ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗିରିଜା କୁମାର ବଳୀୟାରସିଂହ ଜଣେ ଓଡ଼ିଆ କବି ଓ ସାହିତ୍ୟିକ । କବିତା ସଙ୍କଳନ “ଭାରତ ବର୍ଷ” ପାଇଁ ସେ ୨୦୦୬ ମସିହାରେ କାବ୍ୟ କବିତା ବର୍ଗରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରଦ୍ୱାରା ସମ୍ମାନିତ ହୋଇଥିଲେ ଏବଂ ପାଦପୂରଣ କବିତା ସଂକଳନ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ଗିରିଜା କୁମାର ବଳୀୟାରସିଂହଙ୍କର ଏକ ପ୍ରକାଶନ ସଂସ୍ଥା ମଧ୍ୟ ରହିଛି ଯାହା ମାଧ୍ୟମରେ ସେ ଓଡ଼ିଆ ସାହିତ୍ୟର ପ୍ରଚାର ଓ ପ୍ରସାରରେ ସମୟ ବିନିଯୋଗ କରିଥାନ୍ତି ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଅଜନ୍ତା ଗୁମ୍ଫା (ଇଂରାଜୀରେ Ajanta Caves,ମରାଠୀ ଭାଷାରେ अजिंठा लेणी - ଅର୍ଥାତ୍ ଅଜିଣ୍ଠା ଗୁମ୍ଫା) ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଖ୍ରୀଷ୍ଟାବ୍ଦ ପଞ୍ଚମ ଶତାବ୍ଦୀ ମଧ୍ୟରେ ଭାରତରେ ନିର୍ମିତ ପ୍ରାୟ ୩୦ଟି ବୌଦ୍ଧ ଗୁମ୍ଫାକୁ ବୁଝାଇଥାଏ । ଏହି ଗୁମ୍ଫାଗୁଡ଼ିକ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଏହି ଗୁମ୍ଫାମାନଙ୍କରେ ପ୍ରସ୍ତରକୁ କାଟି ନିର୍ମିତ ମୂର୍ତ୍ତି ସହିତ ଗୁମ୍ଫା କାନ୍ଥ ଓ ଛାତରେ ବହୁ ସୁନ୍ଦର ଚିତ୍ର ମଧ୍ୟ ଦେଖିବାକୁ ମିଳେ । ମୂର୍ତ୍ତିଗୁଡ଼ିକ ପ୍ରାଚୀନ ଭାରତୀୟ ସ୍ଥାପତ୍ୟ କଳାର ଜୀବନ୍ତ ଦୃଷ୍ଟାନ୍ତ ଏବଂ ଚିତ୍ରଗୁଡ଼ିକରେ ଭାବଭଙ୍ଗୀ ଅତି ନିଖୁଣ ଭାବରେ ପ୍ରକାଶିତ । ୟୁନେସ୍କୋ (UNESCO) ଅନୁସାରେ ଭାରତୀୟ କଳାକୁ ପ୍ରଭାବିତ କରିଥିବା ବୌଦ୍ଧ ଧାର୍ମିକ କଳାର ଏକ ଶ୍ରେଷ୍ଠ ଉଦାହରଣ ହେଉଛି ଅଜନ୍ତା । ଏହି ଗୁମ୍ଫାଗୁଡ଼ିକ ମୁଖ୍ୟତଃ ଦୁଇଟି ପର୍ଯ୍ୟାୟରେ ନିର୍ମିତ ହୋଇଥିଲା । ପ୍ରଥମ ନିର୍ମାଣ ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଆରମ୍ଭ ହୋଇଥିଲା । ଦ୍ୱିତୀୟ ନିର୍ମାଣ ପାରମ୍ପରିକ ଲେଖା ଅନୁସାରେ ଖ୍ରୀ. ୪୦୦-୬୫୦ ମଧ୍ୟରେ ଓ ନୂତନ ଗବେଷକଙ୍କ ମତରେ ଖ୍ରୀ.
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ଅନୁଷ୍ଠିତ ହୋଇଥିଲା । ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିଥିଲେ । ୧୫ଶ ବିଧାନ ସଭାର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଇସ୍ରାଏଲ-ପାଲେଷ୍ଟାଇନ ସଂଘର୍ଷ ଲେଭାଣ୍ଟରେ ଚାଲିଥିବା ସାମରିକ ଏବଂ ରାଜନୈତିକ ସଂଘର୍ଷ । ବିଂଶ ଶତାବ୍ଦୀର ମଧ୍ୟଭାଗରୁ ଆରମ୍ଭ ହୋଇଥିବା ଏହା ବିଶ୍ୱର ସବୁଠାରୁ ଲମ୍ବା ସଂଘର୍ଷ ମଧ୍ୟରୁ ଅନ୍ୟତମ । ଇସ୍ରାଏଲ-ପାଲେଷ୍ଟାଇନ ଶାନ୍ତି ପ୍ରକ୍ରିୟା ନାମରେ ଏହି ବିବାଦର ସମାଧାନ ପାଇଁ ବିଭିନ୍ନ ପ୍ରକାରର ପ୍ରୟାସ କରାଯାଇଛି । ୧୮୯୭ ମସିହାର ପ୍ରଥମ ଜିଓନିଷ୍ଟ କଂଗ୍ରେସ ଏବଂ ୧୯୧୭ର ବାଲଫୋର ଘୋଷଣାନାମା ସମେତ ପାଲେଷ୍ଟାଇନରେ ଏକ ଇହୁଦୀ ମାତୃଭୂମି ପାଇଁ ଦାବିର ସାର୍ବଜନୀନ ଘୋଷଣା ଇହୁଦୀ ପ୍ରବାସୀଙ୍କ ଲହର ପରେ ଏହି ଅଞ୍ଚଳରେ ପ୍ରାରମ୍ଭିକ ଉତ୍ତେଜନା ସୃଷ୍ଟି କରିଥିଲା । ପ୍ରଥମ ବିଶ୍ୱଯୁଦ୍ଧ ପରେ ପାଲେଷ୍ଟାଇନ ପାଇଁ ଆଦେଶରେ "ପାଲେଷ୍ଟାଇନରେ ଇହୁଦୀ ଲୋକଙ୍କ ପାଇଁ ଏକ ଜାତୀୟ ଗୃହ ପ୍ରତିଷ୍ଠା" ପାଇଁ ଏକ ବାଧ୍ୟତାମୂଳକତା ନିୟମ ଅନ୍ତର୍ଭୁକ୍ତ ହୋଇଥିଲା । ଇହୁଦୀ ଓ ଆରବମାନଙ୍କ ମଧ୍ୟରେ ଉତ୍ତେଜନା ଖୋଲା ସାମ୍ପ୍ରଦାୟିକ ସଂଘର୍ଷରେ ପରିଣତ ହୋଇଥିଲା। ପାଲେଷ୍ଟାଇନ ପାଇଁ ୧୯୪୭ ମସିହାରେ ମିଳିତ ଜାତିସଂଘବିଭାଜନ ଯୋଜନା କେବେ କାର୍ଯ୍ୟକାରୀ ହୋଇନଥିଲା ଏବଂ ୧୯୪୭-୧୯୪୯ ପାଲେଷ୍ଟାଇନ ଯୁଦ୍ଧକୁ ଉତ୍ତେଜିତ କରିଥିଲା । ବର୍ତ୍ତମାନର ଇସ୍ରାଏଲ-ପାଲେଷ୍ଟାଇନ ସ୍ଥିତାବସ୍ଥା ୧୯୬୭ ମସିହାରେ ପାଲେଷ୍ଟାଇନ ଅଞ୍ଚଳ ଭାବରେ ପରିଚିତ ୬ ଦିନିଆ ଯୁଦ୍ଧରେ ପଶ୍ଚିମ ତଟ ଏବଂ ଗାଜା ଉପରେ ଇସ୍ରାଏଲର ସାମରିକ ଦଖଲ ପରେ ଆରମ୍ଭ ହୋଇଥିଲା ।
ଗାନ୍ଧୀ ଯାନ୍ତ୍ରୀକ ଓ ପ୍ରୌଦ୍ୟୋଗିକ ମହାବିଦ୍ୟାଳୟ, ଗୁଣୁପୁର
ଗାନ୍ଧୀ ଯାନ୍ତ୍ରୀକ ଓ ପ୍ରୌଦ୍ୟୋଗିକ ମହାବିଦ୍ୟାଳୟ(ଜି.ଆଇ.ଇ.ଟି) ଗୁଣୁପୁରରେ ଅବସ୍ଥିତ ଏକ ଘରୋଇ ଯାନ୍ତ୍ରୀକ ଓ ବୈଷୟିକ ଶିକ୍ଷାନୁଷ୍ଠାନ ଅଟେ । ଏ. ଆଇ. ସି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତୀୟ ଜାତୀୟ ଫୁଟବଲ ଦଳ ଅନ୍ତର୍ଜାତୀୟ ଫୁଟବଲରେ ଭାରତର ପ୍ରତିନିଧିତ୍ୱ କରେ ଏବଂ ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫ୍ଏଫ୍)ଦ୍ୱାରା ପରିଚାଳିତ ହୁଏ । ଏହା ଫିଫାର ଅଧୀନରେ ଅଛି । ଏସିଆରେ ଏସୀୟ ଫୁଟ୍ ବଲ୍ ମହାସଂଘ (ଏଏଫ୍ ସି) ଏବଂ ଦକ୍ଷିଣ ଏସିଆରେ ଦକ୍ଷିଣ ଏସୀୟ ଫୁଟ୍ ବଲ୍ ମହାସଂଘ (ସାଫ୍)ଦ୍ୱାରା ଏହା ପରିଚାଳିତ ହେଉଛି - ଯାହା ଉଭୟ ଭାରତୀୟ ଦଳର ତଦାରଖ କାରୀ ସଂସ୍ଥା ଏଆଇଏଫ୍ଏଫଦ୍ୱାରା ମିଳିତ ଭାବେ ସ୍ଥାପିତ ହୋଇଥିଲା।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସୁନାପିଲା- ଟିକେ ସ୍କୃ ଢିଲା, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥଚିତ୍ର । ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ ଅଭିନେତା ବାବୁଶାନ୍ ମହାନ୍ତି । ବାବୁଶାନଙ୍କ ପ୍ରଯୋଜନାରେ ଏହା ଥିଲା ପ୍ରଥମ ଚଳଚ୍ଚିତ୍ର । ବାବୁଶାନ୍ଙ୍କ ପ୍ରଯୋଜନା ସଂସ୍ଥା ସହ ପ୍ରକାଶ ଧୀରଜ ଏଣ୍ଟରଟେନମେଣ୍ଟ ମଧ୍ୟ ଏହି ଚଳଚ୍ଚିତ୍ର ପ୍ରଯୋଜନା କରିଥିଲେ । ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ନିର୍ଦ୍ଦେଶକ ସୁଧାକର ବସନ୍ତ । ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର ଏବଂ ଗୀତ ରଚନା କରିଥିଲେ ନିର୍ମଳ ନାୟକ ଓ ବାପୁ ଗୋସ୍ୱାମୀ । ଚଳଚ୍ଚିତ୍ରଗୁଡ଼ିକର ସଂଳାପ ଲେଖିଥିଲେ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ସାରିକା । ସେ ଏହି ଚଳଚ୍ଚିତ୍ରରେ ପ୍ରଥମ କରି ସଂଳାପ ଲେଖିବା ଆରମ୍ଭ କରିଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କ୍ରନିକ ଅବ୍ଷ୍ଟ୍ରକ୍ଟିଭ୍ ପଲ୍ମୋନାରି ଡିଜିଜ
କ୍ରନିକ ଅବ୍ସ୍ଟ୍ରକ୍ଟିଭ୍ ପଲ୍ମୋନାରି ଡିଜିଜ (ସି.ଓ.ପି.ଡି.) (ଓଡ଼ିଆରେ- ଫୁସଫୁସ ବାଧା ସୃଷ୍ଟିକାରୀ ଦୀର୍ଘସ୍ଥାୟୀ ରୋଗ), ରୋଗର ଅନ୍ୟ ଇଂରାଜୀ ନାମ କ୍ରନିକ ଅବ୍ସ୍ଟ୍ରକ୍ଟିଭ୍ ଲଙ୍ଗ ଡିଜିଜ (ସି.ଓ.ଏ.ଡି.), କ୍ରନିକ ଅବ୍ସ୍ଟ୍ରକ୍ଟିଭ୍ ଏୟାର୍ୱେ ଡିଜିଜ୍ (ସି.ଓ.ଏ.ଡି), ଯାହା ଏକ ପ୍ରକାର ଫୁସଫୁସ ରୋଗ ଯେଉଁଥିରେ ଫୁସଫୁସର ଶ୍ୱାସକ୍ରିୟାରେ ଦୀର୍ଘସ୍ଥାୟୀ ବାଧା ହୁଏ । ଧୁମ୍ରପାନ ଏହି ରୋଗର ଏକ ସାଧାରଣ କାରଣ ହେଲେ ମଧ୍ୟ ବାୟୁ ପ୍ରଦୂଷଣ ଓ ଜେନେଟିକ୍ସ ଏହାର ଛୋଟ କାରଣ ଥାଏ ।. ବିକାଶଶୀଳ ରାଷ୍ଟ୍ରମାନଙ୍କରେ ବାୟୁ ପ୍ରଦୂଷଣର ମୁଖ୍ୟ କାରଣ ମଧ୍ୟରେ ରନ୍ଧା ଘରେ ବାୟୁ ଚଳାଚଳର ଅଭାବ ଥାଏ । ଦୀର୍ଘ ଦିନ ଧରି ଏହି ଉଦ୍ଦୀପକ ବସ୍ତୁ ପ୍ରଶ୍ୱାସରେ ଫୁସଫୁସ ଅଭ୍ୟନ୍ତରକୁ ଗଲେ ସେଠାରେ ପ୍ରଦାହ ସୃଷ୍ଟି ହୋଇ ଛୋଟ ଛୋଟ ବାୟୁ ନଳୀ ଆହୁରି ସରୁ ହୋଇଯାଏ ଓ ଫୁସଫୁସ ତନ୍ତୁ ନଷ୍ଟ ହୋଇଯାଏ ଯାହାକୁ ଏମ୍ଫିସେମା କୁହାଯାଏ । ଫୁସଫୁସ କାର୍ଯ୍ୟ ପରୀକ୍ଷାଦ୍ୱାରା (Pulmonry function test) ଫୁସଫୁସରେ କମ ବାୟୁ ପ୍ରବାହ ହେଉଥିବା ଜଣାପଡିଲେ ଏହି ରୋଗ ନିର୍ଣ୍ଣୟ କରାଯାଏ ।.
ସୁନୀଲ ଛେତ୍ରୀ (ଜନ୍ମ ୩ ଅଗଷ୍ଟ ୧୯୮୪) ଜଣେ ଭାରତୀୟ ପେଷାଦାର ଫୁଟବଲ ଖେଳାଳି । ସେ ଜଣେ ଫରୱାର୍ଡ ଭାବରେ ଖେଳନ୍ତି ଏବଂ ଉଭୟ ଇଣ୍ଡିଆନ୍ ସୁପର ଲିଗ୍ କ୍ଲବ ବେଙ୍ଗାଲୁରୁ ଏବଂ ଭାରତୀୟ ଜାତୀୟ ଦଳର ଅଧିନାୟକ । ସେ ତାଙ୍କ ଲିଙ୍କ୍ ଅପ୍ ଖେଳ, ଗୋଲ ସ୍କୋରିଂ ଦକ୍ଷତା ଏବଂ ନେତୃତ୍ୱ ପାଇଁ ଜଣାଶୁଣା । ସକ୍ରିୟ ଖେଳାଳିଙ୍କ ମଧ୍ୟରେ ସେ ତୃତୀୟ ସର୍ବାଧିକ ଅନ୍ତର୍ଜାତୀୟ ଗୋଲ ହାସଲକାରୀ, କେବଳ ଖ୍ରୀଷ୍ଟିଆନୋ ରୋନାଲ୍ଡୋ ଏବଂ ଲିଓନେଲ ମେସିଙ୍କ ପରେ ଚତୁର୍ଥ ଏବଂ ଭାରତୀୟ ଜାତୀୟ ଦଳର ସର୍ବକାଳୀନ ଶ୍ରେଷ୍ଠ ଗୋଲ ହାସଲକାରୀ ମଧ୍ୟ ଅଟନ୍ତି । ଦେଶ ପାଇଁ ତାଙ୍କର ଅବଦାନ ପାଇଁ ତାଙ୍କୁ ସର୍ବକାଳୀନ ଶ୍ରେଷ୍ଠ ଭାରତୀୟ ଫୁଟବଲର ମାନଙ୍କ ମଧ୍ୟରୁ ଅନ୍ୟତମ ଭାବରେ ବିବେଚନା କରାଯାଏ ।
କିଶୋର କୁମାର ମହାନ୍ତି (୪ ଡିସେମ୍ବର ୧୯୫୮ - ୩୦ ଡିସେମ୍ବର ୨୦୨୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର ଏବଂ ବଚସ୍ପତି ଭାବରେ ୧ ବର୍ଷ କାର୍ଯ୍ୟ କରିଥିଲେ । ୧୯୯୦, ୨୦୦୦, ୨୦୦୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଝାରସୁଗୁଡ଼ା ଓ ବ୍ରଜରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୨ଶ, ୧୩ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ହିନ୍ଦୁ ବିବାହ ଅଧିନିୟମ, ୧୯୫୫ ହିନ୍ଦୁ ଧର୍ମାବଲମ୍ବୀଙ୍କ ମଧ୍ୟରେ ବିବାହ ସମ୍ପର୍କିତ ବିବାଦର ସୁପରିଚାଳନା ନିମିତ୍ତ ଭାରତୀୟ ପାର୍ଲିଆମେଣ୍ଟଦ୍ୱାରା ୧୯୫୫ ମସିହାରେ ପ୍ରଣୀତ ଏକ ଅଧିନିୟମ । ହିନ୍ଦୁ ଆଇନର ଏହା ଅନ୍ୟତମ ମୁଖ୍ୟ ସଂହିତା । ଏହା ବ୍ୟତୀତ ହିନ୍ଦୁ ଆଇନର ଅନ୍ୟ ଦୁଇ ଅଧିନିୟମ ଯଥା; ହିନ୍ଦୁ ଉତ୍ତରାଧୀକାର ଅଧିନିୟମ (୧୯୫୬), ହିନ୍ଦୁ ନାବାଳକ ଏବଂ ଅଭିଭାବକତ୍ତ୍ୱ ଅଧିନିୟମ(୧୯୫୬) ଏବଂ ହିନ୍ଦୁ ଦତ୍ତକଗ୍ରହଣ ଓ ଭରଣପୋଷଣ ଅଧିନିୟମ, ୧୯୫୬ ମଧ୍ୟ ଏହା ପରେ ପରେ ଭାରତୀୟ ପାର୍ଲିଆମେଣ୍ଟଦ୍ୱାରା ଅଧିଗୃହୀତ ହୋଇଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
'ରବୀନ୍ଦ୍ରନାଥ ଠାକୁର ' ( (listen); Bengali pronunciation: [robind̪ro nat̪ʰ ʈʰakur]), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା ।
ଆର୍କ୍ମିଡ଼ିସ୍ (ଖ୍ରୀଷ୍ଟପୂର୍ବ ୨୮୭-୨୧୨) ସିରାକସରେ ଜନ୍ମଗ୍ରହଣ କରିଥିଲେ । ସେ ଗ୍ରୀସର ଅଧିବାସୀ ଥିଲେ । ସେ ଏକାଧାରରେ ଜଣେ ଗଣିତଜ୍ଞ, ପଦାର୍ଥ ବିଜ୍ଞାନୀ, ଇଞ୍ଜିନିୟର, ଉଦ୍ଭାବକ ଏବଂ ଗ୍ରହ ବିଜ୍ଞାନ ବିଶାରଦ ଥିଲେ । ପ୍ରାଚୀନକାଳର ବୈଜ୍ଞାନିକମାନଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ । ସେ ଆଧୁନିକ ପଦାର୍ଥ ବିଜ୍ଞାନରେ ଉଦସ୍ଥିତି ବିଜ୍ଞାନ (Hydrostatics)ର ମୂଳଦୂଆ ପକାଇ ଥିଲେ ଏବଂ ଭାରଦଣ୍ଡର ସୂତ୍ରକୁ ବ୍ୟାଖ୍ୟା କରିଥିଲେ । ବହୁତ ଗୁଡ଼ିଏ ଦର୍ପଣଦ୍ୱାରା ବଡ଼ ବଡ଼ ଜାହାଜରେ ନିଆଁ ଲଗାଇ ଦେଇ ପାରୁଥିଲେ । ତାଙ୍କୁ ଜଣେ ସର୍ବକାଳୀନ ଶ୍ରେଷ୍ଠ ଗଣିତଜ୍ଞ ରୂପେ ଗଣନା କରାଯାଏ।
ପୁଷ୍କରା (୨୦୨୩ର ଓଡ଼ିଆ କଥାଚିତ୍ର)
ପୁଷ୍କରା ୨୦୨୩ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ତରଙ୍ଗ ସିନେ ପ୍ରଡ଼କ୍ସନ ବ୍ୟାନରରେ ନିର୍ମିତ ହୋଇଥିଲା, ଯାହାର ପ୍ରଯୋଜନା କରିଥିଲେ ରମେଶ ବାରିକ । ଶଙ୍କର ତ୍ରିପାଠୀ ଏହି କଥାଚିତ୍ରଟିର କାହଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ । ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଦେବୀଦତ୍ତ ମହାନ୍ତି, ଚିତ୍ତ ପଟ୍ଟନାୟକ ଓ ଜନ୍ମେଜୟ ସିଂହ । ନିର୍ଦ୍ଦେଶକ ଶୁଭ୍ରାଂଶୁ ଦାସ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ବିଭୂତି ଭୂଷଣ ଗଡ଼ନାୟକ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ସଂଗ୍ରାମ ବିଶ୍ୱାଳ, ଜଣେ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ । ସେ ଓଡ଼ିଆ କଥାଚିତ୍ର ରଖିଲେ ଶିବ ମାରିବ କିଏ ଚଳଚ୍ଚିତ୍ରର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ଏହାପରେ ସେ ସକଳ ତୀର୍ଥ ତୋ’ ଚରଣେ, ରାକ୍ଷୀ ଭିଜିଗଲା ଆଖି ଲୁହରେ, ରାମ ଲକ୍ଷ୍ମଣ, ମହାସଂଗ୍ରାମ, ଧର୍ମନିକିତି, ବିଧାତା, ତୋ’ ଆଖି ମୋ ଆଇନା, ଆଇ ଲଭ୍ ମାଇଁ ଇଣ୍ଡିଆ ଏବଂ ଲାଲ ଟୁକଟୁକ୍ ସାଧବବୋହୁ ଆଦି କଥାଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ।
ରୋମୀୟ ସାମ୍ରାଜ୍ୟ (Imperium Rōmānum (ଲାଟିନ୍); ଇମ୍ପେରିଅମ ରୋମାନମ, Βασιλεία τῶν Ῥωμαίων (କୋଇନେ ଗ୍ରୀକ୍); ବାସିଲେଇଆ ତୋନ୍ ରୋମାଇଓନ), ପ୍ରାଚୀନ ରୋମର ସାଧାରଣତନ୍ତ୍ର ପରବର୍ତ୍ତୀ ପର୍ଯ୍ୟାୟ ଅଟେ । ଏକ ରାଜ୍ଯ ହିସାବରେ, ଏହା ଭୂମଧ୍ଯସାଗର ଚାରିପଟେ, ଉତ୍ତର ଆଫ୍ରିକାରେ ଏବଂ ପଶ୍ଚିମ ଏସିଆରେ ସୁବିସ୍ତୃତ ଅଞ୍ଚଳ ନିଜ ଅଧିନରେ ରଖିଥିଲା । ସାମ୍ରାଜ୍ୟର ସର୍ବେସର୍ବା ଏହାର ସମ୍ରାଟମାନେ ଥିଲେ । କାଇଜର ଅଗଷ୍ଟସଙ୍କ ସିଂହାସନ ଆରୋହଣଠାରୁ ତୃତୀୟ ଶତାବ୍ଦୀର ସାମରିକ ଅରାଜକତା, ଏହା ଏକ ପ୍ରଥମତନ୍ତ୍ର ହୋଇ ରହିଥିଲା, ଯାହାର ମାତୃଦେଶ ଇଟାଲୀ ଏବଂ ଏକମାତ୍ର ରାଜଧାନୀ ରୋମରେ ଅବସ୍ଥିତ ଥିଲା । ସାମରିକ ଅରାଜକତା ପରେ, ଏକାଧିକ ସମ୍ରାଟଙ୍କଦ୍ୱାରା ସାମ୍ରାଜ୍ୟର ଶାସନ ହେଲା । ଏହି ସମ୍ରାଟମାନେ ମିଳିତ ଭାବରେ ପଶ୍ଚିମ ରୋମୀୟ ସାମ୍ରାଜ୍ଯ ଓ ପୂର୍ବ ରୋମୀୟ ସାମ୍ରାଜ୍ଯ (ବାଇଜାଣ୍ଟୀୟ ସାମ୍ରାଜ୍ଯ)ର ଶାସନ କଲେ । ଖ୍ରୀ.ଅ.
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତୀୟ କଲରାପତରିଆ ବାଘ (ଇଂରାଜୀରେ Indian leopard ଓ ଜୀବବିଜ୍ଞାନ ନାମ Panthera pardus fusca) ଭାରତୀୟ ଉପମହାଦେଶରେ ଦେଖାଯାଉଥିବା କଲରାପତରିଆ ବାଘଙ୍କର ଏକ ଉପପ୍ରଜାତି । ପରିବାସ ନଷ୍ଟ, ବିଖଣ୍ଡନ, ଶିକାର, ମନୁଷ୍ୟଙ୍କ ସହ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେବାରୁ ହତ୍ୟା, ଅବୈଧ ବ୍ୟବସାୟ ବଢ଼ି ଦିନକୁ ଦିନ ସଂଖ୍ୟା ହ୍ରାସ ପାଉଥିବାରୁ IUCN ସଂରକ୍ଷଣ ତାଲିକାରେ କଲରାପତରିଆ ବାଘକୁ ସଙ୍କଟାଭିମୁଖୀ (Vulnerable) ପ୍ରଜାତିରେ ସ୍ଥାନିତ କରାଯାଇଛି ।
କ୍ରିସ୍ମସ୍ ଟ୍ରି ବା କ୍ରିସ୍ମସ୍ ଗଛ ବା ବଡ଼ଦିନ ଗଛ (ଇଂରାଜୀରେ Christmas tree) ଏକ କୋନାକାର ଗଛ ଯାହାକୁ ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ସୁସଜ୍ଜିତ କରିଥାନ୍ତି । ପାଇନ୍ ଜାତୀୟ କୌଣସି ଗଛର ଅଂଶ ବା କୃତ୍ରିମ ଗଛକୁ ବଡ଼ଦିନ ଉପଲକ୍ଷେ ସଜାଇବାର ପ୍ରଥା ଉତ୍ତର ୟୁରୋପରୁ ଆରମ୍ଭ ହୋଇଥିଲା । ମଧ୍ୟଯୁଗୀୟ ଲିଭୋନିଆରେ (ବର୍ତ୍ତମାନ ସମୟର ଇଷ୍ଟୋନିଆ ଓ ଲାଟ୍ଭିଆ) ଏହି ପ୍ରଥା ଜନ୍ମ ହୋଇଥିଲା ଏବଂ ଆଧୁନିକ ଯୁଗର ପ୍ରାରମ୍ଭରୁ ଜର୍ମାନୀର ପ୍ରୋଟେଷ୍ଟାଣ୍ଟ୍ ଖ୍ରୀଷ୍ଟିୟାନ୍ମାନେ ଏହି ସଜ୍ଜିତ ଗଛ ଘରକୁ ଆଣୁଥିଲେ ବା ଗଛକୁ ଘରକୁ ଆଣି ସଜାଉଥିଲେ । ପରେ ଏହି ପ୍ରଥାର ଲୋକପ୍ରିୟତା ଜର୍ମାନୀର ଲୁଥେରାନ୍ ଅଞ୍ଚଳକୁ ଅତିକ୍ରମ କରି ଅନ୍ୟ ପ୍ରାନ୍ତକୁ ବ୍ୟାପି ଯାଇଥିଲା । କ୍ରମଶଃ ଉନବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ ବଲ୍ଟିକ୍ ସାଗରତଟସ୍ଥ ଦେଶଗୁଡ଼ିକର ସମ୍ଭ୍ରାନ୍ତ ପରିବାରମାନଙ୍କରେ କ୍ରିସ୍ମସ୍ ଗଛ ପ୍ରଥା ପ୍ରଚଳିତ ହେବାକୁ ଲାଗିଲା ।
ଦୁର୍ଗାଚରଣ ମହାନ୍ତି (୧୯୧୨-୧୯୮୫) ଓଡ଼ିଶାର କୋଣାର୍କ ନିକଟବର୍ତ୍ତି ଗୋପ ଥାନା ଅନ୍ତର୍ଗତ ବୀରତୁଙ୍ଗ ଗ୍ରାମରେ ୧୯୧୨ ମସିହା କାର୍ତ୍ତିକ ଶୁକ୍ଳ ତ୍ରୋୟଦଶୀ ତିଥିରେ ଜନ୍ମଗ୍ରହଣ କରିଥିଲେ | ଓଡ଼ିଶାର ସାହିତ୍ଯ ଏକାଡେମୀ ତରଫରୁ ତାଙ୍କ ଲିଖିତ 'ଭଗବାନ ଶଙ୍କରାଚାର୍ୟ' ପୁସ୍ତକ ୧୯୫୭-୫୮ରେ ପ୍ରଥମ ପୁରସ୍କାରପ୍ରାପ୍ତ ହୋଇଥିଲା | ସଦଗୁରୁ ନିଗମାନନ୍ଦଙ୍କ ଏକନିଷ୍ଠ ଶିଷ୍ଯ ଭାବରେ ସେ ବିଶେଷ ପରିଚିତ| ଠାକୁର ନିଗମାନନ୍ଦଙ୍କ ପ୍ରତିଷ୍ଠାନ 'ନୀଳାଚଳ ସାରସ୍ୱତ ସଙ୍ଘ' ପୁରୀର ସେ ସମ୍ପାଦକ/ପରିଚାଳକ ଥିଲେ | ଠାକୁର ନିଗମାନନ୍ଦଙ୍କ ସ୍ୱରଚିତ ବିଖ୍ଯାତ ଗ୍ରନ୍ଥ ବ୍ରହ୍ମଚର୍ୟ ସାଧନ, ଯୋଗୀଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ପ୍ରଭୁତି ପୁସ୍ତକାବଳୀ ବଙ୍ଗଳା ଭାଷାରୁ ଓଡ଼ିଆରେ ସେ ଅନୁବାଦ କରିଛନ୍ତି | ଏହା ବ୍ଯତିତ ନିଜ ଗ୍ରାମ ବୀରତୁଙ୍ଗର ଭଲ୍ଯୁଣ୍ଟର ଆସୋସିଏନ୍ର ସେ ସଭାପତି ଥିଲେ | ତାଙ୍କର ପ୍ରଚେଷ୍ଟାରେ ବୀରତୁଙ୍ଗ ଗ୍ରାମରେ ସାରସ୍ୱତ ବିଦ୍ଯାପୀଠ ସ୍ଥାପିତ ହୋଇପାରିଛି |
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମନକୋମ୍ବୁ ସାମ୍ବାଶିବନ ସ୍ୱାମୀନାଥନ (୭ ଅଗଷ୍ଟ ୧୯୨୫ - ୨୮ ସେପ୍ଟେମ୍ବର ୨୦୨୩) ଜଣେ ଭାରତୀୟ କୃଷି ବିଜ୍ଞାନୀ, କୃଷି ବୈଜ୍ଞାନିକ, ଉଦ୍ଭିଦ ଜେନେଟିକ୍ସ, ପ୍ରଶାସକ ଏବଂ ମାନବିକତାବାଦୀ ଥିଲେ । ସ୍ୱାମୀନାଥନ୍ ସବୁଜ ବିପ୍ଳବର ଏକ ବିଶ୍ୱସ୍ତରୀୟ ନେତା ଥିଲେ । ଗହମ ଏବଂ ଚାଉଳର ଉଚ୍ଚ ଉତ୍ପାଦନକାରୀ ପ୍ରଜାତିର ପରିଚୟ ଏବଂ ବିକାଶରେ ତାଙ୍କର ନେତୃତ୍ୱ ଏବଂ ଭୂମିକା ପାଇଁ ତାଙ୍କୁ ଭାରତରେ ସବୁଜ ବିପ୍ଳବର ମୁଖ୍ୟ ସ୍ଥାପକ ବୋଲି କୁହାଯାଏ । କୃଷକ ଏବଂ ଅନ୍ୟ ବୈଜ୍ଞାନିକମାନଙ୍କ ସହ ଜନ ଆନ୍ଦୋଳନର ନେତୃତ୍ୱ ନେଉଥିବା ଏବଂ ସାର୍ବଜନୀନ ନୀତିଦ୍ୱାରା ସମର୍ଥିତ ନର୍ମାନ ବୋର୍ଲାଗଙ୍କ ସହ ସ୍ୱାମୀନାଥନଙ୍କ ସହଯୋଗୀ ବୈଜ୍ଞାନିକ ପ୍ରୟାସ ୧୯୬୦ ଦଶକରେ ଭାରତ ଏବଂ ପାକିସ୍ତାନକୁ କେତେକ ଦୁର୍ଭିକ୍ଷ ଭଳି ପରିସ୍ଥିତିରୁ ରକ୍ଷା କରିଥିଲା । ଫିଲିପାଇନ୍ସର ଅନ୍ତର୍ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ (ଆଇଆରଆରଆଇ)ର ମହାନିର୍ଦ୍ଦେଶକ ଭାବରେ ତାଙ୍କର ନେତୃତ୍ୱ ୧୯୮୭ ମସିହାରେ ପ୍ରଥମ ବିଶ୍ୱ ଖାଦ୍ୟ ପୁରସ୍କାରରେ ସମ୍ମାନିତ ହେବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା, ଯାହା କୃଷି କ୍ଷେତ୍ରରେ ଅନ୍ୟତମ ସର୍ବୋଚ୍ଚ ସମ୍ମାନ ଭାବରେ ସ୍ୱୀକୃତି ପାଇଥିଲା । ଜାତିସଂଘ ପରିବେଶ କାର୍ଯ୍ୟକ୍ରମ ତାଙ୍କୁ "ଅର୍ଥନୈତିକ ପରିବେଶର ପିତା" ବୋଲି କହିଛି ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡ଼ିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
କାର୍ତ୍ତିକ ମହାପାତ୍ର (୨ ଜୁନ ୧୯୫୨ - ୧୨ ଜୁଲାଇ ୨୦୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । କାର୍ତ୍ତିକ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୯୦, ୧୯୯୫, ୨୦୦୦ ଓ ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସୋର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଅନୁରାଧା ବିଶ୍ୱାଳ, ଓଡ଼ିଶାରେ ଜନ୍ମିତ ତଥା ଭାରତକୁ ଆନ୍ତର୍ଜାତୀୟ ସ୍ଥରରେ ପ୍ରତିନିଧିତ୍ୱ କରିଥିବା ଜଣେ ଧାବିକା । ସେ ମୁଖ୍ୟତ ୧୦୦ମି. ବାଧାଦୌଡ଼ ଏବଂ ୪ X ୧୦୦ମି. ରିଲେ ଦୌଡରେ ପ୍ରତିଦ୍ୱନ୍ଦିତା କରିଥାନ୍ତି । ଅନୁରାଧା, ବିଭିନ୍ନ ଜାତୀୟ, ଆନ୍ତର୍ଜାତୀୟ ତଥା ୨୦୦୦ ମସିହାରେ ଅନୁଷ୍ଠିତ ହୋଇଥିବା ସିଡ଼ନୀ ଅଲିମ୍ପିକରେ ଭାରତକୁ ପ୍ରତିନିଧିତ୍ୱ କରିସାରିଛନ୍ତି । ୨୦୦୬ ମସିହାରେ ଶ୍ରୀଲଙ୍କାର ରାଜଧାନୀ କଲୋମ୍ବୋଠାରେ ଅନୁଷ୍ଠିତ ସାଫ୍ କ୍ରୀଡ଼ାରେ ୪ X ୧୦୦ମି.
ଆନ୍ଧ୍ରପ୍ରଦେଶରେ ଜନ୍ମିତ ଆଲ୍ଲୁରୀ ସୀତାରାମ ରାଜୁ ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ । ବ୍ରିଟିଶ ସରକାରଦ୍ୱାରା ଲାଗୁ କରାଯାଇଥିବା "୧୮୮୨ Madras Forest Act "ର ବିରୁଦ୍ଧରେ ରାଜୁଙ୍କ ନେତୃତ୍ୱରେ ରମ୍ପା ବିଦ୍ରୋହର ସୂତ୍ରପାତ ହୋଇଥିଲା । ସ୍ଥାନୀୟ ଅଞ୍ଚଳରେ ବିଦ୍ରୋହକୁ ସମର୍ଥନ କରୁଥିବା ଲୋକଙ୍କ ମଧ୍ୟରେ ସେ ମାନ୍ୟମ ଭୀରୁଡୁ (ଜଙ୍ଗଲ ବୀର) ନାଆଁରେ ସେ ବେଶ ଜଣାଶୁଣା ଥିଲେ ।
ଗଣେଶ୍ୱର ମିଶ୍ର (୨୮ ଅକ୍ଟୋବର ୧୯୪୨ - ୧୦ ଅଗଷ୍ଟ ୨୦୧୫) ଜଣେ ଓଡ଼ିଆ ଲେଖକ, ଅନୁବାଦକ ଓ ଶିକ୍ଷାବିଦ ଥିଲେ । ସେ ତାଙ୍କ ଶିଶୁ ସାହିତ୍ୟ ପୁସ୍ତକ "ବିଲାତରେ ବାବୁ ଓ ପପୁ" ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ମିଶ୍ର ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ମଧ୍ୟ ଥିଲେ । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ପ୍ରାୟ ୧୦୦ରୁ ଉର୍ଦ୍ଧ ପୁସ୍ତକ ରଚନା କରିଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟ, କେଣ୍ଟ ବିଶ୍ୱବିଦ୍ୟାଳୟ ଓ ଲଣ୍ଡନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିଥିଲେ ।
ବିକ୍ରମ ବାତ୍ରା ପରମ ବୀର ଚକ୍ର (୯ ସେପ୍ଟେମ୍ବର ୧୯୭୪ - ୭ ଜୁଲାଇ ୧୯୯୯) ଜଣେ ଭାରତୀୟ ସେନା ଅଧିକାରୀ ଥିଲେ । କାରଗିଲ ଯୁଦ୍ଧ ସମୟରେ କରିଥିବା କାର୍ଯ୍ୟ ପାଇଁ ତାଙ୍କୁ ସର୍ବୋଚ୍ଚ ଭାରତୀୟ ସାମରିକ ସମ୍ମାନ ଭାରତୀୟ ସମ୍ମାନ ପରମ ବୀର ଚକ୍ରପ୍ରଦାନ କରାଯାଇଥିଲା; ୭ ଜୁଲାଇ ୧୯୯୯ରେ, ଜମ୍ମୁ-କାଶ୍ମୀରର କାରଗିଲ ଜିଲ୍ଲାର ଏରିଆ ଲେଜ୍, ପଏଣ୍ଟ ୪୮୭୫ର ଆଖପାଖ ଅଞ୍ଚଳରେ ପାକିସ୍ତାନୀ ସେନ୍ୟଙ୍କ ସହିତ ଲଢ଼ି ଶହୀଦ ହୋଇଥିଲେ ।
ଭାରତୀୟ ସଂଖ୍ୟା ପ୍ରଣାଳି ମୁଖ୍ୟତଃ ଭାରତୀୟ ଉପମହାଦେଶରେ (ଭାରତ, ନେପାଳ, ବର୍ମା, ପାକିସ୍ଥାନ, ମାଳଦ୍ୱୀପ ଏବଂ ଶ୍ରୀଲଙ୍କା) ବ୍ୟବହୃତ ସଂଖ୍ୟା ପଦ୍ଧତି ଉପରେ ଆଧାରିତ । ଏହି ପ୍ରଣାଳିରେ ବ୍ୟବହୃତ ଲକ୍ଷ (୧,୦୦,୦୦୦) ତଥା କୋଟି(୧,୦୦,୦୦,୦୦୦), ବିଶେଷ ଭାବରେ ଇଂରାଜୀ ପ୍ରଣାଳିରେ ବୃହତ୍ତର ସଂଖ୍ୟାର ପ୍ରକାଶ ନିମିତ୍ତ ବ୍ୟବହାର କରାଯାଏ । ଉଦାହରଣ ସ୍ୱରୂପ, ୧୫୦,୦୦୦ ଟଂକାକୁ ୧.୫ ଲକ୍ଷ ଟଂକା କିମ୍ବା ୩୦,୦୦୦,୦୦୦ ଟଂକାକୁ ୩ କୋଟି ଭାବେ ବ୍ୟବହାର କରିବା ବିଶେଷ ଭାବେ ଦେଖାଯାଏ । କୋଟିଏରୁ ବୃହତ୍ତର ସଂଖ୍ୟା ପାଇଁଁ ନିର୍ଦ୍ଦିଷ୍ଟ ପରିଭାଷା ଥିଲେ ହେଁଁ ଏହାର ବିଶେଷ ବ୍ୟବହାର ଦେଖିବାକୁ ମିଳେ ନାହିଁଁ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ରାଜେଶ ଖାନ୍ନା (୨୯ ଡିସେମ୍ବର ୧୯୪୨-୧୮ ଜୁଲାଇ ୨୦୧୨), ଭାରତର ଜଣେ ହିନ୍ଦୀ କଥାଚିତ୍ର ଅଭିନେତା, ପ୍ରଯୋଜକ ଓ ଜଣେ ରାଜନେତା ଥିଲେ । ସେ ହିନ୍ଦୀ ଚଳଚ୍ଚିତ୍ର ଜଗତର କାକାଜୀ ଭାବେ ପରିଚିତ । ରାଜେଶ ବଲିଉଡ଼ର ପ୍ରଥମ ସୁପର୍ ଷ୍ଟାର ଥିଲେ । ରାଜେଶଙ୍କର ପ୍ରକୃତ ନାମ ଯତିନ ଖାନ୍ନା । ରାଜେଶଙ୍କୁ ତାଙ୍କ ପିତାମାତାଙ୍କର ଜଣେ ସମ୍ପର୍କିୟ ପୌଷ୍ୟପୁତ୍ର ଭାବେ ଗ୍ରହଣ କରିଥିଲେ ।