ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରିଲିଆନ୍ସ ଜିଓ ଇନ୍ଫୋ କମ ଲିମିଟେଡ଼ କିମ୍ବା ଜିଓ ଏକ (ଏଲଟି ଇ ଦୂର ସଞ୍ଚାର) [[[ଭାରତ]]ର ମୋବାଇଲ ନେଟୱାର୍କ ଅପରେଟର୍ସ ଅଟେ । ଏହା ନଭି ମୁମ୍ବାଇ , ମହାରାଷ୍ଟ୍ରର ଏକ ପୂର୍ଣ୍ଣ ସ୍ୱାମୀତ୍ୱ ରୂପୀ ସହାୟକ କମ୍ପାନୀ ଅଟେ ଯାହା ରେଡ଼ିଓ ନେଟୱର୍କ (2 ଜି/3 ଜି) ଆଧାରିତ ସେବା ବିନା (4 ଜି) (ଏଲଟି ଇ ଦୂର ସଞ୍ଚାର) ସେବା ପ୍ରଦାନ କରିଥାଏ ଏବଂ ଦେଶରେ କେବଳ (ଭୋଲଟି ଇ) - "ଭଏସ ଓଭର ଏଲଟି ଇ" ଅପରେଟର ଅଟେ, ଯେଉଁଥିରେ (2 ଜି / 3 ଜି)ର ବିରାସତ ନେଟୱର୍କର ସମର୍ଥନ ରହିଥାଏ ତା'ସହିତ 22 ଟେଲିକମ ସର୍କଲରେ ଆବଦ୍ଧ ହୋଇ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଗାର୍ଗୀ ମହାନ୍ତି ଜଣେ ଓଡ଼ିଆ ଚଳଚ୍ଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ଗାର୍ଗୀ ଜଣେ ଦକ୍ଷ ଏବଂ ପ୍ରଶିକ୍ଷିତ ଓଡ଼ିଶୀ ନର୍ତ୍ତକୀ । ସେ ଅଢ଼େଇ ବର୍ଷ ବୟସରୁ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ସେ ପ୍ରଥମେ ଓଡ଼ିଆ ଆଲବମରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ୨୦୦୫ରେ ସେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗାର୍ଗୀଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ହର ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଅର୍ଜୁନ । ସେ ଓଡ଼ିଆ ଦୂରଦର୍ଶନରେ ମଧ୍ୟ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ପ୍ରଥମେ ସେ ଡିଡି ଓଡ଼ିଆର ଧାରାବାହିକ କହିଲେ ତୋ କୁଳ କୁଟୁମ୍ବକୁ ଲାଜରେ ଅଭିନୟ କରିଥିଲେ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଓଡ଼ିଶା ( ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ଚାଖି ଖୁଣ୍ଟିଆ (ଅନ୍ୟ ନାମ: ଚନ୍ଦନ ହଜୁରୀ, ୧୮୨୭ - ୧୮୭୦) ଓଡ଼ିଶାର ଜନ୍ମିତ ଓ ସିପାହୀ ବିଦ୍ରୋହରେ ନେତୃତ୍ତ୍ୱ ନେଇଥିବା ଜଣେ ଯୋଦ୍ଧା । ସେ ପୁରୀ ଜଗନ୍ନାଥ ମନ୍ଦିରକୁ ଆସୁଥିବା ନେପାଳୀ ଭକ୍ତମାନଙ୍କର ପଣ୍ଡା ଥିଲେ । ୧୮୫୭ ମସିହାରେ ସିପାହୀ ବିଦ୍ରୋହ ବେଳେ ସେ ଉତ୍ତର-ପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରିଥିଲେ । ପରେ ସେ ଧରାପଡ଼ି ବ୍ରିଟିଶମାନଙ୍କଦ୍ୱାରା ନିହତ ହୋଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କୁପାଲା ରାତି (କୁପାଲାଙ୍କ ରାତି କିମ୍ବା କେବଳ କୁପାଲା; ପୋଲିଶ୍ : Noc Kupały, ବେଲାରୁଷୀୟ: Купа́лле: Kupalle, ଋଷୀୟ: Ива́н Купа́ла: Ivan Kupala, Купала: Kupala, ୟୁକ୍ରେନୀୟ: Іван Купало: Ivan Kupalo) ହେଉଛି କିଛି ସ୍ଲାଭିକ୍ ଦେଶରେ ପ୍ରମୁଖ ଛୁଟିଦିନ ମଧ୍ୟରୁ ଗୋଟିଏ ଯାହା ସେଣ୍ଟ ଜନ୍ ଦି ବାପ୍ଟିଷ୍ଟଙ୍କ ଜନ୍ମର ଖ୍ରୀଷ୍ଟିଆନ ପର୍ବ ଏବଂ ଏହା ସେଣ୍ଟ ଜନ୍ ଇଭ୍ ର ପୂର୍ବ ସ୍ଲାଭିକ୍ ପର୍ବ ସହିତ ମେଳ ଖାଏ । ଲୋକ ପରମ୍ପରାରେ, ଏହାକୁ ଗ୍ରୀଷ୍ମକାଳୀନ ସଲଷ୍ଟିସ୍ ଭାବରେ ସମ୍ମାନିତ କରାଯାଉଥିଲା ଏବଂ ମୂଳତଃ ଏହାକୁ ବର୍ଷର ସବୁଠାରୁ ଛୋଟ ରାତିରେ ପାଳନ କରାଯାଉଥିଲା, ଯାହା 21-22 କିମ୍ବା 23-24 ଜୁନ୍ ମାସର ଚେକିଆ, ପୋଲାଣ୍ଡ, ସ୍ଲୋଭାକିଆ, ବୁଲଗେରିଆ (ଯେଉଁଠାରେ ଏହାକୁ ଏନୋଭଡେନ୍ କୁହାଯାଏ) ରେ ପାଳନ କରାଯାଉଥିଲା, ଏବଂ 2023 ରୁ ୟୁକ୍ରେନରେ ଗ୍ରହଣ କରାଯାଇଥିଲା। ଜୁଲିଆନ୍ କ୍ୟାଲେଣ୍ଡର ଅନୁସରଣ କରି, ଏହା ବେଲାରୁଷ, ଋଷ ଏବଂ ୟୁକ୍ରେନର କିଛି ଅଂଶରେ 6 ରୁ 7 ଜୁଲାଇ ମଧ୍ୟରେ ରାତିରେ ପାଳନ କରାଯାଏ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ଗୁନ୍ଗୁନ୍ ଜଣେ ଓଡ଼ିଆ ଅଭିନେତ୍ରୀ ଏବଂ ଉପସ୍ଥାପିକା । ୨୦୦୫ ମସିହାରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ଓମ୍ ଶାନ୍ତି ଓମ୍ରେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ ଗୁନ୍ଗୁନ୍ । ସେ ସାକ୍ଷୀ ରହିଲା ଏ ସିଂହଦୁଆର ଚଳଚ୍ଚିତ୍ରରେ ପ୍ରଥମ କରି ନାୟିକା ଭାବରେ ଅଭିନୟ କରିଥିଲେ । ପରେ ପରେ ପୁପିନ୍ଦର ସିଂଙ୍କ ସହ କିଛି ଖଟା କିଛି ମିଠାରେ ସେ ମଧ୍ୟ ନାୟିକା ଭାବରେ ଅଭିନୟ କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଚୈତ୍ର ପୂର୍ଣ୍ଣିମା (ଚଇତିପୁନେଇଁ ଓ ଚଇତ ପୁନେଇଁ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ଗଣପର୍ବ । ଏହା କେଉଟ ଜାତିର ଲୋକଙ୍କଦ୍ୱାରା ଚୈତ୍ର ମାସ ପୂର୍ଣ୍ଣମୀ ତିଥିରେ (ମାର୍ଚ୍ଚ-ଅପ୍ରେଲ ଭିତରେ) ପାଳିତ ହୋଇଥାଏ । କେଉଟମାନେ ଘୋଡ଼ାର ଏକ ଖୋଳ କରି ସେଥିରେ ପଶି ଘୋଡ଼ା ଚଢ଼ିବାର ଅଭିନୟ କରିଥାନ୍ତି । ଏହା ଚଇତିଘୋଡ଼ା ନାଚ ନାମରେ ଜଣା । ପୂର୍ଣ୍ଣମୀର ପୂର୍ବ ଆଠ ଦିନ ଧରି "ଚଇତି ପର୍ବ" ପାଳନ କରାଯାଏ । ଆଦିବାସୀମାନେ ଏହି ପର୍ବରେ ଦିନ ରାତି ବ୍ୟାପୀ ଭୋଜିଭାତ, ନାଚ, ଶିକାର ଆଦି କରିଥାନ୍ତି । ଘରର ମୁଖ୍ୟ ଏହିଦିନ ପୂର୍ବପୁରୁଷମାନଙ୍କୁ ଶ୍ରାଦ୍ଧ ଦେଇଥାନ୍ତି । ଘରର ପ୍ରତ୍ୟେକ ସଦସ୍ୟ ନୂତନ ବସ୍ତ୍ର ପରିଧାନ ପୂର୍ବକ ଏଥିରେ ଅଂଶଗ୍ରହଣ କରିଥାନ୍ତି । ଏହି ଦିନ ପଶୁବଳି ଦେବା ବିଧି ମଧ୍ୟ କିଛି ସମ୍ପ୍ରଦାୟରେ ରହିଛି । ବର୍ଷର ପ୍ରଥମ ପାଚିଲା ଆମ୍ବ ଲୋକେ ଏଇ ଦିନ ଖାଇଥାନ୍ତି । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦଣ୍ଡ ନାଚ ଓ "ଚଇତିଘୋଡ଼ା ନାଚ" ଅନୁଷ୍ଠିତ ହୋଇଥାଏ । ଏହା ଉଭୟ ଆଦିବାସୀ ଓ ଅଣଆଦିବାସୀମାନେ ପାଳିଥାନ୍ତି ।
ଗୌରହରି ଦାସ (ଜନ୍ମ: ୯ ଅକ୍ଟୋବର ୧୯୬୦) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ସ୍ତମ୍ଭକାର । ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି । ସଂପ୍ରତି ସେ ଓଡ଼ିଆ ଖବରକାଗଜ ସମ୍ବାଦର ସାହିତ୍ୟ ସମ୍ପାଦକ ଏବଂ କଥା ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରନ୍ତି । ସେ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର" ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ । ପୂର୍ବରୁ ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ଅନ୍ୟାନ୍ୟ ପୁରସ୍କାର ଓ ସମ୍ମାନ ସମେତ ସେ ସେ ୨୦୧୨ ମସିହାରେ "କଣ୍ଟା ଓ ଅନ୍ୟାନ ଗଳ୍ପ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୦୧ରେ "ନିଜ ସାଙ୍ଗେ ନିଜର ଲଢ଼େଇ" ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କର "ବାଘ ଓ ଅନ୍ୟାନ୍ୟ ଗଳ୍ପ" ଗଳ୍ପସଂକଳନ ନିମନ୍ତ ସେ ୨୦୨୨ ମସିହାରେ ଶାରଳା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି ହୁଏ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଚଇତି ଘୋଡ଼ା ନାଚ (ଘୋଡ଼ା ନାଚ, ଚଇତାଳି ଘୋଡ଼ା ନାଟ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ପାରମ୍ପରିକ ଲୋକନୃତ୍ୟ । ଏହା ମୁଖ୍ୟତଃ ଓଡ଼ିଶାର ଉପକୂଳ ଅଞ୍ଚଳରେ କେଉଟମାନଙ୍କଦ୍ୱାରା ଆରମ୍ଭ ହୋଇ ସେହି ଅଞ୍ଚଳମାନଙ୍କରେ ଚୈତ୍ର ମାସ ପୂର୍ଣ୍ଣିମା ତିଥିରେ ପରିବେଷିତ ହୋଇଥାଏ । କେଉଟମାନେ ବାଉଁଶ ବତାରେ ଘୋଡ଼ାର ପାଦହୀନ ଦେହ ଓ ବେକ ଆକାରର ଗୋଟିଏ ଥାଟ ତିଆରି କରି ତା ଉପରେ ଲୁଗା ଆଦି ଘୋଡ଼ାନ୍ତି ଓ ବେକ ଉପରେ ଘୋଡ଼ାମୁହଁ ପରି ଚିତ୍ରିତ ମୁଖାଟିଏ ଲଗାନ୍ତି ଉକ୍ତ ଚଇତିଘୋଡ଼ାର ପିଠିରେ ଗୋଟିଏ କଣା ଥାଏ ସେହି କଣାବାଟେ ମନୁଷ୍ୟ ଅଣ୍ଟା ପର୍ଯ୍ୟନ୍ତ ପଶି କରି ଭୂମିରେ ଠିଆହୁଏ ଓ ଘୋଡ଼ାରୂପର ଆଗରୁ ଓ ପଛରୁ ଡ଼ୋରି ଲଟକା ଯାଏ ମନୁଷ୍ୟର ଅଣ୍ଟାଠାରୁ ନିମ୍ନ ଅଂଶ ଘୋଡ଼ା ଭିତରେ ଲୁଚି ଥାଏ ଓ ଅଣ୍ଟାଠାରୁ ଉପର ଅଂଶ ଘୋଡ଼ା ଭିତରେ ବସିବା ପରି ଅନୁମିତ ହୁଏ । ଏ ବ୍ୟକ୍ତି ନାଚିବା ସଙ୍ଗେ ସଙ୍ଗେ ଘୋଡ଼ା ମଧ୍ୟ ନାଚେ ଘୋଡ଼ାର ମୁହଁଆଡ଼େ ଲଗାମପରି କନାଡ଼ୋରି ବନ୍ଧା ହୋଇଥାଏ ଉକ୍ତ ଡ଼ୋରିକୁ ନାଚିବାବାଲା ଧରି ଘୋଡ଼ାର ଲଗାମ ଧରିବାର ଅଭିନୟ କରେ କେଉଟମାନେ ଏହି ପର୍ବ ଉପଲକ୍ଷରେ ଚଢ଼େଇବା ଓ ଚଢ଼ଉଣୀ ବେଶ ହୋଇ ନାଚନ୍ତି ଓ ଗୀତ ବୋଲନ୍ତି ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ସାଧାରଣତଃ ଖରାବେଳେ ବା ଉପରଓଳି ପଖାଳ ଖିଆଯାଏ । ପଖାଳର ଲୋକାଦୃତି ଓ ପ୍ରସାର ଉଦ୍ଦେଶ୍ୟରେ ମାର୍ଚ୍ଚ ମାସ ୨୦ ତାରିଖକୁ ପଖାଳ ଦିବସ ଭାବେ ନାମିତ କରାଯାଇଛି ।
ଭାରତୀୟ ଜନତା ପାର୍ଟି (ବିଜେପି) ଭାରତର ଶାସକ ରାଜନୈତିକ ଦଳ । ଏହା ଭାରତୀୟ ଜାତୀୟ କଂଗ୍ରେସ ସହିତ ଭାରତର ଦୁଇଟି ପ୍ରମୁଖ ରାଜନୈତିକ ଦଳ ମଧ୍ୟରୁ ଅନ୍ୟତମ । ୨୦୧୯ ସୁଦ୍ଧା ଏହା ଜାତୀୟ ସଂସଦ ତଥା ରାଜ୍ୟସଭାରେ ପ୍ରତିନିଧିତ୍ୱ ଦୃଷ୍ଟିରୁ ଦେଶର ସର୍ବବୃହତ ରାଜନୈତିକ ଦଳ ଏବଂ ପ୍ରାଥମିକ ସଦସ୍ୟତା ଦୃଷ୍ଟିରୁ ଏହା ବିଶ୍ୱର ସର୍ବବୃହତ ଦଳ । ବିଜେପି ଏକ ଦକ୍ଷିଣପନ୍ଥୀ ଦଳ ଏବଂ ଏହାର ନୀତି ଐତିହାସିକ ଭାବରେ ହିନ୍ଦୁ ଜାତୀୟତାବାଦୀ ସ୍ଥିତିକୁ ପ୍ରତିଫଳିତ କରିଛି । ଏହାଠାରୁ ବେଶୀ ପୁରୁଣା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ) ସହିତ ଏହାର ଘନିଷ୍ଠ ଆଦର୍ଶ ଏବଂ ସାଂଗଠନିକ ସମ୍ବନ୍ଧ ରହିଛି ।
HIV/AIDS ହେଉଛି ଏକ ଗଭୀର ସ୍ୱାସ୍ଥ୍ୟ ସମସ୍ୟା, ଯାହା ମାନବ ଶରୀରର ରୋଗପ୍ରତିରୋଧକ କ୍ଷମତାକୁ ପ୍ରଭାବିତ କରେ। ଏହି ରୋଗ ମୁଖ୍ୟତଃ ମାନବ ଶରୀରର ରକ୍ତ, ମା'କ୍ଷୀର, ଏବଂ ଯୌନ ସମ୍ପର୍କ ମାଧ୍ୟମରେ ସଂକ୍ରମିତ ହୁଏ। HIV ଭାଇରସ୍ ଶରୀରର ରୋଗ ପ୍ରତିରୋଧକ କୋଷକୁ ଧ୍ୱଂସ କରି ଏହାକୁ AIDS ରୂପରେ ପରିଣତ କରେ, ଯାହାର ଫଳରେ ଶରୀର କ୍ଷଣିକ ମଧ୍ୟରେ ମହତ୍ତ୍ୱପୂର୍ଣ୍ଣ ସଂକ୍ରମଣ ବୋଲି ଜଣାଯାଏ। ଏହି ରୋଗ ପରିଚାଳନାର ଲକ୍ଷ୍ୟ ହେଉଛି ରୋଗୀଙ୍କୁ ସଂକ୍ରମଣ ରୋକାଯିବା, ରୋଗର ପ୍ରଗତିକୁ ନିୟନ୍ତ୍ରଣ କରାଯିବା, ଏବଂ ଜୀବନ ଗୁଣ ଉନ୍ନତ କରାଯିବା।
ନିରାକାର ଦାସ ଜଣେ ଓଡ଼ିଆ କବି । ତାଙ୍କ ରଚିତ କବିତା ଓ ପ୍ରବନ୍ଧ ସମାଲୋଚନା, ଧରିତ୍ରୀ, ରେବତୀ, ସମ୍ବାଦ, ସତୀର୍ଥ, ମଧୁଧାରା ଆଦି ଖବର କାଗଜ ଓ ପତ୍ରିକାରେ ପ୍ରକାଶିତ ହୋଇଛି । ତାଙ୍କ ରଚିତ ପୁସ୍ତକ ଭିନ୍ନ ଇଲାକାର ସ୍ୱର, ମହରଗ ପାଦେ ମାଟିର ସ୍ୱପ୍ନ, ଏ ଯୁଦ୍ଧ ନୁହେଁ ତୁମର, ଅସରନ୍ତି ଯାତ୍ରା, ବିଭିନ୍ନ ବସୁଧା, ମୁଁ ସର୍ବହରା କବି, ସ୍ୱର ସମୟର ଆଦି ପ୍ରକାଶିତ ହୋଇଛି ।
ଜନନୀ ସୁରକ୍ଷା ଯୋଜନା (JSY) ଭାରତ ସରକାରଙ୍କର ଏକ ଯୋଜନା ଯାହା ୨୦୦୫ ଅପ୍ରେଲ ୧୨ରେ ଭାରତର ପ୍ରଧାନମନ୍ତ୍ରୀଙ୍କଦ୍ୱାରା ଉଦ୍ଘାଟନ କରାଯାଇଥିଲା । ଏକ ନିରାପଦ ପ୍ରସବ ଯୋଜନା, ରାଷ୍ଟ୍ରୀୟ ଗ୍ରାମ୍ୟ ସ୍ୱାସ୍ଥ୍ୟ ମିଶନ (NRHM) ଅଧିନରେ କାର୍ଯ୍ୟକାରୀ ହେଉଛି । ଏହା ୧୦୦ ପ୍ରତିଶତ କେନ୍ଦ୍ରୀୟ ଅନୁଦାନ ପ୍ରାପ୍ତ ଯୋଜନା । ଏହି ଯୋଜନାରେ ସରକାରୀ ଡାକ୍ତରଖାନାରେ ବିନା ଖର୍ଚ୍ଚରେ ପ୍ରସବ, ଜନ୍ମ ପରବର୍ତ୍ତୀ ଯତ୍ନ ସହିତ ଆର୍ଥିକ ସହାୟତା ସୁବିଧା ମଧ୍ୟ ମିଳିଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.