ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ଭୂମିକା ଦାଶ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ରୁମ୍କୁ ଝୁମାନା ଚଳଚ୍ଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ । ଏହା ପରେ ସେ ଗପ ହେଲେ ବି ସତ ଚଳଚ୍ଚିତ୍ରରେ ମଧ୍ୟ ଜନେ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ । ୨୦୧୭ ମସିହାରେ ଭୂମିକା ନବମ ଶ୍ରେଣୀରେ ପଢ଼ୁଥିବା ବେଳେ ତରଙ୍ଗ ସିନେ ପ୍ରଡକ୍ସନ୍ର ୭ମ ଚଳଚ୍ଚିତ୍ର ତୁ ମୋ ଲଭ୍ ଷ୍ଟୋରୀ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ନାୟିକା ଭାବରେ ଅଭିନୟ କରିଥିଲେ । ଭୂମିକା ଓଡ଼ିଶୀ ନୃତ୍ୟ ଶିକ୍ଷା କରିଛନ୍ତି ।
ତିନ୍ ମୂର୍ତ୍ତୀ ଭବନ ହେଉଛି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ପୂର୍ବତନ ବାସଗୃହ । ଏହା ଦିଲ୍ଲୀଠାରେ ଅବସ୍ଥିତ । ୧୯୬୪ ମସିହା ମଇ ମାସ ୨୭ ତାରିଖରେ ଜବାହରଲାଲ ନେହେରୁଙ୍କ ମୃତ୍ୟୁ ହୋଇଥିଲା । ନିଜ ମୃତ୍ୟୁ ପର୍ଯ୍ୟନ୍ତ ଦୀର୍ଘ ୧୬ ବର୍ଷ ଧରି ସେ ଏହି ବାସଭବନରେ ରହିଆସୁଥିଲେ । କନଟ୍ ପ୍ଲେସ୍ (Connaught Place)ର ନକ୍ସା ପ୍ରସ୍ତୁତ କରିଥିବା ବ୍ରିଟିଶ୍ ସ୍ଥପତି ରବର୍ଟ୍ ଟର୍ ରସେଲ୍ ଏହି ଭବନଟିର ପରିକଳ୍ପନା କରିଥିଲେ । ଏହି ଭବନ ୧୯୩୦ ମସିହାରେ ଭାରତୀୟ ବ୍ରଟିଶ୍ ସେନାବାହିନୀର ମୁଖ୍ୟ କମାଣ୍ଡର୍ ବା କମାଣ୍ଡର୍-ଇନ୍-ଚିଫ୍ଙ୍କ ରହିବା ପାଇଁ ନିର୍ମାଣ କରାଯାଇଥିଲା । ବର୍ତ୍ତମାନ ତିନ୍ ମୂର୍ତ୍ତୀ ଭବନ ନେହେରୁ ସ୍ମାରକ ସଂଗ୍ରହାଳୟ ଏବଂ ପୁସ୍ତକାଳୟ (Nehru Memorial Museum and Library ବା NMML) ଭାବେ ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଛି । ଏହା ସଂସ୍କୃତି ମନ୍ତ୍ରଣାଳୟ (ଭାରତ) ଅଧିନରେ ଅଛି ଓ ପ୍ରଫେସର୍ ଲୋକେଶ ଚନ୍ଦ୍ର ବର୍ତ୍ତମାନ ଏହାର ଶାସନ ପରିଷଦ (Executive Council)ର ଅଧ୍ୟକ୍ଷ ଅଛନ୍ତି । ୧୯୬୪ ମସିହାରେ ଭାରତର ତତ୍କାଳୀନ ରାଷ୍ଟ୍ରପତି ଡା.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଆଷାଢ଼ ଶୁକ୍ଳ ଏକାଦଶୀ ବା ହରିଶୟନ ଏକାଦଶୀ ଦିନଠାରୁ ଚତୁର୍ମାସ୍ୟା ଆରମ୍ଭ ହୋଇଯାଏ । ଏହା ସାଧାରଣତଃ ଅଶୁଦ୍ଧ କାଳ ବୋଲି ବିବେଚନା କରାଯାଏ, ତେଣୁ ଏହି ସମୟରେ କୌଣସି ଶୁଭ କର୍ମ କରାଯାଏ ନାହିଁ । ଏହି ସମୟରେ ଭଗବାନ ବିଷ୍ଣୁ ଶୟନରେ ଥା’ନ୍ତି ବୋଲି ବିଶ୍ୱାସ କରାଯାଏ । କିନ୍ତୁ ଏହା ଶ୍ରୀହରିଙ୍କୁ ଆରାଧନା କରିବାର ପ୍ରକୃଷ୍ଟ ସମୟ ବୋଲି ଅନେକ ମତ ଦିଅନ୍ତି । ବର୍ଷା ଚାରିମାସ ମଧ୍ୟରେ ମନୁଷ୍ୟ ଯେତେଦିନ ଜନାର୍ଦ୍ଦନଙ୍କ ସମ୍ମୁଖରେ ସମୟ ଅତିବାହିତ କରେ, ସେତେ ସମୟ ପର୍ଯ୍ୟନ୍ତ ସେ ଅଶ୍ୱମେଧ ଯଜ୍ଞର ଫଳ ଲାଭକରେ । ମହୋଦଧିର ପବିତ୍ର ଜଳରେ ସ୍ନାନପୂର୍ବକ ଭଗବାନ ଶ୍ରୀ ପୁରୁଷୋତ୍ତମଙ୍କର ଦର୍ଶନ କରି ଚତୁର୍ମାସ୍ୟା ବ୍ରତ ପାଳନ କରିବାଦ୍ୱାରା ମୁକ୍ତିର ସାଧନ ସୁଗମ ହୁଏ । ଏଥିପାଇଁ ସାଧକମାନେ ଏହି ସମୟରେ ପୁରୁଷୋତ୍ତମ କ୍ଷେତ୍ରରେ ବାସ କରନ୍ତି । କୁହାଯାଏ ଯେ ବର୍ଷର ଆଠମାସ କାଳ ଭଗବାନଙ୍କୁ ଦର୍ଶନ କରି ମନୁଷ୍ୟ ଯେଉଁ ପୁଣ୍ୟ ଅର୍ଜନ କରିଥାଏ ଚତୁର୍ମାସ୍ୟାର ଗୋଟିଏ ଦିନ ଦର୍ଶନରେ ସେହି ଫଳ ମିଳେ । ସାଧାରଣତଃ ଶାକହାର କିମ୍ବା ଫଳାହାରଦ୍ୱାରା ଏହି ବ୍ରତ ପାଳନ କରାଯାଇଥାଏ । ଯେଉଁମନେ ଆଧ୍ୟାତ୍ମିକସ୍ତରରେ ଉଚ୍ଚତର ସୋପାନକୁ ଯିବା ପାଇଁ ଇଚ୍ଛୁକ ଥାଆନ୍ତି ସେମାନେ ଏହି ସମୟରେ କୌଣସି ନିର୍ଜନ ସ୍ଥାନକୁ ଯାଇ ତପସ୍ୟାରେ ନିମଗ୍ନ ହୋଇଯାଆନ୍ତି । ସାଧାରଣ ଗୃହୀ ସାଧକମାନେ ଜପମାଳା ଧରି ଏହି ସମୟରେ ଜପାଦି କର୍ମ କରିଥାନ୍ତି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହୋଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ୱର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟଦ୍ୱାରା ନିଷ୍ପନ୍ନ । ମିର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ୱ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହୋଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
ଭାରତୀୟ ଜନତା ପାର୍ଟି (ବିଜେପି) ଭାରତର ଶାସକ ରାଜନୈତିକ ଦଳ । ଏହା ଭାରତୀୟ ଜାତୀୟ କଂଗ୍ରେସ ସହିତ ଭାରତର ଦୁଇଟି ପ୍ରମୁଖ ରାଜନୈତିକ ଦଳ ମଧ୍ୟରୁ ଅନ୍ୟତମ । ୨୦୧୯ ସୁଦ୍ଧା ଏହା ଜାତୀୟ ସଂସଦ ତଥା ରାଜ୍ୟସଭାରେ ପ୍ରତିନିଧିତ୍ୱ ଦୃଷ୍ଟିରୁ ଦେଶର ସର୍ବବୃହତ ରାଜନୈତିକ ଦଳ ଏବଂ ପ୍ରାଥମିକ ସଦସ୍ୟତା ଦୃଷ୍ଟିରୁ ଏହା ବିଶ୍ୱର ସର୍ବବୃହତ ଦଳ । ବିଜେପି ଏକ ଦକ୍ଷିଣପନ୍ଥୀ ଦଳ ଏବଂ ଏହାର ନୀତି ଐତିହାସିକ ଭାବରେ ହିନ୍ଦୁ ଜାତୀୟତାବାଦୀ ସ୍ଥିତିକୁ ପ୍ରତିଫଳିତ କରିଛି । ଏହାଠାରୁ ବେଶୀ ପୁରୁଣା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ) ସହିତ ଏହାର ଘନିଷ୍ଠ ଆଦର୍ଶ ଏବଂ ସାଂଗଠନିକ ସମ୍ବନ୍ଧ ରହିଛି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
'ଗୋଆ' ଭାରତର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ ଏକ ରାଜ୍ୟ । କ୍ଷେତ୍ରଫଳ ହିସାବରେ ଏହା ଭାରତର କ୍ଷୁଦ୍ରତମ ତଥା ଜନସଂଖ୍ୟା ହିସାବରେ ଏହା ଭାରତର ଚତୁର୍ଥ କ୍ଷୁଦ୍ର ରାଜ୍ୟ । ଆରବ ସାଗର କୁଳରେ ଥିବା ଏହି ରାଜ୍ୟକୁ ଉତ୍ତରଦିଗରେ ମହାରାଷ୍ଟ୍ର, ପୂର୍ବ ଓ ଦକ୍ଷିଣ ଦିଗରେ କର୍ଣ୍ଣାଟକ ଘେରି ରହିଛି । ଗୋଆ ଭାରତର ସବୁଠାରୁ ଧନୀ ରାଜ୍ୟ । ସମସ୍ତ ଭାରତୀୟ ରାଜ୍ୟ ମଧ୍ୟରେ ଗୋଆ ମୁଣ୍ଡପିଛା ସର୍ବାଧିକ ଜିଡିପି ରହିଛି । ଏହାର ମୋଟ ଘରୋଇ ଉତ୍ପାଦ (ଜି. ଡ଼ି. ପି.) ଦେଶର ଜି.
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଚୀନ୍ , ଆନୁଷ୍ଠାନିକ ଭାବରେ ଚୀନ୍ ଗଣରାଜ୍ୟ (PRC) , ପୂର୍ବ ଏସିଆର ଏକ ଦେଶ । ୧.୪ ବିଲିୟନରୁ ଅଧିକ ଜନସଂଖ୍ୟା ସହିତ , ଏହା ଭାରତ ପରେ ଦ୍ୱିତୀୟ ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ , ଯାହା ବିଶ୍ୱ ଜନସଂଖ୍ୟାର ୧୭.୪% ପ୍ରତିନିଧିତ୍ୱ କରେ । ଚୀନ୍ ବିଶାଳ ; ଏହା ପ୍ରାୟ ୯.୬ ନିୟୁତ ବର୍ଗ କିଲୋମିଟର ( ୩,୭୦୦,୦୦୦ ବର୍ଗ ମାଇଲ ) ଅଞ୍ଚଳ ପରିବ୍ୟାପ୍ତ ଚଉଦ ଦେଶକୁ ଭୂମି ଦ୍ୱାରା ସୀମାବଦ୍ଧ କରିଥାଏ , ଯାହା ଏହାକୁ ଭୂମି କ୍ଷେତ୍ର ଅନୁସାରେ ତୃତୀୟ ବୃହତ୍ତମ ଦେଶ କରିଥାଏ । ଦେଶଟି ୩୩ଟି ପ୍ରଦେଶ-ସ୍ତରୀୟ ବିଭାଗରେ ବିଭକ୍ତ : ୨୨ଟି ପ୍ରଦେଶ , ୫ଟି ସ୍ୱାୟତ୍ତ ଅଞ୍ଚଳ , ୪ଟି ପୌରପାଳିକା ଏବଂ ୨ଟି ଅର୍ଦ୍ଧ-ସ୍ୱାୟତ୍ତ ସ୍ୱତନ୍ତ୍ର ପ୍ରଶାସନିକ ଅଞ୍ଚଳ । ବେଜିଂ ( Beijing ) ଦେଶର ରାଜଧାନୀ , ଯେତେବେଳେ କି ସାଂଘାଇ ସହରାଞ୍ଚଳ ଅନୁସାରେ ଏହାର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ସହର ଏବଂ ସର୍ବବୃହତ ଆର୍ଥିକ କେନ୍ଦ୍ର । ସଭ୍ୟତାର ଛଅଟି ଉଦ୍ଗମ ସ୍ଥଳ ମଧ୍ୟରୁ ଗୋଟିଏ ଭାବରେ ବିବେଚିତ ଚୀନ୍ , ପ୍ରାଚୀନପ୍ରସ୍ତର କାଳୀନ ସମୟରେ ଏହି ଅଞ୍ଚଳରେ ପ୍ରଥମ ମାନବ ବାସିନ୍ଦାଙ୍କ ଆଗମନ ଦେଖିଥିଲା । ଦ୍ୱିତୀୟ ସହସ୍ରାବ୍ଦ ଖ୍ରୀଷ୍ଟପୂର୍ବର ଶେଷ ସୁଦ୍ଧା , ପ୍ରାରମ୍ଭିକ ରାଜବଂଶୀୟ ରାଜ୍ୟଗୁଡ଼ିକ ୟେଲୋ ନଦୀ ( ହ୍ବାଙ୍ଗ୍-ହୋ ନଦୀ ) ଅବବାହିକାରେ ଆବିର୍ଭାବ ହୋଇଥିଲା । ଖ୍ରୀ. ପୂ. ଅଷ୍ଟମରୁ ତୃତୀୟ ଶତାବ୍ଦୀ ମଧ୍ୟରେ ଝୋଉ ( Zhou ) ବଂଶର ପ୍ରଭୁତ୍ୱର ପତନ ଘଟିଲା , ଯାହା ସହିତ ପ୍ରଶାସନିକ ଓ ସେନା ସମ୍ପର୍କୀୟ ପ୍ରଣାଳୀ , ସାହିତ୍ୟ , ଦାର୍ଶନିକତା ଓ ଇତିହାସଲେଖନର ଉଦୟ ହୋଇଥିଲା । ୨୨୧ ଖ୍ରୀ.
କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ସଂକ୍ଷେପରେ "ଆରଏସଏସ") ଏକ ଭାରତୀୟ ଦକ୍ଷିଣପନ୍ଥୀ, ହିନ୍ଦୁ ଜାତୀୟତାବାଦୀ, ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ । ଆରଏସଏସ ହେଉଛି ସଂଘ ପରିବାରର ନାମକ ଏକ ବୃହତ ସଂସ୍ଥାସମୂହର ମୂଳ ସଂଗଠନ ଏବଂ ତାହା ଭାରତୀୟ ସମାଜର ସମସ୍ତ ଦିଗରେ ଉପସ୍ଥିତି ରହିଛି । ଆରଏସଏସ ୧୯୨୫ ସେପ୍ଟେମ୍ବର ୨୭ରେ ସ୍ଥାପିତ ହୋଇଥିଲା । ୨୦୧୪ ବେଳକୁ ଏହାର ସଦସ୍ୟତା ଥିଲା ୫୦-୬୦ ଲକ୍ଷ (୫-୬ ନିୟୁତ) ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଦାଶ ଏକ ଓଡ଼ିଆ ବ୍ରାହ୍ମଣ (ଉତ୍କଳ ବ୍ରାହ୍ମଣ) ଉପନାମ ଅଟେ। ଏହି ମାନଙ୍କର ଅବସ୍ଥିତି ଓଡ଼ିଶା ସାରା ଦେଖିବାକୁ ମିଳିଥାଏ। ଦାଶ ଏକ ଏଭଳି ସ୍ୱତନ୍ତ୍ର ଓଡ଼ିଆ ଉପନାମ ଯାହାକି ଖାଲି ଓଡ଼ିଶାରେ ହିଁ ଦେଖିବକୁ ମିଳିଥାଏ ଓ ଏହା ଉତ୍କଳ ବ୍ରାହ୍ମଣ ବଂଶକୁ ସୁଚାଇ ଥାଏ। ଏହି ଉପନାମ ଧାରୀ ବୈଦିକଧର୍ମ ଅନ୍ତର୍ଗତ ଶ୍ରୌତ ପରମ୍ପରାର ପାଳନ କରନ୍ତି। କୌଶିକୠଷିଙ୍କ ବଂଶଧର ହୋଇଥିବା ହେତୁ ଏହିମାନଙ୍କର ଗୋତ୍ର କୌଶିକ ଅଟେ।ତଥାପି ଏହି ବର୍ଗ ମଧ୍ୟରେ ବତ୍ସସ୍ୟ,ଭାରଦ୍ୱାଜ,କୌଣ୍ଡିନ୍ୟ,ହାରିତସ୍ୟ ଆଦି ଗୋତ୍ର ଦେଖିବାକୁ ମିଳିଥାଏ। ଦାଶ ଉପନାମଟି ଦୁଇଟି ଶବ୍ଦ ସମ୍ମିଶ୍ରଣ ଅଟେ, ତାହା ହେଉଛି ଦାନ ଓ ଇଶ (ଦାନ+ଇଶ=ଦାଶ)।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।