ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ମାତୃ ମୃତ୍ୟୁ (ଇଂରାଜୀ ଭାଷାରେ Maternal death ବା maternal mortality) ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନଦ୍ୱାରା ସଂଜ୍ଞାକରଣ କରାଯାଇଛି:- ଗର୍ଭାବସ୍ଥାରେ ବା ଗର୍ଭ ସମାପ୍ତି ପରଠାରୁ ୪୨ ଦିନ ପର୍ଯ୍ୟନ୍ତ ମହିଳାର ଗର୍ଭକାଳ, ଗର୍ଭର ସ୍ଥାନ, ଯେ କୌଣସି ଗର୍ଭ କାରଣରୁ ଅବସ୍ଥାର ଅବନତି ବା ଏହାର ଚିକିତ୍ସା ଇତ୍ୟାଦି କାରଣମାନଙ୍କ ଯୋଗୁ ମୃତ୍ୟୁ ହେଲେ ତାହାକୁ ମାତୃ ମୃତ୍ୟୁ କୁହାଯିବ କିନ୍ତୁ ଦୁର୍ଘଟଣା ବା ସମସାମୟିକ କାରଣରୁ ନୁହେଁ ।
ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ । ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) । ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ୱଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି । ହିମାଳୟର ପଶ୍ଚିମସୀମା ହେଉଛି “ନଙ୍ଗା ପର୍ବତ”, ଯାହା ସିନ୍ଧୁ ନଦୀର ଉତ୍ତରତମ ବାଙ୍କର ଠିକ୍ ଦକ୍ଷିଣପଟକୁ ଅବସ୍ଥିତ । ହିମାଳୟର ପୂର୍ବ ସୀମା “ନାମ୍ଚା ବରୁଆ” ୟାର୍ଲୁଂ ତ୍ସାଂଗପୋ ନଦୀର (ନିଜର ଉପରମୁଣ୍ଡରେ ବ୍ରହ୍ମପୁତ୍ର ନଦୀ ଏହି ନାମରେ ଜଣାଶୁଣା) ବଡ଼ ବାଙ୍କର ଠିକ୍ ପଶ୍ଚିମ ପଟକୁ ରହିଛି । ହିମାଳୟର ଉତ୍ତର-ପୂର୍ବ ଦିଗକୁ କାରାକୋରମ୍ ଓ ହିନ୍ଦୁକୁଶ ପର୍ବତଶ୍ରେଣୀ ରହିଛନ୍ତି । ୫୦-୬୦ କିଲୋମିଟର୍ ପ୍ରସ୍ଥ ବିଶିଷ୍ଟ “ଇଣ୍ଡସ୍-ତ୍ସାଙ୍ଗପୋ ସୁଚ୍ୟର୍” ନାମକ ଟେକ୍ଟୋନିକ୍ ଉପତ୍ୟକା ହିମାଳୟର ଉତ୍ତରାଂଶକୁ ତିବ୍ବତୀୟ ମାଳଭୂମିଠାରୁ ବିଚ୍ଛିନ୍ନ କରୁଛି । ହିମାଳୟ ବଳୟର ଦକ୍ଷିଣ ପଟକୁ ଗାଙ୍ଗେୟ ସମତଳ ଭୂମି ଅବସ୍ଥିତ । ପଶ୍ଚିମ ପାକିସ୍ତାନରେ ହିମାଳୟ ପର୍ବତଶ୍ରେଣୀର ପ୍ରସ୍ଥ ୩୫୦ କି.ମି. ହୋଇଥିବା ବେଳେ ପୂର୍ବରେ (ଅରୁଣାଚଳ ପ୍ରଦେଶ) ଏହାର ପ୍ରସ୍ଥ ପ୍ରାୟ ୧୫୦ କି.ମି.
କୋଲୋଜିୟମ୍ (ଇଂରାଜୀରେ Colosseum ଏବଂ ଇଟାଲୀୟ ଭାଷାରେ କୋଲୋଜିଓ -Colosseo) ଇଟାଲୀର ରୋମ୍ ନଗରର କେନ୍ଦ୍ରରେସ୍ଥିତ ଏକ ବୃହତ୍ ଅଣ୍ଡାକୃତି ଆମ୍ପିଥିଏଟର ବା ରଙ୍ଗଭୂମି । ଏହା ଫ୍ଲାଭିଆନ୍ ଆମ୍ପିଥିଏଟର ନାମରେ ମଧ୍ୟ ବେଶ୍ ଜଣାଶୁଣା । ଟ୍ରାଭେର୍ଟାଇନ୍ ଚୂନପଥର, ଆଗ୍ନେୟ ଉଦ୍ଗୀରଣରୁ ସୃଷ୍ଟ ଟଫ୍ ପଥର, କାଠ ଓ କଂକ୍ରିଟ୍ ନିର୍ମିତ ଇଟାରେ ଏହି ରଙ୍ଗମଞ୍ଚ ଅଦ୍ୟାବଧି ବିଶ୍ୱରେ ନିର୍ମିତ ସର୍ବବୃହତ୍ ରଙ୍ଗମଞ୍ଚ । ରୋମାନ୍ ଫୋରମ୍ର ଠିକ୍ ପୂର୍ବ ପଟକୁ ଅଳ୍ପଦୂରରେ ଏହି ପ୍ରାଚୀନ ରଙ୍ଗମଞ୍ଚ ଅବସ୍ଥିତ । ଭେସ୍ପାସିଆନ୍ ରୋମ୍ର ସମ୍ରାଟ ଥିବାବେଳେ ଖ୍ରୀ. ୭୨ରେ ଏହାର ନିର୍ମାଣ କାର୍ଯ୍ୟ ପ୍ରାରମ୍ଭ ହୋଇଥିଲା ଓ ଭେସ୍ପାସିଆନ୍ଙ୍କ ଉତ୍ତରାଧିକାରୀ ଟାଇଟସ୍ଙ୍କ ଶାସନ କାଳରେ ଖ୍ରୀ. ୮୦ରେ ଏହାର ନିର୍ମାଣ କାର୍ଯ୍ୟ ସମାପ୍ତ ହୋଇଥିଲା । ଖ୍ରୀ.
ଫିଫା ବିଶ୍ୱକପ (ଇଂରାଜୀରେ FIFA World Cup) ହେଉଛି ଅନ୍ତର୍ଜାତୀୟ ଫୁଟବଲ୍ ସଂଘଦ୍ୱାରା ଆୟୋଜିତ ଏକ ଫୁଟବଲ୍ ପ୍ରତିଯୋଗିତା । ଲୋକେ ଏହାକୁ ଫୁଟବଲ୍ ବିଶ୍ୱକପ ବୋଲି ମଧ୍ୟ କହିଥାନ୍ତି । ଏଥିରେ ବିଶ୍ୱର ଫୁଟବଲ୍ ପରିଚାଳକ ସଂସ୍ଥା ଫିଫା (Fédération Internationale de Football Association - FIFA)ର ସଦସ୍ୟ ରାଷ୍ଟ୍ରମାନେ ଅଂଶ ଗ୍ରହଣ କରିଥାନ୍ତି । ୧୯୩୦ ମସିହାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ୧୯୪୨ ଓ ୧୯୪୬ ମସିହାରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଚାଲିଥିବା ଯୋଗୁଁ ଫୁଟବଲ୍ ବିଶ୍ୱକପ ଆୟୋଜିତ ହୋଇନଥିଲା । ସଦ୍ୟ ସମାପ୍ତ ହୋଇଥିବା (୨୦୧୮ ମସିହାରେ ଋଷିଆରେ ଅନୁଷ୍ଠିତ) ବିଶ୍ୱକପ ପ୍ରତିଯୋଗିତାରେ ଫ୍ରାନ୍ସ ବିଶ୍ୱବିଜେତା ଦଳ ହେବାର ଗୌରବ ଲାଭ କରିଥିଲା ।
ଭୂମିକମ୍ପର ତୀବ୍ରତା ମାପ କରିବା ପାଇଁ ଏକ ପ୍ରକାର ସ୍କେଲ ବ୍ୟବହାର କରାଯାଏ । ଏହାକୁ ରିକ୍ଟର ସ୍କେଲ୍ କୁହାଯାଏ । ୧୯୩୫ ମସିହାରେ ଆମେରିକାର ଚାର୍ଲସ ଫ୍ରାଙ୍କିସ୍ ରିକ୍ଟର ଏହାକୁ ବାହାର କରିଥିଲେ । ଏହା "୦'ଠାରୁ ଆରମ୍ଭ କରି ୧୨ ପର୍ଯ୍ୟନ୍ତ ଭୂମିକମ୍ପ ତୀବ୍ରତାକୁ ମାପ କରିପାରେ । ଏଥିରେ ପ୍ରତିଟି ସଂଖ୍ୟା ତାହାର ପୂର୍ବ ସଂଖ୍ୟାଠାରୁ ୧୦ ଗୁଣ ଅଧିକ ହୋଇଥାଏ । ଏହି ସ୍କେଲରେ ଭୂମିକମ୍ପର ତୀବ୍ରତା ୨.୦ରୁ କମ୍ ହୋଇଥିଲେ ତାହାକୁ ଜାଣିହୁଏ ନାହିଁ । ମାତ୍ର ଏହି ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୦ ବା ତାଠାରୁ ଅଧିକ ହୋଇଥିଲେ ତାହା କ୍ଷୟକ୍ଷତି ଘଟାଇଥାଏ । ରିଚର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୦ରୁ ଅଧିକ ହେଲେ ସେହି ଭୂମିକମ୍ପ ଜନିତ କ୍ଷୟ କ୍ଷତି ଅତି ଭୟାବହ ହୋଇଥାଏ ।
ମଙ୍ଗଳା କିଶାନ (ଜନ୍ମ: ୬ ଜୁନ ୧୯୪୭) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର ଜଣେ ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭା ଏବଂ ରାଜ୍ୟ ସଭାରେ ସଦସ୍ୟ ଭାବରେ କାର୍ଯ୍ୟ କରିଛନ୍ତି । ମଙ୍ଗଳା କିଶାନ ୦୩ ଅପ୍ରେଲ ୨୦୦୮ରେ ଓଡ଼ିଶାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୦୨ ଅପ୍ରେଲ ୨୦୧୪ ଯାଏଁ ୬ବର୍ଷ ଧରି ସେଠାରେ କାର୍ଯ୍ୟ କରିଥିଲେ । ସେ ରାଜଗାଙ୍ଗପୁର ବିଧାନ ସଭା ମଣ୍ଡଳୀରୁ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ରାଜ୍ୟ ସଭା ସାଂସଦ ଥିବାବେଳେ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦାବି ଉପସ୍ଥାପନ କରିଥିଲେ, ତାଙ୍କ ସହ ଆଉ ୧୩ ଜଣ ସାଂସଦ ମଧ୍ୟ ଏହି ଉଦ୍ୟମରେ ଥିଲେ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।
କଣ୍ଡୋମ (ଇଂରାଜୀ ଭାଷାରେ condom) ଏକ ମୁଣି ଆକାରର ଏକ ପ୍ରତିବନ୍ଧ ଉପକରଣ (barrier device) ଯାହା ଯୌନ ସମ୍ଭୋଗ (sexual intercourse) ସମୟରେ ଗର୍ଭାଧାନ ସମ୍ଭାବନା ଓ ଯୌନସଞ୍ଚାରିତ ସଂକ୍ରମଣ (sexually transmitted infection ବା STIs) ରୋକିବା ନିମନ୍ତେ ବ୍ୟବହାର କରାଯାଏ । ଏଥି ନିମନ୍ତେ ଉଭୟ ପୁରୁଷ ଓ ମହିଳା କଣ୍ଡୋମ (female condom) ମିଳେ । ସଠିକ ଭାବରେ ପ୍ରତ୍ୟେକ ନାରୀ-ପୁରୁଷ ସମ୍ଭୋଗ ସମୟରେ ପୁରୁଷ ସାଥୀ କଣ୍ଡୋମ ବ୍ୟବହାର କଲେ ମାତ୍ର ୨% ଗର୍ଭାଧାନ ହାର ହୁଏ । କିନ୍ତୁ ସାଧାରଣ ବ୍ୟବହାରରେ ଏହି ହାର ପ୍ରାୟ ବାର୍ଷିକ ୧୮% ହୁଏ । କଣ୍ଡୋମ ବ୍ୟବହାର କଲେ ଗନରିଆ, କ୍ଲାମିଡିଆ (chlamydia), ଟ୍ରାଇକୋମୋନିଆସିସ୍, ହେପାଟାଇଟିସ ବି ଓ ଏଚଆଇଭି/ଏଡସ ଇତ୍ୟାଦି ରୋଗ ସଙ୍କଟ ଅନେକ ପରିମାଣରେ କମିଯାଏ । କିଛି ପରିମାଣରେ ସୁରକ୍ଷା ମିଳୁଥିବା ଅନ୍ୟ କେତେକ ରୋଗମାନଙ୍କ ନାମ ଜେନିଟାଲ ହର୍ପିସ (genital herpes), ହ୍ୟୁମାନ ପାପିଲୋମା ଭୁତାଣୁ (human papillomavirus ବା HPV) ଓ ସିଫିଲିସ୍ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ପ୍ରତିବର୍ଷ ଭାରତ ସରକାରଙ୍କଦ୍ୱାରା ଜାନୁଆରୀ ୯ ତରିଖ ଦିନ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଏ । ଏହି ଦିନ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ସ୍ୱଦେଶକୁ ଫେରିଥିଲେ । ଏହି ଦିନକୁ ସ୍ମରଣୀୟ କରିବା ପାଇଁ ୨୦୦୩ ମସିହାରୁ ଏହି ଦିନର ଉତ୍ସବ ଆରମ୍ଭ ହୋଇଥିଲା । ପ୍ରବାସୀ ଭାରତୀୟ ଦିବସ ପାଳନ କରିବାର ଚିନ୍ତାଧାରା ସ୍ୱର୍ଗୀୟ ଲକ୍ଷ୍ମୀମଲ ସିଂଭିଙ୍କ ପରିକଳ୍ପନା ଥିଲା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସ୍ନିଗ୍ଧା ମହାନ୍ତି ଜଣେ ଜଣାଶୁଣା ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅନେକ ଓଡ଼ିଆ ଓ ବଙ୍ଗଳା ସିନେମାରେ କାମ କରିଛନ୍ତି । ୧୯୮୮ ଜାନୁଆରୀରେ ମୁକ୍ତିଲାଭ କରିଥିଲା ଚଳଚ୍ଚିତ୍ର ଲାଲ୍ପାନ ବିବି ନବାଗତା ଅଭିନେତ୍ରୀଭାବେ ମହାନ୍ତି ଅଭିନୟ ଆରମ୍ଭ କରିଥିଲେ । ସେ ନାୟିକା, ସହ-ନାୟିକା, ନକାରାତ୍ମକ ଭୂମିକାରେ ଏବଂ ଦୂରଦର୍ଶନ ଧାରାବାହିକମାନଙ୍କରେ ପ୍ରମୁଖ ଭୂମିକାରେ ମଧ୍ୟ ଅଭିନେତ୍ରୀ ଭାବେ ଅଭିନୟ କରିଛନ୍ତି । ସେ ପଚାଶରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ତରଙ୍ଗ ଟିଭିରେ ପ୍ରସାରିତ "ସ୍ୱାଭିମାନ" ଓ "ଅମ୍ବିକାଖୁଡ଼ୀଙ୍କ ହାଣ୍ଡିଶାଳ" ତାଙ୍କ ଅଭିନୀତ ଦୁଇଟି ଲୋକପ୍ରିୟ ଧାରାବାହିକ କାର୍ଯ୍ୟକ୍ରମ । ସେ ଭାରତୀୟ ଡାକ ବିଭାଗରେ କାର୍ଯ୍ୟ କରନ୍ତି ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ସକାଳ ଧୂପ ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରଥମ ଶଙ୍ଖୁଡ଼ି ଭୋଗ ବା ଅନ୍ନ ଭୋଗ । ଏହି ଧୂପ ପାଇଁ ସୁଆରବଡୁ ଅନବସର ପିଣ୍ଡି ଓ ଭିତର ବେଢ଼ା ସଫା କରିଥାନ୍ତି । ତା’ପରେ ପୂଜାପଣ୍ଡା ମୁରୁଜ ପକାନ୍ତି । ‘ପାଣିଆପଟ' ସେବକ ଏହି ଭୋଗରେ ଦରକାର ହେଉଥବା ଚାରିଟି ଥାଳି ଓ ଦୁଇଟି ପିତ୍ତଳ ପରଖ ପରିଷ୍କାର କରି ରଖୁଥାନ୍ତି । ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ର । ପ୍ରତ୍ୟେକଙ୍କ ପାଖରେ ଗୋଟିଏ ଗୋଟିଏ ଥାଳି ଓ ପରଖ ଏବଂ ଯୋଗମାୟା ସୁଭଦ୍ରା ଓ ସୁଦର୍ଶନଙ୍କ ପାଖରେ କେବଳ ଗୋଟିଏ ଗୋଟିଏ ଥାଳି , ରଖାଯାଏ । ପ୍ରମାଦ ନୈବେଦ୍ୟ ସମୟରେ ଦ୍ୱାରରେ ଗୋଟିଏ ଲୁଗା ବନ୍ଧଯାଏ। ତାକୁ ‘ଟେରା’ ବୋଲି କୁହାଯାଏ । t ଟେରା ପଡ଼ିବା ପରେ ‘ପନ୍ତଶବଡୁ' ଓ 'ବିଜୁଆ' ନାମକ ସେବକ ଖେଚେଡ଼ି ଅନ୍ନ ଦିଅଁଙ୍କ ଆଗରେ ରଖାଯାଇଥବା ଥାଳିରେ ବାଢ଼ନ୍ତି । ‘ମହାସୁଆର' ଏ ଭୋଗରେ ଏଣ୍ଡୁରି, କାନ୍ତି, ଝିଲ୍ଲି, ଅଦା ପାଟେଡ଼ି, ହଂସକେଳି, ମଠପୁଳି, କାକତୁଆ, ବୁନ୍ଦିଆ, କ୍ଷୀରି ପ୍ରଭୃତି ବାଢ଼ିଥାନ୍ତି । ପୂଜା ସମୟରେ ‘ସୁଆରବଡୁ' ପୂଜାପଣ୍ଡାଙ୍କ ନିକଟରେ ଦର୍ପଣ ଏଭଳି ଧରି ରଖନ୍ତି, ଯାହାଦ୍ୱାରା ଦର୍ପଣରେ ଠାକୁରଙ୍କର ପ୍ରତିବିମ୍ବ ପୂଜାପଣ୍ଡାଙ୍କୁ ଦୃଶ୍ୟ ହେବ । ସେହି ପ୍ରତିବିମ୍ବକୁ ଧାନ କରି ପୂଜାପଣ୍ଡା ପ୍ରସାଦ ନୈବେଦ୍ୟ କରିଥାନ୍ତି । ପୂଜା ପରେ ବିଡ଼ିଆ ପାନ ଠାକୁରଙ୍କୁ ମଣେହି କରାଯାଏ । ଭୋଗ ପରେ ଆଳତି ହୋଇଥାଏ । ସକାଳ ଧୂପ ଶେଷ ହେବା ପରେ ଠାକୁରମାନଙ୍କର ‘ମଇଲମ' ବା ବେଶ ଓଲାଗି ବା ବଦଳାଯାଏ ।
ମାଣ୍ଡିଆ ହେଉଛି ଏକ ବାଜରା ଜାତୀୟ ଲଘୁ ଶସ୍ୟ । ଏହା ମୁଖ୍ୟତଃ ଦକ୍ଷିଣ ପୂର୍ବ ଏସିଆ ମହାଦେଶରେେ ବହୂଳ ଭାବେ ଚାଷ କରାଯାଏ । ଏଥିରୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ । ମାଣ୍ଡିଆ ଫସଲ ସବୁପ୍ରକାର ଜମିରେ ଚାଷ କରାଯାଇ ପାରିବ। ଭାରତରେ ବହୂଳ ବ୍ୟବହୃତ ମାଣ୍ଡିଆର ବୈଜ୍ଞାନିକ ନାମ ହେଲା ପାନିକମ୍ ସୁମାତ୍ରିନ୍ସ (Panicum sumatrense) । ପାରମ୍ପପରିକ ଓଡ଼ିଆ ଖାଦ୍ୟ ଜାଉ ମୁଖ୍ୟତଃ ମାଣ୍ଡିଆ, ଚାଉଳ, ଯଅ ଓ ଖୁଦରୁ ତିଆରି କରାଯାଇଥାଏ ।
ପେଲଭିସ ପ୍ରଦାହ ରୋଗ ବା ସଂକ୍ଷେପରେ ପି.ଆଇ.ଡି. (ଇଂରାଜୀରେ Pelvic inflammatory disease or pelvic inflammatory disorder or PID) ମହିଳା ପ୍ରଜନନ ଅଙ୍ଗଶ୍ରେଣୀର ଉପର ଭାଗ ଯଥା ଜରାୟୁ, ଫାଲୋପିଆନ ଟ୍ୟୁବ ଓ ଓଭାରି ଇତ୍ୟାଦିର ସଂକ୍ରମଣକୁ କୁହାଯାଏ । ଅଧିକାଂଶ ସମୟରେ ଏହି ରୋଗ ଲକ୍ଷଣ ବିହୀନ ଥାଏ । ଯେତେବେଳେ ଲକ୍ଷଣ ଓ ଚିହ୍ନ ବାହାରିବା ବେଳେ ତଳି ପେଟରେ ଯନ୍ତ୍ରଣା, ଯୋନୀପଥ ବିସର୍ଜନ (vaginal discharge), ଜ୍ୱର, ପରିସ୍ରା କଲାବେଳେ କଷ୍ଟ, ଯୌନ ସମ୍ଭୋଗ ବେଳେ କଷ୍ଟ ଓ ଅନିୟମିତ ଋତୁସ୍ରାବ ହୁଏ । ପି.ଆଇ.ଡି. ରୋଗ ଚିକିତ୍ସିତ ନ ହେଲେ କ୍ରନିକ ପେଲଭିସ ଯନ୍ତ୍ରଣା, ବନ୍ଧ୍ୟା ଦୋଷ, ଅସ୍ଥାନିକ ଗର୍ଭ, ଓ କର୍କଟ ଇତ୍ୟାଦି ରୋଗ ଜଟୀଳତା ଆକାରରେ ହୁଏ । ସମୁଦାୟ ରୋଗୀଙ୍କ ମଧ୍ୟରୁ ୭୫ରୁ ୯୦ % କେଶରେ ନାଇସେରିଆ ଗନୋରି କିମ୍ବା କ୍ଲାମିଡିଆ ଟ୍ରାକୋମାଟିସ ଜୀବାଣୁ ସଂକ୍ରମଣଯୋଗୁ ରୋଗ ହୁଏ । ଏକାଧିକ ଜୀବାଣୁ ମଧ୍ୟ ସାମିଲ ହୋଇପାରନ୍ତି । କ୍ଲାମିଡିଆ ସଂକ୍ରମଣରୁ ୧୦ % ଓ ଗନୋରିଆ ସଂକ୍ରମଣରୁ ୪୦ % ମହିଳା ପି.ଆଇ.ଡି.
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଓସଗୁଡ-ସ୍ଲାଟର ଡିଜିଜ (ଇଂରାଜୀ ଭାଷାରେ Osgood–Schlatter disease ବା OSD, ଅନ୍ୟ ନାମ ଆପୋଫିସାଇଟିସ ଅଫ ଟିବିଆଲ ଟ୍ୟୁବରକ୍ଲ) ରୋଗରେ ଟିବିଆଲ ଟ୍ୟୁବରୋସିଟି (tibial tuberosity) ସ୍ଥାନରେ ସଂଯୁକ୍ତ ହେଉଥିବା ପାଟେଲାର ଲିଗାମେଣ୍ଟର (patellar ligament) ପ୍ରଦାହ (inflammation) ହୁଏ । ଆଣ୍ଠୁ ତଳକୁ ଏକ ଯନ୍ତ୍ରଣା ଦାୟକ ଫୁଲା ବାହାରେ ଯାହା ଆଣ୍ଠୁ (knee) ବ୍ୟବହାର କଲେ ଅଧିକ ହୁଏ ଓ ବିଶ୍ରାମ ନେଲେ ଉପଶମ ହୁଏ । କିଛି ମାସ ଧରି ସେହି ସ୍ଥାନରେ ବାରମ୍ବାର ଯନ୍ତ୍ରଣା ହୋଇପାରେ । ଏକ ବା ଉଭୟ ଆଣ୍ଠୁରେ ଏହା ଦେଖାଯାଇପାରେ ଓ ସାମୟିକ ପୁନଃପୌନିକ ଆକ୍ରମଣ ହୋଇପାରେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସିକ୍ଲ ସେଲ୍ ରୋଗ (ଏସସିଡି), ଅନ୍ୟ ନାମ ସିକ୍ଲ ସେଲ୍ ଆନିମିଆ (ଏସସିଏ), ଏକ ରକ୍ତ ବେମାରୀ ଦଳ ଯାହା ଯାହା ବଂଶାନୁକ୍ରମେ ପ୍ରେରିତ ହୁଏ । ଫଳରେ ଲୋହିତ ରକ୍ତ କଣିକାରେ ଥିବା ଅମ୍ଳଜାନ ବାହକ ପ୍ରୋଟିନ ହେମୋଗ୍ଲୋବିନ ଅସାମାନ୍ୟ ହୋଇଯାଏ । ଏହାଦ୍ୱାରା ରକ୍ତ କଣିକା କେତେକ ପରିସ୍ଥିତିରେ ଏକ ଦାଆ ଆକାର ଧାରଣ କରେ । ଏହି ରୋଗ ୫ରୁ ୬ମାସ ବୟସରେ ଆରମ୍ଭ ହୁଏ । ଅନେକ ସ୍ୱାସ୍ଥ୍ୟ ସମସ୍ୟା ଏହା ଯୋଗୁ ଉତ୍ପନ୍ନ ହୁଏ ଯଥା:- ଯନ୍ତ୍ରଣା ଆକ୍ରମଣ (ସିକ୍ଲ ସେଲ୍ କ୍ରାଇସିସ୍), ଆନିମିଆ, ଜୀବାଣୁ ସଂକ୍ରମଣ ଓ ସ୍ଟ୍ରୋକ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ କ୍ରନିକ ଯନ୍ତ୍ରଣା ଲାଗିରହେ । ବିକଶିତ ଦେଶରେ ଏହି ରୋଗୀର ହାରାହାରି ଆୟୁଷ ପ୍ରାୟ ୫୦ ବର୍ଷ ।
ମଣିବେନ ବଲ୍ଲଭଭାଇ ପଟେଲ (୨୪ ଏପ୍ରିଲ ୧୯୦୪ – ୨୬ ମାର୍ଚ୍ଚ ୧୯୯୦; ଗୁଜରାତୀ: મણિબેન પટેલ) ଭାରତର ଜଣେ ସ୍ୱାଧୀନତା ସଂଗ୍ରାମୀ ଏବଂ ସଂସଦ ସଦସ୍ୟ ଥିଲେ । ସେ ସରଦାର ବଲ୍ଲଭଭାଇ ପଟେଲଙ୍କ କନ୍ୟା ଥିଲେ । ତାଙ୍କର ଶିକ୍ଷା ମୁମ୍ବାଇରେ ହୋଇଥିଲା । ମହାତ୍ମା ଗାନ୍ଧୀଙ୍କ ଶିକ୍ଷାରେ ପ୍ରଭାବିତ ହୋଇ ଶିକ୍ଷା ଶେଷରୁ ୧୯୧୮ ରୁ ଆରମ୍ଭ କରି ସେ ଆହମଦାବାଦର ଗାନ୍ଧୀଜୀଙ୍କ ଆଶ୍ରମରେ ରହି ଜାତିସେବା କରିଥିଲେ । ସେ ତାଙ୍କର ସମସ୍ତ ଜୀବନ ଭାରତର ସ୍ୱାଧୀନତା ପାଇଁ ସମର୍ପଣ କରିଦେଇଥିଲେ, କିନ୍ତୁ ସ୍ୱାଧୀନତା ପରେ ବୃଦ୍ଧାବସ୍ଥାରେ ତାଙ୍କ ନିକଟରେ ଧନ, ମାନ, ଆବଶ୍ୟକ ବସ୍ତୁର ଅଭାବ ଥିଲା । ଭାରତର ସ୍ୱାଧୀନତା ପାଇଁ ଯେତିକି ଆନ୍ଦୋଳନ ସରଦାର ପଟେଲ କରିଥିଲେ, ସେଥିରୁ ଅଧିକାଂଶରେ ମଣିବେନଙ୍କ ମହତ୍ୱପୂର୍ଣ୍ଣ ଅବଦାନ ରହିଛି । ସତ୍ୟାଗ୍ରହରେ କଠିନ ପରିଶ୍ରମ କରି ପରେ କାରାଗାରରେ ମଧ୍ୟ ସେ କଠିନ ଯନ୍ତ୍ରଣା ଭୋଗ କରିଥିଲେ । ଜାତିସେବା ପାଇଁ ନିବେଦିତ ସେ ମହିଳା ଆଜୀବନ ବିବାହ ବନ୍ଧନରୁ ବାହାରେ ରହି ଭାରତର ଉନ୍ନତି ପାଇଁ ଚିନ୍ତନ କରୁଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଆ ପାଇଁ ଯୁବ ପୁରସ୍କାର ବିଜେତାଙ୍କ ତାଲିକା
୨୦୧୧ ମସିହାରୁ ପ୍ରତିବର୍ଷ ୨୪ଟି ଭାଷାରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଯୁବ ଲେଖକମାନଙ୍କୁ ଯୁବ ପୁରସ୍କାର ପ୍ରଦାନ କରାଯାଉଛି।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ପୋଲିସ୍ ବାବୁ ୨୦୨୨ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ରାଉତ । ରଜନୀ ରଞ୍ଜନ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ଶୈଳେନ୍ଦ୍ର ପରିଡ଼ା ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀକାର ଗୁଡ୍ଲି ରଥ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଅନୁଗୋଳ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଅନୁଗୋଳ (କ୍ରମିକ ସଂଖ୍ୟା: ୬୧) ଅନୁଗୋଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ମସ୍ତିଷ୍କ ଅର୍ବୁଦ (ଇଂରାଜୀରେ Brain tumour) ବା ଖପୁରୀ ମଧ୍ୟସ୍ଥ ଅର୍ବୁଦ ସୃଷ୍ଟି ହୁଏ ଯେତେବେଳେ ମସ୍ତିଷ୍କରେ ଅସାଧାରଣ ଜୀବକୋଷ ବୃଦ୍ଧି ହୋଇଚାଲେ । ଦୁଇ ପ୍ରକାର ମୂଖ୍ୟ ଅର୍ବୁଦ ଦେଖାଯାଏ; ମୃଦୁ(benign) ଓ ଦୃତବୃଦ୍ଧି(malignant) ଅର୍ବୁଦ । ଦୃତବୃଦ୍ଧି ଅର୍ବୁଦମାନଙ୍କୁ ମଧ୍ୟ ଦୁଇ ଭାଗରେ ବିଭକ୍ତ କରାଯାଏ; ପ୍ରାଥମିକ ଅର୍ବୁଦ, ଯାହା ମସ୍ତିଷ୍କରେ ସୃଷ୍ଟି ହୁଏ ଓ ମସ୍ତିଷ୍କ ମେଟାସ୍ଟାସିସ, ଯାହା ଅନ୍ୟ କୌଣସି ସ୍ଥାନରେ ସୃଷ୍ଟି ହୋଇ ମସ୍ତିଷ୍କକୁ ଆସିଥାଏ । ଏଠାରେ କେବଳ ମସ୍ତିଷ୍କରୁ ସୃଷ୍ଟ ଅର୍ବୁଦ ବିଷୟରେ ଆଲୋଚନା କରାଯିବ । ସମସ୍ତ ପ୍ରକାର ଅର୍ବୁଦ ଲକ୍ଷଣ ଦେଖାନ୍ତି, ମସ୍ତିଷ୍କ ଅଂଶ ଭେଦରେ ଅଲଗା ହୁଏ । ମୁଣ୍ଡବଥା, ବାତ ମାରିବା, ଦୃଷ୍ଟିଦୋଷ, ବାନ୍ତି ଓ ମାନସିକ ପରିବର୍ତ୍ତନ ଭଳି ଲକ୍ଷଣ ଦେଖାଯାଏ । ମୁଣ୍ଡବଥା ସକାଳେ ଉତ୍କଟ ହୁଏ ଓ ବାନ୍ତି ହେବାପରେ ଛାଡ଼ିଯାଏ । ଚାଲିବାରେ, କହିବାରେ ଓ ସ୍ପର୍ଶ କରିବାରେ ଅସୁବିଧା ହୁଏ । ରୋଗ ଆଗେଇଲେ ଚେତନଶୂନ୍ୟତା ହୁଏ ।
କପିଳେନ୍ଦ୍ର ଦେବ (୧୪୩୫–୧୪୬୫, ଜନ୍ମ: କପିଳେନ୍ଦ୍ର ରାଉତ) ଜଣେ ଉତ୍କଳୀୟ ସମ୍ରାଟ ଥିଲେ । ତାଙ୍କ ସମୟରେ ଉତ୍କଳର ସୀମା ଉତ୍ତରରେ ଗଙ୍ଗା ନଦୀଠାରୁ ଦକ୍ଷିଣରେ କାବେରୀ ନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିଲା ।ଯାଏଁ ଅଞ୍ଚଳ ଅଧୀକାର କରି "ଗଜପତି ଗୌଡେଶ୍ବର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ଉପାଧୀ" ପାଇଥିଲେ । ସେ ସୂର୍ଯ୍ୟ ବଂଶର ପ୍ରତିଷ୍ଠାତା ତଥା ପ୍ରଥମ ନରପତି ଥିଲେ । "ଗୌଡ଼େଶ୍ବର"ର ଅର୍ଥ ଗୌଡ଼ ଅର୍ଥାତ୍ ବଙ୍ଗର ଅଧୀଶ୍ବର ଏବଂ "ନବକୋଟି କର୍ଣାଟ କଳବର୍ଗେଶ୍ୱର"ର ଅର୍ଥ କର୍ଣ୍ଣାଟ (ବିଜୟନଗର ସାମ୍ରାଜ୍ଯ) ଏବଂ କଳବର୍ଗ (ବାହମନୀ ସାମ୍ରାଜ୍ୟର ପୂର୍ବତନ ରାଜଧାନୀ ନାମ ଥିଲା ଗୁଲବର୍ଗା)ର ନଅକୋଟି ଅଧିବାସୀଙ୍କର ପ୍ରଭୁ । ସେ ନିଜକୁ ଜଗନ୍ନାଥଙ୍କ ପରମ ସେବକ ମଣୁଥିଲେ ଓ ଗଜପତି ଉପାଧିରେ ଭୂଷିତ କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଅନୁଗୋଳ (ଅନୁଗୁଳ ନାମରେ ମଧ୍ୟ ଜଣାଶୁଣା) ହେଉଛି ଭାରତୀୟ ରାଜ୍ୟ ଓଡ଼ିଶାର ଅନୁଗୋଳ ଜିଲ୍ଲାର ଗୋଟିଏ ସହର , ପୌରପାଳିକା ଏବଂ ସଦରମହକୁମା । ଅନୁଗୁଳର ହାରାହାରି ଉଚ୍ଚତା ସମୁଦ୍ର ପତ୍ତନଠାରୁ ୧୯୫ ମିଟର (୬୪୦ ଫୁଟ) ଏବଂ ମୋଟ କ୍ଷେତ୍ରଫଳ ୬୨୩୨ ବର୍ଗ କିଲୋମିଟର । ଜିନ୍ଦଲ ଷ୍ଟିଲ୍ ଆଣ୍ଡ୍ ପାୱାର ଲିମିଟେଡ୍ (JSPL) ଦ୍ୱାରା ପରିଚାଳିତ ଅନୁଗୁଳ ଇସ୍ପାତ କାରଖାନା ଏକ ପ୍ରମୁଖ ସମନ୍ୱିତ ଇସ୍ପାତ ସୁବିଧା ଏବଂ ଦେଶର ସର୍ବବୃହତ ଇସ୍ପାତ କାରଖାନା ଭାବରେ ଜଣାଶୁଣା । ଏହି ସହରକୁ ଶୈଳଶ୍ରୀକ୍ଷେତ୍ର ମଧ୍ୟ କୁହାଯାଏ ।
ଶ୍ରୀମନ୍ଦିରରେ ଥିବା ବିଭିନ୍ନ ମଣ୍ଡପସବୁ ହେଲା: ଭେଟ ମଣ୍ଡପ, ଚାହାଣୀ ମଣ୍ଡପ, ସ୍ନାନ ମଣ୍ଡପ, ପ୍ରସାଦ ମଣ୍ଡପ, ବୈକୁଣ୍ଠ ମଣ୍ଡପ, ବକୁଳ ମଣ୍ଡପ, ଭୋଗ ମଣ୍ଡପ, ମୁକ୍ତି ମଣ୍ଡପ, ମାଜଣା ମଣ୍ଡପ, ଜଳକ୍ରୀଡା ମଣ୍ଡପ, ନାଭିକଟା ମଣ୍ଡପ, ଦେବସଭା ମଣ୍ଡପ, ଅଚିନ୍ତା ମଣ୍ଡପ, ନାଟପା ମଣ୍ଡପ, ଆଡ଼ପ ମଣ୍ଡପ, ବଳି ମଣ୍ଡପ, ରତ୍ନ ମଣ୍ଡପ (ରତ୍ନ ବେଦୀ), ଦୋଳ ମଣ୍ଡପ (ଦୋଳ ବେଦୀ) ଓ ଯଜ୍ଞ ମଣ୍ଡପ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।