ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଏହା ସୌରଜଗତର ଏକ ଅଂଶବିଶେଷ । ଦୂରତା କ୍ରମରେ ସୂର୍ଯ୍ୟଠାରୁ ଏହା ଚତୁର୍ଥ ଗ୍ରହ । ପୃଥିବୀ କକ୍ଷପଥ ବାହାରେ ଏହା ପ୍ରଥମ ସୌରଗ୍ରହ । ଏହାର ପୃଷ୍ଠଦେଶ ଲାଲ ରଙ୍ଗର ପଥର ଓ ବାଲିରେ ଗଠିତ । ବାୟୁମଣ୍ଡଳ ପତଳା କାର୍ବନ୍ ଡାଇଅକ୍ସାଇଡ୍(CO2)ରେ ପରିପୁର୍ଣ୍ଣ । ରାତି ଆକାଶରେ ଆମକୁ ଏହାର ରଙ୍ଗ ଲାଲ୍ ଦେଖାଯାଏ । ପୃଥିବୀ ସହିତ ଏହାର ଅନେକ ସାମଞ୍ଜସ୍ୟ ଅଛି । ପୃଥିବୀ ଓ ମଙ୍ଗଳ ଗ୍ରହରେ ଗୋଟିଏ ଦିନର ଅବଧି ପ୍ରାୟ ସମାନ । ମଙ୍ଗଳର ଅକ୍ଷ ତାର କକ୍ଷତଳ ସହ ପ୍ରାୟ ୨୩.୯୮° ଢଳି ରହିଛି । ଏଣୁ ପୃଥିବୀ ପରି ମଙ୍ଗଳରେ ବି ଋତୁ ପରିବର୍ତନ ହେଉଥିବ । ଏଠାରେ ଦୁଇଟି ଋତୁ ଦେଖାଯାଏ, ଗ୍ରୀଷ୍ମ ଓ ଶୀତଋତୁ । ମଙ୍ଗଳର ଦୁଇଟି ଉପଗ୍ରହ ଅଛି, ସେଗୁଡିକ ହେଲା- ଫୋବୋସ୍ ଓ ଡେଇମୋସ୍ ।
ବିକ୍ରମ ବାତ୍ରା ପରମ ବୀର ଚକ୍ର (୯ ସେପ୍ଟେମ୍ବର ୧୯୭୪ - ୭ ଜୁଲାଇ ୧୯୯୯) ଜଣେ ଭାରତୀୟ ସେନା ଅଧିକାରୀ ଥିଲେ । କାରଗିଲ ଯୁଦ୍ଧ ସମୟରେ କରିଥିବା କାର୍ଯ୍ୟ ପାଇଁ ତାଙ୍କୁ ସର୍ବୋଚ୍ଚ ଭାରତୀୟ ସାମରିକ ସମ୍ମାନ ଭାରତୀୟ ସମ୍ମାନ ପରମ ବୀର ଚକ୍ରପ୍ରଦାନ କରାଯାଇଥିଲା; ୭ ଜୁଲାଇ ୧୯୯୯ରେ, ଜମ୍ମୁ-କାଶ୍ମୀରର କାରଗିଲ ଜିଲ୍ଲାର ଏରିଆ ଲେଜ୍, ପଏଣ୍ଟ ୪୮୭୫ର ଆଖପାଖ ଅଞ୍ଚଳରେ ପାକିସ୍ତାନୀ ସେନ୍ୟଙ୍କ ସହିତ ଲଢ଼ି ଶହୀଦ ହୋଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ୱରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ରକ୍ତ ପୂତିତା ବା ସେପ୍ସିସ, ଏକ ସଂକ୍ରମଣ ଜନିତ ଶରୀରବ୍ୟାପୀ ପ୍ରଦାହ । ସାଧାରଣ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର, ଦୃତ ହୃତ୍ସ୍ପନ୍ଦନ ହାର, ଦୃତ ଶ୍ୱାସକ୍ରିୟା ହାର ଓ ଦ୍ୱିଧାଗ୍ରସ୍ତ ଉଲ୍ଲେଖନୀୟ । ଏହା ସହିତ ନିର୍ଦ୍ଦିଷ୍ଟ ସଂକ୍ରମଣର ଲକ୍ଷଣ ଥାଏ ଯେପରିକି ନିମୋନିଆ ସହିତ କାଶ କିମ୍ବା ବୃକ୍କ ସଂକ୍ରମଣ ସହିତ କଷ୍ଟଦାୟକ ମୂତ୍ରତ୍ୟାଗ । ଅଳ୍ପ ବୟସର ଯୁବକ, ବୃଦ୍ଧ ଓ ଦୂର୍ବଳ ଇମ୍ମ୍ୟୁନିଟିଗ୍ରସ୍ତ ଲୋକଙ୍କର କୌଣସି ନିର୍ଦ୍ଦିଷ୍ଟ ସଂକ୍ରମଣ ଲକ୍ଷଣ ଦେଖାଯାଇ ନ ପାରେ ତଥା ଦେହ ଉତ୍ତାପ ବେଶୀ ବଦଳରେ କମ୍ ରହେ । ସାଂଘାତିକ ସେପ୍ସିସ କୁହାଯାଏ ଯେତେବେଳେ ତାହାଦ୍ୱାରା ଦୂର୍ବଳ ଅଙ୍ଗ କାର୍ଯ୍ୟକାରୀତା ଥାଏ ଓ ସ୍ୱଳ୍ପ ରକ୍ତ ପ୍ରବାହ ହୁଏ । ନିମ୍ନ ରକ୍ତଚାପ, ରକ୍ତ ଲାକ୍ଟେଟ୍ ଆଧିକ୍ୟ କିମ୍ବା ସ୍ୱଳ୍ପ ମୂତ୍ରତ୍ୟାଗ ଇତ୍ୟାଦି ଲକ୍ଷଣମାନ ସ୍ୱଳ୍ପ ରକ୍ତ ପ୍ରବାହର ପ୍ରମାଣ ଦିଏ । ଯୁକ୍ତିସମ୍ମତ ଶୀରାମାଧମ ତରଳ ପଦାର୍ଥ ଦେବା ପରେ କୌଣସି ଉନ୍ନତି ନ ହେଲେ ସେପ୍ଟିକ୍ ସକ୍ କୁହାଯାଏ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଡୋବୁଟାମିନ (ଇଂରାଜୀ ଭାଷାରେ Dobutamine) ଏକ ଔଷଧ ଯାହା କାର୍ଡ଼ିଓଜେନିକ ସକ୍ (cardiogenic shock) ଓ ହୃଦ୍ପାତରେ ବ୍ୟବହୃତ ହୁଏ । କେତେକ କାର୍ଡ଼ିଆକ ସ୍ଟ୍ରେସ ପରୀକ୍ଷାରେ (cardiac stress tests) ମଧ୍ୟ ଏହା ବ୍ୟବହୃତ ହୁଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ବା ଅସ୍ଥି ଭିତରେ ନିରନ୍ତର ଇଞ୍ଜ୍ୟୁଜନ (intraosseous continuous infusion) ଆକାରରେ ଦିଆଯାଏ । ଆବଶ୍ୟକ ମୁତାବକ ଏହା ନିୟନ୍ତ୍ରଣ କରି ଦିଆଯାଏ । ଏହାର ପ୍ରଭାବ ୨ ମିନିଟ ମଧ୍ୟରେ ଆରମ୍ଭ ହୋଇଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷାର ସାମୁହିକ ବ୍ୟବହାର ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ଓଡ଼ିଆ ଭାଷା ଆନ୍ଦୋଳନ ନାମରେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଚାଖି ଖୁଣ୍ଟିଆ (ଅନ୍ୟ ନାମ: ଚନ୍ଦନ ହଜୁରୀ, ୧୮୨୭ - ୧୮୭୦) ଓଡ଼ିଶାର ଜନ୍ମିତ ଓ ସିପାହୀ ବିଦ୍ରୋହରେ ନେତୃତ୍ତ୍ୱ ନେଇଥିବା ଜଣେ ଯୋଦ୍ଧା । ସେ ପୁରୀ ଜଗନ୍ନାଥ ମନ୍ଦିରକୁ ଆସୁଥିବା ନେପାଳୀ ଭକ୍ତମାନଙ୍କର ପଣ୍ଡା ଥିଲେ । ୧୮୫୭ ମସିହାରେ ସିପାହୀ ବିଦ୍ରୋହ ବେଳେ ସେ ଉତ୍ତର-ପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରିଥିଲେ । ପରେ ସେ ଧରାପଡ଼ି ବ୍ରିଟିଶମାନଙ୍କଦ୍ୱାରା ନିହତ ହୋଇଥିଲେ ।
ଉତ୍ତରାଖଣ୍ଡର ରାଜ୍ୟର ଗଡ଼ୱାଲ ଅଞ୍ଚଳରେ ସମୁଦ୍ର ପତ୍ତନରୁ ପ୍ରାୟ ୩୫୮୧ ମିଟର ଉଚ୍ଚ କେଦାର ଉପତ୍ୟକାରେ ପବିତ୍ର ମନ୍ଦାକିନୀ ନଦୀ ତଟରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଅବସ୍ତିତ । ଭଗବାନ ଶିବ ଶ୍ରୀକେଦାରନାଥ ଜ୍ୟୋଲିର୍ଲିଙ୍ଗ ରୂପେ ହିମାଳୟ କୋଳରେ ବିରାଜ ମାନ ହେଇଛନ୍ତି । ହିନ୍ଦୁଶାସ୍ତ୍ର,ପୁରାଣ ଓ ପୁରାତନ ରଚନାମାନଙ୍କରେ ଏହି ଅଞ୍ଚଳକୁ କେଦାରଖଣ୍ଡ ଭାବେ ବର୍ଣ୍ଣନା କରାଯାଇଛି ।
ଜନ ଫିଜ୍ଗେରାଲ୍ଡ କେନେଡ଼ି ବା ଜ୍ୟାକ୍ କେନେଡ଼ି (୨୯ ମେ, ୧୯୧୭ - ୨୨ ନଭେମ୍ବର ୧୯୬୩) ଜଣେ ଆମେରିକୀୟ ରାଜନେତା (JFK ନାଁରେ ଅଧିକ ପ୍ରସିଦ୍ଧ) । ସେ ଜାନୁଆରୀ ୧୯୬୧ରୁ ନଭେମ୍ବର ୧୯୬୩ରେ ତାଙ୍କ ହତ୍ୟା ଯାଏଁ ଯୁକ୍ତରାଷ୍ଟ୍ର ଆମେରିକାର ୩୫ତମ ରାଷ୍ଟ୍ରପତିର ଦାୟିତ୍ୱ ବହନ କରିଥିଲେ । ତାଙ୍କ ଶାସନ କାଳରେ ବିଶ୍ୱ ରାଜନୀତିର ଅନେକ ପ୍ରମୁଖ ଓ ଐତିହାସିକ ଘଟଣା ଘଟିଯାଇଥିଲା ଯଥା: ପରମାଣୁ ପରୀକ୍ଷଣ ପ୍ରତିବନ୍ଧ ସନ୍ଧି (Nuclear Test Ban Treaty), ପିସ୍ କର୍ପର ପ୍ରତିଷ୍ଠା, ମହାକାଶ ଯାତ୍ରା ଲାଗି ପ୍ରତିଯୋଗିତା, ବର୍ଲିନ ପ୍ରାଚୀର ନିର୍ମାଣ, କୃଷ୍ଣକାୟଙ୍କ ନାଗରିକ ଅଧିକାର ଆନ୍ଦୋଳନ ଓ ଭିଏତନାମ ଯୁଦ୍ଧରେ ଆମେରିକାର ପୂର୍ଣ୍ଣ ଯୋଗଦାନ ଆଦି ।
ବିଦୁସ୍ମିତା ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ସେ ଓଡ଼ିଆ ଆଲବମ ଜଗତରେ ପ୍ରଥମେ ପ୍ରବେଶ କରିଥିଲେ । ଏହାପରେ ସେ ଓଡ଼ିଆ ଧାରାବାହିକ ଏବଂ କଥାଚିତ୍ରରେ ଅଭିନୟ କରିଥିଲେ । ବଧୂ ନୁହେଁ ମୁଁ ବନ୍ଧୁ ଚଳଚ୍ଚିତ୍ରରେ ସେ ନାୟିକା ଭାବରେ ଅଭିନୟ କରିଥିଲେ । ସାର୍ଥକ ଟିଭିରେ ପ୍ରସାରିତ ଧାରାବାହିକ ପରୀରେ ସେ ଅଭିନୟ କରିଥିଲେ । ସେ ଓଡ଼ିଆ କଥାଚିତ୍ରରେ ଆଇଟମ ନୃତ୍ୟ ପାଇଁ ଅଧିକ ପରିଚିତ । ଚକ୍ଲେଟ୍ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ଆଇଟମ୍ ନୃତ୍ୟ କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପ୍ରହ୍ଲାଦ ନାଟକ ବା ପ୍ରହଲ୍ଲାଦ ନାଟକ (ରଜା ନାଟ, ରଜା ନାଟକ ଭାବେ ମଧ୍ୟ ପରିଚିତ) ଗଞ୍ଜାମ ଜିଲ୍ଲାରେ ଅଭିନୀତ ଏକ ପାରମ୍ପରିକ ସଙ୍ଗୀତପ୍ରଧାନ ନାଟକ ଅଟେ । ଏଥିରେ ଉଭୟ ଶାସ୍ତ୍ରୀୟ ଓ ଲୌକିକ ଅଙ୍ଗ ପୂର୍ଣ୍ଣ ଭାବେ ରହିଛି । ଏହି ନାଟକରେ ନୃସିଂହ ଅବତାର ଚରିତ ଓଡ଼ିଶୀ ସଙ୍ଗୀତର ପ୍ରାୟ ୩୦ ଗୋଟି ପାରମ୍ପରିକ ରାଗ ରାଗିଣୀ ଆଧାରିତ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ଗୀତ ମାଧ୍ୟମରେ ପରିବେଷିତ ହୁଏ । ଏହାର ଲେଖା ରାଜା ରାମକୃଷ୍ଣ ଛୋଟରାୟଙ୍କ ନାମରେ ଭଣିତ ହେଲେହେଁ ଏହାକୁ ପାରଳାଖେମୁଣ୍ଡିର ସଙ୍ଗୀତକାର କବି ଗୌରହରି ପରିଚ୍ଛା ଲେଖିଛନ୍ତି ବୋଲି ଗବେଷକଙ୍କଦ୍ୱାରା ଗୃହୀତ। ପରେ ଏହାଙ୍କ ଅନୁକରଣରେ ଗଞ୍ଜାମର ଅନ୍ୟାନ୍ୟ ରାଜା ଯଥା ସୁରଙ୍ଗୀ ରଜା କିଶୋର ଚନ୍ଦ୍ର ହରିଚନ୍ଦନ ଜଗଦ୍ଦେବ ରାୟ, ତରଳା ରଜା ରାମଚନ୍ଦ୍ର ଶୂରଦେଓ, ଧରାକୋଟ ରଜା ମଦନମୋହନ ସିଂହଦେବ ଓ ପାରଳାଖେମୁଣ୍ଡିର ପଦ୍ମନାଭ ନାରୟଣ ଦେବ ପ୍ରହ୍ଲାଦନାଟକ ରଚନା କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଓଡ଼ିଶାର ମୁଖ୍ୟମନ୍ତ୍ରୀମାନଙ୍କର ତାଲିକା
ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେଉଛନ୍ତି ଭାରତର ଏକ ରାଜ୍ୟ ଓଡ଼ିଶା ସରକାରଙ୍କ ମୁଖ୍ୟ । ଭାରତର ସମ୍ବିଧାନ ଅନୁଯାୟୀ, ରାଜ୍ୟର ରାଜ୍ୟପାଳ ହେଉଛନ୍ତି ନାମମାତ୍ର ମୁଖ୍ୟ, କିନ୍ତୁ ପ୍ରକୃତ କାର୍ଯ୍ୟନିର୍ବାହୀ କ୍ଷମତା ମୁଖ୍ୟମନ୍ତ୍ରୀଙ୍କ ହାତରେ ନ୍ୟସ୍ତ ଥାଏ । ଓଡ଼ିଶା ବିଧାନ ସଭା ନିର୍ବାଚନ ପରେ, ରାଜ୍ୟପାଳ ସାଧାରଣତଃ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ଦଳ (କିମ୍ବା ମେଣ୍ଟ)କୁ ସରକାର ଗଠନ କରିବା ପାଇଁ ଆମନ୍ତ୍ରଣ କରିଥାନ୍ତି । ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କୁ ନିଯୁକ୍ତ କରନ୍ତି, ଯାହାଙ୍କ ମନ୍ତ୍ରୀପରିଷଦ ବିଧାନସଭା ପ୍ରତି ସାମୂହିକ ଭାବେ ଉତ୍ତରଦାୟୀ ରହିଥାନ୍ତି । ବିଧାନସଭାରେ ଆସ୍ଥା ଥିବା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକାଳ ପାଞ୍ଚ ବର୍ଷ ପାଇଁ ରହିଥାଏ ଏବଂ ଏହି ପଦବୀ ପାଇଁ କୌଣସି କାର୍ଯ୍ୟକାଳ ସୀମା ବା ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ । ମୁଖ୍ୟମନ୍ତ୍ରୀ ବିଧାନସଭାରେ ଗୃହର ନେତା ଭାବରେ ମଧ୍ୟ କାର୍ଯ୍ୟ କରନ୍ତି ।
ଗୁଣ୍ଡା, ୨୦୧୬ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି ଚଳଚ୍ଚିତ୍ରର ପ୍ରଯୋଜନା କରିଥିଲେ ଏନ. କେ. ନାୟକ । ଚଳଚ୍ଚିତ୍ରର କାହାଣୀ ଏବଂ ସଂଳାପ ଲେଖିଥିଲେ ଶୁଭାଶିଷ ପତି । ସେ କାହାଣୀ ସହ ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ । ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ ବାପୁ ଗୋସ୍ୱାମୀ, ମୋହିତ ଚକ୍ରବର୍ତ୍ତୀ, ନିଜାମ ଏବଂ ଦୀପକ କୁମାର ବେହେରା । ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଦୀପକ କୁମାର ବେହେରା । ମାନସ ପ୍ରୀତମ, ଲିଜା ପାତ୍ର, ସ୍ନେହଲତା ବେହେରା, ଟି.
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।