ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଓଡ଼ିଶା ( ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଲୋକସଭା, ଯାହାକୁ 'ଜନତାଙ୍କ ସଦନ' ବୋଲି କୁହାଯାଏ, ଏହା ଭାରତର ଦ୍ୱି-ସଦନ ବିଶିଷ୍ଟ ସଂସଦର ନିମ୍ନ ସଦନ ଏବଂ ରାଜ୍ୟସଭା ହେଉଛି ଏହାର ଉପରିସ୍ଥ ସଦନ । ଲୋକସଭାର ସଦସ୍ୟମାନେ ନିଜ ନିଜ ନିର୍ବାଚନ ମଣ୍ଡଳୀର ପ୍ରତିନିଧିତ୍ୱ କରିବା ପାଇଁ ସାର୍ବଜନୀନ ବୟସ୍କ ମତାଧିକାର ଏବଂ 'ଫାଷ୍ଟ-ପାଷ୍ଟ-ଦି-ପୋଷ୍ଟ' (ସର୍ବାଧିକ ମତ ପ୍ରାପ୍ତ ବିଜୟୀ) ନିର୍ବାଚନ ପ୍ରକ୍ରିୟା ମାଧ୍ୟମରେ ନିର୍ବାଚିତ ହୁଅନ୍ତି । ସେମାନେ ପାଞ୍ଚ ବର୍ଷ ପାଇଁ କିମ୍ବା କେନ୍ଦ୍ର ମନ୍ତ୍ରୀ ପରିଷଦର ପରାମର୍ଶ କ୍ରମେ ଭାରତର ରାଷ୍ଟ୍ରପତିଙ୍କ ଦ୍ୱାରା ସଦନ ଭଙ୍ଗ ହେବା ପର୍ଯ୍ୟନ୍ତ ନିଜ ପଦବୀରେ ରହନ୍ତି । ଏହି ସଦନର ଅଧିବେଶନ ନୂଆଦିଲ୍ଲୀରେ ଥିବା ସଂସଦ ଭବନର ଲୋକସଭା କକ୍ଷରେ ଅନୁଷ୍ଠିତ ହୋଇଥାଏ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ରାଜ୍ୟସଭା, ଯାହାକୁ 'ରାଜ୍ୟ ପରିଷଦ' ବୋଲି ମଧ୍ୟ କୁହାଯାଏ, ଏହା ଭାରତୀୟ ସଂସଦର ଉପରିସ୍ଥ ସଦନ ଏବଂ ଲୋକସଭା ହେଉଛି ଏହାର ନିମ୍ନ ସଦନ। ରାଜ୍ୟସଭା ଭାରତର ସାଂଘୀୟ ବ୍ୟବସ୍ଥାର ବିଭିନ୍ନ ଏକକ ଯଥା – ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ପ୍ରତିନିଧିତ୍ୱ କରେ। ଯେଉଁଠାରେ ଲୋକସଭା ସଦସ୍ୟମାନେ ଜନସାଧାରଣଙ୍କ ଦ୍ୱାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ ହୁଅନ୍ତି, ରାଜ୍ୟସଭା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବିଧାନ ସଭା ସଦସ୍ୟମାନଙ୍କ ଦ୍ୱାରା ନିର୍ବାଚିତ ସଦସ୍ୟମାନଙ୍କୁ ନେଇ ଗଠିତ ହୋଇଥାଏ, ଯାହା ଜାତୀୟ ଆଇନ ପ୍ରଣୟନ କ୍ଷେତ୍ରରେ ରାଜ୍ୟଗୁଡ଼ିକୁ ଏକ ଆନୁଷ୍ଠାନିକ ଭୂମିକା ପ୍ରଦାନ କରିଥାଏ। ଲୋକସଭା ପରି ଏହା ଏକ ଅସ୍ଥାୟୀ ସଦନ ନୁହେଁ, ବରଂ ଏହା ଏକ ସ୍ଥାୟୀ ସଂସ୍ଥା ଏବଂ ଏହାକୁ କେବେହେଲେ ଭଙ୍ଗ କରାଯାଇପାରିବ ନାହିଁ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସିନ୍ଧୁ ନଦୀ(ଇଂରାଜୀରେ Indus River) ଏସିଆ ମହାଦେଶର ଦୀର୍ଘତମ ନଦୀମାନଙ୍କ ମଧ୍ୟରୁ ଅନ୍ୟତମ । ତିବ୍ବତ ମାଳଭୂମିରେ ମାନସରୋବର ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରୁ ଏହି ନଦୀର ଉତ୍ପତ୍ତି । ନିଜ ଉତ୍ପତ୍ତିସ୍ଥଳରୁ ବାହାରି ଏହି ନଦୀ ଲଦାଖ ଅଞ୍ଚଳ ଅତିକ୍ରମ କରି ଗିଲ୍ଗିଟ୍-ବାଲ୍ଟିସ୍ତାନରେ ହିନ୍ଦୁକୁଶ ପର୍ବତମାଳାର ଉପତ୍ୟକାରେ ପ୍ରବେଶ କରିଛି । ତାହା ପରେ ଏହା ଦକ୍ଷିଣମୁଖୀ ହୋଇ ପାକିସ୍ତାନରେ ପ୍ରବାହିତ ହୋଇ ବନ୍ଦର ନଗରୀ କରାଚୀ ନିକଟରେ ଆରବ ସାଗର ସହିତ ସମ୍ମିଳିତ ହୋଇଛି । ସିନ୍ଧୁ ନଦୀ ପାକିସ୍ତାନର ଦୀର୍ଘତମ ନଦୀ ଓ ଏହାକୁ ପାକିସ୍ତାନର ଜାତୀୟ ନଦୀ ବୋଲି କୁହାଯାଏ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ପିଣ୍ଡାକୀ ବାହୁବଳେନ୍ଦ୍ର ଓଡ଼ିଶାର ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୧୭ ପାଇକ ବିଦ୍ରୋହ ସମୟରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ପାଇକ ବିଦ୍ରୋହର ଦଳପତି ବକ୍ସି ଜଗବନ୍ଧୁଙ୍କର ସେ ଥିଲେ ବିଶ୍ୱସ୍ଥ ସହଯୋଗୀ । ଅନେକ ଚେଷ୍ଟା ପରେ ତାଙ୍କୁ ଇଂରେଜମାନେ ବନ୍ଦୀ କରି କଳାପାଣିକୁ ଦେଶାନ୍ତର କରିଥିଲେ । ମାତ୍ର ସେ ସେଠାରୁ ଖସି ଚାଲି ଆସିଥିଲେ । ପରେ ତାଙ୍କୁ ହତ୍ୟା କରାଯାଇଥିଲା ।
ନାରାୟଣ ସାହୁ (ଜନ୍ମ ୨୫ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ଅଧ୍ୟାପକ ଓ ନାଟ୍ୟକାର । ଏଯାବତ ତାଙ୍କର ୨୦ରୁ ଉର୍ଦ୍ଧ ନାଟକ ପ୍ରକାଶିତ ହୋଇସାରିଛି । ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ସେ ଅଧ୍ୟାପନା କରିଛନ୍ତି । ତାଙ୍କର ନାଟକ ଆଶ୍ରା ଖୋଜି ବୁଲୁଥିବା ଇଶ୍ୱର ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଆକାଶବାଣୀ ନାଟ୍ୟକାର ପୁରସ୍କାର, ଝଙ୍କାର ନାଟକ ପୁରସ୍କାର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଚନ୍ଦ୍ରଶେଖର ନନ୍ଦ (୧୮୬୮-୧୯୩୨) ଜଣେ ଓଡ଼ିଆ ଗାଳ୍ପିକ । ତାଙ୍କ ଗଳ୍ପପୁସ୍ତକ ଚିତ୍ରକୁ ପ୍ରଥମ ଓଡ଼ିଆ ଗଳ୍ପ ବହିର ମାନ୍ୟତା ଦିଆଯାଏ । ଗଳ୍ପ ବ୍ୟତିତ ସେ ଓଡ଼ିଆ ସାହିତ୍ୟର ଅନ୍ୟ ବିଭବ ଯଥା ପ୍ରବନ୍ଧ, ଉପନ୍ୟାସ, କବିତାରେ ମଧ୍ୟ ଲେଖନି ଚାଳନା କରିଥିଲେ । ସେ ଅନେକ ପାଠ୍ୟ ପୁସ୍ତକ ମଧ୍ୟ ରଚନା କରିଥିଲେ । ସେ ଫକୀର ମୋହନ ସେନାପତି ଓ ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସମସାମୟିକ ଥିଲେ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ବିପ୍ଳବୀ ଧରଣୀଧର ଭୂୟାଁ (୧୮୬୪-୧୯୧୪) ଓଡ଼ିଶାର ଜଣେ ସୁନାମଧନ୍ୟ ବିପ୍ଳବୀ ଥିଲେ । ୧୮୯୧ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜାଙ୍କ ଅତ୍ୟାଚାର ବିରୁଦ୍ଧରେ ଯେଉଁ ପ୍ରଜାମେଳି ହୋଇଥିଲା, ତାହାର ନେତୃତ୍ୱ ନେଇଥିଲେ ବିପ୍ଳବୀ ଧରଣୀଧର । ଏହି ବିଦ୍ରୋହ କେନ୍ଦୁଝର ରାଜ୍ୟର ନିର୍ଦ୍ଦିଷ୍ଟ ସୀମା ଓ ସମ୍ପୃକ୍ତ ଅଞ୍ଚଳର ଆଦିବାସୀ ସଂପ୍ରଦାୟ ମଧ୍ୟରେ ସୀମିତ ଥିଲେ ମଧ୍ୟ ସମଗ୍ର ଓଡ଼ିଶା ଏପରିକି ସାରା ଭାରତବର୍ଷରେ ଚହଳ ପକାଇଥିଲା । ତାଙ୍କର ସ୍ମୃତିରେ କେନ୍ଦୁଝରର ଧରଣୀଧର ମହାବିଦ୍ୟାଳୟର ନାମକରଣ ହୋଇଛି ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପ୍ୟୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ଜଲ୍ଳୀୟାଁୱାଲା ବାଗ୍ ହତ୍ୟାକାଣ୍ଡ, ଯାହା ଅମୃତସର ହତ୍ୟାକାଣ୍ଡ, ଭାବେ ମଧ୍ୟ ପରିଚିତ, ୧୩ ଅପ୍ରେଲ୍ ୧୯୧୯ ଦିନ ଘଟିଥିଲା, ଯେଉଁଥିରେ କଲୋନେଲ୍ ରେଗିନାଲ୍ଡ ଡାୟାର୍ଙ୍କ ନେତୃତ୍ୱରେ ବ୍ରିଟିଶ୍ ଭାରତୀୟ ସେନା, ଅମୃତସର, ପଞ୍ଜାବର ଜାଲିଆନାୱାଲା ବାଗ୍ଠାରେ ଏକତ୍ରିତ ହୋଇଥିବା ଭାରତୀୟଙ୍କ ଉପରକୁ ଗୁଳି ଚଳାଇଥିଲେ । ଏହି ବେସାମରିକ ଭାରତୀୟମାନେ ଦୁଇ ଜାତୀୟ ନେତା ସତ୍ୟ ପାଲ୍ ଓ ସୈଫୁଦିନ୍ କିଚ୍ଲୁଙ୍କ ଗିରଫ୍ ଓ ଦେଶାନ୍ତରୀକରଣ ପ୍ରତିବାଦରେ ଏକତ୍ରିତ ହୋଇଥିଲେ । ଏହା ଏବେ ମଧ୍ୟ ତର୍କର ବିଷୟ ଯେ, ଭାରତୀୟମାନେ ଡାୟାର୍ଙ୍କ ´´´କୌଣସି ସଭା ହୋଇ ପାରିବ ନାହିଁ´´´ର ଘୋଷଣାନାମା ବିଷୟରେ ଜାଣିଥିଲେ ନା ନାହିଁ । ମାତ୍ର ରାଜା ରାମଙ୍କ ମତରେ ଭାରତୀୟମାନେ ସ୍ୱଇଚ୍ଛାରେ ଏକତ୍ରିତ ହୋଇଥିଲେ, ଯାହା ଭାରତୀୟ ଜାତୀୟତାବାଦର ପ୍ରାରମ୍ଭ ଥିଲା ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
କବିକଳହଂସ ଗୋପାଳକୃଷ୍ଣ ପଟ୍ଟନାୟକ (୧୭୮୪ - ୧୮୬୨) ଅଷ୍ଟାଦଶ ଶତାବ୍ଦୀର ଜଣେ ପ୍ରଖ୍ୟାତ ଓଡ଼ିଶୀ ସଙ୍ଗୀତକାର କବି । ସେ ପ୍ରାଚୀନ ଉତ୍କଳୀୟ ସଙ୍ଗୀତ ଅନୁସରଣରେ ବହୁସଂଖ୍ୟକ ଓଡ଼ିଶୀ ପ୍ରବନ୍ଧ, ଛାନ୍ଦ, ଚଉତିଶା, ଭଜନ ଓ ଜଣାଣ, କୋଇଲି, ଚଉତିଶା ଆଦି ରଚନା କରିଛନ୍ତି । 'ଉଠିଲୁ ଏଡ଼େ ବେଗି କାହିଁକି ରେ', 'ଅନୁସରିତ ପ୍ରଭୋ କାଳଯାକ ଗଲା ସରିତ', 'ସଙ୍ଗିନୀରେ ରାସ ରଙ୍ଗିନୀରେ' ଇତ୍ୟାଦି ଗୋପାଳକୃଷ୍ଣଙ୍କ ଅସଂଖ୍ୟ ଗୀତଗୁଡ଼ିକ ଅଦ୍ୟାବଧି ଓଡ଼ିଶାର ଗ୍ରାମେ ଗ୍ରାମେ ଲୋକମୁଖରେ ଶୁଣାଯାଏ । ତାଙ୍କ କବିତାଗୁଡ଼ିକ ସଂଗୃହିତ ହୋଇ ରଚନାବଳୀ ବା ଗ୍ରନ୍ଥାବଳୀ ଭାବେ ଅନେକବାର ପ୍ରକାଶିତ ହୋଇଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଲିଓନେଲ୍ ମେସି ଆର୍ଜେଣ୍ଟିନାର ବିଶ୍ୱପ୍ରସିଦ୍ଧ ପେଶାଦାର୍ ଫୁଟବଲ୍ ତାରକା ।ସେ ଆର୍ଜେଣ୍ଟିନା ଜାତୀୟ ଫୁଟବଲ୍ ଦଳ ଓ ସ୍ପାନିସ୍ ଲା ଲିଗା ଦଳ ବାର୍ସୀଲୋନାରୁ ଖେଳନ୍ତି। ଅନେକ ମେସିଙ୍କୁ ବିଶ୍ୱର ଜଣେ ଭଲ ଫୁଟବଲ୍ ଖେଳାଳୀର ମାନ୍ୟତା ଦିଅନ୍ତି ।ସେ ବିଶ୍ୱର ଏକମାତ୍ର ଖେଳାଳୀ ଭାବେ ୫ଟି ବାଲାନ୍ ଡି ଓର୍ ପୁରସ୍କାର ପାଇଛନ୍ତି ।ସେ ୩ଟି ଇଉରୋପିଆନ୍ ସୁନା ବୁଟ୍ ଜିତିଛନ୍ତି ।
ଗରୁଡ଼ ପୁରାଣ ଏକ ବୈଷ୍ଣବ ସମ୍ପ୍ରଦାୟ ସମ୍ବନ୍ଧିତ ମହାପୁରାଣ ଏବଂ ଅଷ୍ଟାଦଶ ପୁରାଣ ମଧ୍ୟରେ ଅନ୍ୟତମ । ଏହାକୁ ସନାତନ ଧର୍ମରେ ମୃତ୍ୟୁପରେ ସଦ୍ଗତି ଦେଉଥିବା ପୁରାଣ ଭାବେ ମନେ କରାଯାଏ । ଏହିକାରଣରେ ସନାତନ ହିନ୍ଦୁ ଧର୍ମରେ ମୃତ୍ୟୁ ପରେ ଗରୁଡ଼ ପୁରାଣ ଶ୍ରବଣ କରିବାର ପ୍ରଚଳନା ଅଛି । ଏହି ପୁରାଣଙ୍କର ଅଧିଷ୍ଠାତା ଦେବତା ଭଗବାନ୍ ବିଷ୍ଣୁ । ଏଥିରେ ଭକ୍ତି, ଜ୍ଞାନ, ବୈରାଗ୍ୟ, ସଦାଚାର, ନିଷ୍କାମ କର୍ମର ମହିମା ସହିତ ଯଜ୍ଞ, ଦାନ, ତପଃ, ତୀର୍ଥ ସହ ଅନ୍ୟାନ୍ୟ ଶୁଭ କାର୍ଯ୍ୟରେ ସାଧାରଣ ଲୋକଙ୍କୁ ପ୍ରବୃତ୍ତ କରିବା ପାଇଁ ନାନା ପ୍ରାପଞ୍ଚିକ ଏବଂ ପାରଲୌକିକ ଫଳର ବିବରଣୀ ମିଳେ । ଏହା ସହ ଏଥିରେ ଆୟୁର୍ବେଦ, ନୀତିସାର ପରି ବିଷୟମାନଙ୍କର ଉଲ୍ଲେଖ ଥିବାସହ ମୃତ୍ୟୁ ସମୟରେ ଜୀବ ପାଇଁ କରିବାକୁ ଥିବା କ୍ରିୟାମାନଙ୍କର ବିସ୍ତୃତ ବିବରଣୀ ମଧ୍ୟ ରହିଛି । ଆତ୍ମଜ୍ଞାନର ବିଚାର ମଧ୍ୟ ଏଥିର ମୁଖ୍ୟ ବିଷୟ ଅଟେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଇଲନ ରିଭ ମସ୍କ (୨୮ ଜୁନ ୧୯୭୧ରେ ଜନ୍ମ) ହେଉଛନ୍ତି ଜଣେ ପ୍ରଦ୍ୟୋଗିକି ବ୍ୟବସାୟୀ, ନିବେଶକାରୀ ଏବଂ ଯନ୍ତ୍ରୀ । ସେ ଏକାଧାରରେ ଦକ୍ଷିଣ ଆଫ୍ରିକା, କାନାଡ଼ା ଏବଂ ଯୁକ୍ତରାଷ୍ଟ୍ର ଆମେରିକାର ନାଗରିକ ଅଟନ୍ତି । ଏହାଛଡ଼ା ସେ ମଙ୍ଗଳ ଗ୍ରହରେ ଜନବସତି ସ୍ଥାପନ ଲକ୍ଷ୍ୟରେ ଥିବା ଉଦ୍ୟୋଗ ସ୍ପେସଏକ୍ସ (SpaceX)ର ମୁଖ୍ୟ କାର୍ଯ୍ୟପାଳକ ଅଧିକାରୀ (CEO), ମୁଖ୍ୟ ଚିତ୍ରକାର ଏବଂ ପ୍ରତିଷ୍ଠାତା ; ଜୈବ ଇନ୍ଧନରେ ଚାଳିତ ଗାଡ଼ି ଉତ୍ପାଦନକାରୀ ଉଦ୍ୟୋଗ ଟେସ୍ଲା (Tesla)ର ସହ-ପ୍ରତିଷ୍ଠାତା, ମୁଖ୍ୟ କାର୍ଯ୍ୟପାଳକ ଅଧିକାରୀ ଏବଂ ଉତ୍ପାଦ ବସ୍ତୁକାର (product architect); ମଣିଷର ମସ୍ତିଷ୍କରେ କାମ କରୁଥିବା ଉଦ୍ୟୋଗ, ନିଉରାଲଲିଙ୍କ(Neurallink)ର ସହ-ପ୍ରତିଷ୍ଠାତା ଏବଂ ମୁଖ୍ୟ କାର୍ଯ୍ୟପାଳକ ଅଧିକାରୀ; ଦେଶବିଦେଶକୁ ଅର୍ଥ ଆଦାନପ୍ରଦାନ କରୁଥିବା ଉଦ୍ୟୋଗ ପେପଲ (PayPal)ର ସହ-ପ୍ରତିଷ୍ଠାତା.
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ବଙ୍ଗଳାଦେଶ ଏସିଆର ଗୋଟିଏ ଦେଶ । ବଙ୍ଗଳାଦେଶର କ୍ଷେତ୍ରଫଳ ୧୪,୮୫୬୦ ବର୍ଗ କିଲୋମିଟର (୫୭,୩୬୦ ବର୍ଗ ମାଇଲ) । ଏହାର ଜନସଂଖ୍ୟା ୧୬୩ ନିୟୁତରୁ ଅଧିକ ଓ ଏହା ବିଶ୍ୱର ଅଷ୍ଟମ ସର୍ବାଧିକ ଜନବହୁଳ ଦେଶ । ବାଂଲାଦେଶ ପଶ୍ଚିମ, ଉତ୍ତର ଏବଂ ପୂର୍ବରେ ଭାରତ, ଦକ୍ଷିଣ ପୂର୍ବରେ ମ୍ୟାଁମାର ଏବଂ ଦକ୍ଷିଣରେ ବଙ୍ଗୋପସାଗରରେ ଭାରତ ସୀମା ବାଣ୍ଟିଛି । ଏହା ନେପାଳ ଏବଂ ଭୁଟାନରୁ ସିଲିଗୁରି କରିଡରଦ୍ୱାରା ଏବଂ ଚୀନ୍ଠାରୁ ଉତ୍ତରରେ ଥିବା ଭାରତୀୟ ସିକ୍କିମ୍ଦ୍ୱାରା ପୃଥକ ହୋଇଛି । ବଙ୍ଗଳାଦେଶ ମୋଟ ଜନସଂଖ୍ୟାର ୯୮% ବଙ୍ଗାଳୀ ଭାଷାଭାଷୀ । ବଙ୍ଗଳାଦେଶ ବିଶ୍ୱର ତୃତୀୟ ବୃହତ୍ତମ ମୁସଲମାନ ଦେଶ ଭାବରେ ପରିଗଣିତ । ଢାକା ବଙ୍ଗଳାଦେଶର ରାଜଧାନୀ , ବୃହତ୍ତମ ସହର ଏବଂ ଦେଶର ଅର୍ଥନୈତିକ, ରାଜନୈତିକ ଏବଂ ସାଂସ୍କୃତିକ କେନ୍ଦ୍ର । ଚିଟାଗଙ୍ଗ ଦେଶର ବୃହତ୍ତମ ସାମୁଦ୍ରିକ ବନ୍ଦର ଓ ଦ୍ୱିତୀୟ ବୃହତ୍ତମ ସହର।
ଅଶ୍ୱିନୀ କୁମାର ଘୋଷ (୧୮୯୨-୧୯୬୨) ଜଣେ ଭାରତୀୟ ଓଡ଼ିଆ-ଭାଷୀ ନାଟ୍ୟକାର, ଗୀତିକାର ଓ ଔପନ୍ୟାସିକ ଥିଲେ । ସେ ପ୍ରାୟ ଏକଚାଳିଶଟି ଓଡ଼ିଆ ନାଟକ ରଚନା କରିଥିଲେ । ଏଥିମଧ୍ୟରୁ ପାଞ୍ଚଟି ପୌରାଣିକ ଓ କିମ୍ବଦନ୍ତୀଭିଭିକ । ସେ ଉଭୟ ଓଡ଼ିଆ ଉପନ୍ୟାସ ଓ ନାଟ୍ୟ ରଚନା କ୍ଷେତ୍ରରେ ନୂତନ ଶୈଳୀର ପ୍ରୟୋଗ ପାଇଁ ସେ ଜଣାଶୁଣା । ତାଙ୍କ ରଚିତ ଲୋକପ୍ରିୟ ମଞ୍ଚନାଟକ ମଧ୍ୟରେ ରଘୁ ଅରକ୍ଷିତ, ବନ୍ଧୁ ମହାନ୍ତି, ଚଣ୍ଡାଳୁଣୀ, ଶ୍ରୀଲୋକନାଥ ଓ ଚଷାଝିଅ ଆଦି ଅନ୍ୟତମ । ସେ ରଚନା କରିଥିବା ଚଳଚ୍ଚିତ୍ର କାହାଣୀ ମଧ୍ୟରେ ସେ ତୃତୀୟ ଓଡ଼ିଆ ଚଳଚ୍ଚିତ୍ର ଶ୍ରୀ ଜଗନ୍ନାଥ (୧୯୫୦) ଓ ଶ୍ରୀ ଲୋକନାଥ ( ୧୯୬୦) ଅନ୍ୟତମ । ସେ ଶ୍ରୀ ଜଗନ୍ନାଥର ଗୀତ ମଧ୍ୟ ରଚନା କରିଥିଲେ ଯାହା ତାଙ୍କ ଏକମାତ୍ର ଗୀତି ରଚନା । କାର୍ତ୍ତିକ କୁମାର ଘୋଷ ସାନଭାଇ ଓ ଗୌରୀଶଙ୍କର ରାୟ ତାଙ୍କର ବଡ଼ ଅଜା ଓ ରାମଶଙ୍କର ରାୟ ତାଙ୍କର ସାନ ଅଜା ଥିଲେ ।