ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଚକ୍ଷୁ ପ୍ରତିସରଣ ଦୋଷ, (ଇଂରାଜୀ ଭଷାରେ refractive error ବା refraction error), ଏକ ସମସ୍ୟା ଯେଉଁଥିରେ ଚକ୍ଷୁରେ ପ୍ରବେଶ କରିଥିବା ଆଲୋକ ରେଖାମାନ ଚକ୍ଷୁର ଆକୃତି ଦୋଷରୁ ରେଟିନା ଉପରେ କେନ୍ଦ୍ରିଭୂତ (ଫୋକସ) ହୋଇପାରେ ନାହିଁ । ସାଧାରଣ ଭାବରେ ଦେଖାଯାଉଥିବା ଦୋଷମାନ: ମାୟୋପିଆ (near-sightedness) ବା ସମୀପ-ଦୃଷ୍ଟି, ହାଇପରମେଟ୍ରୋପିଆ (far-sightedness) ବା ଦୂର-ଦୃଷ୍ଟି, ଆସ୍ଟିଗମାଟିଜ୍ମ (astigmatism) ଓ ପ୍ରେସବାୟୋପିଆ (presbyopia) । ସମୀପ ଦୃଷ୍ଟି ଥିଲେ ଦୂର ଜିନିଷ ଝାପସା ଦେଖାଯାଏ, ଦୂର ଦୃଷ୍ଟି ଥିଲେ ପାଖ ଜିନିଷ ଝାପସା ଦେଖାଯାଏ, ଆସ୍ଟିଗମାଟିଜ୍ମରେ ଜିନିଷ ଟାଣି ହୋଇଯିବା ଭଳି ଲାଗେ ଓ ଝାପସା ଦେଖାଯାଏ, ଓ ପ୍ରେସବାୟୋପିଆରେ ପାଖରେ ଥିବା ଜିନିଷକୁ ଆଖି ଫୋକସ କରିପାରେ ନାହିଁ । ଦ୍ୱୈତ ଦୃଶ୍ୟ (en:double vision), ମୁଣ୍ଡବଥା ଓ ଚକ୍ଷୁ ପୀଡ଼ା (eye strain) ଇତ୍ୟାଦି ଲକ୍ଷଣ ଏହି ଦୋଷରେ ଦେଖାଯାଏ । ଚକ୍ଷୁ ଡୋଳା ଅଧିକ ଲମ୍ବା ହେଲେ ସମୀପ ଦୃଷ୍ଟି ହୁଏ, ଡୋଳା ବହୁତ ଛୋଟ ହେଲେ ଦୂର ଦୃଷ୍ଟି, ସ୍ୱଚ୍ଛ ପଟଳ ବା କର୍ନିଆର ଭୂଲ ଆକୃତି ହେଲେ ଆସ୍ଟିଗମାଟିଜ୍ଣ ଓ ଚକ୍ଷୁର ଜବକାଚ (lens of the eye) ବା ଲେନ୍ସ ବୟସାଧିକ୍ୟ ଯୋଗୁ ଅସ୍ୱଚ୍ଛ ଓ ଅପରିବର୍ତ୍ତନୀୟ ଆକାର ହେଲେ ପ୍ରେସବାୟୋପିଆ ହୁଏ । କେତେକ ପ୍ରତିସରଣ ଦୋଷ ବଂଶଗତ କାରଣ ଯୋଗୁ ହୁଏ ଯାହା ପିତାମାତାଙ୍କଠାରୁ ବଂଶାନୁକ୍ରମେ ଆସିଥାଏ । ଚକ୍ଷୁ ପରୀକ୍ଷା (eye examination) କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଚଷମା, କଣ୍ଟାକ୍ଟ ଲେନ୍ସ (contact lenses) ବା ଅପରେଶନ ସାହାଯ୍ୟରେ ଚକ୍ଷୁ ପ୍ରତିସରଣ ଦୋଷ ନିବାରଣ କରାଯାଏ । ଏହି ଦୋଷ ନିବାରଣ ନିମନ୍ତେ ଚଷମା କାଚ ସର୍ବାଧିକ ସହଜ ଓ ନିରାପଦ ପଦ୍ଧତି । କଣ୍ଟାକ୍ଟ ଲେନ୍ସ ଲଗେଇଲେ ଦୃଷ୍ଟି କ୍ଷେତ୍ର ବୃଦ୍ଧି ହୁଏ କିନ୍ତୁ ଏହା ଯୋଗୁ ସଂକ୍ରମଣ ସଙ୍କଟ ରହେ । ପ୍ରତିସରଣ ଅପରେସନ (Refractive surgery) କଲେ କର୍ନିଆର ଆକାର ସ୍ଥାୟୀ ଭାବରେ ପରିବର୍ତ୍ତିତ ହୋଇଯାଏ । ସାରା ପୃଥିବୀରେ ଚକ୍ଷୁ ପ୍ରତିସରଣ ଦୋଷ ଥିବା ଲୋକ ସଂଖ୍ୟା ପ୍ରାୟ ୧ରୁ ୨ ଶହ କୋଟି । ଏହି ଦୋଷ ହାର ବିଭିନ୍ନ ସ୍ଥାନ ଅନୁସାରେ ବଦଳେ: ୟୁରୋପରେ ୨୫% ଓ ଏସିଆରେ ୮୦% ଲୋକ ଏହି ଦୋଷରେ ଆକ୍ରାନ୍ତ ହୁଅନ୍ତି । ସମୀପ ଦୃଷ୍ଟି ସର୍ବାଧିକ ସାଧାରଣ ବେମାରୀ । ବୟସ୍କ ଲୋକଙ୍କ ମଧ୍ୟରୁ ୧୪ରୁ ୪୯% ଓ ପିଲାଙ୍କ ମଧ୍ୟରୁ ୧.୨-୪୨% ଏହି ଦୋଷରେ ଆକ୍ରାନ୍ତ ହୁଅନ୍ତି ।.
ବୀରେନ ମିତ୍ର (୨୬ ନଭେମ୍ବର ୧୯୧୭–୨୫ ମଇ ୧୯୭୮), ଜଣେ ଓଡ଼ିଆ ରାଜନୈତିକ ନେତା ଓ ସମାଜ ସଂସ୍କାରକ ଥିଲେ । ସେ ୨ ଅକ୍ଟୋବର୧୯୬୩ଠାରୁ ୨୧ ଫେବୃଆରୀ୧୯୬୫ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । ସେ ୧୯୫୨, ୧୯୫୭, ୧୯୬୧ ଓ ୧୯୬୭ ମସିହାରେ ଓଡ଼ିଶା ବିଧାନ ସଭାକୁ କଟକ ସଦରରୁ କଂଗ୍ରେସ ପ୍ରାଥୀ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୩ ମସିହାରେ ସେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଓ ୧୯୬୫ ମସିହାରେ ଇସ୍ତଫା ଦେଇଥିଲେ ।
ବ୍ୟୁପ୍ରୋପିଅନ (ଇଂରାଜୀ ଭାଷାରେ Bupropion, ଏକ ବିକ୍ରୟ ନାମ ୱେଲବୁଟ୍ରିନ Wellbutrin ଓ ଜାଇବାନ/ Zyban) ଏକ ଔଷଧ (medication) ଯାହା ଅବସାଦରୋଧୀ (antidepressant) ଓ ଧୂମ୍ରପାନ ବନ୍ଦ କରିବା (smoking cessation) ଚିକିତ୍ସାରେ ପ୍ରୟୋଗ କରାଯାଏ । ଏହା ସ୍ୱୟଂ ଏକ ଅବସାଦରୋଧୀ ଔଷଧ ଓ ପ୍ରଥମ ଧାଡ଼ିର ଏସଏସଆରସି ଅବସାଦରୋଧୀ (SSRI antidepressant) ଔଷଧ କାମ ନକଲେ ଏହାକୁ ତା ସାଥିରେ ଦିଆଯାଏ । ଏହା ବଟିକା ଆକାରରେ ଦିଆଯାଏ ଓ ଅଧିକାଂଶ ଦେଶମାନଙ୍କରେ ପ୍ରେସକ୍ରିପସନରେ ମିଳେ ।
ବାରିସିଟିନିବ, ଅନ୍ୟମାନଙ୍କ ମଧ୍ୟରେ ଏକ ବେପାର ନାମ ଓଲୁମିଆଣ୍ଟ, ଏକ ଔଷଧ ଯାହା ରିମାଟଏଡ୍ ଆର୍ଥ୍ରାଇଟିସ୍ (RA) ଏବଂ କୋଭିଡ-୧୯ (COVID-19)ର ଚିକିତ୍ସା ପାଇଁ ବ୍ୟବହୃତ ହୁଏ । ରିମାଟଏଡ୍ ଆର୍ଥ୍ରାଇଟିସରେ ଏହା ବ୍ୟବହୃତ ହୁଏ ଯେତେବେଳେ ଏହା ନେକ୍ରୋସିସ୍ ଫ୍ୟାକ୍ଟର୍ (TNF) ଇନହିବିଟରଦ୍ୱାରା ନିୟନ୍ତ୍ରିତ ହୁଏନି । କୋଭିଡ-୧୯ର ଗୁରୁତର ରୋଗରେ ବ୍ୟବହୃତ ହୁଏ । ଏହା ପାଟିରେ ଦିଆଯାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୌରହରି ଦାସ (ଜନ୍ମ: ୯ ଅକ୍ଟୋବର ୧୯୬୦) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ସ୍ତମ୍ଭକାର । ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି । ସଂପ୍ରତି ସେ ଓଡ଼ିଆ ଖବରକାଗଜ ସମ୍ବାଦର ସାହିତ୍ୟ ସମ୍ପାଦକ ଏବଂ କଥା ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରନ୍ତି । ସେ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର" ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ । ପୂର୍ବରୁ ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ଅନ୍ୟାନ୍ୟ ପୁରସ୍କାର ଓ ସମ୍ମାନ ସମେତ ସେ ସେ ୨୦୧୨ ମସିହାରେ "କଣ୍ଟା ଓ ଅନ୍ୟାନ ଗଳ୍ପ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୦୧ରେ "ନିଜ ସାଙ୍ଗେ ନିଜର ଲଢ଼େଇ" ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କର "ବାଘ ଓ ଅନ୍ୟାନ୍ୟ ଗଳ୍ପ" ଗଳ୍ପସଂକଳନ ନିମନ୍ତ ସେ ୨୦୨୨ ମସିହାରେ ଶାରଳା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ ।
ସ୍ନାନ ଶବ୍ଦ ବିଶିଷ୍ଟ ଅନେକ ପ୍ରକାର ଶବ୍ଦ ଭାଷାରେ ଅଛି ସେଥିମଧ୍ୟରୁ କେତେଗୁଡ଼ିଏ ଅତି ପ୍ରଚଳିତ ଶବ୍ଦ ଯଥା: ଶିରଃ ସ୍ନାନ (ମୁଣ୍ଡଧୋଇ ଗାଧୋଅଇବା); (ସ୍ତ୍ରୀମାନଙ୍କର) ଋତୁସ୍ନାନ ବା ଶୁଦ୍ଧସ୍ନାନ; ପ୍ରାତଃସ୍ନାନ; ତୀର୍ଥସ୍ନାନ; ଦେବ ସ୍ନାନ (ଜ୍ୟେଷ୍ଠ ପୂର୍ଣ୍ଣିମାରେ ବିଷ୍ଣୁ ପ୍ରତିମାଙ୍କ ସ୍ନାନବିଧି), ମନ୍ତ୍ର ସ୍ନାନ, ଗଙ୍ଗାସ୍ନାନ, ରକ୍ତସ୍ନାନ, ମୋକ୍ଷସ୍ନାନ (ସୂର୍ଯ୍ୟ ବା ଚନ୍ଦ୍ରଙ୍କର ଗ୍ରହଣରୁ ମୁକ୍ତ ହେବା ପରେ ହିନ୍ଦୁମାନଙ୍କର ସ୍ନାନ), ଗ୍ରସ୍ତ ସ୍ନାନ ବା ଗ୍ରହଣସ୍ନାନ (ସୂର୍ଯ୍ୟ ବା ଚନ୍ଦ୍ର ଗ୍ରହଣ ଲାଗିବା ବେଳେ ହିନ୍ଦୁଙ୍କର ସ୍ନାନ), ପ୍ରେତସ୍ନାନ (ମୃତ ବ୍ୟକ୍ତିଙ୍କ ପ୍ରେତ ଉଦ୍ଦେଶ୍ୟରେ କରାଯିବା ସ୍ନାନ), ନିତ୍ୟସ୍ନାନ, ନୈମିତ୍ତିକ ସ୍ନାନ (କୌଣସି ବିଶେଷ ନିମିତ୍ତ ଉପଲକ୍ଷରେ (ଯଥା: ଗ୍ରହଣ ସମୟରେ କୌଣସି କୁଟୁମ୍ବ ମୃତ ହେଲେ) କରାଯିବା ସ୍ନାନ, କାକସ୍ନାନ ମହାସ୍ନାନ, (ଦେବପ୍ରତିମାଙ୍କର ସ୍ନାନ, ଦେବ ମନ୍ଦିରରେ କୌଣସି ଅଶୁଭଜନକ ଘଟନା ଘଟିଲେ, ଯଥା: ଅସ୍ପୃଶ୍ୟ ବ୍ୟକ୍ତି ଦେବତାଙ୍କୁ ଛୁଇଁ ଦେଲେ, ମନ୍ଦିର ମଧ୍ୟରେ କେହି ଝାଡ଼ା ଫେରି ପକାଇଲେ ବା ପ୍ରସାବ କଲେ, ଦେବତାଙ୍କୁ ଗାଧୋଇଦେବାରୂପ କର୍ମ), କର୍ମସ୍ନାନ (ପ୍ରାଯଶ୍ଚିତ୍ତ, ଅଭିଷେକ, ଉପନଯନ, କର୍ଣ୍ଣବେଧ ଇତ୍ୟାଦି କାମ୍ୟ କର୍ମ ଉପଲକ୍ଷରେ ସ୍ନାନ), ସମୁଦ୍ର ସ୍ନାନ ବା ସାଗର ସ୍ନାନ, ନଦୀସ୍ନାନ, ଅଶୌଚସ୍ନାନ, ସଦ୍ୟଃସ୍ନାନ, ମକରସ୍ନାନ ବା ମାଘସ୍ନାନ, କାର୍ତ୍ତିକସ୍ନାନ, ବାରୁଣୀ ସ୍ନାନ, ପ୍ରୟାଗସ୍ନାନ, ତ୍ରିବେଣୀ ସ୍ନାନ । ସ୍ନାନ ସାତ ପ୍ରକାର, ଯଥା:
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ବାଳୀ ହିନ୍ଦୁ ପୁରାଣ ରାମାୟଣର ଏକ ଚରିତ୍ର । ସେ ସୁଗ୍ରୀବଙ୍କର ବଡ଼ ଭାଇ, ତାରାଙ୍କ ପତି ତଥା କିଷ୍କିନ୍ଧ୍ୟାର ରାଜା ଥିଲେ । ପୌରାଣିକ ତଥ୍ୟ ଅନୁସାରେ ତାଙ୍କୁ ଇନ୍ଦ୍ରଙ୍କ ପୁତ୍ର କୁହାଯାଏ । ତେବେ ତାଙ୍କର ମାଙ୍କଡ଼ର ରୂପ ଥିଲା । ଭଗବାନ ବିଷ୍ଣୁଙ୍କ ଅବତାର ରାମ ରୂପରେ ତାଙ୍କୁ ହତ୍ୟା କରିଥିଲେ । ଯଦିଓ ରାମାୟଣର କେବଳ କିଷ୍କିନ୍ଧ୍ୟା କାଣ୍ଡରେ ତାଙ୍କର ବିସ୍ତୃତ ବର୍ଣ୍ନନା ଦେଖିବାକୁ ମିଳେ, ରାମାୟଣରେ ବାଳୀଙ୍କର ବିଶେଷ ଭୂମିକା ରହିଛି ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓପିକାପୋନ (ଇଂରାଜୀ ଭାଷାରେ Opicapone), ଓଙ୍ଗିକାଣ୍ଟସ୍ ଏହାର ଏକ ବିକ୍ରୟ ନାମ, ଏକ ଔଷଧ ଯାହା ପାର୍କିନ୍ସନ୍ ରୋଗ ପାଇଁ ଲେଭୋଡୋପା/କାର୍ବିଡୋପା ସହିତ ବ୍ୟବହୃତ ହୁଏ । ନିର୍ଦ୍ଦିଷ୍ଟ ଭାବରେ ଏହା ଲେଭୋଡୋପର ପୁର୍ବବର୍ତ୍ତୀ ମାତ୍ରା ଦେବା ପୂର୍ବରୁ ଚଳପ୍ରଚଳ (motor function) କାର୍ଯ୍ୟରେ ଅସ୍ଥିରତାର ପରିବର୍ତ୍ତନ ପାଇଁ ବ୍ୟବହୃତ ହୁଏ । ଉପକାରଗୁଡ଼ିକ ଏଣ୍ଟାକାପୋନ ସହିତ ସମାନ । ଏହା ପାଟିରେ ଦିଆଯାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଚଣ୍ଡେଶ୍ୱରୀ ହିନ୍ଦୁମାନଙ୍କର କୁମାରୀ ଦେବୀ (Kumari) ଗ୍ରହଣ କରିଥିବା ଏକ ଅବତାର । ସ୍କନ୍ଧ ପୁରାଣରେ ଥିବା ନେପାଲ ମାହାତ୍ମ୍ୟରେ ଚଣ୍ଡେଶ୍ୱରୀ ଠାକୁରାଣୀଙ୍କ ବିଷୟରେ ଏକ କାହାଣୀ ଲେଖାଅଛି । ଚଣ୍ଡେଶ୍ୱରୀ ହିନ୍ଦୁମାନଙ୍କର କୁମାରୀ ଦେବୀଙ୍କର (Kumari) ଏକ ଅବତାର । ସ୍କନ୍ଧ ପୁରାଣରେ ଥିବା ନେପାଲ ମାହାତ୍ମ୍ୟରେ ଚଣ୍ଡେଶ୍ୱରୀ ଠାକୁରାଣୀଙ୍କ ବିଷୟରେ ଏକ କାହାଣୀ ଲେଖାଅଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ୱସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ୱପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ୱତୀ ନଦୀ ଦ୍ୱୟ ମଧ୍ୟରେ ହୋଇଥିଲା।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଏବଂ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ପ୍ରକ୍ରିୟାକରଣ କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର ( RAM memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ତର୍କ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ସାପକାମୁଡ଼ା ଏକ ଆଘାତର ନାମ ଯାହା ସାପ କାମୁଡ଼ିବା ଯୋଗୁ ହୁଏ । ସାପର ଦୁଇ ଦାନ୍ତର କାମୁଡ଼ା ଯୋଗୁ ଏହି କ୍ଷୁଦ୍ର ଗର୍ତ୍ତ ଆଘାତ ହୁଏ । ଅନେକ ସମୟରେ ଏହି କାମୁଡ଼ିବା ଯୋଗୁ ବିଷାକ୍ତ ଇଞ୍ଜେକସନ ଦାନ୍ତଦ୍ୱାରା ଦେହକୁ ଯାଏ । କାମୁଡ଼ା ସ୍ଥାନ ଲାଲ ଦେଖାଯାଏ, ଫୁଲିଯାଏ ଓ ଅସହ୍ୟ ଯନ୍ତ୍ରଣା ହୁଏ ଓ ଏହି ସବୁ ଲକ୍ଷଣ ବାହାରିବା ନିମନ୍ତେ ଏକ ଘଣ୍ଟା ଲାଗିପାରେ । ଏହା ଫଳରେ ବାନ୍ତି, ଦୃଷ୍ଟିଶକ୍ତି ହ୍ରାସ, ଅବୟବରେ ଝିମଝିମ ଅନୁଭବ ହୁଏ । ଅଧିକାଂଶ କାମୁଡ଼ା ଉପର ଅବୟବର ହାତ ବା ବାହୁରେ ଦେଖାଯାଏ । କାମୁଡ଼ା ପରେ ଭୟ ଜାତ ହୁଏ, ଦୃତ ହୃତ୍ ସ୍ପନ୍ଦନ ଓ ମୂର୍ଚ୍ଛାଳିଆ ଅନୁଭବ ହୁଏ । ସାପବିଷ ବା ଭେନମ ଯୋଗୁ ରକ୍ତସ୍ରାବ, ବୃକ୍କ ଫେଲ, ଅତ୍ୟଧିକ ଆଲର୍ଜି, ତନ୍ତୁମୃତ୍ୟୁ ହୁଏ ଓ ଶ୍ୱାସକ୍ରିୟା ପ୍ରଭାବିତ ହୁଏ । ସାପକାମୁଡ଼ା ଫଳରେ ଅବୟବ ହାନୀ ବା ଅନ୍ୟ କ୍ରନିକ ଅସୁବିଧା ହୋଇପାରେ । କାମୁଡ଼ାର ଫଳାଫଳ ସାପର ପ୍ରକାର, କାମୁଡ଼ା ସ୍ଥାନ, ବିଷର ପରିମାଣ ଓ ରୋଗୀର ସ୍ୱାସ୍ଥ୍ୟାବସ୍ଥା ଉପରେ ନିର୍ଭର କରେ । ବଡ଼ ମଣିଷଙ୍କ ଅପେକ୍ଷା ପିଲାଙ୍କର ଅଧିକ କ୍ଷତି ହୁଏ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଅଠରନଳା ହେଉଛି ଓଡ଼ିଶା ପୁରୀଜିଲ୍ଲାରେ ୧୩୦୦ ମସିହାରେ ସ୍ଥାପିତ ହୋଇଥିବା ଏକ ପ୍ରାଚୀନ ପୋଲ ତଥା ଏକ ଐତିହାସିକ ସ୍ଥଳୀ । ଅଠରନଳା ପାର ହେଲା ପରେ ଜଗନ୍ନାଥ ମନ୍ଦିର ବା ଶ୍ରୀମନ୍ଦିର ଦେଖାଯାଏ । ବସ ଯୋଗେ ପୁରୀକୁ ଯିବାବେଳେ ବାଟରେ ଅଠରନଳା ପଡ଼ିଥାଏ । ଏହି ଅଠରନଳା ବନ୍ଧର ଦୈର୍ଘ୍ୟ ୨୯୦ ଫୁଟ । ଅଠର ନଳା ପହଞ୍ଚିଗଲେ ଶ୍ରଦ୍ଧାଳୁ ତଥା ଯାତ୍ରୀମାନେ ଶ୍ରୀକ୍ଷେତ୍ରର ଖୁବ ନିକଟତର ହୋଇଗଲେ ବୋଲି ଭାବିଥାନ୍ତି । ଅଠର ନଳାଠାରୁ ଶ୍ରୀମନ୍ଦିରର ନୀଳଚକ୍ର ଓ ଦଧିନଉତି ଦୃଶ୍ୟମାନ ହୁଏ ।
ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।