ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଚୈତ୍ର ପୂର୍ଣ୍ଣିମା (ଚଇତିପୁନେଇଁ ଓ ଚଇତ ପୁନେଇଁ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ଗଣପର୍ବ । ଏହା କେଉଟ ଜାତିର ଲୋକଙ୍କଦ୍ୱାରା ଚୈତ୍ର ମାସ ପୂର୍ଣ୍ଣମୀ ତିଥିରେ (ମାର୍ଚ୍ଚ-ଅପ୍ରେଲ ଭିତରେ) ପାଳିତ ହୋଇଥାଏ । କେଉଟମାନେ ଘୋଡ଼ାର ଏକ ଖୋଳ କରି ସେଥିରେ ପଶି ଘୋଡ଼ା ଚଢ଼ିବାର ଅଭିନୟ କରିଥାନ୍ତି । ଏହା ଚଇତିଘୋଡ଼ା ନାଚ ନାମରେ ଜଣା । ପୂର୍ଣ୍ଣମୀର ପୂର୍ବ ଆଠ ଦିନ ଧରି "ଚଇତି ପର୍ବ" ପାଳନ କରାଯାଏ । ଆଦିବାସୀମାନେ ଏହି ପର୍ବରେ ଦିନ ରାତି ବ୍ୟାପୀ ଭୋଜିଭାତ, ନାଚ, ଶିକାର ଆଦି କରିଥାନ୍ତି । ଘରର ମୁଖ୍ୟ ଏହିଦିନ ପୂର୍ବପୁରୁଷମାନଙ୍କୁ ଶ୍ରାଦ୍ଧ ଦେଇଥାନ୍ତି । ଘରର ପ୍ରତ୍ୟେକ ସଦସ୍ୟ ନୂତନ ବସ୍ତ୍ର ପରିଧାନ ପୂର୍ବକ ଏଥିରେ ଅଂଶଗ୍ରହଣ କରିଥାନ୍ତି । ଏହି ଦିନ ପଶୁବଳି ଦେବା ବିଧି ମଧ୍ୟ କିଛି ସମ୍ପ୍ରଦାୟରେ ରହିଛି । ବର୍ଷର ପ୍ରଥମ ପାଚିଲା ଆମ୍ବ ଲୋକେ ଏଇ ଦିନ ଖାଇଥାନ୍ତି । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦଣ୍ଡ ନାଚ ଓ "ଚଇତିଘୋଡ଼ା ନାଚ" ଅନୁଷ୍ଠିତ ହୋଇଥାଏ । ଏହା ଉଭୟ ଆଦିବାସୀ ଓ ଅଣଆଦିବାସୀମାନେ ପାଳିଥାନ୍ତି ।
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ (; ବଙ୍ଗଳା: ফণী) ୨୦୧୯ ମସିହା ମଇ ମାସ ପ୍ରାରମ୍ଭରେ ଆସିଥିବା ଏକ ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହାକୁ ଫୋନୀ, ଫନି ଏବଂ ଫନୀ ନାମରେ ମଧ୍ୟ ଉଲ୍ଲେଖ କରାଯାଇଥାଏ । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା ଥିଲା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ଦେଢ଼ କୋଟିରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା । ଓଡ଼ିଶାରେ ୪୧ ଜଣ ବ୍ୟକ୍ତିଙ୍କ ସମେତ ୩୪ ଲକ୍ଷ ୫୨ ହଜାର ପଶୁପକ୍ଷୀଙ୍କର ମୃତ୍ୟୁ ଘଟିଥିଲା ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଚଇତି ଘୋଡ଼ା ନାଚ (ଘୋଡ଼ା ନାଚ, ଚଇତାଳି ଘୋଡ଼ା ନାଟ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ପାରମ୍ପରିକ ଲୋକନୃତ୍ୟ । ଏହା ମୁଖ୍ୟତଃ ଓଡ଼ିଶାର ଉପକୂଳ ଅଞ୍ଚଳରେ କେଉଟମାନଙ୍କଦ୍ୱାରା ଆରମ୍ଭ ହୋଇ ସେହି ଅଞ୍ଚଳମାନଙ୍କରେ ଚୈତ୍ର ମାସ ପୂର୍ଣ୍ଣିମା ତିଥିରେ ପରିବେଷିତ ହୋଇଥାଏ । କେଉଟମାନେ ବାଉଁଶ ବତାରେ ଘୋଡ଼ାର ପାଦହୀନ ଦେହ ଓ ବେକ ଆକାରର ଗୋଟିଏ ଥାଟ ତିଆରି କରି ତା ଉପରେ ଲୁଗା ଆଦି ଘୋଡ଼ାନ୍ତି ଓ ବେକ ଉପରେ ଘୋଡ଼ାମୁହଁ ପରି ଚିତ୍ରିତ ମୁଖାଟିଏ ଲଗାନ୍ତି ଉକ୍ତ ଚଇତିଘୋଡ଼ାର ପିଠିରେ ଗୋଟିଏ କଣା ଥାଏ ସେହି କଣାବାଟେ ମନୁଷ୍ୟ ଅଣ୍ଟା ପର୍ଯ୍ୟନ୍ତ ପଶି କରି ଭୂମିରେ ଠିଆହୁଏ ଓ ଘୋଡ଼ାରୂପର ଆଗରୁ ଓ ପଛରୁ ଡ଼ୋରି ଲଟକା ଯାଏ ମନୁଷ୍ୟର ଅଣ୍ଟାଠାରୁ ନିମ୍ନ ଅଂଶ ଘୋଡ଼ା ଭିତରେ ଲୁଚି ଥାଏ ଓ ଅଣ୍ଟାଠାରୁ ଉପର ଅଂଶ ଘୋଡ଼ା ଭିତରେ ବସିବା ପରି ଅନୁମିତ ହୁଏ । ଏ ବ୍ୟକ୍ତି ନାଚିବା ସଙ୍ଗେ ସଙ୍ଗେ ଘୋଡ଼ା ମଧ୍ୟ ନାଚେ ଘୋଡ଼ାର ମୁହଁଆଡ଼େ ଲଗାମପରି କନାଡ଼ୋରି ବନ୍ଧା ହୋଇଥାଏ ଉକ୍ତ ଡ଼ୋରିକୁ ନାଚିବାବାଲା ଧରି ଘୋଡ଼ାର ଲଗାମ ଧରିବାର ଅଭିନୟ କରେ କେଉଟମାନେ ଏହି ପର୍ବ ଉପଲକ୍ଷରେ ଚଢ଼େଇବା ଓ ଚଢ଼ଉଣୀ ବେଶ ହୋଇ ନାଚନ୍ତି ଓ ଗୀତ ବୋଲନ୍ତି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପ୍ୟୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କ୍ଷୀରଚୋରା ଗୋପୀନାଥ ମନ୍ଦିର ରେମୁଣାରେ ଅବସ୍ଥିତ । ଏହା ବାଲେଶ୍ୱରଠାରୁ ୯ କିମି ପୂର୍ବରେ ହାଉଡ଼ା ଓ ଭୁବନେଶ୍ୱର ମଝିରେ ପଡ଼େ । ରେମୁଣା ନାମଟି ରମଣୀୟ ଶବ୍ଦରୁ ଆସିଛି ଯାହାର ଅର୍ଥ ସୁନ୍ଦର । କ୍ଷୀରଚୋରା ଗୋପୀନାଥ ମନ୍ଦିର ଓଡ଼ିଶାର ହିନ୍ଦୁ ମନ୍ଦିରମାନଙ୍କ ଭିତରେ ଏକ ଜଣାଶୁଣା ଏବଂ ପ୍ରସିଦ୍ଧ ଆନ୍ତର୍ଜାତୀୟ ମନ୍ଦିର । ଏହା ଗଙ୍ଗବଂଶର ରାଜା ଲାଙ୍ଗୁଳା ନରସିଂହଦେବଙ୍କଦ୍ୱାରା ତିଆରି କରାଯାଇଥିଲା ଯେକି ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ନିର୍ମାଣ କରିଥିଲେ । ବୃନ୍ଦାବନର ତିନି ଠାକୁର ଶ୍ରୀ ମଦନମୋହନ(ସମ୍ବନ୍ଧ ତତ୍ତ୍ୱ), ଶ୍ରୀ ଗୋବିନ୍ଦ(ଅବିଧେୟ ତତ୍ତ୍ୱ), ଶ୍ରୀ ଗୋପୀନାଥ(ପ୍ରୟୋଜନ ତତ୍ତ୍ୱ)ଭଳି ଏଠାରେ ଏହି ତିନି ଠାକୁର ବିରାଜିତ ହୋଇଥିବାରୁ ଏହାକୁ ପୂର୍ବ ଭାରତର ଗୁପ୍ତ ବୃନ୍ଦାବନ ଧାମ ମଧ୍ୟ କୁହାଯାଏ ରେମୁଣାର ଗଛଲତା ଭରା ଏକ ଶୀତଳ ପରିବେଶ ଭିତରେ ଗୋପୀନାଥ ପୂଜା ପାଇଥାନ୍ତି । ବର୍ଷ ସାରା ଏହି ମନ୍ଦିରକୁ ଅନେକ ଭକ୍ତଙ୍କ ସୁଅ ଛୁଟିଥାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟ
ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟ ଓଡ଼ିଶାର ପୁରୀରେ ଅବସ୍ଥିତ ଏକ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ । ଏହା ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରୁ ୫୪ କିଲୋମିଟର ଦୂରରେ ଅବସ୍ଥିତ । ଏହି ମହାବିଦ୍ୟାଳୟ ପୁରୀ ରେଳ ଷ୍ଟେସନଠାରୁ ୨ କିଲୋମିଟର ଦୂରରେ ଅବସ୍ଥିତ । ସାମନ୍ତ ଚନ୍ଦ୍ରଶେଖରଙ୍କର ସ୍ମୃତି ସ୍ୱରୂପ, ତାଙ୍କର ଏକ ମୂର୍ତ୍ତି ମହାବିଦ୍ୟାଳୟ ମଧ୍ୟରେ ସ୍ଥାପନ କରାଯାଇଛି ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ବାମିୟାନ୍ର ବୁଦ୍ଧ ପ୍ରତିମୂର୍ତ୍ତି (ଇଂରାଜୀରେ The Buddhas of Bamiyan, ପାରସୀ ଭାଷାରେ بتهای باميان – ବୋଟ୍-ହାୟେ ବାମିୟାନ୍) ହେଉଛି ୬ଷ୍ଠ ଶତାବ୍ଦୀରେ କେନ୍ଦ୍ରୀୟ ଆଫଗାନିସ୍ତାନର ବାମିୟାନ୍ ପ୍ରଗଣାର ହଜାରାଜାତ୍ ଉପତ୍ୟକାର ଏକ ପାହାଡ଼ କାନ୍ଥରେ ଖୋଦିତ ବିଶାଳକାୟ ବୁଦ୍ଧ ପ୍ରତିମୂର୍ତ୍ତି । ଉକ୍ତ କଳାକୃତି ରାଜଧାନୀ କାବୁଲ୍ର ଉତ୍ତର-ପୂର୍ବକୁ ପ୍ରାୟ ୨୩୦ କିଲୋମିଟର୍ ଦୂରରେ ଅବସ୍ଥିତ ଓ ସମୁଦ୍ର ପତନରୁ ଏହାର ଉଚ୍ଚତା ପ୍ରାୟ ୨୫୦୦ ମିଟର୍ । ଖ୍ରୀ. ୫୦୭ (ଛୋଟ ପ୍ରତିମୂର୍ତ୍ତି) ଓ ଖ୍ରୀ.
ଓଡ଼ିଶା ( ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।
ଭାରତୀୟ ଉଚ୍ଚ ନ୍ୟାୟାଳୟଗୁଡ଼ିକ ପ୍ରତ୍ୟେକ ଭାରତୀୟ ରାଜ୍ଯ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ସ୍ଥାପିତ ମୁଖ୍ଯ ଅଧିକାରକ୍ଷେତ୍ର ବିଶିଷ୍ଟ ନ୍ୟାୟପାଳିକା ଅଟନ୍ତି । ଆର୍ଥିକ କିମ୍ବା ଆଞ୍ଚଳିକ ଅଧିକାରକ୍ଷେତ୍ର ବହିର୍ଭୂତ ମାମଲା ପାଇଁ ଯଦି ନିମ୍ନ ନ୍ୟାୟାଳୟଗୁଡ଼ିକ କ୍ଷମତା ସମ୍ପନ୍ନ ନଥାନ୍ତି, ତେବେ ସେହି ଲୋକ ଏବଂ ଅପରାଧୀକ ମାମଲା ଉଚ୍ଚ ନ୍ୟାୟାଳୟର ମୁଖ୍ଯ ଅଧିକାରକ୍ଷେତ୍ର ଅଧିନକୁ ଆସିପାରିବ । କୌଣସି ରାଜ୍ଯ କିମ୍ବା କେନ୍ଦ୍ରଦ୍ୱାରା ପ୍ରଣୟିତ ବିଧିଦ୍ୱାରା ଉଚ୍ଚ ନ୍ୟାୟାଳୟର ମୁଖ୍ଯ ଅଧିକାରକ୍ଷେତ୍ରର ପ୍ରସାର କରାଯାଇ ପାରିବ ।
ସମ୍ବଲପୁର ଜିଲ୍ଲାରମାନେଶ୍ୱର ବ୍ଳକ ଅନ୍ତର୍ଗତ ହୁମା ଗାଁର ଶେଷମୁଣ୍ଡରେ ବହିଯାଉଥିବା ମହାନଦୀ କୂଳରେ ବାବା ବିମଳେଶ୍ୱର ପୂଜା ପାଇ ଆସୁଛନ୍ତି । ଏହି ମନ୍ଦିର ଭୁପୃଷ୍ଠ ଆଡ଼କୁ ଢଳି ରହିଥିବାରୁ ଏହା ବକ୍ର ଦେଉଳ ଭାବେ ପରିଚିତ । ମନ୍ଦିରକୁ ଲାଗିରହିଥିବା ନଦୀଘାଟରେ ଦେଖାଯାଉଥିବା ଈଷତ୍ ଲାଲ ରଙ୍ଗର କୁଡ଼ୋ ମାଛ ହୁମାର ଅନ୍ୟତମ ଆକର୍ଷଣ । ସେମାନେ ପୋଷାମାଛ ପରି । ଏଠାରେ ଭଗବାନ ବିଷ୍ଣୁ ମୀନ ଅବତାରରେ ଅଛନ୍ତି ବୋଲି ବିଶ୍ୱାସ କରାଯାଏ । ଥରେ ଜଣେ ବୃଦ୍ଧ ଏହି ସ୍ଥାନର ଗୋଟିଏ କୁଡ଼ୋ ମାଛକୁ ପନିକିରେ କାଟିବା ଉଦ୍ୟମ କରନ୍ତେ ନିଜେ ପଥର ପାଲଟି ଯାଇଥିବା ପ୍ରବାଦ ଅଛି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶାର ସର୍ବ ପ୍ରାଚୀନ ରାଜଧାନୀ ଭାବେ ଏହାର ଯଶ କିର୍ତିତ । ବିଶେଷ କରି ଶୈଳୋଦ୍ଭବ, ମାଠର, ଭୌମକର ଏବଂ ସୋମବଂଶୀ ବା କେଶରୀମାନଙ୍କ ଶାସନ କାଳରେ ଏହି ଭୂଭାଗ ଓଡ଼ିଶାର ରାଜଧାନୀ ରୂପେ ଭାରତ ବର୍ଷରେ ଏକ ବିଖ୍ୟାତ ସହରର ମାନ୍ୟତା ଲାଭ କରିଥିଲା । ଦେବୀ ବିରଜାଙ୍କ ନାମାନୁସାରେ ଏହାର ପ୍ରାଚୀନ ନାମ ଥିଲା ବିରଜା । ପରବର୍ତୀ ସମୟ ସମୟରେ ଏହାର ନାମରେ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଛି । ଯଜ୍ଞପୁର, ଗୁହଦେବ ପାଟକ, ଯାଜନଗର, ଅଭିନବ ଯଯାତି ନଗର, ଯାଜିପୁର ଓ ଆଜିର ଯାଜପୁର ରୂପେ ଏହାର ନାମାନ୍ତର ଘଟିଅଛି । ଆଛତିଆ ଆରୋଡ଼ି ପର୍ଯ୍ୟନ୍ତ ଏହି ଭୂମଣ୍ଡଳ ବିସ୍ତୃତ ।
ରଘୁନାଥ ମହାପାତ୍ର (୨୩ ମାର୍ଚ୍ଚ ୧୯୪୩ - ୦୯ ମଇ ୨୦୨୧) ଜଣେ ଓଡ଼ିଆ ପଥର ଶିଳ୍ପୀ ଓ ସ୍ଥପତି ଥିଲେ । ତାଙ୍କ ପଥର ଶିଳ୍ପକଳା ନିମନ୍ତେ ୧୯୭୬ ମସିହାରେ ତାଙ୍କ ଭାରତ ସରକାର ୨୩ ବର୍ଷ ବୟସରେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ କରିଥିଲେ । ସେ ଭୁବନେଶ୍ୱର ଉପକଣ୍ଠରେ ଥିବା "ଶିଳ୍ପୀ ଗ୍ରାମ" ଓ "ରଘୁନାଥ କ୍ରାଫ୍ଟସ୍"ର ପ୍ରତିଷ୍ଠାତା ଥିଲେ । ପୁରାତନ ଶୈଳୀରେ ନୂତନ ଭାବେ ନିର୍ମିତ ତାରାତାରିଣୀ ମନ୍ଦିରର ମୁଖ୍ୟ ସ୍ଥପତି ଭାବେ କାର୍ଯ୍ୟ କରିବା ସହ ସାରା ଭାରତରେ ଅନେକ ପ୍ରମୁଖ ମନ୍ଦିର ନିର୍ମାଣ କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ଭାରତ)
ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC India), ଭାରତ ସରକାରଙ୍କ ଏକ ସାମ୍ବିଧାନିକ ସଂସ୍ଥାନ । ଏହା ଇଉଜିସି ଆକ୍ଟ–୧୯୫୬ଦ୍ୱାରା ଭାରତର ମାନବ ସମ୍ବଳ ବିକାଶ ବିଭାଗ ଅଧୀନରେ ସ୍ଥାପିତ ହୋଇ ଦେଶରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସହଯୋଗ, ନିର୍ଣାୟ ଓ ମାନ ରକ୍ଷଣ ଦିଗରେ କାର୍ଯ୍ୟ କରିଥାଏ । ଏହି ପ୍ରତିଷ୍ଠାନ ଭାରତର ବିଶ୍ୱବିଦ୍ୟାଳୟମାନଙ୍କୁ ସ୍ୱୀକୃତି ପ୍ରଦାନ କରିବା ସହ ସ୍ୱୀକୃତି ପ୍ରାପ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ମାନଙ୍କୁ ଅନୁଦାନ ରାଶି ବଣ୍ଟନର ବ୍ୟବସ୍ଥା କରିଥାଏ । ଏହାର ମୁଖ୍ୟାଳୟ ନୂଆ ଦିଲ୍ଲୀ ଠାରେ ଅବସ୍ଥିତ ଓ ଏହାର ୬ ଗୋଟି ଆଞ୍ଚଳିକ କାର୍ଜ୍ୟାଳୟ ପୁନେ, ଭୋପାଲ, କଲିକତା, ହାଇଦରାବାଦ, ଗୁଆହାଟୀ ଓ ବାଙ୍ଗାଲୋରଠାରେ ରହିଛି । ପ୍ରଫେସର ବେଦ ପ୍ରକାଶ ଏହାର ପ୍ରଥମ ଚେୟାର ମେନ ଭାବରେ ଅଧିଷ୍ଠିତ ହେଇଥିଲେ ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ୱତ୍ୱଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣି ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ୱନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ୱନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ତୋ ପ୍ରେମରେ ପଡ଼ିଲା ପରେ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଚିନ୍ମୟୀ ପ୍ରିୟଦର୍ଶିନୀ । ପ୍ରସନ୍ନ କୁମାର ପାଟ୍ଟଶାଣୀ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଡଃ ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସରୋଜ କାନ୍ତ କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ହେଉଛି ଭାରତର ଏକ କେନ୍ଦ୍ରଶାସିତ ଅଞ୍ଚଳ ଯେଉଁଥିରେ ୫୭୨ଟି ଦ୍ୱୀପ ରହିଛି, ଯେଉଁଥିରୁ କେବଳ ୩୮ଟିରେ ଜନବସତି ରହିଛି। ଏହି ଦ୍ୱୀପପୁଞ୍ଜକୁ ଦୁଇଟି ମୁଖ୍ୟ ସମୂହରେ ବିଭକ୍ତ କରାଯାଇଛିଃ ଉତ୍ତର ଆଣ୍ଡାମାନ ଦ୍ୱୀପ ଏବଂ ଦକ୍ଷିଣ ନିକୋବର ଦ୍ୱୀପ, ଯାହା ୧୫୦ କିଲୋମିଟର (୯୩ ମାଇଲ) ପ୍ରଶସ୍ତ ଚ୍ୟାନେଲ ଦ୍ୱାରା ପୃଥକ ହୋଇଛି। ଏହି ଅଞ୍ଚଳର ରାଜଧାନୀ ଏବଂ ସର୍ବବୃହତ ସହର, ପୋର୍ଟ ବ୍ଲେୟାର (ଆନୁଷ୍ଠାନିକ ଭାବେ ଶ୍ରୀ ବିଜୟ ପୁରମ୍) ଚେନ୍ନାଇ ଠାରୁ ପ୍ରାୟ ୧,୧୯୦ କିଲୋମିଟର (୭୪୦ ମାଇଲ) ଏବଂ ଭାରତର ମୁଖ୍ୟ ଭୂଖଣ୍ଡରେ କୋଲକାତା ଠାରୁ ୧,୨୫୫ କିଲୋମିଟର (୭୮୦ ମାଇଲ) ଦୂରରେ ଅବସ୍ଥିତ। ଏହି ଦ୍ୱୀପପୁଞ୍ଜଗୁଡ଼ିକ ପଶ୍ଚିମରେ ବଙ୍ଗୋପସାଗର ଏବଂ ପୂର୍ବରେ ଆଣ୍ଡାମାନ ସାଗର ମଧ୍ୟରେ ଅବସ୍ଥିତ। ହୁଗୁଳି ନଦୀ ମୁହାଣରୁ ଏହାର ଉତ୍ତରତମ ବିନ୍ଦୁ ୯୦୧ କିଲୋମିଟର (୫୬୦ ମାଇଲ) ଦୂରରେ ଅବସ୍ଥିତ। ଇନ୍ଦିରା ପଏଣ୍ଟ, ଗ୍ରେଟ ନିକୋବରର ଦକ୍ଷିଣ ପ୍ରାନ୍ତରେ ୬° ୪୫'୧୦ "N ଏବଂ ୯୩° ୪୯'୩୬" E ରେ ଅବସ୍ଥିତ, ଭାରତର ଦକ୍ଷିଣତମ ବିନ୍ଦୁ । ଏହି ଅଞ୍ଚଳ ଇଣ୍ଡୋନେସିଆ ସହିତ ପ୍ରାୟ ୧୬୫ କିଲୋମିଟର (ଦକ୍ଷିଣରେ ୧୦୩ ମାଇଲ), ମିଆଁମାର ୨୮୦ କିଲୋମିଟର (ଉତ୍ତର-ପୂର୍ବରେ ୧୭୦ ମାଇଲ) ଏବଂ ଦକ୍ଷିଣ-ପୂର୍ବରେ ୬୫୦ କିଲୋମିଟର (୪୦୦ ମାଇଲ) ଥାଇଲାଣ୍ଡ ସହିତ ସାମୁଦ୍ରିକ ସୀମା ଅଂଶୀଦାର କରେ । ୨୦୧୧ ଜନଗଣନା ଅନୁଯାୟୀ, ଏହି ଦ୍ୱୀପପୁଞ୍ଜଗୁଡ଼ିକର ମୋଟ କ୍ଷେତ୍ରଫଳ ପାଖାପାଖି ୮,୨୪୯ ବର୍ଗ କି. ମି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡ଼ିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀମାନେ କମ୍ପ୍ୟୁଟର ସହିତ ଜଡ଼ିତ ଥିବା ତତ୍ତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ହନୁମାନ ଜୟନ୍ତୀ ଏକ ହିନ୍ଦୁ ଧାର୍ମିକ ପର୍ବ । ଏହି ଦିନ ମୁଖ୍ୟତଃ ଭାରତ ଏବଂ ନେପାଳରେ ହିନ୍ଦୁ ଧର୍ମାବଲମ୍ବୀଙ୍କଦ୍ୱାରା ପୂଜିତ ହିନ୍ଦୁ ଭଗବାନ, ହନୁମାନଙ୍କ ଜନ୍ମ ଉତ୍ସବ ପାଳନ କରାଯାଏ । ଏହି ପର୍ବ ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଦିନରେ ପାଳନ କରାଯାଏ । ଭାରତର ଅଧିକାଂଶ ରାଜ୍ୟରେ ଚୈତ୍ର ପୂର୍ଣ୍ଣମୀରେ କିମ୍ବା ବୈଶାଖ ମାସରେ ଏହି ପର୍ବ ପାଳନ କରାଯାଏ କିମ୍ବା କିଛି ରାଜ୍ୟ ଯଥା କେରଳ ଏବଂ ତାମିଲନାଡୁରେ ଏହା ଅନ୍ୟ ସମୟରେ (ଧନୁ ମାସରେ) ପାଳିତ ହୁଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଗାର୍ଗୀ ମହାନ୍ତି ଜଣେ ଓଡ଼ିଆ ଚଳଚ୍ଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ଗାର୍ଗୀ ଜଣେ ଦକ୍ଷ ଏବଂ ପ୍ରଶିକ୍ଷିତ ଓଡ଼ିଶୀ ନର୍ତ୍ତକୀ । ସେ ଅଢ଼େଇ ବର୍ଷ ବୟସରୁ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ସେ ପ୍ରଥମେ ଓଡ଼ିଆ ଆଲବମରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ୨୦୦୫ରେ ସେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗାର୍ଗୀଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ହର ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଅର୍ଜୁନ । ସେ ଓଡ଼ିଆ ଦୂରଦର୍ଶନରେ ମଧ୍ୟ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ପ୍ରଥମେ ସେ ଡିଡି ଓଡ଼ିଆର ଧାରାବାହିକ କହିଲେ ତୋ କୁଳ କୁଟୁମ୍ବକୁ ଲାଜରେ ଅଭିନୟ କରିଥିଲେ ।
କୋଲୋମାଇକା ( ୟୁକ୍ରେନୀୟ : коломийкa , ପୋଲିଶ୍ : କୋଲୋମାଇଜକା ; ଏହାକୁ କୋଲୋମେଇକା କିମ୍ବା କୋଲୋମେଇକେ ମଧ୍ୟ କୁହାଯାଏ ) ହେଉଛି ଏକ ହଟସୁଲ (ୟୁକ୍ରେନୀୟ) ସଙ୍ଗୀତ ଧାରା ଅଟେ ଯାହା ଏକ ଦ୍ରୁତ ଗତିର ଲୋକନୃତ୍ୟ ଏବଂ ହାସ୍ୟରସ ଛନ୍ଦଯୁକ୍ତ ପଦ୍ୟ ( танець-приспівка )କୁ ମିଶ୍ରଣ କରେ। ଏଥିରେ ଉତ୍ତର ଆମେରିକାର ୟୁକ୍ରେନୀୟ ପ୍ରବାସୀ ଦ୍ୱାରା ବିକଶିତ ଏକ ପ୍ରକାରର ପ୍ରଦର୍ଶନ ନୃତ୍ୟ ଅନ୍ତର୍ଭୁକ୍ତ ।
ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ , ଭବାନୀପାଟଣା
ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ଭବାନୀପାଟଣା, ଏକ ସ୍ୱୟଂ ଶାସିତ ମହାବିଦ୍ୟାଳୟ । ଏହା ଭାରତୀୟ ରାଜ୍ୟ କଳାହାଣ୍ଡିର ମୁଖ୍ୟାଳୟ ଭବାନୀପାଟଣାଠାରେ ରହିଛି । ୨୦୧୯ ମସିହାରେ ଓଡ଼ିଶା ସରକାର ଏହି ମହାବିଦ୍ୟାଳୟକୁ "ୟୁନିଟାରୀ ବିଶ୍ୱବିଦ୍ୟାଳୟର" ମାନ୍ୟତା ପ୍ରଦାନ କରିଥିଲେ । ଏହାପରେ ଏହି ଅନୁଷ୍ଠାନଟି "କଳାହାଣ୍ଡି ବିଶ୍ୱବିଦ୍ୟାଳୟ" ନାମରେ ନାମିତ ହୋଇଥିଲା ।