ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବସପାଇରୋନ, ଅନ୍ୟମାନଙ୍କ ମଧ୍ୟରେ ଏକ ବ୍ୟବସାୟୀକ ନାମ ବସପର, ହେଉଛି ଏକ ଔଷଧ ଯାହା ମୁଖ୍ୟତ ଉଦ୍ବେଗ ଅବ୍ୟବସ୍ଥା ବିଶେଷତଃ ସାମଗ୍ରିକ ଉଦ୍ବେଗ ଅବ୍ୟବସ୍ଥାର ଚିକିତ୍ସା ପାଇଁ ବ୍ୟବହୃତ ହୁଏ | ଏହାର ସ୍ୱଳ୍ପ ମିଆଦି ବ୍ୟବହାରରେ ଉପକାର ମିଳେ | ସାଇକୋସିସ ଚିକିତ୍ସାରେ ଏହା ପ୍ରଭାବଶାଳୀ ନଥିବା ଜଣାପଡ଼ିଛି | ଏହା ପାଟିରେ ଦିଆଯାଏ, ଏବଂ ଏହାର ପ୍ରଭାବ ଆରମ୍ଭ ପାଇଁ ଚାରି ସପ୍ତାହ ଲାଗିପାରେ |
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଫ୍ଲୁଭୋକ୍ସାମାଇନ, ଅନ୍ୟମାନଙ୍କ ମଧ୍ୟରେ ଏକ ବିକ୍ରୟ ନାମ ଲୁଭକ୍ସ, ହେଉଛି ଏକ ସିଲେକ୍ଟିଭ୍ ସେରୋଟୋନିନ୍ ରିଅପଟେକ୍ ଇନହିବିଟର (SSRI) ଶ୍ରେଣୀର ଔଷଧ । ଏହା ମୁଖ୍ୟତଃ ଅବସେସିଭ୍-କମ୍ପଲସିଭ ଡିଜଅର୍ଡ଼ର ରୋଗର (OCD) ଚିକିତ୍ସା ପାଇଁ ବ୍ୟବହୃତ ହୁଏ । ପ୍ରମୁଖ ଅବସାଦ ବେମାରୀ, ବୁଲେମିଆ ଏବଂ ପ୍ୟାନିକ୍ ଡିଜଅର୍ଡର୍, ସାମାଜିକ ଚିନ୍ତା ବ୍ୟାଧି ଏବଂ ଆଘାତୋତ୍ତର ଚାପ ବେମାରୀ ଭଳି ରୋଗମାନଙ୍କରେ ମଧ୍ୟ ଏହା ବ୍ୟବହାର ହୁଏ । ଏହା ପାଟିରେ ଦିଆଯାଏ ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] Archived 2019-10-21 at the Wayback Machine.
ଚନ୍ଦ୍ରଭାଗା କବି ରାଧାନାଥ ରାୟଙ୍କ ରଚିତ ଏକ ଓଡ଼ିଆ କବିତା । ଏହି କାବ୍ୟର ଆରମ୍ଭରେ କବି ଜଗନ୍ନାଥଙ୍କର ପୌଷ ମାସର ରାମାଭିଷେକ ଉତ୍ସବ ବିଷୟରେ ବର୍ଣ୍ଣନା କରିଥିଲେ । ଏଥିରେ ସେ ଅନେକ ଦେବଦେବୀଙ୍କ ବିଷୟରେ ଲେଖି ସହିତ ସେମାନଙ୍କର ଅଧିଷ୍ଠିତ ପୀଠର ପ୍ରାକୃତିକ ବର୍ଣ୍ଣନା ମଧ୍ୟ କରିଛନ୍ତି । ଏଥିରେ ସୁମନ୍ୟୁ ଋଷି ସୂର୍ଯ୍ୟଙ୍କୁ ତାଙ୍କ ପୁତ୍ରୀ ଚନ୍ଦ୍ରଭାଗାଙ୍କ ପ୍ରତି କରାଯାଇଥିବା ଖରାପ ବ୍ୟବହାର ପାଇଁ ଅଭିଶାପ ଦେବା କଥା ଲେଖାଯାଇଛି । ସେହି ଅଭିଶାପ ଯୋଗୁ କୋଣାର୍କ ସୂର୍ଯ୍ୟମନ୍ଦିର ଭାଙ୍ଗି ଯାଇଥିଲା ବୋଲି କବିତାରେ ବର୍ଣ୍ଣନା କରାଯାଇଛି । ୧୮୮୦-୯୦ ଦଶକ ମଧ୍ୟରେ ଲେଖା ଯାଇଥିଲା ।
ସାବ୍ୟସାଚୀ ପଣ୍ଡା ନକ୍ସଲ ସଂଗଠନର ଜଣେ ମୂଖ୍ୟ ନେତା। ମାଓବାଦୀ ସଂଗଠନରେ ସେ ମାଓ ନେତା ସୁନିଲ ନାମରେ ପରିଚିତ । ଦୀର୍ଘ ୧୬ ବର୍ଷ ମଧ୍ୟରେ ଅନେକ ହତ୍ୟା, ହିଂସା ଘଟଣାରେ ଓଡ଼ିଶାର ୬ଟି ଜିଲ୍ଲାରେ ରହିଛି ତାଙ୍କ ବିରୋଦ୍ଧରେ ରହିଛି ୬୧ଟି ଜଘନ୍ୟ ମାମଲା । ୨୦୦୮ ନୟାଗଡ଼ ନକ୍ସଲ ଆକ୍ରମଣ ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡ ଭଳି ଜଘନ୍ୟ ହତ୍ୟାକାଣ୍ତର ମୂଖ୍ୟ ଅଭିଯୁକ୍ତ କୁହାଯାଉଥିବା ସାବ୍ୟସାଚୀ ୨୦୧୪ ଜୁଲାଇ ୧୮ ତାରିଖରେ ବ୍ରହ୍ମପୁରରୁ ଗିରଫ ହେଇଥିଲେ ।
ନବଯୌବନ ବେଶ ଶ୍ରୀଜୀଉମାନେ ଆଷାଢ଼ ଅମାବାସ୍ୟା ତଥା ଉଭା ଅମାବାସ୍ୟା ତିଥିରେ ଧାରଣ କରୁଥିବା ବିଶେଷ ବେଶ ଅଟେ । ସ୍ନାନ ପୂର୍ଣ୍ଣିମାର ସ୍ନାନ ପରେ ଠାକୁରମାନେ ଅଣସର ଘରେ ଯାଇ ରହନ୍ତି । ପନ୍ଦର ଦିନ ଭକ୍ତମାନେ ତାଙ୍କର ଦର୍ଶନ ଲାଭରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ପୁଣି ସେ ଯେଉଁଦିନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କହନ୍ତି । ଖଡ଼ି ଲାଗି ଓ ବନକଲାଗି ପରେ ମହାପ୍ରଭୁଙ୍କ ପ୍ରତିମା ନୂଆ ପରି ଉଜ୍ଜ୍ୱଳ ଦିଶୁଥିବାରୁ ଏହାକୁ ନବଯୌବନ କୁହାଯାଇଥାଏ । ଏହି ସମୟରେ ମହାପ୍ରଭୁ ରତ୍ନ ସିଂହାସନକୁ ଆଉ ବିଜେ କରନ୍ତି ନାହିଁ । ନବଯୌବନ ଓ ନେତ୍ରୋତ୍ସବ ପରେ ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ଦିନ ରଥଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ବିଜେ କରନ୍ତି । ନବଯୌବନ ଦର୍ଶନ ଲାଭ ସୁଯୋଗକୁ ଶ୍ରଦ୍ଧାଳୁ ଭକ୍ତମାନେ ବର୍ଷ ବ୍ୟାପି ପ୍ରତୀକ୍ଷା କରିଥାଆନ୍ତି । କେତେକ ସମୟରେ ନେତ୍ରୋତ୍ସବ ଓ ନବଯୌବନ ତିଥିରେ ସାମାନ୍ୟ ଏପଟ ସେପଟ ମଧ୍ୟ ହୋଇଥାଏ । ନେତ୍ରୋତ୍ସବର ଅର୍ଥ ହେଲା ମହାପ୍ରଭୁମାନଙ୍କ ଚକ୍ଷୁରେ ନବଯୌବନ ବେଶର ଅନ୍ତିମ ସ୍ପର୍ଶ ।
ଶ୍ରୀବତ୍ସ ପଣ୍ଡା (୧ ଅକ୍ଟୋବର ୧୮୭୦ - ୧୧ ମଇ ୧୯୪୩) ଜଣେ ଓଡ଼ିଆ ଭାଷାପ୍ରେମୀ ସାହିତ୍ୟିକ ଓ ସମାଜ ସଂସ୍କାରକ ଥିଲେ । ସେ ୧୮୭୦ମସିହରେ ଭଞ୍ଜନଗର ନିକଟବର୍ତ୍ତୀ ମନ୍ଦାର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ସେ ଆନ୍ଧ୍ର ପ୍ରଦେଶର ରାଜମହେନ୍ଦ୍ରୀଠାରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ । ଜାତିପ୍ରଥା, ବାଲ୍ୟବିବାହର ବିରୋଧ, ଅସ୍ମୃଶ୍ୟତା ନିବାରଣ, ବାଳିକା ଶିକ୍ଷା, ବିଧବା ଓ ଅନ୍ତର୍ଜାତୀୟ ବିବାହ ଏବଂ ଗୋରକ୍ଷା ଆଦି ଦିଗରେ ସେ କାର୍ଯ୍ୟ କରିଥିଲେ । ଉତ୍କଳ ସମ୍ମିଳନୀର ଜନ୍ମ ପୂର୍ବରୁ ଗଞ୍ଜାମରେ ଜାତୀୟ-ସଭାର ପ୍ରତିଷ୍ଠା ଓ ବେଦର ପ୍ରଚାରରେ ବ୍ରତି ଥିଲେ । ଭଞ୍ଜନଗର ନିକଟବର୍ତ୍ତୀ ତନରଡ଼ାଠାରେ ସେ ଗୋରକ୍ଷାଶ୍ରମ ଓ ବେଦଭବନ ପ୍ରତିଷ୍ଠା କରିଥିଲେ । ସରକାରୀ ଚାକିରିରେ ଯେଉଁ ସ୍ଥାନରେ ରହୁଥିଲେ, ସେଠିକାର ଲୋକଙ୍କୁ ବୁଝାଇସୁଝାଇ ବାଳିକାଙ୍କ ପାଇଁ ବିଦ୍ୟାଳୟ ସ୍ଥାପନ କରିବା, ପରଦା ପ୍ରଥାର ଉନ୍ମୋଚନ, ଛୁଆଁଅଛୁଆଁ ଭେଦଭାବ ଦୂରୀକରଣ, ସ୍ୱତନ୍ତ୍ର ଓଡ଼ିଶା ଗଠନ ଓ ସ୍ୱରାଜ୍ୟ ପ୍ରାପ୍ତି ପାଇଁ ଉଦ୍ୟମ ଜାରି ରଖିଥିଲେ ।
ଦହିଆଳ ପକ୍ଷୀ ବା ଦୟାଳୁ ପକ୍ଷୀ (ଇଂରାଜୀ ଭାଷାରେ Oriental Magpie-Robin,ଜୀବବିଜ୍ଞାନ ନାମ Copsychus saularis) ଏକ କ୍ଷୁଦ୍ରାକାର ପକ୍ଷୀ ଯାହାକୁ ପ୍ରଥମେ ଥ୍ରଷ୍ (Thrush) ପରିବାରର ସଦସ୍ୟ ଭାବେ ପରିଗଣନା କରାଯାଉଥିଲା; କିନ୍ତୁ ବର୍ତ୍ତମାନ ଏହାକୁ ମାଛିଖାଇ ପକ୍ଷୀ ପରିବାରରେ (Old World flycatcher) ସ୍ଥାନିତ କରାଯାଇଛି । କଳା-ଧଳା ମିଶା ରଙ୍ଗର ଏହି ପକ୍ଷୀର ଲାଞ୍ଜଟି ଲମ୍ବା ଏବଂ ଭୂମିରେ ବା ଉଚ୍ଚ ସ୍ଥାନରେ ବସି ଖାଇବା ବେଳେ ଏମାନଙ୍କ ଲାଞ୍ଜଟି ଉପରକୁ ଉଠି ରହିଥିବା ସ୍ପଷ୍ଟ ପରିଲକ୍ଷିତ ହୋଇଥାଏ । ଭାରତୀୟ ଉପମହାଦେଶ ଓ ଦକ୍ଷିଣ-ପୂର୍ବ ଏସିଆରେ ବ୍ୟାପ୍ତ ଏହି ପକ୍ଷୀ ସାଧାରଣତଃ ଜଙ୍ଗଲରେ ଓ ସହରାଞ୍ଚଳର ଉଦ୍ୟାନରେ ପରିଲକ୍ଷିତ ହୋଇଥାଏ । ଦହିଆଳ ପକ୍ଷୀ ସୁନ୍ଦର କାକଳି ଧ୍ୱନି ବା ଗୀତ ସୃଷ୍ଟି କରେ ଓ ଏକଦା ଏମାନଙ୍କୁ ପଞ୍ଜୁରୀରେ ପୋଷା ମନାଇ ରଖିବା ପାଇଁ ବେଶ୍ ଲୋକଚାହିଦା ରହିଥିଲା । ଦହିଆଳ ପକ୍ଷୀ ବଙ୍ଗଳାଦେଶର ଜାତୀୟ ପକ୍ଷୀ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗଜପତିମାନେ ଥିଲେ ମଧ୍ୟ ଯୁଗୀୟ ହିନ୍ଦୁ ଶାସକ ବଂଶ ଯାହା କଳିଙ୍ଗ (ବର୍ତ୍ତମାନ ଓଡ଼ିଶା), ଆନ୍ଧ୍ର ପ୍ରଦେଶ ଓ ପଶ୍ଚିମ ବଙ୍ଗ ର ବୃହତ ଅଞ୍ଚଳ, ମଧ୍ୟ ପ୍ରଦେଶର ପୂର୍ବ ଓ ମଧ୍ୟ ଭାଗ ଏବଂ ଝାରଖଣ୍ଡ ଉପରେ ନିଜର ସାମ୍ରାଜ୍ୟ ବିସ୍ତାର କରିଥିଲେ । ଗଜପତି ସାମ୍ରାଜ୍ୟ ୧୪୩୪ ଖ୍ରୀଷ୍ଟାବ୍ଦ ରେ କପିଳେନ୍ଦ୍ର ଦେବ (୧୪୩୪ - ୬୬)ଙ୍କଦ୍ୱାରା ପ୍ରତିଷ୍ଠା ହୋଇଥିଲା । କପିଳେନ୍ଦ୍ର ଦେବ, ଗଜପତି ବଂଶର ପ୍ରଥମ ସମ୍ରାଟଙ୍କ ଗୌରବମୟ ଶାସନ କାଳରେ କଳିଙ୍ଗ-ଉତ୍କଳ ରାଜ୍ୟର ସର୍ବାଙ୍ଗୀନ ବିସ୍ତାର ହୋଇଥିଲା । ଏହି ବଂଶର ଅନ୍ୟ ପ୍ରଭାବଶାଳୀ ଶାସକମାନେ ହେଲେ ପୁରୁଷୋତ୍ତମ ଦେବ (୧୪୬୬-୧୪୯୭) ଏବଂ ପ୍ରତାପରୁଦ୍ର ଦେବ (୧୪୯୭-୧୫୪୦) । ଏହାର ଶେଷ ଶାସକ ଥିଲେ କଖାରୁଆ ଦେବ, ଯେ କି ଗୋବିନ୍ଦ ବିଦ୍ୟାଧରଦ୍ୱାରା ୧୫୪୧ ରେ ବଦ୍ଧ ହୋଇଥିଲେ। ଗୋବିନ୍ଦ ବିଦ୍ୟାଧର ଥିଲେ ଭୋଇ ବଂଶର ସ୍ଥାପକ ।
କୋଣ୍ଡା ସୁରେଖା (ଜନ୍ମ: ୧୯ ଅଗଷ୍ଟ ୧୯୬୫) ଜଣେ ଭାରତୀୟ ରାଜନେତ୍ରୀ, ଯିଏ ବର୍ତ୍ତମାନ ତେଲେଙ୍ଗାନା ସରକାରରେ ବନ ଓ ପରିବେଶ ଏବଂ ଏଣ୍ଡାଉମେଣ୍ଟ୍ (ଧର୍ମଦାୟ) ବିଭାଗର କ୍ୟାବିନେଟ୍ ମନ୍ତ୍ରୀ ଭାବେ କାର୍ଯ୍ୟରତ ଅଟନ୍ତି । ସେ ତେଲେଙ୍ଗାନା ବିଧାନସଭାରେ ୱାରଙ୍ଗଲ ପୂର୍ବ ନିର୍ବାଚନମଣ୍ଡଳୀର ପ୍ରତିନିଧିତ୍ୱ କରୁଛନ୍ତି । ପୂର୍ବରୁ ସେ ଶ୍ୟାମପେଟ ଏବଂ ପାରକାଲା ନିର୍ବାଚନମଣ୍ଡଳୀରୁ ମଧ୍ୟ ତେଲେଙ୍ଗାନା ବିଧାନସଭାରେ ପ୍ରତିନିଧିତ୍ୱ କରିଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସ ଦଳର ସଦସ୍ୟା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ସୁଜାତା (୧୦ ଡିସେମ୍ବର ୧୯୫୨ ମସିହା - ୬ ଏପ୍ରିଲ ୨୦୧୧) ଜଣେ ଭାରତୀୟ ଅଭିନେତ୍ରୀ ଯିଏକି ତାମିଲ, ତେଲୁଗୁ, ମାଲୟଲମ, କନ୍ନଡ଼ ଏବଂ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ , ଯିଏ ବିଭିନ୍ନ ଭାବନାକୁ ଚିତ୍ରଣ କରିବାରେ ସଂଯମତା ଏବଂ ସୁକ୍ଷ୍ମତା ପାଇଁ ବେଶ ଜଣାଶୁଣା । ସୁଜାତା ତାମିଲ ଚଳଚ୍ଚିତ୍ର ଶିଳ୍ପରେ ଭେଟେରାନ ନିର୍ଦ୍ଦେଶକ କେ ବାଲାଚାନ୍ଦର ଏବଂ ନିର୍ମାତା ପି.ଆର ଗୋବିନ୍ଦରାଜନ ଆଭାଲ ଅରୁ ଥୋଦର (୧୯୭୪)ରେ ନାୟକ ଭାବେ ପରିଚିତ ହୋଇଥିଲେ । ସେ ତାଙ୍କର ଅନେକ ଚଳଚ୍ଚିତ୍ରରେ କମଲ ହାସନଙ୍କ ସହ ଯୋଡି ହୋଇଥିଲେ । ସେ ପ୍ରମୁଖ ଅଭିନେତା N.T.R, Sivaji Ganesan, କମଲ ହାସନ, ରଜନୀକାନ୍ତ, ଅନନ୍ତନାଗ, ଶ୍ରୀନାଥ, ଆକକିନେନି ନାଗସ୍ୱାରା ରାଓ, କୃଷ୍ଣ ରାଜୁ, ଶୋଭାନ ବାବୁ ଏବଂ କୃଷ୍ଣଙ୍କ ସହ ଅଭିନୟ କରିଥିଲେ । ଚେନ୍ନାଇରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି ।
ଲିଉପ୍ରୋରେଲିନ (ଇଂରାଜୀ ଭାଷାରେ Leuprorelin, ଅନ୍ୟ ନାମ ଲିଉପ୍ରୋଲାଇଡ/leuprolide) ଏକ କୃତ୍ରିମ ହରମୋନ (hormone) ଯାହା ପ୍ରୋସ୍ଟେଟ କର୍କଟ, ସ୍ତନ କର୍କଟ, ଏଣ୍ଡୋମେଟ୍ରିଓସିସ, ୟୁଟେରାଇନ ଫାଇବ୍ରଏଡ (uterine fibroids) ଓ ପ୍ରାକ୍ ଯୁବକ୍ରାନ୍ତି/ପ୍ୟୁବର୍ଟି (early puberty) ଆଦି ରୋଗମାନଙ୍କ ଚିକିତ୍ସାରେ ଦିଆଯାଏ । ଏହା ମାଂସପେଶୀରେ ଇଞ୍ଜେକସନ (injection into a muscle) ବା ଚର୍ମ ତଳ ଇଞ୍ଜେକସନ (under the skin) ଆକାରରେ ଦିଆଯାଏ ।
ଅସ୍ଥି ଭଗ୍ନ ଶବ୍ଦଟିକୁ କଥିତ ଓଡ଼ିଆରେ ହାଡ ଭଙ୍ଗା କୁହାଯାଏ । ଡାକ୍ତରୀ ଭାଷାରେ ଏହାକୁ ଫ୍ରାକ୍ଚର୍ କହନ୍ତି, ଓ ଡାକ୍ତରମାନେ ଏହାକୁ ସଂକ୍ଷେପାରେ FRX କିମ୍ବା FX କିମ୍ବା FX କିମ୍ବା # ଚିହ୍ନ ଦେଇ ଲେଖନ୍ତି । ସଂଜ୍ଞା: - ଅସ୍ଥିର ଅବିଚ୍ଛିନ୍ନତା ଭଗ୍ନ ହେଲେ ଅସ୍ଥି ଭଗ୍ନ କୁହାଯାଏ । ଅତ୍ୟଧିକ ବଳ ପ୍ରୟୋଗ, ପୁନଃ ପୌନିକ ସ୍ୱଳ୍ପ ବଳ ପ୍ରୟୋଗ (Stress) ବା ରୋଗଗ୍ରସ୍ତ ଦୁର୍ବଳ ହାଡ଼ ଉପରେ ସାମାନ୍ୟ ବଳ ପ୍ରୟୋଗଦ୍ୱାରା ଅସ୍ଥି ଭଗ୍ନ ହୁଏ । କେତେକ ରୋଗ ଯଥା ହାଡ଼ ପୋରିଆ(Osteoporosis), ସ୍ୱଳ୍ପ କେତେକ ପ୍ରକାରର ଅସ୍ଥି କର୍କଟ, ଓଷ୍ଟିଓଜେନେସିସ୍ ଇମ୍ପରଫେକ୍ଟା (Osteogenesis Imperfecta) ଓ ଏହିଭଳି ଅନେକ ରୋଗରେ ଅସ୍ଥି ଦୁର୍ବଳ ହୋଇ ଅତି ସାମାନ୍ୟ ବଳ ପ୍ରୟୋଗଦ୍ୱାରା ଭାଙ୍ଗିଯିବାରୁ ଏହାକୁ ନିଦାନ ଜନିତ ଅସ୍ଥି ଭଗ୍ନ (Pathological Fracture) ନାମ ଦିଆଯାଏ ।
ଭୁବନେଶ୍ୱର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ଭୁବନେଶ୍ୱର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ ।ଗତ ୨୦୨୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ, ବିଜୁ ଜନତା ଦଳ ପ୍ରାର୍ଥି ମନ୍ମଥ ରାଉତରାୟଙ୍କଠାରୁ ୩୫,୧୫୨ ଖଣ୍ଡ ଭୋଟ ଅଧିକ ପାଇ ନିର୍ବାଚିତ ହୋଇଛନ୍ତି।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଭୁବନେଶ୍ୱରୀ ମିଶ୍ର (୨୫ ଜାନୁଆରୀ ୧୯୫୦ - ୧୯ ଫେବୃଆରୀ ୨୦୧୬) ଜଣେ ଓଡ଼ିଆ କଣ୍ଠଶିଳ୍ପୀ ଥିଲେ । ଉଭୟ ଶାସ୍ତ୍ରୀୟ ଓ ପ୍ରଚ୍ଛଦପଟ୍ଟ ସଙ୍ଗୀତ ଗାନକରୁଥିଲେ । ୧୯୭୬ ମସିହାରେ ସେ ଓଡ଼ିଆ ଚଳଚ୍ଚିତ୍ର କୃଷ୍ଣ ସୁଦାମାରୁ ବିଧିବଦ୍ଧ ଭାବେ ସିନେମାରେ କଣ୍ଠଦାନ ଆରମ୍ଭ କରିଥିଲେ । ବାସୁଦେବ ରଥଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଏହି ଚଳଚ୍ଚିତ୍ରର ଗୀତ "ଟିକି ମୋର ନାଆଟି" ତାଙ୍କୁ ଲୋକପ୍ରିୟତା ଆଣି ଦେଇଥିଲା । ତାଙ୍କଦ୍ୱାରା ବୋଲା କିଛି ଜଣାଶୁଣା ଗୀତ ହେଲା "ଇଟିକିଲି ମିଟିକିଲି", "ଜହ୍ନର ସିନ୍ଦୂର ଗାର", "ତୁମେ ମୋର ପ୍ରଭୁ", "ପୀରତି କିଏ କରିଛି", "ଜଗତର ନାଥ ଜଗନ୍ନାଥ", "ଦୟାମୟୀ ମହାମାୟୀ ମା' ମଙ୍ଗଳା" ଆଦି । ସେ ଆକାଶବାଣୀ କଟକର ଜଣେ "ଏ ଗ୍ରେଡ଼" କଣ୍ଠଶିଳ୍ପୀ ଥିଲେ । ସତୁରି ଦଶକରେ ଆକାଶବାଣୀରେ ସେ ଏକକ ଭାବରେ ତଥା ଚିତ୍ତ ଜେନା ଓ ପ୍ରଣବ ପଟ୍ଟନାୟକଙ୍କ ସହ ଦୈତ ସଙ୍ଗୀତ ଗାଇଛନ୍ତି । ଯଥାକ୍ରମେ ଶ୍ରୀକୃଷ୍ଣ ରାସଲୀଳା ଓ ଜୟ ମା ମଙ୍ଗଳା ଚଳଚ୍ଚିତ୍ରରେ ସଙ୍ଗୀତ ଗାନ ନିମନ୍ତେ ମିଶ୍ର ୧୯୭୯ ଓ ୧୯୮୦ ମସିହାରେ ଦୁଇବର୍ଷ ଧରି ଲଗାତର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।
ପଞ୍ଚକନ୍ୟା (ଇଂରାଜୀ ଭାଷାରେ Panchakanya (पञ्चकन्या, pañcakanyā), ବା ପାଞ୍ଚ କୁମାରୀ) ହିନ୍ଦୁ ଗ୍ରନ୍ଥମାନଙ୍କରେ ଲିଖିତ ପାଞ୍ଚ ନାୟିକା ଯାହାଙ୍କର ନାମ ନେଲେ ସମସ୍ତ ପାପ ତାପ ହରଣ ହୋଇଯାଉଥିବା ବିଶ୍ୱାସ କରାଯାଏ । ସେମାନଙ୍କର ନାମ ଅହଲ୍ୟା (Ahalya), ଦ୍ରୌପଦୀ, ସୀତା, ତାରା Tara ଓ ମନ୍ଦୋଦରୀ । ଦ୍ରୌପଦୀଙ୍କର ନାମ ମହାଭାରତରେ ଲିପିବଦ୍ଧ ଥିବା ବେଳେ ।, ସୀତା, ଅହଲ୍ୟା, ତାରା ଓ ମନ୍ଦୋଦରୀଙ୍କର ନାମ ରାମାୟଣରେ ଅଛି । ଏହି ପଞ୍ଚ କନ୍ୟାଙ୍କୁ ସତୀ ଓ ପବିତ୍ର ମନେକରାଯାଏ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ହ୍ୱାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ୱାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କଣନଖା ବା ପାରୋନିକିଆ ରୋଗରେ ନଖ ଚାରିପାଖରେ ଥିବା ଚମର ପ୍ରଦାହ ହୁଏ । ଏହା ହଠାତ୍ ଯନ୍ତ୍ରଣା, ଲାଲିମା, ଫୁଲା ଏବଂ ପୁଜ ସହିତ ଉପସ୍ଥାପିତ ହୋଇପାରେ, କିମ୍ବା ଧୀରେ ଧୀରେ ସାମାନ୍ୟ ଦରଜ, ଲାଲିମା, ଏବଂ ନଖ ପରିବର୍ତ୍ତନ ସହିତ ଆରମ୍ଭ ହୋଇପାରେ । ବିଶି ଓ ମଝି ଆଙ୍ଗୁଠି ସାଧାରଣତଃ ଅଧିକ ପ୍ରଭାବିତ ହୋଇଥାଏ, ଯଦିଓ ହାତ ଓ ପାଦର ଅନ୍ୟାନ୍ୟ ଆଙ୍ଗୁଠି ମଧ୍ୟ ଜଡିତ ହୋଇପାରେ । ଏହା ଜଟିଳ ହେଲେ ଆବସେସ୍ ହୋଇପାରେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଓଡ଼ିଶା ସରକାରଙ୍କ ଯୋଜନାସବୁର ତାଲିକା
ଭାରତରେ ଓଡ଼ିଶା ସରକାର ରାଜ୍ୟବାସୀଙ୍କ ପାଇଁ ସମୟ ସମୟରେ ବିଭିନ୍ନ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛନ୍ତି ଯାହାକୁ ଆମେ ସ୍କିମ୍ (ଯୋଜନା) ବୋଲି କହିଥାଉ । ନିମ୍ନରେ ସରକାରୀ ଯୋଜନାର ତାଲିକା ଗୁଡ଼ିକୁ ଉଲ୍ଲେଖ କରାଯାଇଛି । ଉପସ୍ଥିତ ତାଲିକାରେ ଜାତୀୟ ଯୋଜନାଗୁଡିକର ରାଜ୍ୟ କାର୍ଯ୍ୟକାରିତା (ଯଥା: ଜାତୀୟ ପୁଷ୍ଟିକର ମିଶନ୍; ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ; ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬; ସମନ୍ୱିତ ଶିଶୁ ବିକାଶ ସେବା) ମଧ୍ୟ ଅନ୍ତର୍ଭୂକ୍ତ କରାଯାଇଛି ।
ଭାରତୀୟ ଲୋଟଣୀ, ଭଦଭଦଳିଆ ଚଢ଼େଇ ଓଡ଼ିଶାର ଗର୍ବ ଓ ସଙ୍କେତ ଅଟେ । ଏହାକୁ ଓଡ଼ିଶାର ରାଜ୍ୟ ପକ୍ଷୀ (State Bird of Odisha) ଭାବେ ଘୋଷଣା କରାଯାଇଅଛି । ଏହି ପକ୍ଷୀ ମୁଖ୍ୟତଃ ଭାରତୀୟ ଉପମହାଦେଶରେ ଦେଖିବାକୁ ମିଳିଥାଏ । ଏହାଛଡା ଥାଇଲାଣ୍ଡ ଓ ଇରାକରେ ମଧ୍ୟ ଏମାନେ ଦେଖା ଯାଆନ୍ତି । ଭାରତର ଅନେକ ରାଜ୍ୟ ଏହି ପକ୍ଷୀକୁ ସେମାନଙ୍କର ରାଜ୍ୟ ପକ୍ଷୀ ଭାବେ ଘୋଷଣା କରିଛନ୍ତି ।
କୋଚରାବ ଆଶ୍ରମ, ଯାହାକୁ ସତ୍ୟାଗ୍ରହ ଆଶ୍ରମ ବୋଲି ମଧ୍ୟ କୁହାଯାଏ, ଭାରତର ଗୁଜରାଟର ଅହମଦାବାଦରେ ଥିବା ଏକ ଐତିହାସିକ ସ୍ଥଳ ଓ ସଂଗ୍ରହାଳୟ । ୧୯୧୫ ମଇ ମାସରେ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ନେତା ମହାତ୍ମା ଗାନ୍ଧୀ ଏହି ଆଶ୍ରମର ସ୍ଥାପନା କରିଥିଲେ । ପରବର୍ତ୍ତୀ ଦୁଇବର୍ଷ ସେ ଆଶ୍ରମରେ ଆନ୍ଦୋଳନର କିଛି ସଦସ୍ୟଙ୍କ ସହିତ ରହିଥିଲେ। ଏହି ସମୟରେ ଗାନ୍ଧୀଙ୍କ ଅନେକ ଭାବନାର ଆକାର ନେବା ଆରମ୍ଭ ହୋଇଥିଲା । ୧୯୫୩ରେ ବମ୍ବେ ରାଜ୍ୟ ସରକାର ଏହାକୁ ସ୍ମୃତିସ୍ଥଳ ଘୋଷଣା କରି ୧୯୫୪ରେ ଗୁଜରାଟ ବିଦ୍ୟାପୀଠଙ୍କୁ ହସ୍ତାନ୍ତର କଲା । ୨୦୨୪ରେ ଏହାକୁ ସଂଗ୍ରହାଳୟ ଭାବେ ପୁନରୁଦ୍ଧାର ଓ ପୁନର୍ବିକାଶ କାର୍ଯ୍ୟ ସମ୍ପୂର୍ଣ୍ଣ ହେଲା ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଓଡ଼ିଶା ରାଜ୍ୟକୁ ପ୍ରଶାସନିକ ସୁବିଧା ଏବଂ ସୁପରିଚାଳନା ଦୃଷ୍ଟିରୁ ସର୍ବମୋଟ ୩୦ ଗୋଟି ଭୌଗୋଳିକ ପ୍ରଶାସନିକ ଏକକ ବା ଜିଲ୍ଲାରେ ବିଭକ୍ତ କରାଯାଇଛି । ପ୍ରଶାସନିକ ବିକେନ୍ଦ୍ରୀକରଣ ଏବଂ ଶୃଙ୍ଖଳିତ ଶାସନ ପାଇଁ ଏହି ୩୦ଟି ଜିଲ୍ଲାକୁ ୩ଟି ପୃଥକ ରାଜସ୍ୱ ଖଣ୍ଡ (Revenue Divisions) ଅଧୀନରେ ରଖାଯାଇଛି । ସେହି ଖଣ୍ଡଗୁଡ଼ିକ ହେଲା: କେନ୍ଦ୍ରାଞ୍ଚଳ (ସଦର ମହକୁମା: କଟକ), ଉତ୍ତରାଞ୍ଚଳ (ସଦର ମହକୁମା: ସମ୍ବଲପୁର) ଏବଂ ଦକ୍ଷିଣାଞ୍ଚଳ (ସଦର ମହକୁମା: ବ୍ରହ୍ମପୁର) । ପ୍ରତ୍ୟେକ ରାଜସ୍ୱ ଖଣ୍ଡ ଅଧୀନରେ ୧୦ଟି ଲେଖାଏଁ ଜିଲ୍ଲା ରହିଛି ଏବଂ ଏହାର ପ୍ରଶାସନିକ ମୁଖ୍ୟ ଭାବରେ ଜଣେ ରାଜସ୍ୱ ଖଣ୍ଡାଧିକାରୀ ବା ଆର.ଡି.ସି. କାର୍ଯ୍ୟ କରନ୍ତି, ଯିଏକି ଭାରତୀୟ ପ୍ରଶାସନିକ ସେବା (IAS) ର ଜଣେ ବରିଷ୍ଠ ଅଧିକାରୀ ଅଟନ୍ତି । ରାଜ୍ୟ ସଚିବାଳୟ ଏବଂ ଜିଲ୍ଲା ପ୍ରଶାସନ ମଧ୍ୟରେ ସମନ୍ୱୟ ରକ୍ଷା କରିବା ହେଉଛି ଆର.ଡି.ସି.
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ନରେନ୍ଦ୍ର ଦାମୋଦର ଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ୨୦୧୪ ମସିହାରୁ ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ମୋଦୀ ୨୦୦୧ରୁ ୨୦୧୪ ପର୍ଯ୍ୟନ୍ତ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ବାରଣାସୀର ସାଂସଦ ଥିଲେ । ସେ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ଦକ୍ଷିଣପନ୍ଥୀ ହିନ୍ଦୁ ଜାତୀୟତାବାଦୀ ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସଦସ୍ୟ । ସେ ଭାରତୀୟ ଜାତୀୟ କଂଗ୍ରେସ ବାହାରେ ସର୍ବାଧିକ କାଳ ଧରି ଥିବା ପ୍ରଧାନମନ୍ତ୍ରୀ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ଶିରଡ଼ି, (; ଅନ୍ୟ ନାମ ସାଇନଗର) ଭାରତର ମହାରାଷ୍ଟ୍ର ପ୍ରଦେଶରେ ଅବସ୍ଥିତ ଏକ ସହର । ଏହା ଅହମଦାବାଦ ଜିଲ୍ଲାର ରାହୁତା ତାଲୁକାରେ ଏବସ୍ଥିତ । ଏଠାକୁ ଅହମଦାବାଦ-ମାଲେଗାଓଁ ରାଜ୍ୟ ରାଜପଥ ସଂଖ୍ୟା ୧୦ରେ ଯାଇହୁଏ । ଏହା ଅହମଦାବାଦରୁ ୧୩ କିମି ଓ କୋପରଗ୍ରାମରୁ ୧୫ କିମି ଦୂରରେ ଅଛି । ଏହି ରାସ୍ତା ଅତ୍ୟନ୍ତ ବ୍ୟସ୍ତ ବହୁଳ ରାସ୍ତାରେ ପଶ୍ଚିମ ସମୁଦ୍ର ରେଖାଠାରୁ ୧୮୫ କିମି ଦୂର ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ପ୍ରଭାତ ରଞ୍ଜନ ବିଶ୍ୱାଳ (ଜନ୍ମ: ୧୮ ମଇ ୧୯୬୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ପ୍ରଭାତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ଏବଂ ୨୦୦୯ ଓ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଚୌଦ୍ୱାର - କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।