ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ମୁଖପକ୍ଷାଘାତ (ଇଂରାଜୀ ଭାଷାରେ ବେଲ୍ସ ପାଲ୍ସି/Bell's palsy) ଏକ ମୁଖସ୍ନାୟୁ ପକ୍ଷାଘାତ (facial paralysis) ରୋଗ ଯାହା ଫଳରେ ରୋଗୀ ନିଜର ମୁଖମଣ୍ଡଳର ମାଂସପେଶୀମାନଙ୍କୁ ନିୟନ୍ତ୍ରଣ କରିବାକୁ ଅକ୍ଷମ ହୁଏ । ଏହାର ଲକ୍ଷଣ ସାମାନ୍ୟରୁ ସାଂଘାତିକ ହୋଇପାରେ । ଏହି ଲକ୍ଷଣ ମଧ୍ୟରେ ମାଂସପେଶୀ ସ୍ଫୁରଣ (twitch), ଦୁର୍ବଳ ଓ ଗୋଟିଏ ପାଖ ବା ଉଭୟ ପାଖ ଚଳନ କରିବାକୁ ଅକ୍ଷମ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଆଖିପତା ଝୁଲିପଡ଼େ (drooping of the eyelid), ସ୍ୱାଦ ପରିବର୍ତ୍ତିତ ହୁଏ, କାନ ଚାରିପାଖରେ ଯନ୍ତ୍ରଣା ହୁଏ ଓ ଅଧିକ ଜୋରରେ ଶବ୍ଦ ଶୁଣାଯାଇପାରେ । ସ୍ୱାଭାବିକ ଭାବରେ ଏହାର ଲକ୍ଷଣ ୪୮ଘଣ୍ଟାରେ ପ୍ରକାଶ ପାଏ ।
ଚନ୍ଦ୍ର ପୃଥିବୀର ଚାରିପଟେ ଘୁରୁଥାଏ, ପୃଥିବୀ ସୂର୍ଯ୍ୟର ଚାରିପଟେ ଘୁରୁଥାଏ , ଏହିପରି ଘୂର୍ଣ୍ଣନ ପ୍ରକ୍ରିୟା ଅହରହ ଚାଲିଥାଏ । ଯେଉଁ ଦିନ ଚନ୍ଦ୍ର, ପୃଥିବୀ ଆଉ ସୂର୍ଯ୍ୟ ଏକା ସରଳ ରେଖାରେ ଅବତୀର୍ଣ୍ଣ କରନ୍ତି ଏବଂ ସୂର୍ଯ୍ୟ ଓ ଚନ୍ଦ୍ର ମଧ୍ୟରେ ପୃଥିବୀ ଅବସ୍ଥାନ କରେ ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକ ଚନ୍ଦ୍ରଙ୍କ ପାଖରେ ପହଞ୍ଚି ପାରେ ନାହିଁ ଏବଂ ସେହି ସମୟରେ ପୃଥିବୀର ଛାଇ ଚନ୍ଦ୍ରଙ୍କ ଉପରେ ପଡେ ସେହି ସମୟରେ ଚନ୍ଦ୍ର ଲାଲ୍ ଦେଖାଯାଆନ୍ତି , ସେହି ସମୟକୁ ଚନ୍ଦ୍ରଗ୍ରହଣ ବୋଲି କୁହାଯାଏ । ଏହା କେବଳ ପୂର୍ଣିମା ତିଥୀରେ ହୋଇଥାଏ !
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ନାଲିମୁଣ୍ଡିଆ ବାଜ (ଇଂରାଜୀରେ red-necked falcon, ଜୀବବିଜ୍ଞାନ ନାମ Falco chicquera) ଏକ ଶିକାରୀ ପକ୍ଷୀ । ଏମାନେ ବାଜ (falcon) ପରିବାରର ସଦସ୍ୟ । ଭୌଗୋଳିକ ଦୃଷ୍ଟିକୋଣରୁ ଏହି ପକ୍ଷୀଙ୍କର ଦୁଇଟି ପ୍ରଜାତି ଦେଖାଯାନ୍ତି – ଗୋଟିଏ ଭାରତରେ ଓ ଅନ୍ୟଟି ଆଫ୍ରିକା ମହାଦେଶରେ । ଏହି ମଧ୍ୟମାକାର ପକ୍ଷୀର ପୃଷ୍ଠ ଭାଗ ଓ ଡେଣା ନୀଳମିଶା ଧୂସରିଆ ରଙ୍ଗର । ପକ୍ଷୀର ମୁଣ୍ଡର ଉପର ଭାଗ ଓ ବେକର ପଛପଟ ଗାଢ଼ ବାଦାମି ଲାଲ୍ ରଙ୍ଗର । ଡେଣାର ପ୍ରାଥମିକ ବା ମୂଳ ପରଗୁଡ଼ିକର ରଙ୍ଗ କଳା । ଲାଞ୍ଜରେ କଳା ପରର ଏକ ପଟାଦାଗ ରହିଥାଏ । ଭାରତୀୟ ଉପମହାଦ୍ୱୀପରେ ଏହି ପକ୍ଷୀ ମୁଖ୍ୟତଃ ବିସ୍ତୃତ ସମଭୂମି ଅଞ୍ଚଳରେ ଦେଖିବାକୁ ମିଳନ୍ତି । ଇରାନର ପଶ୍ଚିମ ଓ ଦକ୍ଷିଣ-ପୂର୍ବାଞ୍ଚଳରେ ମଧ୍ୟ ଏହି ପକ୍ଷୀ ଦେଖିବାକୁ ମିଳୁଥିଲା । ଆଫ୍ରିକୀୟ ଉପପ୍ରଜାତି ଫାଲ୍କୋ ଶିକେରା ରଫିକୋଲିସ୍ (Falco chicquera ruficollis) ଉପ-ସାହାରା ଅଞ୍ଚଳରେ ପରିଲକ୍ଷିତ ହୁଏ । ନିଜର ବିଚ୍ଛିନ୍ନ ଭୌଗୋଳିକ ପରିବାସ ଓ ଦେହର ଚିହ୍ନ ଯୋଗୁଁ କିଛି ଜୀବବିଜ୍ଞାନୀ ଏହାକୁ ଏକ ସ୍ୱତନ୍ତ୍ର ପ୍ରଜାତି (Falco ruficollis) ଭାବେ ବିବେଚନା କରିଥାନ୍ତି । ଦେଖିବାକୁ ଉଭୟ ଏସିଆ ଓ ଆଫ୍ରିକା ମହାଦେଶର ବାଜ ପ୍ରାୟ ଏକା ଭଳି କିନ୍ତୁ ଆଫ୍ରିକୀୟ ନାଲିମୁଣ୍ଡିଆ ବଜର ପିଠିପଟ ପରରେ ରହିଥିବା ଦାଗ ଅଧିକ ସ୍ପଷ୍ଟ । ଭାରତୀୟ ନାଲିମୁଣ୍ଡିଆ ବାଜର ବେକର ରଙ୍ଗ ସମ୍ପୂର୍ଣ୍ଣ ଧଳା ହୋଇଥିବା ବେଳେ ଆଫ୍ରିକୀୟ ନାଲିମୁଣ୍ଡିଆ ବାଜର ବେକରେ ଏକ ମାଟିଆ ପଟା ଦାଗ ରହିଥାଏ । ଉଭୟ ବାଜଙ୍କ ଆଖି ଉପରର କଳା ପଟା ମଧ୍ୟ ଭିନ୍ନପ୍ରକାରର । ବାଜ ପରିବାରର ଅନ୍ୟ ସଦସ୍ୟଙ୍କ ପରି ନାଲିମୁଣ୍ଡିଆ ବାଜଙ୍କ କ୍ଷେତ୍ରରେ ମଧ୍ୟ ମାଈମାନେ ଅଣ୍ଡିରାମାନଙ୍କଠାରୁ ଆକାରରେ ବଡ଼ ହୋଇଥାନ୍ତି । ଭାରତରେ ବାଜ ପ୍ରଶିକ୍ଷକମାନେ ମାଈ ବାଜକୁ ‘ତୁରୁଂତି’ ଓ ଅଣ୍ଡିରା ବାଜକୁ ‘ଚତୱା’ କୁହନ୍ତି । ନାଲିମୁଣ୍ଡିଆ ବାଜମାନେ ଯୋଡ଼ିରେ ଭୋର ଓ ଗୋଧୂଳି ସମୟରେ ଶିକାର କରନ୍ତି । ଛୋଟ ପକ୍ଷୀ, ବାଦୁଡ଼ି ଓ ଗୁଣ୍ଡୁଚି ମୂଷା ଏମାନଙ୍କ ମୁଖ୍ୟ ଖାଦ୍ୟ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଭାରତ ଲୀଳା ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଜିଲ୍ଲାର ଏକ ପ୍ରସିଦ୍ଧ ଲୋକନାଟକ ବା ଲୀଳାନାଟକ ଶୈଳୀ । ଏଥିରେ ମହାଭାରତ ଆଧାରିତ ପ୍ରସଙ୍ଗ ଅଭିନୀତ ହେଉଥିବାରୁ ଏହାକୁ ଭାରତ ଲୀଳା କୁହାଯାଏ । ଦୁଆରୀ ଚରିତ୍ରର ଗୁରୁତ୍ୱକୁ ନେଇ ଏହାକୁ ଦୁଆରୀ ନାଟ ବା ଦ୍ୱାରୀଲୀଳା କୁହାଯାଏ । ଏହାଛଡ଼ା ବିଷୟବସ୍ତୁ ଦୃଷ୍ଟିରୁ ଏହାକୁ ସୁଭଦ୍ରା ହରଣ ନାଟ ମଧ୍ୟ କୁହାଯାଏ । ଗଞ୍ଜାମରେ ଭାରତ ଲୀଳା ଯୋଗୁଁ ଉପକୂଳ ଓଡ଼ିଶାର ବହୁଳ ପ୍ରଚାରିତ ପାଲା ପ୍ରସାର ଲାଭ କରିପାରିନାହିଁ ବୋଲି କୁହାଯାଏ । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ଭାରତ ଲୀଲା ପରିବେଷଣ କରାଯାଇଥାଏ । ଜନପ୍ରିୟତା ଦୃଷ୍ଟିରୁ ଗଞ୍ଜାମରେ ପରିବେଷିତ ଭାରତ ଲୀଳାର ସମକକ୍ଷ ସେମାନେ ହୋଇପାରିନାହାନ୍ତି । ଭାରତ ଲୀଳାରେ ବ୍ୟବହୃତ ପାରମ୍ପରିକ ବାଦ୍ୟ, ଆଞ୍ଚଳିକ ଭାଷା, ଲୋକସଙ୍ଗୀତ ଓ କୌତୁକପ୍ରଦ ଅଭିନୟ ଯୋଗୁଁ ଏହା ବେଶ ଜନାଦୃତ ହୋଇପାରିଛି । ଭାରତ ଲୀଳାର ସମ୍ପୂର୍ଣ୍ଣ ପ୍ରଦର୍ଶନ ୧୦-୧୨ ଘଣ୍ଟା ଧରି ଅନୁଷ୍ଠିତ ହୁଏ । ବାଦି ପ୍ରତିଯୋଗିତାରେ ଅଧିକ ସମୟ ଲାଗିଥାଏ । ଆଜିକାଲି ଆଧୁନିକ ମଞ୍ଚପ୍ରଦର୍ଶନର ବନ୍ଧନ ଯୋଗୁଁ ଏହା ୨-୩ ଘଣ୍ଟା ଭିତରେ ମଧ୍ୟ ପରିବେଷଣ କରାଯାଉଛି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଆବୁରେ ଭାଷା (ଯାହା ଆବୋରେ, ଆବୁଲେ, ଆକାପ୍ଲାସ୍ ଏବଂ ଆବୋନୱା ନାମରେ ମଧ୍ୟ ପରିଚିତ), ପଶ୍ଚିମ ଆଫ୍ରିକାରେ କଥିତ ଏକ ଆଫ୍ରିକୀୟ ଭାଷା ଅଟେ । ଏହାର ISO 639-3 କୋଡ୍ “abu” ଅଟେ । ଆବୁରେ ଭାଷା ପ୍ରାଧାନତଃ Côte d’Ivoire (ଆଇଭୋରି କୋଷ୍ଟ) ରେ ବସବାସ କରୁଥିବା ଆବୁ ଜନଜାତି ସମୁଦାୟ ଦ୍ୱାରା କଥିତ ହୁଏ । ଏହା ସେହି ସମୁଦାୟର ସାମାଜିକ ପରିଚୟ ଓ ସାଂସ୍କୃତିକ ଐତିହ୍ୟର ଏକ ମୁଖ୍ୟ ଅଂଶ ଅଟେ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଆବୁଆ ଭାଷା, (ଯାହା: ଆବୁଆନ ବୋଲି ମଧ୍ୟ ପରିଚିତ), ପଶ୍ଚିମ ଆଫ୍ରିକାର ନାଇଜେରିଆର ରିଭରସ୍ ଷ୍ଟେଟ୍ ରେ କଥିତ ଏକ ମୂଳ ଭାଷା ଅଟେ । ଏହି ଭାଷା ନାଇଜର–କଙ୍ଗୋ ଭାଷା ପରିବାରର ସେଣ୍ଟ୍ରାଲ୍ ଡେଲ୍ଟା ଶାଖାର ଅଂଶ ଅଟେ ଏବଂ ଏହାର ISO 639-3 କୋଡ୍ “abn” ଅଟେ । ଆବୁଆ ଭାଷା ଏହି ଅଞ୍ଚଳର ଆବୁଆ ଜନଜାତି ଲୋକମାନଙ୍କ ମୁଖ୍ୟ ଭାଷା ଭାବେ ବ୍ୟବହୃତ ହୁଏ ଓ ସେମାନଙ୍କର ସାମାଜିକ ଓ ସାଂସ୍କୃତିକ ପରିଚୟର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିକ ଅଟେ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ବିଦୁସ୍ମିତା ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ସେ ଓଡ଼ିଆ ଆଲବମ ଜଗତରେ ପ୍ରଥମେ ପ୍ରବେଶ କରିଥିଲେ । ଏହାପରେ ସେ ଓଡ଼ିଆ ଧାରାବାହିକ ଏବଂ କଥାଚିତ୍ରରେ ଅଭିନୟ କରିଥିଲେ । ବଧୂ ନୁହେଁ ମୁଁ ବନ୍ଧୁ ଚଳଚ୍ଚିତ୍ରରେ ସେ ନାୟିକା ଭାବରେ ଅଭିନୟ କରିଥିଲେ । ସାର୍ଥକ ଟିଭିରେ ପ୍ରସାରିତ ଧାରାବାହିକ ପରୀରେ ସେ ଅଭିନୟ କରିଥିଲେ । ସେ ଓଡ଼ିଆ କଥାଚିତ୍ରରେ ଆଇଟମ ନୃତ୍ୟ ପାଇଁ ଅଧିକ ପରିଚିତ । ଚକ୍ଲେଟ୍ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ଆଇଟମ୍ ନୃତ୍ୟ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।
ତରୁଣକାନ୍ତି ମିଶ୍ର(ଜନ୍ମ : ୦୨ ଅଗଷ୍ଟ ୧୯୫୦) ଜଣେ ଓଡ଼ିଆ ଗାଳ୍ପିକ ଅଟନ୍ତି । ତାଙ୍କର ୧୫ରୁ ଉର୍ଦ୍ଧ୍ୱ ପୁସ୍ତକ ପ୍ରକାଶିତ ହୋଇସାରିଛି । ସାହିତ୍ୟ କ୍ଷେତ୍ରରେ ଉତ୍କୃଷ୍ଟତା ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ଶାରଳା ପୁରସ୍କାର ଭଳି ବହୁ ପୁରସ୍କାର ଲାଭ କରିଛନ୍ତି । ବୃତ୍ତିରେ ସେ ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ ଏବଂ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବରେ କାର୍ଯ୍ୟକରି ସେବାନିବୃତ ହୋଇସାରିଛନ୍ତି । ପରେ ସେ ଓଡ଼ିଶାର ସୂଚନା କମିଶନର ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ତୃପ୍ତି ଦେଶାଇ (ଜନ୍ମ ୧୨ ଡିସେମ୍ବର ୧୯୮୫) ଜଣେ ଭାରତୀୟ ସାମାଜିକ କର୍ମୀ ଏବଂ ଭୂମାତା ବ୍ରିଗେଡ଼ ଓ ଭୂମାତା ଫାଉଣ୍ଡେସନର ସ୍ଥାପିକା । ପୁଣେ ଆଧାରିତ ଏହି ସଂଗଠନ ମାଧ୍ୟମରେ ସେ ମହିଳାମାନଙ୍କୁ ଧାର୍ମିକ ସ୍ଥାନଗୁଡ଼ିକରେ ପ୍ରବେଶ ଅଧିକାର ଦେବା ପାଇଁ ଅଭିଯାନ ଚାଲାଇଛନ୍ତି । ସେ ମହାରାଷ୍ଟ୍ରର ଶନି ସିଗ୍ନାପୁର ମନ୍ଦିର, ହାଜି ଅଲି ଦରଘା, ମହାଲକ୍ଷ୍ମୀ ମନ୍ଦିର, କୋହ୍ଲାପୁର ଏବଂ ତ୍ରୟମ୍ବକେଶ୍ଵର ଶିବ ମନ୍ଦିର ଭଳି ଧାର୍ମିକ ସ୍ଥାନରେ ମହିଳାମାନଙ୍କ ପ୍ରବେଶ ପାଇଁ ଆନ୍ଦୋଳନ କରିଥିଲେ । ସବୁଠାରୁ ଶେଷରେ ସେ କେରଳର ଶବରୀମାଳା ମନ୍ଦିର ରେ ପ୍ରବେଶ ପାଇଁ ମଧ୍ୟ ଚେଷ୍ଟା କରିଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି ।
ପ୍ରିୟଙ୍କା ବିକ୍ରମ ଚତୁର୍ବେଦୀ (ଜନ୍ମ ୧୯ ନଭେମ୍ବର ୧୯୭୯) ଜଣେ ଭାରତୀୟ ରାଜନେତ୍ରୀ, ଯିଏ ମହାରାଷ୍ଟ୍ରରୁ ରାଜ୍ୟସଭା ସାଂସଦ ଭାବେ କାର୍ଯ୍ୟରତ ଓ ଶିବ ସେନା (ଉଦ୍ଧବ ବାଳାସାହେବ ଠାକରେ) ଦଳର ଉପନେତ୍ରୀ ଅଟନ୍ତି। ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସର ଜାତୀୟ ପ୍ରକ୍ତାମାନଙ୍କ ମଧ୍ୟରୁ ଜଣେ ଥିଲେ। ସେ ତେହେଲକା, Daily News and Analysis ଓ ଫାଷ୍ଟପୋଷ୍ଟ ପାଇଁ କଲମ ଲେଖିଥିଲେ। ଦୁଇଟି ଏନ୍ଜିଓର ଟ୍ରଷ୍ଟି ଭାବେ ସେ ଶିଶୁ ଶିକ୍ଷା, ମହିଳା ସଶକ୍ତିକରଣ ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ କାମ କରୁଛନ୍ତି। ସେ ଏକ ପୁସ୍ତକ ସମୀକ୍ଷା ବ୍ଲଗ୍ ଚଲାନ୍ତି, ଯାହା ଭାରତରେ ଏହି ପ୍ରକାରର ଶୀର୍ଷ ଦଶଟି ବ୍ଲଗ୍ ମଧ୍ୟରେ ଗଣନୀୟ।
ରୀତା ବହୁଗୁଣା ଜୋଶୀୀ (ଜନ୍ମ ୨୨ ଜୁଲାଇ ୧୯୪୯) ଜଣେ ଭାରତୀୟ ରାଜନେତ୍ରୀ ଓ ଉତ୍ତର ପ୍ରଦେଶ ସରକାରର ପୂର୍ବତନ ମନ୍ତ୍ରିମଣ୍ଡଳ ସଦସ୍ୟା। ସେ ୨୦୦୭ରୁ ୨୦୧୨ ପର୍ଯ୍ୟନ୍ତ ଉତ୍ତର ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷା ଥିଲେ। ସେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମବତୀ ନନ୍ଦନ ବହୁଗୁଣାଙ୍କ କନ୍ୟା। ୨୦ ଅକ୍ଟୋବର ୨୦୧୬ରେ ସେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗ ଦେଇଥିଲେ। 2019 ଭାରତୀୟ ସାଧାରଣ ନିର୍ବାଚନରେ ସେ ବିଜେପି ପ୍ରାର୍ଥୀ ଭାବେ ଉତ୍ତର ପ୍ରଦେଶର ଆଲାହାବାଦ ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ।
ପ୍ରିୟା ଦତ୍ତ ରୋନକନ (ଜନ୍ମ ୨୮ ଅଗଷ୍ଟ ୧୯୬୬) ଜଣେ ଭାରତୀୟ ରାଜନୀତିଜ୍ଞ ଓ ସାମାଜିକ କର୍ମୀ । ସେ ୨୨ ନଭେମ୍ବର ୨୦୦୫ ରେ ମହାରାଷ୍ଟ୍ରର ମୁମ୍ବାଇ ନର୍ଥ-ୱେଷ୍ଟ ନିର୍ବାଚନମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ୧୪ତମ ଲୋକସଭାକୁ ପ୍ରଥମଥର ପାଇଁ ନିର୍ବାଚିତ ହୋଇଥିଲେ । ୨୦୦୯ ରୁ ସେ ମୁମ୍ବାଇ ନର୍ଥ ସେଣ୍ଟ୍ରାଲ ନିର୍ବାଚନମଣ୍ଡଳୀର ପ୍ରତିନିଧି ଭାବେ ୧୫ତମ ଲୋକସଭାର ସଦସ୍ୟ ଥିଲେ । ୨୦୧୪ ଓ ୨୦୧୯ ମସିହାର ସାଧାରଣ ନିର୍ବାଚନରେ ସେ ପୂନମ ମହାଜନ (ଭାରତୀୟ ଜନତା ପାର୍ଟି)ଙ୍କ ଠାରୁ ପରାଜିତ ହୋଇଥିଲେ ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ, କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ । ସେ ପଦାର୍ଥ ବିଜ୍ଞାନରେ ପ୍ରଥମ ଭାରତୀୟ ନୋବେଲ ପୁରସ୍କାର ବିଜେତା ଥିଲେ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ ।