ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଧାନ ହେଉଛି ଏକ ଶସ୍ୟ । ଏହା ମୁଖ୍ୟତଃ ଦକ୍ଷିଣ ପୂର୍ବ ଏସିଆ ମହାଦେଶରେ ଅଧିକ ଭାବେ ଚାଷ କରାଯାଏ। ଏହା ଏକ ମୂଳ ଶସ୍ୟ ଏଥିରୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ । ଧାନ ଚାଷ ସାଧାରଣତଃ ବର୍ଷାଋତୁରେ ଚାଷ କରାଯାଏ । ଧାନ ଫସଲ ସବୁପ୍ରକାର ଜମିରେ ଚାଷ କରାଯାଇ ପାରିବ। ଧାନର ବୈଜ୍ଞାନିକ ନାମ ହେଲା ଓରିଇଜା ସାଟାଇଭା (Oryza sativa)। ଧାନ କିସମ ଅନୁସାରେ ସଅଳ, ମଧ୍ୟମ ଓ ବିଳମ୍ବ କିସମର ଅଟେ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡ଼ିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଅର୍ଜୁନ ଚରଣ ସେଠୀ ([ɔrd͡ʒunɔ t͡ʃɔɾɔɳɔ seʈʰi] ()) (୧୮ ସେପ୍ଟେମ୍ବର ୧୯୪୧ - ୮ ଜୁନ ୨୦୨୦) ଜଣେ ଭାରତୀୟ ରାଜନେତା । ମୃତ୍ୟୁ ପୂର୍ବରୁ ଭାରତୀୟ ରାଜନୀତିରେ ସେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନ ସମୟରେ ସେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ । ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସ, ଜନତା ଦଳ ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ୧୯୭୧ ମସିହାରେ ସେ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳର ପ୍ରତିନିଧି ଭାବରେ ୫ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୮୦ ମସିହାରେ ୨ୟ ଥର ପାଇଁ କଂଗ୍ରେସ (ଆଇ) ଦଳରୁ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୯୧ ମସିହାରେ ପୁଣିଥରେ ଭଦ୍ରକରୁ ଜନତା ଦଳର ପ୍ରତିନିଧି ଭାବରେ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୯୯୮, ୧୯୯୯, ୨୦୦୪, ୨୦୦୯ ଏବଂ ୨୦୧୪ରେ ନିର୍ବାଚିତ ହୋଇଥିଲେ । ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ସେ ୨୦୦୦ରୁ ୨୦୦୪ ଯାଏଁ ଜଳ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୮ ଜୁନ ୨୦୨୦ରେ ସେ ୭୮ ବର୍ଷ ବୟସରେ ମୃତ୍ୟବରଣ କରିଥିଲେ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଯକୃତ (ଇଂରାଜୀ ଭାଷାରେ liver) ଦେହର ଏକ ଅଙ୍ଗ । କଥିତ ଭାଷାରେ ଏହାକୁ କଲିଜା ବୋଲି କୁହାଯାଏ । ଏକ ମୂଖ୍ୟ ବିପାକକାରୀ ଅଙ୍ଗ ଯାହା କେବଳ ମେରୁଦଣ୍ଡୀ ପ୍ରାଣୀଙ୍କ ଦେହରେ ଥାଏ ଯାହା ଅତ୍ୟାବଶ୍ୟକୀୟ ବିପାଚନ କ୍ରିୟା କରେ ଯେଉଁଥିରେ ପ୍ରାଣୀ ଅଙ୍ଗର ବିଷାକ୍ତକାରୀ ପଦାର୍ଥକୁ ନଷ୍ଟ କରିଥାଏ; ପୁଷ୍ଟିସାର ସଂଯୋଗ କରେ ଓ ହଜମ ତଥା ବିକାଶ ନିମନ୍ତେ ଅନେକ ଜୈବ ରାସାଯନିକ କାମ କରିଥାଏ । ଏହା ମାନବ ଶରୀରର ଡାହାଣ ଉଦ୍ଧ୍ଵ ଚତୁର୍ଥାଂଶରେ ଥାଏ ଯାହାକୁ ପଞ୍ଜରା ଅସ୍ଥି ସୁରକ୍ଷା ଦେଇଥାଏ । ଏହା ଦ୍ଵାରା ଶ୍ଵେତସାର ବିପାକ ହୁଏ ଅନେକ ପ୍ରକାରର ହରମୋନ ପ୍ରସ୍ତୁତ ହୋଇଥାଏ; ଶର୍କରା ଓ ଗ୍ଲାଇକୋଜେନ ପ୍ରସ୍ତୁତ ଓ ଭଣ୍ଡାର କରି ରଖାଯାଏ ଓ ଲୋହିତ ରକ୍ତ କଣିକା ନଷ୍ଟ କରିଥାଏ । ଶରୀର ଗଠନକାରୀ ଓ ଡାକ୍ତରୀ ଶବ୍ଦ ସବୁ ଯେପରିକି ହେପାଟୋଲୋଜି ଓ ହେପାଟାଇଟିସ ଶବ୍ଦମାନ ଏଥିରେ ବ୍ୟବହାର କରାଯାଏ ।ଯକୃତ ଏକ ଅତିରିକ୍ତ ହଜମକାରୀ ଅଙ୍ଗ ଯେଉଁଥିରୁ ପିତ୍ତ ନାମକ ଏକ କ୍ଷାରୀୟ ତରଳ ପଦାର୍ଥ ବାହାରେ ତଥା ଯେଉଁଥିରେ କୋଲେଷ୍ଟେରୋଲ ଓ ପିତ୍ତ ଅମ୍ଳ ଥାଏ । ଏହା ଖାଦ୍ୟରେ ଥିବା ଚର୍ବି ଅଂଶକୁ ଇମଲସନ ବା ଅବଦ୍ରବରେ ପରିଣତ କରିଥାଏ । ଗଲବ୍ଲାଡର ଏକ ଥଳି ଯାହା ଡାହାଣ ଯକୃତର ନିମ୍ନ ଭାଗରେ ଥାଏ । ଏହା ଯକୃତରୁ ବାହାରୁଥିବା ପିତ୍ତକୁ ଜମା କରି ଗାଢ କରିଥାଏ ଓ ପରେ ଏହା ଡୂଓଡେନମରେ ତ୍ୟାଗ କରି ହଜମ କରିବାରେ ସାହାଯ୍ୟ କରିଥାଏ । ଯକୃତରେ କିଛି ବିଶେଷ ଧରଣର ତନ୍ତୁ ଥାଏ ଯେଉଁଥିରେ ଅଧିକାଂଶ ହେପାଟୋସାଇଟ ଜୀବକୋଷ ଥାଏ । ଏହି ଜୀବକୋଷ ବିଭିନ୍ନ ପ୍ରକାରର ଉଚ୍ଚ ଧରଣର ଜୈବରାସାୟନିକ ପ୍ରତିକ୍ରିୟା କରିଥାଏ । ଏହା ଛୋଟ ଓ ଜଟିଳ ଜୈବିକ ମଲିକ୍ୟୁଲ ସବୁକୁ ଭାଙ୍ଗିଥାଏ ତଥା ସଂଯୁକ୍ତ କରିଥାଏ ଯେଉଁଗୁଡ଼ିକ ପ୍ରାଣଧାରକ କାମ ପାଇଁ ଆବଶ୍ୟକ ହୁଏ । ଏହି ଅଙ୍ଗ ଦ୍ୱାରା ପ୍ରାୟ ୫୦୦ ପ୍ରକାର କାମ ହୋଇଥାଏ । ଏହି କାରଣରୁ ୟକୃତକୁ ଦେହର ଏକ ରାସାୟନିକ କାରଖାନା ମନେ କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବାସ୍ତବ (ଓଡ଼ିଆ କଥାଚିତ୍ର) ୨୦୨୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବଦ୍ରିନାଥ ପଟ୍ଟନାୟକ । ଲୁବୁନ-ଟୁବୁନ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଞ୍ଜୟ ମହାକୁଳ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସଙ୍ଗୀତକାର ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଇନ୍ଦ୍ରଧନୁ ୧୯୯୩ ମସିହାରେ କଟକରୁ ପ୍ରକାଶିତ ହୋଇଥିବା ଏକ ପତ୍ରିକା। ବିଜୁଳି ସହିତ ଏହାର ଦୀର୍ଘ ବିବାଦ ଓଡ଼ିଆ ସାହିତ୍ୟର ଇତିହାସରେ ଏକ ଆମୋଦକର ଅଧ୍ଯାୟ। ସାହିତ୍ୟର ଇତିହାସରେ ଏକ ଆମୋଦକର ଅଧ୍ଯାୟ। 9 Jan 2023 — ଓଡ଼ିଆ ସାହିତ୍ୟରେ ଇନ୍ଦ୍ରଧନୁ ବିଜୁଳି କଳି ଦୀର୍ଘ. ୪ ବର୍ଷ କାଳ ଲାଗି ରହିଥିଲା। ଓଡ଼ିଆ. ପତ୍ରିକା 'ଇନ୍ଦ୍ରଧନୁ' ଓ 'ବିଜୁଳି' ଯଥାକ୍ରମେ ଉପେନ୍ଦ୍ରଭଞ୍ଜ ଓ ରାଧାନାଥ.
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଶିକା ହାଣ୍ଡି, ଘଡ଼ି ଓ ଏପରିକି କଖାରୁ ଆଦି ଚାଳ ବା ଛପର ଘର ଛାତରୁ ଝୁଲାଇ ରଖିବା ନିମନ୍ତେ ବ୍ୟବହୃତ ଦଉଡ଼ିରେ ତିଆରି ଏକ ଆଧାର । ଏହାକୁ ଘରର ଚାଳରୁ ଓ ବାଉଁଶରୁ ଝୁଲାଇ ତହିଁରେ ଖାଦ୍ଯ ପାତ୍ର ଆଦି ରଖାଯାଇଥାଏ । ବାହୁଙ୍ଗିରେ ଦୁଇ ପାଖରେ ଅଙ୍ଗା (ବୋଝ) ଝୁଲାଇ ଦ୍ରବ୍ଯ ବହିବା ନିମନ୍ତେ ମଧ୍ୟ ଶିକା ବ୍ୟବହୃତ ହୋଇଥାଏ । ଲୋକେ କ୍ଷୀର, ଦହି, ଲହୁଣୀ ଆଦି ବିରାଡ଼ିଠାରୁ ଦୂରେଇ ରଖିବା ପାଇଁ ଏହାକୁ ବ୍ୟବହାର କରନ୍ତି ।
ଚନ୍ଦ୍ରଶେଖର ନନ୍ଦ (୧୮୬୮-୧୯୩୨) ଜଣେ ଓଡ଼ିଆ ଗାଳ୍ପିକ । ତାଙ୍କ ଗଳ୍ପପୁସ୍ତକ ଚିତ୍ରକୁ ପ୍ରଥମ ଓଡ଼ିଆ ଗଳ୍ପ ବହିର ମାନ୍ୟତା ଦିଆଯାଏ । ଗଳ୍ପ ବ୍ୟତିତ ସେ ଓଡ଼ିଆ ସାହିତ୍ୟର ଅନ୍ୟ ବିଭବ ଯଥା ପ୍ରବନ୍ଧ, ଉପନ୍ୟାସ, କବିତାରେ ମଧ୍ୟ ଲେଖନି ଚାଳନା କରିଥିଲେ । ସେ ଅନେକ ପାଠ୍ୟ ପୁସ୍ତକ ମଧ୍ୟ ରଚନା କରିଥିଲେ । ସେ ଫକୀର ମୋହନ ସେନାପତି ଓ ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସମସାମୟିକ ଥିଲେ ।
ସଲିଲ୍ ମିତ୍ର (୭ ଅପ୍ରେଲ ୧୯୬୭ - ୪ ଜୁନ ୨୦୧୯) ଜଣେ ଓଡ଼ିଆ ହାସ୍ୟ ଅଭିନେତା ଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଦୂରଦର୍ଶନ ଓ ବିଭିନ୍ନ ମଞ୍ଚରେ ଅଭିନୟ କରୁଥିଲେ । କରଞ୍ଜିଆ, ମୟୂରଭଞ୍ଜରେ ଜନ୍ମିତ ସଲିଲ ୧୯୯୯ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ କଥାଚିତ୍ର, ଧାରାବାହିକ, ଆଧୁନିକ ଗୀତ, ଭଜନ, ନାଟକ ଆଦିରେ ଅଭିନୟ କରିଥିଲେ । ଇ ଟିଭି ଓଡ଼ିଆରେ ପ୍ରସାରିତ ବଡ଼ ଘର ବଡ଼ ଗୁମର କଥା ଭଳି କିଛି ଧାରାବାହିକରେ ସେ ଖଳନାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୨ ମଇ ୨୦୧୯ରେ ସେ ଏକ ଦୁର୍ଘଟଣାର ଶିକାର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏବଂ ୪ ଜୁନ ୨୦୧୯ରେ ସେ ମୃତ୍ୟୁବରଣ କରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଚିନ୍ତାମଣିଶ୍ୱର ଶିବ ମନ୍ଦିର ଏକ ହିନ୍ଦୁ ମନ୍ଦିର ଯାହା ଭଗବାନ ଶିବଙ୍କୁ ସମର୍ପିତ କରାଯାଇଛି । ଏହା ଭାରତରେ ଭୁବନେଶ୍ୱର, ତଥା ଓଡ଼ିଶାର ରାଜଧାନୀରେ ଅବସ୍ଥିତ । ଏହା ପୁରୁଣା ଷ୍ଟେସନ ବଜ଼ାର ନିକଟସ୍ଥ କଟକ-ପୁରୀ ରୋଡଠାରୁ ଖୁବ ଅଳ୍ପ ଦୂରତାରେ ଚିନ୍ତାମଣିଶ୍ୱର ରୋଡରେ ସ୍ଥାପିତ । ମନ୍ଦିରର ମୁଖ ପଶ୍ଚିମ ଦିଗରେ କରାଯାଇଛି ଏବଂ ଏହାର ନିହିତ ଦେବତା ଶିବ ଲିଙ୍ଗଙ୍କ ସହିତ ଯୋନୀପୀଠ ଅଟେ ।
ବସନ୍ତ କୁମାର ଶତପଥୀ (୨୬ ଜୁନ ୧୯୧୩–୨୦ ଫେବୃଆରୀ ୧୯୯୪) ଜଣେ ଭାରତୀୟ ଶିକ୍ଷାବିଦ୍ ତଥା ଓଡ଼ିଆ ଗାଳ୍ପିକ, ଅନୁବାଦକ, ନାଟ୍ୟକାର ଓ ସମାଲୋଚକ ଥିଲେ । ସେ ୧୨ଟି ଗଳ୍ପ ସଂକଳନ ବ୍ୟତୀତ ଅନେକ ଅନୂଦିତ ପୁସ୍ତକ ତଥା ଏକ ଆତ୍ମଜୀବନୀ ପୁସ୍ତକ ରଚନା କରିଥିଲେ ଏବଂ ଜଣେ ପ୍ରମୁଖ ଉତ୍ତର ସ୍ୱାଧୀନତା ଲେଖକ । ତାଙ୍କ ଗଳ୍ପଗୁଡ଼ିକ ଝଙ୍କାର, ସମାବେଶ, ଆସନ୍ତାକାଲି ଇତ୍ୟାଦି ପତ୍ରିକାରେ ପ୍ରକାଶିତ ହୋଇଥିଲା । ସେ ନିଜ ରଚନାରେ ମୁଖ୍ୟତଃ ଶ୍ଳେଷ ଓ ହାସ୍ୟରସ ସହ ଗମ୍ଭୀର ଦୃଷ୍ଟିକୋଣ ସହ ଲେଖୁଥିଲେ । ତାଙ୍କ ଗଳ୍ପ ସଂକଳନ ସାହିତ୍ୟ ଅକାଦେମୀ, ନ୍ୟାସନାଲ୍ ବୁକ୍ଟ୍ରଷ୍ଟ ଓ ଭାରତୀୟ ଜ୍ଞାନପୀଠ ଦ୍ୱାରା ପ୍ରକାଶିତ ଏବଂ ଅନେକ ଗଳ୍ପ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଛି । ସେ ନିଜର ରଚନା ନିମନ୍ତର ଓଡ଼ିଶା ସାହିତ୍ୟ ଏକାଡେମୀ (୧୯୬୮), ବିଷୁବ ପୁରସ୍କାର (୧୯୭୯), ଶାରଳା ସମ୍ମାନ, ଉତ୍କଳ ସାହିତ୍ୟ ସମାଜ ସମ୍ମାନ ଆଦି ପୁରସ୍କାରରେ ସମ୍ମାନିତ । ଭାରତୀୟ ସାହିତ୍ୟ କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ପାଇଁ କେନ୍ଦ୍ର ସାହିତ୍ୟ ଅକାଦେମୀ ତରଫରୁ ଏକ ସଂକଳନ ପ୍ରକାଶିତ ହୋଇଛି ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।