ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗୁଜରାଟ ( Gujarat [ˈɡudʒəɾɑt] (listen)) ଭାରତର ପଶ୍ଚିମ ଓ ଦକ୍ଷିଣପଶ୍ଚିମରେ ଥିବା ଏକ ରାଜ୍ୟ । ଏହାର ସମୁଦ୍ରତଟ 1,600 km (990 mi) ଓ ତାହାର ଅଧିକାଂଶ ଭାଗ କାଠିଆୱାଡ଼ ଉପଦ୍ୱୀପରେ ଅବସ୍ଥିତ । ଗୁଜରାଟର ମୋଟ ଜନସଂଖ୍ୟା ୬୦ ମିଲିଅନ । ଭାରତର ପଶ୍ଚିମରେ ଥିବା ଗୁଜରାଟର ପଶ୍ଚିମରେ ଆରବ ସାଗର ଉତ୍ତରରେ ସିନ୍ଧ (ପାକିସ୍ତାନ), ଉତ୍ତରପୂର୍ବରେ ରାଜସ୍ଥାନ, ପୂର୍ବରେ ମଧ୍ୟ ପ୍ରଦେଶ ଏବଂ ଦକ୍ଷିଣ ପୂର୍ବରେ ମହାରାଷ୍ଟ୍ର ରାଜ୍ୟ ତଥା ଡାମନ ଓ ଡିଉ ଏବଂ ଦାଦ୍ରା ଓ ନଗର ହବେଳୀ କେନ୍ଦ୍ରଶାସିତ ଅଞ୍ଚଳ ରହିଛି । ଗୁଜରାଟର ରାଜଧାନୀ ଗାନ୍ଧୀନଗର । ଅମଦାବାଦ ଗୁଜରାଟର ଏକମାତ୍ର ମହାନଗରୀ । ଗୁଜରାଟ ରାଜ୍ୟର ନାମ "ଗୁଜ୍ଜର"ରୁ ଆସିଛି ।
୨୦୧୪ ମସିହା ମାର୍ଚ୍ଚ ୧୧ରେ ଓଡ଼ିଆଭାଷାକୁ କେନ୍ଦ୍ର ସରକାର ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଥିଲେ । ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ବ୍ୟାପୀ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଥିଲେ । ଶାସ୍ତ୍ରୀୟ ଭାଷା ଉପଦେଷ୍ଟା କମିଟିର ବୈଠକରେ ଏକ ନିଷ୍ପତ୍ତି ନିଆଯାଇଥିଲା । ଏହି ଅବସରରେ ଓଡ଼ିଆ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଂସ୍କୃତି ବିଭାଗ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଥିଲା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
କଦଳୀ ହେଉଛି ଏକ ଲମ୍ବାଳିଆ ଖଦ୍ଯୋପଯୋଗୀ ଫଳ, ଉଦ୍ଭିଦବିଜ୍ଞାନ ଅନୁସାରେ ଏକ କୋଳି । ଏଗୁଡିକ ମୁସା ପ୍ରଜାତିର ବଡ଼ବଡ଼ ଗୁଳ୍ମଜାତୀୟ ଉଦ୍ଭିଦମାନଙ୍କର ଫଳ । ଫଳଟି ବିଭିନ୍ନ ରଙ୍ଗ ଏବଂ ଆକାରର କିନ୍ତୁ ସାଧାରଣତଃ ଲମ୍ବା, ବଙ୍କା ଏବଂ ଶର୍କରାରେ ପୂର୍ଣ୍ଣ ମାଂସ ଯୁକ୍ତ ହୋଇଥାଏ, ଯାହା ଏକ ସବୁଜ କିମ୍ବା ହଳଦିଆ ଚୋପାଦ୍ୱାରା ଘୋଡାଇ ହୋଇ ରହିଥାଏ । କଦଳୀ, ଗଛର ଉପରପଟୁ ଏକତ୍ର ଫଳିଥାଏ । ବର୍ତ୍ତମାନର ପ୍ରାୟ ସମସ୍ତ ମଞ୍ଜି-ବିହୀନ କଦଳୀ ଦୁଇଟି ବନ୍ଯ ପ୍ରଜାତିଠାରୁ ଆସିଥାଏ - ମୁସା ଆକୁମିନାଟା, ଏବଂ ମୁସା ବାଲ୍ୱିସିଆନା।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଏବଂ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ପ୍ରକ୍ରିୟାକରଣ କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର ( RAM memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ତର୍କ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଅହମଦାବାଦ ଭାରତର ଏକ ପ୍ରମୁଖ ସହର ତଥା ଗୁଜରାଟ ରାଜ୍ୟର ମୁଖ୍ୟ ବାଣିଜ୍ୟ କେନ୍ଦ୍ର ଅଟେ । ଏହାର ପୁରୁଣା ନାମ କର୍ଣ୍ଣାବତୀ ଥିଲା । ସାବରମତୀ ନଦୀ କୂଳରେ ଅବସ୍ଥିତ ଏହି ମହାନଗରଟି ଭାରତର ୫ମ ବୃହତ୍ତମ ନଗର । ଅହମଦାବାଦ ଗୁଜରାଟର ପୁରୁଣା ରାଜଧାନୀ ଥିଲା, ଯାହା ଏବେ ୩୨କିମି ଦୂର ଗାନ୍ଧୀନଗରକୁ ସ୍ଥାନାନ୍ତରିତ ହେଇଯାଇଛି । ପୂର୍ବରୁ ଏହି ସହରଟି ବହୁ ଲୁଗାକଳ ଓ ବୟନଶିଳ୍ପ ପାଇଁ ପ୍ରସିଦ୍ଧ ଥିଲା, ତେଣୁ ବ୍ରିଟିଶମାନେ ଏହାକୁ "ମାଞ୍ଚେଷ୍ଟର ଅଫ ଇଷ୍ଟ" ବୋଲି ନା ଦେଇଥିଲେ । ସ୍ୱାଧୀନତା ସମୟରେ ଏହା ମହାତ୍ମା ଗାନ୍ଧୀ ଓ ସରଦାର ପଟେଲଙ୍କ କର୍ମଭୂମି ଥିଲା । ଗାନ୍ଧୀଜୀଙ୍କ ସାବରମତୀ ଆଶ୍ରମ ଅହମଦାବାଦର ଅନ୍ୟ ମୁଖ୍ୟ ପରିଚୟ ଅଟେ । ଅଧୁନା ଏହି ସହରଟି ଏକ ପ୍ରମୁଖ ଶିକ୍ଷା କେନ୍ଦ୍ର ଭାବେ ଗଢ଼ି ଉଠିଛି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୋରିଷ ଏକ ତୈଳବୀଜ ଅଟେ । ସୋରିଷ Brassica ଏବଂ Sinapis ପ୍ରଜାତିର ଏକ ମସଲାଜାତୀୟ ଗଛ । ଏହାର ମଞ୍ଜିକୁ ମସଲା ଭାବରେ ବ୍ୟବହାର କରାଯାଏ ।ସୋରିଷ ମଞ୍ଜିକୁ ଗୁଣ୍ଡ କରି ପାଣି, ଭିନେଗାର ଏବଂ ଅନ୍ୟାନ୍ୟ ତୈଳଜାତୀୟ ପଦାର୍ଥ ମିଶାଯାଇ ହଳଦିଆ ରଙ୍ଗର ସୋରିଷ ମସଲା ପ୍ରସ୍ତୁତ କରାଯାଏ । ସୋରିଷ ମଞ୍ଜିରୁ ସୋରିଷ ତେଲ ବାହାରିଥାଏ, ଯାହାକି ପ୍ରାୟତଃ ଓଡ଼ିଶାରେ ରୋଷେଇ କାର୍ଯ୍ୟରେ ବହୁଳ ଭାବରେ ବ୍ୟବହାର କରାଯାଏ । ଏବଂ ସୋରିଷଗଛର ପତ୍ରକୁ ଶାଗ ରୂପେ ମଧ୍ୟ ଖିଆଯାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଚିନ୍ତାମଣି ମହାନ୍ତି (୧୬ ମାର୍ଚ୍ଚ ୧୮୬୭–୧୭ ଡିସେମ୍ବର ୧୯୪୩) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ କବି, ଲେଖକ ଓ ଶିକ୍ଷକ ଥିଲେ । ସେ ତତ୍କାଳୀନ ଉତ୍କଳର ବିଭିନ୍ନ ସ୍ଥାନ ବୁଲି ସ୍ଥାନୀୟ ପ୍ରକୃତି ଓ ସାମାଜିକ ଜୀବନ ଆଦି ଅଧ୍ୟୟନ କରିଥିଲେ ଓ ତାହା ଆଧାରରେ ଓଡ଼ିଆରେ କାବ୍ୟକବିତା ରଚନା କରିଥିଲେ । ତାଙ୍କ ସାହିତ୍ୟରେ ରାଧାନାଥ ରାୟଙ୍କ ପ୍ରଭାବ ବହୁ ଭାବରେ ରହିଛି । ତାଙ୍କ ବିଶିଷ୍ଟ ରଚନାଗୁଡ଼ିକ ମଧ୍ୟରୁ ମହେନ୍ଦ୍ରଗିରି ଅନ୍ୟତମ ଏବଂ ସେଥିରେ ରାଧାନାଥଙ୍କ ଚିଲିକା ଖଣ୍ଡକାବ୍ୟର ପ୍ରଭାବ ରହିଛି । ତାହା ବାଦ ସେ ସୁରଙ୍ଗୀ, ଉଦ୍ୟାନଖଣ୍ଡ, ବିକ୍ରମାଦିତ୍ୟ, ମୁକୁନ୍ଦଦେବ ଓ ସୁଭଦ୍ରା ଆଦି କାବ୍ୟଗ୍ରନ୍ଥ, ପତ୍ର-ପୁଷ୍ପ ଛୋଟ କବିତାସଂଗ୍ରହ, ଏବଂ ଓଡ଼ିଶାର ସାମାଜିକ ସଂସ୍କାର ଉପରେ ଆଧାରିତ ଶନିସପ୍ତା ଓ ଟଙ୍କାଗଛ ଆଦି ଉପନ୍ୟାସ । ବିଶିଷ୍ଟ ଲେଖକ ଓ ଶିକ୍ଷକ ଉପେନ୍ଦ୍ର ପ୍ରସାଦ ମହାନ୍ତି ତାଙ୍କ ପୁଅ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଶ୍ୱେତା ତିୱାରୀ (ଜନ୍ମ: ୪ ଅକ୍ଟୋବର ୧୯୮୦) ଜଣେ ଭାରତୀୟ ଅଭିନେତ୍ରୀ, ଯିଏ ପ୍ରଧାନତଃ ହିନ୍ଦୀ ଚଳଚ୍ଚିତ୍ର ଓ ଦୂରଦର୍ଶନ ଧାରାବାହିକରେ କାମ କରନ୍ତି। ଏକତା କପୁରଙ୍କ ଦୈନିକ ପରିବାରମୂଳକ ଧାରାବାହିକ ‘କସୌଟୀ ଜିନ୍ଦଗୀ କେ’ (୨୦୦୧–୦୮) ରେ ପ୍ରେରଣା ଶର୍ମା ବଜାଜ ନାମକ ମୁଖ୍ୟ ଭୂମିକା ମାଧ୍ୟମରେ ଶ୍ୱେତା ଖ୍ୟାତି ଅର୍ଜନ କରିଥିଲେ। ପରବର୍ତ୍ତୀ ସମୟରେ ସେ ‘ପରବରିଶ’ (୨୦୧୧–୧୩), ‘ବେଗୁସରାୟ’ (୨୦୧୫–୧୬) ଏବଂ ‘ମେରେ ଡ୍ୟାଡ୍ କି ଦୁଲହନ’ (୨୦୧୯–୨୦) ସହ ଅନେକ ଦୂରଦର୍ଶନ ଧାରାବାହିକରେ ଅଭିନୟ କରିଛନ୍ତି।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ରମ୍ଭା (ଜନ୍ମନାମ: ଯେଡି ବିଜୟଲକ୍ଷ୍ମୀ; ଜନ୍ମ ୫ ଜୁନ ୧୯୭୬) ଜଣେ ଭାରତୀୟ ପୂର୍ବତନ ଅଭିନେତ୍ରୀ। ସେ ୧୯୯୦ ଦଶକ ଓ ୨୦୦୦ ଦଶକର ପ୍ରାରମ୍ଭିକ ସମୟରେ ଭାରତୀୟ ସିନେମାର ଏକ ପ୍ରମୁଖ ଅଭିନେତ୍ରୀ ଥିଲେ। ପ୍ରାୟ ଦୁଇ ଦଶକ ଧରି ଚାଲିଥିବା ତାଙ୍କର ଅଭିନୟ ଜୀବନରେ ରମ୍ଭା ଆଠଟି ଭିନ୍ନ ଭାଷାରେ ୧୦୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ସେ ପ୍ରଧାନତଃ ତେଲୁଗୁ ଓ ତାମିଲ ଚଳଚ୍ଚିତ୍ରରେ କାମ କରିଥିବା ସହ ହିନ୍ଦୀ, ମଲୟାଳମ, କନ୍ନଡ ଚଳଚ୍ଚିତ୍ର ଏବଂ କିଛି ବଙ୍ଗାଳୀ, ଭୋଜପୁରୀ ଓ ଇଂରାଜୀ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଥିଲେ। ରମ୍ଭା ତାଙ୍କର ଅଭିନୟ ଆରମ୍ଭ ମଲୟାଳମ ଚଳଚ୍ଚିତ୍ର ସରଗମ ମାଧ୍ୟମରେ କରିଥିଲେ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ସୀମା ବିଶ୍ୱାସ (ଜନ୍ମ ୧୪ ଜାନୁଆରୀ ୧୯୬୫) ଜଣେ ଭାରତୀୟ ଅଭିନେତ୍ରୀ, ଯିଏ ହିନ୍ଦୀ ଚଳଚ୍ଚିତ୍ର ଏବଂ ନାଟକ ମଞ୍ଚରେ କାମ କରନ୍ତି। ଶେଖର କପୁରଙ୍କ ଚଳଚ୍ଚିତ୍ର ବ୍ୟାଣ୍ଡିଟ କ୍ୱିନ (୧୯୯୪) ରେ ଫୁଲନ ଦେବୀଙ୍କ ଭୂମିକା ଅଭିନୟ କରିବା ପରେ ସେ ବିଶେଷ ପରିଚିତି ଲାଭ କରିଥିଲେ। ଏହି ଭୂମିକା ପାଇଁ ସେ ସର୍ବୋତ୍କୃଷ୍ଟ ଅଭିନେତ୍ରୀ ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଜିତିଥିଲେ। ସେ ୨୦୦୦ ମସିହାରେ ସଙ୍ଗୀତ ନାଟକ ଅକାଦେମି ପୁରସ୍କାର ଏବଂ ୨୦୦୬ ମସିହାରେ ଦୀପା ମେହତାଙ୍କ ଚଳଚ୍ଚିତ୍ର ୱାଟର (୨୦୦୫) ରେ ଶକୁନ୍ତଳା ଭୂମିକା ପାଇଁ ଜିନି ପୁରସ୍କାରର ସର୍ବୋତ୍କୃଷ୍ଟ ଅଭିନେତ୍ରୀ ସମ୍ମାନ ଲାଭ କରିଥିଲେ। ତାଙ୍କର ଅନ୍ୟାନ୍ୟ ପ୍ରସିଦ୍ଧ ଚଳଚ୍ଚିତ୍ରମାନଙ୍କ ମଧ୍ୟରେ ଖାମୋଶୀ: ଦ ମ୍ୟୁଜିକାଲ (୧୯୯୬), ଯାହା ପାଇଁ ସେ ସ୍କ୍ରିନ ଆୱାର୍ଡସ୍ ସର୍ବୋତ୍କୃଷ୍ଟ ସହାୟକ ଅଭିନେତ୍ରୀ ପୁରସ୍କାର ଜିତିଥିଲେ, ଭୂତ (୨୦୦୩), ବିବାହ (୨୦୦୬) ଏବଂ ହାଫ୍ ଗର୍ଲଫ୍ରେଣ୍ଡ (୨୦୧୭) ଅନ୍ତର୍ଭୁକ୍ତ। ଚଳଚ୍ଚିତ୍ର ବ୍ୟତୀତ ସେ ଅନେକ ଟେଲିଭିଜନ ଧାରାବାହିକରେ ମଧ୍ୟ ଅଭିନୟ କରିଛନ୍ତି, ଯାହାମଧ୍ୟରେ ସବୁଠାରୁ ନବୀନ ହେଉଛି ଦ ଫ୍ୟାମିଲି ମ୍ୟାନ (ଭାରତୀୟ ଟିଭି ଧାରାବାହିକ)।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କରୁଣା “କରୁ” ଜୈନ (ଜନ୍ମ: ୯ ସେପ୍ଟେମ୍ବର ୧୯୮୫) ଜଣେ ଭାରତୀୟ ପୂର୍ବତନ ମହିଳା କ୍ରିକେଟ ଖେଳାଳି । ସେ ଏକ ୱିକେଟ୍କିପର ଏବଂ ଡାହାଣ ହାତର ବ୍ୟାଟ୍ସମ୍ୟାନ୍ ଭାବେ ଖେଳୁଥିଲେ । ସେ ୨୦୦୪ ରୁ ୨୦୧୪ ପର୍ଯ୍ୟନ୍ତ ଭାରତୀୟ ମହିଳା କ୍ରିକେଟ ଦଳ ପାଇଁ ଆନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ । ତାଙ୍କ ଆନ୍ତର୍ଜାତୀୟ କ୍ୟାରିଅରରେ ସେ ୫ଟି ଟେଷ୍ଟ ମ୍ୟାଚ୍, ୪୪ଟି ଏକଦିନିଆ ଆନ୍ତର୍ଜାତୀୟ (ODI) ଏବଂ ୯ଟି ଟି–୨୦ ଆନ୍ତର୍ଜାତୀୟ (T20I) ମ୍ୟାଚ୍ ଖେଳିଥିଲେ । ଏକଦିନିଆ ମ୍ୟାଚ୍ରେ ସେ ୧ଟି ସେଞ୍ଚୁରି ଏବଂ ୯ଟି ଅର୍ଦ୍ଧଶତକ ହାସଲ କରିଥିଲେ । ୨୦୨୨ ମସିହା ଜୁଲାଇ ମାସରେ ସେ ସମସ୍ତ ପ୍ରକାରର କ୍ରିକେଟରୁ ଅବସର ଘୋଷଣା କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଅମିତା ଶର୍ମା (ଜନ୍ମ: ୧୨ ସେପ୍ଟେମ୍ବର ୧୯୮୨, ଦିଲ୍ଲୀ, ଭାରତ) ଜଣେ ପୂର୍ବତନ ଭାରତୀୟ ମହିଳା କ୍ରିକେଟର୍ ଏବଂ ବର୍ତ୍ତମାନ ଭାରତୀୟ ମହିଳା କ୍ରିକେଟ ଦଳର ଚୟନ ସମିତିର ଅଧ୍ୟକ୍ଷା ଅଟନ୍ତି । ସେ ଡାହାଣହସ୍ତୀ ବ୍ୟାଟର୍ ଏବଂ ଡାହାଣହସ୍ତ ମିଡିୟମ୍-ଫାସ୍ଟ ବୋଲର୍ ଭାବେ ଖେଳୁଥିଲେ। ୨୦୦୨ ରୁ ୨୦୧୪ ପର୍ଯ୍ୟନ୍ତ ସେ ଭାରତୀୟ ମହିଳା କ୍ରିକେଟ ଦଳ ପାଇଁ ଆନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ। ତାଙ୍କର କ୍ୟାରିୟରରେ ସେ ୫ଟି ଟେଷ୍ଟ ମ୍ୟାଚ୍, ୧୧୬ଟି ଓଡିଆଇ ଏବଂ ୪୧ଟି ଟ୍ୱେଣ୍ଟି୨୦ ଆନ୍ତର୍ଜାତୀୟ ମ୍ୟାଚ୍ ଖେଳିଥିଲେ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ନୂଶିନ୍ ଆଲ୍ ଖାଦିର୍ (ଜନ୍ମ: ୧୩ ଫେବୃଆରୀ ୧୯୮୧, କଲବୁରଗି, କର୍ଣ୍ଣାଟକ, ଭାରତ) ଜଣେ ପୂର୍ବତନ ଭାରତୀୟ ମହିଳା କ୍ରିକେଟର୍ ଏବଂ ବର୍ତ୍ତମାନ ଜଣେ କ୍ରିକେଟ କୋଚ୍। ସେ ଡାହାଣହସ୍ତ ଅଫ୍-ସ୍ପିନ୍ ବୋଲର୍ ଭାବେ ଖେଳୁଥିଲେ। ୨୦୦୨ ରୁ ୨୦୧୨ ପର୍ଯ୍ୟନ୍ତ ସେ ଭାରତୀୟ ମହିଳା କ୍ରିକେଟ ଦଳ ପାଇଁ ଆନ୍ତର୍ଜାତୀୟ ସ୍ତରରେ ଖେଳିଥିଲେ। ତାଙ୍କର କ୍ୟାରିୟରରେ ସେ ୫ଟି ଟେଷ୍ଟ ମ୍ୟାଚ୍, ୭୮ଟି ଓଡିଆଇ ଏବଂ ୨ଟି ଟ୍ୱେଣ୍ଟି୨୦ ଆନ୍ତର୍ଜାତୀୟ ମ୍ୟାଚ୍ ଖେଳିଥିଲେ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଦାସିଆ ବାଉରୀ ଶ୍ରୀ ଜଗନ୍ନାଥଙ୍କ ଜଣେ ପରମ ଭକ୍ତ । କେତେକ ଐତିହାସିକ ଓ ପୌରାଣିକ ତଥ୍ୟରୁ ଯାହା ଜଣାଯାଏ, ୧୫୦୦ ଶତାବ୍ଦୀ ବେଳକୁ ପୁରୀ ଜିଲ୍ଲାର ପିପିଲି ଅଞ୍ଚଳସ୍ଥ ବାଲିଗାଁରେ ଗୋଟିଏ ଗରୀବ ତନ୍ତୀ ପରିବାରରେ ଦାସିଆ ବାଉରୀ ଜନ୍ମଗ୍ରହଣ କରିଥିଲେ । ବାଲି ଗ୍ରାମର ଖଦାଳ ସାହିରେ ସେ ନିଜ ପରିବାର ସହ ବସବାସ କରୁଥିଲେ ।ବାଲ୍ୟ କାଳରୁ ହିଁ ସେ ଜଣେ ଜଗନ୍ନାଥ ପ୍ରେମୀ ଥିଲେ । ନିଜ ପରିବାରର ପାରମ୍ପରିକ ବୁଣାକାର ବୃତ୍ତି ବ୍ୟତୀତ, ଜଗନ୍ନାଥ ଭଜନ ଓ ଜଣାଣ ଲେଖିବାରେ ମଧ୍ୟ ତାଙ୍କର ରୁଚିଥିଲା । ଏହା ବ୍ୟତୀତ ସେ ଭାଗବତ, ଚଉତିସା ଓ ଭକ୍ତି ମାଳିକା ଭଳି ଗ୍ରନ୍ଥ ମଧ୍ୟ ରଚନା କରିଥିଲେ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଆମ୍ରପାଲୀ ଦୁବେ (ଜନ୍ମ ୧୧ ଜାନୁଆରୀ ୧୯୮୭) ଜଣେ ଭାରତୀୟ ଅଭିନେତ୍ରୀ, ଯିଏ ପ୍ରଧାନତଃ ଭୋଜପୁରୀ ଚଳଚ୍ଚିତ୍ରରେ କାମ କରନ୍ତି। ସେ ଭୋଜପୁରୀ ଚଳଚ୍ଚିତ୍ର ଶିଳ୍ପର ସର୍ବାଧିକ ପରିଶ୍ରମିକ ପାଉଥିବା ଏବଂ ପ୍ରମୁଖ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ଦୁବେ ଅନେକ ସମ୍ମାନର ଅଧିକାରିଣୀ, ଯାହାମଧ୍ୟରେ ଚାରିଟି ଭୋଜପୁରୀ ଫିଲ୍ମ ଆୱାର୍ଡସ ଏବଂ ଦୁଇଟି ଇଣ୍ଟରନ୍ୟାସନାଲ ଭୋଜପୁରୀ ଫିଲ୍ମ ଆୱାର୍ଡସ ଅନ୍ତର୍ଭୁକ୍ତ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ଆମିବାୟାସିସ (ଇଂରାଜୀ ଭାଷାରେ amoebiasis, ଅନ୍ୟ ନାମ ଆମିବିକ ଡିସେଣ୍ଟେରି/amoebic dysentery) ଏକ ସଂକ୍ରମଣ ଯାହା ଏଣ୍ଟାମିବା (Entamoeba) ଦଳର ଆମିବା (amoeba)ଦ୍ୱାରା ସୃଷ୍ଟି ହୁଏ । ଏଣ୍ଟାମିବା ହିସ୍ଟୋଲିଟିକା (Entamoeba histolytica) ପରଜୀବୀଦ୍ୱାରା ସାଧାରଣତଃ ଏହି ରୋଗ ଲକ୍ଷଣ ଦେଖାଯାଏ । ଆମିବାୟାସିସ ଦେହରେ ଥିଲେ ସାମାନ୍ୟ, ସାଂଘାତିକ ଲକ୍ଷଣ (symptoms) ଦେଖାଯାଏ ଓ କିଛି ମଧ୍ୟ ନ ହୋଇପାରେ । ଉଦର ଯନ୍ତ୍ରଣା (Abdominal pain), ତରଳ ଝାଡ଼ା, ରକ୍ତିମ ଝାଡ଼ା (bloody diarrhea) ଆଦି ଲକ୍ଷଣମାଣ ଦେଖାଯାଇପାରେ । ରୋଗ ଜଟିଳ ହେଲେ କୋଲୋନ ପ୍ରଦାହ (inflammation of the colon) ସହିତ ତନ୍ତୁ ମୃତ୍ୟୁ (tissue death) ହୁଏ ବା ଜଠରାନ୍ତ୍ର ଛିଦ୍ର ହୋଇ ପେରିଟୋନାଇଟିସ (peritonitis) ହୋଇପାରେ । ରୋଗଗ୍ରସ୍ତ ଲୋକର ରକ୍ତ ହାନୀ ହୋଇ ଆନିମିଆ ହୋଇପାରେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ସାଇନା ନେହୱାଲ (ଜନ୍ମ-୧୭ ମାର୍ଚ୍ଚ ୧୯୯୦) ଜଣେ ଭାରତୀୟ ମହିଳା ବ୍ୟାଡ଼ମିଟନ ଖେଳାଳୀ। ତାଙ୍କ ପିତାଙ୍କ ନାମ ଡ.ହରବୀର ସିଂହ ନେହୱାଲ ଓ ମାତାଙ୍କ ନାମ ଊଷା ନେହୱାଲ । ଉଭୟ ହରିଆଣାର ପୂର୍ବତନ ରାଜ୍ୟ ବ୍ୟାଡ଼ମିଟନ ଚାମ୍ପିଆନ ଥିଲେ। ସାଇନା ବ୍ୟାଡ଼ମିଟନକୁ ଆସିବାର ପ୍ରେରଣା ପିତାମାତାଙ୍କଠାରୁ ପାଇଥିଲେ। ୨୦୦୨ମସିହାରେ ସ୍ପୋର୍ଟସ ବ୍ରାଣ୍ଡ ୟୋନିକ୍ସ ପ୍ରାୟୟୋକ ହେବାପରେ ୨୦୦୪ ମସିହାରେ ବିପିସିଏଲ ସାଇନାଙ୍କୁ ଆର୍ଥିକ ସହାୟତା ଦେଇଥିଲେ। ପରେ ଅଲିମ୍ପିକ ଗୋଲ୍ଡ କ୍ୱେଷ୍ଟ ସହାୟତାରେ ସାଇନା ନିଜ ବ୍ୟାଡ଼ମିଟନ କ୍ୟ୍ୟାରିଅର ଆଗକୁ ବଢେଇଥିଲେ।ପ୍ରଥମେ ଖେଳାଳୀ ଭାବେ ଏସିଆନ ସାଟେଲାଇଟ ବ୍ୟାଡ଼ମିଟନ ଟୁର୍ଣ୍ଣାମେଣ୍ଟକୁ ଦୁଇଥର ଜିତି ସାଇନା ଲୋକଲୋଚନକୁ ଆସିଥିଲେ।ଘରୋଇ ସ୍ତରରେ ଷ୍ଟାରର ମାନ୍ୟତା ପାଇସାରିଥିବା ସାଇନା ଏହିଠାରୁ ଆନ୍ତର୍ଜାତିକ ସଫଳତା ପାଇଥିଲେ। ୨୦୦୬ରେ ଏକ ଫୋର ଷ୍ଟାର ଟୁର୍ଣ୍ଣାମେଣ୍ଟ ଜିତି ସେ ଚୀନ ଓ ଇଣ୍ଡୋନେସିଆ ଖେଳାଳୀଙ୍କ ପାଇଁ ବିପଦ ଭାବେ ଉଭା ହେଇଥିଲେ।୨୦୧୨ଲଣ୍ଡନ ଅଲିମ୍ପିକରେ ସାଇନା ନେହୱାଲ ପ୍ରଥମ ଭାରତୀୟ ମହିଳା ଭାବେ ବ୍ୟାଡ଼ମିଟନରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।