ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
'ରବୀନ୍ଦ୍ରନାଥ ଠାକୁର ' ( (listen); Bengali pronunciation: [robind̪ro nat̪ʰ ʈʰakur]), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ନାରାୟଣ ସାହୁ (ଜନ୍ମ ୨୫ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ଅଧ୍ୟାପକ ଓ ନାଟ୍ୟକାର । ଏଯାବତ ତାଙ୍କର ୨୦ରୁ ଉର୍ଦ୍ଧ ନାଟକ ପ୍ରକାଶିତ ହୋଇସାରିଛି । ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ସେ ଅଧ୍ୟାପନା କରିଛନ୍ତି । ତାଙ୍କର ନାଟକ ଆଶ୍ରା ଖୋଜି ବୁଲୁଥିବା ଇଶ୍ୱର ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଆକାଶବାଣୀ ନାଟ୍ୟକାର ପୁରସ୍କାର, ଝଙ୍କାର ନାଟକ ପୁରସ୍କାର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
୨୦୧୪ ମସିହା ମାର୍ଚ୍ଚ ୧୧ରେ ଓଡ଼ିଆଭାଷାକୁ କେନ୍ଦ୍ର ସରକାର ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଥିଲେ । ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ବ୍ୟାପୀ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଥିଲେ । ଶାସ୍ତ୍ରୀୟ ଭାଷା ଉପଦେଷ୍ଟା କମିଟିର ବୈଠକରେ ଏକ ନିଷ୍ପତ୍ତି ନିଆଯାଇଥିଲା । ଏହି ଅବସରରେ ଓଡ଼ିଆ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଂସ୍କୃତି ବିଭାଗ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଥିଲା ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମୀୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଟକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ୍ୟ ଓ ଅନ୍ତର୍ଲକ୍ଷ୍ୟ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ୍ୟ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପୀର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଶ୍ୱଜିତ ଦାସ (୧୯୩୬-୨୦୦୪) ଜଣେ ଖ୍ୟାତନାମା ଓଡ଼ିଆ ନାଟ୍ୟକାର ଥିଲେ । ସେ ପ୍ରିୟତମା ଓ ନିଝୁମ ରାତିର ସାଥୀ କଥାଚିତ୍ରର ନିର୍ଦ୍ଦେଶନା ଦେବା ସହ ଗୌରୀ, ନାଗଫାସ, ଅହଲ୍ୟା, କାବେରୀ ଓ ତୁଣ୍ଡବାଇଦ ଆଦି କଥାଚିତ୍ରର ସଂଳାପ ରଚନା କରିଥିଲେ । ଏଥି ସହିତ ସେ କେତୋଟି ବିଦେଶୀ ଭାଷାର ନାଟକକୁ ଓଡ଼ିଆରେ ଅନୁବାଦ ମଧ୍ୟ କରିଥିଲେ । ୧୯୬୪ ମସିହାରେ 'ସଂକେତ' ନାମକ ଏକ ନାଟ୍ୟ ଅନୁଷ୍ଠାନ ଗଠନ କରିଥିଲେ ।
ରୋହିତ ଗୁରୁନାଥ ଶର୍ମା (ଜନ୍ମ: ୩୦ ଏପ୍ରିଲ ୧୯୮୭) ଜଣେ ଭାରତୀୟ ଆନ୍ତର୍ଜାତୀୟ କ୍ରିକେଟର ତଥା ଭାରତୀୟ ପୁରୁଷ କ୍ରିକେଟ ଦଳର ଅଧିନାୟକ ଅଟନ୍ତି । ଜଣେ ଶ୍ରେଷ୍ଠ ଭାରତୀୟ ଓପନର ବ୍ୟାଟ୍ସମ୍ୟାନ୍ ହିସାବରେ ସେ ଖୁବ୍ ପରିଚିତ । ସେ ଡାହାଣହାତୀ ବ୍ୟାଟ୍ସମ୍ୟାନ୍ ହିସାବରେ ଭାରତୀୟ ଆନ୍ତର୍ଜାତୀୟ ଦଳ ଓ ଆଇପିଏଲ ପାଇଁ ମୁମ୍ବାଇ ଇଣ୍ଡିଆନସ୍ ପାଇଁ ମ୍ୟାଚ୍ ଖେଳନ୍ତି । ରୋହିତ ମଧ୍ୟ ମୁମ୍ବାଇ ଇଣ୍ଡିଆନସ୍ର ଅଧିନାୟକ ଅଛନ୍ତି ଏବଂ ତାଙ୍କ ନେତୃତ୍ୱରେ ଦଳ ୫ଟି ଟାଇଟଲ୍ ଜିତିଛି, ଯାହାକି ଅନ୍ୟ କୌଣସି ଦଳଠାରୁ ସର୍ବାଧିକ । ଏକ ଦିନିକିଆ ଆନ୍ତର୍ଜାତୀୟ ମ୍ୟାଚରେ ଏକମାତ୍ର ଖେଳାଳି ଭାବେ ସର୍ବାଧିକ ବ୍ୟକ୍ତିଗତ ସ୍କୋର (୨୬୪) ଏବଂ ତିନିଥର ଦ୍ୱିଶତକ କରିଛନ୍ତି । ତାଙ୍କର କ୍ରିକେଟ ପ୍ରତି ଅବଦାନ ପାଇଁ ତାଙ୍କୁ ୨୦୧୫ ମସିହାରେ ଅର୍ଜୁନ ପୁରସ୍କାର ଓ ୨୦୨୦ ମସିହାରେ ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଛି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରାଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢ଼ି ରଖିଦେଲି କିଏ ପଚାରିବ ମୂଲ !
କୋଣାର୍କ ଓଡ଼ିଶାର ପୁରୀ ଜିଲ୍ଲାରେ ଅବସ୍ଥିତ ଏକ ଛୋଟ ସହର । ଏଠାରେ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ସ୍ଥାପିତ ସୂର୍ଯ୍ୟ ମନ୍ଦିର ଅବସ୍ଥିତ । ପୁରୀ ସହରଠାରୁ ୩୨ କି.ମି. ଦୂରତାରେ ବଙ୍ଗୋପସାଗର କୂଳରେ ଅବସ୍ଥିତ । ଏହା ସ୍ୱର୍ଣ୍ଣ ତ୍ରିଭୁଜର ଗୋଟିଏ ସୀମାରେ ଅବସ୍ଥିତ । ଏହା ବ୍ଲାକ ପାଗୋଡା ନାମରେ ମଧ୍ୟ ବିଶ୍ୱ ବିଖ୍ୟାତ । କୋଣାର୍କ ଅର୍କକ୍ଷେତ୍ର, ପଦ୍ମକ୍ଷେତ୍ର ନାମରେ ପୁରାଣ ପ୍ରସିଦ୍ଧ । ଏହା ମୈତ୍ରେୟ ବନ ଭାବେ ମଧ୍ୟ ପରିଚିତ ଥିଲା| ଏହି ସ୍ଥାନ ଭୁବନେଶ୍ୱରଠାରୁ ୬୫ କି.ମି.
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ରତ୍ନା ପାଠକ ଶାହ (ଜନ୍ମ: ୭ ଅଗଷ୍ଟ ୧୯୫୭) ଜଣେ ଭାରତୀୟ ଅଭିନେତ୍ରୀ ଓ ନିର୍ଦ୍ଦେଶକା, ଯିଏ ହିନ୍ଦୀ ନାଟକ, ଟେଲିଭିଜନ ଏବଂ ଚଳଚ୍ଚିତ୍ରରେ କାର୍ଯ୍ୟ ପାଇଁ ପରିଚିତ। ତାଙ୍କର ନାଟ୍ୟକଳାର କାର୍ଯ୍ୟ ଅତ୍ୟନ୍ତ ବ୍ୟାପକ ଓ ସେ ଇଂରାଜୀ ଏବଂ ହିନ୍ଦୀ ଭାଷାର ଅନେକ ନାଟକରେ ଅଭିନୟ କରିଛନ୍ତି। ୧୯୮୦ ଦଶକରେ ଲୋକପ୍ରିୟ ଟିଭି ଧାରାବାହିକ ଇଧର ଉଧର ରେ ଅଭିନୟ କରିବା ପରେ ସେ ବ୍ୟାପକ ଭାବରେ ପରିଚିତି ଲାଭ କରିଥିଲେ।
ଅଧକପାଳି ([migraine; ମିଗ୍ରେନ /ମାଇଗ୍ରେନ ] Error: {{Lang-xx}}: text has italic markup (help)) ଏକ ପ୍ରାଥମିକ ମୁଣ୍ଡବଥା ବେମାରୀ ଯେଉଁଥିରେ ବାରମ୍ବାର ମଧ୍ୟମ ବା ତୀବ୍ର ମୁଣ୍ଡବଥା ହୁଏ ଓ ତାହା ସହିତ ଅଟୋନୋମିକ ନର୍ଭସ ସିଷ୍ଟମ ଲକ୍ଷଣ ପ୍ରକାଶ ପାଇଥାଏ । ଏହି ମିଗ୍ରେନ/ମାଇଗ୍ରେନ (migraine) ଶବ୍ଦ ଏକ ଗ୍ରୀକ ଶବ୍ଦରୁ (Greek ଶବ୍ଦ ἡμικρανία (hemikrania)ର ଅର୍ଥ "ମୁଣ୍ଡର ଗୋଟିଏ ପାଖରେ ଯନ୍ତ୍ରଣା"; ἡμι- (hemi-), "ଅଧା", ଓ κρανίον (kranion), "ଖପୁରି" ନିଆହୋଇଛି । ମୁଣ୍ଡର ଗୋଟିଏ ପାଖରେ ମୁଣ୍ଡବଥା ଧକ୍ ଧକ୍ ହୋଇ ହୁଏ ଓ ପ୍ରାୟ ୭୨ଘଣ୍ଟା ପର୍ଯ୍ୟନ୍ତ ରହେ । ଏହା ସହ ଓକାଳ, ବାନ୍ତି ତଥା ଆଲୋକ, ଶବ୍ଦ କିମ୍ବା ଘ୍ରାଣ ଶକ୍ତି ଅଧିକ ସମ୍ବେଦୀ ହୁଏ ଓ ଶାରୀରିକ କର୍ମ କଲେ ଅଧିକ କଷ୍ଟ ହୁଏ । ଶାରୀରିକ ପରିଶ୍ରମ କଲେ ଏହି ରୋଗ ବଢ଼ିଯାଏ । ଏକ ତୃତୀୟାଂଶ ଲୋକଙ୍କର ଅରା ବା ଦୃଷ୍ଟି ସମସ୍ୟା ହୁଏ ଯାହାଦ୍ୱାରା ଆଗକୁ ଅଧକପାଳି ଆସିବା ସଙ୍କେତ ଦିଏ । ଅରାରେ ଦୃଷ୍ଟି ଭିତ୍ତିକ, ସେନ୍ସରୀ, ମୋଟର ବା ଭାଷା (Language) ଗୋଳମାଳ ହୁଏ । ଅରା ପରେ କ୍ୱଚିତ ମୁଣ୍ଡବଥା ହୁଏ ନାହିଁ । ପରିସ୍ଥିତି ଓ ଜେନେଟିକର ମିଶ୍ରିତ ପ୍ରଭାବ ଯୋଗୁ ଅଧକପାଳି ହେବା ବିଶ୍ୱାସ କରାଯାଏ । ଦୁଇ ତୃତୀୟାଂଶ ରୋଗୀଙ୍କର ବଂଶରେ ଏହି ରୋଗ ଥାଏ । ହରମୋନ ସ୍ତରର ପରିବର୍ତ୍ତନ ଯୋଗୁ ଏହା ହୋଇପାରେ ଯେହେତୁ ପୂର୍ଣ୍ଣାବୟବ ହେବା ପୂର୍ବରୁ ପୁଅମାନଙ୍କର କିନ୍ତୁ ପରେ ପୁରୁଷଙ୍କ ଅପେକ୍ଷା ମହିଳା ସଂଖ୍ୟା ୩ ଗୁଣ ହୁଏ । ଗର୍ଭାବସ୍ଥାରେ ଅଧକପାଳି କମିଯାଏ । ଗର୍ଭାବସ୍ଥାରେ ଏହି ସଙ୍କଟ କମିଯାଏ । ଏହି ରୋଗ କେଉଁ ଉପାୟରେ ହୁଏ ତାହା ଜଣାନାହିଁ । ତେବେ ଏହା ଏକ ସ୍ନାୟୁ-ରକ୍ତନଳୀ ସମ୍ବନ୍ଧୀୟ ରୋଗ । ପ୍ରାଥମିକ ଥିଓରି ଅନୁସାରେ ସେରେବ୍ରାଲ କର୍ଟେକ୍ସ ଅତ୍ୟଧିକ ଉତ୍ତେଜିତ ହୋଇ ବ୍ରେନଷ୍ଟେମର ଟ୍ରାଇଜେମିନାଲ ନ୍ୟୁକ୍ଳିଅସରେ ଥିବା ସ୍ନାୟୁ ଉପରେ ଅସାଧାରଣ ପ୍ରତିକ୍ରିୟା କରାଏ । ସର୍ବ ପ୍ରଥମେ ମୁଣ୍ଡବଥା ନିମନ୍ତେ ଆଇବୁପ୍ରୋଫେନ ଓ ପାରାସେଟାମୋଲ ଭଳି ସାଧାରଣ ପିଡ଼ାନାଶକ ଔଷଧ ଦିଆଯାଏ, ବାନ୍ତି ନ ହେବା ଔଷଧ ଦେଲେ ଓକାଳ କମ ହୁଏ ଓ ଟ୍ରିଗର ନ ଗେବା ଚେଷ୍ଟା କରାଯାଏ । ସାଧାରଣ ପିଡ଼ାନାଶକ ଦେଇ ଭଲ ନ ହେଲେ ଟ୍ରିପ୍ଟାନ କିମ୍ବା ଏରଗୋଟାମିନ ବା ଦିଆଯାଇପାରେ । ଜଣ ସଂଖ୍ୟାର ୧୫ % ଲୋକ ଜୀବନରେ କେବେ ନା କେବେ ଏହି ରୋଗ ଭୋଗ କରନ୍ତି । ଏହା ସହିତ କେଫିନ୍ ଯୋଗ କରିଦିଆଯାଇ ପାରେ । ଏହାର ପ୍ରତିଷେଧ ନିମନ୍ତେ ଅନେକ ଔଷଧ ମିଳୁଛି ଯଥା:- ମେଟୋପ୍ରୋଲୋଲ, ଭାଲପ୍ରୋଏଟ ଓ ଟୋପିରାମେଟ । ସାରା ପୃଥିବୀର ଜନସଂଖ୍ୟାର ପ୍ରାୟ ୧୫% ଲୋକଙ୍କୁ ଅଧକପାଳି ରୋଗ ହୁଏ । ଏହି ରୋଗ ଅଧିକାଂଶ କେଶ୍ରେ ଯୁବକ୍ରାନ୍ତି ବା ପ୍ୟୁବର୍ଟି ବେଳେ ହୁଏ । କେତେକ ମହିଳାଙ୍କର ଋତୁବନ୍ଦ ସମୟଠାରୁ ରୋଗ କମିଯାଏ । ପୁରାତନ ମିଶରରେ ଖ୍ରୀ:ପୂ: ୧୫୦୦ରେ ଏବର୍ସ ପାପିରସ୍ରେ କେତେକ ବେମାରୀ ବର୍ଣ୍ଣନା ଏହି ରୋଗ ସାଥୀରେ ମେଳ ଖାଉଛି । ମିଗ୍ରେନ ଶବ୍ଦଟି ଗ୍ରୀକ ଶବ୍ଦ ἡμικρανία (hemikrania)ରୁ ନିଆଯାଇଛି ଯାହାର ଅର୍ଥ, "ମୁଣ୍ଡର ଗୋଟିଏ ପଟରେ ଯନ୍ତ୍ରଣା", ଓ ἡμι- (hemi-)ର ଅର୍ଥ "ଅଧା" ଓ κρανίον (kranion)ର ଅର୍ଥ "ଖପୁରି".
କ୍ରିକେଟ ଏକ ଖେଳର ନାମ ଯାହା ବ୍ୟାଟ ଏବଂ ବଲକୁ ନେଇ ୧୧ଜଣ ବିଶିଷ୍ଟ ଦୁଇ ଦଳ ଏକ କ୍ରିକେଟ ପଡ଼ିଆରେ ଖେଳନ୍ତି ଓ ପ୍ରତି ଦଳରେ ୧୧ ଜଣ ଖେଳାଳୀଙ୍କୁ ନେଇ ଖେଳାଯାଇଥାଏ । ପଡ଼ିଆର ମଧ୍ୟ ଭାଗରେ ୨୨ଗଜ ବିଶିଷ୍ଟ ଏକ ଆୟତ୍ତାକାର କ୍ଷେତ୍ର ଥାଏ ଯାହାକୁ ପିଚ୍ କୁହାଯାଏ । ଏହାର ଦୁଇ ମୁଣ୍ଡରେ ତିନୋଟି କରି କାଠ ନିର୍ମିତ ବାଡ଼ି ପୋତା ଯାଇଥାଏ ଯାହାକୁ ଉଇକେଟ କହନ୍ତି ଯେଉଁଥିରେ ତିନୋଟି ସ୍ଟମ୍ପ ଥାଏ । ପ୍ରତି ଉଇକେଟ ଆଗରେ ଗୋଟିଏ କରି କ୍ରିଜ ଥାଏ । ଦୁଇ ଦଳ ମଧ୍ୟରୁ ଗୋଟିଏ ଦଳକୁ ବ୍ୟାଟିଙ୍ଗ ଦଳ ଓ ଅନ୍ୟଟିକୁ କ୍ଷେତ୍ରରକ୍ଷକ ଦଳ କୁହାଯାଏ । ଏଥିରେ ଗୋଟିଏ ଦଳ ପ୍ରଥମେ ବ୍ୟାଟିଂ କରି ଅଧିକରୁ ଅଧିକ ଦୌଡ(Run) ସ୍କୋର କରିବାକୁ ଚେଷ୍ଟା କରିବା ବେଳେ, ଦ୍ୱିତୀୟ ଦଳ ବୋଲିଂ ତଥା କ୍ଷେତ୍ରରକ୍ଷଣ (ଫିଲ୍ଡିଂ | Fielding) କରିଥାନ୍ତି । ବ୍ୟାଟିଂ କରୁଥିବା ଦଳର ସମସ୍ତ ଖେଳାଳୀ ଆଉଟ କିମ୍ବା ଏକ ନିର୍ଦ୍ଧାରିତ ଓଭରର ବୋଲିଂ ଶେଷ ହେବା ପରେ ଦ୍ୱିତୀୟ ଦଳ ବ୍ୟାଟିଂ କରି, ପ୍ରଥମ ଦଳ ସ୍କୋର କରିଥିବା ଦୌଡ (Run)କୁ ହାସିଲ କରିବାକୁ ଚେଷ୍ଟା କରିଥାନ୍ତି । ଖେଳର ପରିଣାମ ସର୍ବାଧିକ ଦୌଡ(Run) ଉପରେ ନିର୍ଭର କରିଥାଏ । ବର୍ତ୍ତମାନ ଭାରତର ସବୁଠାରୁ ଲୋକପ୍ରିୟ ଖେଳ ହେଲା କ୍ରିକେଟ । ବର୍ତ୍ତମାନ କ୍ରିକେଟ ତିନୋଟି ଫର୍ମାଟରେ ଖେଳା ଯାଊଛି, ଯଥା ଟେଷ୍ଟକ୍ରିକେଟ, ଏକ ଦିବସୀୟ ବା ୱନ୍ ଡେ କ୍ରିକେଟ ଏବଂ ଟ୍ୱେଣ୍ଟି ଟ୍ୱେଣ୍ଟି କ୍ରିକେଟ ।
କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସାଇନା ନେହୱାଲ (ଜନ୍ମ-୧୭ ମାର୍ଚ୍ଚ ୧୯୯୦) ଜଣେ ଭାରତୀୟ ମହିଳା ବ୍ୟାଡ଼ମିଟନ ଖେଳାଳୀ। ତାଙ୍କ ପିତାଙ୍କ ନାମ ଡ.ହରବୀର ସିଂହ ନେହୱାଲ ଓ ମାତାଙ୍କ ନାମ ଊଷା ନେହୱାଲ । ଉଭୟ ହରିଆଣାର ପୂର୍ବତନ ରାଜ୍ୟ ବ୍ୟାଡ଼ମିଟନ ଚାମ୍ପିଆନ ଥିଲେ। ସାଇନା ବ୍ୟାଡ଼ମିଟନକୁ ଆସିବାର ପ୍ରେରଣା ପିତାମାତାଙ୍କଠାରୁ ପାଇଥିଲେ। ୨୦୦୨ମସିହାରେ ସ୍ପୋର୍ଟସ ବ୍ରାଣ୍ଡ ୟୋନିକ୍ସ ପ୍ରାୟୟୋକ ହେବାପରେ ୨୦୦୪ ମସିହାରେ ବିପିସିଏଲ ସାଇନାଙ୍କୁ ଆର୍ଥିକ ସହାୟତା ଦେଇଥିଲେ। ପରେ ଅଲିମ୍ପିକ ଗୋଲ୍ଡ କ୍ୱେଷ୍ଟ ସହାୟତାରେ ସାଇନା ନିଜ ବ୍ୟାଡ଼ମିଟନ କ୍ୟ୍ୟାରିଅର ଆଗକୁ ବଢେଇଥିଲେ।ପ୍ରଥମେ ଖେଳାଳୀ ଭାବେ ଏସିଆନ ସାଟେଲାଇଟ ବ୍ୟାଡ଼ମିଟନ ଟୁର୍ଣ୍ଣାମେଣ୍ଟକୁ ଦୁଇଥର ଜିତି ସାଇନା ଲୋକଲୋଚନକୁ ଆସିଥିଲେ।ଘରୋଇ ସ୍ତରରେ ଷ୍ଟାରର ମାନ୍ୟତା ପାଇସାରିଥିବା ସାଇନା ଏହିଠାରୁ ଆନ୍ତର୍ଜାତିକ ସଫଳତା ପାଇଥିଲେ। ୨୦୦୬ରେ ଏକ ଫୋର ଷ୍ଟାର ଟୁର୍ଣ୍ଣାମେଣ୍ଟ ଜିତି ସେ ଚୀନ ଓ ଇଣ୍ଡୋନେସିଆ ଖେଳାଳୀଙ୍କ ପାଇଁ ବିପଦ ଭାବେ ଉଭା ହେଇଥିଲେ।୨୦୧୨ଲଣ୍ଡନ ଅଲିମ୍ପିକରେ ସାଇନା ନେହୱାଲ ପ୍ରଥମ ଭାରତୀୟ ମହିଳା ଭାବେ ବ୍ୟାଡ଼ମିଟନରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ବିରଜା ମନ୍ଦିର (ଓଡ୍ଡ୍ୟାଣ ପୀଠ ବା ଉଡ୍ଡୀୟାନ ତନ୍ତ୍ରପୀଠ) ଯାଜପୁର ଜିଲ୍ଲାର ଏକ ଦେବୀ ମନ୍ଦିର । ଏହା ଭାରତର ବିରଜା କ୍ଷେତ୍ର ନାମରେ ଜଣା । ଏଠାରେ ଦେବୀ ଦ୍ୱିଭୁଜା ଦୁର୍ଗା ରୂପରେ ପୂଜା ପାନ୍ତି । ଏହି ଦେବୀଙ୍କ ଗୋଟିଏ ହାତରେ ତ୍ରିଶୂଳ ଏବଂ ଅନ୍ୟ ହାତରେ ମହିଷାସୁରର ଲାଙ୍ଗୁଳ ଶୋଭା ପାଏ । ଏଠାରେ ମହିଷାସୁର ମଇଁଷି ରୂପରେ ଖୋଦିତ ଯାହା ଭାରତରେ ବାକି ଜାଗାମାନଙ୍କରେ ଦେଖିବାକୁ ମିଳିନଥାଏ । ଦେବୀ ନିଜ ମୁକୁଟରେ ଗଣପତି, ଶିବଲିଙ୍ଗ, ଯୋନି, ନାଗରାଜ ଏବଂ ଅର୍ଦ୍ଧଚନ୍ଦ୍ର ଧାରଣ କରି ଅଛନ୍ତି । ସ୍କନ୍ଧ ପୁରାଣ (ଉତ୍କଳ ଖଣ୍ଡ) ଅନୁସାରେ ଏହି ବିରଜା କ୍ଷେତ୍ର ସମସ୍ତ ରଜୋଗୁଣକୁ ଧୋଇ ପକାଉଥିବାରୁ ଏହାର ନାମ ବିରଜା କ୍ଷେତ୍ର ହୋଇଛି । କେତେକ ତନ୍ତ୍ର ଗ୍ରନ୍ଥ ଅନୁସାରେ ଦକ୍ଷ ଯଜ୍ଞ ସମୟରେ ମାତା ସତୀଙ୍କ ନାଭି ଏହି ଉତ୍କଳସ୍ଥ ବିରଜା କ୍ଷେତ୍ରରେ ପଡ଼ିଥିଲା ଏବଂ ନାଭି ଦେଶରେ ନାରୀମାନେ ପିନ୍ଧୁଥିବା ଓଡ଼ିଆଣୀ ବା କଟିସୂତ୍ର ଅନୁସାରେ ଏହି ପୀଠର ନାମ ଓଡ୍ଡିୟାଣ ପୀଠ ହୋଇଛି, ଏବଂ ଏହି ପ୍ରଦେଶର ନାମ ଓଡ୍ର ଦେଶ ହୋଇଛି।
ଶ୍ୱେତା ମେନନ (ଜନ୍ମ: ୨୩ ଏପ୍ରିଲ ୧୯୭୪) ଜଣେ ଭାରତୀୟ ଅଭିନେତ୍ରୀ, ମୋଡେଲ୍, ଟେଲିଭିଜନ ଆଙ୍କର ଏବଂ ସୌନ୍ଦର୍ୟ ପ୍ରତିଯୋଗିତା ବିଜେତା। ସେ ୧୯୯୪ ମସିହାରେ ଫେମିନା ମିସ୍ ଇଣ୍ଡିଆ ଏସିଆ ପ୍ୟାସିଫିକ୍ ଖିତାବ ଜିତିଥିଲେ। ସେ ପ୍ରଧାନତଃ ମଲୟାଳମ୍, ତାମିଳ, ତେଲୁଗୁ ଓ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ତାଙ୍କୁ ସର୍ବୋତ୍ତମ ଅଭିନେତ୍ରୀ ପାଇଁ ଦୁଇଟି କେରଳ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଏବଂ ଦୁଇଟି ଫିଲ୍ମଫେୟାର୍ ସାଉଥ୍ ପୁରସ୍କାର ମିଳିଛି। ସେ ବିଗ୍ ବସ୍ ମଲୟାଳମ୍ ସିଜନ୍ ୧ ରେ ମଧ୍ୟ ଅଂଶଗ୍ରହଣ କରିଥିଲେ।
ଖୁସି କପୁର (ଜନ୍ମ: ୫ ନଭେମ୍ବର ୨୦୦୦) ଜଣେ ଭାରତୀୟ ଅଭିନେତ୍ରୀ, ଯିଏ ପ୍ରଧାନତଃ ହିନ୍ଦୀ ଚଳଚ୍ଚିତ୍ରରେ କାମ କରନ୍ତି। ସେ ଅଭିନେତ୍ରୀ ଶ୍ରୀଦେବୀ ଓ ଚଳଚ୍ଚିତ୍ର ପ୍ରଯୋଜକ ବୋନୀ କପୁରଙ୍କ କନ୍ୟା। ସେ ୨୦୨୩ ମସିହାର ଚଳଚ୍ଚିତ୍ର The Archies ରେ ବେଟି କୁପର (Betty Cooper) ଭୂମିକାରେ ଅଭିନୟ କରି ନିଜର ଫିଚର୍ ଫିଲ୍ମ ଡେବ୍ୟୁ କରିଥିଲେ। ପରେ ସେ ରୋମାଣ୍ଟିକ କମେଡି ଚଳଚ୍ଚିତ୍ର ଲଭୟାପା(Loveyapa) ଏବଂ ନାଦାନିଆଁ (Nadaaniyan) (ଉଭୟ ୨୦୨୫) ରେ ଅଭିନୟ କରିଥିଲେ, ଯାହା ସମାଳୋଚକମାନଙ୍କ ଠାରୁ ନକାରାତ୍ମକ ପ୍ରତିକ୍ରିୟା ପାଇଥିଲା।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଗୌରହରି ଦାସ (ଜନ୍ମ: ୯ ଅକ୍ଟୋବର ୧୯୬୦) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ସ୍ତମ୍ଭକାର । ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି । ସଂପ୍ରତି ସେ ଓଡ଼ିଆ ଖବରକାଗଜ ସମ୍ବାଦର ସାହିତ୍ୟ ସମ୍ପାଦକ ଏବଂ କଥା ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରନ୍ତି । ସେ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର" ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ । ପୂର୍ବରୁ ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ଅନ୍ୟାନ୍ୟ ପୁରସ୍କାର ଓ ସମ୍ମାନ ସମେତ ସେ ସେ ୨୦୧୨ ମସିହାରେ "କଣ୍ଟା ଓ ଅନ୍ୟାନ ଗଳ୍ପ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୦୧ରେ "ନିଜ ସାଙ୍ଗେ ନିଜର ଲଢ଼େଇ" ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କର "ବାଘ ଓ ଅନ୍ୟାନ୍ୟ ଗଳ୍ପ" ଗଳ୍ପସଂକଳନ ନିମନ୍ତ ସେ ୨୦୨୨ ମସିହାରେ ଶାରଳା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ ।