ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବିକ୍ରମ ବାତ୍ରା ପରମ ବୀର ଚକ୍ର (୯ ସେପ୍ଟେମ୍ବର ୧୯୭୪ - ୭ ଜୁଲାଇ ୧୯୯୯) ଜଣେ ଭାରତୀୟ ସେନା ଅଧିକାରୀ ଥିଲେ । କାରଗିଲ ଯୁଦ୍ଧ ସମୟରେ କରିଥିବା କାର୍ଯ୍ୟ ପାଇଁ ତାଙ୍କୁ ସର୍ବୋଚ୍ଚ ଭାରତୀୟ ସାମରିକ ସମ୍ମାନ ଭାରତୀୟ ସମ୍ମାନ ପରମ ବୀର ଚକ୍ରପ୍ରଦାନ କରାଯାଇଥିଲା; ୭ ଜୁଲାଇ ୧୯୯୯ରେ, ଜମ୍ମୁ-କାଶ୍ମୀରର କାରଗିଲ ଜିଲ୍ଲାର ଏରିଆ ଲେଜ୍, ପଏଣ୍ଟ ୪୮୭୫ର ଆଖପାଖ ଅଞ୍ଚଳରେ ପାକିସ୍ତାନୀ ସେନ୍ୟଙ୍କ ସହିତ ଲଢ଼ି ଶହୀଦ ହୋଇଥିଲେ ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ସାଧାରଣତଃ ଖରାବେଳେ ବା ଉପରଓଳି ପଖାଳ ଖିଆଯାଏ । ପଖାଳର ଲୋକାଦୃତି ଓ ପ୍ରସାର ଉଦ୍ଦେଶ୍ୟରେ ମାର୍ଚ୍ଚ ମାସ ୨୦ ତାରିଖକୁ ପଖାଳ ଦିବସ ଭାବେ ନାମିତ କରାଯାଇଛି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶଫାଲି ବର୍ମା (ଜନ୍ମ ୨୮ ଜାନୁଆରୀ ୨୦୦୪) ଜଣେ ଭାରତୀୟ କ୍ରିକେଟର ଯିଏ ଭାରତୀୟ ମହିଳା ଜାତୀୟ କ୍ରିକେଟ ଦଳ ପାଇଁ ଖେଳନ୍ତି । ୨୦୧୯ରେ, ୧୫ ବର୍ଷ ବୟସରେ, ସେ ଭାରତ ପାଇଁ ମହିଳା ଟି-୨୦ ଆନ୍ତର୍ଜାତୀୟ (T20I) ମ୍ୟାଚ୍ ଖେଳିଥିବା ସବୁଠାରୁ କମ୍ ବୟସ୍କ କ୍ରିକେଟର ହୋଇଥିଲେ। ଜୁନ୍ ୨୦୨୧ରେ, ସେ ପୁରୁଷ କିମ୍ବା ମହିଳା, ଅନ୍ତର୍ଜାତୀୟ କ୍ରିକେଟର ତିନୋଟି ଫର୍ମାଟରେ ଭାରତକୁ ପ୍ରତିନିଧିତ୍ୱ କରିଥିବା ସବୁଠାରୁ କମ୍ ବୟସ୍କ ଖେଳାଳି ହୋଇଥିଲେ। ୮ ଅକ୍ଟୋବର ୨୦୨୨ରେ, ସେ ଟି-୨୦ ଆନ୍ତର୍ଜାତୀୟରେ ୧୦୦୦ ରନ୍ ପୂରଣ କରିଥିବା ସବୁଠାରୁ କମ୍ ବୟସ୍କ କ୍ରିକେଟର ହୋଇଥିଲେ। ତାଙ୍କ ଅଧିନାୟକତ୍ୱରେ ଭାରତ ୨୦୨୩ ମସିହାର ୧୯ ବର୍ଷରୁ କମ୍ ମହିଳା ଟି-୨୦ ବିଶ୍ୱକପ୍ ଜିତିଥିଲା। ୨୦୨୫ ମସିହାର ମହିଳା କ୍ରିକେଟ ବିଶ୍ୱକପ୍ ଫାଇନାଲରେ ତାଙ୍କୁ ପ୍ଲେୟାର ଅଫ୍ ଦି ମ୍ୟାଚ୍ ଭାବରେ ମନୋନୀତ କରାଯାଇଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରାଜେଶ୍ୱରୀ ରାୟ (ମୃତ୍ୟ: ୨୦ ଜୁଲାଇ ୨୦୨୨) ଜଣେ ଓଡ଼ିଆ ଅଭିନେତ୍ରୀ ଥିଲେ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ମୁଖ୍ୟତଃ ଖଳନାୟିକା ଭୂମିକାରେ ଅଭିନୟ କରୁଥିଲେ । ସେ ଓଡ଼ିଆ କଥାଚିତ୍ର ସତ୍ୟମେବ ଜୟତେ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ବସୁନ୍ଧରା, ସଂସ୍କାର, ସ୍ୱାଭିମାନ, ଦେବୀ, କୁମ୍କୁମ୍, ଉଆଁସୀ କନ୍ୟା, ତୋ ପାଇଁ ମୁଁ ଆଦି ଧାରାବାହିକରେ କାର୍ଯ୍ୟ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଦୀପ୍ତି ଭଗବାନ ଶର୍ମା (ଜନ୍ମ: ୨୪ ଅଗଷ୍ଟ ୧୯୯୭) ଜଣେ ଭାରତୀୟ ଆନ୍ତର୍ଜାତୀୟ କ୍ରିକେଟର । ସେ ଜଣେ ଅଲରାଉଣ୍ଡର ଯିଏ ବାମହାତରେ ବ୍ୟାଟିଂ କରନ୍ତି ଏବଂ ଡାହାଣହାତରେ ଅଫ୍ ବ୍ରେକ୍ ବୋଲିଂ କରନ୍ତି । ସେ ଘରୋଇ କ୍ରିକେଟରେ ଉତ୍ତର ପ୍ରଦେଶର ପ୍ରତିନିଧିତ୍ୱ କରନ୍ତି ଏବଂ ମହିଳା ପ୍ରିମିୟର ଲିଗରେ ୟୁପି ୱାରିୟର୍ଜ ପାଇଁ ଖେଳନ୍ତି। ଶର୍ମା ୨୦୨୫ ମହିଳା କ୍ରିକେଟ ବିଶ୍ୱକପ୍ , ୨୦୨୨ ମହିଳା ଏସିଆ କପ୍ ଏବଂ ୨୦୨୨ ଏସିଆ କ୍ରୀଡାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଦଳର ଅଂଶ ଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭାରତୀୟ ଜନତା ପାର୍ଟି (ବିଜେପି) ଭାରତର ଶାସକ ରାଜନୈତିକ ଦଳ । ଏହା ଭାରତୀୟ ଜାତୀୟ କଂଗ୍ରେସ ସହିତ ଭାରତର ଦୁଇଟି ପ୍ରମୁଖ ରାଜନୈତିକ ଦଳ ମଧ୍ୟରୁ ଅନ୍ୟତମ । ୨୦୧୯ ସୁଦ୍ଧା ଏହା ଜାତୀୟ ସଂସଦ ତଥା ରାଜ୍ୟସଭାରେ ପ୍ରତିନିଧିତ୍ୱ ଦୃଷ୍ଟିରୁ ଦେଶର ସର୍ବବୃହତ ରାଜନୈତିକ ଦଳ ଏବଂ ପ୍ରାଥମିକ ସଦସ୍ୟତା ଦୃଷ୍ଟିରୁ ଏହା ବିଶ୍ୱର ସର୍ବବୃହତ ଦଳ । ବିଜେପି ଏକ ଦକ୍ଷିଣପନ୍ଥୀ ଦଳ ଏବଂ ଏହାର ନୀତି ଐତିହାସିକ ଭାବରେ ହିନ୍ଦୁ ଜାତୀୟତାବାଦୀ ସ୍ଥିତିକୁ ପ୍ରତିଫଳିତ କରିଛି । ଏହାଠାରୁ ବେଶୀ ପୁରୁଣା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ) ସହିତ ଏହାର ଘନିଷ୍ଠ ଆଦର୍ଶ ଏବଂ ସାଂଗଠନିକ ସମ୍ବନ୍ଧ ରହିଛି ।
ଭଦ୍ରକ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଭଦ୍ରକ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ନିଗମାନନ୍ଦ ପରମହଂସ (୧୮୮୦ − ୧୯୩୫) ଜଣେ ଭାରତୀୟ ସାଧକ ଓ ଆଧ୍ୟାତ୍ମିକ ଗୁରୁ ଥିଲେ । ସେ ଭାରତର ପଶ୍ଚିମ ବଙ୍ଗ ରାଜ୍ୟର ନଦିଆ ଜିଲ୍ଲାର କୁତବପୁର ଗ୍ରାମର ଗୋଟିଏ ବ୍ରାହ୍ମଣ ପରିବାରରେ ୧୨୮୭ ସାଲ (୧୮ ଅଗଷ୍ଟ ୧୮୮୦) ଝୁଲଣ ପୂର୍ଣିମା ତିଥି ରେ, ଜନ୍ମଗ୍ରହଣ କରିଥିଲେ । ଭାରତର ସେ ଜଣେ ଅସାଧାରଣ ଶକ୍ତି ସମ୍ପନ୍ନ ସଦଗୁରୁ ଥିଲେ । ସନ୍ୟାସୀ ଗ୍ରହଣ ପରେ ପରମହଂସ ଶ୍ରୀ ମଦ୍ ସ୍ୱାମୀ ନିଗମାନନ୍ଦ ସରସ୍ୱତୀ ଦେବ ନାମରେ ବିଖ୍ୟାତ ହେଲେ । ବିଶ୍ୱାସ ଯୋଗ୍ୟ ଯେ,ଏହି ମହାତ୍ମା ତନ୍ତ୍ର, ଯୋଗ, ଜ୍ଞାନ ଓ ପ୍ରେମ ଚତୁର୍ବିଧ ସାଧନାରେ ସିଦ୍ଧହୋଇ ନିର୍ବିକଳ୍ପ ଭୂମିରୁ ଗୁରୁ ରୂପେ ଅବତୀର୍ଣ୍ଣ ହୋଇଥିଲେ । ଠାକୁର ନିଗମାନନ୍ଦ ନିର୍ବିକଳ୍ପ ଭୂମିରୁ ଫେରି ଗୁରୁ ଭାବ ଘେନି ଲୋକାଳୟକୁ ଆସିବା ପରେ ସମାଜର ଦୁର୍ଗତି ସନ୍ଦର୍ଶନ ଓ ଉପଲବ୍ଧି କରି ଏହାକୁ ଦୃଢ଼ ଓ ପ୍ରାଣବନ୍ତ କରିବା ଉଦ୍ଦେଶ୍ୟରେ ସେ ବ୍ରହ୍ମଚର୍ଯ୍ୟ ସାଧନ, ଯୋଗୀ ଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ଗ୍ରନ୍ଥମାନ ବଙ୍ଗଳା ଭାଷାରେ ପ୍ରଣୟନ କରିଥିଲେ । ପରବର୍ତ୍ତୀ ସମୟରେ ଏହି ଗ୍ରନ୍ଥମାନର ଓଡ଼ିଆ ଭାଷାନ୍ତର ଦୁର୍ଗାଚରଣ ମହାନ୍ତିଙ୍କଦ୍ୱାରା ସମ୍ଭବପର ହୋଇ ପାରିଥିଲା ।
ଋଣ ହେଉଛି ଜଣେ, ଅନେକ ବ୍ୟକ୍ତି କିମ୍ବା କୌଣସି ସଂସ୍ଥା ଇତ୍ୟାଦି କାହାଠୁ ଟଙ୍କା ଧାର ବା ବାକି ଆଣିଥିଲେ କୁହାଯାଇଥାଏ । ରୁଣକର୍ତ୍ତା ବା ଧାରୁଆ ସମ୍ପୂର୍ଣ୍ଣରୂପେ ମୂଳଧନ ଶୁଝିଲା ପର୍ଯ୍ୟନ୍ତ ପୂର୍ବ ନିର୍ଦ୍ଧାରିତ ସୁଧ ସହିତ ପରିଶୋଧ କରିବାକୁ ପଡିଥାଏ । ସାଧାରଣତଃ ଏକ ଦଲିଲରେ ଅନ୍ୟାନ୍ୟ ଦରକାରୀ ତଥ୍ୟ ସହିତ ଋଣ ନେଇଥିବା ମୂଳଧନ, ଋଣଦାତାଙ୍କୁ ମିଳିବାକୁ ଥିବା ବାର୍ଷିକ ସୁଧ, ଋଣକର୍ତ୍ତାଙ୍କର ପରବର୍ତ୍ତୀ ଟଙ୍କା ଦେବା ତାରିଖ ଇତ୍ୟାଦି ଲେଖାଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମୋ ପଣତକାନୀରେ ତୁ ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଦ୍ୟୁମ୍ନ ଲେଙ୍କା ଓ ବିକ୍ରମ କିଶୋର ବିଷୋୟୀ । ଅଭିନେତା ହରିହର ମହାପାତ୍ର ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ପୀନୁ ନାୟକ । ସଙ୍ଗୀତକାର ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ସ୍ପ୍ରିଙ୍ଗ ଫ୍ରେମୱାର୍କ(Spring Framework) ହେଉଛି ଜାଭା (ପ୍ରୋଗ୍ରାମିଂ ଭାଷା) ପାଇଁ ଗୋଟିଏ ଆପ୍ଲିକେସନ୍ ଫ୍ରେମୱାର୍କ ଓ ଇନଭର୍ସନ ଅଫ୍ କଣ୍ଟ୍ରୋଲ କଣ୍ଟେନର (inversion of control container)। ଏହି ଫ୍ରେମୱାର୍କର ଏକ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଏହାକୁ ଆମେ ଯେକୌଣସି ଜାଭା ଆପ୍ଲିକେସନ୍ ପାଇଁ ବ୍ୟବହାର କରିପାରିବା, କିନ୍ତୁ ଏଥିରେ ଜାଭା ଇଇ(Java EE)କୁ ବ୍ୟବହାର କରି ୱେବ ଆପ୍ଲିକେସନ୍ସ(web applications) ଗୁଡିକୁ ଗଢିବା ପାଇଁ କିଛି ପଦ୍ଧତି ସଂପ୍ରସାରଣ କରାଯାଇଛି । ଯଦିଓ ଏହି ଜାଭା ଫ୍ରେମୱାର୍କର କିଛି ସେମିତି ବିନିର୍ଦ୍ଦିଷ୍ଟ ଗୁଣ ନାହିଁ ତଥାପି ଏହା ଜାଭା ସମାଜଦ୍ୱାରା ଅଧିକା ଲୋକପ୍ରିୟ ହୋଇଛି ଏବଂ ଏହା ଇଜେବି(Enterprise JavaBeans) ମଡେଲର ପୁନଃସ୍ଥାପନ ବୋଲି କୁହାଯାଉଛି । ସ୍ପ୍ରିଙ୍ଗ ଫ୍ରେମୱାର୍କ ଇଣ୍ଟରନେଟ୍ରେ ସଂପୂର୍ଣ୍ଣ ମୁକ୍ତ ଭାବେ ଉପଲବ୍ଢ ।
ଚନ୍ଦ୍ର ପୃଥିବୀର ଚାରିପଟେ ଘୁରୁଥାଏ, ପୃଥିବୀ ସୂର୍ଯ୍ୟର ଚାରିପଟେ ଘୁରୁଥାଏ , ଏହିପରି ଘୂର୍ଣ୍ଣନ ପ୍ରକ୍ରିୟା ଅହରହ ଚାଲିଥାଏ । ଯେଉଁ ଦିନ ଚନ୍ଦ୍ର, ପୃଥିବୀ ଆଉ ସୂର୍ଯ୍ୟ ଏକା ସରଳ ରେଖାରେ ଅବତୀର୍ଣ୍ଣ କରନ୍ତି ଏବଂ ସୂର୍ଯ୍ୟ ଓ ଚନ୍ଦ୍ର ମଧ୍ୟରେ ପୃଥିବୀ ଅବସ୍ଥାନ କରେ ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକ ଚନ୍ଦ୍ରଙ୍କ ପାଖରେ ପହଞ୍ଚି ପାରେ ନାହିଁ ଏବଂ ସେହି ସମୟରେ ପୃଥିବୀର ଛାଇ ଚନ୍ଦ୍ରଙ୍କ ଉପରେ ପଡେ ସେହି ସମୟରେ ଚନ୍ଦ୍ର ଲାଲ୍ ଦେଖାଯାଆନ୍ତି , ସେହି ସମୟକୁ ଚନ୍ଦ୍ରଗ୍ରହଣ ବୋଲି କୁହାଯାଏ । ଏହା କେବଳ ପୂର୍ଣିମା ତିଥୀରେ ହୋଇଥାଏ !
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମୀୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଟକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ୍ୟ ଓ ଅନ୍ତର୍ଲକ୍ଷ୍ୟ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ୍ୟ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପୀର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଭାରତ ଲୀଳା ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଜିଲ୍ଲାର ଏକ ପ୍ରସିଦ୍ଧ ଲୋକନାଟକ ବା ଲୀଳାନାଟକ ଶୈଳୀ । ଏଥିରେ ମହାଭାରତ ଆଧାରିତ ପ୍ରସଙ୍ଗ ଅଭିନୀତ ହେଉଥିବାରୁ ଏହାକୁ ଭାରତ ଲୀଳା କୁହାଯାଏ । ଦୁଆରୀ ଚରିତ୍ରର ଗୁରୁତ୍ୱକୁ ନେଇ ଏହାକୁ ଦୁଆରୀ ନାଟ ବା ଦ୍ୱାରୀଲୀଳା କୁହାଯାଏ । ଏହାଛଡ଼ା ବିଷୟବସ୍ତୁ ଦୃଷ୍ଟିରୁ ଏହାକୁ ସୁଭଦ୍ରା ହରଣ ନାଟ ମଧ୍ୟ କୁହାଯାଏ । ଗଞ୍ଜାମରେ ଭାରତ ଲୀଳା ଯୋଗୁଁ ଉପକୂଳ ଓଡ଼ିଶାର ବହୁଳ ପ୍ରଚାରିତ ପାଲା ପ୍ରସାର ଲାଭ କରିପାରିନାହିଁ ବୋଲି କୁହାଯାଏ । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ଭାରତ ଲୀଲା ପରିବେଷଣ କରାଯାଇଥାଏ । ଜନପ୍ରିୟତା ଦୃଷ୍ଟିରୁ ଗଞ୍ଜାମରେ ପରିବେଷିତ ଭାରତ ଲୀଳାର ସମକକ୍ଷ ସେମାନେ ହୋଇପାରିନାହାନ୍ତି । ଭାରତ ଲୀଳାରେ ବ୍ୟବହୃତ ପାରମ୍ପରିକ ବାଦ୍ୟ, ଆଞ୍ଚଳିକ ଭାଷା, ଲୋକସଙ୍ଗୀତ ଓ କୌତୁକପ୍ରଦ ଅଭିନୟ ଯୋଗୁଁ ଏହା ବେଶ ଜନାଦୃତ ହୋଇପାରିଛି । ଭାରତ ଲୀଳାର ସମ୍ପୂର୍ଣ୍ଣ ପ୍ରଦର୍ଶନ ୧୦-୧୨ ଘଣ୍ଟା ଧରି ଅନୁଷ୍ଠିତ ହୁଏ । ବାଦି ପ୍ରତିଯୋଗିତାରେ ଅଧିକ ସମୟ ଲାଗିଥାଏ । ଆଜିକାଲି ଆଧୁନିକ ମଞ୍ଚପ୍ରଦର୍ଶନର ବନ୍ଧନ ଯୋଗୁଁ ଏହା ୨-୩ ଘଣ୍ଟା ଭିତରେ ମଧ୍ୟ ପରିବେଷଣ କରାଯାଉଛି ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୧୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଅଙ୍କିତା ଭାମ୍ବରୀ , ଜଣେ ପୂର୍ବତନ ଭାରତୀୟ ପେଷାଦାର ମହିଳା ଟେନିସ ଖେଳାଳି । ୨୦୦୬ ମସିହାରେ ସେ ମହିଳା ସିଙ୍ଗଲ୍ସ ବିଭାଗରେ ବିଶ୍ୱରେ ୩୩୨ ରେନିଙ୍ଗରେ ରହିଥିଲେ । ଦବାଲ୍ସରେ ତାଙ୍କର ବିଶ୍ୱ ରେଙ୍କିଙ୍ଗ ୨୯୯ ରହିଥିଲା ଯାହା ସେ ୨୦୧୫ ମସିହାରେ ଅର୍ଜନ କରିଥିଲେ । ଅଙ୍କିତା ବିଶ୍ୱର କୌଣସି ବଡ଼ ଟୁର୍ଣ୍ଣାମେଣ୍ଟ ଜିତି ନ ଥିଲେ ମଧ୍ୟ ଆଇଟିଏଫ ମହିଳା ସର୍କିଟରେ ସେ ୯ଟି ସିଙ୍ଗଲ୍ସ ଓ ୮ଟି ଦବାଲ୍ସ ଟାଇଟଲ ହାସଲ କରିଥିଲେ । ସେ WTA ଟୁରରେ ୫ ଥର ଖେଳିଥିଲେ ମଧ୍ୟ ୨୦୦୪ରୁ ୨୦୦୬ ମସିହା ମଧ୍ୟରେ ଭାରତର ହାଇଦରାବାଦ , କଲିକତା , ବାଙ୍ଗାଲୋରରେ ପ୍ରଥମ ରାଉଣ୍ଡରେ ବିଦାୟ ନେଇଥିଲେ । ତାଙ୍କର ଭଗ୍ନୀ ସନା ଓ ଭାଇ ଯୁକି ଭମ୍ବରୀ ,ଭାରତ ପାଇଁ ପେଶାଗତ ଟେନିସ ଖେଳି ବେଶୀ ସଫଳତା ପାଇଥିଲେ । .
ଦୁର୍ଗାଚରଣ ମହାନ୍ତି (୧୯୧୨-୧୯୮୫) ଓଡ଼ିଶାର କୋଣାର୍କ ନିକଟବର୍ତ୍ତି ଗୋପ ଥାନା ଅନ୍ତର୍ଗତ ବୀରତୁଙ୍ଗ ଗ୍ରାମରେ ୧୯୧୨ ମସିହା କାର୍ତ୍ତିକ ଶୁକ୍ଳ ତ୍ରୋୟଦଶୀ ତିଥିରେ ଜନ୍ମଗ୍ରହଣ କରିଥିଲେ | ଓଡ଼ିଶାର ସାହିତ୍ଯ ଏକାଡେମୀ ତରଫରୁ ତାଙ୍କ ଲିଖିତ 'ଭଗବାନ ଶଙ୍କରାଚାର୍ୟ' ପୁସ୍ତକ ୧୯୫୭-୫୮ରେ ପ୍ରଥମ ପୁରସ୍କାରପ୍ରାପ୍ତ ହୋଇଥିଲା | ସଦଗୁରୁ ନିଗମାନନ୍ଦଙ୍କ ଏକନିଷ୍ଠ ଶିଷ୍ଯ ଭାବରେ ସେ ବିଶେଷ ପରିଚିତ| ଠାକୁର ନିଗମାନନ୍ଦଙ୍କ ପ୍ରତିଷ୍ଠାନ 'ନୀଳାଚଳ ସାରସ୍ୱତ ସଙ୍ଘ' ପୁରୀର ସେ ସମ୍ପାଦକ/ପରିଚାଳକ ଥିଲେ | ଠାକୁର ନିଗମାନନ୍ଦଙ୍କ ସ୍ୱରଚିତ ବିଖ୍ଯାତ ଗ୍ରନ୍ଥ ବ୍ରହ୍ମଚର୍ୟ ସାଧନ, ଯୋଗୀଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ପ୍ରଭୁତି ପୁସ୍ତକାବଳୀ ବଙ୍ଗଳା ଭାଷାରୁ ଓଡ଼ିଆରେ ସେ ଅନୁବାଦ କରିଛନ୍ତି | ଏହା ବ୍ଯତିତ ନିଜ ଗ୍ରାମ ବୀରତୁଙ୍ଗର ଭଲ୍ଯୁଣ୍ଟର ଆସୋସିଏନ୍ର ସେ ସଭାପତି ଥିଲେ | ତାଙ୍କର ପ୍ରଚେଷ୍ଟାରେ ବୀରତୁଙ୍ଗ ଗ୍ରାମରେ ସାରସ୍ୱତ ବିଦ୍ଯାପୀଠ ସ୍ଥାପିତ ହୋଇପାରିଛି |
ବସ୍ତା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବସ୍ତା (କ୍ରମିକ ସଂଖ୍ୟା: ୩୭) ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ମନୀଷା କୋଇରାଲା (ଉଚ୍ଚାରଣ: [mʌnisa koirala]; ଜନ୍ମ: ୧୬ ଅଗଷ୍ଟ ୧୯୭୦) ଜଣେ ନେପାଳୀ ଅଭିନେତ୍ରୀ, ଯିଏ ଭାରତୀୟ ଚଳଚ୍ଚିତ୍ରରେ, ବିଶେଷତଃ ହିନ୍ଦୀ ଚଳଚ୍ଚିତ୍ରରେ କାମ କରନ୍ତି। ସେ ରାଜନୈତିକ ଭାବେ ପ୍ରଭାବଶାଳୀ କୋଇରାଲା ପରିବାରରେ ଜନ୍ମଗ୍ରହଣ କରିଥିଲେ। ସେ ପ୍ରକାଶ କୋଇରାଲାଙ୍କ କନ୍ୟା ଏବଂ ବିଶ୍ୱେଶ୍ୱର ପ୍ରସାଦ କୋଇରାଲାଙ୍କ ନାତୁଣୀ। ନିଜ ସମୟର ସବୁଠାରୁ ଲୋକପ୍ରିୟ ଓ ଉଚ୍ଚ ଦରମା ପାଉଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ, ସେ ତିନୋଟି ଫିଲ୍ମଫେୟାର ପୁରସ୍କାର, ଗୋଟିଏ ଫିଲ୍ମଫେୟାର ସାଉଥ ପୁରସ୍କାର ଏବଂ ଗୋଟିଏ ଫିଲ୍ମଫେୟାର OTT ପୁରସ୍କାର ସହିତ ଅନେକ ସମ୍ମାନର ଅଧିକାରୀ। ୨୦୦୧ ମସିହାରେ ନେପାଳ ସରକାର ତାଙ୍କୁ ଅର୍ଡର ଅଫ ଗୋର୍ଖା ଦକ୍ଷିଣ ବାହୁ ସମ୍ମାନ ପ୍ରଦାନ କରିଥିଲା। କୋଇରାଲା ନିଜର ଅଭିନୟ ଜୀବନର ଆରମ୍ଭ ନେପାଳୀ ଚଳଚ୍ଚିତ୍ର ଫେରି ଭେଟୌଲା (1989) ଦ୍ୱାରା କରିଥିଲେ ଏବଂ ପରେ ହିନ୍ଦୀ ନାଟକ ଚଳଚ୍ଚିତ୍ର ସୌଦାଗର (1991) ସହିତ ଭାରତୀୟ ସିନେମାରେ ପ୍ରବେଶ କରିଥିଲେ। କିଛି ସମୟର ବାଧା ପରେ ସେ ବଲିଉଡ୍ ଓ କୋଲିଉଡ୍ ଦୁଇଥିରେ ବ୍ୟାପାରିକ ସଫଳତା ଲାଭ କରିଥିଲେ, ଯାହାରେ ବମ୍ବେ (1995), ଅଗ୍ନି ସାକ୍ଷୀ (୧୯୯୬), ଇଣ୍ଡିଆନ୍ (୧୯୯୬), ଗୁପ୍ତ: ଦ ହିଡେନ୍ ଟ୍ରୁଥ (୧୯୯୭), କଚ୍ଚେ ଧାଗେ (୧୯୯୯), ମୁଧଲଭନ (୧୯୯୯) ଓ କମ୍ପାନୀ (୨୦୦୨) ଅନ୍ତର୍ଭୁକ୍ତ। ସେ ତାଙ୍କ ଅଭିନୟ ପାଇଁ ସମାଲୋଚନାମୂଳକ ପ୍ରଶଂସା ମଧ୍ୟ ପାଇଥିଲେ—1942: ଏ ଲଭ୍ ଷ୍ଟୋରୀ (୧୯୯୪)ରେ ଏକ ସରଳ ଝିଅ, ଅକେଲେ ହମ୍ ଅକେଲେ ତୁମ୍ (୧୯୯୫)ରେ ଏକ ଆକାଙ୍କ୍ଷୀ ପତ୍ନୀ, ଖାମୋଶୀ: ଦ ମ୍ୟୁଜିକାଲ (୧୯୯୬)ରେ ବଧିର-ମୂକ ପିତାମାତାଙ୍କ ଝିଅ, ଦିଲ ସେ..
ଜବରଦସ୍ତ ପ୍ରେମିକ, ୨୦୧୬ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ଅରୁଣ ପାଣ୍ଡିଆନ୍ ଏବଂ କବିତା ପାଣ୍ଡିଆନ୍ । ଏହି ଚଳଚ୍ଚିତ୍ରର ଚିତ୍ରନାଟ୍ୟ- ନିର୍ଦ୍ଦେଶନା ଦେଇଥିଲେ ଦକ୍ଷିଣ ଭାରତର ନିର୍ଦ୍ଦେଶକ ରାଜୁ ସରଭାୟା । ଡଃ ନିର୍ମଳ ନାୟକ ଏହି ଚଳଚ୍ଚିତ୍ରର ସଂଳାପ ଲେଖିଥିଲେ । ଗୀତିକାର ନିଜାମ ଏବଂ ନିର୍ମଳ ନାୟକ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକର ରଚନା କରିଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକର ରଚନା କରିଥିଲେ । ସୌରିନ ଭଟ୍ଟ, ସତ୍ୟଜିତ ପ୍ରଧାନ, ଅଞ୍ଜଳି ମିଶ୍ର, ସୁମନ, ଅଭିଜିତ ମଜୁମଦାର, ବିଷ୍ଣୁମୋହନ କବି, ବାବୁଶାନ୍, ହ୍ୟୁମାନ ସାଗର ଆଦି କଣ୍ଠଶିଳ୍ପୀମାନେ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ଗାଇଥିଲେ ।