ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ପଲ୍ ଜେକସନ ପୋଲୋକ ( ୨୮ ଜାନୁଆରୀ ୧୯୧୨- ୧୧ ଅଗଷ୍ଟ ୧୯୫୬) ଜଣେ ପ୍ରସିଦ୍ଧ ପ୍ରଭାବୀ ଆମେରିକୀୟ ଚିତ୍ରଶିଳ୍ପୀ । ଏହି ଚିତ୍ରଶିଳ୍ପୀଙ୍କୁ ବିଂଶଶତାବ୍ଦୀର ଚିତ୍ର ଜଗତର ଧ୍ରୁବତାରା ବୋଲି କୁହାଯାଏ । ଆମେରିକାର ଏହି ଚିତ୍ରକରଙ୍କର ବିଶେଷତା ଥିଲା ଡ୍ରିପ୍ ପେଣ୍ଟିଂରେ । ସେ ଅବ୍ୟବସ୍ଥିତ ପ୍ରକୃତି ତଥା ମଣିଷମାନଙ୍କର ମନକୁ ନେଇ ଅତି ସୁନ୍ଦର ଭାବରେ ଚିତ୍ର ପ୍ରସ୍ତୁତ କରିପାରୁଥିଲେ । ଜୀବନର ସ୍ୱଳ୍ପ ପରିଧୀ ମଧ୍ୟରେ ସେ ଲାଭ କରିଛନ୍ତି ଅସୁମାରି ଶ୍ରଦ୍ଧା ଓ ଖ୍ୟାତି । ନିର୍ଜନତା ଥିଲା ତାଙ୍କର ଅତ୍ୟନ୍ତ ପ୍ରିୟ । ସେ ସବୁଠୁ ବେଶୀ ଖୁସି ପାଉଥିଲେ ଯେତେବେଳେ ତାଙ୍କୁ ନିଃସଙ୍ଗତା ମିଳିଯାଉଥିଲା। ସେଥିଲାଗି ତାଙ୍କୁ ଅନେକ ସନ୍ୟାସୀ ଚିତ୍ରଶିଳ୍ପୀ ବୋଲି ସମ୍ବୋଧନ କରୁଥିଲେ । ୧୯୪୫ ମସିହାରେ ତାଙ୍କର ବିବାହ ହୋଇଥିଲା ଶିଳ୍ପୀ ଲୀ’ କ୍ରାସନରଙ୍କ ସହିତ । ବିବାହ ପରେ ଲୀ’ଙ୍କ ପ୍ରେରଣା ତାଙ୍କର ଚିତ୍ରକର ଜୀବନକୁ ଅଧିକ ଶାଣିତ ଓ ରଙ୍ଗମୟ କରିଥିଲା ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଆଡାମୋରୋବ ସାଙ୍କେତିକ ଭାଷା କିମ୍ବା AdaSL ହେଉଛି ପୂର୍ବ ଘାନାର ଏକ ଆକାନ ଗ୍ରାମ ଆଡାମୋରୋବରେ ବ୍ୟବହୃତ ଏକ ଗ୍ରାମ୍ୟ ସାଙ୍କେତିକ ଭାଷା । ଏହାକୁ ପ୍ରାୟ ୩୦ ଜଣ ବଧିର ଏବଂ ୧୩୭୦ ଜଣ ଶ୍ରବଣକାରୀ ଲୋକ (୨୦୦୩) ବ୍ୟବହାର କରନ୍ତି। ଏହି ପରିସ୍ଥିତିରେ, AdaSL ଏକ ଆଦିବାସୀ ସାଙ୍କେତିକ ଭାଷା ଭାବରେ ବିକଶିତ ହୋଇଛି, ଯାହା ଦେଶର ମାନକ ଘାନାଇ ସାଙ୍କେତିକ ଭାଷା (ଯାହା ଆମେରିକୀୟ ସାଙ୍କେତିକ ଭାଷା ସହିତ ଜଡିତ ) ଠାରୁ ସମ୍ପୂର୍ଣ୍ଣ ସ୍ୱାଧୀନ। AdaSL ହେଉଛି ଏକ ସେୟାର କରାଯାଇଥିବା ସାଙ୍କେତିକ ଭାଷା ଯାହା ଘାନାଇ ସାଙ୍କେତିକ ଭାଷା ପରି ସହରାଞ୍ଚଳ ସାଙ୍କେତିକ ଭାଷାଠାରୁ ଭିନ୍ନ କାରଣ ଏକ ସେୟାର କରାଯାଇଥିବା ସାଙ୍କେତିକ ଭାଷାର ଅଧିକାଂଶ ବକ୍ତା ପ୍ରକୃତରେ ବଧିର ନୁହଁନ୍ତି। ଜାତୀୟ ସାଙ୍କେତିକ ଭାଷା ସାଧାରଣତଃ ବଧିର ବ୍ୟକ୍ତିଙ୍କ ଦ୍ୱାରା ବ୍ୟବହାର ପାଇଁ ଉଭା ହୁଏ ଯେପରିକି ବଧିରମାନଙ୍କ ପାଇଁ ବିଦ୍ୟାଳୟରେ ପଢ଼ୁଥିବା ବ୍ୟକ୍ତିମାନେ। ସେୟାର କରାଯାଇଥିବା ସାଙ୍କେତିକ ଭାଷାର ଏହି ଗୁରୁତ୍ୱପୂର୍ଣ୍ଣ ବୈଶିଷ୍ଟ୍ୟ ଏହାକୁ ରକ୍ଷଣାବେକ୍ଷଣ, ବିକଶିତ ଏବଂ ସେୟାର କରିବାର ଉପାୟକୁ ପରିବର୍ତ୍ତନ କରେ। ଏକ ସେୟାର କରାଯାଇଥିବା ସାଙ୍କେତିକ ସମ୍ପ୍ରଦାୟର ଏକ ଐତିହାସିକ ଉଦାହରଣ ହେଉଛି ମାର୍ଥାର ଦ୍ରାକ୍ଷାକ୍ଷେତ୍ର ଦ୍ୱୀପ ( ମାର୍ଥାର ଦ୍ରାକ୍ଷାକ୍ଷେତ୍ର ସାଙ୍କେତିକ ଭାଷା )।
ଆଡାରା ଭାଷା (Adara), (ଯାହା: ଏଡା କିମ୍ବା କାଡାରା ନାମରେ ମଧ୍ୟ ପରିଚିତ), ନାଇଜେରିଆର ଏକ ପ୍ରମୁଖ ଆଞ୍ଚଳିକ ଭାଷା। ଏହା ସେଣ୍ଟ୍ରାଲ ପ୍ଲାଟିଉ ଭାଷା ଗୋଷ୍ଠୀର ଅଂଶ ଏବଂ ମୁଖ୍ୟତଃ ଆଡାରା ଜାତିଗତ ସମୁଦାୟ ଦ୍ୱାରା କଥିତ। ଆଡାରା ଲୋକମାନେ ପ୍ରଧାନତଃ ନାଇଜେରିଆର କାଦୁନା ରାଜ୍ୟ ଏବଂ ନାଇଜର ରାଜ୍ୟର କିଛି ଅଞ୍ଚଳରେ ବସବାସ କରନ୍ତି। “ଆଡାରା” ଶବ୍ଦଟି ଭାଷା ଓ ଜାତିଗତ ପରିଚୟ ଉଭୟକୁ ସୂଚିତ କରେ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଆଡେଲେ ଭାଷା, (ଯାହା: ସ୍ଥାନୀୟ ଭାଷା ଗିଡିରେ ନାମରେ ପରିଚିତ, ପଶ୍ଚିମ ଆଫ୍ରିକାର ଘାନା ଓ ଟୋଗୋର କେନ୍ଦ୍ରୀୟ ଅଞ୍ଚଳରେ କଥିତ ହୁଏ। ଏହା ନାଇଜର–କଙ୍ଗୋ ଭାଷା ପରିବାରର କ୍ୱା ଶାଖାର ଏକ ଭାଷା, ଯାହା ଭୌଗୋଳିକ ଭାବରେ ଘାନା-ଟୋଗୋ ମାଉଣ୍ଟେନ୍ ଭାଷା ଗୋଷ୍ଠୀରେ ଶାମିଲ। ପାରମ୍ପରିକ ଭାବରେ ଏହି ଭାଷାମାନଙ୍କୁ ଟୋଗୋରେମ୍ନାଣ୍ଟ ଭାଷା ବୋଲି ମଧ୍ୟ ଉଲ୍ଲେଖ କରାଯାଏ। ଆଡେଲେ ଲୋକମାନେ ସେମାନଙ୍କର ଭାଷାକୁ ଗିଡିରେ ବୋଲି କହନ୍ତି। ଏହି ଭାଷାର ଉଚ୍ଚାରଣ ଏବଂ ଶବ୍ଦଗଠନ ନିଜର ସଂସ୍କୃତି ଓ ପାରମ୍ପରିକ ଚରିତ୍ରକୁ ପ୍ରତିବିମ୍ବିତ କରେ। ଆଡେଲେ ଭାଷା କ୍ୱା ଶାଖାର ଅନ୍ୟାନ୍ୟ ଭାଷା ଓ ନାଇଜର–କଙ୍ଗୋ ପରିବାରର ସଦସ୍ୟ ଭାଷାମାନଙ୍କ ସହିତ ଧ୍ୱନି, ଶବ୍ଦକୋଷ ଓ ବ୍ୟାକରଣରେ କିଛି ସାମ୍ୟ ରଖେ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମନି ପ୍ଲାଣ୍ଟକୁ ଜୀବବି Epipremnum aureum is a species of flowering plant in the family of Araceae, native in Mo'orea, French Polynesia. The species is a popular houseplant in temperate regions, but has also become naturalised in tropical and sub-tropical forests worldwide, including northern Australia, Southeast Asia, India, Pakistan, Nepal, Bangladesh, Hawaii and the West Indies, where it has caused severe ecological damage in some cases.
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସୁମିତ୍ରା ମହାଜନ (ଜନ୍ମନାମ: ସାଠେ; ଜନ୍ମ ୧୨ ଏପ୍ରିଲ ୧୯୪୩; ହିନ୍ଦୀ ଉଚ୍ଚାରଣ: [sʊmɪt̪ɾaː məɦaːd͡ʒən̪]) ଜଣେ ଭାରତୀୟ ରାଜନୀତିଜ୍ଞା, ଯିଏ ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ଭାରତୀୟ ସଂସଦର ନିମ୍ନ ସଦନ ଲୋକ ସଭାର ସ୍ପିକର ଭାବେ କାର୍ଯ୍ୟରତ ଥିଲେ। ସେ ଭାରତୀୟ ଜନତା ପାର୍ଟିର ସଦସ୍ୟା। ସେ ୧୯୮୯ ରୁ ୨୦୧୯ ପର୍ଯ୍ୟନ୍ତ ମଧ୍ୟ ପ୍ରଦେଶର ଇନ୍ଦୋର ଲୋକସଭା ନିର୍ବାଚନମଣ୍ଡଳୀର ପ୍ରତିନିଧିତ୍ୱ କରିଥିଲେ ଏବଂ ସବୁଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସାଂସଦ ଥିବା ମହିଳା ଭାବେ ପରିଚିତ।
ଆମ୍ବ ହେଉଛି ଭାରତର ଜାତୀୟ ଫଳ । ଭାରତୀୟ ସଂସ୍କୃତି ସହ ଓତୋପ୍ରୋତ ଭାବରେ ଜଡ଼ିତ ଆମ୍ବ ପ୍ରାୟ ସମସ୍ତଙ୍କର ପ୍ରିୟ ଫଳ । ହିନ୍ଦୁ ପରମ୍ପରାର ପ୍ରତିଟି ଶୁଭକାର୍ଯ୍ୟରେ ଆମ୍ଭ ପତ୍ରକୁ ଖୋଜା ପଡ଼ିଥାଏ, କଳସ ବସିବାଠାରୁ ତୋରଣ ବାନ୍ଧିବା ପର୍ଯ୍ୟନ୍ତ । କଞ୍ଚା ଓ ପାଚିଲା ଆମ୍ବ ଖାଦ୍ୟ ରୂପେ ବ୍ୟବହୃତ ହୁଏ । ଭାରତୀୟ ଚିତ୍ରକଳାରେ ଆମ୍ବକଷି ଡିଜାଇନ ବହୁଳ ଭାବରେ ଆଦୃତ । କାଶ୍ମୀର ଓ ପାରସ୍ୟ ଚିତ୍ରକଳାରେ ମଧ୍ୟ ଆମ୍ବକଷିର ମହତ୍ତ୍ୱ ରହିଛି । ଆମ୍ବର ମଧୁର ସ୍ୱାଦର ଆକର୍ଷଣରୁ ସାଧାରଣ ମଣିଷ ସମତେ ବହୁ ମନୀଷୀ ଯଥା ପ୍ରାଚୀନ କବି କାଳିଦାସ, ଗ୍ରୀକ ବୀର ଆଲେକଜାଣ୍ଡାର ଏବଂ ମହାନ ବୌଦ୍ଧ ସନ୍ନ୍ୟାସୀ ହୁଏନ ସାଂ କେହିବି ବାଦ ପଡ଼ିନାହାନ୍ତି । ଏହା ଭାରତର ପ୍ରତ୍ୟେକ ରାଜ୍ୟରେ ଦେଖିବାକୁ ମିଳେ। ଆମ୍ବ କଞ୍ଚା ଥିଲେ ଖାଇବାକୁ ଖଟା ଲାଗେ ଓ ପାଚିଲା ପରେ ସୁଆଦିଆ ଲାଗେ ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଆଡ଼ଜୁକ୍ରୁ ଭାଷା, (ଯାହା: କେତେକ ସ୍ଥାନୀୟ ଏବଂ ଆନ୍ତର୍ଜାତୀୟ ସନ୍ଦର୍ଭରେ ଆଡିଓଉକ୍ରୁ, ଆଡ଼ୟୁକ୍ରୁ, ଆଡ଼୍ୟୁକ୍ରୁ କିମ୍ବା ଅଜୁକ୍ରୁ ନାମରେ ପରିଚିତ), ପଶ୍ଚିମ ଆଫ୍ରିକାର ଆଇଭୋରି କୋଷ୍ଟ ରେ କଥିତ ହୁଏ। ଏହି ଭାଷା ଆଡ଼ଜୁକ୍ରୁ ଲୋକମାନଙ୍କ ସାମ୍ପ୍ରଦାୟିକ ସଂଯୋଗ ଓ ସଂସ୍କୃତିକ ପରିଚୟର ମୂଳ ଆଧାର ଅଟେ। ଆଡ଼ଜୁକ୍ରୁ ଲୋକ ଏହି ଭାଷାର ମାଧ୍ୟମରେ ଦୈନନ୍ଦିନ ଆଚାର, ପାରମ୍ପରିକ ଆରୋହଣ ଓ ସାମାଜିକ କାର୍ଯ୍ୟକଳାପ ପ୍ରଚାଳିତ କରନ୍ତି।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ନୁପୁର ଶର୍ମା (ଜନ୍ମ ୨୩ ଏପ୍ରିଲ ୧୯୮୫) ଜଣେ ଭାରତୀୟ ରାଜନେତ୍ରୀ। ସେ ଜୁନ ୨୦୨୨ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି (ବିଜେପି) ର ଜାତୀୟ ପ୍ରବକ୍ତା ଥିଲେ। ସେ ଅଧିକାରିକ ପ୍ରବକ୍ତା ଭାବେ ଭାରତୀୟ ଟେଲିଭିଜନ ଆଲୋଚନାମାନଙ୍କରେ ବିଜେପି ସପକ୍ଷରେ ପ୍ରାୟତଃ ଅଂଶଗ୍ରହଣ କରୁଥିଲେ। ଜୁନ ୨୦୧୧ ରେ ଇସ୍ଲାମୀ ପରମ୍ପରାର କିଛି କେନ୍ଦ୍ରୀୟ ସିଦ୍ଧାନ୍ତ ସହିତ ପୟଗମ୍ବର ମହମ୍ମଦ ଓ ତାଙ୍କର ତୃତୀୟ ପତ୍ନୀ ଆଇଶାଙ୍କ ବିବାହ ସମୟର ବୟସ ସମ୍ବନ୍ଧୀୟ ଅବାଞ୍ଛିତ ଟୀକାଟିପ୍ପଣୀକୁ ନେଇ ବିବାଦ ସୃଷ୍ଟି ହେବା ପରେ ସେ ଦଳରୁ ସସ୍ପେଣ୍ଡ ହୋଇଥିଲେ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ହରିପ୍ରିୟା ବାନୋଥ (ପୂର୍ବନାମ ବଡ଼ାବଥ; ଜନ୍ମ 1 ମଇ 1985) ଜଣେ ଭାରତୀୟ ରାଜନେତ୍ରୀ, ଯିଏ ତେଲଙ୍ଗାନାରୁ ଆସିଛନ୍ତି। ସେ ୨୦୧୮ ମସିହାର ତେଲେଙ୍ଗାନା ବିଧାନ ସଭା ନିର୍ବାଚନ ରେ କଂଗ୍ରେସ ଟିକେଟରେ ବିଜୟୀ ହୋଇଥିଲେ, କିନ୍ତୁ ପରେ ଭାରତ ରାଷ୍ଟ୍ର ସମିତି (ବିଆରଏସ୍) ରେ ଯୋଗଦେଇଥିଲେ। ୩୩ ବର୍ଷ ବୟସରେ ନିର୍ବାଚିତ ହେବା ସମୟରେ ସେ ତେଲେଙ୍ଗାନା ବିଧାନ ସଭାର ସବୁଠାରୁ କମ୍ ବୟସର ସଦସ୍ୟା ଥିଲେ। ବର୍ତ୍ତମାନ ଏହି ସଭାର ସବୁଠାରୁ କମ୍ ବୟସର ସଦସ୍ୟ ହେଲେ ମାନ୍ୟମପଲ୍ଲୀ ରୋହିତ ରାଓ।
କପିଳେନ୍ଦ୍ର ଦେବ (୧୪୩୫–୧୪୬୫, ଜନ୍ମ: କପିଳେନ୍ଦ୍ର ରାଉତ) ଜଣେ ଉତ୍କଳୀୟ ସମ୍ରାଟ ଥିଲେ । ତାଙ୍କ ସମୟରେ ଉତ୍କଳର ସୀମା ଉତ୍ତରରେ ଗଙ୍ଗା ନଦୀଠାରୁ ଦକ୍ଷିଣରେ କାବେରୀ ନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିଲା ।ଯାଏଁ ଅଞ୍ଚଳ ଅଧୀକାର କରି "ଗଜପତି ଗୌଡେଶ୍ବର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ଉପାଧୀ" ପାଇଥିଲେ । ସେ ସୂର୍ଯ୍ୟ ବଂଶର ପ୍ରତିଷ୍ଠାତା ତଥା ପ୍ରଥମ ନରପତି ଥିଲେ । "ଗୌଡ଼େଶ୍ବର"ର ଅର୍ଥ ଗୌଡ଼ ଅର୍ଥାତ୍ ବଙ୍ଗର ଅଧୀଶ୍ବର ଏବଂ "ନବକୋଟି କର୍ଣାଟ କଳବର୍ଗେଶ୍ୱର"ର ଅର୍ଥ କର୍ଣ୍ଣାଟ (ବିଜୟନଗର ସାମ୍ରାଜ୍ଯ) ଏବଂ କଳବର୍ଗ (ବାହମନୀ ସାମ୍ରାଜ୍ୟର ପୂର୍ବତନ ରାଜଧାନୀ ନାମ ଥିଲା ଗୁଲବର୍ଗା)ର ନଅକୋଟି ଅଧିବାସୀଙ୍କର ପ୍ରଭୁ । ସେ ନିଜକୁ ଜଗନ୍ନାଥଙ୍କ ପରମ ସେବକ ମଣୁଥିଲେ ଓ ଗଜପତି ଉପାଧିରେ ଭୂଷିତ କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ, କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ । ସେ ପଦାର୍ଥ ବିଜ୍ଞାନରେ ପ୍ରଥମ ଭାରତୀୟ ନୋବେଲ ପୁରସ୍କାର ବିଜେତା ଥିଲେ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଛୁରିଅନା ବକୁଳବନରୁ ତାଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ଏହା ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ତପନ କୁମାର ମିଶ୍ର ଏବେ ସମାଜର ସମ୍ପାଦକ ଏବଂ ରାଜେନ୍ଦ୍ର ଜେନା ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଚନ୍ଦନ କାଠ ସାନ୍ତାଳ ଜାତିୟ ଗଛର ଏକ ଶ୍ରେଣୀ | ଜଙ୍ଗଲଗୁଡ଼ିକ ଭାରୀ, ହଳଦିଆ ଏବଂ ସୂକ୍ଷ୍ମ ଶସ୍ୟଯୁକ୍ତ, ଏବଂ ଅନ୍ୟାନ୍ୟ ସୁଗନ୍ଧିତ କାଠ ପରି, ସେମାନେ ଦଶନ୍ଧି ଧରି ସେମାନଙ୍କର ସୁଗନ୍ଧକୁ ବଜାୟ ରଖନ୍ତି | ବ୍ୟବହାର ପାଇଁ ଜଙ୍ଗଲରୁ ଚନ୍ଦନ ତେଲ ବାହାର କରାଯାଏ | ଚନ୍ଦନ କାଠକୁ ଦୁନିଆର ସବୁଠାରୁ ମହଙ୍ଗା କାଠ ବୋଲି କୁହାଯାଏ | ଉଭୟ କାଠ ଏବଂ ତେଲ ଏକ ସ୍ୱତନ୍ତ୍ର ସୁଗନ୍ଧ ସୃଷ୍ଟି କରେ ଯାହା ଶତାବ୍ଦୀ ଧରି ବହୁମୂଲ୍ୟ ହୋଇଆସୁଛି | ଫଳସ୍ୱରୂପ, ଏହି ଧୀର ବଢୁଥିବା ଗଛଗୁଡିକର କେତେକ ପ୍ରଜାତି ଅତୀତରେ ଅତ୍ୟଧିକ ଅମଳର ଶିକାର ହୋଇଥିଲେ |
ସାଗରିକା ଘୋଷ (ବଙ୍ଗଳା ଉଚ୍ଚାରଣ: [ʃagorika ɡʱoʃ]; ଜନ୍ମ ୮ ନଭେମ୍ବର ୧୯୬୪) ଜଣେ ଭାରତୀୟ ସାଂସଦ, ସାମ୍ବାଦିକା, ସ୍ତମ୍ଭକାର ଏବଂ ଲେଖିକା। ସେ ୧୯୯୧ ମସିହାରୁ ସାମ୍ବାଦିକତାରେ କାର୍ଯ୍ୟରତ ଅଛନ୍ତି ଏବଂ ଦ ଟାଇମସ ଅଫ ଇଣ୍ଡିଆ, ଆଉଟଲୁକ ଏବଂ ଦ ଇଣ୍ଡିଆନ ଏକ୍ସପ୍ରେସ୍ ସହ କାମ କରିଛନ୍ତି। ସେ BBC World ର ‘Question Time India’ କାର୍ଯ୍ୟକ୍ରମରେ ପ୍ରାଇମ୍ ଟାଇମ୍ ଆଙ୍କର୍ ଥିଲେ ଏବଂ ସି ଏନ୍ ଏନ୍-ଆଇ ବି ଏନ୍ ରେ ମଧ୍ୟ ପ୍ରାଇମ୍ ଟାଇମ୍ ଆଙ୍କର୍ ସହ ଉପ-ସମ୍ପାଦିକା ଭାବେ କାର୍ଯ୍ୟ କରିଥିଲେ।