ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଆମିକାସିନ (ଇଂରାଜୀ ଭାଷାରେ Amikacin) ଏକ ଆଣ୍ଟିବାୟୋଟିକ (antibiotic) ଯାହା ଅନେକ ଜୀବାଣୁ ସଂକ୍ରମଣର bacterial infections ଚିକିତ୍ସା ନିମନ୍ତେ ଦିଆଯାଏ । ଗଣ୍ଠି ସଂକ୍ରମଣ (joint infections), ଉଦର ସଂକ୍ରମଣ (intraabdominal infections), ମେନିଞ୍ଜାଇଟିସ୍, ନିମୋନିଆ, ସେପ୍ସିସ ଓ ମୂତ୍ରନଳୀ ସଂକ୍ରମଣ ଇତ୍ୟାଦି ରୋଗମାନଙ୍କରେ ଏହା ଦିଆଯାଏ । ଏହା ମଲ୍ଟିଡ୍ରଗ ରେଜିସ୍ଟାଣ୍ଟ ଯକ୍ଷ୍ମା (multidrug-resistant tuberculosis) ରୋଗର ଚିକିତ୍ସାରେ ମଧ୍ୟ ଦିଆଯାଏ । ଆମିକାସିନ ଇଞ୍ଜେକସନ ଆକାରରେ ମାଂସପେଶୀରେ (muscle|) ବା ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ ।
ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଅଧରପଣା ଭୋଗ କରାଯାଇଥାଏ । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଇଥାଏ । ପ୍ରତି ରଥରେ ୩ହାଣ୍ଡି ହିସାବରେ ମୋଟ ୯ହାଣ୍ଡି ଅଧର ପଣା ଭୋଗ କରାଯାଇଥାଏ । ଏହି ୯ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରାଯାଇଥାଏ । ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ରଥଗୁଡ଼ିକରେ ଥିବା ପାର୍ଶ୍ୱଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଆସିଛି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଧର୍ମେନ୍ଦ୍ର ପ୍ରଧାନ ଜଣେ ଭାରତୀୟ ରାଜନେତା ଓ ନୃତତ୍ତ୍ୱବିତ । ବର୍ତ୍ତମାନ ଏନଡିଏ ସରକାରଙ୍କ ଅଧୀନରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଏବଂ ଇସ୍ପାତ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଅବସ୍ଥାପିତ ହୋଇଛନ୍ତି । ଏହା ପୂର୍ବରୁ ମୋଦିଙ୍କ ପ୍ରଥମ ମନ୍ତ୍ରାଳୟରେ ୪ ସେପ୍ଟେମ୍ବର ୨୦୧୭ରୁ ଦକ୍ଷତା ବିକାଶ ମନ୍ତ୍ରଣାଳୟର ଦାୟିତ୍ୱ ତୁଲାଉଥିଲେ । ସେ ମାର୍ଚ୍ଚ ୨୦୧୨ରେ ବିହାରରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୮ ଏପ୍ରିଲ ୩ରେ ଦ୍ୱିତୀୟ ଥର ପାଇଁ ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ସୁକାନ୍ତ ମଜୁମଦାର ଜଣେ ଭାରତୀୟ ରାଜନେତା । ୨୦୧୯ ଓ ୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସେ ବାଲୁରଘାଟ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଭାରତୀୟ ସଂସଦର ତଳ ସଦର ଲୋକ ସଭାର ୧୭ଶ ଓ ୧୮ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଇଉନିଭର୍ସିଟି ଅଫ୍ ନର୍ଥ ବେଙ୍ଗଲରୁ ଉଦ୍ଭିଦ ବିଜ୍ଞାନରେ ପିଏଚ୍ଡି କରିଥିଲେ । ପଶ୍ଚିମ ବଙ୍ଗର ବିଜେପି ରାଜ୍ୟ ସଭାପତି ଭାବରେ ସେ କାର୍ଯ୍ୟ କରିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଆମ ଆଦମୀ ପାର୍ଟି ସଂକ୍ଷେପରେ ଆପ୍ (AAP), ଏକ ଭାରତୀୟ ରାଜନୈତିକ ଦଳ ଯାହା ସାମାଜିକ କର୍ମୀ ଏବଂ ମ୍ୟାଗସେସେ ପୁରସ୍କାର ବିଜେତା ଅରବିନ୍ଦ କେଜ୍ରିୱାଲ ଓ ଆନ୍ନା ହଜାରେଙ୍କ ଲୋକପାଳ ଆନ୍ଦୋଳନ ସହ ଜଡିତ ଅନେକ ସହଯୋଗୀଙ୍କ ଦ୍ୱାରା ଗଠିତ ହୋଇଥିଲା । ଏହାର ଗଠନ ସମ୍ପର୍କିତ ଆଧିକାରିକ ଘୋଷଣା ୨୬ ନଭେମ୍ବର ୨୦୧୨ ରେ ଭାରତୀୟ ସମ୍ବିଧାନ ଅଧିନିୟମର ୬୩ତମ ବାର୍ଷିକୀ ଅବସରରେ ଦିଲ୍ଲୀର ଜନ୍ତର ମନ୍ତରରେ କରାଯାଇଥିଲା ।
ପୁଷ୍ପେନ୍ଦ୍ର ସିଂହ ଦେଓ (ଜନ୍ମ: ୨୬ ଜାନୁଆରୀ ୧୯୬୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୨୦୦୪, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋକସରା ଓ ଧର୍ମଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ () (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଓମୁଆମୁଆ (ଇଂରାଜୀ ଓ ହାୱାଇ ସ୍ଥାନୀୟ ଭାଷାରେ ʻOumuamua ([ʔowˈmuwəˈmuwə] ()) ଏକ ମହାଜାଗତିକ ବସ୍ତୁ ଯାହା ଆମ ସୌରମଣ୍ଡଳ ମଧ୍ୟ ଦେଇ ଗତି କରୁଛି ଓ ଏପରି ଏକ ଦୃଶ୍ୟ ପ୍ରଥମ ଥର ପାଇଁ ଦେଖିବାକୁ ମିଳିଛି । ୧I/୨୦୧୭ U୧ (1I/2017 U1) ବୋଲି ନାମିତ ଏହି ବସ୍ତୁ ୨୦୧୭ ମସିହା ଅକ୍ଟୋବର ୧୯ ତାରିଖ ଦିନ ହାୱାଇର ହେଲିଆକାଲା ମହାକାଶ ନିରୀକ୍ଷଣାଗାରରେ ରବର୍ଟ୍ ୱେରିକ୍ଙ୍କ ପ୍ୟାନ୍-ଷ୍ଟାର୍ରସ୍ ଦୂରବିକ୍ଷଣ ଯନ୍ତ୍ରଦ୍ୱାରା ଆବିଷ୍କୃତ ହୋଇଥିଲା । ଆବିଷ୍କୃତ ହେବା ବେଳକୁ ଏହା ନିଜର ଗତିପଥରେ ସୂର୍ଯ୍ୟଠାରୁ ନିକଟତମ ବିନ୍ଦୁକୁ ଅତିକ୍ରମ କରି ୪୦ ଦିନ ହୋଇସାରିଥିଲା । ଓମୁଆମୁଆର ଅବସ୍ଥିତି ପ୍ରଥମେ ଜଣାପଡ଼ିବା ସମୟରେ ଏହା ପୃଥିବୀଠାରୁ ୩.୩ କୋଟି କିଲୋମିଟର (ପୃଥିବୀ ଓ ଚନ୍ଦ୍ର ମଧ୍ୟବର୍ତ୍ତୀ ଦୂରତାର ପ୍ରାୟ ୮୫ ଗୁଣ) ଦୂରରେ ରହିଥିଲା ଓ ସୂର୍ଯ୍ୟଠାରୁ ଦୂରକୁ ଗତି କରୁଥିଲା ।
ମାଲତୀ ମୁର୍ମୁ (୧୧ ଫେବୃଆରୀ ୧୯୭୫-୩୧ ଡିସେମ୍ବର ୨୦୨୫) ଜଣେ ଭାରତୀୟ ସାମ୍ବାଦିକ ଏବଂ ଭାଷା କାର୍ଯ୍ୟକର୍ତ୍ତା ଥିଲେ, ଯିଏକି ଅଲଚିକି ଲିପି ବ୍ୟବହାର କରି ସାନ୍ତାଳୀ ଭାଷାରେ ପ୍ରକାଶିତ ମାସିକ ଖବରକାଗଜ ଫାଗୁନ୍ ର ସମ୍ପାଦକ ଏବଂ ପ୍ରକାଶକ ଭାବରେ ତାଙ୍କ ଭୂମିକା ପାଇଁ ଜଣାଶୁଣା | ପ୍ରିଣ୍ଟ ମିଡିଆ ମାଧ୍ୟମରେ ସାନ୍ତାଳୀ ଭାଷା ଏବଂ ସାହିତ୍ୟର ସଂରକ୍ଷଣ ଏବଂ ପ୍ରଚାରରେ ତାଙ୍କର ଅବଦାନ ପାଇଁ ସେ ବ୍ୟାପକ ଭାବରେ ସ୍ୱୀକୃତି ପାଇଥିଲେ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଶ୍ରୀଗୁଣ୍ଡିଚା ପରେ ମାଉସୀ ମନ୍ଦିରରୁ ତିନି ଦିଅଁଁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ବାହୁଡ଼ା ଯାତ୍ରା ସାରି ଜଗତି ଉପରେ ବିଜେ କରିବା ନୀଳାଦ୍ରୀ ବିଜେ ନାମରେ ଜଣା । ଗୁଣ୍ଡିଚା ଦିନ ତିନିଠାକୁର ରଥରେ ଗୁଣ୍ଡିଚା ମନ୍ଦିର ଯାଏ ଯାଇ ବାହୁଡ଼ା ଯାତ୍ରାରେ ବଡ଼ଦେଉଳକୁ ଲେଉଟନ୍ତି । ଲେଉଟିବା ପରେ ରଥରୁ ଠାକୁରମାନେ ରତ୍ନବେଦୀକୁ ବିଜେ କରନ୍ତି । ଏହା ନବଦିନ ବ୍ୟାପୀ ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜ୍ୟୋତିଷଶାସ୍ତ୍ର ଏକ ଛଦ୍ମ ବିଜ୍ଞାନ ଅଟେ, ଯାହା ଖଗୋଳିୟ ପିଣ୍ଡର ଚଳଣୀ ଏବଂ ସାପେକ୍ଷ ସ୍ଥିତିର ଅଧ୍ୟୟନ କରି ମନୁଷ୍ୟ ସମ୍ବନ୍ଧୀୟ ବିଷୟ ଏବଂ ସାଂସାରିକ ଘଟଣା ସମ୍ବନ୍ଧରେ ଦିବ୍ୟ କଥାବସ୍ତୁର ଦାବି କରିଥାଏ । ଏହି ଶାସ୍ତ୍ରଦ୍ୱାରା ମନୁଷ୍ୟ ତଥା ପୃଥିବୀର ଗ୍ରହ ଏବଂ ତାରାମାନଙ୍କର ଶୁଭ ତଥା ଅଶୁଭ ପ୍ରଭାବର ଅଧ୍ୟୟନ କରାଯାଇ ପାରେ । ଜ୍ୟୋତିଷ ଶବ୍ଦର ଅର୍ଥ ଗ୍ରହ ତଥା ନକ୍ଷତ୍ରଦ୍ୱାରା ସମ୍ବନ୍ଧିତ ରଖୁଥିବା ବିଦ୍ୟା । ଯଦିଓ ଏହି ଶବ୍ଦରୁ ଗଣିତ (ସିଦ୍ଧାନ୍ତ) ଜ୍ୟୋତିଷର ମଧ୍ୟ ବୋଧ ହୋଇଥାଏ, ତଥାପି ସାଧାରଣ ଲୋକ ଜ୍ୟୋତିଷ ବିଦ୍ୟାଦ୍ୱାରା ଫଳିତ ବିଦ୍ୟାର ଅର୍ଥ ବୋଲି ଭାବି ନିଅନ୍ତି।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ତରୁଣକାନ୍ତି ମିଶ୍ର(ଜନ୍ମ : ୦୨ ଅଗଷ୍ଟ ୧୯୫୦) ଜଣେ ଓଡ଼ିଆ ଗାଳ୍ପିକ ଅଟନ୍ତି । ତାଙ୍କର ୧୫ରୁ ଉର୍ଦ୍ଧ୍ୱ ପୁସ୍ତକ ପ୍ରକାଶିତ ହୋଇସାରିଛି । ସାହିତ୍ୟ କ୍ଷେତ୍ରରେ ଉତ୍କୃଷ୍ଟତା ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ଶାରଳା ପୁରସ୍କାର ଭଳି ବହୁ ପୁରସ୍କାର ଲାଭ କରିଛନ୍ତି । ବୃତ୍ତିରେ ସେ ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ ଏବଂ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବରେ କାର୍ଯ୍ୟକରି ସେବାନିବୃତ ହୋଇସାରିଛନ୍ତି । ପରେ ସେ ଓଡ଼ିଶାର ସୂଚନା କମିଶନର ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ନେହା ଧୁପିଆ (ଜନ୍ମ: ୨୭ ଅଗଷ୍ଟ ୧୯୮୦) ଜଣେ ଭାରତୀୟ ହିନ୍ଦୀ ଚଳଚ୍ଚିତ୍ର ଅଭିନେତ୍ରୀ ଓ ପୂର୍ବତନ ମିସ୍ ଇଣ୍ଡିଆ। ସେ ପ୍ରାଧାନତଃ ହିନ୍ଦୀ ଭାଷାର ଚଳଚ୍ଚିତ୍ରରେ କାମ କରିଥିଲେ ମଧ୍ୟ ତେଲୁଗୁ ଓ ମଲୟାଳମ ଭାଷାର କିଛି ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି। ତାଙ୍କର ପ୍ରଥମ ଅଭିନୀତ ଚଳଚ୍ଚିତ୍ର ମଲୟାଳମ ଭାଷାର ଥିଲା। ନେହା ପ୍ରଥମେ ମଞ୍ଚ ନାଟକରେ ଅଭିନୟ ଆରମ୍ଭ କରିଥିଲେ ଏବଂ ରକ୍ ବ୍ୟାଣ୍ଡ ୟୁଫୋରିଆର ଏକ ସଙ୍ଗୀତ ଭିଡିଓରେ ମଡେଲ୍ ଭାବେ ଦେଖାଦେଇଥିଲେ। ପରେ ସେ ମଡେଲିଙ୍ଗ ଜଗତରେ ପ୍ରବେଶ କରିଥିଲେ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଉତ୍ତରାଖଣ୍ଡର ରାଜ୍ୟର ଗଡ଼ୱାଲ ଅଞ୍ଚଳରେ ସମୁଦ୍ର ପତ୍ତନରୁ ପ୍ରାୟ ୩୫୮୧ ମିଟର ଉଚ୍ଚ କେଦାର ଉପତ୍ୟକାରେ ପବିତ୍ର ମନ୍ଦାକିନୀ ନଦୀ ତଟରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଅବସ୍ତିତ । ଭଗବାନ ଶିବ ଶ୍ରୀକେଦାରନାଥ ଜ୍ୟୋଲିର୍ଲିଙ୍ଗ ରୂପେ ହିମାଳୟ କୋଳରେ ବିରାଜ ମାନ ହେଇଛନ୍ତି । ହିନ୍ଦୁଶାସ୍ତ୍ର,ପୁରାଣ ଓ ପୁରାତନ ରଚନାମାନଙ୍କରେ ଏହି ଅଞ୍ଚଳକୁ କେଦାରଖଣ୍ଡ ଭାବେ ବର୍ଣ୍ଣନା କରାଯାଇଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ସଂକ୍ଷେପରେ "ଆରଏସଏସ") ଏକ ଭାରତୀୟ ଦକ୍ଷିଣପନ୍ଥୀ, ହିନ୍ଦୁ ଜାତୀୟତାବାଦୀ, ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ । ଆରଏସଏସ ହେଉଛି ସଂଘ ପରିବାରର ନାମକ ଏକ ବୃହତ ସଂସ୍ଥାସମୂହର ମୂଳ ସଂଗଠନ ଏବଂ ତାହା ଭାରତୀୟ ସମାଜର ସମସ୍ତ ଦିଗରେ ଉପସ୍ଥିତି ରହିଛି । ଆରଏସଏସ ୧୯୨୫ ସେପ୍ଟେମ୍ବର ୨୭ରେ ସ୍ଥାପିତ ହୋଇଥିଲା । ୨୦୧୪ ବେଳକୁ ଏହାର ସଦସ୍ୟତା ଥିଲା ୫୦-୬୦ ଲକ୍ଷ (୫-୬ ନିୟୁତ) ।
ସୁବେଦାର ଏବଂ ସମ୍ମାନିତ କ୍ୟାପଟେନ୍ କରମ ସିଂହ ପିଭିସି, ଏମ୍ଏମ୍ (୧୫ ସେପ୍ଟେମ୍ବର ୧୯୧୫ - ୨୦ ଜାନୁଆରୀ ୧୯୯୩), ଜଣେ ଭାରତୀୟ ସୈନିକ, ଯିଏକି ସାହସିକତା ପାଇଁ ସର୍ବୋଚ୍ଚ ପୁରସ୍କାର ପରମବୀର ଚକ୍ର (ପିଭିସି), ପାଇଥିଲେ । ସିଂହ ୧୯୪୧ ମସିହାରେ ସେନାରେ ଯୋଗ ଦେଇଥିଲେ ଏବଂ ଦ୍ୱିତୀୟ ବିଶ୍ୱଯୁଦ୍ଧର ବର୍ମା ଅଭିଯାନରେ ଭାଗ ନେଇଥିଲେ ଏବଂ ୧୯୪୪ ମସିହାରେ ଆଡମିନ୍ ବକ୍ସର ଯୁଦ୍ଧ ସମୟରେ ତାଙ୍କ କାର୍ଯ୍ୟ ପାଇଁ ସାମରିକ ପଦକ ଗ୍ରହଣ କରିଥିଲେ । ୧୯୪୭ର ଭାରତ-ପାକିସ୍ତାନ ଯୁଦ୍ଧରେ ମଧ୍ୟ ସେ ଲଢ଼ିଥିଲେ ଏବଂ ତିଥୱାଲର ଦକ୍ଷିଣରେ ଥିବା ରିଚମାର ଗଲିରେ ଏକ ଫରୱାର୍ଡ ପୋଷ୍ଟ ବଞ୍ଚାଇବାରେ ତାଙ୍କର ଭୂମିକା ପାଇଁ ତାଙ୍କୁ ପିଭିସି ପ୍ରଦାନ କରାଯାଇଥିଲା । ୧୯୪୭ ମସିହାରେ ସ୍ୱାଧୀନତା ପରେ ପ୍ରଥମ ଥର ପାଇଁ ଭାରତୀୟ ପତାକା ଉତ୍ତୋଳନ କରିବାକୁ ମନୋନୀତ ହୋଇଥିବା ପାଞ୍ଚ ଜଣ ସୈନିକଙ୍କ ମଧ୍ୟରୁ ସେ ଅନ୍ୟତମ ଥିଲେ । ପରବର୍ତ୍ତୀ ସମୟରେ ସିଂ ସୁବେଦାର ପାହ୍ୟାକୁ ଉଠିଥିଲେ ଏବଂ ସେପ୍ଟେମ୍ବର ୧୯୬୯ରେ ଅବସର ନେବା ପୂର୍ବରୁ ତାଙ୍କୁ ସମ୍ମାନଜନକ ଅଧିନାୟକ) ପାହ୍ୟା ପ୍ରଦାନ କରାଯାଇଥିଲା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କୋଟ୍ଟୁ ରୁଟି (ତାମିଲ: கொத்து ரொட்டி; ସିଂହଳ: කොත්තු රොටි), ଶ୍ରୀଲଙ୍କାର ଏକ ମୁଖ୍ୟ ଖାଦ୍ୟ ଯାହାକି କଟା ରୁଟି, ଭଜା ଅଣ୍ଡା, ପିଆଜ ଏବଂ ଲଙ୍କା ସହିତ ମାଂସ ତରକାରୀ (ଯଥା- ଗୋମାଂସ, ମଟନ୍, ଚିକେନ୍ ଓ ସାମୁଦ୍ରିକ ଖାଦ୍ୟ ଇତ୍ୟାଦି) ଅନ୍ତର୍ଭୁକ୍ତ ଥାଏ । ଏହି ବ୍ୟଞ୍ଜନର ଅନ୍ୟ ଏକ ରୂପ ଭାରତୀୟ ରାଜ୍ୟ ତାମିଲନାଡୁ ଏବଂ କେରଳରେ କୋଠୁ ପରଟା (ତାମିଲ: கொத்து பரோட்டா; ମାଲାୟଲମ: കൊത്തു പൊറോട്ട) ନାମରେ ଜଣାଶୁଣା । ଏହି ଖାଦ୍ୟକୁ ରୁଟି ବଦଳରେ ପରଟାକୁ ବ୍ୟବହାର କରାଯାଏ । ଆନ୍ତର୍ଜାତୀୟ ସ୍ତରରେ ଶ୍ରୀଲଙ୍କାର ବିଦେଶୀ ଜନସଂଖ୍ୟା ଥିବା ଅଞ୍ଚଳରେ କୋଟ୍ଟୁ ରୁଟି ମିଳିଥାଏ ।
ମ୍ୟୁକୋରମାଇକୋସିସ୍, (ପୂର୍ବରୁ ଜାଇଗୋମାଇକୋସିସ୍ ନାମରେ ଜଣାଶୁଣା ଥିଲା ଏବଂ ଅଧୁନା କଳା ଫଙ୍ଗସ୍ ନାମରେ, ପରିଚିତ) ଏକ ଗୁରୁତର କବକ ବା ଫଙ୍ଗାଲ୍ ସଂକ୍ରମଣ ଯାହା ସାଧାରଣତଃ ସଂକ୍ରମଣ ସହିତ ମୁକାବିଲା କରିବାର କ୍ଷମତା କମ୍ ଥିବା ଲୋକମାନଙ୍କଠାରେ ହୁଏ | ଶରୀରର ସଂକ୍ରମିତ ଅଂଶ ଉପରେ ଏହାର ଲକ୍ଷଣ ନିର୍ଭର କରେ । ଏହା ସାଧାରଣତଃ ଅସ୍ଥି କୋଟର ବା ସାଇନସ୍ ଏବଂ ମସ୍ତିଷ୍କକୁ ସଂକ୍ରମିତ କରେ ଯାହା ଫଳରେ ନାକରୁ କ୍ଷରଣ ହୁଏ, ଗୋଟିଏ ପାର୍ଶ୍ୱ ମୁଖ ଫୁଲିଯାଏ ଓ ଯନ୍ତ୍ରଣା ହୁଏ, ମୁଣ୍ଡବିନ୍ଧା, ଜ୍ୱର ଏବଂ ତନ୍ତୁ ମୃତ୍ୟୁ ହୁଏ | ଫୁସଫୁସ, ପେଟ ଏବଂ ଅନ୍ତନଳୀ ଏବଂ ଚର୍ମକୁ ମଧ୍ୟ ଏହି ରୋଗ ସଂକ୍ରମିତ କରିପାରେ।
ମାଳତୀ ଚୌଧୁରୀ (୨୬ ଜୁଲାଇ ୧୯୦୪ - ୧୫ ମାର୍ଚ୍ଚ ୧୯୯୮) ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମାଳତୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ । ସ୍ୱାଧୀନତା ସଂଗ୍ରାମର ପ୍ରଜାମଣ୍ଡଳ ଆନ୍ଦୋଳନରେ ସେ ଏତେ ମାତ୍ରାରେ ଜଡ଼ିତ ଥିଲେ ଇଂରେଜ ସରକାର ତାଙ୍କୁ "ଜୋଆନ୍ ଅଫ୍ ଆର୍କ" ନାମେର ସମ୍ବୋଧନ କରୁଥିଲେ।
ଓଡ଼ିଶାର ମୁଖ୍ୟମନ୍ତ୍ରୀମାନଙ୍କର ତାଲିକା
ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେଉଛନ୍ତି ଭାରତର ଏକ ରାଜ୍ୟ ଓଡ଼ିଶା ସରକାରଙ୍କ ମୁଖ୍ୟ । ଭାରତର ସମ୍ବିଧାନ ଅନୁଯାୟୀ, ରାଜ୍ୟର ରାଜ୍ୟପାଳ ହେଉଛନ୍ତି ନାମମାତ୍ର ମୁଖ୍ୟ, କିନ୍ତୁ ପ୍ରକୃତ କାର୍ଯ୍ୟନିର୍ବାହୀ କ୍ଷମତା ମୁଖ୍ୟମନ୍ତ୍ରୀଙ୍କ ହାତରେ ନ୍ୟସ୍ତ ଥାଏ । ଓଡ଼ିଶା ବିଧାନ ସଭା ନିର୍ବାଚନ ପରେ, ରାଜ୍ୟପାଳ ସାଧାରଣତଃ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ଦଳ (କିମ୍ବା ମେଣ୍ଟ)କୁ ସରକାର ଗଠନ କରିବା ପାଇଁ ଆମନ୍ତ୍ରଣ କରିଥାନ୍ତି । ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କୁ ନିଯୁକ୍ତ କରନ୍ତି, ଯାହାଙ୍କ ମନ୍ତ୍ରୀପରିଷଦ ବିଧାନସଭା ପ୍ରତି ସାମୂହିକ ଭାବେ ଉତ୍ତରଦାୟୀ ରହିଥାନ୍ତି । ବିଧାନସଭାରେ ଆସ୍ଥା ଥିବା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକାଳ ପାଞ୍ଚ ବର୍ଷ ପାଇଁ ରହିଥାଏ ଏବଂ ଏହି ପଦବୀ ପାଇଁ କୌଣସି କାର୍ଯ୍ୟକାଳ ସୀମା ବା ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ । ମୁଖ୍ୟମନ୍ତ୍ରୀ ବିଧାନସଭାରେ ଗୃହର ନେତା ଭାବରେ ମଧ୍ୟ କାର୍ଯ୍ୟ କରନ୍ତି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗଜପତି ଜିଲ୍ଲା ହେଉଛି ଭାରତର ଓଡ଼ିଶା ରାଜ୍ୟର ଦକ୍ଷିଣାଞ୍ଚଳରେ ଅବସ୍ଥିତ ଏକ ପ୍ରଶାସନିକ ଜିଲ୍ଲା। ୧୯୯୨ ମସିହା ଅକ୍ଟୋବର ୨ ତାରିଖରେ ଏହାକୁ ପୂର୍ବତନ ଗଞ୍ଜାମ ଜିଲ୍ଲାରୁ ଅଲଗା କରି ଏକ ସ୍ୱତନ୍ତ୍ର ଜିଲ୍ଲାର ମାନ୍ୟତା ଦିଆଯାଇଥିଲା। ୨୦୧୧ ଜନଗଣନା ଅନୁଯାୟୀ, ଓଡ଼ିଶାର ୩୦ଟି ଜିଲ୍ଲା ମଧ୍ୟରେ ଏହା ଦେବଗଡ଼ ଏବଂ ବୌଦ୍ଧ ପରେ ତୃତୀୟ ସର୍ବନିମ୍ନ ଜନସଂଖ୍ୟା ବିଶିଷ୍ଟ ଜିଲ୍ଲା ଅଟେ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଖୁସି, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲା । ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ତାପସ ସରଘରିଆ ଏବଂ ଭରଦ୍ୱାଜ ପଣ୍ଡା । ଶକ୍ତି ବରାଳ, ଦେବୀଦତ୍ତ ମହାନ୍ତି ଓ ଭରଦ୍ୱାଜ ପଣ୍ଡା ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ତାପସ ସରଘରିଆ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଚନ୍ଦ୍ରଭାଗା କବି ରାଧାନାଥ ରାୟଙ୍କ ରଚିତ ଏକ ଓଡ଼ିଆ କବିତା । ଏହି କାବ୍ୟର ଆରମ୍ଭରେ କବି ଜଗନ୍ନାଥଙ୍କର ପୌଷ ମାସର ରାମାଭିଷେକ ଉତ୍ସବ ବିଷୟରେ ବର୍ଣ୍ଣନା କରିଥିଲେ । ଏଥିରେ ସେ ଅନେକ ଦେବଦେବୀଙ୍କ ବିଷୟରେ ଲେଖି ସହିତ ସେମାନଙ୍କର ଅଧିଷ୍ଠିତ ପୀଠର ପ୍ରାକୃତିକ ବର୍ଣ୍ଣନା ମଧ୍ୟ କରିଛନ୍ତି । ଏଥିରେ ସୁମନ୍ୟୁ ଋଷି ସୂର୍ଯ୍ୟଙ୍କୁ ତାଙ୍କ ପୁତ୍ରୀ ଚନ୍ଦ୍ରଭାଗାଙ୍କ ପ୍ରତି କରାଯାଇଥିବା ଖରାପ ବ୍ୟବହାର ପାଇଁ ଅଭିଶାପ ଦେବା କଥା ଲେଖାଯାଇଛି । ସେହି ଅଭିଶାପ ଯୋଗୁ କୋଣାର୍କ ସୂର୍ଯ୍ୟମନ୍ଦିର ଭାଙ୍ଗି ଯାଇଥିଲା ବୋଲି କବିତାରେ ବର୍ଣ୍ଣନା କରାଯାଇଛି । ୧୮୮୦-୯୦ ଦଶକ ମଧ୍ୟରେ ଲେଖା ଯାଇଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭିଟାମିନ ବି୧୨ ଅଭାବ, ଅନ୍ୟ ନାମ ହାଇପୋକୋବାଲାମିନେମିଆ (ଇଂରାଜୀ ଭାଷାରେ hypocobalaminemia), ନାମ ଦିଆଯାଏ ଯେତେବେଳେ ରକ୍ତରେ ଭିଟାମିନ ବି12 ସ୍ତର କମିଯାଏ । ଏହି ରୋଗରେ ବିବିଧ ପ୍ରକାରର ଲକ୍ଷଣ ଦେଖାଯାଏ, ତା ମଧ୍ୟରୁ ଭାବନା ଶକ୍ତି ହ୍ରାସ, ବ୍ୟକ୍ତିତ୍ୱ ପରିବର୍ତ୍ତନ ଯଥା ଅବସାଦ, ଚିଡ଼ଚିଡ଼ା ପ୍ରକୃତି, ଓ ସାଇକୋସିସ ମୁଖ୍ୟ ଅଟେ ଅସାଧାରଣ ସ୍ନାୟବିକ ଅନୁଭୂତି, ରିଫ୍ଲେକ୍ସ ପରିବର୍ତ୍ତନ, ମାଂସପେଶୀ ଅକର୍ମଣ୍ୟତା, ଜିଭ ପ୍ରଦାହ, କମ ସ୍ୱାଦାନୁଭୂତି, କମ ଲୋହିତ ରକ୍ତ କଣିକା, କମ ହୃତପିଣ୍ଡ କାମ ଓ ପ୍ରଜନନ କ୍ଷମତା ହ୍ରାସ ଇତ୍ୟାଦି ଅସୁବିଧା ହୁଏ । ଅଳ୍ପ ବୟସ୍କ ପିଲାଙ୍କର ଶାରୀରିକ ବୃଦ୍ଧି ହ୍ରାସ, ଗଠନ ବିଳମ୍ବ ଓ ଚଳପ୍ରଚଳ ଅସୁବିଧା ହୁଏ । ଅତିଶୀଘ୍ର ଚିକିତ୍ସା ନ ମିଳିଲେ ଶାରୀରିକ ପରିବର୍ତ୍ତନ ଚିରସ୍ଥାୟୀ ହୋଇଯାଏ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ଅସ୍ଥି ଭଗ୍ନ ଶବ୍ଦଟିକୁ କଥିତ ଓଡ଼ିଆରେ ହାଡ ଭଙ୍ଗା କୁହାଯାଏ । ଡାକ୍ତରୀ ଭାଷାରେ ଏହାକୁ ଫ୍ରାକ୍ଚର୍ କହନ୍ତି, ଓ ଡାକ୍ତରମାନେ ଏହାକୁ ସଂକ୍ଷେପାରେ FRX କିମ୍ବା FX କିମ୍ବା FX କିମ୍ବା # ଚିହ୍ନ ଦେଇ ଲେଖନ୍ତି । ସଂଜ୍ଞା: - ଅସ୍ଥିର ଅବିଚ୍ଛିନ୍ନତା ଭଗ୍ନ ହେଲେ ଅସ୍ଥି ଭଗ୍ନ କୁହାଯାଏ । ଅତ୍ୟଧିକ ବଳ ପ୍ରୟୋଗ, ପୁନଃ ପୌନିକ ସ୍ୱଳ୍ପ ବଳ ପ୍ରୟୋଗ (Stress) ବା ରୋଗଗ୍ରସ୍ତ ଦୁର୍ବଳ ହାଡ଼ ଉପରେ ସାମାନ୍ୟ ବଳ ପ୍ରୟୋଗଦ୍ୱାରା ଅସ୍ଥି ଭଗ୍ନ ହୁଏ । କେତେକ ରୋଗ ଯଥା ହାଡ଼ ପୋରିଆ(Osteoporosis), ସ୍ୱଳ୍ପ କେତେକ ପ୍ରକାରର ଅସ୍ଥି କର୍କଟ, ଓଷ୍ଟିଓଜେନେସିସ୍ ଇମ୍ପରଫେକ୍ଟା (Osteogenesis Imperfecta) ଓ ଏହିଭଳି ଅନେକ ରୋଗରେ ଅସ୍ଥି ଦୁର୍ବଳ ହୋଇ ଅତି ସାମାନ୍ୟ ବଳ ପ୍ରୟୋଗଦ୍ୱାରା ଭାଙ୍ଗିଯିବାରୁ ଏହାକୁ ନିଦାନ ଜନିତ ଅସ୍ଥି ଭଗ୍ନ (Pathological Fracture) ନାମ ଦିଆଯାଏ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ରୋମୀୟ ସାମ୍ରାଜ୍ୟ (Imperium Rōmānum (ଲାଟିନ୍); ଇମ୍ପେରିଅମ ରୋମାନମ, Βασιλεία τῶν Ῥωμαίων (କୋଇନେ ଗ୍ରୀକ୍); ବାସିଲେଇଆ ତୋନ୍ ରୋମାଇଓନ), ପ୍ରାଚୀନ ରୋମର ସାଧାରଣତନ୍ତ୍ର ପରବର୍ତ୍ତୀ ପର୍ଯ୍ୟାୟ ଅଟେ । ଏକ ରାଜ୍ଯ ହିସାବରେ, ଏହା ଭୂମଧ୍ଯସାଗର ଚାରିପଟେ, ଉତ୍ତର ଆଫ୍ରିକାରେ ଏବଂ ପଶ୍ଚିମ ଏସିଆରେ ସୁବିସ୍ତୃତ ଅଞ୍ଚଳ ନିଜ ଅଧିନରେ ରଖିଥିଲା । ସାମ୍ରାଜ୍ୟର ସର୍ବେସର୍ବା ଏହାର ସମ୍ରାଟମାନେ ଥିଲେ । କାଇଜର ଅଗଷ୍ଟସଙ୍କ ସିଂହାସନ ଆରୋହଣଠାରୁ ତୃତୀୟ ଶତାବ୍ଦୀର ସାମରିକ ଅରାଜକତା, ଏହା ଏକ ପ୍ରଥମତନ୍ତ୍ର ହୋଇ ରହିଥିଲା, ଯାହାର ମାତୃଦେଶ ଇଟାଲୀ ଏବଂ ଏକମାତ୍ର ରାଜଧାନୀ ରୋମରେ ଅବସ୍ଥିତ ଥିଲା । ସାମରିକ ଅରାଜକତା ପରେ, ଏକାଧିକ ସମ୍ରାଟଙ୍କଦ୍ୱାରା ସାମ୍ରାଜ୍ୟର ଶାସନ ହେଲା । ଏହି ସମ୍ରାଟମାନେ ମିଳିତ ଭାବରେ ପଶ୍ଚିମ ରୋମୀୟ ସାମ୍ରାଜ୍ଯ ଓ ପୂର୍ବ ରୋମୀୟ ସାମ୍ରାଜ୍ଯ (ବାଇଜାଣ୍ଟୀୟ ସାମ୍ରାଜ୍ଯ)ର ଶାସନ କଲେ । ଖ୍ରୀ.ଅ.
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
କାର୍ତ୍ତିକ ମହାପାତ୍ର (୨ ଜୁନ ୧୯୫୨ - ୧୨ ଜୁଲାଇ ୨୦୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । କାର୍ତ୍ତିକ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୯୦, ୧୯୯୫, ୨୦୦୦ ଓ ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସୋର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଗଜପତି ବୀରକିଶୋର ଦେବ (୨ ଜୁଲାଇ ୧୯୨୯ - ୮ ଜୁଲାଇ ୧୯୭୦) ପୁରୀର ଗଜପତି ମହାରାଜା ଥିଲେ । ସେ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବୀରକିଶୋର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖୋର୍ଦ୍ଧା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।