ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦୁର୍ଗାଚରଣ ମହାନ୍ତି (୧୯୧୨-୧୯୮୫) ଓଡ଼ିଶାର କୋଣାର୍କ ନିକଟବର୍ତ୍ତି ଗୋପ ଥାନା ଅନ୍ତର୍ଗତ ବୀରତୁଙ୍ଗ ଗ୍ରାମରେ ୧୯୧୨ ମସିହା କାର୍ତ୍ତିକ ଶୁକ୍ଳ ତ୍ରୋୟଦଶୀ ତିଥିରେ ଜନ୍ମଗ୍ରହଣ କରିଥିଲେ | ଓଡ଼ିଶାର ସାହିତ୍ଯ ଏକାଡେମୀ ତରଫରୁ ତାଙ୍କ ଲିଖିତ 'ଭଗବାନ ଶଙ୍କରାଚାର୍ୟ' ପୁସ୍ତକ ୧୯୫୭-୫୮ରେ ପ୍ରଥମ ପୁରସ୍କାରପ୍ରାପ୍ତ ହୋଇଥିଲା | ସଦଗୁରୁ ନିଗମାନନ୍ଦଙ୍କ ଏକନିଷ୍ଠ ଶିଷ୍ଯ ଭାବରେ ସେ ବିଶେଷ ପରିଚିତ| ଠାକୁର ନିଗମାନନ୍ଦଙ୍କ ପ୍ରତିଷ୍ଠାନ 'ନୀଳାଚଳ ସାରସ୍ୱତ ସଙ୍ଘ' ପୁରୀର ସେ ସମ୍ପାଦକ/ପରିଚାଳକ ଥିଲେ | ଠାକୁର ନିଗମାନନ୍ଦଙ୍କ ସ୍ୱରଚିତ ବିଖ୍ଯାତ ଗ୍ରନ୍ଥ ବ୍ରହ୍ମଚର୍ୟ ସାଧନ, ଯୋଗୀଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ପ୍ରଭୁତି ପୁସ୍ତକାବଳୀ ବଙ୍ଗଳା ଭାଷାରୁ ଓଡ଼ିଆରେ ସେ ଅନୁବାଦ କରିଛନ୍ତି | ଏହା ବ୍ଯତିତ ନିଜ ଗ୍ରାମ ବୀରତୁଙ୍ଗର ଭଲ୍ଯୁଣ୍ଟର ଆସୋସିଏନ୍ର ସେ ସଭାପତି ଥିଲେ | ତାଙ୍କର ପ୍ରଚେଷ୍ଟାରେ ବୀରତୁଙ୍ଗ ଗ୍ରାମରେ ସାରସ୍ୱତ ବିଦ୍ଯାପୀଠ ସ୍ଥାପିତ ହୋଇପାରିଛି |
ତରଙ୍ଗ ସିନେ ପ୍ରଡକ୍ସନ୍ରେ ପୂଜା ଭରଲାୱାଲାଙ୍କ ପ୍ରଯୋଜିତ ଓଡ଼ିଆ ଚଳଚ୍ଚିତ୍ର ଲଭ୍ ପାଇଁ କୁଛ୍ ଭି କରେଗା ନିର୍ଦ୍ଦେଶକ ଅଶୋକ ପତିଙ୍କ ନିର୍ଦ୍ଦେଶନାରେ ନିର୍ମାଣ ହୋଇଥିଲା । ଏଇ ଚଳଚ୍ଚିତ୍ରଟି ୨୦୧୬ ଦୁର୍ଗାପୂଜା ଅବସରରେ ମୁକ୍ତିଲାଭ କରିବ । ଏହି ଚଳଚ୍ଚିତ୍ରରେ ଅଭିଜିତ ମଜୁମଦାର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ବେଳେ ଗୀତ ରଚନା କରିଥିଲେ ନିର୍ମଳ ନାୟକ । ମୁଖ୍ୟ ଭୂମିକାରେ ଅଭିନେତା ବାବୁଶାନ୍ ଓ ନବାଗତା ନାୟିକା ସୁପ୍ରିୟାଙ୍କୁ ଏଇ ଚଳଚ୍ଚିତ୍ରରେ ପ୍ରଥମ କରି ଏକାଠି ଅଭିନୟର ସୁଯୋଗ ମିଳିଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ସାଇନା ନେହୱାଲ (ଜନ୍ମ-୧୭ ମାର୍ଚ୍ଚ ୧୯୯୦) ଜଣେ ଭାରତୀୟ ମହିଳା ବ୍ୟାଡ଼ମିଟନ ଖେଳାଳୀ। ତାଙ୍କ ପିତାଙ୍କ ନାମ ଡ.ହରବୀର ସିଂହ ନେହୱାଲ ଓ ମାତାଙ୍କ ନାମ ଊଷା ନେହୱାଲ । ଉଭୟ ହରିଆଣାର ପୂର୍ବତନ ରାଜ୍ୟ ବ୍ୟାଡ଼ମିଟନ ଚାମ୍ପିଆନ ଥିଲେ। ସାଇନା ବ୍ୟାଡ଼ମିଟନକୁ ଆସିବାର ପ୍ରେରଣା ପିତାମାତାଙ୍କଠାରୁ ପାଇଥିଲେ। ୨୦୦୨ମସିହାରେ ସ୍ପୋର୍ଟସ ବ୍ରାଣ୍ଡ ୟୋନିକ୍ସ ପ୍ରାୟୟୋକ ହେବାପରେ ୨୦୦୪ ମସିହାରେ ବିପିସିଏଲ ସାଇନାଙ୍କୁ ଆର୍ଥିକ ସହାୟତା ଦେଇଥିଲେ। ପରେ ଅଲିମ୍ପିକ ଗୋଲ୍ଡ କ୍ୱେଷ୍ଟ ସହାୟତାରେ ସାଇନା ନିଜ ବ୍ୟାଡ଼ମିଟନ କ୍ୟ୍ୟାରିଅର ଆଗକୁ ବଢେଇଥିଲେ।ପ୍ରଥମେ ଖେଳାଳୀ ଭାବେ ଏସିଆନ ସାଟେଲାଇଟ ବ୍ୟାଡ଼ମିଟନ ଟୁର୍ଣ୍ଣାମେଣ୍ଟକୁ ଦୁଇଥର ଜିତି ସାଇନା ଲୋକଲୋଚନକୁ ଆସିଥିଲେ।ଘରୋଇ ସ୍ତରରେ ଷ୍ଟାରର ମାନ୍ୟତା ପାଇସାରିଥିବା ସାଇନା ଏହିଠାରୁ ଆନ୍ତର୍ଜାତିକ ସଫଳତା ପାଇଥିଲେ। ୨୦୦୬ରେ ଏକ ଫୋର ଷ୍ଟାର ଟୁର୍ଣ୍ଣାମେଣ୍ଟ ଜିତି ସେ ଚୀନ ଓ ଇଣ୍ଡୋନେସିଆ ଖେଳାଳୀଙ୍କ ପାଇଁ ବିପଦ ଭାବେ ଉଭା ହେଇଥିଲେ।୨୦୧୨ଲଣ୍ଡନ ଅଲିମ୍ପିକରେ ସାଇନା ନେହୱାଲ ପ୍ରଥମ ଭାରତୀୟ ମହିଳା ଭାବେ ବ୍ୟାଡ଼ମିଟନରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ହରିହର ସାହୁ (୧୯ ଫେବୃଆରୀ ୧୯୩୮ - ୯ ଅପ୍ରେଲ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ହରିହର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବେଗୁନିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ବେଣୁଧର ବଳିଆରସିଂହ (୭ ଜାନୁଆରୀ ୧୯୧୮ - ୩୧ ଡିସେମ୍ବର ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବେଣୁଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର ଏବଂ ମନ୍ତ୍ରୀ ଭାବରେ ତିନିବର୍ଷ କାର୍ଯ୍ୟ କରିଥିଲେ । ୧୯୭୧ ଓ ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖୋର୍ଦ୍ଧା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
'ରବୀନ୍ଦ୍ରନାଥ ଠାକୁର ' ( (listen); Bengali pronunciation: [robind̪ro nat̪ʰ ʈʰakur]), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ବେବି କଲିକ ବା ଶିଶୁ ଉଦର ପୀଡ଼ା (ଇଂରାଜୀ ଭାଷାରେ Baby colic ବା infantile colic) ନାମ ଦିଆଯାଏ ଯେତେବେଳେ ଏକ ସୁସ୍ଥ ଶିଶୁ ଦିନକୁ ଲଗାତାର ୩ ଘଣ୍ଟାରୁ ଅଧିକ, ସପ୍ତାହରେ ୩ ଦିନରୁ ଅଧିକ ଓ ୩ ସପ୍ତାହ ଧରି କ୍ରନ୍ଦନ କରେ । ଅନେକ ସମୟରେ କାନ୍ଦଣା ସନ୍ଧ୍ୟା ସମୟରେ ହୁଏ । ଏହା ଯୋଗୁ କୌଣସି ଦୀର୍ଘକାଳୀନ ସମସ୍ୟା ଉପୁଜେନାହିଁ । ଏହି କାନ୍ଦଣା ଯୋଗୁ ପିତାମାତା ହତାଶ ହୁଅନ୍ତି, ପ୍ରସବପର ଅବସାଦ (depression following delivery) ହୁଏ, ଡାକ୍ତରଙ୍କ ପାଖକୁ ଅଧିକ ଥର ଯିବାକୁ ପଡ଼େ ଓ ଶିଶୁ ଶୋଷଣ (child abuse) ହୁଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ଫିଓକ୍ରୋମୋସାଇଟୋମା (ଇଂରାଜୀ ଭାଷାରେ Pheochromocytoma/ PHEO କିମ୍ବା PCC ) ଏକ ଅର୍ବୁଦର ନାମ ଓ ଏହା ଆଡ୍ରେନାଲ ଗ୍ରନ୍ଥିରେ ଜାତ ହୁଏ । ଏହି ରୋଗରେ ଉଚ୍ଚ ରକ୍ତଚାପ, ମୁଣ୍ଡବିନ୍ଧା, ଛାତି ଧଡ଼ଧଡ଼ କରିବା ଓ ଝାଳ ବାହାରିବା ଆଦି ଲକ୍ଷଣ ପ୍ରକାଶ ପାଏ କିନ୍ତୁ କିଛି ରୋଗୀଙ୍କର କୌଣସି ଲକ୍ଷଣ ନଥାଏ । ଏହି ଲକ୍ଷଣ ପ୍ରତିଦିନ କିଛି ଥର ଓ ପ୍ରତି ମାସରେ କିଛି ଥର ବାହାରିପାରେ | ଅନ୍ୟ ଲକ୍ଷଣ ମଧ୍ୟରେ ଛାତି ଯନ୍ତ୍ରଣା, ତରଳ ଝାଡ଼ା ଏବଂ ଉଦ୍ବେଗ ଅନ୍ତର୍ଭୁକ୍ତ ହୋଇପାରେ। ରୋଗ ଜଟିଳ ହେଲେ ଉଚ୍ଚ ରକ୍ତଚାପ ଅଧିକ ବିଗିଡ଼ି ଯିବା, କାର୍ଡିଓମାୟୋପାଥି, ରକ୍ତସ୍ରାବଜନିତ ଷ୍ଟ୍ରୋକ୍ ଏବଂ ଦୂରବର୍ତ୍ତୀ ସ୍ଥାନରେ ସୃଷ୍ଟି ହୋଇପାରେ ।
ପରଜା ଗୋପୀନାଥ ମହାନ୍ତିଙ୍କ ରଚିତ ଏକ ଭାରତୀୟ ଓଡ଼ିଆ ଉପନ୍ୟାସ । ଏହାର ମୁଖ୍ୟ ବିଭାବ ହେଲା ବାସ୍ତବବାଦୀ ଉପନ୍ୟାସ । ବିଂଶ ଶତାବ୍ଦୀର ମଧ୍ୟଭାଗରେ ଏହିପରି ଉପନ୍ୟାସର ଚାହିଦା ଫ୍ରାନସ ତଥା ୟୁରୋପର ଅନ୍ୟାନ୍ୟ ପ୍ରାନ୍ତରେ ବହୁତ ପରିଲକ୍ଷିତ ହେଉଥିଲା । ଏହା ବିଭିନ୍ନ ଭାରତୀୟ ଭାଷାରେ ତଥା ଇଂରାଜୀରେ ମଧ୍ୟ ଅନୁବାଦିତ ହୋଇସରିଛି । ଇଂରାଜୀରେ ଏହାର ଅନୁବାଦ କରିଥିଲେ ପ୍ରଫେସର ବିକ୍ରମ ଦାସ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଶ୍ରୀମନ୍ଦିରର ସ୍ୱତଲିପି ମୁତାବକ ଶ୍ରୀବିଗ୍ରହମାନଙ୍କ ବଡ଼ସିଂହାର ବେଶ ହୋଇଥାଏ । ଜଗନ୍ନାଥ ମନ୍ଦିରରେ ବହୁ ପ୍ରାଚୀନ କାଳରୁ ଠାକୁରମାନେ ଦୈନନ୍ଦିନ ପ୍ରଥମେ ବସ୍ତ୍ର ଶୃଙ୍ଗାର, ଦ୍ୱିତୀୟରେ ଭୂଷଣ ଶୃଙ୍ଗାର ଓ ଶୟନ କାଳରେ ପୁଷ୍ପ ଶୃଙ୍ଗାରରେ ଭୂଷିତ ହୋଇଥାନ୍ତି । ବଡ଼ସିଂହାର ବେଶ ହେଉଛି ପୁଷ୍ପ ବେଶ । ନାନାଦି ପୁଷ୍ପାଳଙ୍କାରରେ ବିମଣ୍ଡିତ ଶ୍ରୀଜୀଉମାନଙ୍କ ଏହି ଆକର୍ଷଣୀୟ ବେଶ ମନଲୋଭା ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ । ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) । ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ୱଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି । ହିମାଳୟର ପଶ୍ଚିମସୀମା ହେଉଛି “ନଙ୍ଗା ପର୍ବତ”, ଯାହା ସିନ୍ଧୁ ନଦୀର ଉତ୍ତରତମ ବାଙ୍କର ଠିକ୍ ଦକ୍ଷିଣପଟକୁ ଅବସ୍ଥିତ । ହିମାଳୟର ପୂର୍ବ ସୀମା “ନାମ୍ଚା ବରୁଆ” ୟାର୍ଲୁଂ ତ୍ସାଂଗପୋ ନଦୀର (ନିଜର ଉପରମୁଣ୍ଡରେ ବ୍ରହ୍ମପୁତ୍ର ନଦୀ ଏହି ନାମରେ ଜଣାଶୁଣା) ବଡ଼ ବାଙ୍କର ଠିକ୍ ପଶ୍ଚିମ ପଟକୁ ରହିଛି । ହିମାଳୟର ଉତ୍ତର-ପୂର୍ବ ଦିଗକୁ କାରାକୋରମ୍ ଓ ହିନ୍ଦୁକୁଶ ପର୍ବତଶ୍ରେଣୀ ରହିଛନ୍ତି । ୫୦-୬୦ କିଲୋମିଟର୍ ପ୍ରସ୍ଥ ବିଶିଷ୍ଟ “ଇଣ୍ଡସ୍-ତ୍ସାଙ୍ଗପୋ ସୁଚ୍ୟର୍” ନାମକ ଟେକ୍ଟୋନିକ୍ ଉପତ୍ୟକା ହିମାଳୟର ଉତ୍ତରାଂଶକୁ ତିବ୍ବତୀୟ ମାଳଭୂମିଠାରୁ ବିଚ୍ଛିନ୍ନ କରୁଛି । ହିମାଳୟ ବଳୟର ଦକ୍ଷିଣ ପଟକୁ ଗାଙ୍ଗେୟ ସମତଳ ଭୂମି ଅବସ୍ଥିତ । ପଶ୍ଚିମ ପାକିସ୍ତାନରେ ହିମାଳୟ ପର୍ବତଶ୍ରେଣୀର ପ୍ରସ୍ଥ ୩୫୦ କି.ମି. ହୋଇଥିବା ବେଳେ ପୂର୍ବରେ (ଅରୁଣାଚଳ ପ୍ରଦେଶ) ଏହାର ପ୍ରସ୍ଥ ପ୍ରାୟ ୧୫୦ କି.ମି.
ଆଜ୍ମା ଗୋଟିଏ ଅତି ସାଧାରଣ ଦୀର୍ଘସ୍ଥାୟୀ ରୋଗ ଯେଉଁଥିରେ ଶ୍ୱାସନଳୀର ପ୍ରଦାହ ହୁଏ ।. ଏହାକୁ ଭୁଲରେ ଅନେକ ଆସ୍ଥମା ବୋଲି କହନ୍ତି କିନ୍ତୁ ଏହାର ପ୍ରକୃତ ଉଚ୍ଚାରଣ ଆଜ୍ମା (Azma) । ଏହା ଏକ ଗ୍ରୀକ ଭାଷାର ଶବ୍ଦ ଯାହାର ଅର୍ଥ ପାଣ୍ଟିଙ୍ଗ (Panting) ବା ପରିଶ୍ରମ ପରେ ହେଉଥିବା ଛୋଟ ଛୋଟ ଦୃତ ଶ୍ୱାସ କ୍ରିୟା । ଓଡ଼ିଆ ଭାଷାରେ ଏହି ରୋଗକୁ 'ଶ୍ୱାସ' ଓ 'ଦମା' ନାମ ମଧ୍ୟ ଦିଆଯାଇଛି । ଏହି ରୋଗରେ ଶ୍ୱାସ ନଳୀ ପ୍ରଦାହ ହୋଇ ପୁନଃପୌନିକ ଲକ୍ଷଣ ପ୍ରକାଶ ହୁଏ, ଶ୍ୱାସ ନଳୀର ଅସ୍ଥାୟୀ ସଙ୍କୋଚନ ହେତୁ ବାୟୁ ପ୍ରବାହ ବାଧା ପ୍ରାପ୍ତ ହୁଏ । ଏହାର ବିଭିନ୍ନ ଲକ୍ଷଣ ଗୁଡ଼ିକ: ଶ୍ୱାସ କ୍ରିୟା ବେଳେ ହୁଇଜ୍(ହୁଇସିଲ୍ ଶବ୍ଦ) ଶବ୍ଦ ଶୁଣାଯିବା, କାଶ, ଛାତି ଚିପିହେବା ଭଳି ଲାଗିବା ଓ ଛୋଟ ଶ୍ୱାସକ୍ରିୟା, ଛୋଟ ପ୍ରଶ୍ୱାସ ସହ ଦୀର୍ଘ ନିଶ୍ୱାସ ଛାଡ଼ିବା । ଏହି ଲକ୍ଷଣଗୁଡ଼ିକ ଦିନରେ ବା ସପ୍ତାହରେ କିଛି ଥାର ଦେଖାଯାଏ ।. ରାତିରେ ଓ ବ୍ୟାୟାମ କଲାବେଳେ ଏହି ରୋଗ ଅଧିକ ହୋଇପାରେ । ଜେନେଟିକ୍ ଓ ପରିବେଶ ଦ୍ୱୟର ମିଶ୍ରିତ ପ୍ରଭାବ ଯୋଗୁ ଆଜ୍ମା ହେବା ବିଶ୍ୱାସ କରାଯାଉଛି । ବାୟୁମଣ୍ଡଳୀୟ କାରକ ମଧ୍ୟରେ ବାୟୁ ପ୍ରଦୂଷଣ ଓ ଆଲର୍ଜେନର ଭୂମିକା ଅଛି ।.
କୋଣାର୍କ ଓଡ଼ିଶାର ପୁରୀ ଜିଲ୍ଲାରେ ଅବସ୍ଥିତ ଏକ ଛୋଟ ସହର । ଏଠାରେ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ସ୍ଥାପିତ ସୂର୍ଯ୍ୟ ମନ୍ଦିର ଅବସ୍ଥିତ । ପୁରୀ ସହରଠାରୁ ୩୨ କି.ମି. ଦୂରତାରେ ବଙ୍ଗୋପସାଗର କୂଳରେ ଅବସ୍ଥିତ । ଏହା ସ୍ୱର୍ଣ୍ଣ ତ୍ରିଭୁଜର ଗୋଟିଏ ସୀମାରେ ଅବସ୍ଥିତ । ଏହା ବ୍ଲାକ ପାଗୋଡା ନାମରେ ମଧ୍ୟ ବିଶ୍ୱ ବିଖ୍ୟାତ । କୋଣାର୍କ ଅର୍କକ୍ଷେତ୍ର, ପଦ୍ମକ୍ଷେତ୍ର ନାମରେ ପୁରାଣ ପ୍ରସିଦ୍ଧ । ଏହା ମୈତ୍ରେୟ ବନ ଭାବେ ମଧ୍ୟ ପରିଚିତ ଥିଲା| ଏହି ସ୍ଥାନ ଭୁବନେଶ୍ୱରଠାରୁ ୬୫ କି.ମି.