ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।
ପଦ୍ମବିଭୂଷଣ, ଭାରତ ରତ୍ନ ପରେ ଭାରତୀୟ ଗଣତନ୍ତ୍ରର ଦ୍ୱିତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ଅଟେ । ୨ ଜାନୁଆରୀ ୧୯୫୪ରେ ସ୍ଥାପିତ ଏହି ପୁରସ୍କାର "ଅସାଧାରଣ ଏବଂ ଉଲ୍ଲେଖନୀୟ ସେବା" ପାଇଁ ପ୍ରଦାନ କରାଯାଏ । ଜାତି, ବୃତ୍ତି, ପଦବୀ କିମ୍ବା ଲିଙ୍ଗ ନିର୍ବିଶେଷରେ ସମସ୍ତ ବ୍ୟକ୍ତି ଏହି ପୁରସ୍କାର ପାଇବାକୁ ଯୋଗ୍ୟ ଅଟନ୍ତି । ତେବେ ଡାକ୍ତର ଓ ବୈଜ୍ଞାନିକଙ୍କ ବ୍ୟତୀତ ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକରେ କାର୍ଯ୍ୟ କରୁଥିବା ସରକାରୀ କର୍ମଚାରୀମାନେ ଏହି ପୁରସ୍କାର ପାଇବାକୁ ଯୋଗ୍ୟ ନୁହଁନ୍ତି। ୨୦୨୨ ସୁଦ୍ଧା ୧୯ ଜଣ ମରଣୋତ୍ତର ଓ ୨୧ ଜଣ ଅଣନାଗରିକଙ୍କୁ ମିଶାଇ ୩୨୫ ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଓଡ଼ିଶା ସରକାରଙ୍କ ଯୋଜନାସବୁର ତାଲିକା
ଭାରତରେ ଓଡ଼ିଶା ସରକାର ରାଜ୍ୟବାସୀଙ୍କ ପାଇଁ ସମୟ ସମୟରେ ବିଭିନ୍ନ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛନ୍ତି ଯାହାକୁ ଆମେ ସ୍କିମ୍ (ଯୋଜନା) ବୋଲି କହିଥାଉ । ନିମ୍ନରେ ସରକାରୀ ଯୋଜନାର ତାଲିକା ଗୁଡ଼ିକୁ ଉଲ୍ଲେଖ କରାଯାଇଛି । ଉପସ୍ଥିତ ତାଲିକାରେ ଜାତୀୟ ଯୋଜନାଗୁଡିକର ରାଜ୍ୟ କାର୍ଯ୍ୟକାରିତା (ଯଥା: ଜାତୀୟ ପୁଷ୍ଟିକର ମିଶନ୍; ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ; ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬; ସମନ୍ୱିତ ଶିଶୁ ବିକାଶ ସେବା) ମଧ୍ୟ ଅନ୍ତର୍ଭୂକ୍ତ କରାଯାଇଛି ।
ଧର୍ମେନ୍ଦ୍ର ପ୍ରଧାନ ଜଣେ ଭାରତୀୟ ରାଜନେତା ଓ ନୃତତ୍ତ୍ୱବିତ । ବର୍ତ୍ତମାନ ଏନଡିଏ ସରକାରଙ୍କ ଅଧୀନରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଏବଂ ଇସ୍ପାତ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଅବସ୍ଥାପିତ ହୋଇଛନ୍ତି । ଏହା ପୂର୍ବରୁ ମୋଦିଙ୍କ ପ୍ରଥମ ମନ୍ତ୍ରାଳୟରେ ୪ ସେପ୍ଟେମ୍ବର ୨୦୧୭ରୁ ଦକ୍ଷତା ବିକାଶ ମନ୍ତ୍ରଣାଳୟର ଦାୟିତ୍ୱ ତୁଲାଉଥିଲେ । ସେ ମାର୍ଚ୍ଚ ୨୦୧୨ରେ ବିହାରରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୮ ଏପ୍ରିଲ ୩ରେ ଦ୍ୱିତୀୟ ଥର ପାଇଁ ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ।
ତାରୀନ ଜାହାଁ (ଜନ୍ମ: ୨୬ ଜୁଲାଇ ୧୯୭୬) ଜଣେ ବାଂଲାଦେଶୀ ଅଭିନେତ୍ରୀ, ମଡେଲ ଏବଂ ଗାୟକ । ସେ ମୁଖ୍ୟତଃ ବଙ୍ଗଳାଦେଶୀ ଦୂରଦର୍ଶନର ବିଭିନ୍ନ କାର୍ଯ୍ୟକ୍ରମରେ ଅଭିନୟ କରନ୍ତି । ୧୯୮୭ କିମ୍ବା ୧୯୮୮ ମସିହାରେ, ସେ ଅଭିନୟ, ନୃତ୍ୟ ଏବଂ ଉପସ୍ଥାପିକା ପାଇଁ ନିର୍ମିତ ହୋଇଥିବା ଏକ ଦୂରଦର୍ଶନ ପ୍ରତିଯୋଗିତା କାର୍ଯ୍ୟକ୍ରମ ନୂତନ୍ କୁରିରେ ପ୍ରଥମେ ଭାଗନେଇଥିଲେ । ସେବେଠାରୁ ସେ ଶିଶୁ କଳାକାର ଭାବରେ ଦୂରଦର୍ଶନରେ କାମ କରିବା ଆରମ୍ଭ କରିଥିଲେ । ସେ ମେରିଲ୍ ପ୍ରଥମ ଆଲୋ ପୁରସ୍କାର ୨୦୦୬, ୨୦୦୭ ଓ ୨୦୧୨ ମସିହାରେ ତିନିଥର ଜିତିଛନ୍ତି । ସେ ଦୁଇଟି କଥାଚିତ୍ରରେ କାମ କରିବା ସହ ଥରେ ବଙ୍ଗଳାଦେଶର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଜିତିଛନ୍ତି ।
ମାଛରଙ୍କା ବିରାଡ଼ି (ଇଂରାଜୀରେ fishing cat, ଜୀବବିଜ୍ଞାନ ନାମ Prionailurus viverrinus) ଦକ୍ଷିଣ ଏବଂ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ମଧ୍ୟମାକୃତିର ଏକ ବଣୁଆ ବିଲେଇ । ୨୦୧୬ ମସିହା ପରଠାରୁ IUCN ତାଲିକାରେ ଏହି ଜୀବକୁ ସଙ୍କଟାଭିମୁଖୀ (Vulnerable-VU) ଶ୍ରେଣୀଭୁକ୍ତ କରାଯାଇଛି । କିଛି ଦଶନ୍ଧି ଧରି ଆର୍ଦ୍ରଭୂମି ଓ ପ୍ରାକୃତିକ ଜଳାଶୟ ହ୍ରାସ ପାଉଥିବାରୁ ଏହି ବିଲେଇ ପ୍ରଜାତିଙ୍କ ଅସ୍ଥିତ୍ୱ ପ୍ରତି ବିପଦ ସୃଷ୍ଟି ହୋଇଛି । ନଦୀ, ଝରଣା, ପ୍ରାକୃତିକ ନାଳ, ଅଶ୍ୱଖୁରାକୃତି ହ୍ରଦ, ସନ୍ତସନ୍ତିଆ ଭୂମି, ତ୍ରିକୋଣଭୂମିସ୍ଥ ଲୁଣା ହେନ୍ତାଳ ବନ ପରି ଆର୍ଦ୍ରଭୂମି ସଂଲଗ୍ନ ଜଙ୍ଗଲ ଓ ପରିବାସରେ ମାଛରଙ୍କା ବିରାଡ଼ି ବାସ କରିଥାନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ପଣସ (Artocarpus heterophyllus) ଦକ୍ଷିଣ ଏସିଆରେ ଦେଖାଯାଉଥିବା ଏକ ଗଛ ଅଟେ । ଏହାର ଫଳ ମାଂସଳ ଓ ହଳଦିଆ ରଙ୍ଗର ଅଟେ । ପ୍ରଥମରୁ ଏହା ଭାରତରେ ଦେଖାଯାଉଥିଲା । ଗୋଆ , କେରଳ, ଓଡ଼ିଶା, ତାମିଲନାଡୁ , ମହାରାଷ୍ଟ୍ର ଆଦି ରାଜ୍ୟ ମାନଙ୍କରେ ଏହା ଦେଖାଯାଏ । ଏହା ସବୁଠାରୁ ବଡ଼ ଫଳ ଅଟେ । ସବୁଠାରୁ ବଡ଼ ପଣସର ଓଜନ ୩୫ କିଲୋ , ୯୦ ସେଣ୍ଟିମିଟର ଲମ୍ବା, ଓ ୫୦ ସେଣ୍ଟିମିଟର ଚଉଡା ଅଟେ ।
ଗରୁଡ ଗୋଟିଏ ପକ୍ଷୀ ଜାତିର ପ୍ରାଣୀ । ହିନ୍ଦୁ ଓ ବୌଦ୍ଧ ଧର୍ମଗ୍ରନ୍ଥରେ ଗରୁଡ ବିଷୟରେ ଅନେକ କିଛି ଲେଖା ଥିବାର ଜଣାପଡେ । ହିନ୍ଦୁ ଧର୍ମ ଅନୁଯାୟୀ, ଗରୁଡ ବିଷ୍ଣୁଙ୍କ ବାହାନ ରୂପେ ଜଣାଶୁଣା । ହିନ୍ଦୁ ଶାସ୍ତ୍ରରେ ବର୍ଣିତ ବିଷ୍ଣୁଙ୍କ ବାହନ ଗରୁଡଙ୍କୁ ଦେବତା ରୂପେ ମଧ୍ୟ ପୂଜା କରାଯାଏ । ଗରୁଡ ସର୍ପଜାତୀୟ ପ୍ରାଣୀ ତଥା ନାଗ ସାପ ଜାତୀୟ ପ୍ରାଣୀର ଗୋଟିଏ ପରମ ଶତୃ ଭବେ ପରିଚିତ। ଗରୁଡ ବିଭିନ୍ନ ନାମରେ ଜଣାଶୁଣା ଯଥା:- ଚିରାଗ, ଗଗନେଶ୍ୱର, କାମାୟୁଷ, କାଶ୍ୟପି,ଖଗେଶ୍ୱର, ସୁଧାହରା, ତାରକ୍ଷ ଇତ୍ୟାଦି । ଭାଗବତ ଗୀତାରେ ବର୍ଣିତ ତଥ୍ୟ ଅନୁଯାୟୀ, କୁରୁକ୍ଷେତ୍ର ଯୁଦ୍ଧ ସମୟରେ ଶ୍ରୀକୃଷ୍ଣ ଗରୁଡଙ୍କୁ ପକ୍ଷୀରାଜ ବୋଲି ଆଖ୍ୟା ଦେଇଥିଲେ ।
କୋଟ୍ଟୁ ରୁଟି (ତାମିଲ: கொத்து ரொட்டி; ସିଂହଳ: කොත්තු රොටි), ଶ୍ରୀଲଙ୍କାର ଏକ ମୁଖ୍ୟ ଖାଦ୍ୟ ଯାହାକି କଟା ରୁଟି, ଭଜା ଅଣ୍ଡା, ପିଆଜ ଏବଂ ଲଙ୍କା ସହିତ ମାଂସ ତରକାରୀ (ଯଥା- ଗୋମାଂସ, ମଟନ୍, ଚିକେନ୍ ଓ ସାମୁଦ୍ରିକ ଖାଦ୍ୟ ଇତ୍ୟାଦି) ଅନ୍ତର୍ଭୁକ୍ତ ଥାଏ । ଏହି ବ୍ୟଞ୍ଜନର ଅନ୍ୟ ଏକ ରୂପ ଭାରତୀୟ ରାଜ୍ୟ ତାମିଲନାଡୁ ଏବଂ କେରଳରେ କୋଠୁ ପରଟା (ତାମିଲ: கொத்து பரோட்டா; ମାଲାୟଲମ: കൊത്തു പൊറോട്ട) ନାମରେ ଜଣାଶୁଣା । ଏହି ଖାଦ୍ୟକୁ ରୁଟି ବଦଳରେ ପରଟାକୁ ବ୍ୟବହାର କରାଯାଏ । ଆନ୍ତର୍ଜାତୀୟ ସ୍ତରରେ ଶ୍ରୀଲଙ୍କାର ବିଦେଶୀ ଜନସଂଖ୍ୟା ଥିବା ଅଞ୍ଚଳରେ କୋଟ୍ଟୁ ରୁଟି ମିଳିଥାଏ ।
ନରେନ୍ଦ୍ର ଦାମୋଦର ଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ୨୦୧୪ ମସିହାରୁ ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ମୋଦୀ ୨୦୦୧ରୁ ୨୦୧୪ ପର୍ଯ୍ୟନ୍ତ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ବାରଣାସୀର ସାଂସଦ ଥିଲେ । ସେ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ଦକ୍ଷିଣପନ୍ଥୀ ହିନ୍ଦୁ ଜାତୀୟତାବାଦୀ ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସଦସ୍ୟ । ସେ ଭାରତୀୟ ଜାତୀୟ କଂଗ୍ରେସ ବାହାରେ ସର୍ବାଧିକ କାଳ ଧରି ଥିବା ପ୍ରଧାନମନ୍ତ୍ରୀ ।
ବିଜୟ ଦାବ୍ବେ (୧ ଜୁନ୍ ୧୯୫୧ - ୨୩ ଫେବୃଆରୀ ୨୦୧୮) ଜଣେ ଭାରତୀୟ ଲେଖକ, ନାରୀବାଦୀ, ପଣ୍ଡିତ ତଥା କନ୍ନଡ ଭାଷାରେ ସମାଲୋଚକ ଥିଲେ । ସେ ଆଧୁନିକ କନ୍ନଡ ଭାଷାରେ ପ୍ରଥମ ନାରୀବାଦୀ ଲେଖକ ଭାବରେ ମାନ୍ୟତା ପାଇବା ସହିତ କର୍ଣ୍ଣାଟକର ନାରୀବାଦୀ ଆନ୍ଦୋଳନର ଜଣେ ପ୍ରମୁଖ ବ୍ୟକ୍ତି ଥିଲେ । ସେ ଆଧୁନିକ କନ୍ନଡ଼ର ପ୍ରଥମ ପିଢି ମହିଳା ଲେଖକମାନଙ୍କ ଉପରେ ବିସ୍ତୃତ ଗବେଷଣା କରିଥିଲେ ।
ରୋମୀୟ ସାମ୍ରାଜ୍ୟ (Imperium Rōmānum (ଲାଟିନ୍); ଇମ୍ପେରିଅମ ରୋମାନମ, Βασιλεία τῶν Ῥωμαίων (କୋଇନେ ଗ୍ରୀକ୍); ବାସିଲେଇଆ ତୋନ୍ ରୋମାଇଓନ), ପ୍ରାଚୀନ ରୋମର ସାଧାରଣତନ୍ତ୍ର ପରବର୍ତ୍ତୀ ପର୍ଯ୍ୟାୟ ଅଟେ । ଏକ ରାଜ୍ଯ ହିସାବରେ, ଏହା ଭୂମଧ୍ଯସାଗର ଚାରିପଟେ, ଉତ୍ତର ଆଫ୍ରିକାରେ ଏବଂ ପଶ୍ଚିମ ଏସିଆରେ ସୁବିସ୍ତୃତ ଅଞ୍ଚଳ ନିଜ ଅଧିନରେ ରଖିଥିଲା । ସାମ୍ରାଜ୍ୟର ସର୍ବେସର୍ବା ଏହାର ସମ୍ରାଟମାନେ ଥିଲେ । କାଇଜର ଅଗଷ୍ଟସଙ୍କ ସିଂହାସନ ଆରୋହଣଠାରୁ ତୃତୀୟ ଶତାବ୍ଦୀର ସାମରିକ ଅରାଜକତା, ଏହା ଏକ ପ୍ରଥମତନ୍ତ୍ର ହୋଇ ରହିଥିଲା, ଯାହାର ମାତୃଦେଶ ଇଟାଲୀ ଏବଂ ଏକମାତ୍ର ରାଜଧାନୀ ରୋମରେ ଅବସ୍ଥିତ ଥିଲା । ସାମରିକ ଅରାଜକତା ପରେ, ଏକାଧିକ ସମ୍ରାଟଙ୍କଦ୍ୱାରା ସାମ୍ରାଜ୍ୟର ଶାସନ ହେଲା । ଏହି ସମ୍ରାଟମାନେ ମିଳିତ ଭାବରେ ପଶ୍ଚିମ ରୋମୀୟ ସାମ୍ରାଜ୍ଯ ଓ ପୂର୍ବ ରୋମୀୟ ସାମ୍ରାଜ୍ଯ (ବାଇଜାଣ୍ଟୀୟ ସାମ୍ରାଜ୍ଯ)ର ଶାସନ କଲେ । ଖ୍ରୀ.ଅ.
ସାବରମତୀ ଆଶ୍ରମ, ଭାରତର ପଶ୍ଚିମଭାଗରେ ଅବସ୍ଥିତ ଗୁଜରାଟରାଜ୍ୟର ଅହମଦାବାଦ ଜିଲ୍ଲାର ସାବରମତୀ ନଦୀ କୂଳରେ ଅବସ୍ଥିତ ଏକ ଐତିହାସିକ ଆଶ୍ରମ । ସତ୍ୟାଗ୍ରହ ଆଶ୍ରମ ନାମରେ ପ୍ରସିଦ୍ଧ ଏହି ଆଶ୍ରମର ସ୍ଥାପନା ୧୯୧୭ ମସିହାରେ ମହାତ୍ମା ଗାନ୍ଧୀଙ୍କଦ୍ୱାରା ଅହମଦାବାଦର ପାଲଡିସ୍ଥିତ କୋଚରବ ଆଶ୍ରମଠାରେ ସ୍ଥାପିତ ହୋଇଥିଲା। ୧୯୫୭ ମସିହାରେ ବର୍ତ୍ତମାନସ୍ଥିତ ସାବରମତୀ ନଦୀ କୂଳକୁ ସ୍ଥାନାନ୍ତରିତ କରାଯାଇଥିଲା ।
ମୁଖପକ୍ଷାଘାତ (ଇଂରାଜୀ ଭାଷାରେ ବେଲ୍ସ ପାଲ୍ସି/Bell's palsy) ଏକ ମୁଖସ୍ନାୟୁ ପକ୍ଷାଘାତ (facial paralysis) ରୋଗ ଯାହା ଫଳରେ ରୋଗୀ ନିଜର ମୁଖମଣ୍ଡଳର ମାଂସପେଶୀମାନଙ୍କୁ ନିୟନ୍ତ୍ରଣ କରିବାକୁ ଅକ୍ଷମ ହୁଏ । ଏହାର ଲକ୍ଷଣ ସାମାନ୍ୟରୁ ସାଂଘାତିକ ହୋଇପାରେ । ଏହି ଲକ୍ଷଣ ମଧ୍ୟରେ ମାଂସପେଶୀ ସ୍ଫୁରଣ (twitch), ଦୁର୍ବଳ ଓ ଗୋଟିଏ ପାଖ ବା ଉଭୟ ପାଖ ଚଳନ କରିବାକୁ ଅକ୍ଷମ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଆଖିପତା ଝୁଲିପଡ଼େ (drooping of the eyelid), ସ୍ୱାଦ ପରିବର୍ତ୍ତିତ ହୁଏ, କାନ ଚାରିପାଖରେ ଯନ୍ତ୍ରଣା ହୁଏ ଓ ଅଧିକ ଜୋରରେ ଶବ୍ଦ ଶୁଣାଯାଇପାରେ । ସ୍ୱାଭାବିକ ଭାବରେ ଏହାର ଲକ୍ଷଣ ୪୮ଘଣ୍ଟାରେ ପ୍ରକାଶ ପାଏ ।
ମୋଗଲ ସାମ୍ରାଜ୍ୟ(୧୫୨୬-୧୮୫୭) ଏକ ମୁସଲମାନ୍ ତୁର୍କୀ-ମଙ୍ଗୋଲ୍ ସାମ୍ରାଜ୍ୟ ଥିଲା, ଯାହ ୧୫୨୬ରେ ଆରମ୍ଭ ହୋଇଥିଲା । ଯାହା ୧୫୨୬ ଖ୍ରୀ:ଅରେ ଆରମ୍ଭ ହୋଇ ୧୭୦୦ ଶତବ୍ଦୀ ଶେଷ ଓ ୧୮୦୦ଶତବ୍ଦୀ ଆରମ୍ଭ ପର୍ଯ୍ୟନ୍ତ ଭାରତୀୟ ଉପମହାଦ୍ୱୀପରେ ଶାସନ କରି ୧୯୦୦ ଶତବ୍ଦୀ ମଧ୍ୟ ଆଡକୁ ଶେଷ ହୋଇଥିଲା । ଏହି ସମୟରେ ଭାରତୀୟ ଉପମହାଦେଶର ଅଧିକାଂଶ ଭାଗକୁ ନିୟନ୍ତ୍ରଣାଧୀନ କରି ପୂର୍ବରେ ଆଧୁନିକ ବଙ୍ଗଳାଦେଶଠାରୁ ଆରମ୍ଭ କରି ପଶ୍ଚିମରେ ବଲୁଚିସ୍ତାନ ଓ ଉତ୍ତରରେ କାଶ୍ମୀରଠାରୁ ଆରମ୍ଭ କରି ଦକ୍ଷିଣରେ କାବେରୀ ଘାଟି ପର୍ଯ୍ୟନ୍ତ ନିଜ ସାମ୍ରାଜ୍ୟ ବିସ୍ତାର କରିଥିଲେ ।
ମାନବିକ ଅଧିକାର ସମ୍ପର୍କରେ ବିଶ୍ୱଜନୀନ ଘୋଷଣା
ମାନବିକ ଅଧିକାର ସମ୍ପର୍କରେ ବିଶ୍ୱଜନୀନ ଘୋଷଣା ବା ୟୁଡିଏଚଆର (ଇଂରାଜୀ: Universal Declaration of Human Rights (UDHR)) ଏକ ଐତିହାସିକ ଦଲିଲ ଏବଂ ଏହା ୧୯୪୮ ଡିସେମ୍ବର ୧୦ରେ ପ୍ୟାରିସସ୍ଥିତ ମିଳିତ ଜାତିସଂଘ ସାଧାରଣ ସଭାର ୨୧୭ତମ ସଂକଳ୍ପ ଧାରା ଅନୁସାରେ ତୃତୀୟ ଅଧିବେଶନରେ ବହୁମତରେ ଗୃହୀତ ହୋଇଥିଲା । ଜାତିସଂଘର ୫୮ ସଦସ୍ୟଙ୍କ ମଧ୍ୟରୁ ୪୮ ଜଣ ସଦସ୍ୟ ଏହାକୁ ସମର୍ଥନ କରିଥିବା ବେଳେ ୮ ଜଣ ଅନୁପସ୍ଥିତ ଥିଲେ ଓ ଦୁଇ ଜଣ ଭୋଟ ଦେବାରୁ ବିରତ ଥିଲେ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମାର୍କଣ୍ଡ ଦାସ ଜଣେ ଭାରତୀୟ ପୁରାତନ କବି ଥିଲେ । ସେ ଓଡ଼ିଶାରେ ଜନ୍ମିତ ଓ ଓଡ଼ିଆ ସାହିତ୍ୟ ରଚନା କରିଥିଲେ । ତାଙ୍କର ଜନ୍ମ ସମୟ ଆନୁମାନିକ ପଞ୍ଚଦଶ ଶତାବ୍ଦୀରେ ହୋଇଥିଲା । ତାଙ୍କର ଏକମାତ୍ର ରଚନା କେଶବ କୋଇଲି ଏପର୍ଯ୍ୟନ୍ତ ଲୋକଲୋଚନକୁ ଆସିଛି । କେଶବ କୋଇଲି ଏକ କୋଇଲି ବା ପଦାବଳୀ । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ହାଇଡ୍ରୋକୋଡୋନ/ପାରାସେଟାମୋଲ (ଇଂରାଜୀ ଭାଷାରେ Hydrocodone/paracetamol, ଅନ୍ୟ ନାମ ହାଇଡ୍ରୋକୋଡୋନ/ଆସେଟାମିନୋଫେନ) ଦୁଇଟି ଯନ୍ତ୍ରଣା ନିବାରକ ଔଷଧର ମିଶ୍ରଣ ଯେଉଁଥିରେ ହାଇଡ୍ରୋକୋଡୋନ (hydrocodone) ଓ ପାରାସେଟାମୋଲ/ଆସେଟାମିନୋଫେନ ଥାଏ । ମଧ୍ୟମ ଓ ସାଂଘାତିକ ଧରଣର ଯନ୍ତ୍ରଣାରେ (pain) ଏହି ଔଷଧ ଦିଆଯାଏ । ଏହା ପାଟିରେ ଦିଆଯାଏ । ଯୁକ୍ତରାଷ୍ଟ୍ର ଆମେରିକାରେ ସାଧାରଣତଃ ଏହା ଆମୋଦ ଦାୟକ (Recreational use) ଔଷଧ ଭାବରେ ବ୍ୟବହାର କରାଯାଏ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ପ୍ରତିଶବ୍ଦ - ଆନିମିଆ, ରକ୍ତ କ୍ଷୀଣତା ରକ୍ତହୀନତା ଶବ୍ଦର ଆକ୍ଷରିକ ଅର୍ଥ ଅଳ୍ପ ରକ୍ତ ହେଲେ ମଧ୍ୟ ପ୍ରକୃତରେ ରକ୍ତରେ ଥିବା ଲୋହିତ ରକ୍ତ କଣିକା ଅଳ୍ପ ତଥା ତୃଟିଯୁକ୍ତ ଥିଲେ ବା ହେମୋଗ୍ଲୋବିନ ପରିମାଣ କମ ଥିଲେ ରକ୍ତହୀନତା ରୋଗ ନିର୍ଣ୍ଣୟ କରାଯାଏ ।> ହେମୋଗ୍ଲୋବିନର ଅମ୍ଳଜାନ ଗ୍ରହଣ କରିବା ଶକ୍ତି କମ ଥିଲେ ମଧ୍ୟ ରକ୍ତହୀନତା କୁହାଯାଏ । ଇଂରାଜୀରେ ଏହି ରୋଗକୁ ଆନିମିଆ କହନ୍ତି । ଆନିମିଆ ଶବ୍ଦଟି ପୁରୁଣା ଗ୍ରୀକ ଶବ୍ଦରୁ ଆସିଛି ଯାହାର ଅର୍ଥ 'ନାହିଁ ରକ୍ତ' (ἀναιμία anaimia, meaning lack of blood, from ἀν- an-, "not" + αἷμα haima, "blood")। ଲୋହିତ ରକ୍ତ କଣିକାରେ ଥିବା ହେମୋଗ୍ଲୋବିନ ଫୁସଫୁସରୁ ଅମ୍ଳଜାନ ସଂଗ୍ରହ କରି ସାରା ଶରୀରରେ ଥିବା କ୍ୟାପିଲାରି ବା ଅତି ସୂକ୍ଷ୍ମ ରକ୍ତ ନଳୀ (Capillary) ପର୍ଯ୍ୟନ୍ତ ବହନ କରେ ଓ ଦେହର ସମୁଦାୟ ଜୀବକୋଷଙ୍କୁ ବାଣ୍ଟେ । ଏଣୁ ଆନିମିଆ ହେଲେ ରକ୍ତରେ ଅମ୍ଳଜାନ ପରିମାଣ କମିଯାଏ ଯାହାକୁ ହାଇପୋକ୍ସିଆ କହନ୍ତି । ପ୍ରତ୍ୟେକ ଜୀବକୋଷ ବଞ୍ଚିବା ନିମନ୍ତେ ଅମ୍ଳଜାନ ଆବଶ୍ୟକ କରେ, ଏଣୁ ହେମୋଗ୍ଲୋବିନ ଅଭାବରେ ଅମ୍ଳଜାନ ଅଭାବ ହୁଏ ଓ ଏହାର ଅଭାବ ହେଲେ ଅନେକ ପ୍ରକାର ଲକ୍ଷଣ ପ୍ରକାଶ ପାଏ । ଆନିମିଆ ଧୀରେ ଧୀରେ ଆସିଲେ ଲକ୍ଷଣ ଅସ୍ପଷ୍ଟ ହୁଏ: ଥକ୍କାଣ, ଦୂର୍ବଳତା, ଛୋଟ ଶ୍ୱାସକ୍ରିୟା ବା ବ୍ୟାୟାମ ଅକ୍ଷମତା ଦେଖାଯାଏ । ଶୀଘ୍ର ହେଉଥିବା ଆନିମିଆ ଲକ୍ଷଣ: ଚିତ୍ତଭ୍ରମ ହୁଏ, ଅଚେତ ହେବା ଭଳି ଲାଗେ ଓ ଅଧିକ ଶୋଷ ହୁଏ । ଶେତା ଦେଖାଯିବା ନିମନ୍ତେ ଅଧିକ ଆନିମିଆ ଆବଶ୍ୟକ । ଅନ୍ତର୍ନିହିତ କାରଣ ଅନୁସାରେ ଅନ୍ୟାନ୍ୟ ଲକ୍ଷଣ ଦେଖାଯାଏ । ରକ୍ତସ୍ରାବ, ଲୋହିତ ରକ୍ତ କଣିକା (ଲୋ.ର.କ.) କମ୍ ତିଆରି ଓ ଅଧିକ ଲୋ.ର.କ. ଭାଙ୍ଗିବା- ଏହି ତିନି କାରଣ ଯୋଗୁ ରୋଗ ହୁଏ । ରକ୍ତକ୍ଷୟର କାରଣ ମଧ୍ୟରେ ଆଘାତ ଖାଦ୍ୟନଳୀ ରକ୍ତସ୍ରାବ ପ୍ରଧାନ । ସ୍ୱଳ୍ପ ତିଆରି କାରଣମାନଙ୍କ ମଧ୍ୟରେ ଦେହରେ ଲୌହ ଅଭାବ, ଭିଟାମିନ ବି୧୨ ଅଭାବ, ଥାଲାସେମିଆ ଓ ଅନେକ ଅସ୍ଥିମଜ୍ଜା ଅର୍ବୁଦ ପ୍ରଧାନ । ଅଧିକ ଭାଙ୍ଗିବା କାରଣ ମଧ୍ୟରେ ମ୍ୟାଲେରିଆ ଓ କେତେକ ଅଟୋଇମ୍ମ୍ୟୁନ ରୋଗ ପ୍ରଧାନ । ଲୋ.ର.କ.ର ଆକାର (size of red blood cells) ଓ ପ୍ରତି କଣିକାରେ ଥିବା ହେମୋଗ୍ଲୋବିନ ପରିମାଣ (amount of hemoglobin in each cell) ଅନୁସାରେ ଏହାକୁ ବର୍ଗୀକରଣ କରାଯାଏ । ଲୋ.ର.କ. ଛୋଟ ହେଲେ ମାଇକ୍ରୋସାଇଟିକ ଆନିମିଆ, ବଡ଼ ହେଲେ ମାକ୍ରୋସାଇଟିକ ଆନିମିଆ ଓ ଅପରିବର୍ତ୍ତିତ ଥିଲେ ନର୍ମୋସାଇଟିକ ଆନିମିଆ କୁହାଯାଏ । ଆନିମିଆ ରୋଗ ନିର୍ଣ୍ଣୟ କରିବା ନିମନ୍ତେ ହେମୋଗ୍ଲୋବିନ ପୁରୁଷଙ୍କଠାରେ ୧୩ରୁ୧୪ଗ୍ରା/ଡେ.ଲି.
କେଶ (ଲାଟିନ୍: Pili, Capellus, ଫ୍ରେଞ୍ଚ୍: Poil, ଇଂରାଜୀ: Hair, ଜର୍ମାନୀ: Haar) କେଶ କୋମଳରୁ ଆରମ୍ଭ କରି ଦୃଢ଼ତା ପର୍ଯ୍ୟନ୍ତ ରହିଥାଏ । ପ୍ରକୃତି ଥଣ୍ଡା ଏବଂ ଗରମ ପରିବେଶରେ ବସବାସ କରୁଥିବା ଜୀବମାନଙ୍କୁ କେଶ ପ୍ରଦାନ କରିଛନ୍ତି , ଯାହା ମୂଳ କ୍ଷେତ୍ରରେ ଥଣ୍ଡାରୁ ରକ୍ଷା କରେ ଏବଂ ଗରମରେ ଅଧିକ ଉତ୍ତାପରୁ ରକ୍ଷା କରେ । ଶରୀରରେ ସହ୍ୟ କରିହେଉନଥିବା ଗରମ ପଡିଲେ, ଶରୀରରୁ ଝାଳ ବାହାରି ଆସିଥାଏ, ତାହା କେଶ କାରଣରୁ ଗରମରୁ ଅତିଶୀଘ୍ର ଶୁଖେ ନାହିଁ, କୌଣସି କଠିନ ବସ୍ତୁରେ ଅଚାନକ ହେଉଥିବା ପ୍ରହାରରୁ ମଧ୍ୟ କେଶ ବଞ୍ଚେଇଥାଏ । ସାଧାରଣତଃ କେଶ ବୃଦ୍ଧି, କେଶର ପ୍ରକାର ଏବଂ କେଶ ଯତ୍ନ ଉପରେ ମନୁଷ୍ୟର ଅଧିକତମ ଆଗ୍ରହ କେନ୍ଦ୍ରିତ ହୁଏ । କେଶ ଉପରେ ମନୋଭାବ ମୁଖ୍ୟତଃ କେଶ ଅପସାରଣ ଏବଂ କେଶ ବିନ୍ୟାସ ପଦ୍ଧତି ଉପରେ କେନ୍ଦ୍ରତ ଥାଏ ଯାହା ଭିନ୍ନ ଭିନ୍ନ ସଂସ୍କୃତି ଏବଂ ଐତିହାସିକ ପର୍ଯ୍ୟାୟରେ ବିସ୍ତୃତ ଭାବେ ପରିବର୍ତ୍ତିତ ହୋଇଥାଏ । କିନ୍ତୁ ଏହା ଅନେକ ସମୟରେ ବ୍ୟକ୍ତିର ବ୍ୟକ୍ତିଗତ ଧାରଣା ଏବଂ ସାମାଜିକ ଅବସ୍ଥାନ ଯେପରିକି ସେମାନଙ୍କ ବୟସ, ଲିଙ୍ଗ, ଏବଂ ଧର୍ମକୁ ସୂଚିତ କରାଇଥାଏ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।
ନୋଟା ଅର୍ଥାତ "ଉପରୋକ୍ତ ମଧ୍ୟରୁ କେଉଁଟି ନୁହେଁ" (ଇଂରାଜୀ ଭାଷାରେ None Of The Above) ଏକ ବିକଳ୍ପରୂପରେ ଅଧିକାଂଶ ଭାରତୀୟ ମତଦାତାମାନଙ୍କୁ ପ୍ରଦାନ କରାଯାଇଛି । ନୋଟାକୁ ଉପଯୋଗ କରି କେଉଁବି ନାଗରିକ ନିର୍ୱାଚନରେ ଲଢ଼ୁଥିବା କୌଣସି ଜଣଙ୍କୁବି ଭୋଟ ନଦେବା ପାଇଁ, ନୋଟାରେ ଭୋଟ ଦେଇପାରନ୍ତି । କିନ୍ତୁ, ଭାରତରେ ନୋଟାକୁ ଅଧିକ ଭୋଟ ମିଳିଥିଲେ ମଧ୍ୟ ଜିତିଥିବା ପ୍ରାଥୀକୁ ନାକଚ କରିବାର ପ୍ରକ୍ରିୟା ନାହିଁ । ସେଥିପାଇଁ, ଏହା କେବଳ ଏକ ନକାରାତ୍ମକ ପ୍ରତିକ୍ରିୟା ଦେଉଥିବା ବିଧି ଅଟେ । ନୋଟାର କୌଣସି ନିର୍ବାଚନ ମୂଲ୍ୟ ରହେ ନାହିଁ ।
ମାତୃ ମୃତ୍ୟୁ (ଇଂରାଜୀ ଭାଷାରେ Maternal death ବା maternal mortality) ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନଦ୍ୱାରା ସଂଜ୍ଞାକରଣ କରାଯାଇଛି:- ଗର୍ଭାବସ୍ଥାରେ ବା ଗର୍ଭ ସମାପ୍ତି ପରଠାରୁ ୪୨ ଦିନ ପର୍ଯ୍ୟନ୍ତ ମହିଳାର ଗର୍ଭକାଳ, ଗର୍ଭର ସ୍ଥାନ, ଯେ କୌଣସି ଗର୍ଭ କାରଣରୁ ଅବସ୍ଥାର ଅବନତି ବା ଏହାର ଚିକିତ୍ସା ଇତ୍ୟାଦି କାରଣମାନଙ୍କ ଯୋଗୁ ମୃତ୍ୟୁ ହେଲେ ତାହାକୁ ମାତୃ ମୃତ୍ୟୁ କୁହାଯିବ କିନ୍ତୁ ଦୁର୍ଘଟଣା ବା ସମସାମୟିକ କାରଣରୁ ନୁହେଁ ।
ପିଠା ବା ପିପୁଲ୍ସ ଏମ୍ପାଓ୍ୱାରମେଣ୍ଟ ଏନାବ୍ଲିଂ ଟାନ୍ସପରେନ୍ସି ଆଣ୍ଡ ଆକାଉଣ୍ଟେବିଲିଟି ଅଫ ଓଡ଼ିଶା ଇନିସିଏଟିଭ୍ସ(Peoples Empowerment - Enabling Transparency and Accountability of Odisha Initiatives (PEETHA)) ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୟନ କରା ଯାଇଥିବା ଏକ ଯୋଜନା । ଏହା ଆମ ଗାଁ ଆମ ବିକାଶ ଯୋଜନାର ଏକ ଉପ ଯୋଜନା । ସରକାରୀ ଯୋଜନାର ସ୍ୱଚ୍ଛତା ବଜାୟ ରଖିବା, ଲୋକଙ୍କୁ ସଶକ୍ତ କରିବା, ଏବଂ ସରକାରୀ ଯୋଜନାଗୁଡ଼ିକ ସହ ଲୋକଙ୍କୁ ସୁଚାଇ ରଖିବା ଏହି ଯୋଜନାର ମୂଳ ଲକ୍ଷ ।
ମାଇକେଲ ଫାରାଡ଼େ, ଇଂରେଜ ପଦାର୍ଥ ବିଜ୍ଞାନୀ ଏବଂ ରସାୟନବିଦ ଥିଲେ । ସେ ବିଦ୍ୟୁତ୍ ସ୍ରୋତର ଚୁମ୍ବକୀୟ ପ୍ରଭାବ ଆବିଷ୍କାର କରିଥିଲେ । ସେ ବିଦ୍ୟୁତ୍-ଚୁମ୍ବକୀୟ ପ୍ରେରଣର ଗବେଷଣା କରି ତାକୁ ନିୟମଭୁକ୍ତ କରିଥିଲେ । ଏହାଦ୍ୱାରା ଡାଇନାମୋ ଏବଂ ବିଦ୍ୟୁତ୍ ମୋଟରର ନିର୍ମାଣ ହୋଇଥିଲା । ପରେ 'ଗସ' (Gauss) ଙ୍କର ବିଦ୍ୟୁତ-ଚୁମ୍ବକତ୍ୱର ଚାରି ସମୀକରଣରେ ଫାରାଡ଼େଙ୍କର ଏହି ନିୟମ ମଧ୍ୟ ମିଶିଲା । ଫାରାଡ଼େ ବିଦ୍ୟୁତ୍ ରସାୟନ ଉପରେ ମଧ୍ୟ ଅନେକ ଗବେଷଣା କରିଥିଲେ ଏବଂ ଦୁଇଟି ନିୟମ ମଧ୍ୟ ଦେଇଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।