ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସପେଟା ସେହି ନାମରେ ଥିବା ଏକ ଚିରହରିତ ଦୀର୍ଘସ୍ଥାୟୀ ଗଛର ଫଳ ଅଟେ । ଏହି ବୃକ୍ଷର ଉଦ୍ଭିଦ ବିଜ୍ଞାନ ନାମ ହେଉଛି Manilkara zapota । ଏହା ମୂଳତଃ ମଧ୍ୟ ଅମେରିକୀୟ ଦେଶ ଗୁଆଟେମାଲା, ବେଲିଜ, ମେକ୍ସିକୋ ଓ କାରିବୀୟ ଦେଶ ମାନଂକରେ ଦେଖାଯାଉଥିଲା । ସ୍ପେନୀୟମାନଂକଦ୍ୱାରା ଏହା ଫିଲିପାଇନ୍ସ ଦ୍ୱୀପପୁଞ୍ଜକୁ ଆସିଥିଲା ଓ ସେଠାରୁ ଏସିଆର ଅନ୍ୟ ଭାଗକୁ ବିସ୍ତାର ହୋଇଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ହାଣ୍ଟାଭୂତାଣୁ ପଲମୋନାରୀ ସିଣ୍ଡ୍ରୋମ
ହାଣ୍ଟାଭୂତାଣୁ ପଲମୋନାରୀ ସିଣ୍ଡ୍ରୋମ ବା ହାଣ୍ଟାଭାଇରସ ପଲମୋନାରୀ ସିଣ୍ଡ୍ରୋମ (ଇଂରାଜୀ ଭାଷାରେ Hantavirus pulmonary syndrome (HPS)) ଦୁଇଟ ସମ୍ଭାବ୍ୟ ଘାତକ ସିଣ୍ଡ୍ରୋମ (ଏକ ନିର୍ଦ୍ଦଷ୍ଟ ଲକ୍ଷଣ ପୁଞ୍ଜ) ମଧ୍ୟରୁ ଗୋଟିଏ ଯାହା ହାଣ୍ଟାଭୂତାଣୁ (hantavirus) ପ୍ରଜାତିମାନଙ୍କ ଯୋଗୁ ହୁଏ ଓ ପ୍ରାଣୀମାନଙ୍କଠାରୁ ମାନବକୁ ସଂକ୍ରମିତ ହୋଇଥାଏ । ଏହି ଭୁତାଣୁମାନଙ୍କର ନାମ: ବ୍ଲାକ କ୍ରିକ କେନାଲ ଭୂତାଣୁ (Black Creek Canal virus (BCCV)), ନିୟୁ ୟୋର୍କ ଅର୍ଥୋହାଣ୍ଟାଭାଇରସ (New York orthohantavirus (NYV)), ମୋନୋହାଗେଲା ଭାଇରସ (Monongahela virus (MGLV)), ସିନ ନୋମ୍ବ୍ରେ ଅର୍ଥୋହାଣ୍ଟାଭାଇରସ (Sin Nombre orthohantavirus (SNV)) ଓ ଅନ୍ୟ କେତେକ ହାଣ୍ଟାଭାଇରସ ପ୍ରଜାତିର ଭୂତାଣୁ ଯେଉଁମାନେ ଯୁକ୍ତରାଷ୍ଟ୍ର ଆମେରିକା ଓ କାନାଡ଼ାରେ ଦେଖାଯାଆନ୍ତି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସୁଭାଶିଷ ଶର୍ମା ଜଣେ ଓଡ଼ିଆ କଥାଚିତ୍ର ଓ ଦୂରଦର୍ଶନ ଧାରାବାହିକ ଅଭିନେତା । ସେ ଇଟିଭି ଓଡ଼ିଆରେ ପ୍ରସାରିତ ଧାରାବାହିକ ଅପା ଜରିଆରେ ଅଭିନୟ କରିବା ଆରମ୍ଭ କରିଥିଲେ । ୨୦୧୦ ମସିହାରେ ସେ ପ୍ରେମ ଅଢ଼େଇ ଅକ୍ଷର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା କରିବା ଆରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ ସେ ମୁଖ୍ୟ ନାୟକ ଭାବରେ ଓଡ଼ିଆ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ୨୦୧୨ ମସିହାରେ ତୁ ମୋ ଆରମ୍ଭ ତୁ ମୋ ଶେଷରେ ପ୍ରଥମ ଥର ପାଇଁ ନାୟକ ଭାବରେ ଅଭିନୟ କରିଥିଲେ । ତରଙ୍ଗ ଟିଭିରେ ପ୍ରସାରିତ ଧାରାବାହିକ ସ୍ୱାଭିମାନରେ ସେ ପ୍ରଥମ ଥର ପାଇଁ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ସେ ଓଡ଼ିଆ କଥାଚିତ୍ର ଜଗତରେ ନାୟକ, ଚରିତ୍ର ଅଭିନେତା ଓ ଖଳନାୟକ ଭାବରେ କାମ କରନ୍ତି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ () (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସୋମରାଜ୍ୟାଦି ବର୍ଗର କଷାୟ ଶାକଗୁଳ୍ମ, ପାଟଫୁଲିଆ ଏକ ଗୁଳ୍ମଜାତୀୟ ଉଦ୍ଭିଦ । ପତ୍ରଗୁଡ଼ିକ ଅଳ୍ପକେ କୋଇଲିଖିଆ ପତ୍ର ପରି ଦିଶିଥାଏ, କିନ୍ତୁ ଆକାରରେ ଛୋଟ ଓ ଓସାରରେ ଟିକେ ବେଶୀ ହୋଇଥାଏ । ଏହାର ଫୁଲ ପାଟଫୁଲ ପରି ଦିଶୁଥିବାରୁ ଏହାକୁ ପାଟଫୁଲିଆ କହନ୍ତି । ଏହାର ଫୁଲ ଗୋଲାପୀ ଓ ପାଟନାଲି, ଦୁଇପ୍ରକାରର ହୋଇଥାଏ। ଫୁଲଗୁଡ଼ିକ ଟାଉଁସିଆ ଓ ଖରାରେ ଶୀଘ୍ର ମଉଳି ଯାଏନାହିଁ। ଏହା ଘାସଜମି, ସାଧାରଣ ପଡ଼ିଆରେ ଜନ୍ମିଥିବାର ଦେଖାଯାଏ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଆନ୍ତର୍ଜାତିକ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ଅଳ୍ପ କେତୋଟି ମୁସଲିମ ରାଷ୍ଟ୍ରକୁ ବାଦ ଦେଲେ ପ୍ରାୟ ସମସ୍ତ ଦେଶ ଏହାକୁ ପାଳନ ଲାଗି ସମର୍ଥନ କରିଥିଲେ । ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । । ପ୍ରାୟ ୬୦୦୦ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗଦ୍ୱାରା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ନେବା ଓ ଏହାକୁ ଦୈନିକ ନିଜ ଦିନଚର୍ଯାରେ ଅଂଶିଭୂତ ପାଇଁ ଅନୁରୋଧ କରିବା ସହ ଭାରତ ଏହାକୁ ନିଜର ବୌଦ୍ଧିକ ସମ୍ପତି ଦାବୀ କରେନାହିଁ ବୋଲି ସ୍ପଷ୍ଟୋକ୍ତି ଦେଇଥିଲା ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ସଲିଲ୍ ମିତ୍ର (୭ ଅପ୍ରେଲ ୧୯୬୭ - ୪ ଜୁନ ୨୦୧୯) ଜଣେ ଓଡ଼ିଆ ହାସ୍ୟ ଅଭିନେତା ଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଦୂରଦର୍ଶନ ଓ ବିଭିନ୍ନ ମଞ୍ଚରେ ଅଭିନୟ କରୁଥିଲେ । କରଞ୍ଜିଆ, ମୟୂରଭଞ୍ଜରେ ଜନ୍ମିତ ସଲିଲ ୧୯୯୯ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ କଥାଚିତ୍ର, ଧାରାବାହିକ, ଆଧୁନିକ ଗୀତ, ଭଜନ, ନାଟକ ଆଦିରେ ଅଭିନୟ କରିଥିଲେ । ଇ ଟିଭି ଓଡ଼ିଆରେ ପ୍ରସାରିତ ବଡ଼ ଘର ବଡ଼ ଗୁମର କଥା ଭଳି କିଛି ଧାରାବାହିକରେ ସେ ଖଳନାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୨ ମଇ ୨୦୧୯ରେ ସେ ଏକ ଦୁର୍ଘଟଣାର ଶିକାର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏବଂ ୪ ଜୁନ ୨୦୧୯ରେ ସେ ମୃତ୍ୟୁବରଣ କରିଥିଲେ ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସାପ ଏକ ସରୀସୃପ ଜାତୀୟ ଜୀବ । ସାପ ବିଷଧର ଓ ବିଷହୀନ ମଧ୍ୟ ହୋଇ ପାରନ୍ତି । ବିଶ୍ୱର ସବୁ ସ୍ଥାନରେ ସାପ ଦେଖିବାକୁ ମିଳନ୍ତି ନାହିଁ । କେବଳ କ୍ରାନ୍ତୀୟ ଜଳବାୟୁରେ ବିଶେଷ ପରିମାଣରେ ସାପ ଦେଖିବାକୁ ମିଳିଥାଆନ୍ତି । ସେହିପରି କ୍ରାନ୍ତୀୟ ଅଞ୍ଚଳର ଉଷ୍ମତା ରକ୍ଷା କରୁଥିବା ସ୍ଥାନମାନଙ୍କରେ ବିଶେଷ ପରିମାଣରେ ସର୍ପ ଦେଖିବାକୁ ମିଳିଥା’ନ୍ତି । ଅତ୍ୟନ୍ତ ଥଣ୍ଡା ସ୍ଥାନମାନଙ୍କରେ ବିଶ୍ୱରେ ସାପ ଦେଖିବାକୁ ମିଳନ୍ତି ନାହିଁ । ପୃଥିବୀର ସୁମେରୁ ଅଞ୍ଚଳ ଅର୍ଥାତ୍ ଉତ୍ତର ମେରୁ ଅଞ୍ଚଳ, ନ୍ୟୁଜିଲାଣ୍ଡ ଓ ଏୟାରଲ୍ୟାଣ୍ଡ ପ୍ରଭୃତି ଅଞ୍ଚଳରେ ସାପ ଦେଖିବାକୁ ମିଳନ୍ତି ନାହିଁ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସାମାଜିକ ମାଧ୍ୟମରେ ବିଶ୍ଳେଷଣ-ବିଜ୍ଞାନ
ଏକବିଂଶ ଶତାବ୍ଦୀରେ ସାମାଜିକ ମାଧ୍ୟମ (ଈଂରାଜୀରେ Social Media) ପ୍ରତି ମୁହୁର୍ତ୍ତରେ ନିଜ ପ୍ରଭାବ ବିସ୍ତାର କରି ଚାଲିଛି । ତେଣୁ ସାମାଜିକ ମାଧ୍ୟମର ଉପଯୋଗ କରି ବ୍ୟବସାୟ କରୁଥିବା ଅନେକ କମ୍ପାନୀ ବିଶ୍ଳେଷଣ ବିଜ୍ଞାନ (ଈଂରାଜୀରେ Analytics)ର ସହାୟତା ଲୋଡିଥାନ୍ତି । ବୈଦୁତିକ ଓ ସାମାଜିକ ମାଧ୍ୟମରେ ହେଉଥିବା ସମସ୍ତ କଥୋପକଥନ, ତଥ୍ୟ ସନ୍ଧାନ, ପ୍ରତିକ୍ରିୟା ଇତ୍ୟାଦିକୁ ନିରୀକ୍ଷଣ କରି ଏଥିରୁ ବ୍ୟବସାୟକୁ ପ୍ରଭାବିତ କରିପାରୁଥିବା ତଥ୍ୟ ସଂଗ୍ରହ କରିବା ଓ ଏହି ତଥ୍ୟକୁ ଭିତ୍ତି କରି ବ୍ୟବସାୟିକ ନିର୍ଣ୍ଣୟ ନେବାରେ ସହାୟତା କରିବା ହିଁ ବିଶ୍ଳେଷଣ ବିଜ୍ଞାନର ମୂଳ ଲକ୍ଷ୍ୟ ।
ସମାଜ ବିଜ୍ଞାନ ସାମାଜିକ ବ୍ୟବହାର ଓ ଅନୁଷ୍ଠାନର ଏକାଡେମିକ୍ ପାଠ ଅଟେ । ଗୋଟିଏ ସମାଜଶାସ୍ତ୍ର ଭାବରେ ଏହା ଅନୁଭବଜନ୍ୟ ଓ ସମୀକ୍ଷାତ୍ମକ ପଦ୍ଧତି ବ୍ୟବହାର କରି ସାମାଜିକ ବ୍ୟବସ୍ଥା,ସାମାଜିକ ଅବ୍ୟବସ୍ଥା ତଥା ସାମାଜିକ ପରିବର୍ତ୍ତନ ବିଷୟରେ ଜ୍ଞାନ ଅର୍ଜନ କରିବାରେ ସାହାଯ୍ୟ କରେ । ପାରମ୍ପରିକ ଭାବରେ ସମାଜବିଜ୍ଞାନର ଫୋକସ୍ ସାମାଜିକ ସ୍ତରୀକରଣ, ସାମାଜିକ ବର୍ଗ, ସାମାଜିକ ଗତିଶିଳତା, ଧର୍ମ, ଆଇନ୍, ଯୌନତା ଓ ବିପତତା ଆଦି ବିଷୟରେ ରହିଆସିଅଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଏବଂ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ପ୍ରକ୍ରିୟାକରଣ କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର ( RAM memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ତର୍କ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।