ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ହେରାପଞ୍ଚମୀ

    ହେରାପଞ୍ଚମୀ

    ରଥଯାତ୍ରାଠାରୁ ପାଞ୍ଚଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନକୁ ହେରାପଞ୍ଚମୀ କୁହାଯାଏ ।

    158 ପଠିତ (↑100 ଗତକାଲିଠାରୁ)0,0,0,0,10,12,20,26,58, 158

    6 ଦିନ ଷ୍ଟ୍ରିକ

    🔍 🗞️
  2. 2

    ଜଗନ୍ନାଥ ମନ୍ଦିର, ବେଙ୍ଗାଳୁରୁ

    ଜଗନ୍ନାଥ ମନ୍ଦିର, ବେଙ୍ଗାଳୁରୁ

    ଏହି ଜଗନ୍ନାଥ ମନ୍ଦିର କର୍ଣ୍ଣାଟକ ରାଜ୍ୟର ବେଙ୍ଗାଳୁରୁ ନଗରର ଆଗରାଠାରେ ଅବସ୍ଥିତ । ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ସୁଦର୍ଶନ ଏଠାକାର ଆରାଧ୍ୟ ଦେବତା ।

    120 ପଠିତ (↑3 ଗତକାଲିଠାରୁ)0,0,0,0,0,0,0,46,117, 120

    3 ଦିନ ଷ୍ଟ୍ରିକ

    🔍 🗞️
  3. 3

    ଧରିତ୍ରୀ (ଖବରକାଗଜ)

    ଧରିତ୍ରୀ (ଖବରକାଗଜ)

    ଧରିତ୍ରୀ ଢେଙ୍କାନାଳ, ବାଲେଶ୍ୱର, ବ୍ରହ୍ମପୁର, ରାୟଗଡ଼ା, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ୧୯୭୪ ନଭେମ୍ବର ୨୪ ତାରିଖର୍ୱ ସମାଜବାଦୀ ସୋସାଇଟି ଧରିତ୍ରୀର ପ୍ରକାଶନ ଆରମ୍ଭ କରିଥିଲା । ୨୦୦୯ ଜାନୁଆରୀ ପହିଲାଠାରୁ ଧରିତ୍ରୀର ଇ-ପେପର ପ୍ରକାଶନ ଆରମ୍ଭ ହୋଇଥିଲା ।

    119 ପଠିତ (↓28 ଗତକାଲିଠାରୁ)0,0,0,0,0,0,0,133,147, 119

    3 ଦିନ ଷ୍ଟ୍ରିକ

    🔍 🗞️
  4. 4

    ପାକ୍ଲିଟାକ୍ସେଲ

    ପାକ୍ଲିଟାକ୍ସେଲ

    ପାକ୍ଲିଟାକ୍ସେଲ (ଇଂରାଜୀ ଭାଷାରେ Paclitaxel ବା PTX, ବିକ୍ରୟ ନାମ ଟାକ୍ସୋଲ/Taxol) ଏକ କେମୋଥେରାପି ଔଷଧ (chemotherapy medication) ଯାହା ଅନେକ ପ୍ରକାରର କର୍କଟ ରୋଗମାନଙ୍କ ଚିକିତ୍ସାରେ ବ୍ୟବ‌ହାର କରାଯାଏ । ଏହି ରୋଗମାନଙ୍କର ନାମ ଯଥାକ୍ରମେ ଓଭାରି କର୍କଟ, ସ୍ତନ କର୍କଟ, ଫୁସଫୁସ କର୍କଟ, କାପୋସି ସାର୍କୋମା (Kaposi sarcoma), ଗର୍ଭାଶୟ ଗ୍ରୀବା କର୍କଟ, ଓ ଅଗ୍ନାଶୟ କର୍କଟ । ଏହି ଔଷଧ ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ । ଏହାର ଅନ୍ୟ ଏକ ପ୍ରୋଟିନ-ବାଉଣ୍ଡ ପାସିଟାକ୍ସେଲ ଫର୍ମୁଲେସନ (albumin bound formulation) ମଧ୍ୟ ଅଛି ।

    87 ପଠିତ (↓102 ଗତକାଲିଠାରୁ)0,0,0,0,0,0,0,0,189, 87

    2 ଦିନ ଷ୍ଟ୍ରିକ

    🔍 🗞️
  5. 5

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    80 ପଠିତ (↑12 ଗତକାଲିଠାରୁ)58,128,75,210,65,68,72,52,68, 80

    9+ ଦିନ ଷ୍ଟ୍ରିକ

    🔍 🗞️
  6. 6

    ରଥଯାତ୍ରା

    ରଥଯାତ୍ରା

    ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.

    78 ପଠିତ (↓7 ଗତକାଲିଠାରୁ)80,59,88,125,303,631,220,125,85, 78

    9+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    66 ପଠିତ (↑31 ଗତକାଲିଠାରୁ)46,49,85,47,53,50,50,51,35, 66

    9+ ଦିନ ଷ୍ଟ୍ରିକ

    🔍 🗞️
  8. 8

    ଦୀପା ସାହୁ (୧୯୮୫ ଜନ୍ମ)

    ଦୀପା ସାହୁ (୧୯୮୫ ଜନ୍ମ)

    ଦୀପା ସାହୁ (୨୫ ଅକ୍ଟୋବର ୧୯୮୫ - ୨୭ ଜୁଲାଇ ୨୦୨୦) ଜଣେ ଓଡ଼ିଆ ଅଭିନେତ୍ରୀ ଥିଲେ । ସେ ମୁଖ୍ୟତଃ ଓଡ଼ିଆ ଆଲବମ୍, ଦୂରଦର୍ଶନ ଧାରାବାହିକ ଓ କଥାଚିତ୍ରରେ ଅଭିନୟ କରୁଥିଲେ । ଦୀପା ୨୦୦୩ ମସିହାରେ ନାରୀ ଆଖିରେ ନିଆଁ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ଏହାପରେ ସେ ଧର୍ମର ହେବ ଜୟ, କଲେଜ ଟାଇମ ଭଳି କଥାଚିତ୍ରରେ ଅଭିନୟ କରିଥିଲେ । ସେ ହାଏ ହାଏ ତୋ ମଲ୍ଲୀ ଫୁଲ ଗଜରା, ତୋର ଲମ୍ବା ବେଣୀ, କୃଷ୍ଣ ଚୂଡ଼ା ରଙ୍ଗର ନାଲି ଓଢ଼ଣୀ, ଏକଡ଼ା ଏକଡ଼ା ରା ଭଳି ଲୋକପ୍ରିୟ ଓଡ଼ିଆ ଆଲବମ୍‌ରେ ଅଭିନୟ କରିଥିଲେ । ୨୦୨୦ ମସିହାରେ କର୍କଟ ରୋଗରେ ପୀଡ଼ିତ ହୋଇ ସେ ମୃତ୍ୟୁବରଣ କରିଥିଲେ ।

    47 ପଠିତ (↑30 ଗତକାଲିଠାରୁ)0,0,0,0,0,0,23,0,17, 47

    2 ଦିନ ଷ୍ଟ୍ରିକ

    🔍 🗞️
  9. 9

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    47 ପଠିତ (↑35 ଗତକାଲିଠାରୁ)20,20,35,33,30,17,45,23,12, 47

    9+ ଦିନ ଷ୍ଟ୍ରିକ

    🔍 🗞️
  10. 10

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    42 ପଠିତ (↑6 ଗତକାଲିଠାରୁ)28,45,47,47,81,74,50,71,36, 42

    9+ ଦିନ ଷ୍ଟ୍ରିକ

    🔍 🗞️
  11. 11

    ବାଦଲ ସରକାର

    ବାଦଲ ସରକାର

    ବାଦଲ ସରକାର (୧୫ ଜୁଲାଇ ୧୯୨୫ - ୧୩ ମଇ ୨୦୧୧) ଜଣେ ଭାରତୀୟ ବଙ୍ଗଳା-ଭାଷୀ ନାଟ୍ୟକାର ଓ ମଞ୍ଚ ନିର୍ଦ୍ଦେଶକ ଥିଲେ । ସେ ଏବଂ ଇନ୍ଦ୍ରଜିତ ଓ ବାସି ଖବର ପ୍ରଭୃତି ନାଟକ ରଚନା କରିଥିଲେ ।

    39 ପଠିତ (↑22 ଗତକାଲିଠାରୁ)0,0,0,0,0,0,0,0,17, 39

    2 ଦିନ ଷ୍ଟ୍ରିକ

    🔍 🗞️
  12. 12

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    33 ପଠିତ (↑9 ଗତକାଲିଠାରୁ)33,0,26,24,12,34,30,14,24, 33

    8 ଦିନ ଷ୍ଟ୍ରିକ

    🔍 🗞️
  13. 13

    ଜଗନ୍ନାଥ

    ଜଗନ୍ନାଥ

    31 ପଠିତ (↓9 ଗତକାଲିଠାରୁ)36,27,27,44,101,173,79,59,40, 31

    9+ ଦିନ ଷ୍ଟ୍ରିକ

    🔍 🗞️
  14. 14

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    29 ପଠିତ (↓17 ଗତକାଲିଠାରୁ)17,101,22,48,31,19,47,39,46, 29

    9+ ଦିନ ଷ୍ଟ୍ରିକ

    🔍 🗞️
  15. 15

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    28 ପଠିତ (↓12 ଗତକାଲିଠାରୁ)15,0,0,39,48,45,26,39,40, 28

    7 ଦିନ ଷ୍ଟ୍ରିକ

    🔍 🗞️
  16. 16

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    27 ପଠିତ (↓11 ଗତକାଲିଠାରୁ)15,25,0,40,34,12,40,13,38, 27

    7 ଦିନ ଷ୍ଟ୍ରିକ

    🔍 🗞️
  17. 17

    ମଲ୍ଟିପ୍ଲ ସ୍କ୍ଲେରୋସିସ

    ମଲ୍ଟିପ୍ଲ ସ୍କ୍ଲେରୋସିସ

    ମଲ୍ଟିପ୍ଲସ୍କ୍ଲେରୋସିସ ବା ଏମଏସ (ରୋଗର ଅନ୍ୟ ନାମ ଡିସ୍ସେମିନେଟେଡ ସ୍କ୍ଲେରୋସିସ ଓ ଏନକେଫାଲାଇଟିସ ଡିସ୍ସେମିନାଟା) ରୋଗରେ ମସ୍ତିସ୍କ ଓ ମେରୁଦଣ୍ଡରେ ଥିବା ସ୍ନାୟୁ କୋଷର ଇନ୍‌ସୁଲେଟିଙ୍ଗ ଆବରଣ ନଷ୍ଟ ହୋଇଯାଏ । ଏହି ଫଳରେ ଆବରଣ ନଷ୍ଟ ହୁଏ ଓ ସ୍ନାୟୁ ମଣ୍ଡଳ ସମ୍ପର୍କ ସ୍ଥାପନ ନ ହୋଇ ପାରି ଅନେକ ପ୍ରକାର ଚିହ୍ନ ଓ ଲକ୍ଷଣ ପ୍ରକାଶ ପାଏ । ଏହାଯୋଗୁ ଶାରୀରିକ, ମାନସିକ ଓ ସ୍ନାୟୁ ଜନିତ ଚିହ୍ନ ଓ ଲକ୍ଷଣମାନ ଦେଖାଯାଏ । ଦ୍ୱିତ ଦୃଷ୍ଟି, ଗୋଟିଏ ଆଖରେ ଅନ୍ଧତ୍ୱ ବା କଣାଦୋଷ, ଦୂର୍ବଳ ମାଂସପେଶୀ ସ୍ପର୍ଷ ସମସ୍ୟା ଓ ସମନ୍ୱୟ ଅଭାବ ଭଳି ଲକ୍ଷଣମାନ ଦେଖାଯାଏ ।ଏହି ରୋଗ ବିଭିନ୍ନ ପ୍ରକାର ଦେଖାଯାଏ, ନୂଆ ଲକ୍ଷଣ ଏକାନ୍ତ ଭାବରେ ଆସେ ବା ସମୟକ୍ରମେ ବୃଦ୍ଧି ହୁଏ ।

    26 ପଠିତ (↓39 ଗତକାଲିଠାରୁ)0,0,0,0,0,0,0,0,65, 26

    2 ଦିନ ଷ୍ଟ୍ରିକ

    🔍 🗞️
  18. 18

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଜଣେ ଭାରତୀୟ ଭାଷାତତ୍ତ୍ୱବିତ୍, ପ୍ରଫେସର, ଧ୍ୱନିତତ୍ତ୍ୱବିତ୍, ଅନୁବାଦକ ଏବଂ ଓଡ଼ିଆ ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ସେ ତାଙ୍କର ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ପ୍ରବନ୍ଧମାନଙ୍କରେ ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ବାବଦରେ ଆଲୋଚନା କରୁଥିଲେ ।

    25 ପଠିତ (↑14 ଗତକାଲିଠାରୁ)17,0,0,0,19,0,0,9,11, 25

    3 ଦିନ ଷ୍ଟ୍ରିକ

    🔍 🗞️
  19. 19

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    25 ପଠିତ (↑5 ଗତକାଲିଠାରୁ)26,25,21,22,22,13,19,13,20, 25

    9+ ଦିନ ଷ୍ଟ୍ରିକ

    🔍 🗞️
  20. 20

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    23 ପଠିତ (0 ଗତକାଲିଠାରୁ)23,26,24,30,21,17,22,21,23, 23

    9+ ଦିନ ଷ୍ଟ୍ରିକ

    🔍 🗞️
  21. 21

    ବନ୍ଦେ ମାତରମ

    ବନ୍ଦେ ମାତରମ

    ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।

    23 ପଠିତ (↓2 ଗତକାଲିଠାରୁ)0,0,0,14,20,0,11,14,25, 23

    4 ଦିନ ଷ୍ଟ୍ରିକ

    🔍 🗞️
  22. 22

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    23 ପଠିତ (↑23 ଗତକାଲିଠାରୁ)17,19,22,26,31,20,18,13,0, 23

    1 ଦିନ ଷ୍ଟ୍ରିକ

    🔍 🗞️
  23. 23

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    23 ପଠିତ (↓9 ଗତକାଲିଠାରୁ)18,0,35,65,15,12,17,16,32, 23

    8 ଦିନ ଷ୍ଟ୍ରିକ

    🔍 🗞️
  24. 24

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ (୧୧ ଜୁନ ୧୯୧୨-୨୫ ଜୁନ ୧୯୮୭) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ । ୧୯୫୦ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ସପ୍ତଶଯ୍ୟାର ସେ କାହାଣୀ, ଚିତ୍ରନାଟ୍ୟ, ଗୀତ ଓ ସଂଳାପ ରଚନା କରିଥିଲେ ।

    22 ପଠିତ (↑22 ଗତକାଲିଠାରୁ)0,0,21,24,15,10,11,10,0, 22

    1 ଦିନ ଷ୍ଟ୍ରିକ

    🔍 🗞️
  25. 25

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.

    21 ପଠିତ (↑21 ଗତକାଲିଠାରୁ)0,0,0,0,11,0,15,0,0, 21

    1 ଦିନ ଷ୍ଟ୍ରିକ

    🔍 🗞️
  26. 26

    ଓଡ଼ିଶାରେ କୋଭିଡ-୧୯ ମହାମାରୀ

    ଓଡ଼ିଶାରେ କୋଭିଡ-୧୯ ମହାମାରୀ

    ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।

    21 ପଠିତ (↑2 ଗତକାଲିଠାରୁ)0,19,43,32,29,12,37,17,19, 21

    9 ଦିନ ଷ୍ଟ୍ରିକ

    🔍 🗞️
  27. 27

    ଜଗନ୍ନାଥଙ୍କ ବେଶ

    ଜଗନ୍ନାଥଙ୍କ ବେଶ

    ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।

    21 ପଠିତ (↑21 ଗତକାଲିଠାରୁ)0,0,0,0,18,0,15,16,0, 21

    1 ଦିନ ଷ୍ଟ୍ରିକ

    🔍 🗞️
  28. 28

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    20 ପଠିତ (↑11 ଗତକାଲିଠାରୁ)28,32,23,26,16,8,18,0,9, 20

    2 ଦିନ ଷ୍ଟ୍ରିକ

    🔍 🗞️
  29. 29

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    20 ପଠିତ (↓3 ଗତକାଲିଠାରୁ)14,0,0,21,26,95,32,36,23, 20

    7 ଦିନ ଷ୍ଟ୍ରିକ

    🔍 🗞️
  30. 30

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    20 ପଠିତ (↓1 ଗତକାଲିଠାରୁ)0,0,0,0,12,11,0,0,21, 20

    2 ଦିନ ଷ୍ଟ୍ରିକ

    🔍 🗞️
  31. 31

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    19 ପଠିତ (↑7 ଗତକାଲିଠାରୁ)56,24,24,29,20,11,37,23,12, 19

    9+ ଦିନ ଷ୍ଟ୍ରିକ

    🔍 🗞️
  32. 32

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    19 ପଠିତ (↑8 ଗତକାଲିଠାରୁ)16,0,23,32,19,14,22,22,11, 19

    8 ଦିନ ଷ୍ଟ୍ରିକ

    🔍 🗞️
  33. 33

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    19 ପଠିତ (↑3 ଗତକାଲିଠାରୁ)17,20,26,0,17,11,19,12,16, 19

    6 ଦିନ ଷ୍ଟ୍ରିକ

    🔍 🗞️
  34. 34

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ ।

    19 ପଠିତ (↑8 ଗତକାଲିଠାରୁ)21,0,0,0,31,29,28,25,11, 19

    6 ଦିନ ଷ୍ଟ୍ରିକ

    🔍 🗞️
  35. 35

    ଆଲେମଟୁଜୁମାବ

    ଆଲେମଟୁଜୁମାବ

    ଆଲେମଟୁଜୁମାବ, ଦୁଇ ବିକ୍ରୟ ନାମ କ୍ୟାମ୍ପାଥ ଏବଂ ଲେମଟ୍ରାଡା, ଔଷଧ ଯାହା କ୍ରନିକ୍ ଲିମ୍ଫୋସାଇଟିକ୍ ଲ୍ୟୁକେମିଆ (ସିଏଲଏଲ/ CLL) ଏବଂ ମଲ୍ଟିପ୍ଲ ସ୍କ୍ଲେରୋସିସ୍ ରୋଗମାନଙ୍କ ଚିକିତ୍ସା ପାଇଁ ବ୍ୟବହୃତ ହୁଏ । ସିଏଲଏଲରେ ଏହା ଉଭୟ ପ୍ରଥମ ଲାଇନ୍ ଏବଂ ଦ୍ୱିତୀୟ ଲାଇନ୍ ଚିକିତ୍ସା ଭାବରେ ବ୍ୟବହୃତ ହେଇଛି | ମଲ୍ଟିପ୍ଲ ସ୍କ୍ଲେରୋସିସ୍ରେ ଅନ୍ୟ ଚିକିତ୍ସା କାମ ନ କଲେ ପରାମର୍ଶ ଦିଆଯାଏ । ଏହା ଶିରାରେ କିମ୍ବା ଚର୍ମ ତଳେ ଇଞ୍ଜେକ୍ସନ ଆକାରରେ ଦିଆଯାଏ ।

    18 ପଠିତ (↓46 ଗତକାଲିଠାରୁ)0,0,0,0,0,0,0,0,64, 18

    2 ଦିନ ଷ୍ଟ୍ରିକ

    🔍 🗞️
  36. 36

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    18 ପଠିତ (↑1 ଗତକାଲିଠାରୁ)0,0,0,0,10,0,15,16,17, 18

    4 ଦିନ ଷ୍ଟ୍ରିକ

    🔍 🗞️
  37. 37

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।

    17 ପଠିତ (↑17 ଗତକାଲିଠାରୁ)0,0,0,0,0,0,0,0,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  38. 38

    ଜୟ ଜଗନ୍ନାଥ

    ଜୟ ଜଗନ୍ନାଥ

    ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ବହୁଭାଷି କଥାଚିତ୍ର ଜୟ ଜଗନ୍ନାଥ ୨୦୦୭ ମସିହା ରଥଯାତ୍ରା ଅବସରରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟି ଓଡ଼ିଆ ଓ ହିନ୍ଦୀ ଭାଷାରେ ତିଆରି କରାଯାଇଥିଲା । ପରେ ଏହାକୁ ଇଂରାଜୀ ସମେତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଦିତ କରାଯାଇ ଥିଲା ।

    17 ପଠିତ (↓18 ଗତକାଲିଠାରୁ)20,0,18,31,98,511,116,39,35, 17

    8 ଦିନ ଷ୍ଟ୍ରିକ

    🔍 🗞️
  39. 39

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    17 ପଠିତ (↑5 ଗତକାଲିଠାରୁ)22,0,20,24,15,9,12,0,12, 17

    2 ଦିନ ଷ୍ଟ୍ରିକ

    🔍 🗞️
  40. 40

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    16 ପଠିତ (↓10 ଗତକାଲିଠାରୁ)17,0,76,33,30,11,24,0,26, 16

    2 ଦିନ ଷ୍ଟ୍ରିକ

    🔍 🗞️
  41. 41

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    16 ପଠିତ (↑6 ଗତକାଲିଠାରୁ)0,0,0,0,0,20,13,12,10, 16

    5 ଦିନ ଷ୍ଟ୍ରିକ

    🔍 🗞️
  42. 42

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।

    16 ପଠିତ (↑6 ଗତକାଲିଠାରୁ)0,0,22,0,21,23,23,0,10, 16

    2 ଦିନ ଷ୍ଟ୍ରିକ

    🔍 🗞️
  43. 43

    ଭାରତର ଜାତୀୟ ପତାକା

    ଭାରତର ଜାତୀୟ ପତାକା

    ଭାରତର ଜାତୀୟ ପତାକା ସଂପୂର୍ଣ୍ଣ ଭାରତ ଦେଶକୁ ପ୍ରତିନିଧିତ୍ୱ କରୁଥିବା ଏକ ପତାକା ଅଟେ । ଏହା ୧୯୪୭ ମସିହା ଜୁଲାଇ ୨୨ ତାରିଖରେ ପିଙ୍ଗଳି ଭେଙ୍କୟାଙ୍କଦ୍ୱାରା ପ୍ରସ୍ତୁତ ହୋଇଥିଲା । ପତାକାଟି ଏକ ନିର୍ଦ୍ଧିଷ୍ଟ ଶୈଳୀରେ ନିର୍ମିତ, ଯାହାର ପ୍ରତିଟି ଅଂଶର ନିର୍ଦ୍ଧିଷ୍ଟ ଅର୍ଥ ରହିଛି ।

    16 ପଠିତ (↑16 ଗତକାଲିଠାରୁ)0,0,0,0,0,0,0,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  44. 44

    ମହାପାତ୍ର ନୀଳମଣି ସାହୁ

    ମହାପାତ୍ର ନୀଳମଣି ସାହୁ

    ମହାପାତ୍ର ନୀଳମଣି ସାହୁ (୨୨ ଡିସେମ୍ବର ୧୯୨୬ - ୨୫ ଜୁନ ୨୦୧୬) ଜଣେ ଓଡ଼ିଆ ସାହିତ୍ୟିକ । ସେ ୧୯୮୪ ମସିହାରେ, ଅଭିଶପ୍ତ ଗନ୍ଧର୍ବ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୭୮ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ୧୯୮୩ ମସିହାରେ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।

    16 ପଠିତ (↑16 ଗତକାଲିଠାରୁ)0,0,0,0,0,0,0,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  45. 45

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    16 ପଠିତ (↑6 ଗତକାଲିଠାରୁ)25,0,0,16,14,31,15,19,10, 16

    7 ଦିନ ଷ୍ଟ୍ରିକ

    🔍 🗞️
  46. 46

    ଜୟୀ ରାଜଗୁରୁ

    ଜୟୀ ରାଜଗୁରୁ

    ଜୟକୃଷ୍ଣ ରାଜଗୁରୁ ମହାପାତ୍ର (୨୯ ଅକ୍ଟୋବର ୧୭୩୯ - ୬ ଡିସେମ୍ବର ୧୮୦୬) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଖୋର୍ଦ୍ଧାର ରାଜା ଗଜପତି ମୁକୁନ୍ଦ ଦେବ ଦ୍ୱିତୀୟଙ୍କ ରାଜଦରବାରରେ ରାଜକୀୟ ରାଜଗୁରୁ ହେବା ସହ ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ପ୍ରଶାସନିକ ପ୍ରତିନିଧି ମଧ୍ୟ ଥିଲେ ।

    16 ପଠିତ (↑16 ଗତକାଲିଠାରୁ)0,0,0,0,0,0,12,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  47. 47

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,18,0,0,13,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  48. 48

    ସୁନାବେଶ

    ସୁନାବେଶ

    ସୁନାବେଶ (ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ, ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ । ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,9,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  49. 49

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    15 ପଠିତ (↑3 ଗତକାଲିଠାରୁ)0,0,0,25,15,0,22,21,12, 15

    4 ଦିନ ଷ୍ଟ୍ରିକ

    🔍 🗞️
  50. 50

    କଟକ

    କଟକ

    କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନ‌ଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନ‍ଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।

    15 ପଠିତ (↑3 ଗତକାଲିଠାରୁ)0,0,0,0,10,0,0,0,12, 15

    2 ଦିନ ଷ୍ଟ୍ରିକ

    🔍 🗞️
  51. 51

    ଦିବ୍ୟସିଂହ ଦେବ

    ଦିବ୍ୟସିଂହ ଦେବ

    ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.

    15 ପଠିତ (↓15 ଗତକାଲିଠାରୁ)0,0,19,29,29,203,71,36,30, 15

    8 ଦିନ ଷ୍ଟ୍ରିକ

    🔍 🗞️
  52. 52

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    15 ପଠିତ (↑15 ଗତକାଲିଠାରୁ)0,0,24,21,31,10,16,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  53. 53

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    14 ପଠିତ (↓3 ଗତକାଲିଠାରୁ)0,0,0,0,12,0,12,0,17, 14

    2 ଦିନ ଷ୍ଟ୍ରିକ

    🔍 🗞️
  54. 54

    ବିଜୟ କୁମାର ଶତପଥୀ

    ବିଜୟ କୁମାର ଶତପଥୀ

    ବିଜୟ କୁମାର ଶତପଥୀ, ଜଣେ ଓଡ଼ିଆ ଭାରୋତ୍ତଳକ ଥିଲେ । କୌଣସି ଆନ୍ତରାଷ୍ଟ୍ରୀୟ ପ୍ରତିଯୋଗୀତାରେ ପଦକ ଜିତିବାରେ ସେ ଥିଲେ ପ୍ରଥମ ଓଡ଼ିଆ ଖେଳାଳି ।

    14 ପଠିତ (↓2 ଗତକାଲିଠାରୁ)0,0,0,31,12,0,0,0,16, 14

    2 ଦିନ ଷ୍ଟ୍ରିକ

    🔍 🗞️
  55. 55

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,9,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  56. 56

    ପଞ୍ଚସଖା

    ପଞ୍ଚସଖା

    ୧୫ ଓ ୧୬ଶ ଶତାବ୍ଦୀକୁ ପଞ୍ଚସଖା ଯୁଗ କୁହାଯାଏ । ଏହି ଯୁଗରେ ପାଞ୍ଚଜଣ ଭକ୍ତିକବି ଅନନ୍ତ ଦାସ, ଯଶୋବନ୍ତ ଦାସ, ଅଚ୍ୟୁତାନନ୍ଦ ଦାସ, ଜଗନ୍ନାଥ ଦାସ ଓ ବଳରାମ ଦାସଙ୍କୁ ନେଇ ପଞ୍ଚସଖା ଗଠିତ । ଏହି ପାଞ୍ଚଜଣଙ୍କୁ ଚୈତନ୍ୟଙ୍କ ପଞ୍ଚସଖା ମଧ୍ୟ କୁହାଯାଏ ।

    14 ପଠିତ (↓3 ଗତକାଲିଠାରୁ)0,0,0,20,16,9,13,10,17, 14

    7 ଦିନ ଷ୍ଟ୍ରିକ

    🔍 🗞️
  57. 57

    ପରଜା ଜନଜାତି

    ପରଜା ଜନଜାତି

    ପରଜା, ପର୍ଜା ଓ ବସ୍ତରିଆ ନାମରେ ମଧ୍ୟ ଜଣା, ମୁଖ୍ୟତଃ ଓଡ଼ିଶାରେ ବସବାସ କରୁଥିବା ଏକ ଭାରତୀୟ ଆଦିବାସୀ ଜନଜାତି । ପରଜା ଜନଜାତି ଓଡ଼ିଶାର ଏକ ପ୍ରମୁଖ ଅନୁସୂଚିତ ଜନଜାତି ବା ଆଦିବାସୀ ସମୁଦାୟ । ପରଜା ଲୋକେ ମୁଖ୍ୟତଃ ଆନ୍ଧ୍ର ପ୍ରଦେଶ, ଅବିଭକ୍ତ ମଧ୍ୟ ପ୍ରଦେଶ ଏବଂ ମହାରାଷ୍ଟ୍ରରେ ମଧ୍ୟ ବସବାସ କରିଆସିଛନ୍ତି । ପରଜାମାନେ ଓଡ଼ିଶାରେ ଅନୁସୂଚିତ ଜନଜାତି ମଧ୍ୟରେ ଅନ୍ତର୍ଭୁକ୍ତ ହୋଇଥିଲେ ମଧ୍ୟ ନିକଟ ଅତୀତରେ ଓଡ଼ିଶାରୁ ପଶ୍ଚିମ ବଙ୍ଗ ଏବଂ ଆସାମକୁ ପ୍ରବାସରେ ଯାଇଥିଲେ ସେଠାରେ ଅନୁସୂଚିତ ଜନଜାତିମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ ନୁହଁନ୍ତି । ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ ପରଜା ଜନଜାତିର ଲୋକଙ୍କ ସଂଖ୍ୟା ସର୍ବାଧିକ ଓ ପରଜାମାନେ ଓଡ଼ିଶାକୁ ସେମାନଙ୍କ ମୂଳ ଭୂମି ଭାବରେ ବିବେଚନା କରନ୍ତି । ୨୦୧୧ ଜନଗଣନା ଅନୁସାରେ ଓଡ଼ିଶାରେ ପରଜା ଜନଜାତିର ଜନସଂଖ୍ୟା ୩୭୪,୬୨୮ ଥିଲା ଓ ୨୦୦୧ ଜନଗଣନା ଅନୁସାରେ ସେମାନେ ରାଜ୍ୟର ଦଶମ ବୃହତ୍ତମ ଅନୁସୂଚିତ ଜନଜାତି । ୧୯୯୧ ଜନଗଣନା ତୁଳନାରେ ଜନସଂଖ୍ୟାର ଅଭିବୃଦ୍ଧି ହାର ୧୦.୨୦% । ସେମାନଙ୍କର ସାକ୍ଷରତା ହାର ୧୭.୯୬% । ଏଥିମଧ୍ୟରୁ ପୁରୁଷ ସାକ୍ଷରତା ୩୦.୯୫% ଏବଂ ମହିଳା ସାକ୍ଷରତା ୭.୩୫% । ପରଜାମାନେ ଦକ୍ଷିଣ ଓଡ଼ିଶାର ପାହାଡ଼ୀ ଓ ଉପତ୍ୟକା ଗାଁଗୁଡ଼ିକରେ ବସବାସ କରନ୍ତି ଏବଂ ସମୁଦାୟର ସର୍ବାଧିକ ଲୋକେ କୋରାପୁଟ ଜିଲ୍ଲାରେ ବାସକରନ୍ତି । କୋରାପୁଟ ପରେ ଯଥାକ୍ରମେ ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ବସବାସକରନ୍ତି । ପରଜାମାନେ ପାରମ୍ପାରିକ ଭାବେ ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ପାହାଡ଼ିଆ ଅଞ୍ଚଳରେ ଚାଷକାର୍ଯ୍ୟ କରୁଥିଲେ । କୋରାପୁଟ ଜିଲ୍ଲା ଗେଜେଟିୟର ଅନୁସାରେ ଦ୍ୱିତୀୟ ଶତାବ୍ଦୀରୁ ପରଜାମାନେ ଭାରତରେ ବସବାସ କରୁଆସୁଛନ୍ତି ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  58. 58

    ଜଳୋଦର

    ଜଳୋଦର

    ଆସାଇଟିସ ବା ଜଳୋଦର (ଇଂରାଜୀ ଭାଷାରେ Ascites) ରୋଗ ନାମ ଦିଆଯାଏ ଯେତେବେଳେ ଉଦର (abdomen) ଭିତରେ ତରଳ ପଦାର୍ଥ (fluid) ଜମିଯାଏ । ପ୍ରାୟ ୨୫ ମି:ଲି:ରୁ ଅଧିକ ତରଳ ପଦାର୍ଥ ପେରିଟୋନିଆଲ କାଭିଟିରେ ରହିଲେ ଏହି ରୋଗ ଜଣାଯାଏ । ଉଦର ଆକାର ବୃଦ୍ଧି, ଓଜନ ବୃଦ୍ଧି, ଉଦର ବେଆରାମ ଓ ଅଣନିଶ୍ୱାସୀ (shortness of breath) ଆଦି ଲକ୍ଷଣ ଦେଖାଯାଏ । ରୋଗ ଜଟିଳ ହେଲେ ସ୍ପୋଣ୍ଟାନିଅସ ବ୍ୟାକ୍ଟେରିଆଲ ପେରିଟୋନାଇଟିସ (Spontaneous bacterial peritonitis) ହୋଇପାରେ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,12,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  59. 59

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    12 ପଠିତ (↑12 ଗତକାଲିଠାରୁ)0,0,19,0,0,0,20,14,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  60. 60

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    12 ପଠିତ (↓12 ଗତକାଲିଠାରୁ)15,22,0,0,13,0,34,23,24, 12

    4 ଦିନ ଷ୍ଟ୍ରିକ

    🔍 🗞️
  61. 61

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    12 ପଠିତ (↑3 ଗତକାଲିଠାରୁ)0,0,0,16,14,11,16,14,9, 12

    7 ଦିନ ଷ୍ଟ୍ରିକ

    🔍 🗞️
  62. 62

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    12 ପଠିତ (↓4 ଗତକାଲିଠାରୁ)23,0,0,0,13,0,0,17,16, 12

    3 ଦିନ ଷ୍ଟ୍ରିକ

    🔍 🗞️
  63. 63

    ଗାଈ

    ଗାଈ

    ଗାଈ ଏକ ଗୃହପାଳିତ ପଶୁ । ସମସ୍ତ ଗୃହପାଳିତ ଜୀବମାନଙ୍କ ମଧ୍ୟରେ ଗାଈମାନଙ୍କ ସଂଖ୍ୟା ସାଧାରଣତଃ ଅଧିକ । ଗାଈମାନଙ୍କୁ ହିନ୍ଦୁ ଘରେ ପୂଜା କରାଯାଇଥାଏ । ଗାଈର କ୍ଷୀରକୁ ଏକ ପୃଷ୍ଟିକର ଖାଦ୍ୟଭାବେ ବିବେଚିତ କରାଯାଏ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  64. 64

    ରମାକାନ୍ତ ରଥ

    ରମାକାନ୍ତ ରଥ

    ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।

    11 ପଠିତ (↑11 ଗତକାଲିଠାରୁ)23,20,0,0,13,9,0,11,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,10,0,0,11,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  66. 66

    ଚେନ୍ନାଇ

    ଚେନ୍ନାଇ

    ଚେନ୍ନାଇ଼ 'ତାମିଲନାଡୁ' ରାଜ୍ୟର ରାଜଧାନୀ ।

    11 ପଠିତ (↑1 ଗତକାଲିଠାରୁ)0,0,0,0,0,0,0,0,10, 11

    2 ଦିନ ଷ୍ଟ୍ରିକ

    🔍 🗞️
  67. 67

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    11 ପଠିତ (↓2 ଗତକାଲିଠାରୁ)0,75,0,24,0,15,12,10,13, 11

    5 ଦିନ ଷ୍ଟ୍ରିକ

    🔍 🗞️
  68. 68

    ଇରା ମହାନ୍ତି

    ଇରା ମହାନ୍ତି

    ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍‌ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍‌ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍‌ବୁଲ୍‌ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।

    11 ପଠିତ (↓6 ଗତକାଲିଠାରୁ)0,0,0,14,0,0,0,0,17, 11

    2 ଦିନ ଷ୍ଟ୍ରିକ

    🔍 🗞️
  69. 69

    ୨୧୮

    ୨୧୮

    ୨୧୮ ଗ୍ରେଗୋରି ପାଞ୍ଜି ଅନୁସାରେ ଏକ ସାଧାରଣ ବର୍ଷ ଅଟେ |

    11 ପଠିତ (↑1 ଗତକାଲିଠାରୁ)0,0,0,0,0,0,0,0,10, 11

    2 ଦିନ ଷ୍ଟ୍ରିକ

    🔍 🗞️
  70. 70

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।

    11 ପଠିତ (0 ଗତକାଲିଠାରୁ)0,0,0,0,0,0,0,0,11, 11

    2 ଦିନ ଷ୍ଟ୍ରିକ

    🔍 🗞️
  71. 71

    ରାମଚନ୍ଦ୍ର ବେହେରା

    ରାମଚନ୍ଦ୍ର ବେହେରା

    ରାମଚନ୍ଦ୍ର ବେହେରା (ଜନ୍ମ : ୦୨ ନଭେମ୍ବର ୧୯୪୫) କେନ୍ଦୁଝର ଜିଲ୍ଲାର ଘଟଗାଁ ନିକଟସ୍ଥ ବାରହାଟିପୁରା ଗାଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ, ଔପନ୍ୟାସିକ ଓ ନାଟ୍ୟକାର । ଅନେକ ସାଧାରଣ ଘଟଣା ଓ ଚରିତ୍ରରେ ଲୁଚି ରହିଥିବା ଦାର୍ଶନିକ ଓ ପ୍ରତୀକାତ୍ମକ ବିଶ୍ଲେଷଣ, ସମବେଦନା ଓ ମନନଶୀଳତାକୁ ନିଜ ରଚନା ମାଧ୍ୟମରେ ସେ ପ୍ରକାଶ କରିଥାନ୍ତି ।

    11 ପଠିତ (↑11 ଗତକାଲିଠାରୁ)0,0,0,0,20,18,16,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  72. 72

    ବାମାଚରଣ ମିତ୍ର

    ବାମାଚରଣ ମିତ୍ର

    ବାମାଚରଣ ମିତ୍ର (୧୭ ଡିସେମ୍ବର ୧୯୧୫ - ୨୧ ଫେବୃଆରୀ ୧୯୭୫) ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ । ସେ ଓଡ଼ିଆରେ ନବେରୁ ଅଧିକ କ୍ଷୁଦ୍ରଗଳ୍ପ (ଯହିଁରୁ ୨୪ଟିକୁ ନେଇ "ବାମାଚରଣ ଗଳ୍ପ ସମ୍ଭାର" ନାମରେ ସଂକଳନ ପ୍ରକାଶିତ), ତିନୋଟି ଉପନ୍ୟାସ ଓ ଅନୁବାଦ ସାହିତ୍ୟ ରଚନା କରିଥିଲେ । ୨୦୧୫ ମସିହାରେ ତାଙ୍କର ସମସ୍ତ ରଚନା ଡିଜିଟାଲ ରୂପରେ ସୃଜନିକା ତରଫରୁ ଏକ ସିଡିରେ ପ୍ରକାଶିତ । ତାଙ୍କ ରଚିତ ପ୍ରମୁଖ ଉପନ୍ୟାସମାନ ହେଲେ "କୀର୍ତ୍ତିଶଯ୍ୟ" (ପ୍ରଥମ ରଚିତ ଉପନ୍ୟାସ), "ନରଛଞ୍ଚାଣ" ତଥା ଗଳ୍ପସଂକଳନମାନ ହେଲେ "ସ୍ୱପ୍ନସିଦ୍ଧ", "ବଟ ମହାପୁରୁଷ", "ଅସୀମ" ଓ "ମହାପୁରୁଷ ବାଗ" । ସେ ପ୍ରବନ୍ଧ ସଂକଳନ "ଏଣୁଶ୍ଚ ତେଣୁଶ୍ଚ" ପାଇଁ ୧୯୬୯-୧୯୭୩ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।

    11 ପଠିତ (0 ଗତକାଲିଠାରୁ)0,0,0,0,0,0,0,0,11, 11

    2 ଦିନ ଷ୍ଟ୍ରିକ

    🔍 🗞️
  73. 73

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    11 ପଠିତ (↑2 ଗତକାଲିଠାରୁ)0,0,0,0,15,0,0,0,9, 11

    2 ଦିନ ଷ୍ଟ୍ରିକ

    🔍 🗞️
  74. 74

    ଚିତ୍ତରଞ୍ଜନ ଦାସ

    ଚିତ୍ତରଞ୍ଜନ ଦାସ

    ଚିତ୍ତରଞ୍ଜନ ଦାସ (ଚିତ୍ତଭାଇ ଭାବେ ପରିଚିତ, ୩ ଅକ୍ଟୋବର ୧୯୨୩ - ୧୬ ଜାନୁଆରୀ ୨୦୧୧) ଜଣେ ଓଡ଼ିଆ ଲେଖକ, ଅନୁବାଦକ, ସମାଲୋଚକ ଓ ସମାଜ ସଂସ୍କାରକ ଥିଲେ । ଅନେକ ଭାଷାରେ ଦଖଲ ଥିବା ସତ୍ତ୍ୱେ ଓଡ଼ିଆ ଭାଷାରେ ଲେଖା ପାଇଁ ବ୍ୟାକୁଳ ଥିଲେ । ଏକ ନୂତନ ସମାଜର ପରିକଳ୍ପନା ପାଇଁ ସୁହ୍ରୁତ୍ ଅନୁଷ୍ଠାନ ଗଢିଛନ୍ତି ।

    11 ପଠିତ (↑11 ଗତକାଲିଠାରୁ)0,0,0,16,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ବଳରାମ ଦାସ

    ବଳରାମ ଦାସ

    ବଳରାମ ଦାସ ପଞ୍ଚଦଶ ଶତାବ୍ଦୀର ଓଡ଼ିଆ ସନ୍ଥକବି ଓ ପଞ୍ଚସଖାଙ୍କ ମଧ୍ୟରୁ ଜ୍ୟେଷ୍ଠ । ସେ ଓଡ଼ିଆରେ ଅନେକ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିଛନ୍ତି । ଦାଣ୍ଡି ବା ଜଗମୋହନ ରାମାୟଣ ଓ ଲକ୍ଷ୍ମୀ ପୁରାଣ ତହିଁ ମଧ୍ୟରୁ ଅନ୍ୟତମ ।

    10 ପଠିତ (↓9 ଗତକାଲିଠାରୁ)0,0,0,0,18,10,21,18,19, 10

    6 ଦିନ ଷ୍ଟ୍ରିକ

    🔍 🗞️
  76. 76

    ଉଦ୍ଭିଦ

    ଉଦ୍ଭିଦ

    ଉଦ୍ଭିଦ ଜୀବ ଜଗତର ଏକ ବଡ଼ ଗୋଷ୍ଠୀ, ଏମାନେ ସାଧାରଣତଃ ଆଲୋକ ସଂଶ୍ଳେଷଣ ପ୍ରକ୍ରିୟା ସାହାଯ୍ୟ୍ରେ ଶର୍କରା ଜାତୀୟ ଖାଦ୍ୟ ପ୍ରସ୍ତୁତ କରିଥାଆନ୍ତି | ପ୍ରାୟ ୩୫୦,୦୦୦ ପ୍ରକାରର ଉଦ୍ଭିଦ ଅଛନ୍ତି ବୋଲି ଧାରଣା କରାଯାଏ । ୨୦୦୪ ସୁଦ୍ଧା ୨୮୭,୬୫୫ଟି ଉଦ୍ଭିଦକୁ ଚିନ୍ହଟ କରାଯାଇ ଅଛି ଏବଂ ଏମାନଙ୍କ ମଧ୍ୟରୁ ୨୫୮,୬୫୦ଟି ହେଲା ସପୁଷ୍ପକ ଉଦ୍ଭିଦ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  77. 77

    ଚୈତନ୍ୟ

    ଚୈତନ୍ୟ

    ଚୈତନ୍ୟଦେବ (୧୪୮୬-୧୫୩୪),

    10 ପଠିତ (↑10 ଗତକାଲିଠାରୁ)0,39,0,0,0,0,19,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    ଉଇକିପିଡ଼ିଆ

    ଉଇକିପିଡ଼ିଆ

    ଉଇକିପିଡ଼ିଆ ( () wik-IH-PEE-DEE-ə or () wik-EE-PEE-DEE-ə; Odia: [uikipiɽiaː] ()) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  79. 79

    ହନୁମାନ ଚାଳିଶା

    ହନୁମାନ ଚାଳିଶା

    ହନୁମାନ ଚାଳିଶା ହେଉଛି ହିନ୍ଦୁ ଭଗବାନ ହନୁମାନଙ୍କୁ ଉତ୍ସର୍ଗୀକୃତ କରି ଲେଖାଯାଇଥିବା ଏକ ସ୍ତୁତି । ଏଥିରେ ୪୦ଟି ଚଉପାଇ ଅଛି । କବିତାରେ ଚାରି ଧାଡ଼ି ବିଶିଷ୍ଟ ଏକ ପଦକୁ ଚଉପାଇ କୁହାଯାଏ । ଷୋଡ଼ଶ ଶତାବ୍ଦୀରେ ଜନ୍ମଗ୍ରହଣ କରିଥିବା ଭାରତୀୟ କବି, ଦାର୍ଶନିକ ତ‌ଥା ସନ୍ଥ ଶ୍ରୀ ଗୋସ୍ୱାମୀ ତୁଳସୀ ଦାସ ଏହାକୁ ଅବଧୀ ଭାଷାରେ ରଚନା କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,12,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।

    10 ପଠିତ (↑10 ଗତକାଲିଠାରୁ)15,0,0,0,0,0,0,15,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  81. 81

    ରତ୍ନାକର ଚଇନି

    ରତ୍ନାକର ଚଇନି

    ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।

    10 ପଠିତ (↑10 ଗତକାଲିଠାରୁ)0,0,0,15,14,9,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ବାହୁଡ଼ା ଯାତ୍ରା

    ବାହୁଡ଼ା ଯାତ୍ରା

    ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ରଥରେ ଗୁଣ୍ଡିଚା ଘରୁ ବଡ଼ ଦେଉଳକୁ ଫେରନ୍ତି, ଏହି ଫେରନ୍ତା ଯାତ୍ରାକୁ ବାହୁଡ଼ା ଯାତ୍ରା କୁହାଯାଏ । ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ବା ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି -

    10 ପଠିତ (↓4 ଗତକାଲିଠାରୁ)0,0,0,51,0,9,0,23,14, 10

    3 ଦିନ ଷ୍ଟ୍ରିକ

    🔍 🗞️
  83. 83

    ସୋଫିଆ ଫିର୍ଦୋସ

    ସୋଫିଆ ଫିର୍ଦୋସ

    ସୋଫିଆ ଫିର୍ଦୋସ (ଜନ୍ମ: ୧୯୯୨) ଜଣେ ଭାରତୀୟ ରାଜନୀତିଜ୍ଞ। ସେ ୨୦୨୪ ଓଡ଼ିଶା ବିଧାନ ସଭା ନିର୍ବାଚନରେ କଟକର ବାରବାଟି-କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଲଢ଼ି ଜୟଯୁକ୍ତ ହୋଇଥିଲେ। ସେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିବା ପ୍ରଥମ ମୁସଲମାନ ମହିଳା।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,9,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  84. 84

    ଭାରତ

    ଭାରତ

    ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

    9 ପଠିତ (↓8 ଗତକାଲିଠାରୁ)0,0,0,0,19,16,16,9,17, 9

    6 ଦିନ ଷ୍ଟ୍ରିକ

    🔍 🗞️
  85. 85

    ଶାରଳା ପୁରସ୍କାର

    ଶାରଳା ପୁରସ୍କାର

    ଆଦିକବି ସାରଳା ଦାସଙ୍କ ନାମରେ ନାମିତ ଏହି ପୁରସ୍କାର ଓଡ଼ିଆ ଭାଷା ଓ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପ୍ରତିବର୍ଷ ପ୍ରଦାନ କରାଯାଇଥାଏ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  86. 86

    ଶରଧାବାଲି

    ଶରଧାବାଲି

    ଶରଧାବାଲି ପୁରୀ ବଡ଼ଦାଣ୍ଡର ଅଂଶ ବିଶେଷ । ପୁରାତନ କାଳରେ ପୁରୀ ମାଳିନୀ ନଦୀକୁ ପୋତି ଗୁଣ୍ଡିଚା ମନ୍ଦିର ଏବଂ ଜଗନ୍ନାଥ ମନ୍ଦିରକୁ ଏକ ସିଧା ରାସ୍ତା ସଂଯୋଗ ସକାଶେ ବାଲି ପକାଇ ପୂର୍ଣ୍ଣ କରାଯାଇଥିଲା । ସେହି ସ୍ଥାନକୁ ଶରଧାବାଲି କୁହାଯାଉଛି ।

    9 ପଠିତ (↓23 ଗତକାଲିଠାରୁ)0,0,0,0,0,18,13,13,32, 9

    5 ଦିନ ଷ୍ଟ୍ରିକ

    🔍 🗞️
  87. 87

    କିଶୋରୀ ଚରଣ ଦାସ

    କିଶୋରୀ ଚରଣ ଦାସ

    କିଶୋରୀ ଚରଣ ଦାସ (୧ ମାର୍ଚ୍ଚ ୧୯୨୪ - ୧୭ ଅଗଷ୍ଟ ୨୦୦୪ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ପ୍ରାପ୍ତ ଲେଖକ । ସେ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଲେଖୁଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  88. 88

    ଦୀନକୃଷ୍ଣ ଦାସ

    ଦୀନକୃଷ୍ଣ ଦାସ

    ଦୀନକୃଷ୍ଣ ଦାସ ସପ୍ତଦଶ ଶତାବ୍ଦୀର ଜଣେ ଓଡ଼ିଶୀ ସଙ୍ଗୀତକାର, ରୀତି ଓ ଭକ୍ତି କବି । ସେ ରସକଲ୍ଲୋଳ ନାମକ କୃଷ୍ଣଲୀଳା ସମ୍ବଳିତ ଛାନ୍ଦକାବ୍ୟ ପାଇଁ ଜନାଦୃତ ।

    9 ପଠିତ (↓3 ଗତକାଲିଠାରୁ)0,0,0,0,0,0,0,0,12, 9

    2 ଦିନ ଷ୍ଟ୍ରିକ

    🔍 🗞️
  89. 89

    ଦଶାବତାର

    ଦଶାବତାର

    ଦଶ ଅବତାର ବା ଦଶାବତାର ଦଶଜଣ ମୁଖ୍ୟ ଅବତାରଙ୍କୁ ବୁଝାଇଥାଏ । ବୈଷ୍ଣବ ଦର୍ଶନ ଅନୁସାରେ ଅବତାର ଏକ ମୂଳ ଭଗବାନଙ୍କର କାଳ ଆନୁସାରେ ଅଲଗା ଅଲଗା କାମ ଓ ରୂପକୁ ବୁଝାଇଥାଏ । ବିଷ୍ଣୁଙ୍କର ଦଶଟି ଅବତାରକୁ ଦଶାବତାର ବୋଲି କୁହାଯାଇଥାଏ । ଗରୁଡ଼ ପୁରାଣରେ (୧.୮୬.୧୦-୧୧) ଏହି ଅବତାରମାନଙ୍କ ଉପରେ ବର୍ଣ୍ଣନା ରହିଛି ।

    9 ପଠିତ (↓9 ଗତକାଲିଠାରୁ)0,0,0,0,10,0,16,22,18, 9

    4 ଦିନ ଷ୍ଟ୍ରିକ

    🔍 🗞️
  90. 90

    ଗୁଣ୍ଡିଚା ମନ୍ଦିର

    ଗୁଣ୍ଡିଚା ମନ୍ଦିର

    ଗୁଣ୍ଡିଚା ମନ୍ଦିରରେ ଶ୍ରୀ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଦିଅଁ ଗଢ଼ା ହୋଇଥିବାରୁ ଏହାକୁ ଜୀଉମାନଙ୍କ ଜନ୍ମସ୍ଥାନ ବୋଲି କହାଯାଇଥାଏ ।

    9 ପଠିତ (↓4 ଗତକାଲିଠାରୁ)0,0,62,57,0,18,13,12,13, 9

    5 ଦିନ ଷ୍ଟ୍ରିକ

    🔍 🗞️
  91. 91

    ଅଚ୍ୟୁତାନନ୍ଦ ଦାସ

    ଅଚ୍ୟୁତାନନ୍ଦ ଦାସ

    ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।

    9 ପଠିତ (↓1 ଗତକାଲିଠାରୁ)0,0,0,0,0,0,0,9,10, 9

    3 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଛେରାପହଁରା

    ଛେରାପହଁରା

    ପୁରୀ ଗଜପତି ମହାରାଜା ରଥଯାତ୍ରା ଓ ବାହୁଡ଼ା ଯାତ୍ରା ବ୍ୟତୀତ ଦୋଳବେଦୀରେ , ସ୍ନାନବେଦୀରେ ଓ ଚାପଉପରେ ଛେରା ପହଁରା ସେବା କରନ୍ତି । ସେହି ସ୍ଥାନକୁ ସୁନା ପହଁରାରେ ଓଳେଇ ସଫା କରିଥାନ୍ତି । ଶ୍ରୀଗୁଣ୍ଡିଚା ଓ ବାହୁଡା଼ ଯାତ୍ରାର ଅନ୍ୟତମ ମୂଖ୍ୟ ଆକର୍ଷଣ ହେଉଛି ପୁରୀ ଗଜପତି ମହାରାଜାଙ୍କ ତିନି ରଥ ଉପରେ ଛେରାପହଁରା ସେବା । ଏହି ଛେରାପହଁରା ନୀତିକୁ ଦେଖିବା ଲାଗି ଉଭୟ ସିଂହଦ୍ୱାର ଓ ଗୁଣ୍ଡିଚା ମନ୍ଦିରଠାରେ ଲକ୍ଷାଧିକ ଭକ୍ତ ତଥା ଜନସାଧାରଣଙ୍କ ସମାଗମ ହୋଇଥାଏ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,32,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ବି. ଆର. ଆମ୍ବେଦକର

    ବି. ଆର. ଆମ୍ବେଦକର

    ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,16,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର (ଜନ୍ମ ୧୭ ସେପ୍ଟେମ୍ବର ୧୯୩୭) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ କବି ଓ ସାହିତ୍ୟ ସମାଲୋଚକ ।

    9 ପଠିତ (↓7 ଗତକାଲିଠାରୁ)0,0,0,0,0,0,0,0,16, 9

    2 ଦିନ ଷ୍ଟ୍ରିକ

    🔍 🗞️
  95. 95

    ପ୍ୟାରୀମୋହନ ଆଚାର୍ଯ୍ୟ

    ପ୍ୟାରୀମୋହନ ଆଚାର୍ଯ୍ୟ

    ପ୍ୟାରୀମୋହନ ଆଚାର୍ଯ୍ୟ (୫ ଅଗଷ୍ଟ ୧୮୫୧ - ୨୮ ଡିସେମ୍ବର ୧୮୮୧) ଜଣେ ଭାରତୀୟ ଐତିହାସିକ ଓ ସମ୍ପାଦକ ଥିଲେ । ପ୍ୟାରୀମୋହନ ୨୦ ବର୍ଷ ବୟସରୁ ମଧୁସୂଦନ ରାଓ ଓ ଗୋବିନ୍ଦ ରଥଙ୍କ ସହିତ ମିଶି ଓଡ଼ିଆରେ ଉତ୍କଳ ପୁତ୍ର ନାମକ ସମ୍ବାଦପତ୍ର ଆରମ୍ଭ କରି ସେ ତାହାର ପ୍ରକାଶକ ଓ ସମ୍ପାଦକ ମଧ୍ୟ ଥିଲେ । ସେ ନିଜ ଉଦ୍ୟମରେ କଟକରେ ଏକ ବେସରକାରୀ ସ୍କୁଲର ପ୍ରତିଷ୍ଠା କଲେ ଯାହା ପରବର୍ତ୍ତୀ ସମୟରେ ପ୍ୟାରୀମୋହନ ଏକାଡେମୀରେ ପରିଣତ ହୋଇଥିଲା । ଉତ୍କଳରେ ଇତିହାସ ଲିଖନର ଅଭାବ ଦେଖି ସେ ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଉପରେ ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ଅଶୋକ (ସମ୍ରାଟ)

    ଅଶୋକ (ସମ୍ରାଟ)

    ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.

    9 ପଠିତ (↑9 ଗତକାଲିଠାରୁ)44,0,0,0,10,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  97. 97

    ସାଲବେଗ

    ସାଲବେଗ

    ସାଲବେଗ ୧୬୦୭/୦୮ରେ ଜନ୍ମିତ ଜଗନ୍ନାଥଙ୍କର ଜଣେ ମହାନ ଭକ୍ତ ଓ ଓଡ଼ିଆ କବି ଥିଲେ । ସେ ଅନେକ ଭକ୍ତି କବିତା ରଚନା କରିଯାଇଛନ୍ତି ।

    9 ପଠିତ (↓22 ଗତକାଲିଠାରୁ)0,0,0,0,13,18,17,20,31, 9

    6 ଦିନ ଷ୍ଟ୍ରିକ

    🔍 🗞️
  98. 98

    ତାରିଣୀ ମନ୍ଦିର, ଘଟଗାଁ

    ତାରିଣୀ ମନ୍ଦିର, ଘଟଗାଁ

    ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ଜଗନମୋହ‌ନ ଲାଲ

    ଜଗନମୋହ‌ନ ଲାଲ

    ଜଗନମୋହ‌ନ ଲାଲ (୨୫ ନଭେମ୍ବର ୧୮୩୮ - ୨୬ ଡିସେମ୍ବର ୧୯୧୩)

    9 ପଠିତ (↓1 ଗତକାଲିଠାରୁ)0,0,90,21,0,0,0,0,10, 9

    2 ଦିନ ଷ୍ଟ୍ରିକ

    🔍 🗞️
  100. 100

    Wikimedia Commons

    Wikimedia Commons

    9 ପଠିତ (↓7 ଗତକାଲିଠାରୁ)0,0,0,0,0,10,0,14,16, 9

    3 ଦିନ ଷ୍ଟ୍ରିକ

    🔍 🗞️