ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମୁଣ୍ଡା ଭାଷାସମୂହ (ଇଂରାଜୀ: Munda languages) ମଧ୍ୟ ଏବଂ ପୂର୍ବ ଭାରତ ତଥା ବଙ୍ଗଳାଦେଶରେ ନଅ ମିଲିଅନ ଲୋକଙ୍କ ଦେଇ କଥିତ ଏକ ଭାଷା ପରିବାର । ସେମାନେ ଅଷ୍ଟ୍ରୋଏସୀୟ ଭାଷାସମୂହର ଖମେର ଭାଷା (କାମ୍ବୋଡ଼ିଆ) ଦୂର ସମ୍ବନ୍ଧିତ, ଅନ୍ୟାନ୍ୟ ଭିଏତନାମୀ ଭାଷା ସହ କିଛି ପରିମାଣରେ ସମ୍ବନ୍ଧିତ, ଓ ଥାଇଲାଣ୍ଡ, ଲାଓସ ଏବଂ ଦକ୍ଷିଣ ଚୀନର କିଛି ଅଳ୍ପ କଥିତ ଭାଷା ସହ ଏକ ଶାଖା । ମୁଣ୍ଡା ଭାଷାର ଆରମ୍ବ ଅଜଣା । ତେବେ ପୂର୍ବ ଭାରତର ଅନ୍ୟାନ୍ୟ ଭାଷା ସହ ଏହା ସମ୍ବନ୍ଧିତ । ହୋ, ଭୂମିଜ, ମୁଣ୍ଡାରୀଏବଂ ସାନ୍ତାଳୀ ଏହି ପରିବାରର ମୁଖ୍ୟ ଭାଷା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭାରତୀୟ ସର୍ବୋଚ୍ଚ ନ୍ୟାୟାଳୟ, ଭାରତର ଉଚ୍ଚତମ ନ୍ୟାୟିକ ଅନୁଷ୍ଠାନ ଅଟେ ଏବଂ ଭାରତୀୟ ସମ୍ବିଧାନ ଅଧୀନସ୍ଥ ସର୍ବୋଚ୍ଚ ନ୍ୟାୟାଳୟ ଅଟେ । ଏହା ସର୍ବ ବରିଷ୍ଠ ସାମ୍ବିଧାନିକ ନ୍ୟାୟାଳୟ ଅଟେ ଏବଂ ଏହି ନ୍ୟାୟିକ ପୁନରାବଲୋକନର କ୍ଷମତା ରହିଛି । ଭାରତର ମୁଖ୍ୟ ବିଚାରପତି ଏହାର ମୁଖ୍ୟ ଅଟନ୍ତି । ତତ୍ସହିତ ଏଥିରେ ସର୍ବାଧିକ ୩୪ ଜଣ ବିଚାରପତି ଅଛନ୍ତି । ମୁଖ୍ୟ, ଅପିଲୀୟ ତଥା ପରାମର୍ଶିକ ଆଦି ଅଧିକାରକ୍ଷେତ୍ର ମାଧ୍ୟମରେ ଏହାର ବିସ୍ତୃତ କ୍ଷମତା ରହିଛି । ଏହା ଭାରତରେ ସବୁଠାରୁ ଶକ୍ତିଶାଳୀ ଲୋକାନୁଷ୍ଠାନ ବୋଲି ଧରାଯାଇଅଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଲିଓନେଲ୍ ମେସି ଆର୍ଜେଣ୍ଟିନାର ବିଶ୍ୱପ୍ରସିଦ୍ଧ ପେଶାଦାର୍ ଫୁଟବଲ୍ ତାରକା ।ସେ ଆର୍ଜେଣ୍ଟିନା ଜାତୀୟ ଫୁଟବଲ୍ ଦଳ ଓ ସ୍ପାନିସ୍ ଲା ଲିଗା ଦଳ ବାର୍ସୀଲୋନାରୁ ଖେଳନ୍ତି। ଅନେକ ମେସିଙ୍କୁ ବିଶ୍ୱର ଜଣେ ଭଲ ଫୁଟବଲ୍ ଖେଳାଳୀର ମାନ୍ୟତା ଦିଅନ୍ତି ।ସେ ବିଶ୍ୱର ଏକମାତ୍ର ଖେଳାଳୀ ଭାବେ ୫ଟି ବାଲାନ୍ ଡି ଓର୍ ପୁରସ୍କାର ପାଇଛନ୍ତି ।ସେ ୩ଟି ଇଉରୋପିଆନ୍ ସୁନା ବୁଟ୍ ଜିତିଛନ୍ତି ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
୨୦୨୪ ୱାୟାନାଡ ଭୂସ୍ଖଳନ ଏକ ସିରିଜ୍ ଭୂସ୍ଖଳନ ଥିଲା ଯାହାକି ପଞ୍ଜପିରିମାଟମ୍, ମୁଣ୍ଡାକ୍କାଇ, ଚୋରାଲମାଲା ଏବଂ ଭେଲାରିମାଲା ଗ୍ରାମ, ମେପାଦି ପଞ୍ଚାୟତ, ଭିଥିରୀ ତାଲୁକ ନିକଟରେ ଘଟିଥିଲା। 30 ଜୁଲାଇ ୨୦୨୪ର ପ୍ରଭାତରେ ଭାରତର କେରଳର ୱାୟାନାଡ ଜିଲ୍ଲାରେ ଏହି ଭୂସ୍ଖଳନ ଅତ୍ୟଧିକ ପ୍ରବଳ ବର୍ଷା ହେତୁ ପାହାଡଗୁଡିକ ଭୁଶୁଡ଼ି ପଡ଼ିବାରୁ କାଦୁଅ, ଜଳ ଏବଂ ବୋଲ୍ଡରଗୁଡିକ ପ୍ରଭାବିତ ଅଞ୍ଚଳରେ ଖସିପଡିଥିଲା। 420ରୁ ଅଧିକ ମୃତ୍ୟୁ, 397 ଆହତ ଏବଂ 118ରୁ ଅଧିକ ଲୋକ ନିଖୋଜ ଥିବା ଖବର ସହିତ କେରଳ ଇତିହାସରେ ଏହି ବିପର୍ଯ୍ୟୟ ଅନ୍ୟତମ।.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ବିନାୟକ ଦାମୋଦର ସାବରକର, ମରାଠୀ ଉଚ୍ଚାରଣ: [ʋinaːjək saːʋəɾkəɾɾ]; ୨୮ ମଇ ୧୮୮୩ - ୨୬ ଫେବୃଆରୀ ୧୯୬୬) ଜଣେ ଭାରତୀୟ ରାଜନୀତିଜ୍ଞ, ସମାଜସେବୀ ଓ ଲେଖକ ଥିଲେ । ସାବରକର ୧୯୨୨ ମସିହାରେ ରତ୍ନଗିରିରେ ଜେଲରେ ଥିବା ବେଳେ ହିନ୍ଦୁତ୍ୱର ହିନ୍ଦୁ ଜାତୀୟତାବାଦୀ ରାଜନୈତିକ ଆଦର୍ଶ ବିକାଶ କରିଥିଲେ । ସେ ହିନ୍ଦୁ ମହାସଭାରେ ଜଣେ ଅଗ୍ରଣୀ ବ୍ୟକ୍ତିତ୍ୱ ଥିଲେ । ସେ ତାଙ୍କ ଆତ୍ମଜୀବନୀ ଲେଖିବା ପରଠାରୁ ସମ୍ମାନଜନକ ଉପସର୍ଗ 'ବୀର' (ଅର୍ଥାତ ସାହସୀ) ବ୍ୟବହାର କରିବା ଆରମ୍ଭ କରିଥିଲେ । ସାବରକର ହିନ୍ଦୁ ମହାସଭାରେ ଯୋଗ ଦେଇ ହିନ୍ଦୁତ୍ୱ (ହିନ୍ଦୁତ୍ୱ) ଶବ୍ଦକୁ ଲୋକପ୍ରିୟ କରି ଭାରତର ସାରସ୍ୱରୂପ ଏକ ସାମୂହିକ "ହିନ୍ଦୁ" ପରିଚୟ ସୃଷ୍ଟି କରିଥିଲେ । ସାବରକର ଜଣେ ନାସ୍ତିକ ଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଡୋନାଲ୍ଡ ଟ୍ରମ୍ପ ଯୁକ୍ତରାଷ୍ଟ୍ର ଆମେରିକାର ୪୫ତମ ରାଷ୍ଟ୍ରପତି ଭାବରେ ୨୦-୧-୨୦୧୭ରୁ ଚାରି ବର୍ଷ ନିମଂତେ କାର୍ଯ୍ୟଭାର ଗ୍ରହଣ କରିଥିଲେ । ଆମେରିକାର ରିପବ୍ଲିକାନ ରାଜନୈତିକ ଦଳ ତରଫରୁ ୨୦୧୬ ନଭେମ୍ବର ରାଷ୍ଟ୍ରପତି ନିର୍ବାଚନ ଲଢି ସେ ହରାଇଥିଲେ ଡେମୋକ୍ରାଟ ଦଳର ହିଲାରି କ୍ଲିଣ୍ଟନଙ୍କୁ । ଏହା ପରେ, ୨୦୨୪ ମସିହାରେ ଡୋନାଲ୍ଡ ଟ୍ରମ୍ପ କମଳା ହାରିସଙ୍କ ବିରୋଧରେ ନିର୍ବାଚନ ଲଢ଼ିଥିଲେ ଏବଂ ସେହି ନିର୍ବାଚନରେ ବିଜୟୀ ହୋଇ ଆମେରିକାର ୪୭ତମ ରାଷ୍ଟ୍ରପତି ହୋଇଥିଲେ। ଡୋନାଲ୍ଡ ଟ୍ରମ୍ପ ୨୦ ଜାନୁଆରୀ ୨୦୨୫ ଠାରୁ ୪୭ତମ ରାଷ୍ଟ୍ରପତି ଭାବେ କାର୍ଯ୍ୟ କରୁଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଆରବ ସାଗର, ଭାରତ ମହାସାଗରର ଉତ୍ତର ଭାଗର ଏକ ଅଂଶ, ଯାହାକି ଉତ୍ତରରେ ପାକିସ୍ତାନ ଓ ଇରାନ, ପଶ୍ଚିମରେ ଉତ୍ତର-ପୂର୍ବ ସୋମାଲିଆ ଓ ଆରବ ଦ୍ୱୀପ ଏବଂ ପୂର୍ବରେ ଭାରତଦ୍ୱାରା ଘେରି ହୋଇ ରହିଛି । ଏହି ସମୁଦ୍ରଟିର ଐତିହାସିକ ନାମକରଣ ଅନୁସାରେ ଇରିଟ୍ରିଆନ୍ ସାଗର ଏବଂ ଫାରସୀ ସାଗର ନାମରେ ନାମିତ ହୋଇଛି । ଏହି ସାଗରଟିର ସମୁଦାୟ କ୍ଷେତ୍ରଫଳ 3,862,000 km2 (1,491,000 sq mi) ଏବଂ ସର୍ବାଧିକ ଗଭୀରତା 4,652 metres (15,262 ft) । ଦକ୍ଷିଣ-ପଶ୍ଚିମ ଦିଗରେ ଆଡେନ୍ ଉପସାଗର, ଆରବ ସାଗର ଦେଇ ଲାଲ ସମୁଦ୍ର ସହିତ ଯୋଡ଼ି ହୋଇଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଅଟିଜିମ୍ (ଇଂରାଜୀ ଭାଷାରେ Autism) ଏକ ତୃଟିଯୁକ୍ତ ଶାରୀରିକ ବିକାଶ (developmental disorder) ଯେଉଁଥିରେ ଅନ୍ୟ ଲୋକମାନଙ୍କ (social interaction|) ସହିତ ସାମାଜିକ ଭାବ ବିନିମୟ ଓ ଯୋଗାଯୋଗ (communication) ସମସ୍ୟା ଦେଖାଯାଏ ଓ ସୀମିତ ତଥା ପୁନଃପୌନିକ ବ୍ୟବହାର (behavior) ଦେଖାଯାଏ । ଶିଶୁର ପ୍ରଥମ ଦୁଇ ବା ତିନି ବର୍ଷ ମଧ୍ୟରେ ରୋଗ ଲକ୍ଷଣ ଲକ୍ଷ କରିପାରନ୍ତି । ସମୟ କ୍ରମେ ଲକ୍ଷଣଗୁଡ଼ିକ ଧୀରେ ବିକଶିତ ହୁଏ, କେତେକ ଶିଶୁ ବିକାଶର ମାଇଲ ଖୁଣ୍ଟରେ (developmental milestones ପହଞ୍ଚିବା ପରେ ଅବସ୍ଥା ହଠାତ ଖରାପ ଦିଗକୁ ଗତି (worsen) କରେ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ରସରାଜ ନାରାୟଣ ପ୍ରସାଦ ସିଂହ (୨୮ ମଇ ୧୯୩୩ - ୬ ଜୁନ ୨୦୧୮) ଜଣେ ଓଡ଼ିଆ କବି ଓ ଗୀତିକାର ଥିଲେ । ସେ ପ୍ରାୟ ୧୦୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରର ଗୀତ ଲେଖିଥିଲେ । ଅସୁରେଶ୍ୱର ବିଦ୍ୟାଳୟରେ ପଢ଼ିବା ବେଳେ ସାହିତ୍ୟ ଶିକ୍ଷକ ଗୋଲକ ଚନ୍ଦ୍ର ପ୍ରଧାନଙ୍କଠାରୁ ପ୍ରେରଣା ପାଇ ସେ ଅଷ୍ଟମ ପଢ଼ିବା ବେଳେ କବିତା ଲେଖା ଆରମ୍ଭ କରିଥିଲେ । ୧୯୫୦ମସିହାରେ ତାଙ୍କୁ ଆକାଶବାଣୀ କଟକରେ କବିତା ପଢ଼ିବାର ସୁଯୋଗ ମିଳିଲା । ୨-୩ ବର୍ଷ ପରେ ତାଙ୍କର ପରିଚିତି ହେଲା କାଳୀଚରଣ ପଟ୍ଟନାୟକଙ୍କ ସହ । କବିତାକୁ ଗୀତ କରିବାର ଧାରା ସେ କାଳୀଚରଣ ପଟ୍ଟନାୟକଙ୍କଠାରୁ ଶିଖିଥିଲେ । ୧୯୬୦ରେ ତାଙ୍କୁ ଆକାଶବାଣୀରେ ସ୍ୱୀକୃତିପ୍ରାପ୍ତ ଗୀତିକାରର ମାନ୍ୟତା ମିଳିଲା । ୧୯୬୨ରେ ତାଙ୍କୁ ଚଳଚ୍ଚିତ୍ରରେ ଗାଇବାର ସୁଯୋଗ ମିଳିଲା । ଚଳଚ୍ଚିତ୍ର ଥିଲା "ନୂଆ ବୋଉ" ଓ ପ୍ରଥମ ଗୀତ ଥିଲା "ରଥ ଯା ଚାଲି ଯା" ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ସଲିଲ୍ ମିତ୍ର (୭ ଅପ୍ରେଲ ୧୯୬୭ - ୪ ଜୁନ ୨୦୧୯) ଜଣେ ଓଡ଼ିଆ ହାସ୍ୟ ଅଭିନେତା ଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଦୂରଦର୍ଶନ ଓ ବିଭିନ୍ନ ମଞ୍ଚରେ ଅଭିନୟ କରୁଥିଲେ । କରଞ୍ଜିଆ, ମୟୂରଭଞ୍ଜରେ ଜନ୍ମିତ ସଲିଲ ୧୯୯୯ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ କଥାଚିତ୍ର, ଧାରାବାହିକ, ଆଧୁନିକ ଗୀତ, ଭଜନ, ନାଟକ ଆଦିରେ ଅଭିନୟ କରିଥିଲେ । ଇ ଟିଭି ଓଡ଼ିଆରେ ପ୍ରସାରିତ ବଡ଼ ଘର ବଡ଼ ଗୁମର କଥା ଭଳି କିଛି ଧାରାବାହିକରେ ସେ ଖଳନାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୨ ମଇ ୨୦୧୯ରେ ସେ ଏକ ଦୁର୍ଘଟଣାର ଶିକାର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏବଂ ୪ ଜୁନ ୨୦୧୯ରେ ସେ ମୃତ୍ୟୁବରଣ କରିଥିଲେ ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଜାଭା ସାଗର (ଇଣ୍ଡୋନେସିଆ: ଲାଉଟ୍ ଜାୱା) ହେଉଛି ସୁଣ୍ଡା ମହୀସୋପାନରେ ଥିବା ଏକ ବିସ୍ତୃତ ଗଭୀର ସମୁଦ୍ର । ଏହା ଉତ୍ତରରେ ଇଣ୍ଡୋନେସିଆର ବୋର୍ଣ୍ଣିଓ ଦ୍ୱୀପପୁଞ୍ଜ, ଦକ୍ଷିଣରେ ଜାଭା, ପଶ୍ଚିମରେ ସୁମାତ୍ରା ଦ୍ୱୀପ ଏବଂ ପୂର୍ବରେ ସୁଲାୱେସି ଦ୍ୱୀପ ମଧ୍ୟରେ ଅବସ୍ଥିତ | ଏହାର ଉତ୍ତର-ପଶ୍ଚିମ ଦିଗରେ କରିମାଟା ପ୍ରଣାଳିଦ୍ୱାରା ଦକ୍ଷିଣ ଚୀନ ସାଗର ସହିତ ସଂଯୁକ୍ତ । ଏହା ପଶ୍ଚିମ ପ୍ରଶାନ୍ତ ମହାସାଗରର ଏକ ଅଂଶ ।
ହାଡ଼ଫୁଟି, (ଇଂରାଜୀରେ chickenpox ବା varicella), ଏକ ଅତ୍ୟଧିକ ସଂକ୍ରାମକ ରୋଗ (contagious) ବା ଛୁଆଁ ରୋଗ ଯାହା ଭାରିସେଲା ଜୋସ୍ଟର ଭୁତାଣୁଦ୍ୱାରା ହୁଏ ଓ ରୋଗୀ ସଂସ୍ପର୍ଶରେ ଆସିଲେ ହୁଏ । ଏହି ରୋଗର ବିଶେଷତା ହେଲା ଛୋଟ ଛୋଟ ଗଲୁକାରୀ ଫୋଟକା (small blisters) ହୋଇ ଅବଶେଷରେ ତା ଉପରେ ବକଳା ହୁଏ । ଏହା ମୁହଁ, ଛାତି ଓ ପିଠିରେ ଆରମ୍ଭ ହୋଇ ଦେହା ସାରା ମାଡ଼ିଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଜ୍ୱର, ଥକ୍କାଣ ଓ ମୁଣ୍ଡବଥା ହୁଏ । ଏହି ଲକ୍ଷଣ ଗୁଡ଼ିକ ୫ରୁ ୧୦ ଦିନ ପର୍ଯ୍ୟନ୍ତ ରହେ । ରୋଗ ଜଟିଳ ହେଲେ ନିମୋନିଆ, ଏନ୍କେଫାଲାଇଟିସ କିମ୍ବା ଚର୍ମରେ ଜୀବାଣୁ ସଂକ୍ରମଣ ହୁଏ । ପିଲାଙ୍କ ଅପେକ୍ଷା ବଡ଼ମାନଙ୍କୁ ଏହି ରୋଗ ଅଧିକ ମାରାତ୍ମକ ହୁଏ । ଭୁତାଣୁ ସଂସ୍ପର୍ଶରେ ଆସିବାର ୧୦ରୁ ୨୦ ଦିନ ପରେ ଲକ୍ଷଣ ଆରମ୍ଭ ହୁଏ ।
ଭାରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ଼ ରାଜନୈତିକ ଦଳ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.