ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ୱିକି ଆର୍ଟ (ପୂର୍ବତନ ୱିକି ପେନ୍ଟିଂ ) ଏକ ଅନ ଲାଇନ ବ୍ୟବାହାରକାରୀଙ୍କଦ୍ୱାରା ସମ୍ପାଦିତ ହେଇପାରୁଥିବା ଦ୍ରଷ୍ଟବ୍ୟ ଆର୍ଟ ଜ୍ଞାନକୋଷ । ଏହାର 2013 ମସିହାର ବିତ୍ତୀୟ ରିପୋର୍ଟ ଅନୁସାରେ ଏହି ସାଇଟ 2013 ରୁ ଅନ ଲାଇନ ରହିଛି । ସେଥିରେ ଜୁନ 2012 ସୁଦ୍ଧା 75,000 ପେଣ୍ଟିଂ ରହିଥିବାର ପ୍ରକାଶ । 2013 ଫେବ୍ରୁୟାରୀ ସୁଦ୍ଧା ଏହି ସାଇଟର କାର୍ଯ୍ୟକାରିତା ଆହୁରି ଗଠନମୂଳକ ସ୍ତରରେ ଥିଲା । ଏହି ସାଇଟର ଉନ୍ନୟନକାରୀମାନେ ଉକ୍ରେନରେ ଅବସ୍ଥିତ । .
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଦେବ୍ରାଜ ଲେଙ୍କା, ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ କଟକ ଜିଲ୍ଲା ବାଙ୍କୀ ଅନ୍ତର୍ଗତ କୁଶପଙ୍ଗୀ ଗ୍ରାମରେ ତା ୨୪ ମେ ୧୯୩୯ରେ ଜନ୍ମଗ୍ରହଣ କରିଥିଲେ । ସାଧାରଣ ଲୋକଙ୍କ ଭଷାରେ ଲେଖୁଥିବା ଦେବ୍ରାଜ ନିଜ ଲେଖା ସଂପର୍କରେ କୁହନ୍ତି 'ମୁଁ ପ୍ରଥମେ ନିଜ ପାଇଁ ଲେଖେ, ତା' ପରେ ମୋ ପସନ୍ଦ ହେଲେ ପ୍ରକାଶନ ପାଇଁ ବାହାରକୁ ଛାଡ଼େ' । ପ୍ରଚଳିତ ଧାରାର ବିପରୀତ ଦିଗରେ ବାଟ ଚାଲୁଥିବା ଏହି ଲେଖକ ଏହା ମଧ୍ୟ ସ୍ୱୀକାର କରନ୍ତି 'ମୁଁ ଅମଡ଼ା ବାଟରେ ଚାଲେ' ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଛ ମାଣ ଆଠ ଗୁଣ୍ଠ ୧୮୯୭ ମସିହାରେ ଫକୀର ମୋହନ ସେନାପତିଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ । ଏହା ପ୍ରଥମେ ଏକ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା । ଫକୀର ମୋହନ ଏହାକୁ "ଧୂର୍ଜଟୀ" ଛଦ୍ମନାମରେ ପ୍ରକାଶ କରାଇଥିଲେ । ସେତେବେଳର ଓଡ଼ିଶାର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା । ୧୯୮୬ରେ ପାର୍ବତୀ ଘୋଷ ଏହି ଉପନ୍ୟାସକୁ ଆଧାର କରି ସମାନ ନାମରେ ଏକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।
ଜ୍ୟେଷ୍ଠମାସ କୃଷ୍ଣପକ୍ଷ ଏକାଦଶୀ ଦିନଟିକୁ ଅପରା ଏକାଦଶୀ ଭାବେ ପାଳନ କରାଯାଏ । କାରଣ ଏହି ଏକାଦଶୀ ବ୍ରତ ପାଳନ ଫଳରେ ବ୍ରତୀ ଅପାର ସଂସାର ସମୂହକୁ ସହଜରେ ପାରି ହୋଇଥାଏ । ଯେତେ ଯେତେ ମହାପାପ ଯଥା କ୍ଷତ୍ରୀୟମାନେ ଯୁଦ୍ଧକ୍ଷେତ୍ରରୁ ପୃଷ୍ଠଭଙ୍ଗ ଦେବା, ମାତା, ପିତା ତଥା ଗୁରୁଜନଙ୍କ ନିନ୍ଦା କରିବା, ବ୍ରହ୍ମହତ୍ୟା କରିବା, ଗୋହତ୍ୟା କରିବା, ପରସ୍ତ୍ରୀକୁ ହରଣ କରିବା, ମିଥ୍ୟା କହିବା ମିଥ୍ୟା ବେଦ ପଢ଼ିବା, ମିଥ୍ୟା ଶାସ୍ତ୍ର ଲେଖିବା ଏବଂ ମିଥ୍ୟା ବିଦ୍ୟା ଇତ୍ୟାଦି ଅଭ୍ୟାସ କରିବା ଜନିତ ଯେତେ ଅପରାଧ ଓ ପାପ ଯେଉଁଥିରେ ନର୍କଦଶା ହେବା କଥା, ଏହି ଏକାଦଶୀ ପାଳନରେ ତାହା ନାଶ ହୋଇ ବ୍ରତୀକୁ ବୈକୁଣ୍ଠାସନ ମିଳେ । ପୁନଶ୍ଚ କୁହାଯାଇଛି ଯେ ଏହି ଏକାଦଶୀ ପାଳନ ଫଳରେ ତିନି ପୁଷ୍କର ସ୍ନାନ, କାର୍ତ୍ତିକ ସ୍ନାନ ଏବଂ ଗଙ୍ଗା ସ୍ନାନ ଇତ୍ୟାଦିର ପୁଣ୍ୟଫଳ ମିଳିଥାଏ । ସିଂହରାଶିର ଲୋକେ ଗୁରୁବାର ଦିନ ଗୋମତୀରେ ସ୍ନାନ କରିବା, କୁମ୍ଭରାଶିର ଲୋକେ କେଦାରନାଥଙ୍କୁ ଦର୍ଶନ କରିବା ଏବଂ ବଦ୍ରିକା ଆଶ୍ରମରେ ବାସ କରିବା ଫଳରେ ଯେଉଁଫଳ ମିଳେ ଅଥବା ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ସମୟରେ କୁରୁକ୍ଷେତ୍ରରେ ସ୍ନାନକଲେ ଯେଉଁ ପୁଣ୍ୟଫଳ ମିଳେ, ତାହା କେବଳ ଏହି ଏକାଦଶୀ ବ୍ରତ ପାଳନ ଫଳରେ ମିଳିଥାଏ ।ଏକଥା ମଧ୍ୟ କୁହାଯାଇଛି ଯେ ହାତୀ, ଘୋଡ଼ା ତଥା ଯଜ୍ଞରେ ସ୍ୱର୍ଣ୍ଣଦାନ କଲେ ଯେଉଁ ଫଳ ମିଳେ, ତାହାମଧ୍ୟ ଏହି ଏକାଦଶୀ ପାଳନରେ ମିଳିଥାଏ । ଏହି ଏକାଦଶୀ ପାଳନ ଫଳରେ ଭୂମି, ସ୍ୱର୍ଣ୍ଣ, ଗୋ ବା କନ୍ୟାଦାନ ପୁଣ୍ୟର ଆବଶ୍ୟକତା ନଥାଏ । ପାପରୂପୀ ବୃକ୍ଷ ଛେଦନ ପାଇଁ ଏହା ଏକ କୁରାଢ଼ି ସ୍ୱରୂପ ଅଥବା ସିଂହକୁ ଦେଖି ମୃଗ ପଳାଇବା ପରି, ଏହି ଏକାଦଶୀ ଯିଏ ପାଳନ କରେ ତାକୁ ପାପ ସ୍ପର୍ଶ କରେନାହିଁ ଅର୍ଥାତ୍ ତାଠାରୁ ଦୂରେଇ ଯାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ସାନ୍ତାଳ ବିଦ୍ରୋହ (ସାନ୍ତାଳ ବିଦ୍ରୋହ ବା ସାନ୍ତାଳ ହୁଲ ନାମରେ ମଧ୍ୟ ପରିଚିତ) ଆଧୁନିକ ଝାଡ଼ଖଣ୍ଡ ଏବଂ ପଶ୍ଚିମ ବଙ୍ଗ, ପୂର୍ବ ଭାରତରେ ସାନ୍ତାଳମାନଙ୍କଦ୍ୱାରା ଉଭୟ ବ୍ରିଟିଶ ଇଷ୍ଟ ଇଣ୍ଡିଆ କମ୍ପାନୀ (ବିଇଆଇସି) ଏବଂ ଜମିଦାରୀ ପ୍ରଥା ବିରୋଧରେ ହୋଇଥିବା ଏକ ବିଦ୍ରୋହ । ଏହା ୧୮୫୫ ଜୁନ ୩୦ରୁ ଆରମ୍ଭ ହୋଇଥିଲା । ୧୮୫୫ ନଭେମ୍ବର ୧୦ରେ ଇଷ୍ଟ ଇଣ୍ଡିଆ କମ୍ପାନୀ ମାର୍ଶାଲ ଆଇନ ଘୋଷଣା କରି ତାହାକୁ ୧୮୫୬ ଜାନୁଆରୀ ୩ ପର୍ଯ୍ୟନ୍ତ ଚଳାଇଥିଲା । ଏହି ତାରିଖରେ ମାର୍ଶାଲ ଆଇନ ସ୍ଥଗିତ ହୋଇଥିଲା ଏବଂ ଶେଷରେ ବିଦ୍ରୋହକୁ ପ୍ରେସିଡେନ୍ସୀ ସୈନ୍ୟମାନେ ଦମନ କରିଥିଲେ । ଏହି ବିଦ୍ରୋହର ନେତୃତ୍ୱ ନେଇଥିଲେ ଚାରି ଭାଇ ସିଦ୍ଧୁ, କାହ୍ନୁ, ଚାନ୍ଦ ଓ ଭୈରବ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ବିପ୍ଳବୀ ଧରଣୀଧର ଭୂୟାଁ (୧୮୬୪-୧୯୧୪) ଓଡ଼ିଶାର ଜଣେ ସୁନାମଧନ୍ୟ ବିପ୍ଳବୀ ଥିଲେ । ୧୮୯୧ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜାଙ୍କ ଅତ୍ୟାଚାର ବିରୁଦ୍ଧରେ ଯେଉଁ ପ୍ରଜାମେଳି ହୋଇଥିଲା, ତାହାର ନେତୃତ୍ୱ ନେଇଥିଲେ ବିପ୍ଳବୀ ଧରଣୀଧର । ଏହି ବିଦ୍ରୋହ କେନ୍ଦୁଝର ରାଜ୍ୟର ନିର୍ଦ୍ଦିଷ୍ଟ ସୀମା ଓ ସମ୍ପୃକ୍ତ ଅଞ୍ଚଳର ଆଦିବାସୀ ସଂପ୍ରଦାୟ ମଧ୍ୟରେ ସୀମିତ ଥିଲେ ମଧ୍ୟ ସମଗ୍ର ଓଡ଼ିଶା ଏପରିକି ସାରା ଭାରତବର୍ଷରେ ଚହଳ ପକାଇଥିଲା । ତାଙ୍କର ସ୍ମୃତିରେ କେନ୍ଦୁଝରର ଧରଣୀଧର ମହାବିଦ୍ୟାଳୟର ନାମକରଣ ହୋଇଛି ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ନନ୍ଦପୁର, କୋରାପୁଟ ଜିଲ୍ଲାରେ ଥିବା ଏକ ପର୍ଯ୍ୟଟନ ସ୍ଥାନ । ଏହି ସ୍ଥାନଟି କିମ୍ବଦନ୍ତୀ ମହାରାଜା ବିକ୍ରମାଦିତ୍ୟଙ୍କ ସସ୍ମୃତିରେ ନିର୍ମିତ ବତ୍ରିଶ ସିଂହାସନ ପାଇଁ ବିଖ୍ୟାତ । ଏହା ଜୟପୁର ଗଡ଼ଜାତ ରାଜ୍ୟର ରାଜଧାନୀ ମଧ୍ୟ ଥିଲା । ନନ୍ଦପୁରଠାରୁ ୨୦ କିଲୋମିଟର ଦୂରରେ ଅବସ୍ଥିତ "ବାଲଡା ଗୁମ୍ଫା " ଏବଂ ତାର ଅନ୍ୟ ପାର୍ଶ୍ୱରେ ଅଛି " ନାଗେଶ୍ୱରୀ ମାଳୀ " ପାହାଡ଼ । ସେହି ନଗେଶ୍ୱରୀ ମାଳୀ ପାହାଡରେ ଅବସ୍ଥିତ ଏକ ଅତି ମନଲୋଭା ଜଳାଶୟ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ହଳଦୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ତିନିପ୍ରକାରର, ସାଧାରଣ ହଳଦୀ, କର୍ପୂର ହଳଦୀ ଓ ବଣ ହଳଦୀ । ଏହାଛଡ଼ା ଦାରୁ ହଳଦୀ ନାମରେ ଆଉ ଏକ ପ୍ରକାର ହଳଦୀ ମଧ୍ୟ ରହିଛି, ଯାହା ଏକ ଦ୍ରୁମ ଜାତୀୟ ଉଦ୍ଭିଦ । ଦାରୁହଳଦୀର ଗୁଣ ଏହାଠାରୁ ପୃଥକ୍। ହଳଦୀ ଗଛ ଦେଖିବାକୁ ଗଦଗଛ ପରି ଓ ପତ୍ର ମଧ୍ୟ ଗଦ ପତ୍ର ପରି। ସାରୁ ଫଳିଲାପ୍ରାୟ ଏହା ମାଟି ତଳେ ଫଳିଥାଏ । ପତ୍ରକୁ ମକଚି ଶୁଙ୍ଘିଲେ ହଳଦୀ ପରି ବାସ୍ନା ହୁଏ । ଓଡ଼ିଶାର କନ୍ଧମାଳରେ ଚାଷ ହେଉଥିବା ହଳଦୀ ଗୁଣ ଓ ରଙ୍ଗପାଇଁ ପ୍ରସିଦ୍ଧ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫଣୀଶ୍ୱର ନାଥ 'ରେଣୁ' (୪ ମାର୍ଚ୍ଚ ୧୯୨୧ - ୧୧ ଅପ୍ରେଲ ୧୯୭୭) ପ୍ରେମଚାନ୍ଦ ପରବର୍ତ୍ତୀ ଆଧୁନିକ ହିନ୍ଦୀ ସାହିତ୍ୟର ଅନ୍ୟତମ ସଫଳ ତଥା ପ୍ରଭାବଶାଳୀ ଲେଖକ ଥିଲେ। ତାଙ୍କ ରଚିତ ମୈଲା ଆଞ୍ଚଲ, ପ୍ରେମଚାନ୍ଦଙ୍କ ଗୋଦାନପରେ, ଅନ୍ୟତମ ଉଲ୍ଲେଖନୀୟ ହିନ୍ଦୀ ଉପନ୍ୟାସ ଭାବରେ ବିବେଚନା କରାଯାଏ। ଫଣୀଶ୍ୱର ନାଥ (ମଣ୍ଡଳ) ରେଣୁ ୪ ମାର୍ଚ୍ଚ ୧୯୨୧ରେ ବିହାରର ସିମ୍ରାହା ରେଳ ଷ୍ଟେସନ ନିକଟ ଏକ ଛୋଟ ଗାଁ ଅରୁହି ହିଙ୍ଗାଣାରେ ଜନ୍ମଗ୍ରହଣ କରିଥିଲେ । ମଣ୍ଡଳ(ଉପନାମ)ର ଏହି ସମ୍ପ୍ରଦାୟ ଯେଉଁଥିରେ ରେଣୁ ସମ୍ପୃକ୍ତ ଥିଲେ, ଭାରତର ଏକ ପଛୁଆ ସାମାଜିକ ଗୋଷ୍ଠୀ ଭାବରେ ପରିଚିତ । ରେଣୁଙ୍କ ପରିବାର କିନ୍ତୁ ଜମି, ଶିକ୍ଷା ଏବଂ ସାମାଜିକ ସମ୍ମାନର ଅଧିକାରୀ ଥିଲେ । ରେଣୁଙ୍କ ପିତା ଶିଳାନାଥ ମଣ୍ଡଳ ଭାରତୀୟ ଜାତୀୟ ଆନ୍ଦୋଳନରେ ସକ୍ରିୟ ଥିଲେ ଏବଂ ଆଧୁନିକ ଚିନ୍ତାଧାରା, ସଂସ୍କୃତି ଏବଂ କଳା ପ୍ରତି ତାଙ୍କର ଆଗ୍ରହ ଥିଲା ।
ପ୍ରତିଭା ଶତପଥୀ (ଜନ୍ମ: ୧୮ ଜାନୁଆରୀ ୧୯୪୫) ଜଣେ ଓଡ଼ିଆ କବି । ପ୍ରତିଭା କଟକ ଜିଲ୍ଲାର ସତ୍ୟଭାମାପୁରଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ଜୀବନର ପ୍ରଥମ ପାଞ୍ଚ ବର୍ଷ କୋରାପୁଟରେ ବିତିଥିଲା । ସେ ଭଲ ବିଦ୍ୟାଳୟରୁ ପାଠ ପଢ଼ିବା ପାଇଁ, ତାଙ୍କ ପରିବାର ସତ୍ୟଭାମାପୁରକୁ ଚାଲିଆସିଥିଲେ । ପିଲାବେଳେ ସେ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରୁ ସେ କଲେଜ ଶିକ୍ଷାଲାଭ କରିଥିଲେ । ବିବାହ କରିସାରିବା ପରେ ୧୯୬୭ ମସିହାରେ ସେ ସ୍ନାତକୋତ୍ତର ଓ ୧୯୮୦ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପି.ଏଚ.ଡି ହାସଲ କରିଥିଲେ । ବୃତ୍ତିରେ ସେ ଥିଲେ ଜଣେ ପ୍ରାଧ୍ୟାପିକା ।
ଅସୀମା ପଣ୍ଡା ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଆ ଏବଂ ସମ୍ବଲପୁରୀ ଗୀତ ଗାଆନ୍ତି । ଅସୀମା ଓଡ଼ିଆ ଆଲବମ୍, ଭଜନ ଓ କଥାଚିତ୍ର ଜଗତରେ ଜଣେ ଜଣାଶୁଣା ଗାୟିକା । ଅସୀମା ପଣ୍ଡା ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଗାଇବା ଆରମ୍ଭ କରିଥିଲେ । ଓଡ଼ିଆ କଥାଚିତ୍ର ହରି ଓମ୍ ହରିରେ ସେ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ପାଇଁ ଗୀତ ଗାଇଥିଲେ ଏବଂ ଏହାପରେ ଗଞ୍ଜା ଲଢ଼େଇ, ୱାନ୍ ୱେ ଟ୍ରାଫିକ୍, ଗଞ୍ଜା ଲଢ଼େଇ, ଆଶିକ୍, ତୁ କହିବୁ ନା ମୁଁ, ତୁ ମୋର ସପନ ରାଣୀ, ପ୍ରେମର ନିଶା ନିଆରା ନିଆରା, ମୁଁ ପରଦେଶୀ ଚଢ଼େଇ, ତୁ ମୋ ସୁନା ଚଢ଼େଇ, ଫ୍ରମ୍ ମି ଟୁ ୟୁ, ଟାଇଗର, ଲଭ୍ ଟୁଇଷ୍ଟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, ତୋ ପ୍ରେମରେ ପଡ଼ିଲା ପରେ, ଏମିତି ବି ହେଇପାରେ, ଅଭିମାନ, ମୁଇଁ ଦିୱାନା ତୁଇ ଦିୱାନୀ, ତୁ ମୋ ହିରୋ, ଅଦୃଶ୍ୟମ୍, ବାପା ତମେ ଭାରି ଦୁଷ୍ଟ, ଦେଲେ ଧରା କଥା ସରେ, ସୀତାରାମଙ୍କ ବାହାଘର କଳିଯୁଗରେ, ସେଲଫିସ୍ ଦିଲ୍, ଏକ୍ସକ୍ୟୁଜ ମି, ଲୋକାଲ ଟୋକା ଲଭ୍ ଚୋଖା, ପ୍ୟାର ଅଲଗା ପ୍ରକାର, ଲଭ୍ ଏକ୍ସପ୍ରେସ୍, ଟିକେ ଅନାଡ଼ି ପୂରା ଖିଲାଡ଼ି, ନାୟକର ନାଁ ଦେବଦାସ, ମିଠା ମିଠା, ଲୈଲା ଓ ଲୈଲା, ହାପି ଲକି, ହେଲୋ- ଇନ୍ ଲଭ୍, ଟୋକାଟା ଫସିଗଲା, ଯୋଗୀ, ବିଶ୍ୱରୂପ ଆଦି କଥାଚିତ୍ରରେ କଣ୍ଠଦାନ କରିଥିଲେ । ଅସୀମା ଓଡ଼ିଆ କଥାଚିତ୍ର ବ୍ୟତୀତ ବିଭିନ୍ନ ଆଲବମ୍ ଗୀତ ଏବଂ ଭଜନରେ କଣ୍ଠଦାନ କରିଛନ୍ତି । ପ୍ରାର୍ଥନା ଟିଭିରେ ପ୍ରସାରିତ ଭଜନ ଅନ୍ତାକ୍ଷରୀ, ପ୍ରାର୍ଥନା ମଞ୍ଚ ଭଳି କାର୍ଯକ୍ରମରେ ଭଜନ ପରିବେଷଣ କରନ୍ତି ।
ଢଗ ଢମାଳି (ଅଞ୍ଚଳ ବିଶେଷରେ ଢେଗ ଓ ସମ୍ବଲପୁରୀରେ ଢେଙ୍ଗ, ଢେଙ୍ଗା ଓ ଢଗ ବୋଲି ମଧ୍ୟ ଜଣା) ଓଡ଼ିଆରେ ବ୍ୟବହୃତ ଉପଦେଶ ଓ ଅନୁଭବପୂର୍ଣ୍ଣ ବଚନ ଥିବା ପଦ୍ୟରେ ଲିଖିତ "ଢଗ" ଓ ବ୍ଯଙ୍ଗୋକ୍ତିକୁ ନେଇ ରଚିତ "ଢମାଳି"କୁ ନେଇ ତିଆରି । ଢଗରେ ପଦମାନଙ୍କ ଶେଷ ଅକ୍ଷର ମେଳ ହେଉଥିବା ବେଳେ ଓ ଢମାଳିରେ ଅକ୍ଷର ମେଳ ହୁଏନାହିଁ । ଉଭୟ ଢଗ ଓ ଢମାଳି ମୁଖ ନିଃସୃତ ଲୋକକଥା ଏବଂ ରୂଢି, ଗଦ୍ୟ/ପଦ, କାବ୍ୟାଂଶ, ଲୋକଗୀତ ଆଦିର ଅଂଶବିଶେଷ । ଏଥିରେ ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଉପଦେଶ ଆଦି ରହିଥାଏ । ଢଗ ଢମାଳିକୁ ଲିପିବଦ୍ଧ କରିବାରେ ଗୋପାଳ ପ୍ରହରାଜ ପ୍ରଥମ ବୋଲି ରାଧାରମଣ ପଣ୍ଡା ପ୍ରହରାଜ ପରିକ୍ରମାରେ ଉଲ୍ଲେଖ କରିଥିଲେ ।
ଦାସ ବାବୁଙ୍କ ସ୍ମାର୍ଟ ଝିଅ ୨୦୨୬ ମସିହାରେ ଟେଲିଭିଜନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଲୁମ୍ରାଇନା ଶତପଥୀ । ତୁଷାର କେ ସିହ୍ନା ଓ ଚିନ୍ତାମଣି ବିଶ୍ୱାଳ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ୧୧ ଜାନୁଆରୀ ୨୦୨୬ରେ ଏହି କଥାଚିତ୍ରଟି ସିଦ୍ଧାର୍ଥ ଟିଭିରେ ମୁକ୍ତିଲାଭ କରିଥିଲା ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ାହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।