ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଚୈତ୍ରମାସ ଶୁକ୍ଳ ଅଷ୍ଟମୀ, ଅଶୋକାଷ୍ଟମୀ ନାମରେ ପରିଚିତ ଏବଂ ଏହି ଦିନର ଯାତ୍ରାର ରଥକୁ ରୁକୁଣା ରଥ ଯାତ୍ରା କହନ୍ତି । ବିଶେଷତଃ ଏହି ସମୟରେ ଦେବୀ ଦୁର୍ଗାଙ୍କ ବାସନ୍ତୀ ପୂଜା ଚାଲିଥାଏ । ସେହିପରି ଅଶୋକାଷ୍ଟମୀ ପରଦିନ ରାମ ନବମୀ ପାଳନ କରାଯାଏ । ରାମନବମୀ ପୂର୍ବଦିନ ଅଶୋକ ନାମ ଯୋଡ଼ିହୋଇ ଥିବାରୁ ରାମାୟଣର ଅଶୋକବନ କଥା ମନକୁ ଆସେ । ଏହିଦିନ ସୀତା ଅଶୋକ ଜଳପାନ କରି ଦୁଃଖ ଭୁଲିଯାଇଥିବାରୁ ସେହିଦିନଠାରୁ ଏହିଦିନଟି ପ୍ରସିଦ୍ଧ ହୋଇଛି ବୋଲି ଲୋକକଥା ରହିଛି । ଭେଷଜ ଶାସ୍ତ୍ରରୁ ଜଣାଯାଏ ଅଶୋକ ବୃକ୍ଷ ସ୍ତ୍ରୀଲୋକଙ୍କ ଉପକାରୀ । ବିଶେଷକରି ପୁନର୍ବସୁ ନକ୍ଷତ୍ରରେ ଏହା ସେବନ କଲେ ଅଧିକ ଫଳପ୍ରଦ ହୁଏ । କିଛିଲୋକଙ୍କ ମତରେ ରାବଣ ଜଣେ ବୈଜ୍ଞାନିକ ଥିଲା ଏବଂ ସ୍ତ୍ରୀଲୋକଙ୍କ ପ୍ରଧାନ ଋତୁଜନିତ ରୋଗ ନିରାକରଣ ନିମିତ୍ତ ଅଶୋକବନ ସୃଷ୍ଟି କରିଥିଲେ । ଏହି ବନରେ ସୀତାଙ୍କୁ ରଖିଲେ ତାଙ୍କର ଶାରୀରିକ ବିଶେଷତଃ ସ୍ତ୍ରୀରୋଗ ହେବନାହିଁ ବୋଲି ରାବଣ ସୀତାଙ୍କୁ ସେଠାରେ ରଖାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ନବଗୁଞ୍ଜର ସାରଳା ମହାଭାରତରେ ବର୍ଣ୍ଣିତ ଏକ ବିଚିତ୍ର ପ୍ରାଣୀ । ବର୍ଣ୍ଣନା ଅନୁସାରେ ଏହି ପ୍ରାଣୀ ନଅଗୋଟି ପଶୁପକ୍ଷୀଙ୍କ ଅଙ୍ଗର ଏକ ସମ୍ମିଶ୍ରଣ । ବିଷ୍ଣୁ ବା କୃଷ୍ଣଙ୍କ ଏକ ଅବତାର ଭାବେ ନବଗୁଞ୍ଜର ଗୃହୀତ । ନବଗୁଞ୍ଜରର ଚୂଳ ଓ ଶିର କୁକୁଡ଼ାର, ବେକ ମୟୂରର, ଗୋଟିଏ ଭୁଜ ମନୁଷ୍ୟର, ଗୋଟିଏ ପାଦ ହାତୀର, ଗୋଟିଏ ପାଦ ବାଘର, ଗୋଟିଏ ପାଦ ଘୋଡ଼ାର, ପିଠି ବୃଷଭର, କଟି ସିଂହର ଓ ଲାଞ୍ଜ ସାପର । ପଟ୍ଟଚିତ୍ରକାରଙ୍କ ପାଇଁ ନବଗୁଞ୍ଜର ଏକ ପ୍ରିୟ ବିଷୟ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ମଦ୍ୟାତ୍ୟୟ (ଇଂରାଜୀ ଭାଷାରେ ଆଲକୋହୋଲିଜ୍ମ ବା ଆଲକୋହୋଲ ୟୁଜ ଡିଜଅର୍ଡର ବା ଆଲକୋହୋଲ ଡିପେଣ୍ଡେନ୍ସ ସିଣ୍ଡ୍ରୋମ ଯଥାକ୍ରମେ alcoholism, ବା alcohol use disorder (AUD) ବା alcohol dependence syndrome), ଏକ ବିସ୍ତାରିତ ଶବ୍ଦ ଯାହା ଅତ୍ୟଧିକ ଆଲକୋହୋଲ ବା ମଦ୍ୟପାନ କରିବା ପରେ ହେଉଥିବା ଅସୁବିଧା ସମୂହକୁ ବୁଝାଏ । ପୂର୍ବରୁ ଏହା ଆଲକୋହୋଲ ଆବ୍ୟୁଜ ଓ ଆଲକୋହୋଲ ଡିପେଣ୍ଡେନ୍ସ ନାମରେ ଦୁଇଭାଗରେ ବିଭକ୍ତ କରାଯାଉଥିଲା । ଚିକିତ୍ସା ବିଜ୍ଞାନରେ ନିମ୍ନ ଲିଖିତ ଅସୁବିଧାମାନଙ୍କ ମଧ୍ୟରୁ ଦୁଇ ବା ତତୋଧିକ ଅସୁବିଧା ଥିଲେ ମଦ୍ୟାତ୍ୟୟ ବା ଆଲକୋହୋଲିଜ୍ମ ନାମ ଦିଆଯାଏ ଯଥା:- ଜଣେ ବ୍ୟକ୍ତି ବହୁତ ଦିନଧରି ଅତ୍ୟଧିକ ମଦ୍ୟପାନ କରୁଥିବ, ମଦ୍ୟପାନ ନିମନ୍ତେ ଅନେକ ସମୟ ବ୍ୟୟ କରୁଥିବ, ଅତ୍ୟଧିକ ମଦ୍ୟପାନ ଇଚ୍ଛା କରୁଥିବ, ମଦ୍ୟପାନ କରି ନିଜର କର୍ତ୍ତବ୍ୟ ସମ୍ପାଦନ କରୁନଥିବ, ସାମାଜିକ ସମସ୍ୟା ସୃଷ୍ଟି କରୁଥିବ, ସ୍ୱାସ୍ଥ୍ୟ ସମସ୍ୟା ହେଉଥିବ, ସଙ୍କଟଜନକ ଅବସ୍ଥା ସୃଷ୍ଟି କରୁଥିବ, ମଦ୍ୟପାନ ବନ୍ଦକଲେ ନିରୋଧନ ବା ଉଇଥଡ୍ରୟାଲ ଲକ୍ଷଣ ବାହାରୁଥିବ ଓ ଏହାର ବ୍ୟବହାର- ଅସହନଶୀଳତା ହେଉଥିବ । ଆଲକୋହୋଲ ସେବନ କଲେ ଶରୀରର ସମସ୍ତ ଅଙ୍ଗ ପ୍ରଭାବିତ ହୁଅନ୍ତି ଯେପରିକି ମସ୍ତିଷ୍କ, ହୃତପିଣ୍ଡ, ଯକୃତ, ଅଗ୍ନାଶୟ ଓ ଇମ୍ମ୍ଯୁନିଟି ବିଭାଗ । ଏହା ଫଳରେ ମାନସିକ ରୋଗ, ୱେର୍ଣିକ କୋର୍ସାକୋଫ ସିଣ୍ଡ୍ରୋମ, ଅନିୟମିତ ହୃତ୍ସ୍ପନ୍ଦନ, ସିରୋସିସ୍ ଓ କର୍କଟ ସମ୍ଭାବନା ଦେଖାଯାଏ । ଗର୍ଭାବସ୍ଥାରେ ମଦ୍ୟପାନ କଲେ ଗର୍ଭସ୍ଥ ଶିଶୁର ଫିଟାଲ ଆଲକୋହୋଲ ସ୍ପେକ୍ଟ୍ରମ ଡିଜଅର୍ଡର ହୁଏ । ମଦର ବିପଦଜନକ ଶାରୀରିକ ଓ ମାନସିକ ପ୍ରଭାବ ପୁରୁଷଙ୍କ ଅପେକ୍ଷା ମହିଳାଙ୍କ ଉପରେ ଅଧିକ ପଡ଼େ । ଉଭୟ ଜେନେଟିକ ଓ ପରିବେଶ ଉପାଦାନ ଯୋଗୁ ଆଲକୋହୋଲିଜ୍ମ ହେବା ବିଶ୍ୱାସ କରାଯାଏ ଓ ଉଭୟ ସମପରିମାଣରେ ଏଥି ନିମନ୍ତେ ଦାୟୀ । ଆଲକୋହୋଲିକ ଥିବା ଜଣେ ପିତାମାତା ବା ଭାଇ ଭଉଣୀ ଥିଲେ ୩ରୁ ୪ ଗୁଣ ଅଧିକ ସଙ୍କଟ ରହେ । ସାମାଜିକ, ସାଂସ୍କୃତିକ ଓ ବ୍ୟବହାରିକ ପ୍ରଭାବ ମଧ୍ୟ ରହେ । ଉଚ୍ଚ ଧରଣର ମାନସିକ ଚାପ, ଉତ୍କଣ୍ଠା ଓ ସହଜ ଲବ୍ଧ ଆଲକୋହୋଲ ଏହି ରୋଗ ସଙ୍କଟ ବଢ଼େଇ ଦିଏ । ରୋଗ ଲକ୍ଷଣ କମେଇବା ନିମନ୍ତେ ବା ପ୍ରତିରୋଧ କରିବା ନିମନ୍ତେ ଆଂଶିକ ଭାବେ ଆଲକୋହୋଲ ପିଆଯାଇପାରେ । ମଦ୍ୟ ପାନ ସଂପୂର୍ଣ୍ଣ ବନ୍ଦ କଲେ ମଧ୍ୟ କିଛି ମାସ ଧରି ଲକ୍ଷଣ ଚାଲୁ ରହେ । ଚିକିତ୍ସା ବିଜ୍ଞାନ ଅନୁସାରେ ଆଲକୋହୋଲିଜ୍ମ ଉଭୟ ଶାରୀରିକ ଓ ମାନସିକ ରୋଗ ରୂପେ ବିବେଚନା କରାଯାଏ । ପ୍ରଶ୍ନାବଳୀ ଓ ରକ୍ତ ପରୀକ୍ଷା କରି ସନ୍ଦେହାତ୍ମକ ରୋଗ ନିର୍ଣ୍ଣୟ କରାଯାଏ । ରୋଗ ନିଧାର୍ଯ୍ୟ ନିମନ୍ତେ ଅଧିକ ତଥ୍ୟ ସଂଗ୍ରହ କରାଯାଏ । ଆଲକୋହୋଲ ବା ମଦର ସୀମିତ ବିକ୍ରି ଓ ନିୟନ୍ତ୍ରଣ, ଆଲକୋହୋଲ ଟିକସ ବୃଦ୍ଧି ଓ ଶସ୍ତା ଚିକିତ୍ସା ଉପଲବ୍ଧ କଲେ ମଦ୍ୟାତ୍ୟୟ ଦୂର କରିବା ସମ୍ଭବପର ହେବ । କେତେ ଗୁଡ଼ିଏ ସୋପାନ ଦେଇ ଚିକିତ୍ସା କରାଯାଏ । ମଦ ହଠାତ ତ୍ୟାଗ କଲେ ସ୍ୱାସ୍ଥ୍ୟ ସଙ୍କଟ ଦେଖାଯାଏ, ତେଣୁ ନିୟନ୍ତ୍ରିତ ଆଲକୋହୋଲ ଡିଟକ୍ସିଫିକେସନ କରାଯାଏ । ଏଥି ନିମନ୍ତେ ବେଞ୍ଜୋଡାଏଜେପିନ ଦଳର ଡାଏଜେପାମ ସାଧାରଣତଃ ବ୍ୟବହାର କରାଯାଏ । ଏହି ଚିକିତ୍ସା ଡାକ୍ତରଖାନାରେ ଆଡମିସନ ନେଇ କରାଯାଏ କିମ୍ବା କ୍ୱଚିତ ଘରେ ସ୍ୱତନ୍ତ୍ର ନିରୀକ୍ଷାରେ କରାଯାଏ । ଏହାର ଚିକିତ୍ସାରେ ମାନସିକ ବ୍ୟାଧି ଓ ଅନ୍ୟ ନିଶା ଜଟିଳତା ସୃଷ୍ଟି କରିବା ସମ୍ଭାବନା ଥାଏ । ଡିଟକ୍ସିଫିକେସନ ପରେ ଦଳଗତ ଥେରାପି ଓ ସାହାଯ୍ୟକାରୀ ଦଳ ରୋଗୀକୁ ପୁନର୍ବାର ନିଶାଗ୍ରସ୍ତ ହେବାରୁ ରକ୍ଷା କରିବାରେ ସାହାଯ୍ୟ କରନ୍ତି । ଅନାମଧେୟ ମଦ୍ୟାସକ୍ତ ଦଳ ସାଧାରଣତଃ ସାହାଯ୍ୟ କରନ୍ତି । ଆକାମ୍ପ୍ରୋସେଟ, ଡାଇସଲଫିରାମ ବା ନାଲଟ୍ରେକସୋନ ଭଳି ଔଷଧ ପୁନର୍ବାର ମଦ୍ୟପାନ କରିବାରୁ ରକ୍ଷାକରିବାକୁ ଦିଆଯାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ହିସାବ ଅନୁସାରେ ସନ ୨୦୧୦ରେ ସାରା ପୃଥିବୀରେ ୨୦୮ ନିୟୁତ (୧୫ ବର୍ଷ ବୟସ ଉପରେ ୪.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଉଇକିଖବର ଉଇକିପିଡ଼ିଆ ଫାଉଣ୍ଡେସନର ମୁକ୍ତ ସାମଗ୍ରୀ ସମାଚାର ସ୍ତ୍ରୋତ ଉଇକି ଏବଂ ଏକ ଉଇକିମିଡ଼ିଆ ପ୍ରଯୋଜନାର ସହଯୋଗୀ ପତ୍ରକାରିତା ମାଧ୍ୟମରେ କମକରିଥାଏ । ଉଇକିପିଡ଼ିଆର ସହ-ସଂସ୍ଥାପକ "ଜିମି ୱେଲ୍ସ" ଉଇକିଖବରକୁ ଉଇକିପିଡ଼ିଆରୁ ଅଲଗା କରିଥିଲେ, ଉଇକିଖବରରେ ପ୍ରତ୍ୟେକକାହାଣୀକୁ ଏକ ବିଶ୍ୱକୋଷ ଲେଖାର ଏକ ସମାଚାର କାହାଣୀ ରୂପେ ଲେଖାଯାଇଥାଏ । ଉଇକିଖବରରେ ନାଗରିକ ପତ୍ରକାରିତା, ମିଡ଼ିଆ ଏବଂ ଓମି ନ୍ୟୁଜ ପରି ଅନ୍ୟ ପ୍ରୟାସରେ ପତ୍ରକାରିତାକୁ ସ୍ୱୀକାର କରାଯାଏ । ଉଇକିମିଡ଼ିଆ ଫାଉଣ୍ଡେସନର ଅଧିକାଂଶ ପରିଯୋଜନାର ବିପରୀତ, ଉଇକିଖବରର ମୂଳ ରିପୋର୍ଟ ଏବଂ ସାକ୍ଷାତକାର ରୂପେ ଅନୁମତି ଦେଇଥାଏ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ପଦ୍ମିନୀ କୋଲହାପୁରୀ (ଜନ୍ମ: ୧ ନଭେମ୍ବର ୧୯୬୫) ଜଣେ ଭାରତୀୟ ଅଭିନେତ୍ରୀ ଓ ଗାୟିକା, ଯିଏ ପ୍ରାଧାନତଃ ହିନ୍ଦୀ ଓ ମରାଠୀ ଚଳଚ୍ଚିତ୍ରରେ କାମ କରିଥାନ୍ତି। କୋଲହାପୁରୀଙ୍କୁ ୧୯୮୦ ଦଶକର ଅଗ୍ରଣୀ ଅଭିନେତ୍ରୀମାନଙ୍କ ମଧ୍ୟରେ ସେ ଅନ୍ୟତମ। ଚାରି ଦଶକରୁ ଅଧିକ ସମୟ ଧରି ତାଙ୍କର କ୍ୟାରିୟରରେ ସେ ୭୫ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ଏବଂ ତିନୋଟି ଫିଲ୍ମଫେୟାର ପୁରସ୍କାର ସହିତ ଅନେକ ସମ୍ମାନ ଅର୍ଜନ କରିଛନ୍ତି।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଆମ୍ବିଳ (ଶାକର ଓ ଲେଥା ନାମରେ ମଧ୍ୟ ଜଣାଶୁଣା) ଏକ ବା ଏକାଧିକ ପରିବା ରାନ୍ଧି ତିଆରି ହୋଇଥିବା ଏକ ଓଡ଼ିଆ ଖାଦ୍ୟ । ଏହାର ସ୍ୱାଦ ସାଧାରଣତଃ ଖଟା-ମିଠା ହୋଇଥାଏ । ପୁରୀର ବିଭିନ୍ନ ଜଣାଶୁଣା ଖାଦ୍ୟ ଭିତରୁ ଆମ୍ବିଳ ଅନ୍ୟତମ ଓ ଏହା ଦ୍ୱିପହର ବା ରାତି ଭୋଜନର ଏକ ଅଂଶ । ଆମ୍ବିଳ ପୁରୀ ଜଗନ୍ନାଥ ମନ୍ଦିରରେ ଅବଢ଼ା ଭିତରୁ ଏକ ଓ ଶାକର ନାମରେ ଜଣା ଏବଂ ପଶ୍ଚିମ ଓଡ଼ିଶାରେ ଲେଥା ନାମରେ ଜଣା । ନୂଆଖାଇ ସମୟରେ ପଶ୍ଚିମ ଓଡ଼ିଶାରେ ରନ୍ଧାଯାଉଥିବା ବିଭିନ୍ନ ମୁଖ୍ୟ ବ୍ୟଞ୍ଜନ ଭିତରୁ ଆମ୍ବିଳ ଏକ । ମୂଳା, ବାଇଗଣ, କଦଳୀ ଭଳି ଋତୁକାଳୀନ ପନିପରିବାକୁ ଦହିରେ ଫୁଟାଇ ଏକ ପ୍ରକାର ଆମ୍ବିଳ କରାଯାଏ । ଆଉ ଏକ ପ୍ରକାର ଆମ୍ବିଳ ଛତୁକୁ ଲୁଣ, ହଳଦୀ ଗୁଣ୍ଡ ଏବଂ ଏକ ଚିମୁଟା ହେଙ୍ଗୁ ପକାଇ କରାଯାଇଥାଏ । ପରିବା ଫୁଟିବା ପରେ ପରଷିବା ଆଗରୁ ଆମ୍ବିଳରେ ପଞ୍ଚୁଫୁଟଣ, ତେଜ ପତ୍ର ଓ ଶୁଖିଲା ଲାଲ ଲଙ୍କା ଛୁଙ୍କ ଦିଆଯାଇଥାଏ । ପରିବା ମଧ୍ୟରେ ମଧ୍ୟ ସ୍ଥାନ ଓ ପର୍ବପର୍ବାଣି ବିଶେଷରେ ଭିନ୍ନ ଭିନ୍ନ ପରିବା ବ୍ୟବହାର ହୁଏ । ପଶ୍ଚିମ ଓଡ଼ିଶାରେ ଖଟା କରିବା ପାଇଁ ହେଣ୍ଡୁଆ ବ୍ୟବହାର ବିଧି ରହିଛି । କେତେକ ସ୍ଥାନରେ ଆମ୍ବିଳରେ ଭେଣ୍ଡି ଓ ସଜନା ଛୁଇଁର ବ୍ୟବହାର ମଧ୍ୟ ହୋଇଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
୩ୟ ଲୋକ ସଭା ୧୯୬୨ ମସିହାରେ ଗଠିତ ହୋଇଥିଲା । ଏହି ଲୋକ ସଭା ୧୯୬୨ ମସିହାର ସାଧାରଣ ନିର୍ବାଚନ ପରେ ୨ ଅପ୍ରେଲ ୧୯୬୨ରୁ ଆରମ୍ଭ ହୋଇ ପାଞ୍ଚ ବର୍ଷ ପରେ ୩ ମାର୍ଚ୍ଚ ୧୯୬୭ରେ ଶେଷ ହୋଇଥିଲା । ୧୯୫୭ର ନିର୍ବାଚନ ପରେ ରାଜ୍ୟସଭାର ୧୫ ଜଣ ସଦସ୍ୟ ୨ୟ ଲୋସଭାକୁ ମନୋନୀତ ହୋଇଥିଲେ । ଏହି ଲୋକ ସଭାରେ ସମୁଦାୟ ୪୯୪ଟି ଆସନ ପାଇଁ ନିର୍ବାଚନ ହୋଇଥିଲା, ଯେଉଁଥିରୁ କଂଗ୍ରେସ ଦଳ ସମୁଦାୟ ୩୬୧ଟି ଆସନରେ ବିଜୟଲାଭ କରିଥିଲା । ଲୋକ ସଭା ପାଇଁ ସାଧାରଣ ନିର୍ବାଚନ ସରିବା ପରେ ରାଜ୍ୟସଭାରୁ ୧୪ ଜଣ ପାର୍ଥୀ ମନୋନୀତ ହୋଇ ଲୋସଭାକୁ ଆସିଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ସଙ୍ଗୀତା ବିଜଲାନୀ(ଜନ୍ମ: ୯ ଜୁଲାଇ ୧୯୬୦) ଜଣେ ଭାରତୀୟ ପୂର୍ବତନ ଅଭିନେତ୍ରୀ, ମଡେଲ୍ ଏବଂ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ବିଜେତା, ଯିଏ ୧୯୮୦ ମସିହାରେ ଫେମିନା ମିସ୍ ଇଣ୍ଡିଆ ମୁକୁଟ ଜିତିଥିବାରୁ ପରିଚିତ। ସେ ମିସ୍ ୟୁନିଭର୍ସ ୧୯୮୦ ପ୍ରତିଯୋଗିତାରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ସେ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ନିଜ କାର୍ଯ୍ୟଜୀବନ ଆରମ୍ଭ କରିଥିଲେ ଏବଂ କାତିଲ (୧୯୮୮) ଫିଲ୍ମରେ ପ୍ରମୁଖ ଭୂମିକାରେ ଦେଖାଦେଇଥିଲେ । ଏହା ସହ ତ୍ରିଦେବ (୧୯୮୯) ଫିଲ୍ମରେ ଅଭିନୟ କରିଥିବା ତିନିଜଣ ପ୍ରମୁଖ ନାୟିକାଙ୍କ ମଧ୍ୟରୁ ଅନ୍ୟତମ ଥିଲେ।
ଗୋପାଳବଲ୍ଲଭ ଦାସ (୨୩ ଡିସେମ୍ବର ୧୮୬୦ - ୧୯୧୪) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଏବଂ ବ୍ରିଟିଶ ଶାସନ ସମୟରେ ଓଡ଼ିଶା କମିଶନରଙ୍କର ସହାୟକ, ଡେପୁଟି ମାଜିଷ୍ଟେଟ ଓ ଗଡ଼ଜାତ ସମୂହର ସହାୟକ ସୁପୁରିଣ୍ଟେଣ୍ଡେଣ୍ଟ ଥିଲେ । ସେ ପ୍ରଧାନତଃ ଓଡ଼ିଆ ଉପନ୍ୟାସ, କବିତା ଓ ଅନୁବାଦ ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚିତ ଉପନ୍ୟାସ ଭୀମା ଭୂଇଁଆ ଥିଲା ଓଡ଼ିଆରେ ଲିଖିତ ପ୍ରଥମ ଜନଜାତି ଉପନ୍ୟାସ ।
ରଘୁନାଥ ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୯୦, ୧୯୯୫, ୨୦୦୦, ୨୦୦୪ ଓ ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ, ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଛୁରିଅନା ବକୁଳବନରୁ ତାଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ଏହା ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ତପନ କୁମାର ମିଶ୍ର ଏବେ ସମାଜର ସମ୍ପାଦକ ଏବଂ ରାଜେନ୍ଦ୍ର ଜେନା ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଗ୍ରେଗୋରୀ ପାଞ୍ଜି ଅନୁସାରେ ୨୮ ଫେବୃଆରୀ ବର୍ଷର ୫୯ତମ ଦିବସ ଅଟେ । ବର୍ଷ ଶେଷ ହେବା ପାଇଁ ଆଉ ୩୦୬ ଦିନ ବାକି ଅଛି (ଅଧିବର୍ଷ ଗୁଡ଼ିକରେ ୩୦୭ ଦିନ ) । "ଆରେ, ମୁଁ ଆଜି ଏହି ଚମତ୍କାର ୱେବସାଇଟ୍ ପରିଦର୍ଶନ କରିଥିଲି । ଯେଉଁଥିରେ ବିଭିନ୍ନ ପର୍ବ ପାର୍ବାଣି, ଏକାଦାଶି, ଅମାବାସ୍ୟା, ଏବଂ ସଙ୍କ୍ରାନ୍ତୀ ଆହୁରି ଅନେକ ... ବିଷୟରେ ସୂଚନା ପ୍ରଦାନ କରାଯାଇଅଛି | ଗୁରୁତ୍ୱପୂର୍ଣ୍ଣ ତାରିଖ ଏବଂ ଘଟଣାଗୁଡ଼ିକର ନଜର ରଖିବା ପାଇଁ ଏହା ପ୍ରକୃତରେ ସହାୟକ ହୋଇଥାଏ । ମୋଟ ଉପରେ, ଯେଉଁମାନେ ଭାରତରେ ଗୁରୁତ୍ୱପୂର୍ଣ୍ଣ ସାଂସ୍କୃତିକ ଏବଂ ଧାର୍ମିକ ଉତ୍ସବ ବିଷୟରେ ଅବଗତ ରହିବାକୁ ଚାହାଁନ୍ତି ସେମାନଙ୍କ ପାଇଁ ଏହା ଏକ ଉପଯୋଗୀ ୱେବସାଇଟ୍/ଟୁଲ୍ | ମୁଁ ଭାବିଲି ଆପଣ ମଧ୍ୟ ଏହାକୁ ଯାଞ୍ଚ କରିବାକୁ ଆଗ୍ରହୀ ହୋଇପାରନ୍ତି। http://shopside.in/parbadina Archived 2023-03-07 at the Wayback Machine.
ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ହେଉଛି ଭାରତର ଏକ କେନ୍ଦ୍ରଶାସିତ ଅଞ୍ଚଳ ଯେଉଁଥିରେ ୫୭୨ଟି ଦ୍ୱୀପ ରହିଛି, ଯେଉଁଥିରୁ କେବଳ ୩୮ଟିରେ ଜନବସତି ରହିଛି। ଏହି ଦ୍ୱୀପପୁଞ୍ଜକୁ ଦୁଇଟି ମୁଖ୍ୟ ସମୂହରେ ବିଭକ୍ତ କରାଯାଇଛିଃ ଉତ୍ତର ଆଣ୍ଡାମାନ ଦ୍ୱୀପ ଏବଂ ଦକ୍ଷିଣ ନିକୋବର ଦ୍ୱୀପ, ଯାହା ୧୫୦ କିଲୋମିଟର (୯୩ ମାଇଲ) ପ୍ରଶସ୍ତ ଚ୍ୟାନେଲ ଦ୍ୱାରା ପୃଥକ ହୋଇଛି। ଏହି ଅଞ୍ଚଳର ରାଜଧାନୀ ଏବଂ ସର୍ବବୃହତ ସହର, ପୋର୍ଟ ବ୍ଲେୟାର (ଆନୁଷ୍ଠାନିକ ଭାବେ ଶ୍ରୀ ବିଜୟ ପୁରମ୍) ଚେନ୍ନାଇ ଠାରୁ ପ୍ରାୟ ୧,୧୯୦ କିଲୋମିଟର (୭୪୦ ମାଇଲ) ଏବଂ ଭାରତର ମୁଖ୍ୟ ଭୂଖଣ୍ଡରେ କୋଲକାତା ଠାରୁ ୧,୨୫୫ କିଲୋମିଟର (୭୮୦ ମାଇଲ) ଦୂରରେ ଅବସ୍ଥିତ। ଏହି ଦ୍ୱୀପପୁଞ୍ଜଗୁଡ଼ିକ ପଶ୍ଚିମରେ ବଙ୍ଗୋପସାଗର ଏବଂ ପୂର୍ବରେ ଆଣ୍ଡାମାନ ସାଗର ମଧ୍ୟରେ ଅବସ୍ଥିତ। ହୁଗୁଳି ନଦୀ ମୁହାଣରୁ ଏହାର ଉତ୍ତରତମ ବିନ୍ଦୁ ୯୦୧ କିଲୋମିଟର (୫୬୦ ମାଇଲ) ଦୂରରେ ଅବସ୍ଥିତ। ଇନ୍ଦିରା ପଏଣ୍ଟ, ଗ୍ରେଟ ନିକୋବରର ଦକ୍ଷିଣ ପ୍ରାନ୍ତରେ ୬° ୪୫'୧୦ "N ଏବଂ ୯୩° ୪୯'୩୬" E ରେ ଅବସ୍ଥିତ, ଭାରତର ଦକ୍ଷିଣତମ ବିନ୍ଦୁ । ଏହି ଅଞ୍ଚଳ ଇଣ୍ଡୋନେସିଆ ସହିତ ପ୍ରାୟ ୧୬୫ କିଲୋମିଟର (ଦକ୍ଷିଣରେ ୧୦୩ ମାଇଲ), ମିଆଁମାର ୨୮୦ କିଲୋମିଟର (ଉତ୍ତର-ପୂର୍ବରେ ୧୭୦ ମାଇଲ) ଏବଂ ଦକ୍ଷିଣ-ପୂର୍ବରେ ୬୫୦ କିଲୋମିଟର (୪୦୦ ମାଇଲ) ଥାଇଲାଣ୍ଡ ସହିତ ସାମୁଦ୍ରିକ ସୀମା ଅଂଶୀଦାର କରେ । ୨୦୧୧ ଜନଗଣନା ଅନୁଯାୟୀ, ଏହି ଦ୍ୱୀପପୁଞ୍ଜଗୁଡ଼ିକର ମୋଟ କ୍ଷେତ୍ରଫଳ ପାଖାପାଖି ୮,୨୪୯ ବର୍ଗ କି. ମି.
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।