ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଛତୁକୁ ଖାଦ୍ୟରୂପେ ବ୍ୟବହାର କରାଯାଏ । ସାରାବିଶ୍ୱରେ ପ୍ରାୟ ୪୦୦ପ୍ରକାର ଛତୁ ଦେଖାଯାଏ; ତନ୍ମଧ୍ୟରୁ ଅନ୍ୟୁନ ୨୦୦ପ୍ରଜାତିର ଛତୁ ଅଧୁନା ଅବଲୁପ୍ତପ୍ରାୟ । ଛତୁ ମଧ୍ୟରେ ବାଲି ଛତୁ, ବୁଢ଼ାବୁଢ଼ୀ ଛତୁ, ନାଡ ଛତୁ, ହୁଙ୍କା ଛତୁ, ପାଳ ଛତୁର ବେଶ୍ ଆଦର ରହିଛି । ଛତୁକୁ ତରକାରୀ ଛଡ଼ା ଭାଜି ଓ ନିଆଁରେ ପୋଡ଼ି ଖିଆଯାଏ । ତେବେ ବାଲି ଛତୁର ସ୍ୱାଦ ଅତୀବ ରୁଚିକର, ତେବେ ମଧ୍ୟ ବୁଢ଼ାବୁଢ଼ୀ ଓ ହୁଙ୍କା ଛତୁର ମଧ୍ୟ ବେଶ୍ ଆଦର ରହିଛି ।ଏହି ଛତୁସବୁ ବର୍ଷାଋତୁରେ ଫୁଟିଥାଏ । ବର୍ଷା ହେଲେ ଗ୍ରାମରେ ବସବାସ କରୁଥିବା ଲୋକମାନେ ଛତୁ ତୋଳିବା ପାଇଁ ସକାଳୁ ଉଠି ପଡ଼ିଆ, ବଣ, ବିଲ ଆଦି ଅଞ୍ଚଳରେ ଘୁରିବୁଲନ୍ତି । ମାତ୍ର ବିଗତ ୨୦ବର୍ଷ ହେବ ଅଧିକାଂଶ ଛତୁ ଆଉ ଦେଖିବାକୁ ମିଳୁନାହିଁ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ପ୍ଳାସେଣ୍ଟାଲ ଆବରପସନ (ଇଂରାଜୀ ଭାଷାରେ Placental abruption) ନାମ ଦିଆଯାଏ ଯେତେବେଳେ ପ୍ରସବ ପୂର୍ବରୁ ଜରାୟୁରୁ (uterus) ପ୍ଲାସେଣ୍ଟା (placenta) ବିଛିନ୍ନ ହୋଇଯାଏ । ସାଧାରଣ ଭାବରେ ଏହା ପ୍ରାୟ ଗର୍ଭାବସ୍ଥାର ୨୫ ସପ୍ତାହ ବେଳକୁ ହୁଏ । ଯୋନୀପଥ ରକ୍ତସ୍ରାବ (Vaginal bleeding), ନିମ୍ନ ଉଦର ଯନ୍ତ୍ରଣା (abdominal pain), ରକ୍ତସ୍ରାବ ଜନିତ ସକ (dangerously low blood pressure) ଇତ୍ୟାଦି ଲକ୍ଷଣ ଏହି ରୋଗରେ ଦେଖାଯାଏ । ରୋଗ ଜଟିଳ ହେଲେ ମାତାର ଡିସସେମିନେଟେଡ ଇଣ୍ଟ୍ରାଭାସ୍କୁଲାର କୋଆଗୁଲୋପାଥି (disseminated intravascular coagulopathy), ବୃକ୍ଲ ଫେଲ (kidney failure) ଇତ୍ୟାଦି ହୋଇପାରେ । ଶିଶୁର ସ୍ୱଳ୍ପ ଜନ୍ମ ଓଜନ (low birthweight), ପ୍ରିଟର୍ମ ପ୍ରସବ (preterm delivery), ସ୍ଟିଲବାର୍ଥ (stillbirth) ଆଦି ଜଟିଳତା ଦେଖାଯାଇପାରେ ।
ସୂଚନା ପ୍ରଯୁକ୍ତିବିଦ୍ୟା (IT) ହେଉଛି ତଥ୍ୟ କିମ୍ବା ସୂଚନା ସଂରକ୍ଷଣ, ପୁନରୁଦ୍ଧାର, ପ୍ରସାରଣ ଏବଂ ପରିଚାଳନା ପାଇଁ କମ୍ପ୍ୟୁଟରର ବ୍ୟବହାର । ବ୍ୟକ୍ତିଗତ କିମ୍ବା ମନୋରଞ୍ଜନ ପ୍ରଯୁକ୍ତିବିଦ୍ୟା ତୁଳନାରେ ଆଇଟି ସାଧାରଣତଃ ବ୍ୟବସାୟ କାର୍ଯ୍ୟ ପରିପ୍ରେକ୍ଷୀରେ ବ୍ୟବହୃତ ହୁଏ । ଆଇଟି ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ଆଇସିଟି)ର ଏକ ଉପସେଟ ଭାବରେ ବିବେଚନା କରାଯାଏ । ଏକ ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରଣାଳୀ (ଆଇଟି ସିଷ୍ଟମ୍) ସାଧାରଣତ an ଏକ ସୂଚନା ପ୍ରଣାଳୀ, ଏକ ଯୋଗାଯୋଗ ପ୍ରଣାଳୀ କିମ୍ବା, ବିଶେଷ ଭାବରେ କହିବାକୁ ଗଲେ, ଏକ କମ୍ପ୍ୟୁଟର ସିଷ୍ଟମ୍ - ସମସ୍ତ ହାର୍ଡୱେର୍, ସଫ୍ଟୱେର୍ ଏବଂ ପେରିଫେରାଲ୍ ଯନ୍ତ୍ରପାତି ଅନ୍ତର୍ଭୂକ୍ତ କରି - ଏକ ସୀମିତ ଗୋଷ୍ଠୀଦ୍ୱାରା ପରିଚାଳିତ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଦାଶ ବେନହୁର (ଜନ୍ମ ୩ ଅଗଷ୍ଟ ୧୯୫୩) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର । ଶିଶୁ ସାହିତ୍ୟ, କ୍ଷୁଦ୍ରଗଳ୍ପ ଓ ଉପନ୍ୟାସ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ତାଙ୍କର ଅବଦାନ ରହିଛି । ପ୍ରବନ୍ଧ ଓ ଗବେଷଣାତ୍ମକ ନିବନ୍ଧ ଆଦି ଲେଖିବାକୁ ସେ ନିଜ ନାମ ଜିତେନ୍ଦ୍ର ନାରାୟଣ ଦାଶ ବ୍ୟବହାର କରୁଥିବା ସମୟରେ ଗଳ୍ପ ଓ ଶିଶୁ ସାହିତ୍ୟ ଦାଶ ବେନହୁର ନାମରେ ଲେଖିଥାନ୍ତି । ଅଧ୍ୟାପନାକୁ ପେସା ଭାବରେ ଗ୍ରହଣ କରିଥିବା ଦାଶ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ସେବା ନିବୃତ ହୋଇସାରିଛନ୍ତି । ସାହିତ୍ୟ ଓ ଅଧ୍ୟାପନା ବ୍ୟତିତ ସେ ଜଣେ ସଂଗଠକ ହିସାବରେ 'ପ୍ରଫୁଲ୍ଲ କର ଫାଉଣ୍ଡେସନ, ଇଟିକିଲି ମିଟିକିଲି, ଆମ ଓଡ଼ିଶା ଆଦି ଅନୁଷ୍ଠାନମାନଙ୍କ ସହିତ ଜଡ଼ିତ ଅଛନ୍ତି । ସେ ଆଦିବାସୀ ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ 'ସର୍ଗୀଫୁଲ' ନାମକ ପତ୍ରିକାର ସମ୍ପାଦନା ମଧ୍ୟ କରିଥାନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ୱୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ୱୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ୱତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।
ଗୌରୀକୁମାର ବ୍ରହ୍ମା (୨୦ ଫେବ୍ରୁଆରୀ ୧୯୨୦-୨୯ ସେପ୍ଟେମ୍ବର ୨୦୧୧) ଓଡ଼ିଶାର ଜଣେ ବାଗ୍ମୀ, ସମାଲୋଚକ, ସମୀକ୍ଷକ ଓ ପ୍ରଫେସର ଥିଲେ। ସେ ଓଡ଼ିଆ, ଇଂରାଜୀ, ସଂସ୍କୃତ ଓ ହିନ୍ଦୀ ଭାଷାରେ ଦୀର୍ଘ ସମୟ ଧରି ବକ୍ତୃତା ଦେବାରେ ଲୋକପ୍ରିୟ ଥିଲେ । ତାଙ୍କର ବକ୍ତୃତା ପ୍ରଧାନତଃ ଜଗନ୍ନାଥ ଓ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ସମ୍ବନ୍ଧରେ ଥିଲା । ଆକାଶବାଣୀ କଟକ ଓ ଦୂରଦର୍ଶନ ମାଧ୍ୟମରେ ତାଙ୍କର ଆଲୋଚନା ପ୍ରସାରିତ ହେଉଥିଲା । ସେ ଭୁବନେଶ୍ୱରଠାରେ ଦେହତ୍ୟାଗ କରିଥିଲେ ।
ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଓଡ଼ିଶା ରାଜ୍ୟକୁ ପ୍ରଶାସନିକ ସୁବିଧା ଏବଂ ସୁପରିଚାଳନା ଦୃଷ୍ଟିରୁ ସର୍ବମୋଟ ୩୦ ଗୋଟି ଭୌଗୋଳିକ ପ୍ରଶାସନିକ ଏକକ ବା ଜିଲ୍ଲାରେ ବିଭକ୍ତ କରାଯାଇଛି । ପ୍ରଶାସନିକ ବିକେନ୍ଦ୍ରୀକରଣ ଏବଂ ଶୃଙ୍ଖଳିତ ଶାସନ ପାଇଁ ଏହି ୩୦ଟି ଜିଲ୍ଲାକୁ ୩ଟି ପୃଥକ ରାଜସ୍ୱ ଖଣ୍ଡ (Revenue Divisions) ଅଧୀନରେ ରଖାଯାଇଛି । ସେହି ଖଣ୍ଡଗୁଡ଼ିକ ହେଲା: କେନ୍ଦ୍ରାଞ୍ଚଳ (ସଦର ମହକୁମା: କଟକ), ଉତ୍ତରାଞ୍ଚଳ (ସଦର ମହକୁମା: ସମ୍ବଲପୁର) ଏବଂ ଦକ୍ଷିଣାଞ୍ଚଳ (ସଦର ମହକୁମା: ବ୍ରହ୍ମପୁର) । ପ୍ରତ୍ୟେକ ରାଜସ୍ୱ ଖଣ୍ଡ ଅଧୀନରେ ୧୦ଟି ଲେଖାଏଁ ଜିଲ୍ଲା ରହିଛି ଏବଂ ଏହାର ପ୍ରଶାସନିକ ମୁଖ୍ୟ ଭାବରେ ଜଣେ ରାଜସ୍ୱ ଖଣ୍ଡାଧିକାରୀ ବା ଆର.ଡି.ସି. କାର୍ଯ୍ୟ କରନ୍ତି, ଯିଏକି ଭାରତୀୟ ପ୍ରଶାସନିକ ସେବା (IAS) ର ଜଣେ ବରିଷ୍ଠ ଅଧିକାରୀ ଅଟନ୍ତି । ରାଜ୍ୟ ସଚିବାଳୟ ଏବଂ ଜିଲ୍ଲା ପ୍ରଶାସନ ମଧ୍ୟରେ ସମନ୍ୱୟ ରକ୍ଷା କରିବା ହେଉଛି ଆର.ଡି.ସି.
ପ୍ରଶାନ୍ତ କୁମାର ପଟ୍ଟନାୟକ (ଜନ୍ମ : ୪ ମଇ ୧୯୪୩),ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜଣେ ଅର୍ଥନୀତିଜ୍ଞ । ସେ କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନ କରିବା ସହିତ,'ଅକ୍ସଫୋର୍ଡ଼ ଦାରିଦ୍ର୍ୟ ଓ ମାନବ ବିକାଶ'ର ଜଣେ ରିସର୍ଚ୍ଚ ଆସୋସିଏଟ ତଥା 'ମାନବ ବିକାଶ ଏବଂ କ୍ଷମତା' ଅନୁଷ୍ଠାନର ରିସର୍ଚ୍ଚ ଫେଲୋ ଅଟନ୍ତି । ସେ ଅମର୍ତ୍ୟ ସେନ ଓ କିନିଥ ଆରୋଙ୍କ ସହିତ ମିଶି 'ସୋସିଆଲ ଚଏସ ଆଣ୍ଡ ୱେଲଫେଆର'(Social Choice and Welfare) ନାମକ ଏକ ପତ୍ରିକା ସମ୍ପାଦନା କରନ୍ତି ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ । କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ଦାର୍ଶନିକ ହୁଏନସାଂ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ହୋମଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ହୋମ ଧୂଆଁ ବିଷୟରେ ବର୍ଣ୍ଣନା କରିଛନ୍ତି । ଉତ୍କଳ ବ୍ରାହ୍ମଣମାନଙ୍କର କିଛି ଉପନାମ ଦାଶ, ମିଶ୍ର, ରଥ, କର, ଆଚାର୍ଯ୍ୟ, ତ୍ରିପାଠୀ, ଷଡ଼ଙ୍ଗୀ, ଶର୍ମା, ନାୟକ, ଦାଶଶର୍ମା, ରଥଶର୍ମା, ନନ୍ଦ, ପଣ୍ଡା, ଗ୍ରହାଚାର୍ଯ୍ୟ, ପାଢୀ, ପାଣି, ପାଣିଗ୍ରାହୀ, ପୁଜାପଣ୍ଡା, ବଡ଼ପଣ୍ଡା, ମହାପାତ୍ର, ଶତପଥୀ, ଓତା ଓ ହୋତା ଇତ୍ୟାଦି ।
ମାଳତୀ ଚୌଧୁରୀ (୨୬ ଜୁଲାଇ ୧୯୦୪ - ୧୫ ମାର୍ଚ୍ଚ ୧୯୯୮) ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମାଳତୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ । ସ୍ୱାଧୀନତା ସଂଗ୍ରାମର ପ୍ରଜାମଣ୍ଡଳ ଆନ୍ଦୋଳନରେ ସେ ଏତେ ମାତ୍ରାରେ ଜଡ଼ିତ ଥିଲେ ଇଂରେଜ ସରକାର ତାଙ୍କୁ "ଜୋଆନ୍ ଅଫ୍ ଆର୍କ" ନାମେର ସମ୍ବୋଧନ କରୁଥିଲେ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ସୂର୍ଯ୍ୟ କିମ୍ବା କୌଣସି ଅନ୍ୟ ତାରାମାନଙ୍କ ଚାରିପଟେ ପରିକ୍ରମା କରୁଥିବା ଖଗୋଳ ପିଣ୍ଡକୁ ଗ୍ରହ କୁହାଯାଏ । ଅନ୍ତରାଷ୍ଟ୍ରୀୟ ଖଗୋଲୀୟ ସଂଘ ଅନୁସାରେ ଆମ ସୌର ମଣ୍ଡଳରେ ଆଠୋଟି ଗ୍ରହ ରହିଛି : ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରାନସ, ନେପଚୁନ । ଏହାର ଅତିରିକ୍ତ ତିନୋଟି ବାମନ ଗ୍ରହ ରହିଛି : ସୀରୀସ, ପ୍ଲୁଟୋ, ଏରୀସ । ପ୍ରାଚୀନ ଖଗୋଲୀୟ ଶାସ୍ତ୍ରୀମାନେ ତାରା ଏବଂ ଗ୍ରହ ମାନଙ୍କ ମଧ୍ୟରେ ଅନ୍ତର ଏହି ପ୍ରକାର କରିଥିଲେ : ରାତିରେ ଆକାଶରେ ଚମକୁଥିବା ଅଧିକତର ପିଣ୍ଡ ସର୍ବଦା ପୂର୍ବ ପାର୍ଶ୍ୱରୁ ଉଦୟ ହୋଇ ପଶ୍ଚିମ ପଟେ ଅସ୍ତ ହୋଇଥାନ୍ତି । ଏହି ପିଣ୍ଡମାନଙ୍କ ନିଜ ନିଜ ମଧ୍ୟରେ କୌଣସି ପରିବର୍ତ୍ତନ ହୁଏନାହିଁ । ଏହି ପିଣ୍ଡମାନଙ୍କୁ ତାରା କୁହାଯାଏ । କିନ୍ତୁ ଏପରି କିଛି ପିଣ୍ଡ ଅଛନ୍ତି ଯାହା ଅନ୍ୟ ପିଣ୍ଡ ମାନଙ୍କ ସାପେକ୍ଷରେ କେବେକେବେ ଆଗକୁ ଯାଆନ୍ତି ଏବଂ କେବେ କେବେ ପଛକୁ ଯାଆନ୍ତି - ଏହାର ଅର୍ଥ ଏମାନେ କେବଳ ଘୁରିଥାନ୍ତି । Planet ଏକ ଲାଟିନ୍ ଶଦ୍ଦ ଅଟେ, ଯାହାର ଅର୍ଥ ଏପଟ ସେପଟ ହୋଇ ବୁଲିବା । ଏଥିପାଇଁ ଏହି ପିଣ୍ଡର ନାମ Planet (ଗ୍ରହ) ଅଟେ । ଶନି ଗ୍ରହର ପରବର୍ତ୍ତୀ ଗ୍ରହକୁ ବିନା ଦୂରବିକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖାଯାଇ ପାରିବ ନାହିଁ । ଏଥିପାଇଁ ପ୍ରାଚୀନ ବୈଜ୍ଞାନିକ ମାନଙ୍କୁ କେବଳ ୫ଟି ଗ୍ରହ ବାବଦରେ ଜ୍ଞାତ ଥିଲା ଏବଂ ପୃଥିବୀକୁ ସେ ସମୟରେ ଗ୍ରହ ବୋଲି ମାନି ନ'ଥାନ୍ତି ।
ନଟରାଜ ବେହେରା (ଜନ୍ମ: ୨୮ ମଇ ୧୯୮୮) ଓଡ଼ିଶା ରଣଜୀ ଦଳର ପୂର୍ବତନ ଅଧିନାୟକ ଅଟନ୍ତି । ସେ ଡାହାଣହାତୀ ବ୍ୟଟ୍ସମ୍ୟାନ ଅଟନ୍ତି । ୨୦୦୭ ମସିହାରୁ ସେ ଓଡ଼ିଶା ରଣଜୀ ଦଳରେ ସ୍ଥାନ ପାଇଥିଲେ ମଧ୍ୟ, ନିଜ ପ୍ରଥମ ମ୍ୟାଚ ଖେଳିଥିଲେ ୨୦୦୮ ମସିହାରେ ଗୁଜରାଟ ବିପକ୍ଷରେ । ତାଙ୍କ ନେତୃତ୍ୱ ବଳରେ ପୂର୍ବ ଜୋନ ୨୦୧୧-୨୦୧୨ରେ ମଧ୍ୟ ଜୋନକୁ ହରାଇ ଦୁଲିପ ଟ୍ରଫି ଜିତିଥିଲା । ପର ବର୍ଷ ମଧ୍ୟ ପୂର୍ବ ଜୋନ,ପଶ୍ଚିମ ଜୋନକୁ ହରାଇ ଦ୍ୱିତୀୟ ଥର ପାଇଁ ଦୁଲିପ ଟ୍ରଫି ହାତେଇ ପାରିଥିଲା । ସେ ୨୦୦୯ରେ କଲିକତା ନାଇଟ ରାଇଡ଼ର ଦଳର ସେ ସଦସ୍ୟ ଥିଲେ । ଓପିଏଲ ପ୍ରଥମ ସଂସ୍କରଣରେ ୱେଷ୍ଟର୍ନ ସମରେଶ ରାଉରକେଲା ଦଳର ଅଧିନାୟକ ମଧ୍ୟ ଥିଲେ । ୨୦୧୩ରେ ହୋଇଥିବା ଓପିଏଲର ଦ୍ୱିତୀୟ ସଂସ୍କରଣରେ ସେ ବୈତରଣୀ ଦଳ ପକ୍ଷରୁ ଖେଳିଥିଲେ । ୨୦୧୫-୧୬ ସିଜନରେ ହରିୟାଣା ବିପକ୍ଷରେ ୨୫୫ ରନର ଇନିଂସ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ଥିଲା । ସେ ୫୪ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳି ୩୦୩୧ ରନ ସଂଗ୍ରହ କରିଥିଲେ । ସେହିପରେ ୩୭ଟି ଲିଷ୍ଟ ଏ ମ୍ୟାଚରୁ ସେ ୨୭.୬୨ ହାରରେ ୯୬୭ ରନ ଓ ୧୬ଟି ଟି୨୦ ମ୍ୟାଚରୁ ୧୭.୪୦ ହାରରେ ୨୬୧ ରନ ହାସଲ କରିଥିଲେ । ୨୦୧୯ ଅକ୍ଟୋବର ମାସରେ ସେ କ୍ରିକେଟରୁ ସନ୍ୟାସ ନେଇଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।