ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗିରିଜା କୁମାର ବଳୀୟାରସିଂହ ଜଣେ ଓଡ଼ିଆ କବି ଓ ସାହିତ୍ୟିକ । କବିତା ସଙ୍କଳନ “ଭାରତ ବର୍ଷ” ପାଇଁ ସେ ୨୦୦୬ ମସିହାରେ କାବ୍ୟ କବିତା ବର୍ଗରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରଦ୍ୱାରା ସମ୍ମାନିତ ହୋଇଥିଲେ ଏବଂ ପାଦପୂରଣ କବିତା ସଂକଳନ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ଗିରିଜା କୁମାର ବଳୀୟାରସିଂହଙ୍କର ଏକ ପ୍ରକାଶନ ସଂସ୍ଥା ମଧ୍ୟ ରହିଛି ଯାହା ମାଧ୍ୟମରେ ସେ ଓଡ଼ିଆ ସାହିତ୍ୟର ପ୍ରଚାର ଓ ପ୍ରସାରରେ ସମୟ ବିନିଯୋଗ କରିଥାନ୍ତି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
'ରବୀନ୍ଦ୍ରନାଥ ଠାକୁର ' ( (listen); Bengali pronunciation: [robind̪ro nat̪ʰ ʈʰakur]), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା ।
ତୁ ମୋ ଦେହର ଛାଇ, ୨୦୧୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନୀଲ କୁମାର ରାଉତ ଏବଂ ଶିବପ୍ରସାଦ ଦାସ । ସୁଜାତା ରାଉତ ଓ ସିପ୍ରା ଦାସ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଦେବୀଦତ୍ତ ମହାନ୍ତି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ହିମାଂଶୁ ପରିଜା ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ସ୍ନେହାଙ୍ଗିନୀ ଛୁରିଆ (ଜନ୍ମ: ୯ ଡିସେମ୍ବର ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ୨୦୧୪ ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଅତାବିରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓଡ଼ିଶା ବିଧାନ ସଭାର ୧୫ଶ ସଭାକୁ ନିର୍ବାଚିତ ହୋଇଥିଲେ । ସ୍ନେହାଙ୍ଗିନୀ ଓଡ଼ିଶା ବିଧାନ ସଭାର ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ରୁ ୨୦୧୭ ଯାଏଁ ସେ ରାଜ୍ୟ ଆଦିବାସୀ କଲ୍ୟାଣ ବିଭାଗର ମନ୍ତ୍ରୀ ଥିଲେ ଏବଂ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଭାବରେ ସେ ୨୦୧୪ରୁ ଏବେଯାଏଁ କାର୍ଯ୍ୟ କରି ଆସୁଛନ୍ତି ।
ବିନୋଦ କାନୁନଗୋ (୬ ଜୁନ ୧୯୧୨ - ୨୨ ଜୁନ ୧୯୯୦) କଟକ ଜିଲ୍ଲାର କିଶନନଗର ଥାନାର ମଲୀପୁର ଗ୍ରାମରେ ଜନ୍ମିତ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ ଜ୍ଞାନକୋଷ ଜ୍ଞାନମଣ୍ଡଳର ସେ ହେଉଛନ୍ତି ମୂଳ ପ୍ରଣେତା। ଶିଶୁ ଓ କିଶୋରମାନଙ୍କ ପାଇଁ ବିନୋଦ କାନୁନଗୋଙ୍କ ଲିଖିତ ଶତାଧିକ ପୁସ୍ତକ ରହିଛି । ତାଙ୍କ ସ୍ମୃତିରେ ପ୍ରତିଷ୍ଠିତ ବିନୋଦ କାନୁନଗୋ ଓଡ଼ିଆ-ଭାଷା ଉତ୍କର୍ଷ କେନ୍ଦ୍ର ତୃଣମୂଳ ସ୍ତରରେ ଓଡ଼ିଆ ଭାଷାର ବୃଦ୍ଧି ଓ ବିକାଶର ବାର୍ତ୍ତାକୁ ନେଇ ପହଞ୍ଚାଇବାରେ ଆଜି ଚେଷ୍ଟିତ।
କ୍ୱାଣ୍ଟମ କମ୍ପ୍ୟୁଟିଙ୍ଗ, ହେଉଛି ଏକ ଉଦୀୟମାନ ହାର୍ଡ଼ୱେର ଏବଂ ସଫ୍ଟୱେରର ପ୍ରଯୁକ୍ତିବିଦ୍ୟା, ଯାହା କଠିନ ଗାଣିତିକ ସମସ୍ୟାଗୁଡ଼ିକର ସମାଧାନ ପାଇଁ ଉପ-ପାରମାଣବିକ ଘଟଣାଗୁଡ଼ିକର ଉପଯୋଗ କରିଥାଏ । ଏହା ପଦାର୍ଥର କ୍ୱାଣ୍ଟମ ମେକାନିକାଲ ଘଟଣାସମୂହ ଯଥା ସୁପରପୋଜିସନ କିମ୍ବା ଏଣ୍ଟାଗ୍ଲମେଣ୍ଟ ଉପଯୋଗକରି ଗଣନା କରିଥାଏ । ଗୋଟିଏ କ୍ୱାଣ୍ଟମ କମ୍ପ୍ୟୁଟରକୁ ବାସ୍ତବରେ ଉପଯୋଗ କରିବା ପାଇଁ ଦୁଇଟି ମୁଖ୍ୟ ପନ୍ଥା ରହିଛି : ଡିଜିଟାଲ ଏବଂ ଆନାଲଗ । ବିଭିନ୍ନ ଆନାଲଗ ଉପାୟଗୁଡ଼ିକ ହେଲା: କ୍ୱାଣ୍ଟମ ସିମୁଲେସନ, କ୍ୱାଣ୍ଟମ ଆନିଲିଙ୍ଗ ଏବଂ ଆଡିଆବାଟିକ କ୍ୱାଣ୍ଟମ କମ୍ପ୍ୟୁଟେସନ । ଡିଜିଟାଲ କ୍ୱାଣ୍ଟମ କମ୍ପ୍ୟୁଟରଗୁଡ଼ିକ କ୍ୱାଣ୍ଟମ ଲଜିକ ଗେଟ ଉପଯୋଗ କରି ଗଣନା କରିଥାନ୍ତି । ଉଭୟ ଦୃଷ୍ଟିକୋଣଗୁଡ଼ିକ କ୍ୱାଣ୍ଟମ ବିଟ ବା କ୍ୟୁବିଟ (Qubit) ଉପଯୋଗ କରନ୍ତି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଅଜନ୍ତା ଗୁମ୍ଫା (ଇଂରାଜୀରେ Ajanta Caves,ମରାଠୀ ଭାଷାରେ अजिंठा लेणी - ଅର୍ଥାତ୍ ଅଜିଣ୍ଠା ଗୁମ୍ଫା) ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଖ୍ରୀଷ୍ଟାବ୍ଦ ପଞ୍ଚମ ଶତାବ୍ଦୀ ମଧ୍ୟରେ ଭାରତରେ ନିର୍ମିତ ପ୍ରାୟ ୩୦ଟି ବୌଦ୍ଧ ଗୁମ୍ଫାକୁ ବୁଝାଇଥାଏ । ଏହି ଗୁମ୍ଫାଗୁଡ଼ିକ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଏହି ଗୁମ୍ଫାମାନଙ୍କରେ ପ୍ରସ୍ତରକୁ କାଟି ନିର୍ମିତ ମୂର୍ତ୍ତି ସହିତ ଗୁମ୍ଫା କାନ୍ଥ ଓ ଛାତରେ ବହୁ ସୁନ୍ଦର ଚିତ୍ର ମଧ୍ୟ ଦେଖିବାକୁ ମିଳେ । ମୂର୍ତ୍ତିଗୁଡ଼ିକ ପ୍ରାଚୀନ ଭାରତୀୟ ସ୍ଥାପତ୍ୟ କଳାର ଜୀବନ୍ତ ଦୃଷ୍ଟାନ୍ତ ଏବଂ ଚିତ୍ରଗୁଡ଼ିକରେ ଭାବଭଙ୍ଗୀ ଅତି ନିଖୁଣ ଭାବରେ ପ୍ରକାଶିତ । ୟୁନେସ୍କୋ (UNESCO) ଅନୁସାରେ ଭାରତୀୟ କଳାକୁ ପ୍ରଭାବିତ କରିଥିବା ବୌଦ୍ଧ ଧାର୍ମିକ କଳାର ଏକ ଶ୍ରେଷ୍ଠ ଉଦାହରଣ ହେଉଛି ଅଜନ୍ତା । ଏହି ଗୁମ୍ଫାଗୁଡ଼ିକ ମୁଖ୍ୟତଃ ଦୁଇଟି ପର୍ଯ୍ୟାୟରେ ନିର୍ମିତ ହୋଇଥିଲା । ପ୍ରଥମ ନିର୍ମାଣ ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଆରମ୍ଭ ହୋଇଥିଲା । ଦ୍ୱିତୀୟ ନିର୍ମାଣ ପାରମ୍ପରିକ ଲେଖା ଅନୁସାରେ ଖ୍ରୀ. ୪୦୦-୬୫୦ ମଧ୍ୟରେ ଓ ନୂତନ ଗବେଷକଙ୍କ ମତରେ ଖ୍ରୀ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡ଼ିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ରୁକ୍ମଣୀ ବିଦର୍ଭରାଜ ଭୀଷ୍ମକଙ୍କର ଦୁହିତା ଥିଲେ ଶ୍ରୀକୃଷ୍ଣଙ୍କ ରୁପଗୁଣର ବର୍ଣ୍ଣନା ଶୁଣି ରୁକ୍ମଣୀ ତାଙ୍କୁ ନ ଦେଖି ମଧ୍ୟ ତାଙ୍କ ପ୍ରତି ଆକୃଷ୍ଟା ହେଲେ ଏବଂ ମନେ ମନେ ତାହାଙ୍କୁହି ପତିରୂପେ ବରଣ କଲେ ରୁକ୍ମଣୀଙ୍କ ପିତା ଓ ରୁକ୍ମୀ ପ୍ରଭୃତି ରୁକ୍ମଣୀଙ୍କ ପଞ୍ଚଭ୍ରାତା କୃଷ୍ଣଙ୍କ ଶତୃ ଜରାସନ୍ଧର ଅଧୀନ ରାଜା ଥିବାରୁ ସେମାନେ ଶ୍ରୀକୃଷ୍ଣଦ୍ୱେଷୀ ଥିଲେ ଜରାସନ୍ଧଙ୍କ ଅନୁରୋଧରେ ସେମାନେ ଚେଦିରାଜ ଦମ ଘୋଷଙ୍କ ପୁତ୍ର ଶିଶୁପାଳଙ୍କ ସଙ୍ଗେ ରୁକ୍ମଣୀଙ୍କ ବିବାଦ ସମ୍ବନ୍ଧ ସ୍ଥିର କଲେ ରୁକ୍ମଣୀ ଏହା ଜାଣି ପାରି ଦ୍ୱାରକାଧିପତି ଶ୍ରୀକୃଷ୍ଣଙ୍କ ନିକଟକୁ ରୋପନରେ ଦୂତ ପ୍ରେରଣ କଲେ ବିବାହଦିବସର ୟଥାକାଳରେ ଶିଶୁପାଳ ରୁକ୍ମଣୀଙ୍କୁ ବିବାହ କରିବା ପାଇଁ ବିଦର୍ଭ ନଗରରେ ବରବେଶରେ ଉପସ୍ଥିତ ହେଲେ କିନ୍ତୁ ଶ୍ରୀକୃଷ୍ଣ ବଳରାମଙ୍କ ସହିତ ବିଦର୍ଭରେ ଉପସ୍ଥିତ ହୋଇ ରୁକ୍ମଣୀଙ୍କୁ ବଳପୂର୍ବକ ହରଣ କଲେ ଓ ଶିଶୁପାଳ ଲଜ୍ଜିତ ହୋଇ ପ୍ରତ୍ୟାବର୍ତ୍ତନ କଲେ । ବିଦର୍ଭରେ ବିବାହ ଉପଲକ୍ଷରେ ସମାଗତ ଜରାସନ୍ଧ ଆଦି ରାଜଗଣ ଶ୍ରୀକୃଷ୍ଣଙ୍କୁ ବାଧା ପ୍ରଦାନ କରିବାକୁ ଚେଷ୍ଟା କଲେ କିନ୍ତୁ ଶ୍ରୀକୃଷ୍ଣ ଓ ବଳରାମ ସମସ୍ତଙ୍କୁ ପରାସ୍ତ କରି ରୁକ୍ମଣୀଙ୍କୁ ଘେନି ଦ୍ୱାରକାରେ ପହଞ୍ଚିଲେ ଓ ରୁକ୍ମଣୀଙ୍କ ସଙ୍ଗେ ସେଠାରେ ଶ୍ରୀକୃଷ୍ଣଙ୍କର ବିବାହ ସମ୍ପାଦିତ ହେଲା । ରୁକ୍ମଣୀ ମହାଲକ୍ଷ୍ମୀଙ୍କ ଅଂଶ ଗ୍ରହଣ କରି ପୃଥୀବୀରେ ଜନ୍ମ ଲଭିଥିବାର ପ୍ରସିଦ୍ଧି ଅଛି ଶ୍ରୀକୃଷ୍ଣଙ୍କ ଔରସରେ ରୁକ୍ମଣୀଙ୍କ ଗର୍ଭରୁ ପ୍ରଦ୍ୟୁମ୍ନ (କାମଦେବଙ୍କ ପର ଜନ୍ମରେ ଘୃତରୂପ) ଆଦି ଦଶବଂଶ ଓ ଚାରୁମତୀନାମ୍ନୀ କନ୍ୟା ଜନ୍ମଗ୍ରହଣ କରିଥିଲେ ୟଦୁବଂଶ ନାଶ ପରେ ଶ୍ରୀକୃଷ୍ଣ ମାନବ ଲୀଳା ସମ୍ବରଣ କରିବାରୁ ଅର୍ଜୁନ, ଯଦୁବଂଶୀୟା ରାଜମହିଳାମାନଙ୍କ ସହିତ ରୁକ୍ମଣୀଙ୍କୁ ଇନ୍ଦ୍ରପ୍ରସ୍ଥକୁ ନେଇ ଗଲେ; କିନ୍ତୁ ରୁକ୍ମିଣୀ ପତିବିବାହ ସହି ନ ପାରି ପ୍ରଦୀପ୍ତ ହୁତାଶନରେ ଝାସ ଦେଇ ଜୀବନ ବିସର୍ଜ୍ଜନ କଲେ ।
କ୍ରନିକ ଅବ୍ଷ୍ଟ୍ରକ୍ଟିଭ୍ ପଲ୍ମୋନାରି ଡିଜିଜ
କ୍ରନିକ ଅବ୍ସ୍ଟ୍ରକ୍ଟିଭ୍ ପଲ୍ମୋନାରି ଡିଜିଜ (ସି.ଓ.ପି.ଡି.) (ଓଡ଼ିଆରେ- ଫୁସଫୁସ ବାଧା ସୃଷ୍ଟିକାରୀ ଦୀର୍ଘସ୍ଥାୟୀ ରୋଗ), ରୋଗର ଅନ୍ୟ ଇଂରାଜୀ ନାମ କ୍ରନିକ ଅବ୍ସ୍ଟ୍ରକ୍ଟିଭ୍ ଲଙ୍ଗ ଡିଜିଜ (ସି.ଓ.ଏ.ଡି.), କ୍ରନିକ ଅବ୍ସ୍ଟ୍ରକ୍ଟିଭ୍ ଏୟାର୍ୱେ ଡିଜିଜ୍ (ସି.ଓ.ଏ.ଡି), ଯାହା ଏକ ପ୍ରକାର ଫୁସଫୁସ ରୋଗ ଯେଉଁଥିରେ ଫୁସଫୁସର ଶ୍ୱାସକ୍ରିୟାରେ ଦୀର୍ଘସ୍ଥାୟୀ ବାଧା ହୁଏ । ଧୁମ୍ରପାନ ଏହି ରୋଗର ଏକ ସାଧାରଣ କାରଣ ହେଲେ ମଧ୍ୟ ବାୟୁ ପ୍ରଦୂଷଣ ଓ ଜେନେଟିକ୍ସ ଏହାର ଛୋଟ କାରଣ ଥାଏ ।. ବିକାଶଶୀଳ ରାଷ୍ଟ୍ରମାନଙ୍କରେ ବାୟୁ ପ୍ରଦୂଷଣର ମୁଖ୍ୟ କାରଣ ମଧ୍ୟରେ ରନ୍ଧା ଘରେ ବାୟୁ ଚଳାଚଳର ଅଭାବ ଥାଏ । ଦୀର୍ଘ ଦିନ ଧରି ଏହି ଉଦ୍ଦୀପକ ବସ୍ତୁ ପ୍ରଶ୍ୱାସରେ ଫୁସଫୁସ ଅଭ୍ୟନ୍ତରକୁ ଗଲେ ସେଠାରେ ପ୍ରଦାହ ସୃଷ୍ଟି ହୋଇ ଛୋଟ ଛୋଟ ବାୟୁ ନଳୀ ଆହୁରି ସରୁ ହୋଇଯାଏ ଓ ଫୁସଫୁସ ତନ୍ତୁ ନଷ୍ଟ ହୋଇଯାଏ ଯାହାକୁ ଏମ୍ଫିସେମା କୁହାଯାଏ । ଫୁସଫୁସ କାର୍ଯ୍ୟ ପରୀକ୍ଷାଦ୍ୱାରା (Pulmonry function test) ଫୁସଫୁସରେ କମ ବାୟୁ ପ୍ରବାହ ହେଉଥିବା ଜଣାପଡିଲେ ଏହି ରୋଗ ନିର୍ଣ୍ଣୟ କରାଯାଏ ।.
ମହେଶ ବାବୁ (ଜନ୍ମ ୯ ଅଗଷ୍ଟ ୧୯୭୫) ଜଣେ ଭାରତୀୟ ଚଳଚ୍ଚିତ୍ର ଅଭିନେତା । ସେ ମୁଖ୍ୟତଃ ତେଲୁଗୁ ଚଳଚ୍ଚିତ୍ରରେ ଅଭିନୟ କରନ୍ତି । ମହେଶ ବାବୁ ଏଣ୍ଟରଟେନମେଣ୍ଟ ପ୍ରାଇଭେଟ ଲିମିଟେଡ ନାମକ ପ୍ରଯୋଜନା ସଂସ୍ଥା ମଧ୍ୟ ତାଙ୍କର ଅଛି । ମହେଶ ବାବୁ ୧୯୭୫ ମସିହା ଅଗଷ୍ଟ ୯ ତାରିଖରେ ଚେନ୍ନାଇରେ ଜନ୍ମଗ୍ରହଣ କରିଥିଲେ । ମହେଶ ବାବୁ ତେଲୁଗୁ ଚଳଚ୍ଚିତ୍ର ଅଭିନେତା କୀଷ୍ଣାଙ୍କର ସାନ ପୁଅ । ମାତ୍ର ଚାରିବର୍ଷ ବୟସ ହୋଇଥିବା ବେଳେ ୧୯୭୯ ମସିହାରେ ନୀଦା ଚଳଚ୍ଚିତ୍ର ମାଧ୍ୟମରେ ଶିଶୁ କଳାକାର ଭାବେ ମହେଶ ଅଭିନୟ ଆରମ୍ଭ କରିଥିଲେ । ମହେଶ ଶିଶୁ କଳାକାର ଭାବରେ ୮ଟି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ଏହା ପରେ ୧୯୯୯ ମସିହାରେ ରାଜକୁମାରୁଡ଼ୁ ଚଳଚ୍ଚିତ୍ର ମାଧ୍ୟମରେ ଚଳଚ୍ଚିତ୍ର ଦୁନିଆରେ ନାୟକ ସାଜିଥିଲେ ଏବଂ ରାଜ୍ୟସ୍ତରୀୟ ନନ୍ଦୀ ପୁରସ୍କାର ପାଇଥିଲେ ।
ଚୀନ୍ , ଆନୁଷ୍ଠାନିକ ଭାବରେ ଚୀନ୍ ଗଣରାଜ୍ୟ (PRC) , ପୂର୍ବ ଏସିଆର ଏକ ଦେଶ । ୧.୪ ବିଲିୟନରୁ ଅଧିକ ଜନସଂଖ୍ୟା ସହିତ , ଏହା ଭାରତ ପରେ ଦ୍ୱିତୀୟ ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ , ଯାହା ବିଶ୍ୱ ଜନସଂଖ୍ୟାର ୧୭.୪% ପ୍ରତିନିଧିତ୍ୱ କରେ । ଚୀନ୍ ବିଶାଳ ; ଏହା ପ୍ରାୟ ୯.୬ ନିୟୁତ ବର୍ଗ କିଲୋମିଟର ( ୩,୭୦୦,୦୦୦ ବର୍ଗ ମାଇଲ ) ଅଞ୍ଚଳ ପରିବ୍ୟାପ୍ତ ଚଉଦ ଦେଶକୁ ଭୂମି ଦ୍ୱାରା ସୀମାବଦ୍ଧ କରିଥାଏ , ଯାହା ଏହାକୁ ଭୂମି କ୍ଷେତ୍ର ଅନୁସାରେ ତୃତୀୟ ବୃହତ୍ତମ ଦେଶ କରିଥାଏ । ଦେଶଟି ୩୩ଟି ପ୍ରଦେଶ-ସ୍ତରୀୟ ବିଭାଗରେ ବିଭକ୍ତ : ୨୨ଟି ପ୍ରଦେଶ , ୫ଟି ସ୍ୱାୟତ୍ତ ଅଞ୍ଚଳ , ୪ଟି ପୌରପାଳିକା ଏବଂ ୨ଟି ଅର୍ଦ୍ଧ-ସ୍ୱାୟତ୍ତ ସ୍ୱତନ୍ତ୍ର ପ୍ରଶାସନିକ ଅଞ୍ଚଳ । ବେଜିଂ ( Beijing ) ଦେଶର ରାଜଧାନୀ , ଯେତେବେଳେ କି ସାଂଘାଇ ସହରାଞ୍ଚଳ ଅନୁସାରେ ଏହାର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ସହର ଏବଂ ସର୍ବବୃହତ ଆର୍ଥିକ କେନ୍ଦ୍ର । ସଭ୍ୟତାର ଛଅଟି ଉଦ୍ଗମ ସ୍ଥଳ ମଧ୍ୟରୁ ଗୋଟିଏ ଭାବରେ ବିବେଚିତ ଚୀନ୍ , ପ୍ରାଚୀନପ୍ରସ୍ତର କାଳୀନ ସମୟରେ ଏହି ଅଞ୍ଚଳରେ ପ୍ରଥମ ମାନବ ବାସିନ୍ଦାଙ୍କ ଆଗମନ ଦେଖିଥିଲା । ଦ୍ୱିତୀୟ ସହସ୍ରାବ୍ଦ ଖ୍ରୀଷ୍ଟପୂର୍ବର ଶେଷ ସୁଦ୍ଧା , ପ୍ରାରମ୍ଭିକ ରାଜବଂଶୀୟ ରାଜ୍ୟଗୁଡ଼ିକ ୟେଲୋ ନଦୀ ( ହ୍ବାଙ୍ଗ୍-ହୋ ନଦୀ ) ଅବବାହିକାରେ ଆବିର୍ଭାବ ହୋଇଥିଲା । ଖ୍ରୀ. ପୂ. ଅଷ୍ଟମରୁ ତୃତୀୟ ଶତାବ୍ଦୀ ମଧ୍ୟରେ ଝୋଉ ( Zhou ) ବଂଶର ପ୍ରଭୁତ୍ୱର ପତନ ଘଟିଲା , ଯାହା ସହିତ ପ୍ରଶାସନିକ ଓ ସେନା ସମ୍ପର୍କୀୟ ପ୍ରଣାଳୀ , ସାହିତ୍ୟ , ଦାର୍ଶନିକତା ଓ ଇତିହାସଲେଖନର ଉଦୟ ହୋଇଥିଲା । ୨୨୧ ଖ୍ରୀ.
୨୦୧୨ ମସିହାରେ ଘଟିତ ଏହି ଗଣ ବଳାତ୍କାର ମାମଲାରେ ଦିଲ୍ଲୀରେ ଜଣେ ୨୩ ବର୍ଷୀୟା ମହିଳାଙ୍କୁ ଅପରାଧିମାନେ ଗଣ ବଳାତ୍କାର ପରେ ମରଣାନ୍ତକ ଆକ୍ରମଣ କରି ମୁମୁର୍ଷୁ ଅବସ୍ଥାରେ ଛାଡିଦେଇଥିଲେ ଏବଂ ପରବର୍ତ୍ତୀ ଅବସ୍ଥାରେ ପୀଡ଼ିତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା । ୧୬ ଡିସେମ୍ବର ୨୦୧୨ରେ ଘଟିଥିବା ଏହି ଦୁଃଖଦ ଘଟଣାଟି ମିଡିଆର ହସ୍ତକ୍ଷେପ ଫଳରେ ତ୍ୱରିତ ଲୋକ ଲୋଚନକୁ ଆସିଥିଲା । ସାରା ଦେଶ ଏହି ଘଟଣାର ଦୃଢ଼ ବିରୋଧ କରିବା ସହ ଅପରାଧୀମାନଙ୍କର ତୁରନ୍ତ ଗିରଫ ଦାବୀ କରିଥିଲେ । ଘଟଣାଟି ସେତେବେଳେ ସାରା ଦେଶରେ ହଇଚଇ ସୃଷ୍ଟି କରିବା ସହ ଭାରତର ରାଜଧାନୀରେ ମହିଳାମାନଙ୍କ ସୂରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ସ୍ଟ୍ରେପ୍ଟୋକୋକାଲ ଫାରିଞ୍ଜାଇଟିସ, ବା ସ୍ଟ୍ରେପଥ୍ରୋଟ, ରୋଗ ଏକ ସଂକ୍ରମଣ ଯାହା ତଣ୍ଟି ପଛପାଖ ଓ ଟନ୍ସିଲ୍ରେ ଗ୍ରୁପ ଏ ସ୍ଟ୍ରେପ୍ଟୋକୋକସ୍ ଜୀବାଣୁଦ୍ୱାରା ହୁଏ ।ସାଧାରଣ ଚଳଣିରେ ଆମେ ଯାହାକୁ ତଣ୍ଟି ଧରା କହୁ ତାହା ଡାକ୍ତରି ଭାଷାରେ ସ୍ଟ୍ରେପ୍ଟୋକୋକାଲ ଫାରିଞ୍ଜାଇଟିସ ନାମରେ ବିଦିତ । ଏହାକୁ ସ୍ଟ୍ରେପ୍ଟୋକୋକାଲ ଫାରିଞ୍ଜାଇଟିସ ବା ସ୍ଟ୍ରେପ୍ଟୋକୋକାଲ୍ ଟନ୍ସିଲାଇଟିସ୍ ବା ସ୍ଟ୍ରେପ୍ଟୋକୋକାଲ୍ ସୋର୍ ଥ୍ରୋଟ୍ ବା କେବଳ ସୋର୍ ଥ୍ରୋଟ ନାମରେ ମଧ୍ୟ କୁହାଯାଏ । ଏହି ରୋଗର ଲକ୍ଷଣ: ଜ୍ୱର, ତଣ୍ଟି ଦରଜ, ଲାଲ ଟନ୍ସିଲ୍, ଓ ବେକରେ ଲସିକା ଗ୍ରନ୍ଥି ବଡ଼ ହୋଇଯାଏ । ମୁଣ୍ଡବଥା, ଅଇ ଓ ବାନ୍ତି ମଧ୍ୟ ହୋଇପାରେ । କେତେକ ଲୋକଙ୍କର ବାଲିକାଗଜ ଭଳି ରାସ୍ ହୁଏ ଯାହାକୁ ସ୍କାରଲେଟ ଜ୍ୱର କୁହାଯାଏ । ଲକ୍ଷଣ ସ୍ୱାଭାବିକ ଭାବରେ ସଂସ୍ପର୍ଶରେ ଆସିବାର ୧ରୁ ୩ ଦିନ ମଧ୍ୟରେ ଆରମ୍ଭ ହୋଇ ୭ରୁ ୧୦ ଦିନ ପର୍ଯ୍ୟନ୍ତ ରହେ ।
ଇସ୍ରାଏଲ-ପାଲେଷ୍ଟାଇନ ସଂଘର୍ଷ ଲେଭାଣ୍ଟରେ ଚାଲିଥିବା ସାମରିକ ଏବଂ ରାଜନୈତିକ ସଂଘର୍ଷ । ବିଂଶ ଶତାବ୍ଦୀର ମଧ୍ୟଭାଗରୁ ଆରମ୍ଭ ହୋଇଥିବା ଏହା ବିଶ୍ୱର ସବୁଠାରୁ ଲମ୍ବା ସଂଘର୍ଷ ମଧ୍ୟରୁ ଅନ୍ୟତମ । ଇସ୍ରାଏଲ-ପାଲେଷ୍ଟାଇନ ଶାନ୍ତି ପ୍ରକ୍ରିୟା ନାମରେ ଏହି ବିବାଦର ସମାଧାନ ପାଇଁ ବିଭିନ୍ନ ପ୍ରକାରର ପ୍ରୟାସ କରାଯାଇଛି । ୧୮୯୭ ମସିହାର ପ୍ରଥମ ଜିଓନିଷ୍ଟ କଂଗ୍ରେସ ଏବଂ ୧୯୧୭ର ବାଲଫୋର ଘୋଷଣାନାମା ସମେତ ପାଲେଷ୍ଟାଇନରେ ଏକ ଇହୁଦୀ ମାତୃଭୂମି ପାଇଁ ଦାବିର ସାର୍ବଜନୀନ ଘୋଷଣା ଇହୁଦୀ ପ୍ରବାସୀଙ୍କ ଲହର ପରେ ଏହି ଅଞ୍ଚଳରେ ପ୍ରାରମ୍ଭିକ ଉତ୍ତେଜନା ସୃଷ୍ଟି କରିଥିଲା । ପ୍ରଥମ ବିଶ୍ୱଯୁଦ୍ଧ ପରେ ପାଲେଷ୍ଟାଇନ ପାଇଁ ଆଦେଶରେ "ପାଲେଷ୍ଟାଇନରେ ଇହୁଦୀ ଲୋକଙ୍କ ପାଇଁ ଏକ ଜାତୀୟ ଗୃହ ପ୍ରତିଷ୍ଠା" ପାଇଁ ଏକ ବାଧ୍ୟତାମୂଳକତା ନିୟମ ଅନ୍ତର୍ଭୁକ୍ତ ହୋଇଥିଲା । ଇହୁଦୀ ଓ ଆରବମାନଙ୍କ ମଧ୍ୟରେ ଉତ୍ତେଜନା ଖୋଲା ସାମ୍ପ୍ରଦାୟିକ ସଂଘର୍ଷରେ ପରିଣତ ହୋଇଥିଲା। ପାଲେଷ୍ଟାଇନ ପାଇଁ ୧୯୪୭ ମସିହାରେ ମିଳିତ ଜାତିସଂଘବିଭାଜନ ଯୋଜନା କେବେ କାର୍ଯ୍ୟକାରୀ ହୋଇନଥିଲା ଏବଂ ୧୯୪୭-୧୯୪୯ ପାଲେଷ୍ଟାଇନ ଯୁଦ୍ଧକୁ ଉତ୍ତେଜିତ କରିଥିଲା । ବର୍ତ୍ତମାନର ଇସ୍ରାଏଲ-ପାଲେଷ୍ଟାଇନ ସ୍ଥିତାବସ୍ଥା ୧୯୬୭ ମସିହାରେ ପାଲେଷ୍ଟାଇନ ଅଞ୍ଚଳ ଭାବରେ ପରିଚିତ ୬ ଦିନିଆ ଯୁଦ୍ଧରେ ପଶ୍ଚିମ ତଟ ଏବଂ ଗାଜା ଉପରେ ଇସ୍ରାଏଲର ସାମରିକ ଦଖଲ ପରେ ଆରମ୍ଭ ହୋଇଥିଲା ।
ଗୁଜରାଟୀ (; ଗୁଜରାଟୀ: ગુજરાતી, pronounced [ɡudʒˈɾɑːtiː], ଆଗରୁ English: Guzerati) ଏକ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତୀୟ ରାଜ୍ୟ ଗୁଜରାଟର ଅଧିବାସୀ ଏବଂ ପ୍ରଧାନତଃ ଗୁଜରାଟୀ ଭାଷାଭାଷୀଙ୍କଦ୍ୱାରା କଥିତ । ଗୁଜରାଟୀ ବୃହତ୍ତର ଇଣ୍ଡୋ-ଇଉରୋପୀୟ ଭାଷା ପରିଗୋଷ୍ଠୀର ଅଂଶ । ଗୁଜରାଟୀ ପୁରୁଣା ଗୁଜରାଟୀରୁ ସୃଷ୍ଟିହୋଇଛି (ପ୍ରାୟ ୧୧୦୦-୧୫୦୦ ଖ୍ରୀ) । ଭାରତରେ ଏହା ଗୁଜରାଟର ସରକାରୀ ଭାଷା ଓ ଡାମନ ଓ ଡିଉ ଓ ଦାଦ୍ରା ଓ ନଗର ହବେଳୀର କେନ୍ଦ୍ରଶାସିତ ଅଞ୍ଚଳର ସରକାରୀ ଭାଷା । ୨୦୧୧ ଜନଗଣନା ଅନୁସାରେ ଗୁଜରାଟୀ ଭାରତରେ ମୋଟ ଜନସଂଖ୍ୟାର ୬ଷ୍ଠ ସର୍ବାଧିକ କଥିତ ଭାଷା ଓ ଏହା ୫୫.୫ ମିଲିଅନ (୫.୫ କୋଟି) ଭାଷାଭାଷୀଙ୍କଦ୍ୱାରା କଥିତ ଯାହା ଭାରତର ମୋଟ ଜନସଂଖ୍ୟାର ପ୍ରାୟ ୪.୫% । ୨୦୦୭ ମସିହାର ଗଣନା ଅନୁସାରେ ଏହା ସ୍ଥାନୀୟ ଭାଷାଭାଷୀଙ୍କ ସଂଖ୍ୟା ଭିତ୍ତିରେ ବିଶ୍ୱର ୨୬ ତମ ସର୍ବାଧିକ କଥିତ ଭାଷା ।
ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଓଡ଼ିଶୀ ସଙ୍ଗୀତ (ଇଂରାଜୀ: Odissi music, oṛiśī) ଓଡ଼ିଶାର ନିଜସ୍ୱ ଶାସ୍ତ୍ରୀୟ ସଙ୍ଗୀତ ପରମ୍ପରା ଅଟେ । ଏହା ଶ୍ରୀମନ୍ଦିର ଓ ଶ୍ରୀ ଜଗନ୍ନାଥ ଙ୍କ ସେବାର ସଙ୍ଗୀତ। ଓଡ଼ିଶୀ ସଙ୍ଗୀତର ନିଜସ୍ୱ ସୁଦୀର୍ଘ ପରମ୍ପରା, ରାଗ ରାଗିଣୀ ଓ ଗାୟନ ପରମ୍ପରା ଇତ୍ୟାଦି ସ୍ୱତନ୍ତ୍ର ଭାବେ ପ୍ରାଚୀନ କାଳରୁ ରହିଅଛି । ଭରତ ମୁନିଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତର ଚାରୋଟି ଶାଖା; ଆବନ୍ତୀ, ପାଞ୍ଚାଳୀ, ଉଡ୍ରମାଗଧୀ ବା ଓଡ୍ର, ଦାକ୍ଷିଣାତ୍ୟା । ଏହି ମଧ୍ୟରୁ ଓଡ଼ିଶୀ ଓଡ୍ରମାଗଧୀ ଧାରା ଅଟେ । ୧୨ଶ ଶତାବ୍ଦୀ କବିରାଜ ଜୟଦେବଙ୍କ ସମୟରୁ ଓଡ଼ିଶୀ ସଙ୍ଗୀତ ସମୁନ୍ନତ ସଙ୍ଗୀତ ପରମ୍ପରା ଭାବେ ଜାତୀୟ ସ୍ତରରେ ପରିଚିତ ହୋଇଅଛି । ଉଲ୍ଲେଖଯୋଗ୍ୟ ଯେ ଓଡ଼ିଶୀ ସଙ୍ଗୀତ ଓଡ଼ିଆ ଭାଷାର ବିକାଶ ହେବା ଆଗରୁ ରହିଥିଲା । ଖ୍ରୀ.ପୂ.
ବିଜୁ କୃଷକ କଲ୍ୟାଣ ଯୋଜନା, ବା BKKY ଭାରତୀୟ ରାଜ୍ୟ ଓଡ଼ିଶାର କୃଷକମାନଙ୍କ ଶ୍ୱାସ୍ୟ ବୀମା ଯୋଜନା , ଯାହା ଓଡ଼ିଶା ସରକାରଙ୍କଦ୍ୱାରା ରାଜ୍ୟର କୃଷକ ମାନଙ୍କ କଲ୍ୟାଣ ପାଇଁ ପ୍ରଣଯନ କରାଯାଇଛି । ଏହି ଯୋଜନା ଓଡ଼ିଶା ସରକାରଙ୍କ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକଙ୍କଦ୍ୱାରା ଅନୁଗୁଳଠାରେ କୃଷକ ମାନଙ୍କ ଶ୍ୱାସ୍ୟ ଓ ଦୁର୍ଘଟଣା ଜନିତ ବିପତ୍ତି ବେଳେ ସହାୟତା ଦେବା ପାଇଁ ପ୍ରଣୟନ କରାଯାଇଥିଲା ।ଏହି ଯୋଜନା ଅନ୍ତର୍ଗତ ବ୍ୟବସ୍ଥାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ଅନେକ ହସ୍ପିଟାଲ , ଗୋଷ୍ଠୀ ଶ୍ୱାସ୍ୟ କେନ୍ଦ୍ରକୁ ସଂଯୋଗ କରାଯାଇ କୃଷକ ମନକୁ ସ୍ୱଳ୍ପ ଖରଚରେ ଶ୍ୱାସ୍ୟ ସେବା ପ୍ରଦାନ କରାଯାଉଛି ।
ମାଇଣ୍ଡ୍ଗେମ୍ ୨୦୨୩ ମସିହାରେ ମୁକ୍ତିଲାଭ କରିଥିବା ଏକ ବହୁଭାଷୀ ଭାରତୀୟ କଥାଚିତ୍ର, ଯାହାକି ଓଡ଼ିଆ (ଓଡ଼ିଆ ଓ ସମ୍ବଲପୁରୀ), ତେଲୁଗୁ ଏବଂ ହିନ୍ଦୀ ଭାଷାରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶ୍ରୀଧର ମାର୍ଥା । ଛବିତା ମାର୍ଥା ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ୨୦୧୮ ମସିହାରେ ଓଡ଼ିଶାର ପାଟଣାଗଡ଼ଠାରେ ଘଟିଥିବା ବୋମା ବିସ୍ଫୋରଣ ଘଟଣା ଉପରେ ଏହି କଥାଚିତ୍ରଟିର କାହାଣୀ ଆଧାରିତ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ରାଜେଶ ଟ୍ରଚିଭର । ଏହି କଥାଚିତ୍ରଟି ଉଭୟ ଓଡ଼ିଆ ଏବଂ ତେଲୁଗୁ ଭାଷାରେ ନିର୍ମାଣ ହୋଇଥିଲା ।
ଭଞ୍ଜନଗର, ଗଞ୍ଜାମ ଜିଲ୍ଲାର ଏକ ପ୍ରମୁଖ ସହର (ବିଜ୍ଞାପିତ ଅଞ୍ଚଳ ପରିଷଦ) । ଏହାର ପୂରାତନ ନାମ ରସୁଲକୋଣ୍ଡା ଥିଲା । ପରେ ଏହା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ନାମରେ ନାମିତ ହେଲା । ଏହା ମଧ୍ୟ ଦେଇ ଲୋହାରଖଣ୍ଡି ଏବଂ ବଡନଦୀ ପ୍ରବାହିତ ହେଉଅଛି । ଭଞ୍ଜନଗରର ଜାତୀୟ ପଥ କ୍ରମାଙ୍କ ୭ ବ୍ରହ୍ମପୁରରୁ ଫୁଲବାଣୀକୁ ସଂଯୋଗ କରୁଛି | ବହୁତ ଦେବଦେବୀ ମନ୍ଦିର, ଗୀର୍ଜା, ଚର୍ଚ୍ଚ୍, ମସଜିଦ୍, ବିଦ୍ୟାଳୟ, ଏଠାରେ ଅବସ୍ଥିତ । ଏହା ଛତ୍ରପୁରଠାରୁ ୮୯ କି.ମି ଦକ୍ଷିଣ ଏବଂ ଭୁବନେଶ୍ୱରଠାରୁ ୧୫୯ କି.ମି ପୁର୍ବରେ ଅବସ୍ଥିତ
ରାଜଶ୍ରୀ ମଲ୍ଲିକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ରାଜଶ୍ରୀ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟା ଭାବରେ କାର୍ଯ୍ୟ କରୁଛନ୍ତି । ସେ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ତିର୍ତ୍ତୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ୩୫,୪୪୮ ଖଣ୍ଡ ଭୋଟରେ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ସାଧାରାଣ ନିର୍ବାଚନରେ ସେ ବିଜେପିର ବିଭୁ ପ୍ରସାଦ ତରାଇଙ୍କୁ ୨,୭୧,୬୫୫ ଖଣ୍ଡ ଭୋଟରେ ହରାଇ ଜଗତସିଂହପୁର ନିର୍ବାଚନ ମଣ୍ଡଳୀରୁ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ । ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ୱାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଉତ୍କଳ ଗ୍ରାମୀଣ ବ୍ୟାଙ୍କ(English: Utkal Grameen Bank), ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଥିବା ବିଭିନ୍ନ ଗ୍ରାମ୍ୟ ବ୍ୟାଙ୍କ ଗୁଡିକର ସମ୍ମିଶ୍ରିତ କରି ଗଢ଼ା ଯାଇଥିବା ଏକ ଆଞ୍ଚଳିକ ଗ୍ରାମ୍ୟ ଭିତ୍ତିକ ବ୍ୟାଙ୍କ । ଏହା ୧ ନଭେମ୍ବର ୨୦୧୨ରେ ଗଠନ କରାଯାଇଥିଲା । ସରକାରଙ୍କ ପ୍ରଣିତ ଆଞ୍ଚଳିକ ଗ୍ରାମ୍ୟ ବ୍ୟାଙ୍କ ଆଇନ ୧୯୭୬ର ବ୍ୟବସ୍ଥା ଅନୁଯାୟୀ ଏହା ପରିଗଠିତ । ଏହି ବ୍ୟାଙ୍କ ଭରତ ସରକାରଙ୍କ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଓଫ ଇଣ୍ଡିଆ ଓ ଓଡ଼ିଶା ସରକାରଙ୍କ ମିଳିତ ପ୍ରଯୋଜନା ସହିତ ପରିଚାଳିତ ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ (୧୦ ସେପ୍ଟେମ୍ବର ୧୮୮୭ – ୭ ମାର୍ଚ ୧୯୬୧) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ତଥା ଆଧୁନିକ ଭାରତର ନିର୍ମାତା । ମହାତ୍ମା ଗାନ୍ଧୀ, ଜବାହରଲାଲ ନେହେରୁ ତଥା ବଲ୍ଲଭ ଭାଇ ପଟେଲଙ୍କ ସହ ସେ ଭାରତର ସ୍ୱାଧୀନତା ସଂଗ୍ରାମରେ ଏକ ମୁଖ୍ୟ ସହଯୋଗୀ । ତତ୍କାଳୀନ ୟୁନାଇଟେଡ଼ ପ୍ରୋଭିନସ ବା ବର୍ତ୍ତମାନର ଉତ୍ତରପ୍ରଦେଶର ସେ ଥିଲେ ଏକ ପ୍ରମୁଖ ରାଜନେତା । ହିନ୍ଦୀକୁ ଭାରତର କେନ୍ଦ୍ର ସରକାରଙ୍କ ତଥା ପାର୍ଲିଆମେଣ୍ଟର ସରକାରୀ ଭାଷା କରିବା ପାଇଁ ଦାବୀ କରି ସେ ଅସଫଳ ହୋଇ ଥିଲେ ବି ଗୋଟିଏ ସରକାରୀ ଭାଷାରେ ସାରା ରାଷ୍ଟ୍ରକୁ ଏକ ସୂତ୍ରରେ ବାନ୍ଧିବା ଉଦ୍ୟମ ଅନେକଙ୍କଦ୍ୱାରା ପ୍ରଶଂସିତ ହୋଇଥିଲା ।
ଯାଜପୁର ନଦୀରେ ଭରା ଓଡ଼ିଶାର ଏକ ସହର । ଏହାର ଉତ୍ତର ଦିଗରେ ଭଦ୍ରକ ଜିଲ୍ଲା ଅଛି । ଯାଜପୁରଠାରେ ଥିବା ବିରଜା ମନ୍ଦିର ଓଡ଼ିଶାର ସର୍ବତ୍ର ପରିଚିତ, ଯାଜପୁରକୁ ସେଇଥିପାଇଁ ବିରଜା କ୍ଷେତ୍ର ବୋଲି କୁହାଯାଏ । କେଶରୀ ରାଜାଙ୍କ ଶାସନ କାଳରେ ଏହା ଓଡ଼ିଶାର ରାଜଧାନୀ ଥିଲା, କାଳକ୍ରମେ କଟକକୁ ଉଠିଗଲା ଓଡ଼ିଶାର ରାଜଧାନୀ । "ଯାଜପୁର" ଶବ୍ଦର ବ୍ୟୁତ୍ପତ୍ତି ହୋଇଛି ସଂସ୍କୃତ ଶବ୍ଦ "ୟାଜ୍" ଅର୍ଥାତ୍ ୟଜ୍ଞ କରିବା ରୁ, ବା ଏହା ଯାଗୟଜ୍ଞ କରିବାକୁ ବୁଝାଏ । ଏଠାରେ ଯଯାତି କେଶରୀ ଦଶଟି ଅଶ୍ୱମେଧ ଯଜ୍ଞ କରାଇଥିଲେ ଏବଂ କାନ୍ୟକୁବ୍ଜରୁ ୧୦,୦୦୦ ବ୍ରାହ୍ମଣ ଅଣାଇଥିଲେ ତଥା ଓଡ଼ିଶାରେ ସେମାନଙ୍କୁ ଜାଗା ଜମି ଦେଇ ଶାସନ ଦାନ କରିଥିଲେ । ତେଣୁ ଏହି ସ୍ଥାନକୁ ଯାଜପୁର, ଯାଜନଗର, ୟଜ୍ଞପୁର ମଧ୍ୟ କୁହାଯାଏ ।
ମୁଦ୍ରା ଓ ଭାଷା ସହ ଦେଶ ଓ ରାଜଧାନୀର ତାଲିକା
ପୃଥିବୀକୁ ସାତଟି ମାହାଦେଶରେ ବିଭାଜନ କରା ଯାଇଛି। ମହାଦେଶଗୁଡ଼ିକ ହେଲା :
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଏବଂ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ପ୍ରକ୍ରିୟାକରଣ କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର ( RAM memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ତର୍କ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।