ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ସ୍ନିଗ୍ଧା ମହାନ୍ତି ଜଣେ ଜଣାଶୁଣା ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅନେକ ଓଡ଼ିଆ ଓ ବଙ୍ଗଳା ସିନେମାରେ କାମ କରିଛନ୍ତି । ୧୯୮୮ ଜାନୁଆରୀରେ ମୁକ୍ତିଲାଭ କରିଥିଲା ଚଳଚ୍ଚିତ୍ର ଲାଲ୍ପାନ ବିବି ନବାଗତା ଅଭିନେତ୍ରୀଭାବେ ମହାନ୍ତି ଅଭିନୟ ଆରମ୍ଭ କରିଥିଲେ । ସେ ନାୟିକା, ସହ-ନାୟିକା, ନକାରାତ୍ମକ ଭୂମିକାରେ ଏବଂ ଦୂରଦର୍ଶନ ଧାରାବାହିକମାନଙ୍କରେ ପ୍ରମୁଖ ଭୂମିକାରେ ମଧ୍ୟ ଅଭିନେତ୍ରୀ ଭାବେ ଅଭିନୟ କରିଛନ୍ତି । ସେ ପଚାଶରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ତରଙ୍ଗ ଟିଭିରେ ପ୍ରସାରିତ "ସ୍ୱାଭିମାନ" ଓ "ଅମ୍ବିକାଖୁଡ଼ୀଙ୍କ ହାଣ୍ଡିଶାଳ" ତାଙ୍କ ଅଭିନୀତ ଦୁଇଟି ଲୋକପ୍ରିୟ ଧାରାବାହିକ କାର୍ଯ୍ୟକ୍ରମ । ସେ ଭାରତୀୟ ଡାକ ବିଭାଗରେ କାର୍ଯ୍ୟ କରନ୍ତି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞାନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
୫ ମାର୍ଚ୍ଚ ୧୯୩୧ ରେ, ଲଣ୍ଡନର ଦ୍ୱିତୀୟ ଗୋଲଟେବୁଲ ବୈଠକ ପୂର୍ବରୁ, ମହାତ୍ମା ଗାନ୍ଧୀ ଓ ଭାରତର ତତକାଳୀନ ଭାଇସରଏ (Viceroy) ଲର୍ଡ ଇରୱିନଙ୍କ ମଧ୍ୟରେ ଏକ ରାଜନୈତିକ ସମ୍ମତି ହେଲା, ଯାହାକୁ ଗାନ୍ଧୀ-ଇରୱିନ ଚୁକ୍ତି କିମ୍ବା ଦିଲ୍ଲୀ ପାକ୍ଟ ବୋଲି କୁହାଯାଏ । ବ୍ରିଟିଶ ସରକାର ପ୍ରଥମ ଗୋଲଟେବୁଲ ବୈଠକରୁ ବୁଝିପାରିଲେ କି, କଂଗ୍ରେସ ଦଳର ସହଭାଗିତା ବିନା କୌଣସି ନିଷ୍ପତ୍ତି ସମ୍ଭବ ନୁହେଁ । ଦ୍ଵିତୀୟ ଗୋଲଟେବୁଲ ବୈଠକ ଲଣ୍ଡନରେ ସେପ୍ଟେମ୍ବରରୁ ଡିସେମ୍ବର ୧୯୩୧ ମଧ୍ୟରେ ସଂପନ୍ନ ହେଲା । ଏହା ଫଳରେ ଭାରତରେ ଚାଲିଥିବା ସବିନୟ ଅବଜ୍ଞା ଆନ୍ଦୋଳନର ଅବସାନ ଘଟିଲା । ଏହା ପରେ ୫ ମାର୍ଚ୍ଚ ୧୯୩୧ ରେ ଭାଇସରଏ ଲର୍ଡ ଇରୱିନ ଓ ମହାତ୍ମା ଗାନ୍ଧୀଙ୍କ ମଧ୍ୟରେ ଗାନ୍ଧୀ–ଇରୱିନ ସମ୍ମତି ସଂପନ୍ନ ହେଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ମହାଳୟା (ଇଂରାଜୀ: Mahalaya, ମହାଳୟା ଅମାବାସ୍ୟା ନାମରେ ମଧ୍ୟ ଜଣା) ଭାରତର ରାଜ୍ୟ ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ '''ମହାଳୟା ଶ୍ରାଦ୍ଧ''', '''ସାମ୍ବତ୍ସରିକ ଶ୍ରାଦ୍ଧ''' ବା '''ପାର୍ବଣ ଶ୍ରାଦ୍ଧ''' ବା '''ମଉଳା ଶ୍ରାଦ୍ଧ''' କୁହାଯାଏ ।
ଉଦ୍ବେଗ (English: anxiety) ହେଉଛି ଏକ ମନର ଭାବ ଯାହାକି ମନରେ ଆଭ୍ୟନ୍ତରୀଣ ଅଶାନ୍ତି ସୃଷ୍ଟି କରିଥାଏ, ବହୁ ସମୟରେ ଏଥିସହ ଘାବରେଇ ଯିବା ଭଳି ବ୍ୟବହାର ମଧ୍ୟ ଯଥା ଆଗ ପଛ ହେବା, ଦୈହିକ ଅଭିଯୋଗ ଓ ସବୁବେଳେ ଚିନ୍ତାକରିବା ସ୍ଥତିରେ ରହିବ ଆଦି ହୋଇପାରେ । ଆଗକୁ ଘଟିବାକୁ ଥିବା ଘଟଣାଗୁଡିକ ବିଷୟରେ ଚିନ୍ତା କରିବାର ଏହା ଏକ ଖରାପ ଭାବନା, ଯଥା କେଉଁ ନିଜର ବ୍ୟକ୍ତିଙ୍କର ମୃତ୍ୟୁ ଇତ୍ୟାଦି । ଉଦ୍ବେଗ ଓ ଡର ସମାନ ଭାବନା ନୁହନ୍ତି । ଡର ହେଉଛି ସଙ୍ଗେ ସଙ୍ଗେ ଘଟିଥିବା ଘଟଣାର ଏକ ପ୍ରତିକ୍ରିୟା, କିନ୍ତୁ ଉଦ୍ବେଗ ହେଉଛି ଭବିଷ୍ୟତରେ ଘଟିବାକୁ ଥିବା ଆଶଙ୍କିତ ଘଟଣା । ଉଦ୍ବେଗ ଏକ ସମ୍ପୂର୍ଣ୍ଣ ପ୍ରାକୃତିକ ଭାବନା ଅଟେ, କିନ୍ତୁ ଯଦି ଏହା ବାରମ୍ବାର ହେଉଛି ତେବେ ଏହା ଉଦ୍ବେଗ ଅବ୍ୟବସ୍ଥା ରୂପ ନେଇପାରେ ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ । ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି । ତେବେ ସାଧାରଣତଃ ମୌସୁମୀ ପରବର୍ତ୍ତୀ ଶାରଦୀୟ ନବରାତ୍ରୀ ପ୍ରଧାନ । ଏଥିରେ ହିନ୍ଦୁ ଦେବୀଙ୍କୁ (ଦୁର୍ଗା) ସମ୍ମାନ ଜଣାଇ ପାଳନ କରାଯାଏ । ଏହି ପର୍ବ ହିନ୍ଦୁ ପାଞ୍ଜିର ଆଶ୍ୱିନ ମାସର ଶୁକ୍ଳପକ୍ଷରେ ପାଳନ କରାଯାଏ ଓ ଏହା ସାଧାରଣତଃ ଗ୍ରେଗୋରିଆନ ମାସ ସେପ୍ଟେମ୍ବର ଏବଂ ଅକ୍ଟୋବରରେ ପଡ଼ିଥାଏ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ଼ ରାଜନୈତିକ ଦଳ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଘୀୟ ରାଷ୍ଟ୍ର, ଯାହା ୨୮ଟି ରାଜ୍ୟ ଏବଂ ୮ଟି କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଗଠିତ। ମୋଟ ଉପରେ ଏହି ୩୬ଟି ଉପ-ଜାତୀୟ ପ୍ରଶାସନିକ ଏକକ ରହିଛି। ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପୁନଶ୍ଚ ଅନେକ ଜିଲ୍ଲାରେ ବିଭକ୍ତ କରାଯାଇଛି। ସମଗ୍ର ଭାରତରେ ସମୁଦାୟ ୭୮୪ଟି ଜିଲ୍ଲା ରହିଛି, ଯାହାର ଅଧୀନରେ ଆହୁରି ଅନେକ ପ୍ରଶାସନିକ ସ୍ତର ସ୍ଥିର କରାଯାଇଛି।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ରାଜ୍ୟସଭା, ଯାହାକୁ 'ରାଜ୍ୟ ପରିଷଦ' ବୋଲି ମଧ୍ୟ କୁହାଯାଏ, ଏହା ଭାରତୀୟ ସଂସଦର ଉପରିସ୍ଥ ସଦନ ଏବଂ ଲୋକସଭା ହେଉଛି ଏହାର ନିମ୍ନ ସଦନ। ରାଜ୍ୟସଭା ଭାରତର ସାଂଘୀୟ ବ୍ୟବସ୍ଥାର ବିଭିନ୍ନ ଏକକ ଯଥା – ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ପ୍ରତିନିଧିତ୍ୱ କରେ। ଯେଉଁଠାରେ ଲୋକସଭା ସଦସ୍ୟମାନେ ଜନସାଧାରଣଙ୍କ ଦ୍ୱାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ ହୁଅନ୍ତି, ରାଜ୍ୟସଭା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବିଧାନ ସଭା ସଦସ୍ୟମାନଙ୍କ ଦ୍ୱାରା ନିର୍ବାଚିତ ସଦସ୍ୟମାନଙ୍କୁ ନେଇ ଗଠିତ ହୋଇଥାଏ, ଯାହା ଜାତୀୟ ଆଇନ ପ୍ରଣୟନ କ୍ଷେତ୍ରରେ ରାଜ୍ୟଗୁଡ଼ିକୁ ଏକ ଆନୁଷ୍ଠାନିକ ଭୂମିକା ପ୍ରଦାନ କରିଥାଏ। ଲୋକସଭା ପରି ଏହା ଏକ ଅସ୍ଥାୟୀ ସଦନ ନୁହେଁ, ବରଂ ଏହା ଏକ ସ୍ଥାୟୀ ସଂସ୍ଥା ଏବଂ ଏହାକୁ କେବେହେଲେ ଭଙ୍ଗ କରାଯାଇପାରିବ ନାହିଁ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ରଣା ସାପ ବା ରଣା (ଇଂରାଜୀରେ Banded Krait, ଜୀବବିଜ୍ଞାନ ନାମ Bungarus fasciatus) ଏଲାପିଡ୍ ପ୍ରଜାତିର ଏକ ସାପ ଯାହା ପ୍ରଧାନତଃ ଭାରତୀୟ ଉପମହାଦେଶ ଓ ଦକ୍ଷିଣ-ପୂର୍ବ ଏସିଆର ଦେଶମାନଙ୍କରେ ପରିଲକ୍ଷିତ ହୋଇଥାଏ । ଇଂରାଜୀରେ କ୍ରେଟ୍ (Krait) ବୋଲାଉଥିବା ସାପଙ୍କୁ ଓଡ଼ିଆ ଭାଷାରେ ଚିତି ସାପ ବା ଚିଟି ସାପ କୁହନ୍ତି । ଉଭୟ ରଣା ଓ ଚିତି ସାପ ଏଲାପିଡାଏ ପ୍ରଜାତିର ସାପ । ରଣା ସାପ ଏହି ପ୍ରଜାତିର ସାପମାନଙ୍କ ମଧ୍ୟରେ ଦୀର୍ଘତମ ଓ ଏମାନଙ୍କ ଦୈର୍ଘ୍ୟ ପ୍ରାୟ ୨.୧ ମିଟର ପର୍ଯ୍ୟନ୍ତ ହୋଇଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଛୁରିଅନା ବକୁଳବନରୁ ତାଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ଏହା ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ତପନ କୁମାର ମିଶ୍ର 'ସମାଜର ସମ୍ପାଦକ ଭାବରେ କାମ କରି ୨୦୨୬ ଅଗଷ୍ଟ ମାସରେ ଅବସର ନେଇଥିଲେ ଏବଂ ବାମାପଦ ତ୍ରିପାଠୀ ସମ୍ପାଦକ ଦାୟିତ୍ୱ ଗ୍ରହଣ କରିଥିଲେ । ରାଜେନ୍ଦ୍ର ଜେନା ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ଦୁର୍ଗାଙ୍କର ବିଦ୍ୟାରୂପୀ ଦଶଶକ୍ତି ନିରୂପଣ କରାଯାଇଛି ଆଗମ ଶାସ୍ତ୍ରରେ । ସେହି ଦଶ ମହାବିଦ୍ୟା ହେଉଛନ୍ତି - କାଳୀ, ତାରା, ଷୋଡ଼ଶୀ, ଭୁବନେଶ୍ୱରୀ, ଭୈରବୀ, ଛିନ୍ନାମସ୍ତା, ଧୂମାବତୀ, ବଗଳାମୁଖୀ, ମାତଙ୍ଗୀ ଏବଂ କମଳା। ଏହାମଧ୍ୟରେ କାଳୀ, ତାରା, ଛିନ୍ନମସ୍ତା, ଧୂମାବତୀ ଉଗ୍ରା, ତଥା ବଗଳା, ଭୈରବୀ ସୌମ୍ୟୋଗ୍ର ମହାବିଦ୍ୟା ଏବଂ ଷୋଡ଼ଶୀ, ଭୁବନେଶ୍ୱରୀ, କମଳା, ମାତଙ୍ଗୀ ସୌମ୍ୟ ମହାବିଦ୍ୟା ରୂପେ ପରିଚିତା । ସୌମ୍ୟ ମହାବିଦ୍ୟାଙ୍କୁ ଶ୍ରୀସୁନ୍ଦରୀ କୁଳରେ ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଉଗ୍ର, ସୌମ୍ୟୋଗ୍ର ମହବିଦ୍ୟାଙ୍କୁ କାଳୀ କୁଳରେ ଅନ୍ତର୍ଭୁକ୍ତ କରାହୋଇଛି । ଶ୍ରୀସୁନ୍ଦରୀ ଦେବୀମାନଙ୍କ ଆରଧନା ଗୃହ ମଧ୍ୟରେ ହେଉଥିଲାବେଳେ କାଳୀକୁଳ ଦେବୀମାନଙ୍କ ଉପାସନା ଶ୍ମଶାନ, ବଣ, ନଦୀତଟ ଆଦି ନିର୍ଜନ ସ୍ଥାନରେ ହୋଇଥାଏ, ତଥା ସୌମ୍ୟୋଗ୍ର ବିଦ୍ୟା ଉଭୟ ସ୍ଥାନରେ ଉପାସିତା ହୁଅନ୍ତି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଗଣେଶ୍ୱର ମିଶ୍ର (୨୮ ଅକ୍ଟୋବର ୧୯୪୨ - ୧୦ ଅଗଷ୍ଟ ୨୦୧୫) ଜଣେ ଓଡ଼ିଆ ଲେଖକ, ଅନୁବାଦକ ଓ ଶିକ୍ଷାବିଦ ଥିଲେ । ସେ ତାଙ୍କ ଶିଶୁ ସାହିତ୍ୟ ପୁସ୍ତକ "ବିଲାତରେ ବାବୁ ଓ ପପୁ" ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ମିଶ୍ର ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ମଧ୍ୟ ଥିଲେ । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ପ୍ରାୟ ୧୦୦ରୁ ଉର୍ଦ୍ଧ ପୁସ୍ତକ ରଚନା କରିଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟ, କେଣ୍ଟ ବିଶ୍ୱବିଦ୍ୟାଳୟ ଓ ଲଣ୍ଡନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସୁଭାଶିଷ ଶର୍ମା ଜଣେ ଓଡ଼ିଆ କଥାଚିତ୍ର ଓ ଦୂରଦର୍ଶନ ଧାରାବାହିକ ଅଭିନେତା । ସେ ଇଟିଭି ଓଡ଼ିଆରେ ପ୍ରସାରିତ ଧାରାବାହିକ ଅପା ଜରିଆରେ ଅଭିନୟ କରିବା ଆରମ୍ଭ କରିଥିଲେ । ୨୦୧୦ ମସିହାରେ ସେ ପ୍ରେମ ଅଢ଼େଇ ଅକ୍ଷର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା କରିବା ଆରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ ସେ ମୁଖ୍ୟ ନାୟକ ଭାବରେ ଓଡ଼ିଆ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ୨୦୧୨ ମସିହାରେ ତୁ ମୋ ଆରମ୍ଭ ତୁ ମୋ ଶେଷରେ ପ୍ରଥମ ଥର ପାଇଁ ନାୟକ ଭାବରେ ଅଭିନୟ କରିଥିଲେ । ତରଙ୍ଗ ଟିଭିରେ ପ୍ରସାରିତ ଧାରାବାହିକ ସ୍ୱାଭିମାନରେ ସେ ପ୍ରଥମ ଥର ପାଇଁ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ସେ ଓଡ଼ିଆ କଥାଚିତ୍ର ଜଗତରେ ନାୟକ, ଚରିତ୍ର ଅଭିନେତା ଓ ଖଳନାୟକ ଭାବରେ କାମ କରନ୍ତି ।
ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଏବଂ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ପ୍ରକ୍ରିୟାକରଣ କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର ( RAM memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ତର୍କ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପ୍ୟାରୀମୋହନ ଆଚାର୍ଯ୍ୟ (୫ ଅଗଷ୍ଟ ୧୮୫୧ - ୨୮ ଡିସେମ୍ବର ୧୮୮୧) ଜଣେ ଭାରତୀୟ ଐତିହାସିକ ଓ ସମ୍ପାଦକ ଥିଲେ । ପ୍ୟାରୀମୋହନ ୨୦ ବର୍ଷ ବୟସରୁ ମଧୁସୂଦନ ରାଓ ଓ ଗୋବିନ୍ଦ ରଥଙ୍କ ସହିତ ମିଶି ଓଡ଼ିଆରେ ଉତ୍କଳ ପୁତ୍ର ନାମକ ସମ୍ବାଦପତ୍ର ଆରମ୍ଭ କରି ସେ ତାହାର ପ୍ରକାଶକ ଓ ସମ୍ପାଦକ ମଧ୍ୟ ଥିଲେ । ସେ ନିଜ ଉଦ୍ୟମରେ କଟକରେ ଏକ ବେସରକାରୀ ସ୍କୁଲର ପ୍ରତିଷ୍ଠା କଲେ ଯାହା ପରବର୍ତ୍ତୀ ସମୟରେ ପ୍ୟାରୀମୋହନ ଏକାଡେମୀରେ ପରିଣତ ହୋଇଥିଲା । ଉତ୍କଳରେ ଇତିହାସ ଲିଖନର ଅଭାବ ଦେଖି ସେ ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଉପରେ ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।