଶନ ଧାରାବାହିକମାନଙ୍କରେ ପ୍ରମୁଖ ଭୂମିକାରେ ମଧ୍ୟ ଅଭିନେତ୍ରୀ ଭାବେ ଅଭିନୟ କରିଛନ୍ତି । ସେ ପଚାଶରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ତରଙ୍ଗ ଟିଭିରେ ପ୍ରସାରିତ "ସ୍ୱାଭିମାନ" ଓ "ଅମ୍ବିକାଖୁଡ଼ୀଙ୍କ ହାଣ୍ଡିଶାଳ" ତାଙ୍କ ଅଭିନୀତ ଦୁଇଟି ଲୋକପ୍ରିୟ ଧାରାବାହିକ କାର୍ଯ୍ୟକ୍ରମ । ସେ ଭାରତୀୟ ଡାକ ବିଭାଗରେ କାର୍ଯ୍ୟ କରନ୍ତି ।
ଭାରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ଼ ରାଜନୈତିକ ଦଳ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ସରଳା ଦେବୀ (୧୯ ଅଗଷ୍ଟ ୧୯୦୪ - ୪ ଅକ୍ଟୋବର ୧୯୮୬ ) ଜଣେ ଭାରତୀୟ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଓ ଲେଖିକା ଥିଲେ । ବିଂଶ ଶତାବ୍ଦୀର ପ୍ରଥମ ଭାଗରେ ବ୍ରିଟିଶ ସରକାର ଅଧୀନରେ ଥିବା ବେଳେ ଭାରତରେ ନାରୀମାନଙ୍କର ସାମାଜିକ ଓ ରାଜନୈତିକ ଅଧିକାର ପାଇଁ ଆନ୍ଦୋଳନ ଆରମ୍ଭ ହେବା ସହ ନାରୀ ଶିକ୍ଷାର ପ୍ରଚାର ପ୍ରସାର ହୋଇଥିଲା । ସେହି ସମୟରେ ଏହାର ପ୍ରଭାବରେ ଓଡ଼ିଶାର ନାରୀନେତ୍ରୀ ରମାଦେବୀ, ମାଳତୀ ଚୌଧୁରୀ, ଗୋଦାବରୀ ଦେବୀ ପ୍ରମୁଖଙ୍କ ସହ ସେ ଭାରତର ସ୍ୱାଧୀନତା ଓ ନାରୀ ସ୍ୱାଧୀନତା ପାଇଁ ଲଢ଼ିଥିଲେ । ସେ ସତ୍ୟାଗ୍ରହରେ ଭାଗନେଇଥିବା ପ୍ରଥମ ଓଡ଼ିଆ ମହିଳା । ଇଞ୍ଚୁଡ଼ିଠାରେସେ ଲବଣ ସତ୍ୟାଗ୍ରହରେ ଭାଗନେଇଥିଲେ । ସ୍ୱାଧୀନତା ଆନ୍ଦୋଳନର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସେ ଜେଲଦଣ୍ଡ ଭୋଗ କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଗାନ୍ଧୀ ପରିବାର ହେଉଛି ମହାତ୍ମା ଗାନ୍ଧୀଙ୍କ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ପରିବାର । ବ୍ରିଟିଶ ଶାସିତ ଭାରତରେ ଗାନ୍ଧୀ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ଜଣେ ବିଶିଷ୍ଟ ନେତା ଥିଲେ । ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଅନ୍ତିମ ଯାତ୍ରା ସମୟରେ ଭାରତର ପ୍ରଧାନମନ୍ତ୍ରୀ "ବାପୁ" ବା ଜାତିର ପିତା ବୋଲି ସମ୍ବୋଧନ କରିଥିଲେ, ଯାହାକି ପ୍ରଥମେ ସୁଭାଷ ଚନ୍ଦ୍ର ବୋଷଙ୍କଦ୍ୱାରା ୬ ଜୁଲାଇ ୧୯୪୪ରେ ସିଙ୍ଗାପୁର ରେଡ଼ିଓରେ ପ୍ରଥମେ ସମ୍ବୋଧନ କରାଯାଇଥିଲା । ୧୮ ଅପ୍ରେଲ ୧୯୪୭ରେ, ସରୋଜିନୀ ନାଇଡୁ ମଧ୍ୟ ଗାନ୍ଧୀଙ୍କୁ ଜାତିର ପିତା ଆଖ୍ୟା ଦେଇଥିଲେ। ଗାନ୍ଧୀଙ୍କୁ ଭାରତରେ ବାପୁ ମଧ୍ୟ କୁହାଯାଏ । ଭାରତର ଜନସାଧାରଣ ତାଙ୍କୁ ଗାନ୍ଧୀଜି ବୋଲି ସମ୍ବୋଧନ କରନ୍ତି । ୧୯୧୪ ମସିହାରେ ଯେତେବେଳେ ଗାନ୍ଧୀଜି ଦକ୍ଷିଣ ଆଫ୍ରିକାରେ ଥିଲେ, ସେତେବେଳେ ତାଙ୍କୁ ମହତ୍ମା ବୋଲି ସମ୍ବୋଧିତ କରାଯାଇଥିଲା, ଯାହାର ଅର୍ଥ ହେଉଛି ଉଚ୍ଚ ଆତ୍ମା ବା ସମ୍ମାନନୀୟ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ପ୍ୟାରୀମୋହନ ଆଚାର୍ଯ୍ୟ (୫ ଅଗଷ୍ଟ ୧୮୫୧ - ୨୮ ଡିସେମ୍ବର ୧୮୮୧) ଜଣେ ଭାରତୀୟ ଐତିହାସିକ ଓ ସମ୍ପାଦକ ଥିଲେ । ପ୍ୟାରୀମୋହନ ୨୦ ବର୍ଷ ବୟସରୁ ମଧୁସୂଦନ ରାଓ ଓ ଗୋବିନ୍ଦ ରଥଙ୍କ ସହିତ ମିଶି ଓଡ଼ିଆରେ ଉତ୍କଳ ପୁତ୍ର ନାମକ ସମ୍ବାଦପତ୍ର ଆରମ୍ଭ କରି ସେ ତାହାର ପ୍ରକାଶକ ଓ ସମ୍ପାଦକ ମଧ୍ୟ ଥିଲେ । ସେ ନିଜ ଉଦ୍ୟମରେ କଟକରେ ଏକ ବେସରକାରୀ ସ୍କୁଲର ପ୍ରତିଷ୍ଠା କଲେ ଯାହା ପରବର୍ତ୍ତୀ ସମୟରେ ପ୍ୟାରୀମୋହନ ଏକାଡେମୀରେ ପରିଣତ ହୋଇଥିଲା । ଉତ୍କଳରେ ଇତିହାସ ଲିଖନର ଅଭାବ ଦେଖି ସେ ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଉପରେ ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମହାଳୟା (ଇଂରାଜୀ: Mahalaya, ମହାଳୟା ଅମାବାସ୍ୟା ନାମରେ ମଧ୍ୟ ଜଣା) ଭାରତର ରାଜ୍ୟ ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ '''ମହାଳୟା ଶ୍ରାଦ୍ଧ''', '''ସାମ୍ବତ୍ସରିକ ଶ୍ରାଦ୍ଧ''' ବା '''ପାର୍ବଣ ଶ୍ରାଦ୍ଧ''' ବା '''ମଉଳା ଶ୍ରାଦ୍ଧ''' କୁହାଯାଏ ।
ବଟୁକେଶ୍ୱର ଦତ୍ତ (୧୮ ନଭେମ୍ବର ୧୯୧୦ – ୨୦ ଜୁଲାଇ ୧୯୬୫)[୨] ଜଣେ ଭାରତୀୟ ବିପ୍ଳବୀ ଏବଂ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ଅନ୍ୟତମ ପ୍ରମୁଖ ସ୍ୱାଧୀନତା ସଂଗ୍ରାମୀ ଥିଲେ। ୮ ଏପ୍ରିଲ ୧୯୨୯ରେ ଭଗତ ସିଂହଙ୍କ ସହ କେନ୍ଦ୍ରୀୟ ବିଧାନସଭାରେ ବୋମା ବିସ୍ଫୋରଣ କରିବା ପରେ ଗିରଫ ହେବା ଘଟଣା ମାଧ୍ୟମରେ ବଟୁକେଶ୍ୱର ଦତ୍ତ ସର୍ବପ୍ରଥମେ ଦେଶବାସୀଙ୍କ ଦୃଷ୍ଟିକୁ ଆସିଥିଲେ। ସେ ଆଗ୍ରାରେ ସ୍ୱାଧୀନତା ଆନ୍ଦୋଳନକୁ ସଂଗଠିତ କରିବାରେ ମଧ୍ୟ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ସ୍ମୃତି ମନ୍ଧାନା (ଜନ୍ମ ୧୮ ଜୁଲାଇ ୧୯୯୬) ଜଣେ ଭାରତୀୟ ଆନ୍ତର୍ଜାତୀୟ କ୍ରିକେଟର ଏବଂ ଭାରତୀୟ ମହିଳା ଜାତୀୟ ଦଳର ଉପ-ଅଧିନାୟିକା । ସେ ୨୦୨୫ ମହିଳା କ୍ରିକେଟ ବିଶ୍ୱକପ୍ , ୨୦୧୬ ଏବଂ ୨୦୨୨ରେ ମହିଳା ଏସିଆ କପ୍ ଜିତିଥିବା ଭାରତୀୟ ଦଳର ଅଂଶ ଥିଲେ । ସେ ୨୦୨୨ ଏସୀୟ କ୍ରୀଡାରେ ସ୍ୱର୍ଣ୍ଣ ପଦକ ଏବଂ ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ପ୍ରତିନିଧିତ୍ୱ କରି ରୌପ୍ୟ ପଦକ ମଧ୍ୟ ଜିତିଥିଲେ ।
ସ୍ୱରାଜ ବାରିକ (ଜନ୍ମ: ୨୪ ଜାନୁଆରୀ ୧୯୯୮; ଜନ୍ମସ୍ଥାନ: ବାରିପଦା), ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ଓଡ଼ିଆ କଥାଚିତ୍ର ଜଗତରେ ଜଣେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ । ଶିଶୁ କଳାକାର ଭାବରେ ସେ ଓଡ଼ିଆ ଚଳଚ୍ଚିତ୍ର ସହ ଓଡ଼ିଆ ଦୂରଦର୍ଶନ ଧାରାବାହିକରେ ଅଭିନୟ କରିଥିଲେ । ସ୍ୱରାଜ ତିନି ବର୍ଷ ବୟସରୁ ଡିଡି ଓଡ଼ିଆରେ ପ୍ରସାରିତ ଧାରାବାହିକ ସମ୍ପର୍କରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ଏହାପରେ ସେ ୨୦୧୭ ମସିହାରେ ତୁ ମୋ ଲଭ୍ ଷ୍ଟୋରୀ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ନାୟକ ଭାବରେ ଅଭିନୟ ଆରମ୍ଭ କରିଥିଲେ ।
ସୁଭାଶିଷ ଶର୍ମା ଜଣେ ଓଡ଼ିଆ କଥାଚିତ୍ର ଓ ଦୂରଦର୍ଶନ ଧାରାବାହିକ ଅଭିନେତା । ସେ ଇଟିଭି ଓଡ଼ିଆରେ ପ୍ରସାରିତ ଧାରାବାହିକ ଅପା ଜରିଆରେ ଅଭିନୟ କରିବା ଆରମ୍ଭ କରିଥିଲେ । ୨୦୧୦ ମସିହାରେ ସେ ପ୍ରେମ ଅଢ଼େଇ ଅକ୍ଷର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା କରିବା ଆରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ ସେ ମୁଖ୍ୟ ନାୟକ ଭାବରେ ଓଡ଼ିଆ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ୨୦୧୨ ମସିହାରେ ତୁ ମୋ ଆରମ୍ଭ ତୁ ମୋ ଶେଷରେ ପ୍ରଥମ ଥର ପାଇଁ ନାୟକ ଭାବରେ ଅଭିନୟ କରିଥିଲେ । ତରଙ୍ଗ ଟିଭିରେ ପ୍ରସାରିତ ଧାରାବାହିକ ସ୍ୱାଭିମାନରେ ସେ ପ୍ରଥମ ଥର ପାଇଁ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ସେ ଓଡ଼ିଆ କଥାଚିତ୍ର ଜଗତରେ ନାୟକ, ଚରିତ୍ର ଅଭିନେତା ଓ ଖଳନାୟକ ଭାବରେ କାମ କରନ୍ତି ।
ହରିହର ମିଶ୍ର (୧୯ ନଭେମ୍ବର ୧୯୪୦ - ୨୩ ସେପ୍ଟେମ୍ବର ୨୦୨୪) ଜଣେ ଓଡ଼ିଆ କବି, ଗାଳ୍ପିକ, ଅନୁବାଦକ ଓ ନାଟ୍ୟକାର ଥିଲେ । ବୃତ୍ତିରେ ସେ ଥିଲେ ଜଣେ ଅଧ୍ୟାପକ । ସେ ସାହିତ୍ୟ ସର୍ଜନା ସହିତ ସେ ବେତାର ନାଟକରେ ମଧ୍ୟ ଅଭିନୟ କରିଛନ୍ତି । ୨୦୧୬ମସିହାରେ, ସେ ଓଡ଼ିଶା ସାହିତ୍ୟ ଏକାଡେମିର ୩୧ତମ ସଭାପତି ଭାବରେ ନିଯୁକ୍ତ ହୋଇଥିଲେ । । ୧୯୭୦/୮୦ ଦଶକରେ ଓଡ଼ିଆ ସାହିତ୍ୟରେ ପ୍ରଭାବ ବିସ୍ଥାର କରିଥିବା ଅନାମ କବିତା ଆନ୍ଦୋଳନରେ ସେ ସଂଶ୍ଳିଷ୍ଠ ଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଫ୍ରାନ୍ସିସ୍ ଲୁଇସ୍ ହାଲଜେନ (ଜନ୍ମ ୨୩ ମାର୍ଚ୍ଚ ୧୯୪୪) ଜଣେ ବେଲଜିୟ-ଆମେରିକୀୟ କଣିକା ପଦାର୍ଥବିଜ୍ଞାନୀ। ସେ ଯୁକ୍ତରାଷ୍ଟ୍ର ଆମେରିକାର ୱିସ୍କନସିନ–ମ୍ୟାଡିସନ୍ ବିଶ୍ୱବିଦ୍ୟାଳୟର ହିଲଡେଲ୍ ଓ ଗ୍ରେଗୋରି ବ୍ରାଇଟ୍ ବିଶିଷ୍ଟ ପ୍ରଫେସର ଏବଂ ଭିଲାସ୍ ଗବେଷଣା ପ୍ରଫେସର। ସେ ବିଶ୍ୱବିଦ୍ୟାଳୟର ମୌଳିକ କଣିକା ପଦାର୍ଥବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ନିର୍ଦ୍ଦେଶକ ଏବଂ ଆଇସକ୍ୟୁବ୍ ନ୍ୟୁଟ୍ରିନୋ ପର୍ଯ୍ୟବେକ୍ଷଣାଗାରର ପ୍ରଧାନ ଅନୁସନ୍ଧାନକାରୀ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।