ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଦାମୋଦାର ହୋତା ([d̪amod̪ɔɾɔ hot̪a] (listen);୨୫ ଡିସେମ୍ବର ୧୯୩୫- ୫ ଫେବୃଆରୀ ୨୦୨୨) ଜଣେ ପାରମ୍ପରିକ ଓଡ଼ିଶୀ ବା ଉଡ୍ରପଦ୍ଧତୀୟ ଶାସ୍ତ୍ରୀୟ ସଙ୍ଗୀତ ଓ ହିନ୍ଦୁସ୍ତାନୀ ସଙ୍ଗୀତ ଗାୟକ ଏବଂ ଗବେଷକ ଥିଲେ । ସେ ଆକାଶବାଣୀ କଟକ ଓ ଦୂରଦର୍ଶନ କେନ୍ଦ୍ର ଭୁବନେଶ୍ୱରର ଜଣେ ସ୍ୱୀକୃତିପ୍ରାପ୍ତ କଣ୍ଠଶିଳ୍ପୀ ଥିଲେ । ତାଙ୍କୁ ପଦ୍ମକେଶରୀ ଉପାଧିରେ ଭୂଷିତ କରାଯାଇଥିଲା । ସେ ଆଜୀବନ ଶିକ୍ଷାଦାନ, ଗବେଷଣା ଓ ଲେଖନୀ ଚାଳନାରେ ଲିପ୍ତ ଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଲିଥିୟମ (ଏହା ଗ୍ରୀକ ଶବ୍ଦ ଲିଥୋସ୍ / Lithosରୁ ଅସିଛିମାନେ 'ପଥର') ହେଉଛି ଏକ ନରମ, ରୂପା ଭଳି ଧଳା ଦେଖାଯାଉଥିବା ଧାତୁ ଯାହାର ପ୍ରତୀକ Li ଓ ପରମାଣୁ କ୍ରମାଙ୍କ ୩ । ଏହା ଏତେ ନରମ ଯେ ଏହାକୁ ଛୁରିଦ୍ୱାରା ମଧ୍ୟ କଟା ଯାଇପାରିବ । ଏହା ଅନ୍ୟ ଧାତୁ ଗୁଡ଼ିକ ମଧ୍ୟରେ ସବୁଠାରୁ ହାଲୁକା କିନ୍ତୁ ଏହା ସାନ୍ଧ୍ରତା (density) ଜଳର ଅର୍ଦ୍ଧେକ । ( ବିଗ୍ ବ୍ୟାଙ୍ଗ୍ର ପ୍ରଥମ କ୍ଷଣରେ ତିଆରି ତିନୋଟି ଧାତୁ ଭିତରୁ ଲିଥିୟମ ଅନ୍ୟତମ । ଅନ୍ୟଦୁଇଟି ହେଲେ ଉଦଜାନ ଓ ହିଲିଅମ - ଜୋତିର୍ବିଦଙ୍କ ଅନୁସାରେ ଏହି ଦୁଇଟି ମୌଳିକର ପରିମାଣ ଲିଥିୟମଠାରୁ ଅନେକ ଗୁଣରେ ଅଧିକ । )
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କରମା ନାଚ ଏକ ଭାରତୀୟ ଆଦିବାସୀ ଲୋକନୃତ୍ୟ ଓ ପ୍ରାୟତଃ ଓଡ଼ିଶାର ସମ୍ବଲପୁର, ମୟୂରଭଞ୍ଜ, ଢେଙ୍କାନାଳ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ପାଳନ କରାଯାଏ । ଏହା କରମଶୁଣି (କରମ ଦେବୀ)ଙ୍କ ପୂଜା ପାଇଁ କରାଯାଇଥାଏ । ଭାଦ୍ରବ ଶୁକ୍ଲ ଏକାଦଶୀରେ ଏହା ଆରମ୍ଭ ହୋଇ କିଛି ଦିନ ପର୍ଯ୍ୟନ୍ତ ଚାଲିଥାଏ । ପୂଜା ଦିନ ଦୁଇ ଜଣ ଯୁବତୀ କନ୍ୟା କରମା ଗଛର ଡାଳକୁ ଆଣି ଦେବତାଙ୍କ ଆସ୍ଥାନରେ ରଖିଥାନ୍ତି । ଏହି କରମା ଡାଳକୁ କରମଶୁଣି ଦେବୀ ଭାବରେ ପୂଜା କରାଯାଏ । ଏହା ସହିତ ଅଙ୍କୁରିତ ଗଜା, ଘାସ ଫୁଲ ଏବଂ ଦେଶୀ ମଦ୍ୟ ମଧ୍ୟ ଦେବତୀଙ୍କୁ ଅର୍ପଣ କରାଯାଏ । ପୂଜା ପରେ ଯୁବକ ଯୁବତୀମାନେ ମାଦଳର ତାଳେ ତାଳେ ନୃତ୍ୟ କରିଥାନ୍ତି । ପ୍ରାୟତଃ ଏହି ନାଚରେ ଗୋଡ଼ ଏବଂ ବିଶେଷ କରି ପାଦର ବ୍ୟବହାର ଅଧିକ ହୁଏ । ଅଣ୍ଟାରେ ହାତ ଛନ୍ଦାଛନ୍ଦି ହୋଇ ଆଦିବାସୀ ଯୁବକ ଯୁବତୀମାନେ ନାଚ ଆରମ୍ଭ କରିଥାନ୍ତି । ନୃତ୍ୟ ମନ୍ଥର ଗତିରେ ଆରମ୍ଭ ହୋଇ ଧୀରେଧୀରେ ନାଚର ଗତି ଦ୍ରୁତତର ହୋଇଥାଏ । ଏହି ନୃତ୍ୟ ଗ୍ରାମ ଦେବତୀଙ୍କ ଆସ୍ଥାନ ନିକଟରେ ହୋଇଥାଏ ଏବଂ ରାତି ସାରା ଚାଲିଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପୁଚିଖେଳ (ଓଡ଼ିଶାର ପଶ୍ଚିମାଞ୍ଚଳରେ "ଛିଲୋ", ସମ୍ବଲପୁରରେ ଚିରେଲାଇ, ବାଲେଶ୍ୱରରେ ପୁଚ-ପୁଚି ନାମରେ ଜଣା) ଓଡ଼ିଶାର କେତେକ ଓଷାଆଦିରେ କୁଆଁରୀମାନେ ଖେଳୁଥିବା ଏକ ପାରମ୍ପାରିକ ଖେଳ । ରଜ, ଦଶହରା ଓ ବିଶେଷ କରି କୁମାର ପୂର୍ଣ୍ଣିମା ଆଦିରେ ପୁଚି ଖେଳ ହୁଏ । ଏଇ ଖେଳଟି ଝିଅମାନଙ୍କ ପାଇଁ ଏକ ବ୍ୟାୟାମ । ପୁଚି ଖେଳିଲାବେଳେ ସେମାନେ "ପୁଚିଲୋ ପୁଚି, ଯା ଯା ଯା ଘୁଞ୍ଚିଲୋ" ଗୀତ ବୋଲିଥାନ୍ତି । ବିଭିନ୍ନ ଅଞ୍ଚଳର ଗୀତ ଅଲଗା ଅଲଗା ହୋଇଥାଏ । ଖେଳରେ ପ୍ରତିଯୋଗିତା ଚାଲେ ଓ ଜିତିବା ଦଳ/ଝିଅ ଖେଳୁ ଖେଳୁ "ହଟେଇଲିରେ ହଟେଇଲି" ଚିହାଟେ । କୁଆଁର ପୁନେଇ ଭଳି ପର୍ବରେ କୁଆଁରୀମାନେ ସକାଳୁ ଗାଧୋଇ ସଞ୍ଜରେ ଏକାଠି ହୋଇ ତୁଳସୀ ଚଉରାରେ କଳସୀରେ ପାଣି ରଖି କଉଡ଼ି ଓ ଗୀତ ବୋଲି ବୋଲି ପୁଚି ଖେଳିଥାନ୍ତି ।
ଲିଓନାର୍ଡୋ ଦା ଭିନ୍ସି (Leonardo di ser Piero da Vinci: Italian pronunciation: [leoˈnardo da vˈvintʃi] pronunciation (help•info); 15 April 1452 – 2 May 1519, Old Style) ଜଣେ ଇତାଲିୟ ବ୍ୟକ୍ତି ଥିଲେ ଓ ଏକା ଧାରରେ ଜଣେ ଚିତ୍ରକର, ସ୍ଥପତି, ଆର୍କିଟେକ୍ଟ, ସଙ୍ଗୀତଜ୍ଞ, ଗଣିତଜ୍ଞ, ଯନ୍ତ୍ରୀ (ଇଞ୍ଜିନିଅର), ଉଦ୍ଭାବକ, ଶରୀର ଗଠନ ବିଶେଷଜ୍ଞ (ଆନାଟମିଷ୍ଟ), ଭୂତତ୍ତ୍ୱବିଦ (ଜେଓଲୋଜିଷ୍ଟ), କାର୍ଟୋଗ୍ରାଫର, ଉଭିଦବିଜ୍ଞାନୀ ଓ ଲେଖକ ଥିଲେ । ସେ ଅତ୍ୟଧିକ କୌତୁହଳି ଓ ଅନୁସନ୍ଧିତ୍ସୁ ଥିଲେ । ତାଙ୍କୁ ରେନାସାଁ ମଣିଷ ବା ଅତୃପ୍ତ କୌତୁହଳି ଓ ଅତ୍ୟଧିକ ଉଦ୍ଭାବନୀ ଚିନ୍ତାଧାରା ସମ୍ପର୍ଣ୍ଣ କୁହାଯାଉଥିଲା । ତାଙ୍କୁ ସର୍ବକାଳୀନ ଶ୍ରେଷ୍ଠ ଚିତ୍ରକର ଓ ବିବିଧ କଳାସମ୍ପର୍ଣ୍ଣ ମଣିଷ କୁହାଯାଏ । ଐତିହାସିକ ହେଲେନ ଗାର୍ଡନରଙ୍କ ମତରେ ତାଙ୍କ ଭଳି ଅନୁସନ୍ଧାନ ଆଗ୍ରହୀ ସଂସାରରେ ଅଦ୍ୱିତୀୟ ଓ ଅବିଦିତ । ତାଙ୍କର ମନ personality ସେ ଅତିମାନବୀୟ ଥିଲେ ତଥା ସେ ନିଜେ mysterious ଓ remote ଥିଲେ । ମାର୍କୋ ରୋଷୀ ମତରେ ଲିୟନାର୍ଡୋଙ୍କ ବିଷୟରେ ବହୁତ ଜିଜ୍ଞାସା ଥିଲେ ମଧ୍ୟ ସେ ତତ୍ତ୍ୱାନୁମୋଦିତ ଥିଲେ । ତାଙ୍କର ଦୃଷ୍ଟିରେ ସଂସାର ରହସ୍ୟମୟ ନ ହୋଇ ତାତ୍ୱିକ ଥିଲା । ତାଙ୍କର କର୍ମ ପଦ୍ଧତି ସେ ଯୁଗ ନିମନ୍ତେ ଅସାଧାରଣ ଥିଲା।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ଚୈତ୍ରମାସ ଶୁକ୍ଳ ଅଷ୍ଟମୀ, ଅଶୋକାଷ୍ଟମୀ ନାମରେ ପରିଚିତ ଏବଂ ଏହି ଦିନର ଯାତ୍ରାର ରଥକୁ ରୁକୁଣା ରଥ ଯାତ୍ରା କହନ୍ତି । ବିଶେଷତଃ ଏହି ସମୟରେ ଦେବୀ ଦୁର୍ଗାଙ୍କ ବାସନ୍ତୀ ପୂଜା ଚାଲିଥାଏ । ସେହିପରି ଅଶୋକାଷ୍ଟମୀ ପରଦିନ ରାମ ନବମୀ ପାଳନ କରାଯାଏ । ରାମନବମୀ ପୂର୍ବଦିନ ଅଶୋକ ନାମ ଯୋଡ଼ିହୋଇ ଥିବାରୁ ରାମାୟଣର ଅଶୋକବନ କଥା ମନକୁ ଆସେ । ଏହିଦିନ ସୀତା ଅଶୋକ ଜଳପାନ କରି ଦୁଃଖ ଭୁଲିଯାଇଥିବାରୁ ସେହିଦିନଠାରୁ ଏହିଦିନଟି ପ୍ରସିଦ୍ଧ ହୋଇଛି ବୋଲି ଲୋକକଥା ରହିଛି । ଭେଷଜ ଶାସ୍ତ୍ରରୁ ଜଣାଯାଏ ଅଶୋକ ବୃକ୍ଷ ସ୍ତ୍ରୀଲୋକଙ୍କ ଉପକାରୀ । ବିଶେଷକରି ପୁନର୍ବସୁ ନକ୍ଷତ୍ରରେ ଏହା ସେବନ କଲେ ଅଧିକ ଫଳପ୍ରଦ ହୁଏ । କିଛିଲୋକଙ୍କ ମତରେ ରାବଣ ଜଣେ ବୈଜ୍ଞାନିକ ଥିଲା ଏବଂ ସ୍ତ୍ରୀଲୋକଙ୍କ ପ୍ରଧାନ ଋତୁଜନିତ ରୋଗ ନିରାକରଣ ନିମିତ୍ତ ଅଶୋକବନ ସୃଷ୍ଟି କରିଥିଲେ । ଏହି ବନରେ ସୀତାଙ୍କୁ ରଖିଲେ ତାଙ୍କର ଶାରୀରିକ ବିଶେଷତଃ ସ୍ତ୍ରୀରୋଗ ହେବନାହିଁ ବୋଲି ରାବଣ ସୀତାଙ୍କୁ ସେଠାରେ ରଖାଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭାରତୀୟ ଉପ ମହା ଦ୍ୱୀପରେ ବସବାସ କରୁଥିବା ହିନ୍ଦୁ ପରିବାରରେ ଯୌଥ ପରିବାରର ଚଳଣି ଦେଖିବାକୁ ମିଳେ ଯେଉଁଠି ଗୋଟିଏ ପରିବାରର ଏକାଧିକ ପିଢ଼ି ଯଥା ଜେଜେବାପା-ଜେଜେମା, ବାପା-ମା, କକା -ଖୁଡୀ, ସ୍ବାମୀ-ସ୍ତ୍ରୀ ତଥା ଭାଇ-ଭଉଣୀ ଏକା ସାଥିରେ ବସବାସ କରନ୍ତି । ହିନ୍ଦୁ ଆଇନ ଅନୁସାରେ ଏକ ସାଧାରଣ ପୂର୍ବ ପୁରୁଷରୁ ବଂଶଜ ଭାବେ ଆସିଥିବା ସମସ୍ତ ସଦସ୍ୟ ଯୌଥ ପରିବାରର ଅନ୍ତର୍ଗତ ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମୀମାଂସା ୨୦୧୬ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ପ୍ରଦୀପ ଦାଶଙ୍କ ସମନାମବିଶିଷ୍ଟ ମୌଳିକ କାହାଣୀ ଉପରେ ପର୍ଯ୍ୟବେସିତ ଥିଲା । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଚକ୍ରଧର ସାହୁ । ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ ଲିପି । ତାଙ୍କ ସହ ହର ରଥ, ମୀନକେତନ, ମନୋଜ ପଟ୍ଟନାୟକ, ସୁରେଶ ବଳ ପ୍ରମୁଖ ଅଭିନୟ କରିଥିଲେ ।
କ୍ରିଷ୍ଣପୁରା ମଦୈୟାଃ ମହାଦେବସ୍ୱାମୀ ଜଣେ ଭାରତୀୟ ଲୋକଗୀତ ଗାୟକ ଯିଏକି ମାଳବଲ୍ଲୀ ମହାଦେବସ୍ୱାମୀ ଭାବରେ ଜଣାଶୁଣା । ସେ ମୁଖ୍ୟତଃ କନ୍ନଡ଼ ଭାଷାରେ ଗାଇଥାନ୍ତି । ସେ ମନ୍ତସ୍ୱାମୀ, ସିଦ୍ଧପ୍ପାଜୀ ଏବଂ ମହାଦେଶ୍ୱର ଆଦିଙ୍କର ଭକ୍ତି ଗୀତ ପାଇଁ ଜଣାଶୁଣା ।।କର୍ଣ୍ଣାଟକ ସରକାର ତାଙ୍କୁ ରାଜ୍ୟୋତ୍ସବ ପ୍ରଶସ୍ତି ସମ୍ମାନରେ ସମ୍ମାନିତ କରିବା ସହିତ ମହୀସୂର ବିଶ୍ୱବିଦ୍ୟାଳୟଦ୍ୱାରା ସମ୍ମାନଜନକ ଡକ୍ଟରେଟ୍ ସମ୍ମାନରେ ସମ୍ମାନିତ କରାଯାଇଛି ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
କରୁଣା “କରୁ” ଜୈନ (ଜନ୍ମ: ୯ ସେପ୍ଟେମ୍ବର ୧୯୮୫) ଜଣେ ଭାରତୀୟ ପୂର୍ବତନ ମହିଳା କ୍ରିକେଟ ଖେଳାଳି । ସେ ଏକ ୱିକେଟ୍କିପର ଏବଂ ଡାହାଣ ହାତର ବ୍ୟାଟ୍ସମ୍ୟାନ୍ ଭାବେ ଖେଳୁଥିଲେ । ସେ ୨୦୦୪ ରୁ ୨୦୧୪ ପର୍ଯ୍ୟନ୍ତ ଭାରତୀୟ ମହିଳା କ୍ରିକେଟ ଦଳ ପାଇଁ ଆନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ । ତାଙ୍କ ଆନ୍ତର୍ଜାତୀୟ କ୍ୟାରିଅରରେ ସେ ୫ଟି ଟେଷ୍ଟ ମ୍ୟାଚ୍, ୪୪ଟି ଏକଦିନିଆ ଆନ୍ତର୍ଜାତୀୟ (ODI) ଏବଂ ୯ଟି ଟି–୨୦ ଆନ୍ତର୍ଜାତୀୟ (T20I) ମ୍ୟାଚ୍ ଖେଳିଥିଲେ । ଏକଦିନିଆ ମ୍ୟାଚ୍ରେ ସେ ୧ଟି ସେଞ୍ଚୁରି ଏବଂ ୯ଟି ଅର୍ଦ୍ଧଶତକ ହାସଲ କରିଥିଲେ । ୨୦୨୨ ମସିହା ଜୁଲାଇ ମାସରେ ସେ ସମସ୍ତ ପ୍ରକାରର କ୍ରିକେଟରୁ ଅବସର ଘୋଷଣା କରିଥିଲେ ।
ନାରାୟଣ ସାହୁ (ଜନ୍ମ ୨୫ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ଅଧ୍ୟାପକ ଓ ନାଟ୍ୟକାର । ଏଯାବତ ତାଙ୍କର ୨୦ରୁ ଉର୍ଦ୍ଧ ନାଟକ ପ୍ରକାଶିତ ହୋଇସାରିଛି । ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ସେ ଅଧ୍ୟାପନା କରିଛନ୍ତି । ତାଙ୍କର ନାଟକ ଆଶ୍ରା ଖୋଜି ବୁଲୁଥିବା ଇଶ୍ୱର ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଆକାଶବାଣୀ ନାଟ୍ୟକାର ପୁରସ୍କାର, ଝଙ୍କାର ନାଟକ ପୁରସ୍କାର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ବିରଜା ମନ୍ଦିର (ଓଡ୍ଡ୍ୟାଣ ପୀଠ ବା ଉଡ୍ଡୀୟାନ ତନ୍ତ୍ରପୀଠ) ଯାଜପୁର ଜିଲ୍ଲାର ଏକ ଦେବୀ ମନ୍ଦିର । ଏହା ଭାରତର ବିରଜା କ୍ଷେତ୍ର ନାମରେ ଜଣା । ଏଠାରେ ଦେବୀ ଦ୍ୱିଭୁଜା ଦୁର୍ଗା ରୂପରେ ପୂଜା ପାନ୍ତି । ଏହି ଦେବୀଙ୍କ ଗୋଟିଏ ହାତରେ ତ୍ରିଶୂଳ ଏବଂ ଅନ୍ୟ ହାତରେ ମହିଷାସୁରର ଲାଙ୍ଗୁଳ ଶୋଭା ପାଏ । ଏଠାରେ ମହିଷାସୁର ମଇଁଷି ରୂପରେ ଖୋଦିତ ଯାହା ଭାରତରେ ବାକି ଜାଗାମାନଙ୍କରେ ଦେଖିବାକୁ ମିଳିନଥାଏ । ଦେବୀ ନିଜ ମୁକୁଟରେ ଗଣପତି, ଶିବଲିଙ୍ଗ, ଯୋନି, ନାଗରାଜ ଏବଂ ଅର୍ଦ୍ଧଚନ୍ଦ୍ର ଧାରଣ କରି ଅଛନ୍ତି । ସ୍କନ୍ଧ ପୁରାଣ (ଉତ୍କଳ ଖଣ୍ଡ) ଅନୁସାରେ ଏହି ବିରଜା କ୍ଷେତ୍ର ସମସ୍ତ ରଜୋଗୁଣକୁ ଧୋଇ ପକାଉଥିବାରୁ ଏହାର ନାମ ବିରଜା କ୍ଷେତ୍ର ହୋଇଛି । କେତେକ ତନ୍ତ୍ର ଗ୍ରନ୍ଥ ଅନୁସାରେ ଦକ୍ଷ ଯଜ୍ଞ ସମୟରେ ମାତା ସତୀଙ୍କ ନାଭି ଏହି ଉତ୍କଳସ୍ଥ ବିରଜା କ୍ଷେତ୍ରରେ ପଡ଼ିଥିଲା ଏବଂ ନାଭି ଦେଶରେ ନାରୀମାନେ ପିନ୍ଧୁଥିବା ଓଡ଼ିଆଣୀ ବା କଟିସୂତ୍ର ଅନୁସାରେ ଏହି ପୀଠର ନାମ ଓଡ୍ଡିୟାଣ ପୀଠ ହୋଇଛି, ଏବଂ ଏହି ପ୍ରଦେଶର ନାମ ଓଡ୍ର ଦେଶ ହୋଇଛି।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଚୀନ୍ , ଆନୁଷ୍ଠାନିକ ଭାବରେ ଚୀନ୍ ଗଣରାଜ୍ୟ (PRC) , ପୂର୍ବ ଏସିଆର ଏକ ଦେଶ । ୧.୪ ବିଲିୟନରୁ ଅଧିକ ଜନସଂଖ୍ୟା ସହିତ , ଏହା ଭାରତ ପରେ ଦ୍ୱିତୀୟ ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ , ଯାହା ବିଶ୍ୱ ଜନସଂଖ୍ୟାର ୧୭.୪% ପ୍ରତିନିଧିତ୍ୱ କରେ । ଚୀନ୍ ବିଶାଳ ; ଏହା ପ୍ରାୟ ୯.୬ ନିୟୁତ ବର୍ଗ କିଲୋମିଟର ( ୩,୭୦୦,୦୦୦ ବର୍ଗ ମାଇଲ ) ଅଞ୍ଚଳ ପରିବ୍ୟାପ୍ତ ଚଉଦ ଦେଶକୁ ଭୂମି ଦ୍ୱାରା ସୀମାବଦ୍ଧ କରିଥାଏ , ଯାହା ଏହାକୁ ଭୂମି କ୍ଷେତ୍ର ଅନୁସାରେ ତୃତୀୟ ବୃହତ୍ତମ ଦେଶ କରିଥାଏ । ଦେଶଟି ୩୩ଟି ପ୍ରଦେଶ-ସ୍ତରୀୟ ବିଭାଗରେ ବିଭକ୍ତ : ୨୨ଟି ପ୍ରଦେଶ , ୫ଟି ସ୍ୱାୟତ୍ତ ଅଞ୍ଚଳ , ୪ଟି ପୌରପାଳିକା ଏବଂ ୨ଟି ଅର୍ଦ୍ଧ-ସ୍ୱାୟତ୍ତ ସ୍ୱତନ୍ତ୍ର ପ୍ରଶାସନିକ ଅଞ୍ଚଳ । ବେଜିଂ ( Beijing ) ଦେଶର ରାଜଧାନୀ , ଯେତେବେଳେ କି ସାଂଘାଇ ସହରାଞ୍ଚଳ ଅନୁସାରେ ଏହାର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ସହର ଏବଂ ସର୍ବବୃହତ ଆର୍ଥିକ କେନ୍ଦ୍ର । ସଭ୍ୟତାର ଛଅଟି ଉଦ୍ଗମ ସ୍ଥଳ ମଧ୍ୟରୁ ଗୋଟିଏ ଭାବରେ ବିବେଚିତ ଚୀନ୍ , ପ୍ରାଚୀନପ୍ରସ୍ତର କାଳୀନ ସମୟରେ ଏହି ଅଞ୍ଚଳରେ ପ୍ରଥମ ମାନବ ବାସିନ୍ଦାଙ୍କ ଆଗମନ ଦେଖିଥିଲା । ଦ୍ୱିତୀୟ ସହସ୍ରାବ୍ଦ ଖ୍ରୀଷ୍ଟପୂର୍ବର ଶେଷ ସୁଦ୍ଧା , ପ୍ରାରମ୍ଭିକ ରାଜବଂଶୀୟ ରାଜ୍ୟଗୁଡ଼ିକ ୟେଲୋ ନଦୀ ( ହ୍ବାଙ୍ଗ୍-ହୋ ନଦୀ ) ଅବବାହିକାରେ ଆବିର୍ଭାବ ହୋଇଥିଲା । ଖ୍ରୀ. ପୂ. ଅଷ୍ଟମରୁ ତୃତୀୟ ଶତାବ୍ଦୀ ମଧ୍ୟରେ ଝୋଉ ( Zhou ) ବଂଶର ପ୍ରଭୁତ୍ୱର ପତନ ଘଟିଲା , ଯାହା ସହିତ ପ୍ରଶାସନିକ ଓ ସେନା ସମ୍ପର୍କୀୟ ପ୍ରଣାଳୀ , ସାହିତ୍ୟ , ଦାର୍ଶନିକତା ଓ ଇତିହାସଲେଖନର ଉଦୟ ହୋଇଥିଲା । ୨୨୧ ଖ୍ରୀ.
କପିଳେନ୍ଦ୍ର ଦେବ (୧୪୩୫–୧୪୬୫, ଜନ୍ମ: କପିଳେନ୍ଦ୍ର ରାଉତ) ଜଣେ ଉତ୍କଳୀୟ ସମ୍ରାଟ ଥିଲେ । ତାଙ୍କ ସମୟରେ ଉତ୍କଳର ସୀମା ଉତ୍ତରରେ ଗଙ୍ଗା ନଦୀଠାରୁ ଦକ୍ଷିଣରେ କାବେରୀ ନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିଲା ।ଯାଏଁ ଅଞ୍ଚଳ ଅଧୀକାର କରି "ଗଜପତି ଗୌଡେଶ୍ବର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ଉପାଧୀ" ପାଇଥିଲେ । ସେ ସୂର୍ଯ୍ୟ ବଂଶର ପ୍ରତିଷ୍ଠାତା ତଥା ପ୍ରଥମ ନରପତି ଥିଲେ । "ଗୌଡ଼େଶ୍ବର"ର ଅର୍ଥ ଗୌଡ଼ ଅର୍ଥାତ୍ ବଙ୍ଗର ଅଧୀଶ୍ବର ଏବଂ "ନବକୋଟି କର୍ଣାଟ କଳବର୍ଗେଶ୍ୱର"ର ଅର୍ଥ କର୍ଣ୍ଣାଟ (ବିଜୟନଗର ସାମ୍ରାଜ୍ଯ) ଏବଂ କଳବର୍ଗ (ବାହମନୀ ସାମ୍ରାଜ୍ୟର ପୂର୍ବତନ ରାଜଧାନୀ ନାମ ଥିଲା ଗୁଲବର୍ଗା)ର ନଅକୋଟି ଅଧିବାସୀଙ୍କର ପ୍ରଭୁ । ସେ ନିଜକୁ ଜଗନ୍ନାଥଙ୍କ ପରମ ସେବକ ମଣୁଥିଲେ ଓ ଗଜପତି ଉପାଧିରେ ଭୂଷିତ କରିଥିଲେ ।
ରୁପା ([Silver; ସିଲ୍ଭର୍] Error: {{Lang-xx}}: text has italic markup (help)) ହେଉଛି ଏକ ରାସାୟନିକ ମୌଳିକ ଯାହାର ପ୍ରତୀକ Ag (ଗ୍ରୀକ: άργυρος árguros; ଆର୍ଗୁରୋସ୍, [argentum; ଆର୍ଜେଣ୍ଟମ୍] Error: {{Lang-xx}}: text has italic markup (help), ଉଭୟ ପ୍ରାଚୀନ ଇଣ୍ଡୋ-ୟୁରୋପୀୟ ମୂଳ *arg-ରୁ ଆସିଛି,ମାନେ "grey" କିମ୍ବା "shining") ଓ ପରମାଣୁ କ୍ରମାଙ୍କ ୪୭ ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଜ୍ୟୋତିଷଶାସ୍ତ୍ର ଏକ ଛଦ୍ମ ବିଜ୍ଞାନ ଅଟେ, ଯାହା ଖଗୋଳିୟ ପିଣ୍ଡର ଚଳଣୀ ଏବଂ ସାପେକ୍ଷ ସ୍ଥିତିର ଅଧ୍ୟୟନ କରି ମନୁଷ୍ୟ ସମ୍ବନ୍ଧୀୟ ବିଷୟ ଏବଂ ସାଂସାରିକ ଘଟଣା ସମ୍ବନ୍ଧରେ ଦିବ୍ୟ କଥାବସ୍ତୁର ଦାବି କରିଥାଏ । ଏହି ଶାସ୍ତ୍ରଦ୍ୱାରା ମନୁଷ୍ୟ ତଥା ପୃଥିବୀର ଗ୍ରହ ଏବଂ ତାରାମାନଙ୍କର ଶୁଭ ତଥା ଅଶୁଭ ପ୍ରଭାବର ଅଧ୍ୟୟନ କରାଯାଇ ପାରେ । ଜ୍ୟୋତିଷ ଶବ୍ଦର ଅର୍ଥ ଗ୍ରହ ତଥା ନକ୍ଷତ୍ରଦ୍ୱାରା ସମ୍ବନ୍ଧିତ ରଖୁଥିବା ବିଦ୍ୟା । ଯଦିଓ ଏହି ଶବ୍ଦରୁ ଗଣିତ (ସିଦ୍ଧାନ୍ତ) ଜ୍ୟୋତିଷର ମଧ୍ୟ ବୋଧ ହୋଇଥାଏ, ତଥାପି ସାଧାରଣ ଲୋକ ଜ୍ୟୋତିଷ ବିଦ୍ୟାଦ୍ୱାରା ଫଳିତ ବିଦ୍ୟାର ଅର୍ଥ ବୋଲି ଭାବି ନିଅନ୍ତି।
ହୃଦ୍ପାତ ବା ହାର୍ଟ ଫେଲ (ଇଂରାଜୀରେ heart failure ସଂକ୍ଷିପ୍ତରେ HF), ରୋଗ କହିଲେ କ୍ରନିକ ହାର୍ଟ ଫେଲ ବା ଦୀର୍ଘସ୍ଥାୟୀ ହୃଦ୍ପାତ ରୋଗ ବୁଝାଏ ଯେଉଁଥିରେ ଶରୀରର ଆବଶ୍ୟକତା ଅନୁଯାୟୀ ରକ୍ତ ସଞ୍ଚାଳନ କରିବାକୁ ହୃତ୍ପିଣ୍ଡ ଅକ୍ଷମ ହୁଏ । ଏହାକୁ କଞ୍ଜେସ୍ଟିଭ ହାର୍ଟ ଫେଲ୍ୟୁର (ସଂକ୍ଷିପ୍ତରେ CHF) ବା କଞ୍ଜେସ୍ଟିଭ କାର୍ଡିଆକ ଫେଲ୍ୟୁର (ସଂକ୍ଷିପ୍ତରେ CCF) ମଧ୍ୟ କୁହାଯାଏ । ଏହାର ମୂଖ୍ୟ ଲକ୍ଷଣ ସମୂହ; ଛୋଟ ଶ୍ୱାସକ୍ରିୟା, ଅତ୍ୟଧିକ ଥକ୍କାଣ ଓ ପ୍ରାନ୍ତୀୟ ଇଡିମା ବା ଗୋଡ଼ ଫୁଲା ଦେଖାଯାଏ । ଛୋଟ ଶ୍ୱାସକ୍ରିୟା ହେବା ସମୟ:- ରୋଗୀ ବ୍ୟାୟାମ ବା ସମାନ୍ୟ ପରିଶ୍ରମ କଲେ, ଲମ୍ବ ଭାବରେ ଚିତ୍ ହୋଇ ଶୋଇଲେ ଯାହାକୁ ଅର୍ଥୋପ୍ନିଆ (ଇଂରାଜୀରେ orthopnea) କୁହାଯାଏ ଓ ରାତିରେ ଶୋଇଥିବା ବେଳେ ହୁଏ ଯାହାକୁ ପାରୋକ୍ସିସମାଲ ନୋକଚରନାଲ ଡିସନିଆ (ଇଂରାଜୀରେ breathing trouble at night while sleeping) କୁହାଯାଏ । ଉପଯୁକ୍ତ ଚିକିତ୍ସା କରାଯାଉଥିଲେ ମଧ୍ୟ ରୋଗୀର ଶ୍ରମଶକ୍ତି କମିଯାଏ । ହାର୍ଟ ଫେଲ୍ର କାରଣମାନଙ୍କ ମଧ୍ୟରେ କରୋନାରି ଧମନୀ ରୋଗ, ପୁର୍ବତନ ହୃଦ୍ଘାତ ବା ହାର୍ଟ ଆଟାକ୍, ଉଚ୍ଚ ରକ୍ତଚାପ, ଆଟ୍ରିଆଲ ଫିବ୍ରିଲେସନ, ଭାଲ୍ଭ୍ୟୁଲାର ହାର୍ଟ ରୋଗ ଓ କାର୍ଡିଓମାୟୋପାଥି ସାଧାରଣତଃ ଦେଖାଯାଏ । ଏହି ରୋଗଗୁଡ଼ିକ ହୃତ୍ପିଣ୍ଡର ଗଠନ କିମ୍ବା କର୍ମମାନଙ୍କୁ ବଦଳେଇ ଦେବାରୁ ହୃଦ୍ପାତ ହୁଏ । ଦୁଇ ପ୍ରକାର ହୃଦ୍ପାତ ଦେଖାଯାଏ: ପ୍ରଥମଟି ଭେଣ୍ଟ୍ରିକୁଲାର ଅପକର୍ମ, ଦ୍ୱିତୀୟଟି ବାମ ନିଳୟ ସଙ୍କୋଚନ ଶକ୍ତି କମିବା ବା ହୃତ୍ପିଣ୍ଡ ବିଶ୍ରାନ୍ତକ (relaxation) ଶକ୍ତି କମିବା ସହ ସାଧାରଣ ରକ୍ତ ନିଷ୍କାସନ ଥାଏ । ବ୍ୟାୟାମ ଶକ୍ତି କମିବା ସ୍ତରକୁ ନେଇ ଏହାର ଗ୍ରେଡ ନିର୍ଣ୍ଣୟ କରାଯାଏ । ହୃଦ୍ପାତ ସହ ହୃଦ୍ଘାତ ସମାନ ନୁହେଁ, ଦ୍ୱିତୀୟ ରୋଗରେ ହୃତ୍ପିଣ୍ଡ ମାଂସପେଶୀ ମରିଯାଏ ବା ହୃତ୍ପିଣ୍ଡ ବନ୍ଦ ହୋଇଯାଇ ରକ୍ତ ସଞ୍ଚାଳନ ସମ୍ପୁର୍ଣ୍ଣ ବନ୍ଦ ହୋଇଯାଏ ।ଏହି ହୃଦ୍ପାତ ଲକ୍ଷଣ ଭଳି ଅନ୍ୟ କେତେକ ରୋଗରେ ପ୍ରାୟ ସମାନ ଧରଣର ଲକ୍ଷଣ ଦେଖାଯାଏ, ସେମାନଙ୍କର ନାମ: ମୋଟାପଣ, ବୃକ୍କ ରୋଗ, ଯକୃତ ରୋଗ, ଆନିମିଆ ଓ ଥାଇରଏଡ ରୋଗ । ଲକ୍ଷଣ ଇତିହାସ ଓ ଶାରୀରିକ ପରୀକ୍ଷାଦ୍ୱାରା ରୋଗ ନିର୍ଣ୍ଣୟ କରାଯାଏ ଓ ଇ.ସି.ଜି. (electrocardiogram) ପରୀକ୍ଷା ଫଳକୁ ନେଇ ନିଷ୍ପତ୍ତି ନିଆଯାଏ । ରକ୍ତ ପରୀକ୍ଷା, ଇ.ସି.ଜି.