ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବୈଶାଖ ମାସର ପୂର୍ଣ୍ଣମୀ ତିଥିରେ ବୁଦ୍ଧ ଜୟନ୍ତୀ ପାଳିତ ହୁଏ। ତେଣୁ ଏହି ପୂର୍ଣ୍ଣିମାକୁ ବୌଦ୍ଧ ପୂର୍ଣ୍ଣିମା କୁହାଯାଏ। ବୌଦ୍ଧ ଧର୍ମରେ ପର୍ବପର୍ବାଣି ଓ ଆଡମ୍ବର କମ୍ ଥିଲେ ହେଁ ଉପାସନା, ଆରାଧନା, ଧ୍ୟାନ ଓ ସାଧନା ଆଦି ଆଚରଣବିଧି ପାଇଁ ବର୍ଷର ବାରଟିଯାକ ପୂର୍ଣ୍ଣିମା ତିଥି ଅତ୍ୟନ୍ତ ପୁଣ୍ୟ ଦିବସ। ବୌଦ୍ଧ ଧର୍ମାବଲମ୍ବୀମାନେ ପ୍ରତ୍ୟେକ ପୂର୍ଣ୍ଣିମା ତିଥିରେ ପ୍ରାର୍ଥନା ଓ ଧ୍ୟାନ ବ୍ୟତୀତ ସ୍ୱତନ୍ତ୍ର ଉପାସନା ପର୍ଯ୍ୟନ୍ତ ଉପବାସ ରହିଥାନ୍ତି।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଅଧ୍ୟାପକ ବିଶ୍ୱରଞ୍ଜନ (ଜନ୍ମ : ୧୯୪୭), ଜଣେ ଓଡ଼ିଆ ଶିକ୍ଷାବିତ, ସାହିତ୍ୟିକ ଓ ସ୍ତମ୍ଭକାର ଅଟନ୍ତି । ସେ ଓଡ଼ିଶାର ବିଭିନ୍ନ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନ ଅଧ୍ୟାପନା କରି ଅବସର ଗ୍ରହଣ କରିସାରିଛନ୍ତି । ଅବସର ପରେ ସେ ବିଭିନ୍ନ ବେସରକାରୀ ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରିଛନ୍ତି । ସେ ୧୯୭୦/୮୦ ଦଶକରେ ଓଡ଼ିଆ ସାହିତ୍ୟରେ ପ୍ରଭାବ ବିସ୍ଥାର କରିଥିବା ଅନାମ କବିତା ଆନ୍ଦୋଳନରେ ସଂଶ୍ଳିଷ୍ଠ ଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ରଘୁନାଥ ମୁର୍ମୁ (୧୮ ମଇ ୧୯୦୫ – ୧ ଫେବୃଆରୀ ୧୯୮୨) ଜଣେ ଭାଷା ଓ ଲିପି ଗବେଷକ ଥିଲେ । ସେ ପ୍ରଥମ କରି ଅଲ ଚିକି ଲିପି ତିଆରି କରିଥିବାରୁ ଏହି ଲିପିର ଜନକ ନାମରେ ମଧ୍ୟ ଜଣାଶୁଣା । ଏଥି ନିମନ୍ତେ ତାଙ୍କୁ ସାନ୍ତାଳୀ ଭାଷାଭାଷୀ ଲୋକେ ଆଦରରେ "ଗୁରୁ ଗୋମକେ' ବୋଲି ମଧ୍ୟ ଡାକିଥାନ୍ତି । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ ("ପ୍ରଣାଳୀ"), ଅଲ ସିକି, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି ସାନ୍ତାଳୀ ଭାଷା ଲେଖିବା ନିମନ୍ତେ ଭାରତ ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ସାନ୍ତାଳ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଥିଲେ । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ୱୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ଜାମବାଣୀଠାରେ ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ ଓ ୨୦୦୭ ମସିହାରେ ମୁର୍ସିଦାବାଦଠାରେ କଲ୍ୟାଣୀ ବିଶ୍ୱବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ଓଡ଼ିଶା ସରକାର ମଧ୍ୟ ରାଜ୍ୟର ପଞ୍ଚମ ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଶା ( ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗିରିବାଳା ମହାନ୍ତି ଜଣେ ଭାରତୀୟ-ଓଡ଼ିଆ ବୈମାନିକ ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ବୈମାନିକ । ଉଡ଼ାଜାହାଜ ଚଳାଇବା ନିମନ୍ତେ ବେସରକାରୀ ଲାଇସେନ୍ସ ଥିବା ସେ ପ୍ରଥମ ଓଡ଼ିଆ ମହିଳା । ୧୯୬୭ରେ ସେ ନାଇଣ୍ଟି-ନାଇନଇଙ୍କ, "ଇଣ୍ଟରନ୍ୟାସନାଲ ଉଇମେନ ପାଇଲଟ ଆସୋସିଆଏସନ"ଦ୍ୱାରା ସେମାନଙ୍କ ଏକ ବିଶ୍ୱସ୍ତରୀୟ ସମ୍ମିଳନୀରେ ଯୋଗଦେବା ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାକୁ ଆମନ୍ତ୍ରିତ ହୋଇଥିଲେ । ସେଠାରେ ଆମେରିକା ଉପରେ ଏକ ପରିଚାଳିତ ଉଡ଼ାଣରେ ବାକି ମହିଳା ବୈମାନିକଙ୍କ ସହ ଯୋଗଦେଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
କରଣମାନେ ମୁଖ୍ୟତଃ ଓଡ଼ିଶାରେ ବାସକରୁଥିବା ଏକ ଭାରତୀୟ ହିନ୍ଦୁ କ୍ଷତ୍ରିୟ ଜାତି । କରଣ ପଦବୀ ଏକ ବୃତ୍ତିଗତ ପଦବୀ ଥିଲା ଯାହା କଠୋର ହିନ୍ଦୁ ବର୍ଣ୍ଣ ଓ ଜାତିପ୍ରଥା ସାମାଜିକ ବିଭାଜନରେ ଉଚ୍ଚରେ ଥିବା କ୍ଷତ୍ରିୟ ଜାତିଦ୍ୱାରା ଦଖଲ କରାଯାଇଥିଲା । ସେମାନେ ଆନ୍ଧ୍ର ପ୍ରଦେଶର କେତେକ ସ୍ଥାନରେ କରଣମ ପଦବୀରେ ମଧ୍ୟ ରହିଥିଲେ ଓ ପଶ୍ଚିମବଙ୍ଗ ଏବଂ ବିହାରର କାୟସ୍ଥ ପରି ଓଡ଼ିଶାରେ ସମାନ ଭୂମିକା ଗ୍ରହଣ କରିଥିଲେ । ପାରମ୍ପାରିକ ଭାବରେ ସେମାନେ ଓଡ଼ିଆ ରାଜକୀୟ ରାଜ୍ୟଗୁଡ଼ିକର ଦରବାରରେ ସରକାରୀ ରେକର୍ଡ ରକ୍ଷକ ତଥା ଜମିଦାର, ଶିକ୍ଷକ, ରାଜା, ସୈନ୍ୟବାହିନୀରେ ମୁଖ୍ୟ ସେନାପତି ଓ ମନ୍ତ୍ରୀ ଆଦି ପଦବୀ ଅଧିକାର କରିଥିଲେ। ବର୍ତ୍ତମାନ ସମୟରେ ସେମାନେ ଏକ ରାଜନୈତିକ ପ୍ରଭାବଶାଳୀ ସମ୍ପ୍ରଦାୟ ଏବଂ ୫୦ ବର୍ଷରୁ ଉର୍ଦ୍ଧ ସମୟ ଧରି ଓଡ଼ିଶା ରାଜନୀତିରେ ନେତୃତ୍ତ୍ୱ ସ୍ଥାନ ଅଧିକାର କରିଛନ୍ତି ।
ଗୌରହରି ଦାସ (ଜନ୍ମ: ୯ ଅକ୍ଟୋବର ୧୯୬୦) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ସ୍ତମ୍ଭକାର । ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି । ସଂପ୍ରତି ସେ ଓଡ଼ିଆ ଖବରକାଗଜ ସମ୍ବାଦର ସାହିତ୍ୟ ସମ୍ପାଦକ ଏବଂ କଥା ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରନ୍ତି । ସେ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର" ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ । ପୂର୍ବରୁ ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ଅନ୍ୟାନ୍ୟ ପୁରସ୍କାର ଓ ସମ୍ମାନ ସମେତ ସେ ସେ ୨୦୧୨ ମସିହାରେ "କଣ୍ଟା ଓ ଅନ୍ୟାନ ଗଳ୍ପ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୦୧ରେ "ନିଜ ସାଙ୍ଗେ ନିଜର ଲଢ଼େଇ" ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କର "ବାଘ ଓ ଅନ୍ୟାନ୍ୟ ଗଳ୍ପ" ଗଳ୍ପସଂକଳନ ନିମନ୍ତ ସେ ୨୦୨୨ ମସିହାରେ ଶାରଳା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଷ୍ଟ୍ରୋକ (ଇଂରାଜୀରେ ସ୍ଟ୍ରୋକ ବା ସେରେବ୍ରୋଭାସ୍କୁଲାର ଆକ୍ସିଡେଣ୍ଟ ସଂକ୍ଷେପରେ ସିଭିଏ, ବା ସେରେବ୍ରୋଭାସ୍କୁଲାର ଇନସଲଟ ସଂକ୍ଷେପରେ ସିଭିଆଇ ବା ବ୍ରେନ ଆଟାକ ଯଥାକ୍ରମେ Stroke, also known as cerebrovascular accident (CVA), cerebrovascular insult (CVI), or brain attack), ରୋଗ ହୁଏ ଯେତେବେଳେ ମସ୍ତିଷ୍କକୁ କ୍ଷୀଣ ରକ୍ତ ସରବରାହ ହୋଇ ତାହାର ଜୀବକୋଷ ନଷ୍ଟ ହୋଇଯାଏ । ସାଧାରଣତଃ ଦୁଇ ପ୍ରକାର ସ୍ଟ୍ରୋକ ହୁଏ ଯଥା ରକ୍ତସଞ୍ଚାଳନ ବିହୀନ ସ୍ଟ୍ରୋକ (brain ischemia) ଓ ହେମୋରେଜିକ ସ୍ଟ୍ରୋକ (intracranial hemorrhage) । ରକ୍ତ ସରବରାହ କମିଯିବା ଫଳରେ ମସ୍ତିଷ୍କର କାର୍ଯ୍ୟକାରୀତା ସଠିକ ଭାବରେ ସମ୍ପାଦିତ ହୁଏନାହିଁ । ଏହି ରୋଗର ଚିହ୍ନ ଓ ଲକ୍ଷଣ: ଶରୀରର ଗୋଟିଏ ପାଖର ପକ୍ଷାଘାତ କିମ୍ବା ଏକପାଖିଆ ଦୁର୍ବଳତା, ବୁଝିବା ଅକ୍ଷମତା, କଥା କହିବା ଅକ୍ଷମତା, ଭର୍ଟିଗୋ କିମ୍ବା ଦୃଶ୍ୟର ଗୋଟିଏ ପାଖ ଅନ୍ଧତ୍ୱ । ଅଧିକାଂଶ ସମୟରେ ସ୍ଟ୍ରୋକ ହେବା ସଙ୍ଗେ ସଙ୍ଗେ ଚିହ୍ନ ଓ ଲକ୍ଷଣ ପ୍ରକାଶ ପାଏ । ଏକ ବା ଦୁଇ ଘଣ୍ଟାରୁ କମ ସମୟ ଲକ୍ଷଣ ରହିଲେ ତାହାକୁ ଟ୍ରାଞ୍ଜିଏଣ୍ଟ ଇସକେମିକ ଆଟାକ (ଟିଟିଏ) ବା କ୍ଷଣସ୍ଥାୟୀ ରକ୍ତାଭାବ ଆକ୍ରମଣ କୁହାଯାଏ । ରକ୍ତସ୍ରାବ ସ୍ଟ୍ରୋକ ହେଲେ ଅତ୍ୟଧିକ ମୁଣ୍ଡ ବିନ୍ଧା ହୋଇଥାଏ । ସ୍ଟ୍ରୋକ ରୋଗ ଲକ୍ଷଣ ସ୍ଥାୟୀ ହୋଇପାରେ । ଦୀର୍ଘସ୍ଥାୟୀ ଜଟୀଳତା ମଧ୍ୟରେ ନିମୋନିଆ କିମ୍ବା ପରିସ୍ରା ନିୟନ୍ତ୍ରଣ ଅକ୍ଷମତା ଉଲ୍ଲେଖଯୋଗ୍ୟ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ. ସ୍କାନ କରି ରୋଗ ନିର୍ଣ୍ଣୟ କରାଯାଏ । ଅନ୍ୟାନ୍ୟ ପରୀକ୍ଷା ମଧ୍ୟରେ ଇଲେକ୍ଟ୍ରୋକାର୍ଡ଼ିଓଗ୍ରାମ (ଇସିଜି) ଓ ରକ୍ତ ପରୀକ୍ଷା କରି ସଙ୍କଟାବସ୍ଥା ଓ ଅନ୍ୟାନ୍ୟ ସମ୍ଭାବ୍ୟ ରୋଗ ନିରୂପଣ କରାଯାଏ । ନିମ୍ନ ରକ୍ତଶର୍କରା ଥିଲେ ସମାନ ଲକ୍ଷଣ ଦେଖାଯାଇପାରେ । ସଙ୍କଟଦାୟୀ ଅବସ୍ଥା ନିମନ୍ତେ ପ୍ରତିକାର ଆବଶ୍ୟକ ଯେପରିକି ଆସ୍ପିରିନ ଓ ସ୍ଟାଟିନ ବ୍ୟବହାର ଉପରେ ଅଙ୍କୁଶ; ମସ୍ତିଷ୍କର ରକ୍ରନଳୀ ସଙ୍କୋଚନ ହୋଇଥିଲେ ମସ୍ତିଷ୍କରେ ଅପରେଶନ କରି କ୍ୟାରୋଟିଡ ସଙ୍କୋଚନ ଦୂର କରାଯାଏ; ଆଟ୍ରିଆଲ ଫିବ୍ରିଲେସନ ଥିଲେ ୱାରଫାରିନ ନିୟନ୍ତ୍ରଣ କରିବା ଆବଶ୍ୟକ । ସ୍ଟ୍ରୋକ ରୋଗ ନିମନ୍ତେ ଆଶୁଚିକିତ୍ସା ଆବଶ୍ୟକ ହୁଏ । ଇସ୍କେମିକ ସ୍ଟ୍ରୋକ ରୋଗ ୩ରୁ ୪ଘଣ୍ଟା ମଧ୍ୟରେ ଜଣାପଡ଼ିଲେ ଜମାଟ ରକ୍ତ ଭାଙ୍ଗିବା ନିମନ୍ତେ ଔଷଧ ଦେଇ ଚିକିତ୍ସା କରାଯାଏ । ଏଥିରେ ଆସ୍ପିରିନ ବ୍ୟବହାର କରାଯାଏ । ଅପରେଶନ କରି କେତେକ ରକ୍ରସ୍ରାବ ସ୍ଟ୍ରୋକରେ ଉପକାର ମିଳେ । ନଷ୍ଟ କାର୍ଯ୍ୟକ୍ଷମତାକୁ ପୁନରୁଦ୍ଧାର ନିମନ୍ତେ ସ୍ୱତନ୍ତ୍ର ସ୍ଟ୍ରୋକ ୟୁନିଟ ଆବଶ୍ୟକ ଯାହା ପୃଥିବୀର ସବୁ ସ୍ଥାନରେ ଉପଲବ୍ଧ ହୁଏ ନାହିଁ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ.
ନରସିଂହ (नरसिंह - Narasiṃha) ବା ନୃସିଂହ (नृसिंह, Nṛsiṃha), ହେଉଛନ୍ତି ଏକାଧାରରେ ନର ଓ ସିଂହ। ଶ୍ରୀମଦ୍ଭାଗବତ, ସ୍କନ୍ଧ ପୁରାଣ ଏବଂ ଗୀତ ଗୋବିନ୍ଦରେ ବର୍ଣ୍ଣିତ ଦଶ ଅବତାର ଭିତରୁ ସତ୍ୟ ଯୁଗୀୟ ଚତୁର୍ଥ ଅବତାର ହେଲେ ନରସିଂହ। ନିଜ ଭକ୍ତ ପ୍ରହ୍ଲାଦର ମାନ ରକ୍ଷା କରିବାକୁ, ଭକ୍ତର ବଚନ "ଭଗବାନ ସବୁ ଜାଗାରେ ଅଛନ୍ତି"କୁ ସତ୍ୟ ପ୍ରମାଣିତ କରିବାକୁ ଓ ଦୁଷ୍ଟ ଅସୁର ହିରଣ୍ୟକଶିପୁର ବଧ କରିବାକୁ ଭୀଷଣକାୟ ନୃସିଂହ ରୂପରେ ସେ ଖମ୍ବରୁ ପ୍ରକଟ ହୋଇଥିଲେ ଓ ନିଜର ତୀକ୍ଷ୍ଣ ନଖପଂକ୍ତିରେ ହିରଣ୍ୟକଶିପୁର ବକ୍ଷକୁ ଚିରି ତାକୁ ହତ୍ୟା କରିଥିଲେ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସରୋଜିନୀ ସାହୁ ଜଣେ (ଜନ୍ମ ୧୯୫୬) ଭାରତୀୟ ଓଡ଼ିଆ-ଭାଷୀ ଔପନ୍ୟାସିକା, ଗାଳ୍ପିକା, କବି, ପ୍ରାବନ୍ଧିକା । ତାଙ୍କର ସାହିତ୍ୟ କୃତି ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମି ପୁରସ୍କାର ଓ ଶାରଳା ପୁରସ୍କାରରେ ସମ୍ମାନୀତ । ସେ ଜଣେ ଭାରତୀୟ ନାରୀବାଦୀ ଲେଖିକା ଭାବରେ ଜଣାଶୁଣା ଓ ଇଂରାଜୀ ଖବରକାଗଜ ଦି ନିଉ ଇଣ୍ଡିଆନ ଏକ୍ସପ୍ରେସର ନିୟମିତ ପ୍ରାବନ୍ଧିକା ଓ ଚେନ୍ନାଇରେ ଥିବା ଇଂରାଜୀ ପତ୍ରିକା ଇଣ୍ଡିଆନ ଏଜର ସହ-ସମ୍ପାଦିକା । ସେ କିଣ୍ଡଲେ ପତ୍ରିକା ଦ୍ୱାରାଭାରତର ୨୫ ଜଣ ଅସାଧାରଣ ନାରୀଙ୍କ ମଧ୍ୟରୁ ଜଣେ ଭାବେ ନିର୍ବାଚିତା ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଦାଶ ବେନହୁର (ଜନ୍ମ ୩ ଅଗଷ୍ଟ ୧୯୫୩) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର । ଶିଶୁ ସାହିତ୍ୟ, କ୍ଷୁଦ୍ରଗଳ୍ପ ଓ ଉପନ୍ୟାସ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ତାଙ୍କର ଅବଦାନ ରହିଛି । ପ୍ରବନ୍ଧ ଓ ଗବେଷଣାତ୍ମକ ନିବନ୍ଧ ଆଦି ଲେଖିବାକୁ ସେ ନିଜ ନାମ ଜିତେନ୍ଦ୍ର ନାରାୟଣ ଦାଶ ବ୍ୟବହାର କରୁଥିବା ସମୟରେ ଗଳ୍ପ ଓ ଶିଶୁ ସାହିତ୍ୟ ଦାଶ ବେନହୁର ନାମରେ ଲେଖିଥାନ୍ତି । ଅଧ୍ୟାପନାକୁ ପେସା ଭାବରେ ଗ୍ରହଣ କରିଥିବା ଦାଶ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ସେବା ନିବୃତ ହୋଇସାରିଛନ୍ତି । ସାହିତ୍ୟ ଓ ଅଧ୍ୟାପନା ବ୍ୟତିତ ସେ ଜଣେ ସଂଗଠକ ହିସାବରେ 'ପ୍ରଫୁଲ୍ଲ କର ଫାଉଣ୍ଡେସନ, ଇଟିକିଲି ମିଟିକିଲି, ଆମ ଓଡ଼ିଶା ଆଦି ଅନୁଷ୍ଠାନମାନଙ୍କ ସହିତ ଜଡ଼ିତ ଅଛନ୍ତି । ସେ ଆଦିବାସୀ ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ 'ସର୍ଗୀଫୁଲ' ନାମକ ପତ୍ରିକାର ସମ୍ପାଦନା ମଧ୍ୟ କରିଥାନ୍ତି ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଆମ୍ବ ହେଉଛି ଭାରତର ଜାତୀୟ ଫଳ । ଭାରତୀୟ ସଂସ୍କୃତି ସହ ଓତୋପ୍ରୋତ ଭାବରେ ଜଡ଼ିତ ଆମ୍ବ ପ୍ରାୟ ସମସ୍ତଙ୍କର ପ୍ରିୟ ଫଳ । ହିନ୍ଦୁ ପରମ୍ପରାର ପ୍ରତିଟି ଶୁଭକାର୍ଯ୍ୟରେ ଆମ୍ଭ ପତ୍ରକୁ ଖୋଜା ପଡ଼ିଥାଏ, କଳସ ବସିବାଠାରୁ ତୋରଣ ବାନ୍ଧିବା ପର୍ଯ୍ୟନ୍ତ । କଞ୍ଚା ଓ ପାଚିଲା ଆମ୍ବ ଖାଦ୍ୟ ରୂପେ ବ୍ୟବହୃତ ହୁଏ । ଭାରତୀୟ ଚିତ୍ରକଳାରେ ଆମ୍ବକଷି ଡିଜାଇନ ବହୁଳ ଭାବରେ ଆଦୃତ । କାଶ୍ମୀର ଓ ପାରସ୍ୟ ଚିତ୍ରକଳାରେ ମଧ୍ୟ ଆମ୍ବକଷିର ମହତ୍ତ୍ୱ ରହିଛି । ଆମ୍ବର ମଧୁର ସ୍ୱାଦର ଆକର୍ଷଣରୁ ସାଧାରଣ ମଣିଷ ସମତେ ବହୁ ମନୀଷୀ ଯଥା ପ୍ରାଚୀନ କବି କାଳିଦାସ, ଗ୍ରୀକ ବୀର ଆଲେକଜାଣ୍ଡାର ଏବଂ ମହାନ ବୌଦ୍ଧ ସନ୍ନ୍ୟାସୀ ହୁଏନ ସାଂ କେହିବି ବାଦ ପଡ଼ିନାହାନ୍ତି । ଏହା ଭାରତର ପ୍ରତ୍ୟେକ ରାଜ୍ୟରେ ଦେଖିବାକୁ ମିଳେ। ଆମ୍ବ କଞ୍ଚା ଥିଲେ ଖାଇବାକୁ ଖଟା ଲାଗେ ଓ ପାଚିଲା ପରେ ସୁଆଦିଆ ଲାଗେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ।