ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା
୧୯୩୬ରେ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ଗଠନ ହେବା ପରେ ରାଜ୍ୟପାଳ ଭାବେ ଦାୟିତ୍ୱ ନିର୍ବାହ କରିଥିବା ବ୍ୟକ୍ତି ବିଶେଷଙ୍କ ତାଲିକା:
ଛାତି (ଇଂରାଜୀ ଭାଷାରେ ଥୋରାକ୍ସ/ thorax ବା ଚେଷ୍ଟ/ chest) ମାନବ ଶରୀର ଗଠନର (anatomy) ଏକ ଅଂଶ ଯାହା ବେକ (neck) ଓ ଉଦର (abdomen) ମଧ୍ୟରେ ସ୍ଥାନ ପାଇଥାଏ, ଏହା ଅନ୍ୟାନ୍ୟ ବିଭିନ୍ନ ପ୍ରାଣୀଙ୍କର ମଧ୍ୟ ଥାଏ । ଛାତି ମଧ୍ୟରେ ଛାତି କୋଟର (thoracic cavity), ହୃତ୍ପିଣ୍ଡ, ଫୁସଫୁସ, ଥାଇମସ (thymus) ଗ୍ରନ୍ଥି, ମାଂସପେଶୀ ଓ ଅନ୍ୟାନ୍ୟ ଆଭ୍ୟନ୍ତରୀଣ ସଂରଚନା ଥାଏ । ଛାତିରେ ଅନେକ ପ୍ରକାରର ରୋଗ ହୋଇପାରେ କିନ୍ତୁ ସବୁଠାରୁ ସାଧାରଣ ଛାତି ଯନ୍ତ୍ରଣା (chest pain) ହେବା ଦେଖାଯାଏ । ଇଂରାଜୀରେ ବ୍ୟବହୃତ ଥୋରାକ୍ସ ଶବ୍ଦ ପୁରାତନ ଗ୍ରୀକ ଶବ୍ଦ (Greek θώραξ thorax "breastplate, cuirass, corslet" ଭଳି ଶବ୍ଦମାନଙ୍କ ଭାୟା Latin: thorax ଶବ୍ଦରୁ ଆସିଛି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଶ୍ରୀମନ୍ଦିରରେ ଥିବା ବିଭିନ୍ନ ମଣ୍ଡପସବୁ ହେଲା: ଭେଟ ମଣ୍ଡପ, ଚାହାଣୀ ମଣ୍ଡପ, ସ୍ନାନ ମଣ୍ଡପ, ପ୍ରସାଦ ମଣ୍ଡପ, ବୈକୁଣ୍ଠ ମଣ୍ଡପ, ବକୁଳ ମଣ୍ଡପ, ଭୋଗ ମଣ୍ଡପ, ମୁକ୍ତି ମଣ୍ଡପ, ମାଜଣା ମଣ୍ଡପ, ଜଳକ୍ରୀଡା ମଣ୍ଡପ, ନାଭିକଟା ମଣ୍ଡପ, ଦେବସଭା ମଣ୍ଡପ, ଅଚିନ୍ତା ମଣ୍ଡପ, ନାଟପା ମଣ୍ଡପ, ଆଡ଼ପ ମଣ୍ଡପ, ବଳି ମଣ୍ଡପ, ରତ୍ନ ମଣ୍ଡପ (ରତ୍ନ ବେଦୀ), ଦୋଳ ମଣ୍ଡପ (ଦୋଳ ବେଦୀ) ଓ ଯଜ୍ଞ ମଣ୍ଡପ ।
ଡାଇନୋସର ଗୁଡ଼ିକ ହେଉଛନ୍ତି ଡାଇନୋସୋରିଆ Cladeର ଏକ ବିବିଧ ପ୍ରାଣୀ ପ୍ରଜାତି । ସେମାନେ ପ୍ରଥମେ ଟ୍ରାଇଆସିକ (Triassic) ଯୁଗରେ ଦେଖାଯାଉଥିଲେ , ପାଖାପାଖି ୨୩୦ ନିୟୁତ ବର୍ଷ ପୂର୍ବେ । ଜୁରାସିକ ଯୁଗର ଆରମ୍ଭରୁ (୨୦୦ ନିୟୁତ ବର୍ଷ ପୂର୍ବେ), କ୍ରେଟାସିଅସ ଯୁଗର ଶେଷ ପର୍ଯ୍ୟନ୍ତ (୬୫.୫ ନିୟୁତ ବର୍ଷ ପୂର୍ବେ) ସେମାନେ ସବୁଠାରୁ ପ୍ରଭାବଶାଳି ସ୍ଥଳଚର ଥିଲେ । Cretaceous-Paleogene extinction event ଯୋଗୁଁ ମେସୋଜୋଇକ ଯୁଗର ଶେଷ ବେଳକୁ ଅଧିକାଂଶ ଅଧିକାଂଶ ଡାଇନୋସର ପ୍ରଜାତି ବିଲୁପ୍ତ ହୋଇସାରିଥିଲେ । ଜୀବାଶ୍ମ ରେକଡ଼ ଅନୁଧ୍ୟାନରୁ ଜଣାଯାଏ ଯେ, ପକ୍ଷୀମାନଙ୍କର ଉଦ୍ଭବ ଜୁରାସିକ ଯୁଗରେ ଥେରୋପୋଡ଼ (theropod) ଡାଇନୋସରମାନଙ୍କଠାରୁ ହୋଇଥିଲା ଏବଂ ଆଧୁନିକ ଶ୍ରେଣୀବଭାଗ ବ୍ୟବସ୍ଥାରେ ସେମାନଙ୍କୁ ଡାଇନୋସରମାନଙ୍କ ଏକ ଉପ-ବିଭାଗର ମାନ୍ୟତା ଦିଆଯାଇଥାଏ । କିଛି ପକ୍ଷୀ ୬୫ ନିୟୁତ ବର୍ଷ ପୂର୍ବେ ହୋଇଥିବା ଏହି ବିଲୁପ୍ତ ପ୍ରକ୍ରିୟାରୁ ବର୍ତ୍ତି ଯାଇଥିଲେ ଓ ସେମାନଙ୍କ ବଂଶଧରମାନେ ଡାଇନୋସରଙ୍କ ପିଢୀକୁ ଆଜି ପର୍ଯ୍ୟନ୍ତ ନେଇ ଆସିଛନ୍ତି ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
'ଚାରି ଶମ୍ଭୁ ମନ୍ଦିର ଓଡ଼ିଶାର ବୌଦ୍ଧ ଜିଲ୍ଲାରେ ଅବସ୍ଥିତ ଏକ ପ୍ରସିଦ୍ଧ ଯାଆଁଳା ଶିବ ଓ ବିଷ୍ଣୁ ମନ୍ଦିର । ବଉଦ ସହରଠାରୁ ୧୬ କି.ମି ଦୂରରେ ଅବସ୍ଥିତ ଜଗତି ଗାଆଁରେ ଏହି ପ୍ରସିଦ୍ଧ ମନ୍ଦିର ଅବସ୍ଥିତ । ସ୍ଥାନୀୟ ଲୋକେ ଯାଆଁଳା ମନ୍ଦିରକୁ ଚାରି ଶମ୍ଭୁ ମନ୍ଦିର କହନ୍ତି। ଯାଆଁଳା ମନ୍ଦିର କହିଲେ , ଗୋଟିଏ ଭିତ୍ତଭୂମି ଉପରେ ଲାଗି ଲାଗି ତିଆରି ହୋଇଥିବା ସମାନ ଆକାରର ଦୁଇଟି ମନ୍ଦିରକୁ ବୁଝାଏ। ମନ୍ଦିର ଦୁଇଟି ସବୁ ଦୃଷ୍ଟିରୁ ଦେଖିବାକୁ ଏକାପରି । ଗୋଟିଏ ମନ୍ଦିରରେ ପୂଜା ପାଉଛନ୍ତି ଭଗବାନ ବିଷ୍ଣୁ ଓ ଅନ୍ୟ ମନ୍ଦିରରେ ଭଗବାନ ଶିବ । ବିଷ୍ଣୁ ପୂଜା ପାଉଥିବା ମନ୍ଦିରଟିର ନାମ ନୀଳମାଧବ ଏବଂ ମହେଶ୍ୱର ପୂଜାପାଉଥିବା ମନ୍ଦିରର ନାମ ସିଦ୍ଧେଶ୍ୱର । ନୀଳମାଧବ ମନ୍ଦିରର ଶିଖରରେ ଶୋଭା ପାଉଛି ନୀଳ କ୍ଲୋରାଇଟ ପଥରରେ ତିଆରି ଚକ୍ର । ସେହି ପରି ସିଦ୍ଧେଶ୍ୱର ମନ୍ଦିରର ଚୂଡା଼ରେ ସ୍ଥାପିତ ହୋଇଛି ଗୋଟିଏ ଶିବଲିଙ୍ଗ । କାରୁକାର୍ଯ୍ୟ ଦୃଷ୍ଟିରୁ ଦେଖିଲେ ଭୁବନେଶ୍ୱରର ମୁକ୍ତେଶ୍ୱର ଓ ପରଶୁରାମେଶ୍ୱର ମନ୍ଦିର ସହ ତୁଳନୀୟ । ଗନ୍ଧରାଡ଼ିର ଯାଆଁଳା ମନ୍ଦିର ଖିଞ୍ଜଳିର ଭଞ୍ଜ ରାଜାମାନଙ୍କ ପୃଷ୍ଠପୋଷକତାରେ ଅଷ୍ଟମ ଶତାବ୍ଦୀର ଶେଷ ଭାଗରେ ତିଆରି ହୋଇଥିବା ବିଶ୍ୱାସ କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଳାଶୁଣି ଗୁମ୍ଫା (ବା ଓଳାଶୁଣୀ ଗୁମ୍ଫା) କଟକ ଜିଲ୍ଲାର ମାହାଙ୍ଗା ତହସିଲ ଲଳିତଗିରି ନଗର ପଞ୍ଚାୟତରେ ଦଣ୍ଡାୟମାନ ଓଳାଶୁଣି ପାହାଡ଼ରେ ଅବସ୍ଥିତ । ରାଜଧାନୀ ଭୁବନେଶ୍ୱରରୁ ୮୦ କିଲୋମିଟର ଦୁରରେ ରହିଛି ଏହି ପାହାଡ଼ । ଦୈତାରିରୁ ପାରାଦୀପ ଲମ୍ବିଯାଇଥିବା ୫ ନଂ (କ) ରାଜପଥ ନିକଟରେ ଛିଡା ହୋଇଛି ଏହି ଓଳାଶୁଣି ପାହାଡ ଓରଫ ଗୁମ୍ଫା ପାହାଡ । ପାରାଦ୍ୱୀପକୁ ଯିବବେଳେ ସ୍ଥଳ ଭାଗର ଏହା ହେଉଛି ଶେଷ ପାହାଡ଼ | ଏହି ଓଳାଶୁଣି ପାହାଡ଼ ସନ୍ଥ ଅରକ୍ଷିତ ଦାସଙ୍କ ସମାଧି ପୀଠ ହୋଇଥିଲେ ବି ଗୋଟିଏ ପର୍ଯ୍ୟଟନ ସ୍ଥଳ ଭାବରେ ପରିଚିତ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସାମାଜିକ ମାଧ୍ୟମରେ ବିଶ୍ଳେଷଣ-ବିଜ୍ଞାନ
ଏକବିଂଶ ଶତାବ୍ଦୀରେ ସାମାଜିକ ମାଧ୍ୟମ (ଈଂରାଜୀରେ Social Media) ପ୍ରତି ମୁହୁର୍ତ୍ତରେ ନିଜ ପ୍ରଭାବ ବିସ୍ତାର କରି ଚାଲିଛି । ତେଣୁ ସାମାଜିକ ମାଧ୍ୟମର ଉପଯୋଗ କରି ବ୍ୟବସାୟ କରୁଥିବା ଅନେକ କମ୍ପାନୀ ବିଶ୍ଳେଷଣ ବିଜ୍ଞାନ (ଈଂରାଜୀରେ Analytics)ର ସହାୟତା ଲୋଡିଥାନ୍ତି । ବୈଦୁତିକ ଓ ସାମାଜିକ ମାଧ୍ୟମରେ ହେଉଥିବା ସମସ୍ତ କଥୋପକଥନ, ତଥ୍ୟ ସନ୍ଧାନ, ପ୍ରତିକ୍ରିୟା ଇତ୍ୟାଦିକୁ ନିରୀକ୍ଷଣ କରି ଏଥିରୁ ବ୍ୟବସାୟକୁ ପ୍ରଭାବିତ କରିପାରୁଥିବା ତଥ୍ୟ ସଂଗ୍ରହ କରିବା ଓ ଏହି ତଥ୍ୟକୁ ଭିତ୍ତି କରି ବ୍ୟବସାୟିକ ନିର୍ଣ୍ଣୟ ନେବାରେ ସହାୟତା କରିବା ହିଁ ବିଶ୍ଳେଷଣ ବିଜ୍ଞାନର ମୂଳ ଲକ୍ଷ୍ୟ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ବାଏର୍ଣ୍ଣ ମ୍ୟୁନିକ୍ ଫୁଟବଲ କ୍ଲବ୍ (ମୂଳ ଜର୍ମାନ ନାମ Fußball-Club Bayern München e.V., କଥିତ ଜର୍ମାନ ଭାଷାରେ FC Bayern München) ଜର୍ମାନୀର ବଭାରିଆ ଅଞ୍ଚଳସ୍ଥିତ ମ୍ୟୁନିକ୍ ସହରର ଏକ ପ୍ରଖ୍ୟାତ ବ୍ୟବସାୟିକ ଫୁଟବଲ କ୍ଲବ । ଏଫ୍ସିବି, ବାଏର୍ଣ୍ଣ ମ୍ୟୁନିକ୍ ବା ଏଫ୍ସି ବାଏର୍ଣ୍ଣ ନାମରେ ଜଣାଶୁଣା ଏହି କ୍ଲବ୍ ଜର୍ମାନୀର ଜାତୀୟ ବୁଣ୍ଡେସ୍ ଲିଗା ପ୍ରତିଯୋଗିତାରେ ଖେଳିଥାଏ । ଜର୍ମାନ ଫୁଟବଲ ଇତିହାସରେ ବାଏର୍ଣ୍ଣ ମ୍ୟୁନିକ୍ ସଫଳତମ ଫୁଟବଲ କ୍ଲବ୍ । ଏହି କ୍ଲବ୍ ସର୍ବାଧିକ ୩୦ ଥର ଜର୍ମାନ ଜାତୀୟ ଫୁଟବଲ ଚାମ୍ପିୟନ୍ ହେବାର ଗୌରବ ଲାଭ କରିଛି । ତା’ ସହ ୨୦୧୩ରୁ ୨୦୨୦ ପର୍ଯ୍ୟନ୍ତ ୮ ବର୍ଷ କ୍ରମାଗତ ଭାବେ ଏହା ବୁଣ୍ଡେସଲିଗା ଜାତୀୟ ପ୍ରତିଯୋଗିତା ଜିତି ଆସୁଛି । ଏହି କ୍ଲବ୍ ୨୦ ଥର ଡଏସର୍ ଫୁସ୍ବଲ୍ ବୁଣ୍ଡ୍ ଜାତୀୟ କପରେ ମଧ୍ୟ ବିଜୟ ଲାଭ କରିଛି ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଗାର୍ଗୀ ମହାନ୍ତି ଜଣେ ଓଡ଼ିଆ ଚଳଚ୍ଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ଗାର୍ଗୀ ଜଣେ ଦକ୍ଷ ଏବଂ ପ୍ରଶିକ୍ଷିତ ଓଡ଼ିଶୀ ନର୍ତ୍ତକୀ । ସେ ଅଢ଼େଇ ବର୍ଷ ବୟସରୁ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ସେ ପ୍ରଥମେ ଓଡ଼ିଆ ଆଲବମରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ୨୦୦୫ରେ ସେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗାର୍ଗୀଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ହର ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଅର୍ଜୁନ । ସେ ଓଡ଼ିଆ ଦୂରଦର୍ଶନରେ ମଧ୍ୟ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ପ୍ରଥମେ ସେ ଡିଡି ଓଡ଼ିଆର ଧାରାବାହିକ କହିଲେ ତୋ କୁଳ କୁଟୁମ୍ବକୁ ଲାଜରେ ଅଭିନୟ କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଯେଉଁ ବର୍ଷ ବୈଶାଖ କୃଷ୍ଣପକ୍ଷ ନବମୀ ଗୁରୁବାର ଶ୍ରବଣା ମକର ପଡ଼ିଥାଏ ସେହି ବର୍ଷ ଶ୍ରୀଜଗନ୍ନାଥଙ୍କର ରଘୁନାଥ ବେଶ ହୋଇଥାଏ । ୧୯୦୫ ସାଲ ଅପ୍ରେଲ ମାସ ୨୭ ତାରିଖ ଗୁରୁବାର ଦିନ ଏବଂ ୨୭ ତାରିଖ ଦିନ ପ୍ରବଳ ଭିଡ଼ ସକାଶେ ଅନେକ ଶ୍ରଦ୍ଧାଳୁ ଏ ବେଶ ଦର୍ଶନରୁ ବଂଚିତ ହୋଇଥିବାରୁ ପୁନଶ୍ଚ ମଇ ୩ ତାରିଖ ବୁଧବାର ଦିନ ଶେଷଥର ନିମନ୍ତେ ରଘୁନାଥ ମହାବେଶ ହୋଇଥିବାର ଉତ୍କଳ ଦୀପିକା ପତ୍ରିକାରେ ଯାହା ପ୍ରକାଶ ପାଇଛି ଓ ଶ୍ରୀମନ୍ଦିର ରେକର୍ଡରୁ ଜଣାଯାଇଛି। ୨ୟ ଥର ପ୍ରଚେଷ୍ଟା ବୈଠକ ଆଲୋଚନା ୧୯୮୩ରେ ଏଥିପାଇଁ ହୋଇ ବିଫଳ ହୋଇଛି। ଆଉ ରଘୁନାଥ ବେଶ ଭକ୍ତମାନେ ଦେଖି ପାରି ନାହାନ୍ତି। ମିଳୁଥିବା ତଥ୍ୟ ଅନୁଯାୟୀ ମୋଟ ୧୦ ଥର ରଘୁନାଥ ବେଶ ହୋଇଛି ଏବଂ ୧୯୦୫ ମସିହା ପରଠାରୁ ଶ୍ରୀମନ୍ଦିରରେ ଆଉ ଏହି ବେଶ ହୋଇନାହିଁ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଗର୍ଭାବସ୍ଥାର ଯକୃତ ପିତ୍ତସ୍ଥିରତା ( ଆଇସିପି ), ଅନ୍ୟ ନାମ ଗର୍ଭାବସ୍ଥାର ଜଣ୍ଡିସ, ରୋଗରେ ଏକ ଚର୍ମ ରୋଗ ହୁଏ ଯେଉଁଥିରେ ଗଲୁ ବା କୁଣ୍ଡେଇ ହୁଏ । କୁଣ୍ଡେଇ ହେବା ପ୍ରାୟ ତୀବ୍ର ହୋଇଥାଏ, ବିଶେଷତଃ ରାତିରେ, ଏବଂ ସାଧାରଣତଃ କୌଣସି ପ୍ରାରମ୍ଭିକ ଦାଗ ନଥାଏ, କୁଣ୍ଡେଇବା ଯୋଗୁ ଚର୍ମ ଭାଙ୍ଗି ଯାଇପାରେ । ଅନ୍ୟ ଲକ୍ଷଣଗୁଡ଼ିକରେ ହଳଦିଆ ରଙ୍ଗ ଏବଂ ପେଟର ଡାହାଣ ଉପର ପାଖରେ ବେଆରାମ ଲାଗେ । ଆରମ୍ଭ ସାଧାରଣତଃ ତୃତୀୟ ତ୍ରୈମାସିକରେ ହୁଏ; ଯଦିଓ ବେଳେବେଳେ ଏହା ପୂର୍ବରୁ ମଧ୍ୟ ହୋଇପାରେ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ମଲ୍ଟିପ୍ଲସ୍କ୍ଲେରୋସିସ ବା ଏମଏସ (ରୋଗର ଅନ୍ୟ ନାମ ଡିସ୍ସେମିନେଟେଡ ସ୍କ୍ଲେରୋସିସ ଓ ଏନକେଫାଲାଇଟିସ ଡିସ୍ସେମିନାଟା) ରୋଗରେ ମସ୍ତିସ୍କ ଓ ମେରୁଦଣ୍ଡରେ ଥିବା ସ୍ନାୟୁ କୋଷର ଇନ୍ସୁଲେଟିଙ୍ଗ ଆବରଣ ନଷ୍ଟ ହୋଇଯାଏ । ଏହି ଫଳରେ ଆବରଣ ନଷ୍ଟ ହୁଏ ଓ ସ୍ନାୟୁ ମଣ୍ଡଳ ସମ୍ପର୍କ ସ୍ଥାପନ ନ ହୋଇ ପାରି ଅନେକ ପ୍ରକାର ଚିହ୍ନ ଓ ଲକ୍ଷଣ ପ୍ରକାଶ ପାଏ । ଏହାଯୋଗୁ ଶାରୀରିକ, ମାନସିକ ଓ ସ୍ନାୟୁ ଜନିତ ଚିହ୍ନ ଓ ଲକ୍ଷଣମାନ ଦେଖାଯାଏ । ଦ୍ୱିତ ଦୃଷ୍ଟି, ଗୋଟିଏ ଆଖରେ ଅନ୍ଧତ୍ୱ ବା କଣାଦୋଷ, ଦୂର୍ବଳ ମାଂସପେଶୀ ସ୍ପର୍ଷ ସମସ୍ୟା ଓ ସମନ୍ୱୟ ଅଭାବ ଭଳି ଲକ୍ଷଣମାନ ଦେଖାଯାଏ ।ଏହି ରୋଗ ବିଭିନ୍ନ ପ୍ରକାର ଦେଖାଯାଏ, ନୂଆ ଲକ୍ଷଣ ଏକାନ୍ତ ଭାବରେ ଆସେ ବା ସମୟକ୍ରମେ ବୃଦ୍ଧି ହୁଏ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ । ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) । ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ୱଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି । ହିମାଳୟର ପଶ୍ଚିମସୀମା ହେଉଛି “ନଙ୍ଗା ପର୍ବତ”, ଯାହା ସିନ୍ଧୁ ନଦୀର ଉତ୍ତରତମ ବାଙ୍କର ଠିକ୍ ଦକ୍ଷିଣପଟକୁ ଅବସ୍ଥିତ । ହିମାଳୟର ପୂର୍ବ ସୀମା “ନାମ୍ଚା ବରୁଆ” ୟାର୍ଲୁଂ ତ୍ସାଂଗପୋ ନଦୀର (ନିଜର ଉପରମୁଣ୍ଡରେ ବ୍ରହ୍ମପୁତ୍ର ନଦୀ ଏହି ନାମରେ ଜଣାଶୁଣା) ବଡ଼ ବାଙ୍କର ଠିକ୍ ପଶ୍ଚିମ ପଟକୁ ରହିଛି । ହିମାଳୟର ଉତ୍ତର-ପୂର୍ବ ଦିଗକୁ କାରାକୋରମ୍ ଓ ହିନ୍ଦୁକୁଶ ପର୍ବତଶ୍ରେଣୀ ରହିଛନ୍ତି । ୫୦-୬୦ କିଲୋମିଟର୍ ପ୍ରସ୍ଥ ବିଶିଷ୍ଟ “ଇଣ୍ଡସ୍-ତ୍ସାଙ୍ଗପୋ ସୁଚ୍ୟର୍” ନାମକ ଟେକ୍ଟୋନିକ୍ ଉପତ୍ୟକା ହିମାଳୟର ଉତ୍ତରାଂଶକୁ ତିବ୍ବତୀୟ ମାଳଭୂମିଠାରୁ ବିଚ୍ଛିନ୍ନ କରୁଛି । ହିମାଳୟ ବଳୟର ଦକ୍ଷିଣ ପଟକୁ ଗାଙ୍ଗେୟ ସମତଳ ଭୂମି ଅବସ୍ଥିତ । ପଶ୍ଚିମ ପାକିସ୍ତାନରେ ହିମାଳୟ ପର୍ବତଶ୍ରେଣୀର ପ୍ରସ୍ଥ ୩୫୦ କି.ମି. ହୋଇଥିବା ବେଳେ ପୂର୍ବରେ (ଅରୁଣାଚଳ ପ୍ରଦେଶ) ଏହାର ପ୍ରସ୍ଥ ପ୍ରାୟ ୧୫୦ କି.ମି.
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଚନ୍ଦ୍ରଶେଖର ନନ୍ଦ (୧୮୬୮-୧୯୩୨) ଜଣେ ଓଡ଼ିଆ ଗାଳ୍ପିକ । ତାଙ୍କ ଗଳ୍ପପୁସ୍ତକ ଚିତ୍ରକୁ ପ୍ରଥମ ଓଡ଼ିଆ ଗଳ୍ପ ବହିର ମାନ୍ୟତା ଦିଆଯାଏ । ଗଳ୍ପ ବ୍ୟତିତ ସେ ଓଡ଼ିଆ ସାହିତ୍ୟର ଅନ୍ୟ ବିଭବ ଯଥା ପ୍ରବନ୍ଧ, ଉପନ୍ୟାସ, କବିତାରେ ମଧ୍ୟ ଲେଖନି ଚାଳନା କରିଥିଲେ । ସେ ଅନେକ ପାଠ୍ୟ ପୁସ୍ତକ ମଧ୍ୟ ରଚନା କରିଥିଲେ । ସେ ଫକୀର ମୋହନ ସେନାପତି ଓ ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସମସାମୟିକ ଥିଲେ ।