ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବୋର୍ଷ୍ଟ (English: ()) ହେଉଛି ଏକ ଖଟା ସୁପ୍, ଯାହା ମାଂସ ଝୋଳ, ପରିବା ଓ ମସଲା ଦ୍ୱାରା ପ୍ରସ୍ତୁତ ହୁଏ, ଏବଂ ଏହା ପୂର୍ବ ଇଉରୋପ୍, ମଧ୍ୟ ଇଉରୋପ୍ ଓ ଉତ୍ତର ଏସିଆରେ ସାଧାରଣ ଭାବେ ପ୍ରଚଳିତ। ଇଂରାଜୀରେ “ବୋର୍ଷ୍ଟ” ଶବ୍ଦଟି ଯିଦ୍ଦିଶ୍ ଭାଷା ମାଧ୍ୟମରେ ଆସିଛି ଏବଂ ସାଧାରଣତଃ ଏହାକୁ ୟୁକ୍ରେନରୁ ଆସିଥିବା ଲାଲ ବିଟ୍ରୁଟ୍ ଭିତ୍ତିକ ସୁପ୍ ସହିତ ସମ୍ପର୍କ କରାଯାଏ, ଯାହା ଏହାକୁ ବିଶିଷ୍ଟ ଲାଲ ରଙ୍ଗ ଦେଇଥାଏ। ତେବେ, ଏହି ନାମଟି ବିଟ୍ ଛଡ଼ା ଅନ୍ୟାନ୍ୟ ଖଟା ସୁପ୍ଗୁଡ଼ିକ ପାଇଁ ମଧ୍ୟ ବ୍ୟବହୃତ ହୁଏ, ଯେପରିକି ସୋରେଲ୍ ଭିତ୍ତିକ ଗ୍ରୀନ୍ ବୋର୍ଷ୍ଟ, ରାଇ ଭିତ୍ତିକ ହ୍ୱାଇଟ୍ ବୋର୍ଷ୍ଟ ଓ କୋବି ବୋର୍ଷ୍ଟ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ନରସିଂହ (नरसिंह - Narasiṃha) ବା ନୃସିଂହ (नृसिंह, Nṛsiṃha), ହେଉଛନ୍ତି ଏକାଧାରରେ ନର ଓ ସିଂହ। ଶ୍ରୀମଦ୍ଭାଗବତ, ସ୍କନ୍ଧ ପୁରାଣ ଏବଂ ଗୀତ ଗୋବିନ୍ଦରେ ବର୍ଣ୍ଣିତ ଦଶ ଅବତାର ଭିତରୁ ସତ୍ୟ ଯୁଗୀୟ ଚତୁର୍ଥ ଅବତାର ହେଲେ ନରସିଂହ। ନିଜ ଭକ୍ତ ପ୍ରହ୍ଲାଦର ମାନ ରକ୍ଷା କରିବାକୁ, ଭକ୍ତର ବଚନ "ଭଗବାନ ସବୁ ଜାଗାରେ ଅଛନ୍ତି"କୁ ସତ୍ୟ ପ୍ରମାଣିତ କରିବାକୁ ଓ ଦୁଷ୍ଟ ଅସୁର ହିରଣ୍ୟକଶିପୁର ବଧ କରିବାକୁ ଭୀଷଣକାୟ ନୃସିଂହ ରୂପରେ ସେ ଖମ୍ବରୁ ପ୍ରକଟ ହୋଇଥିଲେ ଓ ନିଜର ତୀକ୍ଷ୍ଣ ନଖପଂକ୍ତିରେ ହିରଣ୍ୟକଶିପୁର ବକ୍ଷକୁ ଚିରି ତାକୁ ହତ୍ୟା କରିଥିଲେ।
ଓଡ଼ିଶା ( ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ବୈଶାଖ ମାସର ପୂର୍ଣ୍ଣମୀ ତିଥିରେ ବୁଦ୍ଧ ଜୟନ୍ତୀ ପାଳିତ ହୁଏ। ତେଣୁ ଏହି ପୂର୍ଣ୍ଣିମାକୁ ବୌଦ୍ଧ ପୂର୍ଣ୍ଣିମା କୁହାଯାଏ। ବୌଦ୍ଧ ଧର୍ମରେ ପର୍ବପର୍ବାଣି ଓ ଆଡମ୍ବର କମ୍ ଥିଲେ ହେଁ ଉପାସନା, ଆରାଧନା, ଧ୍ୟାନ ଓ ସାଧନା ଆଦି ଆଚରଣବିଧି ପାଇଁ ବର୍ଷର ବାରଟିଯାକ ପୂର୍ଣ୍ଣିମା ତିଥି ଅତ୍ୟନ୍ତ ପୁଣ୍ୟ ଦିବସ। ବୌଦ୍ଧ ଧର୍ମାବଲମ୍ବୀମାନେ ପ୍ରତ୍ୟେକ ପୂର୍ଣ୍ଣିମା ତିଥିରେ ପ୍ରାର୍ଥନା ଓ ଧ୍ୟାନ ବ୍ୟତୀତ ସ୍ୱତନ୍ତ୍ର ଉପାସନା ପର୍ଯ୍ୟନ୍ତ ଉପବାସ ରହିଥାନ୍ତି।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସାଲୋ କିମ୍ବା ସ୍ଲାନିନା ଏକ ୟୁରୋପୀୟ ଖାଦ୍ୟ ଯାହା ଲୁଣ-ନିର୍ମିତ ଘୁଷୁରୀ ଚର୍ବିର ସ୍ଲାବ ସହିତ କିମ୍ବା ବିନା ଚର୍ମ ଏବଂ ମାଂସର ସ୍ତର ସହିତ କିମ୍ବା ବିନା ସ୍ତର ଦ୍ୱାରା ଗଠିତ । ଏହା ସାଧାରଣତଃ ମଧ୍ୟ, ପୂର୍ବ ଏବଂ ଦକ୍ଷିଣ-ପୂର୍ବ ୟୁରୋପରେ ବିଭିନ୍ନ ନାମରେ ଖିଆଯାଏ ଏବଂ ଜଣାଶୁଣା। ଏହା ସାଧାରଣତଃ ଶୁଖିଲା ଲୁଣ କିମ୍ବା ଲୁଣ ଯୁକ୍ତ ହୋଇଥାଏ । ପୂର୍ବ ସ୍ଲାଭିକ୍, ହଙ୍ଗେରିଆନ୍ ଏବଂ ରୋମାନିଆନ୍ ପ୍ରକାରକୁ ପାପ୍ରିକା କିମ୍ବା ଅନ୍ୟାନ୍ୟ ମସଲା ସହିତ ପ୍ରସ୍ତୁତ କରାଯାଏ, କିନ୍ତୁ ଦକ୍ଷିଣ ଏବଂ ପଶ୍ଚିମ ସ୍ଲାଭିକ୍ ସଂସ୍କରଣ ପ୍ରାୟତଃ ପୋଡ଼ା ଯାଏ ।
କରଣମାନେ ମୁଖ୍ୟତଃ ଓଡ଼ିଶାରେ ବାସକରୁଥିବା ଏକ ଭାରତୀୟ ହିନ୍ଦୁ କ୍ଷତ୍ରିୟ ଜାତି । କରଣ ପଦବୀ ଏକ ବୃତ୍ତିଗତ ପଦବୀ ଥିଲା ଯାହା କଠୋର ହିନ୍ଦୁ ବର୍ଣ୍ଣ ଓ ଜାତିପ୍ରଥା ସାମାଜିକ ବିଭାଜନରେ ଉଚ୍ଚରେ ଥିବା କ୍ଷତ୍ରିୟ ଜାତିଦ୍ୱାରା ଦଖଲ କରାଯାଇଥିଲା । ସେମାନେ ଆନ୍ଧ୍ର ପ୍ରଦେଶର କେତେକ ସ୍ଥାନରେ କରଣମ ପଦବୀରେ ମଧ୍ୟ ରହିଥିଲେ ଓ ପଶ୍ଚିମବଙ୍ଗ ଏବଂ ବିହାରର କାୟସ୍ଥ ପରି ଓଡ଼ିଶାରେ ସମାନ ଭୂମିକା ଗ୍ରହଣ କରିଥିଲେ । ପାରମ୍ପାରିକ ଭାବରେ ସେମାନେ ଓଡ଼ିଆ ରାଜକୀୟ ରାଜ୍ୟଗୁଡ଼ିକର ଦରବାରରେ ସରକାରୀ ରେକର୍ଡ ରକ୍ଷକ ତଥା ଜମିଦାର, ଶିକ୍ଷକ, ରାଜା, ସୈନ୍ୟବାହିନୀରେ ମୁଖ୍ୟ ସେନାପତି ଓ ମନ୍ତ୍ରୀ ଆଦି ପଦବୀ ଅଧିକାର କରିଥିଲେ। ବର୍ତ୍ତମାନ ସମୟରେ ସେମାନେ ଏକ ରାଜନୈତିକ ପ୍ରଭାବଶାଳୀ ସମ୍ପ୍ରଦାୟ ଏବଂ ୫୦ ବର୍ଷରୁ ଉର୍ଦ୍ଧ ସମୟ ଧରି ଓଡ଼ିଶା ରାଜନୀତିରେ ନେତୃତ୍ତ୍ୱ ସ୍ଥାନ ଅଧିକାର କରିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଆତ୍ମହତ୍ୟାର ଏହାର ଅର୍ଥ ସ୍ୱେଚ୍ଛାରେ ନିଜକୁ ହତ୍ୟା କରିବା ଓ ଏହାକୁ ସୁଇସାଇଡ (ଇଂରାଜୀ ଭାଷାରେ suicide) ମଧ୍ୟ କୁହାଯାଏ ।. ଏହାର ସଙ୍କଟ ଜନକ ଅବସ୍ଥାମାନଙ୍କ ନାମ ମାନସିକ ବେମାରୀ ଅବସାଦ, ସିଜୋଫ୍ରେନିଆ, ମଦ୍ୟାତ୍ୟୟ, ନିଶା ଦ୍ରବ୍ୟ ସେବନ, ବାଇପୋଲାର ଡିଜଅଡର ଇତ୍ୟାଦି । ଅନ୍ୟ କାରକମାନଙ୍କ ନାମ ଚାପ ଜନିତ ଆବେଗ ଯାହା ଅର୍ଥନୈତିକ ସମସ୍ୟା, ସମ୍ପର୍କ ସମସ୍ୟା ବା ଭୟ । ପୂର୍ବରୁ ଆତ୍ମହତ୍ୟା ଚେଷ୍ଟା ଥିଲେ ଭବିଷ୍ୟତ ସଙ୍କଟ ଅଧିକ ରହେ । ବର୍ଡର ଲାଇନ ପର୍ସନାଲିଟି ଡିଜ୍ଅର୍ଡର ଓ ମ୍ୟାନିକ୍ ଡିପ୍ରେସନ ଯୋଗୁ ହତାଶା ହୁଏ ଓ ଏହାଦ୍ୱାରା ଆତ୍ମହତ୍ୟା ହୁଏ । ଆତ୍ମହତ୍ୟା ପ୍ରତିରୋଧ ନିମନ୍ତେ ଆଗ୍ନେୟାସ୍ତ୍ର ଓ ବିଷ ଅପହଞ୍ଚ, ମାନସିକ ବେମାରୀର ଚିକିତ୍ସା, ଡ୍ରଗ ଅପବ୍ୟବହାର, ଅର୍ଥନୀତିରେ ସୁଧାର ଓ ମିଡିଆ ରିପୋର୍ଟ ଅତି ଆବଶ୍ୟକ । ସାଧାରଣତଃ କ୍ରାଇସିସ୍ ହଟ୍ ଲାଇନ (ଫୋନ୍ ଯୋଗେ ପରାମର୍ଶ) ବ୍ୟବହାର କରାଯାଉଥିଲେ ମଧ୍ୟ ଏହାର କାର୍ଯ୍ୟକାରୀତା ବିଷୟରେ ପ୍ରମାଣ ବିଶେଷ ନାହିଁ । ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପ୍ରକାର ଆତ୍ମହତ୍ୟା ଦେଖାଯାଏ । ସାଧାରଣତଃ ବେକ ଝୁଲେଇବା (Hanging), ପୋକମରା ଔଷଧ ସେବନ ଓ ଆଗ୍ନେୟାସ୍ତ୍ରଦ୍ୱାରା ଏହା ସମ୍ଭବ ହୁଏ । ପ୍ରତିବର୍ଷ ପ୍ରାୟ ୮୦୦,୦୦୦ରୁ ଏକ ନିୟୁତ ଲୋକ ଏହି ଭାବରେ ମରନ୍ତି ଓ ଏହା ପୃଥିବୀରେ ମୃତ୍ୟୁର ଦଶମ କାରଣ ରୂପେ ପରିଚିତ । ପୁରୁଷ ଆତ୍ମହତ୍ୟା ସଂଖ୍ୟା ମହିଳାଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ । ସନ ୧୯୯୦ରେ ୭୧୨,୦୦୦ ଆତ୍ମହତ୍ୟା ମୃତ୍ୟୁ ହୋଇଥବା ବେଳେ ୨୦୧୩ରେ ୮୪୨,୦୦୦ ମୃତ୍ୟୁ ହୋଇଥିଲା । ୧୦ରୁ ୨୦ ନିୟୁତ ଆତ୍ମଘାତୀ ଚେଷ୍ଟା ପ୍ରତି ବର୍ଷ ହୁଏ ଯାହା ଫଳପ୍ରଦ ହୋଇପାରି ନ ଥାଏ । ଯୁବକମାନେ ମହିଳାମାନଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ ଆତ୍ମହତ୍ୟା ଚେଷ୍ଟା କରନ୍ତି । ଅଣ-ମାରାତ୍ମକ ଆତ୍ମହତ୍ୟା ପ୍ରଚେଷ୍ଟଦ୍ୱାରା ଆଘାତ ଓ ଦୀର୍ଘସ୍ଥାୟୀ ଅକ୍ଷମତା ଦେଖାଯାଏ । ୧୫-୨୯ ବର୍ଷ ବୟସ୍କଙ୍କ ମଧ୍ୟରେ ଆତ୍ମହତ୍ୟା ହିଁ ମୃତ୍ୟୁର ଦ୍ୱିତୀୟ ବଡ଼ କାରଣ ବୋଲି ମଙ୍ଗଳବାର, ୧୧ ସେପ୍ଟେମ୍ବର ୨୦୧୮ ମିଳିତ ଜାତିସଂଘ ନିଜର ଏକ ରିପୋର୍ଟରେ ଉଲ୍ଲେଖ କରିଥିଲା। ଲାନ୍ସେଟ୍ ପବ୍ଲିକ୍ ହେଲ୍ଥ ଜର୍ନାଲ୍ରେ ‘ଦି ଗ୍ଲୋବାଲ୍ ବର୍ଡନ୍ ଅଫ୍ ଡିଜିଜ୍ ଷ୍ଟଡିଜ୍ ୧୯୯୦-୨୦୧୬’ ଶୀଷର୍କରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ, ବିଶ୍ୱବ୍ୟାପୀ ଘଟୁଥିବା ଆତ୍ମହତ୍ୟାର ୩୭% ପୁରୁଷ କେବଳ ଭାରତୀୟ ଏବଂ ୨୪% ମହିଳା ଚରମ ପଦକ୍ଷେପ ନେଇଥାନ୍ତି । ୧୫-୩୯ ବର୍ଷ ବୟସ୍କଙ୍କ ଆତ୍ମହତ୍ୟାରେ ଭାରତ ବିଶ୍ୱସ୍ତରରେ ତୃତୀୟ । ୧୯୯୦ରୁ ୨୦୧୬ ମଧ୍ୟରେ ଦେଶରେ ଆତ୍ମହତ୍ୟା ଜନିତ ମୃତ୍ୟୁସଂଖ୍ୟା ୪୦% ବଢ଼ିଛି । କେବଳ ୨୦୧୬ରେ ଭାରତରେ ୨,୩୦,୩୧୪ ଲୋକ ଆତ୍ମହତ୍ୟା କରିଛନ୍ତି । କର୍ନାଟକ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ ଏବଂ ତ୍ରିପୁରାରେ ଉଭୟ ପୁରୁଷ ଏବଂ ମହିଳାଙ୍କ କ୍ଷେତ୍ରରେ ଆତ୍ମହତ୍ୟା ହାର ସବୁଠାରୁ ଅଧିକ । କେରଳ, ଛତିଶଗଡ଼ରେ ଅଧିକ ପୁରୁଷ ଆମହତ୍ୟା କରିଥାନ୍ତି । ଭାରତରେ ପ୍ରତି ୧ଲକ୍ଷରେ ୧୫% ମହିଳା ଆତ୍ମହତ୍ୟା କରିଥାନ୍ତି। କେତେକ ଚିନ୍ତାଧାରା ଆତ୍ମହତ୍ୟା ପ୍ରରୋଚନା କରେ ଯଥା: ସମ୍ମାନ (Honour), ଧର୍ମ ଓ ଜୀବନର ମୂଲ୍ୟବୋଧ । ଆବ୍ରାହମ ଧର୍ମ ଅନୁଯାୟୀ ଜୀବନ ପବିତ୍ର, ତେଣୁ ଏହାକୁ ତ୍ୟାଗ କରିବା ପ୍ରଭୁଙ୍କ ପ୍ରତି ଅପରାଧ କରିବା ସଙ୍ଗେ ସମାନ । ଜାପାନର ସମୁରାଇ ଯୁଗରେ ଏହା (ସେପୁକୁ ବା ଆତ୍ମହତ୍ୟା) ଭୁଲର ପ୍ରାୟଶ୍ଚିତ କିମ୍ବା ପ୍ରତିବାଦ ରୁପେ ଗଣା ହେଉଥିଲା ।. ଆଇନ ବହିର୍ଭୂତ ସତୀ ଦାହ ପ୍ରଥାରେ ବିଧବାମାନେ ସ୍ୱଇଛାରେ ବା ପରିବାରର ପ୍ରରୋଚନାରେ ନିଜକୁ ଚିତାରେ ବିସର୍ଜନ କରୁଥିଲେ ।ପଶ୍ଚିମ ଦେଶମାନଙ୍କରେ ଆଗେ ଆତ୍ମହତ୍ୟା ଚେଷ୍ଟା ଦଣ୍ଡନୀୟ ଅପରାଧ ଥିଲା କିନ୍ତୁ ଏବେ ଅଧିକାଂଶ ଦେଶରେ ତାହା ନାହିଁ ।.
ବାବକା ହେଉଛି ଏକ ମିଠା ବେଣୀଯୁକ୍ତ କେକ୍ କିମ୍ବା ଭିଏନନୋଇସେରି ଯାହା ପୋଲାଣ୍ଡ ଏବଂ ପଶ୍ଚିମ ୟୁକ୍ରେନର ୟିହୂଦୀ ସମ୍ପ୍ରଦାୟରେ ଆରମ୍ଭ ହୋଇଥିଲା । ଏହା ଏକ ଖମୀର -ତାଡିଯୁକ୍ତ ଅଟା ସହିତ ପ୍ରସ୍ତୁତ କରାଯାଏ ଯାହାକୁ ଗୋଳାଇ ଭର୍ତ୍ତି କରି ବିସ୍ତାର କରାଯାଏ, ତାପରେ ଗୋଳାଇ ବେକ୍ କରିବା ପୂର୍ବରୁ ବେଣୀ କରାଯାଏ। ପାରମ୍ପରିକ ଭାବରେ ପୂରଣରେ ଜାମ୍ କିମ୍ବା ବାଦାମ ଅନ୍ତର୍ଭୁକ୍ତ, ଯଦିଓ ବର୍ତ୍ତମାନ ଚକୋଲେଟ୍, ଡାଲଚିନି, ଫଳ, କିମ୍ବା ପନିର ଅନ୍ତର୍ଭୁକ୍ତ। ଏହାକୁ ବଟର ସହିତ ତିଆରି କରାଯାଇପାରିବ, କିମ୍ବା ପରେଭ ରହିବା ପାଇଁ ଏହାକୁ ଅଲିଭ୍ ତେଲ ସହିତ ତିଆରି କରାଯାଇପାରିବ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ସୋରେଲ୍ ସୁପ୍ ପାଣି କିମ୍ବା ଝୋଳ, ସୋରେଲ୍ ପତ୍ର ଏବଂ ଲୁଣରୁ ତିଆରି କରାଯାଏ । ସୋରେଲ୍ ସୁପ୍ ର ବିଭିନ୍ନ ପ୍ରକାର ମଧ୍ୟରେ ପାଳଙ୍ଗ, ଓରାଚେ, ଚାର୍ଡ, ନେଟଲ୍ ଏବଂ କେତେକ ସମୟରେ ଡାଣ୍ଡେଲିଅନ୍, ଗାଉଟୱିଡ୍ କିମ୍ବା ରାମସନ୍ସ, ସୋରେଲ୍ ସହିତ ଅନ୍ତର୍ଭୁକ୍ତ। ଏହା ଆଶକେନାଜି ୟିହୁଦୀ, ବେଲାରୁଷୀୟ, ଏଷ୍ଟୋନିଆନ, ହଙ୍ଗେରିଆନ୍, ଲାଟଭିଆନ୍, ଲିଥୁନିଆନ୍, ରୋମାନିଆନ୍, ଆର୍ମେନିଆନ୍, ଜର୍ଜିଆନ୍, ପୋଲିଶ୍, ରୁଷୀୟ ଏବଂ ୟୁକ୍ରେନିଆନ୍ ଖାଦ୍ୟ ଭାବରେ ଜଣାଶୁଣା। ଏହାର ଅନ୍ୟାନ୍ୟ ଇଂରାଜୀ ନାମ, ଯାହା ବିଭିନ୍ନ ଭାବରେ ଲେଖାଯାଏ ଯଥା: schav, shchav, shav, କିମ୍ବା shtshav, ଇତ୍ୟାଦି ୟିଦିଶ ଭାଷାରୁ ଉଦ୍ଧୃତ ହୋଇଛି, ଯାହା ପରେ ସ୍ଲାଭିକ ଭାଷାରୁ ଆସିଛି, ଯେପରିକି ବେଲାରୁସିଆନ୍ шчаўе, ରୁଷୀୟ ଏବଂ ୟୁକ୍ରେନୀୟ щавель, shchavel, ପୋଲିସ୍ szczaw । ସୁପ୍ ନାମ ଶେଷରେ ସୋରେଲ୍ ପାଇଁ ପ୍ରୋଟୋ-ସ୍ଲାଭିକ୍ ščаvĭ ରୁ ଆସିଛି। ପୂର୍ବ ୟୁରୋପୀୟ ଖାଦ୍ୟରେ ସୁପ୍ ଭାବରେ ଏହାର ସାଧାରଣତା ହେତୁ, ଏହାକୁ ପ୍ରାୟତଃ ସବୁଜ ବୋର୍ଷ୍ଟ କୁହାଯାଏ, ଏବଂ ଏହା ମାନକ, ଲାଲ-ବାଇଗଣୀ ବିଟ୍ ରୁଟ୍ ବୋର୍ଷ୍ଟର ଭାବେ ଖିଆଯାଏ । ରୁଷିଆରେ, ଯେଉଁଠାରେ shchi(ବୋର୍ଷ୍ଟ ସହିତ କିମ୍ବା ବଦଳରେ) ମୁଖ୍ୟ ସୁପ୍ ହୋଇଆସିଛି, ସୋରେଲ୍ ସୁପ୍ କୁ ସବୁଜ ଶ୍ଚି ମଧ୍ୟ କୁହାଯାଏ । ପୁରୁଣା ରୁଷିଆନ୍ ରୋଷେଇ ପୁସ୍ତକରେ ଏହାକୁ କେବଳ ସବୁଜ ସୁପ୍ କୁହାଯାଉଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ମନୋରଞ୍ଜନ ଦାସ । ସ୍ବାଧୀନତା ପରେ ଓଡ଼ିଆ ନାଟକ ରୋମାଣ୍ଟିକ ଭୂମିକା କେତେକାଂଶରେ ପରିହାର କରି ବାସ୍ତବାଭିମୁଖୀ ହେଲା । ଆଦର୍ଶ ବା ନୀତି ଶିକ୍ଷା ବଦଳରେ ଜୀବନ ଜିଜ୍ଞାସା ତଥା ମନସ୍ତାତ୍ତ୍ବିକ ବିଶ୍ଲେଷଣ ମୁଖ୍ୟ ଲକ୍ଷଣ ହେଲା । ସ୍ଥିତିବାଦ, ସ୍ବଭାବବାଦ, ବାସ୍ତବବାଦ, ଅଭିବ୍ୟକ୍ତିବାଦ, ସଙ୍କେତବାଦ, ଏପିକ ଥିଏଟର, କାବ୍ୟିକ ତଥା ଉପାଖ୍ୟାନ ପରମ୍ପରା, ଓ ଉଦ୍ଭଟ ନାଟକ ଆଦି ବିଭିନ୍ନ ପରୀକ୍ଷାମୂଳକ ଧାରା ନାଟକ ଲେଖନ ଓ ଉପସ୍ଥାପନକୁ ପ୍ରଭାବିତ କଲା । ୧୯୬୪ ମସିହାରେ ସୃଜନୀ ପ୍ରତିଷ୍ଠିତ ହେବା ପରେ ଆନ୍ଦୋଳନ ଶକ୍ତିଶାଳୀ ହେଲା । ବନହଂସୀ, ଅରଣ୍ୟ ଫସଲ, ଓ କାଠଘୋଡ଼ା ପ୍ରଭୃତି ଉଚ୍ଚ ପ୍ରଶଂସିତ ହେଲେ ।
ରମେଶ ଚନ୍ଦ୍ର ସାଇ (ଜନ୍ମ: ୭ ଜୁଲାଇ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଥରେ କାର୍ଯ୍ୟ କରିଛନ୍ତି । ରମେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି ହୁଏ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ
ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବି.ପି.ଇଉ.ଟି.), ରାଉରକେଲା ସହରରେ ଅବସ୍ଥିତ ଏକ ବୈଷୟିକ ଶିକ୍ଷା ବିଶ୍ୱବିଦ୍ୟାଳୟ । ଓଡ଼ିଶା ବିଧାନ ସଭାରେ ଗୃହିତ ବି.ପି.ୟୁ.ଟି ଅଧିନିୟମ-୨୦୦୨ (ନଭେମ୍ବର ୨୦୦୨)ଦ୍ୱାରା ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା । ଏହା ପୂର୍ବରୁ ଓଡ଼ିଶାରେ ଥିବା ବିଭିନ୍ନ ବୈଷୟିକ ମହାବିଦ୍ୟାଳୟଗୁଡ଼ିକ ଭିନ୍ନ ଭିନ୍ନ ବିଶ୍ୱବିଦ୍ୟାଳୟ ଅଧୀନରେ ରହିଥିଲା, ତେଣୁ ପରୀକ୍ଷା ପରିଚାଳନା ତଥା ସାଧାରଣ ଶିକ୍ଷା କ୍ଷେତ୍ରରେ କିଛି ବୈଷମ୍ୟତା ଅନୁଭବ କରାଯାଉଥିଲା। ଏହି ଅସୁବିଧାକୁ ଦୂର କରିବାକୁ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା । ଏହି ବିଶ୍ୱବିଦ୍ୟାଳୟ ଅଧୀନକୁ ସାରା ଓଡ଼ିଶାର ଯାନ୍ତ୍ରିକ (ଇଞ୍ଜିନିୟରିଂ), ସ୍ଥାପତ୍ୟ (ଆର୍କିଟେକ୍ଚର), ପ୍ରବନ୍ଧ (ମାନେଜମେଣ୍ଟ), ଫାର୍ମସି ଓ କମ୍ପ୍ୟୁଟର ପ୍ରୟୋଗ (ଏମ.ସି.ଏ.) ମହାବିଦ୍ୟାଳୟଗୁଡ଼ିକ ଅଣାଯାଇଥିଲା । ଆଜି ଏହି ବିଶ୍ୱବିଦ୍ୟାଳୟରେ ୧୫୬ଟି ମହାବିଦ୍ୟାଳୟ, ଉଭୟ ଅଧିନସ୍ଥ/ଘଟକ ଓ ଅନୁବନ୍ଧିତ, ଅଛନ୍ତି ଏବଂ ଏଠାରେ ପାଖାପାଖି ୧,୨୦,୦୦୦ ଛାତ୍ର ଅଧ୍ୟୟନ କରନ୍ତି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ରଘୁନାଥ ମୁର୍ମୁ (୧୮ ମଇ ୧୯୦୫ – ୧ ଫେବୃଆରୀ ୧୯୮୨) ଜଣେ ଭାଷା ଓ ଲିପି ଗବେଷକ ଥିଲେ । ସେ ପ୍ରଥମ କରି ଅଲ ଚିକି ଲିପି ତିଆରି କରିଥିବାରୁ ଏହି ଲିପିର ଜନକ ନାମରେ ମଧ୍ୟ ଜଣାଶୁଣା । ଏଥି ନିମନ୍ତେ ତାଙ୍କୁ ସାନ୍ତାଳୀ ଭାଷାଭାଷୀ ଲୋକେ ଆଦରରେ "ଗୁରୁ ଗୋମକେ' ବୋଲି ମଧ୍ୟ ଡାକିଥାନ୍ତି । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ ("ପ୍ରଣାଳୀ"), ଅଲ ସିକି, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି ସାନ୍ତାଳୀ ଭାଷା ଲେଖିବା ନିମନ୍ତେ ଭାରତ ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ସାନ୍ତାଳ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଥିଲେ । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ୱୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ଜାମବାଣୀଠାରେ ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ ଓ ୨୦୦୭ ମସିହାରେ ମୁର୍ସିଦାବାଦଠାରେ କଲ୍ୟାଣୀ ବିଶ୍ୱବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ଓଡ଼ିଶା ସରକାର ମଧ୍ୟ ରାଜ୍ୟର ପଞ୍ଚମ ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ବନମାଳି ପଟ୍ଟନାୟକ (୧ ଜୁନ ୧୯୨୧ - ୭ ଅକ୍ଟୋବର ୧୯୮୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସ ଓ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବନମାଳି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଓ ପରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ସେ ୨ୟ ଓଡ଼ିଶା ବିଧାନ ସଭାରେ ପୂର୍ବ ଖୋର୍ଦ୍ଧାରୁ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପରେ ୧୯୬୧ ଓ ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖୋର୍ଦ୍ଧା ଓ ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୧ ଭାରତୀୟ ସାଧାରଣ ନିର୍ବାଚନରେ ସେ ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ମା ଘଣ୍ଟେଶ୍ୱରୀ ମନ୍ଦିର ଓଡ଼ିଶାର ସମ୍ବଲପୁରସହରର ଉପକଣ୍ଠରେ ଚିପିଲିମାଠାରେ ଅବସ୍ଥିତ । ମହାନଦୀ କୂଳରେ ଏକ ମନୋରମସ୍ଥାନରେ ଏହି ମନ୍ଦିର ଅବସ୍ଥିତ । ନାମାନୁସାରେ ଏହି ମନ୍ଦିର ପ୍ରାଙ୍ଗଣରେ ଥିବା ବୃହତ ବୃକ୍ଷ୍ୟ ମାନଙ୍କରେ ମା ଘଣ୍ଟେଶ୍ୱରୀଙ୍କ ଉଦ୍ଦେଶ୍ୟରେ ବହୁ ଭକ୍ତ ଘଣ୍ଟ ବାନ୍ଧି ଥାଆନ୍ତି । ସାରାରାଜ୍ୟ ଏପରିକି ଅନ୍ୟାନ୍ୟ ରାଜ୍ୟରୁ ଅଗଣିତ ଭକ୍ତ ଏହି ସୁନ୍ଦର ସ୍ଥାନକୁ ଆସି ଦର୍ଶନ କରନ୍ତି । ଏଠାରେ ହୀରାକୁଦ ଜଳଭଣ୍ଡାରର ଜଳରାଶି ତଟରେ ବହୁତ ସୁନ୍ଦର ପିକନିକ ସ୍ଥଳ ମଧ୍ୟ ରହିଥିବାରୁ ପିକନିକ ସମୟରେରେ ବହୁତ ବଣଭୋଜି ହୁଏ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷାର ସାମୁହିକ ବ୍ୟବହାର ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ଓଡ଼ିଆ ଭାଷା ଆନ୍ଦୋଳନ ନାମରେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।