ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମେନକା ଗାନ୍ଧୀ (୨୬ ଅଗଷ୍ଟ ୧୯୫୬ —) ଭାରତର ଜଣେ ରାଜନେତ୍ରୀ ଏବଂ ପଶୁ-ଅଧିକାର କର୍ମୀ । ପୂର୍ବରୁ ସେ ଜଣେ ସାମ୍ବାଦିକା ମଧ୍ୟ ଥିଲେ। କିନ୍ତୁ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କନିଷ୍ଠ ପୁଅ ସ୍ୱର୍ଗତ ସଞ୍ଜୟ ଗାନ୍ଧୀଙ୍କ ସ୍ତ୍ରୀ ଭାବେ ସେ ଅଧିକ ପରିଚିତ। ସେ ଅନେକ ପୁସ୍ତକ ରଚନା କରିଛନ୍ତି ଏବଂ ତାଙ୍କର ଲେଖାଗୁଡ଼ିକ ବିଭିନ୍ନ ସମ୍ବାଦପତ୍ର ଓ ପତ୍ରିକାରେ ପ୍ରାୟ ସମୟରେ ପ୍ରକାଶିତ ହୋଇଥାଏ।
ପ୍ରେମ୍ କୁମାର, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନ ଏହି ଚଳଚ୍ଚିତ୍ରଟି ନିର୍ମାଣ କରିଥିଲା । ରଞ୍ଜନ ଶତପଥୀ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ସଞ୍ଜୟ ମହାକୁଡ଼, ଦେବୀଦତ୍ତ ମହାନ୍ତି ଏବଂ ଶକ୍ତି ବରାଳ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ତାପସ ସରଘରିଆ ଓ ଦେବୀଦତ୍ତ ମହାନ୍ତି । ତାପସ ସରଘରିଆ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଭରତୀୟ ଡାକ ବିଭାଗ (ଇଣ୍ଡିଆ ପୋଷ୍ଟ ବ୍ୟବସାୟିକ ଚିହ୍ନସହ କାର୍ଯ୍ୟକରେ) ଭାରତ ସରକାରଙ୍କଦ୍ୱାରା ପରିଚାଳିତ ଭାରତର ଡାକ ସେବା ଅଟେ । ଏହାକୁ ଡାକଘର ବୋଲି ମଧ୍ୟ କୁହାଯାଏ । ଭାରତୀୟ ଡାକ ସେବାରେ ୧୫୫,୩୩୩ଟି ଡାକଘର ଅଛି, ଏବଂ ଏହା ବିଶ୍ୱସ୍ଥରରେ ବଣ୍ଟନ ହେଇଥିବା ଡାକସେବାଗୁଡ଼ିକ ମଧ୍ୟରୁ ଅନ୍ୟତମ । ଭାରତୀୟ ଡାକ ସେବା ନିଜର ସେବା କେବଳ ସହରରେ ହିଁ ନୁହେଁ ବରଂ ଦୂରବର୍ତ୍ତୀ ଜାଗାରେ ମଧ୍ୟ ସେବା ଯୋଗାଏ । ଭାରତୀୟ ଡାକ ସେବା କେବଳ ଚିଠି ଆଦାନ ପ୍ରଦାନ କରେନି, ଏହା କାର୍ଯ୍ୟାଳୟ ସେବା, ବ୍ୟାଙ୍କ ସେବା ଏବଂ ଅତ୍ୟଧିକ ସେବା ମଧ୍ୟ ପ୍ରଦାନ କରେ ।
କୁଲି ୨୦୨୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଭାରତୀୟ ତାମିଲ ଭାଷାର ଆକ୍ସନ୍ ଥ୍ରୀଲର୍ କଥାଚିତ୍ର । ଏହାର ନିର୍ଦ୍ଦେଶନା ଦେଇଥିଲେ ଲୋକେଶ କନଗରାଜ ଦ୍ୱାରା ନିର୍ଦ୍ଦେଶିତ ଏବଂ ସନ୍ ପିକ୍ଚର୍ସ ଅଧୀନରେ କଲାନିଥି ମାରାନ୍ ଙ୍କ ଦ୍ଵାରା ନିର୍ମିତ । ଏହି ଚଳଚ୍ଚିତ୍ରରେ ରଜନୀକାନ୍ତ, ନାଗାର୍ଜୁନ ଆକ୍କିନେନି, ସୌବିନ ଶାହିର, ଉପେନ୍ଦ୍ର, ଶ୍ରୁତି ହାସନ, ସତ୍ୟରାଜ ଏବଂ ରଚିତା ରାମ ସମେତ ଏକ କଳାକାର ଦଳ ରହିଛି, ଯେଉଁଥିରେ ଆମୀର ଖାନ ଏବଂ ପୂଜା ହେଗଡେ ସ୍ୱତନ୍ତ୍ର ଭୂମିକାରେ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ, ଜଣେ ପୂର୍ବତନ କୁଲି ସଙ୍ଗଠନ ନେତା ତାଙ୍କ ବନ୍ଧୁଙ୍କ ମୃତ୍ୟୁର ତଦନ୍ତ କରନ୍ତି ଯାହା ତାଙ୍କୁ ଏକ ଅପରାଧ ସିଣ୍ଡିକେଟ୍ ଆଡ଼କୁ ନେଇଯାଏ ।
ଡି କ୍ୱେରଭେନ ସିଣ୍ଡ୍ରୋମ (ଇଂରାଜୀ ଭାଷାରେ De Quervain syndrome) ରୋଗ କହିଲେ ବୃଦ୍ଧାଙ୍ଗୁଳି (thumb) ଚଳନକୁ ନିୟନ୍ତ୍ରଣ କରୁଥିବା ଦୁଇଟି ଟେଣ୍ଡନର (tendons) ସିଥ (tendon sheath) ବା ଘୋଡ଼ଣିର ପ୍ରଦାହକୁ (inflammation) ବୁଝାଏ । ଏହି ପ୍ରଦାହ ଫଳରେ କଚଟିର (wrist) ବାହାର ପାଖରେ ଯନ୍ତ୍ରଣା ହୁଏ । ହାତ ମୁଠା କଲେ ବା କଚଟିକୁ ଘୁରେଇଲେ କଷ୍ଟ ହୁଏ । ବୃଦ୍ଧାଙ୍ଗୁଳି ଚଲେଇବାକୁ ଅସୁବିଧା ହୁଏ । ରୋଗ ବହୁତ ଧୀରେ ଆରମ୍ଭ ହୁଏ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଖୋ ଖୋ ମୁଖ୍ୟତ ଭାରତୀୟ ଉପମହାଦେଶୀୟ ଦେଶ ସମୂହରେ ଖେଳ ଯାଉଥିବା ଏକ ଦଳଗତ କ୍ରୀଡ଼ା । ଦକ୍ଷିଣ ଏସିଆ ଉପମହାଦେଶରେ କବାଡି ଓ ଖୋ ଖୋ ଏହି ଦୁଇଟି ଖୁବ ଜନପ୍ରିୟ ଖେଳ ଯାହା ସର୍ବତ୍ର ଖେଳା ଯାଇ ପାରେ । ଏଥିରେ ଉପକରଣ ବିଶେଷ କିଛି ଲାଗୁ ନଥିବା ବେଳେ ସାଧାରଣ ପ୍ରାନ୍ତରରେ ମଧ୍ୟ ଖେଳା ଯାଇପାରେ । ଗୋଟିଏ ଦଳରେ 12 ଜଣ ଲେଖା ଖେଳାଳି ଖେଳି ଥାଆନ୍ତି । ଏହି କ୍ରୀଡ଼ା ଏବେ ଦକ୍ଷିଣ ଆଫ୍ରିକାରେ ମଧ୍ୟ ପ୍ରଚଳନ ହେଲାଣି ।
ଫୈସଲାବାଦ (/ fɑːɪsɑːlˌbɑːd /; ପଞ୍ଜାବୀ, ଉର୍ଦ୍ଦୁ: فیصل آباد ) ପଞ୍ଜାବ ପ୍ରଦେଶ ଅନ୍ତର୍ଗତ ପାକିସ୍ତାନର ଦ୍ୱିତୀୟ ବୃହତ୍ତମ ପଞ୍ଜାବୀ ଭାଷାଭାଷୀ ସହର । ୨୦୨୪ ମସିହାରେ ଏହି ସହରର ଆନୁମାନିକ ଜନସଂଖ୍ୟା 3.8 ନିୟୁତ । ଇତିହାସରୁ ଜଣାଯାଏ, ପଞ୍ଜାବ ପ୍ରାନ୍ତର ସବୁଠାରୁ ବଡ ଗ୍ରାମ ଲାଇଲିପୁର ବ୍ରିଟିଶ ଭାରତର ପ୍ରଥମ ଯୋଜନାବଦ୍ଧ ସହର ଥିଲା । ଏହାକୁ ୨୦୦୧ ମସିହାରେ ଏକ ନଗରର ମାନ୍ୟତା ପୂର୍ବକ ପୁନର୍ଗଠନ କରାଯାଇଥିଲା । ଫୈସଲାବାଦ ଜିଲ୍ଲାର ସମୁଦାୟ କ୍ଷେତ୍ରଫଳ ହେଉଛି 5,856 ବର୍ଗ କିଲୋମିଟର (କିମ୍ବା ୨,୨୬୧ବର୍ଗ ମାଇଲ) ; କିନ୍ତୁ ଫୈସଲାବାଦ ନଗର ଉନ୍ନୟନ ନିଗମ (FDA) ଅଧୀନରେ ରହିଛି ମାତ୍ର ୧୩୨୬ ବର୍ଗ କିମି (କିମ୍ବା ୫୧୨ ବର୍ଗ ମାଇଲ) ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଭାରତୀୟ ସମ୍ବିଧାନ ଏକ ଗଣତାନ୍ତ୍ରିକ ସାଧାରଣତନ୍ତ୍ର ସ୍ଥାପନ କରିଛି ।ତେଣୁ ସାଧାରଣତନ୍ତ୍ରରେ ଏହାର ଅଧିକାରୀମାନଙ୍କ କାର୍ଯ୍ୟକାରିତା କେତେ ସ୍ୱଚ୍ଛ, ଦୁର୍ନୀତିମୁକ୍ତ, ସୀମିତ ସମ୍ବଳର ସର୍ବୋଚ୍ଚ ବିନିଯୋଗ କିପରି ହେଉଛି ,ଦୁର୍ନୀତିର ନିରାକରଣ ତଥା ସରକାର ଓ ଏହାର ପରିକରଣଗୁଡିକୁ ଶାସିତମାନଙ୍କ ନିକଟରେ ଉତ୍ତରଦାୟୀ କରିବା ପାଇଁ ସୂଚନା ଅଧିକାର ଆଇନ କାର୍ଯ୍ୟ କରୁଅଛି ।ଜୀବନ, ସ୍ୱତନ୍ତ୍ରତା ଓ ନିରାପତ୍ତାର ଅଧିକାର ହେଉଛି ସର୍ବାଧିକ ଗୁରୁତ୍ତ୍ୱପୂର୍ଣ୍ଣ ଅଧିକାର ଯାହାମଧ୍ୟରେ ଅନ୍ତର୍ଗତ ରହିଛି ସୂଚନା ଅଧିକାର ଭଳି ଅନ୍ୟ କେତକ ଅଧିକାର।ଏହା ଭାରତୀୟ ମୌଳିକ ଅଧିକାର ଅନ୍ତର୍ଗତ ୧୯ ଧାରାରେ ଦିଆଯାଇଥିବା ବଚ଼ନ ଓ ଅଭିବ୍ୟକ୍ତିର ସ୍ୱାଧୀନତାର ଅର୍ନ୍ତଭୁକ୍ତ । ଏହାଦ୍ୱାରା ଜନସାଧାରଣମାନେ କୌଣସି ବିଷୟରେ ମଧ୍ୟ ସୂଚନା ପାଇପାରିବେ ।ସରକାରୀ କର୍ତ୍ତୃପକ୍ଷ ନିୟନ୍ତ୍ରଣରେ ଥିବା ତଥ୍ୟ ସମୂହର ସୂଚନା ସଂଗ୍ରହ ପାଇଁ ନାଗରିକମାନଙ୍କର ଅଧିକାରକୁ ରୂପାୟନ କରାଇ ସେମାନଙ୍କୁ ସୂଚନା ପ୍ରଦାନ କରିବା ଏହି ଅଧିକାରର କାର୍ଯ୍ୟ ।ଏଥିପାଇଁ କେନ୍ଦ୍ର ସୂଚନା ଆୟୋଗ ଏବଂ ରାଜ୍ୟରେ ରାଜ୍ୟ ସୂଚନା ଆୟୋଗ ରହିବେ ।ଏଥିସହ ସଂପୃକ୍ତ ଆନୁସଙ୍ଗିକ ବିଷୟଗୁଡିକ ନିମନ୍ତେ ବ୍ୟବସ୍ଥା କରିବା ପାଇଁ ଏହି ଅଧିନିୟମ ରହିଛି ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ () (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ନିମାଇଁ ଚରଣ ହରିଚନ୍ଦନ (୧୯୦୧-୧୯୮୩) ଜଣେ ଭାରତୀୟ କଣ୍ଠଶୀଳ୍ପି ଥିଲେ । ସେ ଓଡ଼ିଶାର ପ୍ରଥମ ପେଶାଦାର କଣ୍ଠଶିଳ୍ପୀ ଥିଲେ ଏବଂ ମୁଖ୍ୟତଃ ଓଡ଼ିଶୀ ସଙ୍ଗୀତର ଓଡ଼ିଶୀ ବା ଚଉପଦୀ, ଛାନ୍ଦ, ଚମ୍ପୂ, ଚଉତିଶା, ଜଣାଣ, ଭଜନ, ପୋଈ ଆଦି ବିଭିନ୍ନ ବିଭାବ, ରାମଲୀଳା (ବିଶି ଖୁଣ୍ଟିଆ, ସଦାଶିବ ବୈଶ୍ୟ, କେଶବ ପଟ୍ଟନାୟକ ଆଦି ବିବିଧ କବିଙ୍କ ରାମଲୀଳା) ଭଳି ପାରମ୍ପରିକ ସଙ୍ଗୀତ ତଥା କୃଷ୍ଣଲୀଳା ଏବଂ ପଲ୍ଲୀଗୀତ ଆଦି ଗାନରେ ପ୍ରବୀଣ ଥିଲେ । ତାଙ୍କ କଣ୍ଠରେ ବୈଦେହୀଶ ବିଳାସ, ବିଦଗ୍ଧ ଚିନ୍ତାମଣି, ବିଚିତ୍ର ରାମାୟଣ, ମଥୁରାମଙ୍ଗଳ, ଗୋପୀଭାଷା, କିଶୋରଚନ୍ଦ୍ରାନନ୍ଦ ଚମ୍ପୂ ଆଦି ପ୍ରାଚୀନ କାବ୍ୟକୃତିରୁ ଗୀତମାନ ରେକର୍ଡ଼ ହୋଇଛି । ଏହା ଛଡ଼ା ସେ ଅନେକ ନୀତିଶିକ୍ଷା ଓ ସରକାରୀ ଉଦ୍ଦେଶ୍ୟରେ ଜନ ସଚେତନତା ଗୀତ ମଧ୍ୟ ଗାଇଛନ୍ତି ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।