ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଇବୋଲା ଭୂତାଣୁ ରୋଗ (English: Ebola virus disease ବା EVD କିମ୍ବା Ebola hemorrhagic fever ବା EHF) ମଣିଷ ଦେହରେ ହେଉଥିବା ଏକ ରୋଗ ଯାହା ଇବୋଲା ଭୂତାଣୁ ଦ୍ୱାରା ହୁଏ । ଭୂତାଣୁ ସଂସ୍ପର୍ଶରେ ଆସିବାର ୨ ଦିନଠାରୁ ୩ ସପ୍ତାହ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଜ୍ୱର, ତଣ୍ଟି ଘାଆ, ମାଂସ ପେଶୀ ଯନ୍ତ୍ରଣା, ଓ ମୁଣ୍ଡ ବ୍ୟଥା ଏହାର ମୂଖ୍ୟ ଲକ୍ଷଣ । ଏହା ପରେ ପରେ ଓକାଳ, ବାନ୍ତି, ଡାଇରିଆ ବା ତରଳ ଝାଡା ହୁଏ ଓ ଏହା ସହ ଯକୃତ ଓ ବୃକକ ଦ୍ୱୟର କାର୍ଯ୍ୟ କ୍ଷମତା କମିଯାଏ । ଏହି ସମୟରେ ଦେହ ଭିତରେ ଓ ବାହାରେ ରକ୍ତ ସ୍ରାବ ମଧ୍ୟ ଆରମ୍ଭ ହୁଏ ।. ସଂକ୍ରମିତ ପଶୁମାନଙ୍କ (ମାଙ୍କଡ କିମ୍ବା ଫୃଟ ବ୍ୟାଟ/ fruit bat ) ରକ୍ତ ବା ଦେହର ତରଳ ପଦାର୍ଥର ସଂସ୍ପର୍ଶରେ ଆସିଲେ ଏହି ଜୀବାଣୁ ସୁସ୍ଥ ଲୋକ ଦେହକୁ ଯାଏ । ବାୟୁ ମାଧ୍ୟମକୁ କିନ୍ତୁ ଏହାର ବିସ୍ତାରର ପ୍ରମାଣ ମିଳି ନାହିଁ ।. । ଫୃଟ ବ୍ୟାଟଦ୍ୱାରା (fruit bat) ଏହି ଜୀବାଣୁ ବ୍ୟାପିଲେ ମଧ୍ୟ ତାହାକୁ ରୋଗ ହୁଏ ନାହିଁ । ସଂକ୍ରମିତ ମଣିଷଠାରୁ ଅନ୍ୟ ମଣିଷ ସଂକ୍ରମିତ ହୁଏ । ବୀର୍ଯ୍ୟ ମାଧ୍ୟମରେ ପୁରୁଷ ଦୁଇ ମାସ ପର୍ଯ୍ୟନ୍ତ ଏହି ରୋଗ ସଂକ୍ରମିତ କରି ପାରିବ । ଏହି ରୋଗ ନିର୍ଣ୍ଣୟ ନିମନ୍ତେ ପ୍ରଥମେ ମ୍ୟାଲେରିଆ, କଲେରା ଓ ଅନ୍ୟାନ୍ୟ ଭୂତାଣୁ ରକ୍ତସ୍ରାବୀ ରୋଗ ନ ଥିବା ସ୍ଥିର କରିବାକୁ ହୁଏ । ରୋଗ ନିର୍ଣ୍ଣୟ ନିମନ୍ତେ ଭୂତାଣୁ ଆଣ୍ଟିବଡି, ଭୂତାଣୁ ଆର.ଏନ.ଏ.
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ବିଦୁସ୍ମିତା ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ସେ ଓଡ଼ିଆ ଆଲବମ ଜଗତରେ ପ୍ରଥମେ ପ୍ରବେଶ କରିଥିଲେ । ଏହାପରେ ସେ ଓଡ଼ିଆ ଧାରାବାହିକ ଏବଂ କଥାଚିତ୍ରରେ ଅଭିନୟ କରିଥିଲେ । ବଧୂ ନୁହେଁ ମୁଁ ବନ୍ଧୁ ଚଳଚ୍ଚିତ୍ରରେ ସେ ନାୟିକା ଭାବରେ ଅଭିନୟ କରିଥିଲେ । ସାର୍ଥକ ଟିଭିରେ ପ୍ରସାରିତ ଧାରାବାହିକ ପରୀରେ ସେ ଅଭିନୟ କରିଥିଲେ । ସେ ଓଡ଼ିଆ କଥାଚିତ୍ରରେ ଆଇଟମ ନୃତ୍ୟ ପାଇଁ ଅଧିକ ପରିଚିତ । ଚକ୍ଲେଟ୍ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ଆଇଟମ୍ ନୃତ୍ୟ କରିଥିଲେ ।
କୋଣାର୍କ ଓଡ଼ିଶାର ପୁରୀ ଜିଲ୍ଲାରେ ଅବସ୍ଥିତ ଏକ ଛୋଟ ସହର । ଏଠାରେ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ସ୍ଥାପିତ ସୂର୍ଯ୍ୟ ମନ୍ଦିର ଅବସ୍ଥିତ । ପୁରୀ ସହରଠାରୁ ୩୨ କି.ମି. ଦୂରତାରେ ବଙ୍ଗୋପସାଗର କୂଳରେ ଅବସ୍ଥିତ । ଏହା ସ୍ୱର୍ଣ୍ଣ ତ୍ରିଭୁଜର ଗୋଟିଏ ସୀମାରେ ଅବସ୍ଥିତ । ଏହା ବ୍ଲାକ ପାଗୋଡା ନାମରେ ମଧ୍ୟ ବିଶ୍ୱ ବିଖ୍ୟାତ । କୋଣାର୍କ ଅର୍କକ୍ଷେତ୍ର, ପଦ୍ମକ୍ଷେତ୍ର ନାମରେ ପୁରାଣ ପ୍ରସିଦ୍ଧ । ଏହା ମୈତ୍ରେୟ ବନ ଭାବେ ମଧ୍ୟ ପରିଚିତ ଥିଲା| ଏହି ସ୍ଥାନ ଭୁବନେଶ୍ୱରଠାରୁ ୬୫ କି.ମି.
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସଞ୍ଚୟ ଖାତା ହେଉଛି ଏକ ଖୁଚୁରା ବ୍ୟାଙ୍କର (retail bank) ଏକ ବ୍ୟାଙ୍କ ଆକାଉଣ୍ଟ । ସୀମିତ ସଂଖ୍ୟକ ଉଠାଣ, ଲିଙ୍କ୍ ହୋଇଥିବା ଡେବିଟ୍ କାର୍ଡ ସୁବିଧା, ସୀମିତ ସଂଖ୍ୟକ ଅର୍ଥ ବିନିମୟ ବିକଳ୍ପ ଏବଂ ଅତ୍ୟଧିକ ଟଙ୍କା ଉଠାଇବାରେ ଅସମର୍ଥତା ଏହି ଖାତାର ସାଧାରଣ ବୈଶିଷ୍ଟ୍ୟ ଅନ୍ତର୍ଭୁକ୍ତ । ପାରମ୍ପରିକ ଭାବରେ, ସଞ୍ଚୟ ଆକାଉଣ୍ଟରେ କାରବାର ଏକ ପାସବୁକରେ ବ୍ୟାପକ ଭାବରେ ରେକର୍ଡ କରାଯାଉଥିଲା, ଏବଂ ବେଳେବେଳେ ପାସବୁକ ସଞ୍ଚୟ ଆକାଉଣ୍ଟକୁ କୁହାଯାଏ ଏବଂ ବ୍ୟାଙ୍କ ବିବରଣୀ ପ୍ରଦାନ କରାଯାଉନଥିଲା; ତଥାପି, ସମ୍ପ୍ରତି ଏଭଳି କାରବାର ସାଧାରଣତଃ ଇଲେକ୍ଟ୍ରୋନିକ ଏବଂ ଅନଲାଇନରେ ଉପଲବ୍ଧ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ୱାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସମ୍ବଲପୁର ଜିଲ୍ଲାରମାନେଶ୍ୱର ବ୍ଳକ ଅନ୍ତର୍ଗତ ହୁମା ଗାଁର ଶେଷମୁଣ୍ଡରେ ବହିଯାଉଥିବା ମହାନଦୀ କୂଳରେ ବାବା ବିମଳେଶ୍ୱର ପୂଜା ପାଇ ଆସୁଛନ୍ତି । ଏହି ମନ୍ଦିର ଭୁପୃଷ୍ଠ ଆଡ଼କୁ ଢଳି ରହିଥିବାରୁ ଏହା ବକ୍ର ଦେଉଳ ଭାବେ ପରିଚିତ । ମନ୍ଦିରକୁ ଲାଗିରହିଥିବା ନଦୀଘାଟରେ ଦେଖାଯାଉଥିବା ଈଷତ୍ ଲାଲ ରଙ୍ଗର କୁଡ଼ୋ ମାଛ ହୁମାର ଅନ୍ୟତମ ଆକର୍ଷଣ । ସେମାନେ ପୋଷାମାଛ ପରି । ଏଠାରେ ଭଗବାନ ବିଷ୍ଣୁ ମୀନ ଅବତାରରେ ଅଛନ୍ତି ବୋଲି ବିଶ୍ୱାସ କରାଯାଏ । ଥରେ ଜଣେ ବୃଦ୍ଧ ଏହି ସ୍ଥାନର ଗୋଟିଏ କୁଡ଼ୋ ମାଛକୁ ପନିକିରେ କାଟିବା ଉଦ୍ୟମ କରନ୍ତେ ନିଜେ ପଥର ପାଲଟି ଯାଇଥିବା ପ୍ରବାଦ ଅଛି ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ଭାରତୀୟ ଜନତା ପାର୍ଟି (ବିଜେପି) ଭାରତର ଶାସକ ରାଜନୈତିକ ଦଳ । ଏହା ଭାରତୀୟ ଜାତୀୟ କଂଗ୍ରେସ ସହିତ ଭାରତର ଦୁଇଟି ପ୍ରମୁଖ ରାଜନୈତିକ ଦଳ ମଧ୍ୟରୁ ଅନ୍ୟତମ । ୨୦୧୯ ସୁଦ୍ଧା ଏହା ଜାତୀୟ ସଂସଦ ତଥା ରାଜ୍ୟସଭାରେ ପ୍ରତିନିଧିତ୍ୱ ଦୃଷ୍ଟିରୁ ଦେଶର ସର୍ବବୃହତ ରାଜନୈତିକ ଦଳ ଏବଂ ପ୍ରାଥମିକ ସଦସ୍ୟତା ଦୃଷ୍ଟିରୁ ଏହା ବିଶ୍ୱର ସର୍ବବୃହତ ଦଳ । ବିଜେପି ଏକ ଦକ୍ଷିଣପନ୍ଥୀ ଦଳ ଏବଂ ଏହାର ନୀତି ଐତିହାସିକ ଭାବରେ ହିନ୍ଦୁ ଜାତୀୟତାବାଦୀ ସ୍ଥିତିକୁ ପ୍ରତିଫଳିତ କରିଛି । ଏହାଠାରୁ ବେଶୀ ପୁରୁଣା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ) ସହିତ ଏହାର ଘନିଷ୍ଠ ଆଦର୍ଶ ଏବଂ ସାଂଗଠନିକ ସମ୍ବନ୍ଧ ରହିଛି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
ଆତ୍ମହତ୍ୟାର ଏହାର ଅର୍ଥ ସ୍ୱେଚ୍ଛାରେ ନିଜକୁ ହତ୍ୟା କରିବା ଓ ଏହାକୁ ସୁଇସାଇଡ (ଇଂରାଜୀ ଭାଷାରେ suicide) ମଧ୍ୟ କୁହାଯାଏ ।. ଏହାର ସଙ୍କଟ ଜନକ ଅବସ୍ଥାମାନଙ୍କ ନାମ ମାନସିକ ବେମାରୀ ଅବସାଦ, ସିଜୋଫ୍ରେନିଆ, ମଦ୍ୟାତ୍ୟୟ, ନିଶା ଦ୍ରବ୍ୟ ସେବନ, ବାଇପୋଲାର ଡିଜଅଡର ଇତ୍ୟାଦି । ଅନ୍ୟ କାରକମାନଙ୍କ ନାମ ଚାପ ଜନିତ ଆବେଗ ଯାହା ଅର୍ଥନୈତିକ ସମସ୍ୟା, ସମ୍ପର୍କ ସମସ୍ୟା ବା ଭୟ । ପୂର୍ବରୁ ଆତ୍ମହତ୍ୟା ଚେଷ୍ଟା ଥିଲେ ଭବିଷ୍ୟତ ସଙ୍କଟ ଅଧିକ ରହେ । ବର୍ଡର ଲାଇନ ପର୍ସନାଲିଟି ଡିଜ୍ଅର୍ଡର ଓ ମ୍ୟାନିକ୍ ଡିପ୍ରେସନ ଯୋଗୁ ହତାଶା ହୁଏ ଓ ଏହାଦ୍ୱାରା ଆତ୍ମହତ୍ୟା ହୁଏ । ଆତ୍ମହତ୍ୟା ପ୍ରତିରୋଧ ନିମନ୍ତେ ଆଗ୍ନେୟାସ୍ତ୍ର ଓ ବିଷ ଅପହଞ୍ଚ, ମାନସିକ ବେମାରୀର ଚିକିତ୍ସା, ଡ୍ରଗ ଅପବ୍ୟବହାର, ଅର୍ଥନୀତିରେ ସୁଧାର ଓ ମିଡିଆ ରିପୋର୍ଟ ଅତି ଆବଶ୍ୟକ । ସାଧାରଣତଃ କ୍ରାଇସିସ୍ ହଟ୍ ଲାଇନ (ଫୋନ୍ ଯୋଗେ ପରାମର୍ଶ) ବ୍ୟବହାର କରାଯାଉଥିଲେ ମଧ୍ୟ ଏହାର କାର୍ଯ୍ୟକାରୀତା ବିଷୟରେ ପ୍ରମାଣ ବିଶେଷ ନାହିଁ । ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପ୍ରକାର ଆତ୍ମହତ୍ୟା ଦେଖାଯାଏ । ସାଧାରଣତଃ ବେକ ଝୁଲେଇବା (Hanging), ପୋକମରା ଔଷଧ ସେବନ ଓ ଆଗ୍ନେୟାସ୍ତ୍ରଦ୍ୱାରା ଏହା ସମ୍ଭବ ହୁଏ । ପ୍ରତିବର୍ଷ ପ୍ରାୟ ୮୦୦,୦୦୦ରୁ ଏକ ନିୟୁତ ଲୋକ ଏହି ଭାବରେ ମରନ୍ତି ଓ ଏହା ପୃଥିବୀରେ ମୃତ୍ୟୁର ଦଶମ କାରଣ ରୂପେ ପରିଚିତ । ପୁରୁଷ ଆତ୍ମହତ୍ୟା ସଂଖ୍ୟା ମହିଳାଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ । ସନ ୧୯୯୦ରେ ୭୧୨,୦୦୦ ଆତ୍ମହତ୍ୟା ମୃତ୍ୟୁ ହୋଇଥବା ବେଳେ ୨୦୧୩ରେ ୮୪୨,୦୦୦ ମୃତ୍ୟୁ ହୋଇଥିଲା । ୧୦ରୁ ୨୦ ନିୟୁତ ଆତ୍ମଘାତୀ ଚେଷ୍ଟା ପ୍ରତି ବର୍ଷ ହୁଏ ଯାହା ଫଳପ୍ରଦ ହୋଇପାରି ନ ଥାଏ । ଯୁବକମାନେ ମହିଳାମାନଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ ଆତ୍ମହତ୍ୟା ଚେଷ୍ଟା କରନ୍ତି । ଅଣ-ମାରାତ୍ମକ ଆତ୍ମହତ୍ୟା ପ୍ରଚେଷ୍ଟଦ୍ୱାରା ଆଘାତ ଓ ଦୀର୍ଘସ୍ଥାୟୀ ଅକ୍ଷମତା ଦେଖାଯାଏ । ୧୫-୨୯ ବର୍ଷ ବୟସ୍କଙ୍କ ମଧ୍ୟରେ ଆତ୍ମହତ୍ୟା ହିଁ ମୃତ୍ୟୁର ଦ୍ୱିତୀୟ ବଡ଼ କାରଣ ବୋଲି ମଙ୍ଗଳବାର, ୧୧ ସେପ୍ଟେମ୍ବର ୨୦୧୮ ମିଳିତ ଜାତିସଂଘ ନିଜର ଏକ ରିପୋର୍ଟରେ ଉଲ୍ଲେଖ କରିଥିଲା। ଲାନ୍ସେଟ୍ ପବ୍ଲିକ୍ ହେଲ୍ଥ ଜର୍ନାଲ୍ରେ ‘ଦି ଗ୍ଲୋବାଲ୍ ବର୍ଡନ୍ ଅଫ୍ ଡିଜିଜ୍ ଷ୍ଟଡିଜ୍ ୧୯୯୦-୨୦୧୬’ ଶୀଷର୍କରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ, ବିଶ୍ୱବ୍ୟାପୀ ଘଟୁଥିବା ଆତ୍ମହତ୍ୟାର ୩୭% ପୁରୁଷ କେବଳ ଭାରତୀୟ ଏବଂ ୨୪% ମହିଳା ଚରମ ପଦକ୍ଷେପ ନେଇଥାନ୍ତି । ୧୫-୩୯ ବର୍ଷ ବୟସ୍କଙ୍କ ଆତ୍ମହତ୍ୟାରେ ଭାରତ ବିଶ୍ୱସ୍ତରରେ ତୃତୀୟ । ୧୯୯୦ରୁ ୨୦୧୬ ମଧ୍ୟରେ ଦେଶରେ ଆତ୍ମହତ୍ୟା ଜନିତ ମୃତ୍ୟୁସଂଖ୍ୟା ୪୦% ବଢ଼ିଛି । କେବଳ ୨୦୧୬ରେ ଭାରତରେ ୨,୩୦,୩୧୪ ଲୋକ ଆତ୍ମହତ୍ୟା କରିଛନ୍ତି । କର୍ନାଟକ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ ଏବଂ ତ୍ରିପୁରାରେ ଉଭୟ ପୁରୁଷ ଏବଂ ମହିଳାଙ୍କ କ୍ଷେତ୍ରରେ ଆତ୍ମହତ୍ୟା ହାର ସବୁଠାରୁ ଅଧିକ । କେରଳ, ଛତିଶଗଡ଼ରେ ଅଧିକ ପୁରୁଷ ଆମହତ୍ୟା କରିଥାନ୍ତି । ଭାରତରେ ପ୍ରତି ୧ଲକ୍ଷରେ ୧୫% ମହିଳା ଆତ୍ମହତ୍ୟା କରିଥାନ୍ତି। କେତେକ ଚିନ୍ତାଧାରା ଆତ୍ମହତ୍ୟା ପ୍ରରୋଚନା କରେ ଯଥା: ସମ୍ମାନ (Honour), ଧର୍ମ ଓ ଜୀବନର ମୂଲ୍ୟବୋଧ । ଆବ୍ରାହମ ଧର୍ମ ଅନୁଯାୟୀ ଜୀବନ ପବିତ୍ର, ତେଣୁ ଏହାକୁ ତ୍ୟାଗ କରିବା ପ୍ରଭୁଙ୍କ ପ୍ରତି ଅପରାଧ କରିବା ସଙ୍ଗେ ସମାନ । ଜାପାନର ସମୁରାଇ ଯୁଗରେ ଏହା (ସେପୁକୁ ବା ଆତ୍ମହତ୍ୟା) ଭୁଲର ପ୍ରାୟଶ୍ଚିତ କିମ୍ବା ପ୍ରତିବାଦ ରୁପେ ଗଣା ହେଉଥିଲା ।. ଆଇନ ବହିର୍ଭୂତ ସତୀ ଦାହ ପ୍ରଥାରେ ବିଧବାମାନେ ସ୍ୱଇଛାରେ ବା ପରିବାରର ପ୍ରରୋଚନାରେ ନିଜକୁ ଚିତାରେ ବିସର୍ଜନ କରୁଥିଲେ ।ପଶ୍ଚିମ ଦେଶମାନଙ୍କରେ ଆଗେ ଆତ୍ମହତ୍ୟା ଚେଷ୍ଟା ଦଣ୍ଡନୀୟ ଅପରାଧ ଥିଲା କିନ୍ତୁ ଏବେ ଅଧିକାଂଶ ଦେଶରେ ତାହା ନାହିଁ ।.
ଗୋପାଳବଲ୍ଲଭ ଦାସ (୨୩ ଡିସେମ୍ବର ୧୮୬୦ - ୧୯୧୪) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଏବଂ ବ୍ରିଟିଶ ଶାସନ ସମୟରେ ଓଡ଼ିଶା କମିଶନରଙ୍କର ସହାୟକ, ଡେପୁଟି ମାଜିଷ୍ଟେଟ ଓ ଗଡ଼ଜାତ ସମୂହର ସହାୟକ ସୁପୁରିଣ୍ଟେଣ୍ଡେଣ୍ଟ ଥିଲେ । ସେ ପ୍ରଧାନତଃ ଓଡ଼ିଆ ଉପନ୍ୟାସ, କବିତା ଓ ଅନୁବାଦ ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚିତ ଉପନ୍ୟାସ ଭୀମା ଭୂଇଁଆ ଥିଲା ଓଡ଼ିଆରେ ଲିଖିତ ପ୍ରଥମ ଜନଜାତି ଉପନ୍ୟାସ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ାହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ରାଜ୍ୟସଭା, ଯାହାକୁ 'ରାଜ୍ୟ ପରିଷଦ' ବୋଲି ମଧ୍ୟ କୁହାଯାଏ, ଏହା ଭାରତୀୟ ସଂସଦର ଉପରିସ୍ଥ ସଦନ ଏବଂ ଲୋକସଭା ହେଉଛି ଏହାର ନିମ୍ନ ସଦନ। ରାଜ୍ୟସଭା ଭାରତର ସାଂଘୀୟ ବ୍ୟବସ୍ଥାର ବିଭିନ୍ନ ଏକକ ଯଥା – ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ପ୍ରତିନିଧିତ୍ୱ କରେ। ଯେଉଁଠାରେ ଲୋକସଭା ସଦସ୍ୟମାନେ ଜନସାଧାରଣଙ୍କ ଦ୍ୱାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ ହୁଅନ୍ତି, ରାଜ୍ୟସଭା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବିଧାନ ସଭା ସଦସ୍ୟମାନଙ୍କ ଦ୍ୱାରା ନିର୍ବାଚିତ ସଦସ୍ୟମାନଙ୍କୁ ନେଇ ଗଠିତ ହୋଇଥାଏ, ଯାହା ଜାତୀୟ ଆଇନ ପ୍ରଣୟନ କ୍ଷେତ୍ରରେ ରାଜ୍ୟଗୁଡ଼ିକୁ ଏକ ଆନୁଷ୍ଠାନିକ ଭୂମିକା ପ୍ରଦାନ କରିଥାଏ। ଲୋକସଭା ପରି ଏହା ଏକ ଅସ୍ଥାୟୀ ସଦନ ନୁହେଁ, ବରଂ ଏହା ଏକ ସ୍ଥାୟୀ ସଂସ୍ଥା ଏବଂ ଏହାକୁ କେବେହେଲେ ଭଙ୍ଗ କରାଯାଇପାରିବ ନାହିଁ।
ମେମ୍ସାହାବ୍ ୨୦୨୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ କାଳୀପ୍ରସାଦ ମିଶ୍ର । ଅମିତ କୁମାର ଦାଶ ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ବିଶ୍ୱଭୂଷଣ ମହାପାତ୍ର ଓ କାଳୀପ୍ରସାଦ ମିଶ୍ର । ସଙ୍ଗୀତକାର ଅଭିଜିତ ତ୍ରିପାଠୀ ଓ ବନି ମହାନ୍ତି ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ସ୍ନିଗ୍ଧା ମହାନ୍ତି ଜଣେ ଜଣାଶୁଣା ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅନେକ ଓଡ଼ିଆ ଓ ବଙ୍ଗଳା ସିନେମାରେ କାମ କରିଛନ୍ତି । ୧୯୮୮ ଜାନୁଆରୀରେ ମୁକ୍ତିଲାଭ କରିଥିଲା ଚଳଚ୍ଚିତ୍ର ଲାଲ୍ପାନ ବିବି ନବାଗତା ଅଭିନେତ୍ରୀଭାବେ ମହାନ୍ତି ଅଭିନୟ ଆରମ୍ଭ କରିଥିଲେ । ସେ ନାୟିକା, ସହ-ନାୟିକା, ନକାରାତ୍ମକ ଭୂମିକାରେ ଏବଂ ଟେଲିଭିଜନ ଧାରାବାହିକମାନଙ୍କରେ ପ୍ରମୁଖ ଭୂମିକାରେ ମଧ୍ୟ ଅଭିନେତ୍ରୀ ଭାବେ ଅଭିନୟ କରିଛନ୍ତି । ସେ ପଚାଶରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ତରଙ୍ଗ ଟିଭିରେ ପ୍ରସାରିତ "ସ୍ୱାଭିମାନ" ଓ "ଅମ୍ବିକାଖୁଡ଼ୀଙ୍କ ହାଣ୍ଡିଶାଳ" ତାଙ୍କ ଅଭିନୀତ ଦୁଇଟି ଲୋକପ୍ରିୟ ଧାରାବାହିକ କାର୍ଯ୍ୟକ୍ରମ । ସେ ଭାରତୀୟ ଡାକ ବିଭାଗରେ କାର୍ଯ୍ୟ କରନ୍ତି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ନଟରାଜ ବେହେରା (ଜନ୍ମ: ୨୮ ମଇ ୧୯୮୮) ଓଡ଼ିଶା ରଣଜୀ ଦଳର ପୂର୍ବତନ ଅଧିନାୟକ ଅଟନ୍ତି । ସେ ଡାହାଣହାତୀ ବ୍ୟଟ୍ସମ୍ୟାନ ଅଟନ୍ତି । ୨୦୦୭ ମସିହାରୁ ସେ ଓଡ଼ିଶା ରଣଜୀ ଦଳରେ ସ୍ଥାନ ପାଇଥିଲେ ମଧ୍ୟ, ନିଜ ପ୍ରଥମ ମ୍ୟାଚ ଖେଳିଥିଲେ ୨୦୦୮ ମସିହାରେ ଗୁଜରାଟ ବିପକ୍ଷରେ । ତାଙ୍କ ନେତୃତ୍ୱ ବଳରେ ପୂର୍ବ ଜୋନ ୨୦୧୧-୨୦୧୨ରେ ମଧ୍ୟ ଜୋନକୁ ହରାଇ ଦୁଲିପ ଟ୍ରଫି ଜିତିଥିଲା । ପର ବର୍ଷ ମଧ୍ୟ ପୂର୍ବ ଜୋନ,ପଶ୍ଚିମ ଜୋନକୁ ହରାଇ ଦ୍ୱିତୀୟ ଥର ପାଇଁ ଦୁଲିପ ଟ୍ରଫି ହାତେଇ ପାରିଥିଲା । ସେ ୨୦୦୯ରେ କଲିକତା ନାଇଟ ରାଇଡ଼ର ଦଳର ସେ ସଦସ୍ୟ ଥିଲେ । ଓପିଏଲ ପ୍ରଥମ ସଂସ୍କରଣରେ ୱେଷ୍ଟର୍ନ ସମରେଶ ରାଉରକେଲା ଦଳର ଅଧିନାୟକ ମଧ୍ୟ ଥିଲେ । ୨୦୧୩ରେ ହୋଇଥିବା ଓପିଏଲର ଦ୍ୱିତୀୟ ସଂସ୍କରଣରେ ସେ ବୈତରଣୀ ଦଳ ପକ୍ଷରୁ ଖେଳିଥିଲେ । ୨୦୧୫-୧୬ ସିଜନରେ ହରିୟାଣା ବିପକ୍ଷରେ ୨୫୫ ରନର ଇନିଂସ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ଥିଲା । ସେ ୫୪ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳି ୩୦୩୧ ରନ ସଂଗ୍ରହ କରିଥିଲେ । ସେହିପରେ ୩୭ଟି ଲିଷ୍ଟ ଏ ମ୍ୟାଚରୁ ସେ ୨୭.୬୨ ହାରରେ ୯୬୭ ରନ ଓ ୧୬ଟି ଟି୨୦ ମ୍ୟାଚରୁ ୧୭.୪୦ ହାରରେ ୨୬୧ ରନ ହାସଲ କରିଥିଲେ । ୨୦୧୯ ଅକ୍ଟୋବର ମାସରେ ସେ କ୍ରିକେଟରୁ ସନ୍ୟାସ ନେଇଥିଲେ ।
ଅଂଶୁଘାତ ( ଇଂରାଜୀ ଭାଷାରେ Heat stroke, also known as sun stroke) ଏକ ଉତ୍ତାପ ଜନିତ ବେମାରୀ (heat illness) ଯାହା ଅତ୍ୟଧିକ ଉତ୍ତାପ ଯୋଗୁ ହୁଏ ଓ ଏଥିରେ ଦେହର ଉତ୍ତାପ ୪୦.୦ ସେଲସିୟସରୁ ଅଧିକ ଥାଏ ଓ ମାନସିକ ଦ୍ୱନ୍ଦ୍ୱ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଉଚ୍ଚ ରକ୍ତଚାପ ,(high blood pressure) ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ ଆଦି ଦେଖାଯାଏ । ଏହା ହଠାତ୍ ବା ଧୀରେ ଆରମ୍ଭ ହୋଇପାରେ । ଅଧିକ ଜଟିଳ ହେଲେ ଅପସ୍ମାର ବାତ Seizures, ରାବଡୋମାୟୋଲାଇସିସ, ବୃକ୍କ ଫେଲ (kidney failure) ଆଦି ଲକ୍ଷଣମାନ ଦେଖାଯାଏ ।
ପ୍ୟାରୀମୋହନ ଆଚାର୍ଯ୍ୟ (୫ ଅଗଷ୍ଟ ୧୮୫୧ - ୨୮ ଡିସେମ୍ବର ୧୮୮୧) ଜଣେ ଭାରତୀୟ ଐତିହାସିକ ଓ ସମ୍ପାଦକ ଥିଲେ । ପ୍ୟାରୀମୋହନ ୨୦ ବର୍ଷ ବୟସରୁ ମଧୁସୂଦନ ରାଓ ଓ ଗୋବିନ୍ଦ ରଥଙ୍କ ସହିତ ମିଶି ଓଡ଼ିଆରେ ଉତ୍କଳ ପୁତ୍ର ନାମକ ସମ୍ବାଦପତ୍ର ଆରମ୍ଭ କରି ସେ ତାହାର ପ୍ରକାଶକ ଓ ସମ୍ପାଦକ ମଧ୍ୟ ଥିଲେ । ସେ ନିଜ ଉଦ୍ୟମରେ କଟକରେ ଏକ ବେସରକାରୀ ସ୍କୁଲର ପ୍ରତିଷ୍ଠା କଲେ ଯାହା ପରବର୍ତ୍ତୀ ସମୟରେ ପ୍ୟାରୀମୋହନ ଏକାଡେମୀରେ ପରିଣତ ହୋଇଥିଲା । ଉତ୍କଳରେ ଇତିହାସ ଲିଖନର ଅଭାବ ଦେଖି ସେ ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଉପରେ ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ ।