ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
୨୦୧୪ ମସିହା ମାର୍ଚ୍ଚ ୧୧ରେ ଓଡ଼ିଆଭାଷାକୁ କେନ୍ଦ୍ର ସରକାର ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଥିଲେ । ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ବ୍ୟାପୀ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଥିଲେ । ଶାସ୍ତ୍ରୀୟ ଭାଷା ଉପଦେଷ୍ଟା କମିଟିର ବୈଠକରେ ଏକ ନିଷ୍ପତ୍ତି ନିଆଯାଇଥିଲା । ଏହି ଅବସରରେ ଓଡ଼ିଆ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଂସ୍କୃତି ବିଭାଗ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଥିଲା ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ଼ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମୀୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଟକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ୍ୟ ଓ ଅନ୍ତର୍ଲକ୍ଷ୍ୟ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ୍ୟ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପୀର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରାଜଶ୍ରୀ ଦେଶପାଣ୍ଡେ ଜଣେ ଭାରତୀୟ ଅଭିନେତ୍ରୀ। ସେ ପାନ୍ ନଲିନ୍ସ ନାଟ୍ୟ ଚଳଚ୍ଚିତ୍ର Angry Indian Goddesses ରେ ଅଭିନୟ ପାଇଁ ଆନ୍ତର୍ଜାତୀୟ ପରିଚିତି ଲାଭ କରିଥିଲେ। ପରେ ସେ ସନାଲ କୁମାର ସସିଧରନଙ୍କ ଚଳଚ୍ଚିତ୍ର ସେକ୍ସି ଦୁର୍ଗା ରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ ଏବଂ Netflix ଶୃଙ୍ଖଳା ସେକ୍ରେଡ୍ ଗେମସ୍ ରେ ତାଙ୍କ ଅଭିନୟ ପାଇଁ ସମାଲୋଚକମାନଙ୍କର ପ୍ରଶଂସା ଲାଭ କରିଥିଲେ। ୨୦୨୩ ମସିହାରେ ଟ୍ରାଇଲ ବାଏ ଫାଇର (Trial by Fire) ରେ ତାଙ୍କ କାମ ପାଇଁ ସେ ୨୦୨୩ Filmfare OTT Awards ରେ ଡ୍ରାମା ଶ୍ରେଣୀର ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ଜିତିଥିଲେ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସୁବ୍ରତ କୁମାର ପୃଷ୍ଟି (ଜନ୍ମ ୧୯୭୬) ଜଣେ ଭାରତୀୟ ଓଡ଼ିଆ ଭାଷା ବିଦ୍ୱାନ, କାର୍ଯ୍ୟକର୍ତ୍ତା, ସମାଜ ସେବୀ, ସାହିତ୍ୟ ସମାଲୋଚକ ଏବଂ ଲେଖକ। ସେ ଓଡ଼ିଶା ଭୁବନେଶ୍ୱର ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥାର ସଦସ୍ୟ ସଚିବ ଅଟନ୍ତି । ସେ ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରିବା ପାଇଁ ଗବେଷଣା ଦସ୍ତାବିଜ ପ୍ରସ୍ତୁତ କରିବା ସହ ଏଥିପାଇଁ ଜନ ଆନ୍ଦୋଳନ କରିଥିଲେ। ସେ ଓଡ଼ିଆ ବିଶ୍ୱବିଦ୍ୟାଳୟ, କେନ୍ଦ୍ରୀୟ ଶାସ୍ତ୍ରୀୟ ଓଡ଼ିଆ ପ୍ରତିଷ୍ଠାନ ଗଠନ କରିବା ଏବଂ ଓଡ଼ିଶା ସରକାରୀ ଭାଷା ଅଧିନିୟମ, ୧୯୫୪ କାର୍ଯ୍ୟକାରି କରିବା ପାଇଁ ସମସ୍ତ ପ୍ରକାରର କାମ କରିଥିଲେ । ଶାସ୍ତ୍ରୀୟ ଓଡ଼ିଆ ଗବେଷଣା କାର୍ଯ୍ୟପାଇଁ ତାଙ୍କୁ ପ୍ରେସିଡେନ୍ସିଆଲ୍ ସାର୍ଟିଫିକେଟ୍ ଅଫ୍ ଅନର୍ ବା ମହର୍ଷି ବାଦରାୟଣ ବ୍ୟାସ ସମ୍ମାନ-୨୦୧୯ ପ୍ରଦାନ କରାଯାଇଥିଲା
ଉଷା କିରଣ (୨୨ ଏପ୍ରିଲ୍ ୧୯୨୯– ୯ ମାର୍ଚ୍ଚ ୨୦୦୦) ଜଣେ ଭାରତୀୟ ଅଭିନେତ୍ରୀ ଥିଲେ। ଚାରି ଦଶକରୁ ଅଧିକ ସମୟ ଧରି ବ୍ୟାପ୍ତ ତାଙ୍କର ଅଭିନୟ ଜୀବନରେ ସେ ୫୦ରୁ ଅଧିକ ହିନ୍ଦୀ ଓ ମରାଠୀ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ତାଙ୍କର ଉଲ୍ଲେଖନୀୟ ଚଳଚ୍ଚିତ୍ରମାନଙ୍କ ମଧ୍ୟରେ ଦାଗ(୧୯୫୨), ପତିତା(୧୯୫୩), ବନ୍ଧନ(୧୯୫୪), ବାୱର୍ଚି(୧୯୭୨), ଚୁପ୍କେ ଚୁପ୍କେ (୧୯୭୫) ଓ ମିଲି(1975) ଅନ୍ତର୍ଭୁକ୍ତ। ସେ ୧୯୯୬ ଓ ୧୯୯୭ ମସିହାରେ ଶେରିଫ୍ ଅଫ ବମ୍ବେ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରାଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢ଼ି ରଖିଦେଲି କିଏ ପଚାରିବ ମୂଲ !
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ଆଲୋକବର୍ଷ ହେଉଛି ଏକ ଦୂରତା ମାପିବାର ଏକକ । ଏହା ସାହାଯ୍ୟରେ ମହାକାଶରେ ବିଭିନ୍ନ ମହାଜଗତିକ ବସ୍ତୁମାନଙ୍କର ଦୂରତା ମପାଯାଏ । ଏକ ଆଲୋକ ବର୍ଷର ଦୂରତା ପ୍ରାୟ ୯ ଲକ୍ଷ କୋଟି କିଲୋମିଟର(୯୦,୦୦,୦୦,୦୦,୦୦,୦୦୦) । ଆଲୋକ ବହୁତ କ୍ଷୀପ୍ର ବେଗରେ ଗତି କରିଥାଏ । ଏହ ଏକ ସେକେଣ୍ଡରେ ୨,୯୯,୭୯୩ କିଲୋମିଟର ଦୂରତା ଅତିକ୍ରମ କରିଥାଏ ଯାହାକି ପ୍ରାୟ ୩ ଲକ୍ଷ କିଲୋ ମିଟର ସହ ସମାନ । ଆନ୍ତର୍ଜାତିକ ମହାକାଶିୟ ଏକକ ଅନୁସାରେ ଏକ ଆଲୋକ ରଶ୍ମି ଏକ ବର୍ଷ(୩୬୫ ଦିନ ୬ ଘଣ୍ଟା)ରେ ମହାକାଶରେ ଯେତିକି ଦୂରତା ଅତିକ୍ରମ କରେ ତାହାକୁ ଏକ ଆଲୋକ ବର୍ଷ କୁହାଯାଏ । ଏହି ଦୂରତାର ଏକକକୁ ଗ୍ରହ, ନକ୍ଷତ୍ର ଏବଂ ନିହାରୀକା ମାନଙ୍କର ଦୂରତା ମାପିବାକୁ ବ୍ୟବହାର କରାଯାଏ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଦେବାଶିଷ ପାତ୍ର (ଜନ୍ମ: ୨୦ ସେପ୍ଟେମ୍ବର ୧୯୭୦) ଜଣେ ଭାରତୀୟ ଅଧ୍ୟାପକ ଓ ଓଡ଼ିଆ-ଭାଷୀ ଲେଖକ । ସେ ୨୦୦୨ରେ ଯୁବ ସାହିତ୍ୟିକ ପୁରସ୍କାର, ୨୦୧୨ରେ ମୁଦୁଲିପଡ଼ାର ଲୋକେ ପୁସ୍ତକ ପାଇଁ ଭୁବନେଶ୍ୱର ପୁସ୍ତକ ମେଳା ପୁରସ୍କାର ଓ ୨୦୧୭ ମସିହାରେ ଢୋଲ ଓ ଅନ୍ୟାନ୍ୟ ଗଳ୍ପ ପାଇଁ କଳିଙ୍ଗ ପୁସ୍ତକମେଳା ପୁରସ୍କାର ପାଇଛନ୍ତି । ଜନଜାତି ଗବେଷଣା ପାଇଁ ତପସ୍ୟା ସୃଜନ ପୁରସ୍କାର ସହିତ କୋଡ଼ିଏରୁ ଅଧିକ ପୁରସ୍କାର ଲାଭ କରିଛନ୍ତି। ତାଙ୍କର ୫୦ ପାଖାପାଖି ପୁସ୍ତକ ପ୍ରକାଶିତ।
ପ୍ରିୟଙ୍କା ବୋଷ (ଜନ୍ମ: ୧୯୮୦) ଜଣେ ଭାରତୀୟ ଅଭିନେତ୍ରୀ ଓ ମଡେଲ୍। ସେ ରଙ୍ଗମଞ୍ଚ ଓ ଚଳଚ୍ଚିତ୍ର ଉଭୟ ମାଧ୍ୟମରେ ସକ୍ରିୟ ଅଛନ୍ତି ଏବଂ ଇଟାଲିଆନ୍ ଚଳଚ୍ଚିତ୍ର ଗାଙ୍ଗୋର ରେ ତାଙ୍କ ଅଭିନୟ ପାଇଁ ବିଶେଷ ପରିଚିତ। ପ୍ରିୟଙ୍କା ତାଙ୍କ ଚଳଚ୍ଚିତ୍ର ଜୀବନ ଲଭ ସେକ୍ସ ଆଉର ଧୋଖା, ସୋରି ଭାଇ!, ଜନୀ ଗଦ୍ଦାର ଏବଂ ଗୁଜାରୀସ ଭଳି ଚଳଚ୍ଚିତ୍ରରେ ଛୋଟ ଭୂମିକାରୁ ଆରମ୍ଭ କରିଥିଲେ। ୨୦୧୦ ମସିହାରେ ଇଟାଲିଆନ୍ ନିର୍ଦ୍ଦେଶକ ଇତାଲୋ ସ୍ପିନେଲିଙ୍କ ନିର୍ଦ୍ଦେଶିତ ଗାଙ୍ଗୋର ଚଳଚ୍ଚିତ୍ରରେ ସେ ପ୍ରଥମେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଏହି ଚଳଚ୍ଚିତ୍ରରେ ଜଣେ ଆଦିବାସୀ ନାରୀର ଭୂମିକାରେ ତାଙ୍କ ଅଭିନୟ ପାଇଁ ସେ ଅଭିନେତ୍ରୀ ଭାବେ ବିଶେଷ ପରିଚିତି ଲାଭ କରିଥିଲେ ଏବଂ New Jersey Independent South Asian Film Festival ରେ ସର୍ବୋତ୍କୃଷ୍ଟ ଅଭିନେତ୍ରୀ ପୁରସ୍କାର ଜିତିଥିଲେ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଭାଗ୍ୟଶ୍ରୀ ପଟୱର୍ଧନ ଦସାନୀ (ଜନ୍ମନାମ ପଟୱର୍ଧନ; ଜନ୍ମ ୨୩ ଫେବୃଆରୀ ୧୯୬୯), ଯିଏ ଭାଗ୍ୟଶ୍ରୀ ନାମରେ ପରିଚିତ, ଜଣେ ଭାରତୀୟ ଅଭିନେତ୍ରୀ। ସେ ମୁଖ୍ୟତଃ ହିନ୍ଦୀ ଭାଷାର ଚଳଚ୍ଚିତ୍ର ଓ ଦୂରଦର୍ଶନ ଧାରାବାହିକରେ ତାଙ୍କ ଅଭିନୟ ପାଇଁ ପରିଚିତ। ସେ ଏକ ଫିଲ୍ମଫେୟାର ପୁରସ୍କାର ଜିତିଥିବା ସହିତ ଇଣ୍ଡିଆନ୍ ଟେଲିଭିଜନ୍ ଏକାଡେମି ପୁରସ୍କାର ପାଇଁ ମଧ୍ୟ ନାମାଙ୍କନ ପାଇଛନ୍ତି।
ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।
ପରଜା ଗୋପୀନାଥ ମହାନ୍ତିଙ୍କ ରଚିତ ଏକ ଭାରତୀୟ ଓଡ଼ିଆ ଉପନ୍ୟାସ । ଏହାର ମୁଖ୍ୟ ବିଭାବ ହେଲା ବାସ୍ତବବାଦୀ ଉପନ୍ୟାସ । ବିଂଶ ଶତାବ୍ଦୀର ମଧ୍ୟଭାଗରେ ଏହିପରି ଉପନ୍ୟାସର ଚାହିଦା ଫ୍ରାନସ ତଥା ୟୁରୋପର ଅନ୍ୟାନ୍ୟ ପ୍ରାନ୍ତରେ ବହୁତ ପରିଲକ୍ଷିତ ହେଉଥିଲା । ଏହା ବିଭିନ୍ନ ଭାରତୀୟ ଭାଷାରେ ତଥା ଇଂରାଜୀରେ ମଧ୍ୟ ଅନୁବାଦିତ ହୋଇସରିଛି । ଇଂରାଜୀରେ ଏହାର ଅନୁବାଦ କରିଥିଲେ ପ୍ରଫେସର ବିକ୍ରମ ଦାସ ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।