ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଦରମା ବା ବେତନ ହେଉଛି ଏକ ନିଯୁକ୍ତିଦାତାଠାରୁ ଜଣେ କର୍ମଚାରୀଙ୍କୁ ଦେୟର ଏକ ରୂପ, ଯାହା ଏକ ନିଯୁକ୍ତି ଚୁକ୍ତିରେ ନିର୍ଦ୍ଦିଷ୍ଟ ହୋଇପାରେ । ଏହା ମଜୁରୀର ବିପରୀତ ଅଟେ, ଯେଉଁଠାରେ ପ୍ରତ୍ୟେକ କାର୍ଯ୍ୟ, ଘଣ୍ଟା, କିମ୍ବା ଅନ୍ୟାନ୍ୟ ୟୁନିଟ୍ ପର୍ଯ୍ୟାୟକ୍ରମେ ପରିବର୍ତ୍ତେ, ପୃଥକ ଭାବରେ ପ୍ରଦାନ କରାଯାଏ । ବ୍ୟବସାୟ ଚଳାଇବା ଦୃଷ୍ଟିକୋଣରୁ, ବେତନକୁ ଚଲାଇବା ପାଇଁ ମାନବ ସମ୍ବଳ ହାସଲ ଏବଂ ସଂରକ୍ଷଣର ମୂଲ୍ୟ ଭାବରେ ମଧ୍ୟ ଦେଖାଯାଇପାରେ, ଏବଂ ତା’ପରେ କର୍ମଚାରୀଙ୍କ ଖର୍ଚ୍ଚ ବା ବେତନ ଖର୍ଚ୍ଚ କୁହାଯାଏ । ହିସାବରେ, ଦରମା ଖାତାରେ ଦରମା ରେକର୍ଡ କରାଯାଏ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଆମେ ଯାହା କିଛି ଦେଖୁ ତାହାର କିଛି ନା କିଛି ଆକୃତି ଥାଏ । ପତ୍ର, ଫୁଲ, ଫଳ, ବିଭିନ୍ନ ପ୍ରକାରର ସ୍ଫଟିକ- ଏ ସମସ୍ତ ପଦାର୍ଥ ବହୁବିଧ ଆକୃତିର ପରିପ୍ରକାଶ । ଆକୃତି ସଚେତନତା କେବେଳ ମଣିଷର ବିଶେଷତ୍ୱ ନୁହେଁ, ଏହା ଜୀବଜନ୍ତୁଙ୍କର ମଧ୍ୟ ପ୍ରବୃତ୍ତିଗତ । ପ୍ରବୃତ୍ତିଗତ ଆକୃତି-ସଚେତନତାର ଉପଯୋଗ କରି ମନୁଷ୍ୟ ନିଜର ସଭ୍ୟତା ଓ ଜ୍ଞାନର ଉତ୍କର୍ଷ ସାଧନ କରିପାରିଛି । ଆକୃତିଗତ ଜ୍ଞାନର ପରିମାର୍ଜନା ଫଳରେ ହିଁ ଜ୍ୟାମିତି ଶାସ୍ତ୍ରର ଉଦ୍ଭବ ହୋଇଛି । ଯାଯାବର ଅବସ୍ଥାରୁ ଓହରି ଆସି କୃଷିକର୍ମକୁ ଆଦରି ନେବା ପରେ ମନୁଷ୍ୟ ସ୍ଥାୟୀ ବସତି ସ୍ଥାପନ କଲା । ଚାଷଜମିର ଅକାର ନିର୍ଦ୍ଧାରଣ, ରାସ୍ତା ଓ ବାସଗୃହ ନିର୍ମାଣରେ ପ୍ରକୃତିରୁ ଆହରଣ ଆକୃତିଗତ ଜ୍ଞାନର ଉପଯୋଗ ହେଲା । ପରିଣାମ ସ୍ୱରୂପ ଜ୍ଞାନରାଜ୍ୟର ଏକ ବିସ୍ତ୍ରୁତ ପରିସର ଉନ୍ମୁକ୍ତ ହେଲା ଓ ତାହା ହେଉଛି ଜ୍ୟାମିତି ଶାସ୍ତ୍ର ଜ୍ୟାମିତି ଶବ୍ଦର ଅର୍ଥରୁ ଏକଥା ସ୍ପଷ୍ଟ । 'ଜ୍ୟା’ର ଅର୍ଥ ପୃଥିବୀ ଓ ‘ମିତି’ର ଅର୍ଥ ମାପ । ‘Geometry’ ଶବ୍ଦଟି ଦୁଇଟି ଗ୍ରୀକ ଶବ୍ଦ Geo (ପୃଥିବୀ) ଓ Metron (ମାପ)ରୁ ସୃଷ୍ଟି ହୋଇଛି । ଜମି ମାପ କରିବାର ଆବଶ୍ୟକତାରୁ ଜ୍ୟାମିତିର ସୃଷ୍ଟି । ମାନବ ସଭ୍ୟତାର ଅଗ୍ରଗତି ସହିତ ଜ୍ୟାମିତି ଅଭିବୃଦ୍ଧି ଜଡ଼ିତ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ୱ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ୱାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ୱତନ୍ତ୍ର ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ରୋହିତ ଗୁରୁନାଥ ଶର୍ମା (ଜନ୍ମ: ୩୦ ଏପ୍ରିଲ ୧୯୮୭) ଜଣେ ଭାରତୀୟ ଆନ୍ତର୍ଜାତୀୟ କ୍ରିକେଟର ତଥା ଭାରତୀୟ ପୁରୁଷ କ୍ରିକେଟ ଦଳର ଅଧିନାୟକ ଅଟନ୍ତି । ଜଣେ ଶ୍ରେଷ୍ଠ ଭାରତୀୟ ଓପନର ବ୍ୟାଟ୍ସମ୍ୟାନ୍ ହିସାବରେ ସେ ଖୁବ୍ ପରିଚିତ । ସେ ଡାହାଣହାତୀ ବ୍ୟାଟ୍ସମ୍ୟାନ୍ ହିସାବରେ ଭାରତୀୟ ଆନ୍ତର୍ଜାତୀୟ ଦଳ ଓ ଆଇପିଏଲ ପାଇଁ ମୁମ୍ବାଇ ଇଣ୍ଡିଆନସ୍ ପାଇଁ ମ୍ୟାଚ୍ ଖେଳନ୍ତି । ରୋହିତ ମଧ୍ୟ ମୁମ୍ବାଇ ଇଣ୍ଡିଆନସ୍ର ଅଧିନାୟକ ଅଛନ୍ତି ଏବଂ ତାଙ୍କ ନେତୃତ୍ୱରେ ଦଳ ୫ଟି ଟାଇଟଲ୍ ଜିତିଛି, ଯାହାକି ଅନ୍ୟ କୌଣସି ଦଳଠାରୁ ସର୍ବାଧିକ । ଏକ ଦିନିକିଆ ଆନ୍ତର୍ଜାତୀୟ ମ୍ୟାଚରେ ଏକମାତ୍ର ଖେଳାଳି ଭାବେ ସର୍ବାଧିକ ବ୍ୟକ୍ତିଗତ ସ୍କୋର (୨୬୪) ଏବଂ ତିନିଥର ଦ୍ୱିଶତକ କରିଛନ୍ତି । ତାଙ୍କର କ୍ରିକେଟ ପ୍ରତି ଅବଦାନ ପାଇଁ ତାଙ୍କୁ ୨୦୧୫ ମସିହାରେ ଅର୍ଜୁନ ପୁରସ୍କାର ଓ ୨୦୨୦ ମସିହାରେ ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଘୀୟ ରାଷ୍ଟ୍ର, ଯାହା ୨୮ଟି ରାଜ୍ୟ ଏବଂ ୮ଟି କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଗଠିତ। ମୋଟ ଉପରେ ଏହି ୩୬ଟି ଉପ-ଜାତୀୟ ପ୍ରଶାସନିକ ଏକକ ରହିଛି। ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପୁନଶ୍ଚ ଅନେକ ଜିଲ୍ଲାରେ ବିଭକ୍ତ କରାଯାଇଛି। ସମଗ୍ର ଭାରତରେ ସମୁଦାୟ ୭୮୪ଟି ଜିଲ୍ଲା ରହିଛି, ଯାହାର ଅଧୀନରେ ଆହୁରି ଅନେକ ପ୍ରଶାସନିକ ସ୍ତର ସ୍ଥିର କରାଯାଇଛି।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
ନରେନ୍ଦ୍ର ଦାମୋଦର ଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ୨୦୧୪ ମସିହାରୁ ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ମୋଦୀ ୨୦୦୧ରୁ ୨୦୧୪ ପର୍ଯ୍ୟନ୍ତ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ବାରଣାସୀର ସାଂସଦ ଥିଲେ । ସେ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ଦକ୍ଷିଣପନ୍ଥୀ ହିନ୍ଦୁ ଜାତୀୟତାବାଦୀ ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସଦସ୍ୟ । ସେ ଭାରତୀୟ ଜାତୀୟ କଂଗ୍ରେସ ବାହାରେ ସର୍ବାଧିକ କାଳ ଧରି ଥିବା ପ୍ରଧାନମନ୍ତ୍ରୀ ।
ରକ୍ତ ହେଉଛି ଏକ ପ୍ରକାର ସଂଯୋଜକ ତନ୍ତୁ । ଏହାର ଅନ୍ତର୍ଗତ ଜୀବକୋଷଗୁଡ଼ିକୁ ରକ୍ତ କୋଷ ବା ରକ୍ତକଣିକା (Blood Corpuscles) କୁହାଯାଏ। ଏହି କଣିକାଗୁଡ଼ିକ ରକ୍ତରେ ଏକ ତରଳ ପଦାର୍ଥରେ ଭାସୁଥାନ୍ତି, ସେହି ତରଳ ପଦାର୍ଥକୁ ପ୍ରଲସି (plasma) କୁହାଯାଏ । ତେଣୁ ସାଧାରଣ ଭାବରେ ବୁଝିବାକୁ ଗଲେ ରକ୍ତ ହେଉଛି ମୁଖ୍ୟତଃ ପ୍ରଲସି ଓ ରକ୍ତ କଣିକାର ସମଷ୍ଟି । ରକ୍ତ ଏକ ଅଠାଳିଆ ତରଳ ପଦାର୍ଥ ଯାହାର ସ୍ୱାଦ ଲୁଣିଆ ଓ ଗନ୍ଧ ଆଇଁଷିଣିଆ । ଏହାର ରଙ୍ଗ ଲାଲ ହୋଇଥିଲେ ମଧ୍ୟ କେତେକ ପରିସ୍ଥିତିରେ ଏହାର ରଙ୍ଗରେ ପାର୍ଥକ୍ୟ ଦେଖାଯାଇଥାଏ । ଅଣୁବୀକ୍ଷଣ ସାହାଯ୍ୟରେ ରକ୍ତକୁ ପରୀକ୍ଷା କଲେ ସେଥିରେ ଥିବା କଣିକାଗୁଡ଼ିକ ଦେଖାଯାନ୍ତି।
ଢମଣା ସାପ ବା ଢାମଣା ସାପକୁ ଇଂରାଜୀରେ oriental ratsnake (ପ୍ରାଚ୍ୟ ଦେଶର ମୂଷାଖିଆ ସାପ), Indian rat snake (ଭାରତୀୟ ମୂଷାଖିଆ ସାପ), 'ଡାରାଶ୍' ବା ଢାମନ୍, ବୋଲି କୁହାଯାଏ । ଏହି ସାପ କୋଲୁବ୍ରିଡ୍ ପ୍ରଜାତିର ଏବଂ ଦକ୍ଷିଣ ତଥା ଦକ୍ଷିଣ-ପୂର୍ବ ଏସିଆରେ ଅଧିକାଂଶରେ ଦେଖାଯାନ୍ତି । ଢ଼ମଣା ସାପ ଆକାରରେ ପ୍ରାୟତଃ ଦେଖା ଯାଉଥିବା ସପଙ୍କଠାରୁ ବଡ଼ ଏବଂ ପ୍ରାୟ ୨ ମିଟର୍ (୬.୬ ଫୁଟ୍) ପର୍ଯ୍ୟନ୍ତ ବଢ଼ନ୍ତି (କିଛି ଢମଣା ସାପ ପ୍ରାୟ ୩ ମିଟର୍ ବା ୯.୮ ଫୁଟ୍ ପର୍ଯ୍ୟନ୍ତ ବଢ଼ିବା ଦେଖାଯାଇଛି) । ସ୍ଥାନାନୁଯାୟୀ ସେମାନଙ୍କ ରଙ୍ଗରେ ପାର୍ଥକ୍ୟ ଦେଖାଯାଏ । ଶୁଷ୍କ ଅଞ୍ଚଳର ଢମଣା ସାପମାନେ ଫିକା ମାଟିଆ ରଙ୍ଗର ହୋଇଥିବା ବେଳେ ଆର୍ଦ୍ର ଅଞ୍ଚଳର ଢମଣା ସାପମାନେ ଗାଢ଼ ଓ ପ୍ରାୟ କଳା ରଙ୍ଗର ହୋଇଥାନ୍ତି । ଢମଣା ସାପ ମୁଖ୍ୟତଃ ଦିବାଚର ଏବଂ ବିଷହୀନ ହୋଇଥାନ୍ତି । ଏମାନେ କିଛି ମାତ୍ରାରେ ବୃକ୍ଷ ଇତ୍ୟାଦିରେ ଚଢ଼ିବା ସହିତ ଦ୍ରୁତ ବେଗରେ ଗତି ମଧ୍ୟ କରିପାରନ୍ତି । ବହୁ କ୍ଷୁଦ୍ରାକାର ପ୍ରାଣୀଙ୍କୁ ଢମଣା ସାପ ଆହରଣ କରିଥାଏ, ତେବେ ପ୍ରାୟତଃ ଏହି ସାପ ଜନବସତି ଆଖାପାଖି ଅଞ୍ଚଳରେ ଦେଖାଯାନ୍ତି, ଯେଉଁଠାରେ ମୂଷା ଏମାନଙ୍କ ଖାଦ୍ୟର ମୁଖ୍ୟ ଉପାଦାନ ଥାଏ ।
ବର୍ଷା ସିଂହ ବରିହା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୨ ମସିହାରେ ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚରେ, ସେ ପଦ୍ମପୁରରୁ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମହାକାଳପଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ମହାକାଳପଡ଼ା (କ୍ରମିକ ସଂଖ୍ୟା: ୧୦୦) କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଚ୍ୟାଲେଞ୍ଜ୍ ୨୦୨୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଆଦିକନ୍ଦ ସାହୁ । ମାନସ ପଢ଼ିଆରୀ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସାଇ କିରଣ ମଙ୍ଗରାଜ । ସଙ୍ଗୀତକାର ଗୌରବ ଆନନ୍ଦ ଓ ଅର୍ଜୁନ ଅନୁପ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଗାର୍ଗୀ ମହାନ୍ତି ଜଣେ ଓଡ଼ିଆ ଚଳଚ୍ଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ଗାର୍ଗୀ ଜଣେ ଦକ୍ଷ ଏବଂ ପ୍ରଶିକ୍ଷିତ ଓଡ଼ିଶୀ ନର୍ତ୍ତକୀ । ସେ ଅଢ଼େଇ ବର୍ଷ ବୟସରୁ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ସେ ପ୍ରଥମେ ଓଡ଼ିଆ ଆଲବମରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ୨୦୦୫ରେ ସେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗାର୍ଗୀଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ହର ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଅର୍ଜୁନ । ସେ ଓଡ଼ିଆ ଦୂରଦର୍ଶନରେ ମଧ୍ୟ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ପ୍ରଥମେ ସେ ଡିଡି ଓଡ଼ିଆର ଧାରାବାହିକ କହିଲେ ତୋ କୁଳ କୁଟୁମ୍ବକୁ ଲାଜରେ ଅଭିନୟ କରିଥିଲେ ।
ବେଜିଂ ଚୀନର ରାଜଧାନୀ । ଏହା ପୃଥିବୀର ଦ୍ୱିତୀୟ ଜନାକୀର୍ଣ୍ଣ ସହର । ଏହି ସହର ଚୀନର ଉତ୍ତର ଭାଗରେ ଅବସ୍ଥିତ । ଚୀନର ସରକାର ଏହି ସହରକୁ ସିଧାସଳଖ ମହାନଗର ନିଗମ ଭାବେ ପରିଚାଳିତ କରୁଛନ୍ତି ଓ ଏହା ସହିତ ଜାତୀୟ ସରକାର ଅଧୀନରେ ୧୬ଟି ପୌରାଞ୍ଚଳ, ଉପ-ପୌରାଞ୍ଚଳ ଓ ଗ୍ରାମ୍ୟାଞ୍ଚଳ ଶାସିତ ହେଉଛି । ବେଜିଂରେ ଉଭୟ ଆଧୁନିକ ଓ ପାରମ୍ପରିକ ସ୍ଥାପତ୍ୟର ମିଶ୍ରଣ ରହିଛି । ଏହି ନଗର ଶିକ୍ଷା,ରାଜନୀତି, ଅର୍ଥନୀତି, ଇତିହାସ, ପରମ୍ପରା, ପ୍ରଯୁକ୍ତି ବିଦ୍ୟା ଆଦିରେ ଅନେକ ପ୍ରତିପତ୍ତି ହାସଲ କରିସାରିଛି । ପୌରାଞ୍ଚଳବାସୀଙ୍କଦ୍ୱାରା ଜନାକୀର୍ଣ୍ଣ ହେବାରେ ସାଂଘାଇ ପରେ ବେଜିଂ ଦ୍ୱିତୀୟ ଚୀନୀ ସହର । ଏହା ଦେଶର ରାଜନୀତି, ପରମ୍ପରା ଓ ଶିକ୍ଷାର ମଧ୍ୟ କ୍ଷେତ୍ର । ୨୦୧୦ ମସିହା ପରଠାରୁ ବେଜିଂ ରାଜଧାନୀ ଅନ୍ତର୍ଜାତୀୟ ବିମାନବନ୍ଦର ପୃଥିବୀର ବହୁଳ ଯାତ୍ରୀମାନଙ୍କ ପାଇଁ ବ୍ୟସ୍ତପୂର୍ଣ୍ଣ ଅନ୍ତର୍ଜାତୀୟ ବିମାନବନ୍ଦର ପାଲଟିଥିଲା ।
ରଙ୍ଗବତୀ (ରଙ୍ଗବତୀ କନକଲତା ନାମରେ ମଧ୍ୟ ଜଣା), ଓଡ଼ିଶାର ଏକ ଲୋକଗୀତ । ଏହା ପ୍ରଥମେ ଅଲ ଇଣ୍ଡିଆ ରେଡ଼ିଓ ପାଇଁ ସତୁରି ଦଶକର ମଝି ଆଡ଼କୁ ରେକର୍ଡ଼ କରାଯାଇଥିଲା । ଜଣାଶୁଣା ହେବା ପରେ କଲିକତାର ଏକ ରେକର୍ଡ଼ କମ୍ପାନି ୧୯୭୬ରେ ଏହାକୁ ରେକର୍ଡ଼ କରିଥିଲା । କିଛି ଅସୁବିଧା ସକାଶେ ରେକର୍ଡ଼ ବିତରଣ କିଛି କାଳ ରୋକାଯାଇଥିଲେ ହେଁ ପରେ ୧୯୭୮-୧୯୭୯ରେ ଏହା ବିତରିତ ହୋଇଥିଲା ।
ଚୀନ୍ , ଆନୁଷ୍ଠାନିକ ଭାବରେ ଚୀନ୍ ଗଣରାଜ୍ୟ (PRC) , ପୂର୍ବ ଏସିଆର ଏକ ଦେଶ । ୧.୪ ବିଲିୟନରୁ ଅଧିକ ଜନସଂଖ୍ୟା ସହିତ , ଏହା ଭାରତ ପରେ ଦ୍ୱିତୀୟ ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ , ଯାହା ବିଶ୍ୱ ଜନସଂଖ୍ୟାର ୧୭.୪% ପ୍ରତିନିଧିତ୍ୱ କରେ । ଚୀନ୍ ବିଶାଳ ; ଏହା ପ୍ରାୟ ୯.୬ ନିୟୁତ ବର୍ଗ କିଲୋମିଟର ( ୩,୭୦୦,୦୦୦ ବର୍ଗ ମାଇଲ ) ଅଞ୍ଚଳ ପରିବ୍ୟାପ୍ତ ଚଉଦ ଦେଶକୁ ଭୂମି ଦ୍ୱାରା ସୀମାବଦ୍ଧ କରିଥାଏ , ଯାହା ଏହାକୁ ଭୂମି କ୍ଷେତ୍ର ଅନୁସାରେ ତୃତୀୟ ବୃହତ୍ତମ ଦେଶ କରିଥାଏ । ଦେଶଟି ୩୩ଟି ପ୍ରଦେଶ-ସ୍ତରୀୟ ବିଭାଗରେ ବିଭକ୍ତ : ୨୨ଟି ପ୍ରଦେଶ , ୫ଟି ସ୍ୱାୟତ୍ତ ଅଞ୍ଚଳ , ୪ଟି ପୌରପାଳିକା ଏବଂ ୨ଟି ଅର୍ଦ୍ଧ-ସ୍ୱାୟତ୍ତ ସ୍ୱତନ୍ତ୍ର ପ୍ରଶାସନିକ ଅଞ୍ଚଳ । ବେଜିଂ ( Beijing ) ଦେଶର ରାଜଧାନୀ , ଯେତେବେଳେ କି ସାଂଘାଇ ସହରାଞ୍ଚଳ ଅନୁସାରେ ଏହାର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ସହର ଏବଂ ସର୍ବବୃହତ ଆର୍ଥିକ କେନ୍ଦ୍ର । ସଭ୍ୟତାର ଛଅଟି ଉଦ୍ଗମ ସ୍ଥଳ ମଧ୍ୟରୁ ଗୋଟିଏ ଭାବରେ ବିବେଚିତ ଚୀନ୍ , ପ୍ରାଚୀନପ୍ରସ୍ତର କାଳୀନ ସମୟରେ ଏହି ଅଞ୍ଚଳରେ ପ୍ରଥମ ମାନବ ବାସିନ୍ଦାଙ୍କ ଆଗମନ ଦେଖିଥିଲା । ଦ୍ୱିତୀୟ ସହସ୍ରାବ୍ଦ ଖ୍ରୀଷ୍ଟପୂର୍ବର ଶେଷ ସୁଦ୍ଧା , ପ୍ରାରମ୍ଭିକ ରାଜବଂଶୀୟ ରାଜ୍ୟଗୁଡ଼ିକ ୟେଲୋ ନଦୀ ( ହ୍ବାଙ୍ଗ୍-ହୋ ନଦୀ ) ଅବବାହିକାରେ ଆବିର୍ଭାବ ହୋଇଥିଲା । ଖ୍ରୀ. ପୂ. ଅଷ୍ଟମରୁ ତୃତୀୟ ଶତାବ୍ଦୀ ମଧ୍ୟରେ ଝୋଉ ( Zhou ) ବଂଶର ପ୍ରଭୁତ୍ୱର ପତନ ଘଟିଲା , ଯାହା ସହିତ ପ୍ରଶାସନିକ ଓ ସେନା ସମ୍ପର୍କୀୟ ପ୍ରଣାଳୀ , ସାହିତ୍ୟ , ଦାର୍ଶନିକତା ଓ ଇତିହାସଲେଖନର ଉଦୟ ହୋଇଥିଲା । ୨୨୧ ଖ୍ରୀ.
ଆର୍ଯ୍ୟାବର୍ତ୍ତ ଭାରତ ବର୍ଷର ପ୍ରତ୍ୟେକ ଭାରତୀୟ ଚତୁର୍ଦ୍ଧାମ ରାମେଶ୍ୱର, ପୁରୀ, ବଦ୍ରୀନାଥ ଓ ଦ୍ୱାରକା ଦର୍ଶନର କାମନା କରିଥାନ୍ତି । ଚାରୋଟି ସ୍ଥାନ – ଚାରିଧାମ ପରମ ପବିତ୍ର । ଏଥିମଧ୍ୟରୁ ତିନୋଟି ଧାମ ପୁରୀ, ରାମେଶ୍ୱର ଏବଂ ଦ୍ୱାରକା ସାଗର କୂଳରେ ଓ ବଦ୍ରୀନାଥ ଧାମ ହିମାଳୟ ପର୍ବତରେ ଅବସ୍ଥିତ । କଥିତ ଅଛି ଯେ ମନୁଷ୍ୟ ପରି ଭଗବାନ ମଧ୍ୟ ରାମେଶ୍ୱରରେ ସ୍ନାନ କରି ଆଭୂଷଣ ବିମଣ୍ଡିତ ହୁଅନ୍ତି ଦ୍ୱାରକାରେ, ଶ୍ରୀକ୍ଷେତ୍ରରେ ଷାଠିଏ ପଉଟି ଭୋଜନ କରି ବଦ୍ରିକାର ନିଶ୍ଚଳ ଅଞ୍ଚଳରେ ସୁଖ ନିଦ୍ରା ଯାଇଥାନ୍ତି । କାର୍ତ୍ତିକଠାରୁ ବୈଶାଖ ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ଛଅମାସ କାଳ ବଦ୍ରୀନାଥ ମନ୍ଦିର ଦ୍ୱାର ବନ୍ଦ ରହେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.