ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗାର୍ଗୀ ମହାନ୍ତି ଜଣେ ଓଡ଼ିଆ ଚଳଚ୍ଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ଗାର୍ଗୀ ଜଣେ ଦକ୍ଷ ଏବଂ ପ୍ରଶିକ୍ଷିତ ଓଡ଼ିଶୀ ନର୍ତ୍ତକୀ । ସେ ଅଢ଼େଇ ବର୍ଷ ବୟସରୁ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ସେ ପ୍ରଥମେ ଓଡ଼ିଆ ଆଲବମରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ୨୦୦୫ରେ ସେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗାର୍ଗୀଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ହର ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଅର୍ଜୁନ । ସେ ଓଡ଼ିଆ ଦୂରଦର୍ଶନରେ ମଧ୍ୟ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ପ୍ରଥମେ ସେ ଡିଡି ଓଡ଼ିଆର ଧାରାବାହିକ କହିଲେ ତୋ କୁଳ କୁଟୁମ୍ବକୁ ଲାଜରେ ଅଭିନୟ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଲୋକେନାଥ ବ୍ରହ୍ମଚାରୀ (ଜନ୍ମ: ୩୧ ଅଗଷ୍ଟ ୧୭୩୦, ୧୮ ତମ ଭାଦ୍ର ୧୧୩୭ - ମୃତ୍ୟୁ: ୧ ଜୁନ୍ ୧୮୯୦, ୧୯ ଜ୍ଯୈଷ୍ଠ ୧୨୯୭ ( English: Lokenath Brahmachari ), ସଂସ୍କୃତ: लोकनाथ ब्रह्मचारी ) ୧୮ଶ ଏବଂ ୧୯ଶ ଶତାବ୍ଦୀର ଜଣେ ହିନ୍ଦୁ ସନ୍ଥ ଥିଲେ । ସେ ବାବା ଲୋକନାଥ, ଲୋକନାଥ ବାବା, ବାବା ଲୋକନାଥ ବ୍ରହ୍ମଚାରି, ଲୋକନାଥ ବ୍ରହ୍ମଚରିବାବା କିମ୍ବା କେବଳ ଲୋକନାଥ ନାମରେ ମଧ୍ୟ ଜଣାଶୁଣା । ଲୋକନାଥ ବ୍ରହ୍ମଚାରୀ ହିନ୍ଦୁଧର୍ମମାନଙ୍କ ମଧ୍ୟରେ ଜଣେ ଅତ୍ୟନ୍ତ ପୂଜ୍ୟ ବ୍ୟକ୍ତି ଥିଲା । ସେ ବର୍ତ୍ତମାନର ବଂଗଲାର ନାରାୟଣଗଞ୍ଜ ଜିଲ୍ଲାର ସୋନାରଗାଓଁର ବାରଦୀ ଆଶ୍ରମରେ ମୃତ୍ୟୁ ପର୍ଯ୍ୟନ୍ତ ରହିଥିଲେ। ବାବା ଲୋକନାଥ ବ୍ରହ୍ମଚାରୀ ଆଶ୍ରମ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ହିନ୍ଦୁ ତୀର୍ଥସ୍ଥାନ, ନାରାୟଣଗଞ୍ଜ ଜିଲ୍ଲାର ସୋନାରଗାଓଁ ଉପଜିଲ୍ଲାରେ ଅବସ୍ଥିତ । ଏହା ଏକ ଲୋକପ୍ରିୟ ତୀର୍ଥସ୍ଥଳ, ବିଶେଷ କରି ବଙ୍ଗାଳୀ ହିନ୍ଦୁମାନଙ୍କ ମଧ୍ୟରେ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ୟୁକ୍ରେନରେ, ଖ୍ରୀଷ୍ଟମାସ ପାଳନ ପାରମ୍ପରିକ ଭାବରେ ଖ୍ରୀଷ୍ଟମାସ ପୂର୍ବ ସନ୍ଧ୍ୟାରେ ଆରମ୍ଭ ହୁଏ (ଯାହା ବର୍ତ୍ତମାନ ୨୪ ଡିସେମ୍ବର) ଏବଂ ୬ ଜାନୁଆରୀ ପର୍ଯ୍ୟନ୍ତ ଚାଲିଥାଏ, ଯାହା ଯୀଶୁଙ୍କ ବାପ୍ତିସ୍ମ ପାଳନର ତାରିଖ, ଯାହାକୁ ୟୁକ୍ରେନରେ ଭୋଡୋଖରେଶ୍ଚେ କିମ୍ବା ୟୋର୍ଡାନ ଭାବରେ ଜଣାଯାଏ । ଏହା ଗ୍ରେଗୋରିଆନ କ୍ୟାଲେଣ୍ଡର ଏବଂ ୟୁକ୍ରେନର ଅର୍ଥୋଡକ୍ସ ଚର୍ଚ୍ଚ (OCU), ୟୁକ୍ରେନର କ୍ୟାଥୋଲିକ ଚର୍ଚ୍ଚ (ଲାଟିନ୍ ଏବଂ ଗ୍ରୀକ୍ କ୍ୟାଥୋଲିକ ସମେତ) ଏବଂ ୟୁକ୍ରେନୀୟ ପ୍ରୋଟେଷ୍ଟାଣ୍ଟଙ୍କ ଦ୍ୱାରା ସଂଶୋଧିତ ଜୁଲିଆନ କ୍ୟାଲେଣ୍ଡର ଅନୁସାରେ ପାଳିତ ହୁଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ମାଲାଙ୍କା (Маланка , କିମ୍ବା ୟୁକ୍ରେନୀୟ : Щедрий вечір, ରୋମାନାଇଜ୍ଡ : ଶ୍ଚେଡ୍ରି ଭେଚିର) ହେଉଛି ଏକ ୟୁକ୍ରେନୀୟ ଲୋକ ଛୁଟିଦିନ ଯାହା ୩୧ ଡିସେମ୍ବରରେ ପାଳିତ ହୁଏ, ଯାହା ଗ୍ରେଗୋରିଆନ୍ କ୍ୟାଲେଣ୍ଡର ଅନୁସାରେ ନୂତନ ବର୍ଷ ପୂର୍ବଦିନକୁ ଧରାଯାଏ । ପୂର୍ବରୁ ଏହା ୧୩ ଜାନୁଆରୀରେ ଜୁଲିଆନ୍ କ୍ୟାଲେଣ୍ଡରରେ ୩୧ ଡିସେମ୍ବର ସହିତ ସମାନ ଭାବରେ ପାଳନ କରାଯାଉଥିଲା। ଏହି ଉତ୍ସବଗୁଡ଼ିକ ଐତିହାସିକ ଭାବରେ ଯୁବକମାନଙ୍କ ଦଳ ଦ୍ୱାରା ଘର ଘର ବୁଲି ଦେଖିବା ଉପରେ କେନ୍ଦ୍ରିତ ଥିଲା, ଯେଉଁମାନେ ପ୍ରାକ-ଖ୍ରୀଷ୍ଟିଆନ ଉତ୍ପତ୍ତିର ଲୋକକଥାର ଚରିତ୍ର ଭାବରେ ପୋଷାକ ପିନ୍ଧିଥିଲେ, ଏବଂ ବିଶେଷ ଖାଦ୍ୟ ଏବଂ ପାନୀୟ ମଧ୍ୟ ପାଇଥିଲେ। ରୀତିନୀତିର ପ୍ରସଙ୍ଗ ପରିବର୍ତ୍ତନ ହୋଇଛି, କିନ୍ତୁ କିଛି ଉପାଦାନ ବର୍ତ୍ତମାନ ପର୍ଯ୍ୟନ୍ତ ଜାରି ରହିଛି।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଓଡ଼ିଶା ( ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
କୋଲୋମାଇକା ( ୟୁକ୍ରେନୀୟ : коломийкa , ପୋଲିଶ୍ : କୋଲୋମାଇଜକା ; ଏହାକୁ କୋଲୋମେଇକା କିମ୍ବା କୋଲୋମେଇକେ ମଧ୍ୟ କୁହାଯାଏ ) ହେଉଛି ଏକ ହଟସୁଲ (ୟୁକ୍ରେନୀୟ) ସଙ୍ଗୀତ ଧାରା ଅଟେ ଯାହା ଏକ ଦ୍ରୁତ ଗତିର ଲୋକନୃତ୍ୟ ଏବଂ ହାସ୍ୟରସ ଛନ୍ଦଯୁକ୍ତ ପଦ୍ୟ ( танець-приспівка )କୁ ମିଶ୍ରଣ କରେ। ଏଥିରେ ଉତ୍ତର ଆମେରିକାର ୟୁକ୍ରେନୀୟ ପ୍ରବାସୀ ଦ୍ୱାରା ବିକଶିତ ଏକ ପ୍ରକାରର ପ୍ରଦର୍ଶନ ନୃତ୍ୟ ଅନ୍ତର୍ଭୁକ୍ତ ।
ଭେସ୍ନିଆଙ୍କା (ୟୁକ୍ରେନୀୟ: Веснянка) ହେଉଛି ବସନ୍ତ ଋତୁକୁ ସ୍ୱାଗତ କରି ବୋଲା ଯାଉଥିବା ପାରମ୍ପରିକ ନୃତ୍ୟଗୀତର ଏକ ବିଶେଷ ଶୈଳୀ, ଯାହା ପ୍ରାଧାନତଃ ୟୁକ୍ରେନର ବିଭିନ୍ନ ଅଞ୍ଚଳରେ ପାଳିତ ହୋଇଆସୁଛି। ଏହାକୁ ହାହିଲ୍କା, ହାଇଲ୍କା, ହାଇଭ୍କା, ୟାହିଲ୍କା କିମ୍ବା ରୋହୁଲ୍କା ନାମରେ ମଧ୍ୟ ଜଣାଯାଏ। ଏହି ପାରମ୍ପରିକ ଗୀତଗୁଡ଼ିକ ବସନ୍ତର ଆଗମନ, ପ୍ରକୃତିର ପୁନର୍ଜୀବନ, କୃଷିଜୀବନର ଆରମ୍ଭ ଏବଂ ସାମୂହିକ ଆନନ୍ଦର ପ୍ରତୀକ ଭାବେ ବୋଲାଯାଏ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ଜ୍ୟୋତିଷଶାସ୍ତ୍ର ଏକ ଛଦ୍ମ ବିଜ୍ଞାନ ଅଟେ, ଯାହା ଖଗୋଳିୟ ପିଣ୍ଡର ଚଳଣୀ ଏବଂ ସାପେକ୍ଷ ସ୍ଥିତିର ଅଧ୍ୟୟନ କରି ମନୁଷ୍ୟ ସମ୍ବନ୍ଧୀୟ ବିଷୟ ଏବଂ ସାଂସାରିକ ଘଟଣା ସମ୍ବନ୍ଧରେ ଦିବ୍ୟ କଥାବସ୍ତୁର ଦାବି କରିଥାଏ । ଏହି ଶାସ୍ତ୍ରଦ୍ୱାରା ମନୁଷ୍ୟ ତଥା ପୃଥିବୀର ଗ୍ରହ ଏବଂ ତାରାମାନଙ୍କର ଶୁଭ ତଥା ଅଶୁଭ ପ୍ରଭାବର ଅଧ୍ୟୟନ କରାଯାଇ ପାରେ । ଜ୍ୟୋତିଷ ଶବ୍ଦର ଅର୍ଥ ଗ୍ରହ ତଥା ନକ୍ଷତ୍ରଦ୍ୱାରା ସମ୍ବନ୍ଧିତ ରଖୁଥିବା ବିଦ୍ୟା । ଯଦିଓ ଏହି ଶବ୍ଦରୁ ଗଣିତ (ସିଦ୍ଧାନ୍ତ) ଜ୍ୟୋତିଷର ମଧ୍ୟ ବୋଧ ହୋଇଥାଏ, ତଥାପି ସାଧାରଣ ଲୋକ ଜ୍ୟୋତିଷ ବିଦ୍ୟାଦ୍ୱାରା ଫଳିତ ବିଦ୍ୟାର ଅର୍ଥ ବୋଲି ଭାବି ନିଅନ୍ତି।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
କରୋନାଭୂତାଣୁ ରୋଗ ୨୦୧୯ ବା (କୋଭିଡ-୧୯) (କରୋନା, କରୋନାଭାଇରସ, କୋଭିଡ ଆଦି ନାମରେ ମଧ୍ୟ ଜଣା) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ ଦ୍ୱାରା(SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । ପ୍ରଥମ କରି ଚୀନର ଉହାନଠାରେ ୨୦୧୯ ଡିସେମ୍ବରରେ ଏହା ବାବଦରେ ଜଣା ପଡ଼ିଥିଲା । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ମୋହନ ଚରଣ ମାଝୀ ([mohɔnɔ t͡ʃɔɾɔɳɔ mad͡ʒʱi] (); ଜନ୍ମ: ୬ ଜାନୁଆରୀ ୧୯୭୨) ଜଣେ ଭାରତୀୟ ରାଜନେତା ଏବଂ ଓଡ଼ିଶାର ୧୫ଶ ତଥା ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଅଟନ୍ତି । ସେ ଭାରତୀୟ ଜନତା ପାର୍ଟିରୁ ଜଣେ ବିଧାୟକ ଭାବରେ ୨୦୦୦, ୨୦୦୯ ଓ ୨୦୧୯ ଓ ୨୦୨୪ ମସିହାରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୬ଶ ଓ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
କାର୍ଲ ହେନେରିକ ମାର୍କସ (୫ ମଇ ୧୮୧୮-୧୪ ମାର୍ଚ ୧୮୮୩) ଜଣେ ଜର୍ମାନୀୟ ଦାର୍ଶନିକ, ଅର୍ଥନୀତିୀ, ସମାଜବାଦୀ, ଐତିହାସିକ ତଥା ସାମ୍ୟବାଦର ପ୍ରଣେତା ଥିଲେ । ଅର୍ଥନୀତିରେ ମାର୍କସଙ୍କ ଗବେଷଣା, ଶ୍ରମିକ ବର୍ଗର ଅର୍ଥନୈତିକ ଅବସ୍ଥା ବୁଝିବା ପାଇଁ ମୂଳଦୁଆ କୁହାଯାଇପାରେ ଏବଂ ଏହା ପରବର୍ତ୍ତୀ ସମୟରେ ଅନେକ ଅର୍ଥନୀତିୀୟ ଚିନ୍ତାଧାରାକୁ ପ୍ରଭାବିତ କରିଛି । ସେ ତାଙ୍କ ଜୀବନକାଳ ମଧ୍ୟରେ ଅନେକ ପୁସ୍ତକର ରଚନା କରିଥିଲେ ଯେଉଁଗୁଡ଼ିକ ମଧ୍ୟରୁ ଦି କମ୍ୟୁନିଷ୍ଟ ମ୍ୟାନିଫେଷ୍ଟୋ (୧୮୪୮) ଏବଂ ଦାସ କ୍ୟାପିଟାଲ ବହୁ ଗୁରୁତ୍ତ୍ୱପୂର୍ଣ୍ଣ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।