ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଡାହୁକ ବୋଲି ଜଗନ୍ନାଥଙ୍କ ରଥ ଯାତ୍ରା ବେଳେ ରଥ ଉପରେ ବୋଲାଯାଉଥିବା ଗୀତ । ଏହି ଗୀତିଗୁଡିକ ଡାହୁକମାନଙ୍କ ଦେଇ ବୋଲାଯାଉଥିବାରୁ ଏହାକୁ "ଡାହୁକ ଗୀତ" ମଧ୍ୟ କୁହାଯାଏ । ଡାହୁକ ବୋଲି ବିନା ରଥ ଗଡେ ନାହିଁ ବୋଲି ପ୍ରବାଦ ଅଛି ଏବଂ ଏହି ଡାହୁକଗୀତ "ରଥଟଣା"ରେ ଏକ ମୂଖ୍ୟ ଭୂମିକା ନିର୍ବାହ କରି ଆସୁଅଛି । ଏହା ବୌଦ୍ଧ ଧର୍ମ ଅନ୍ତର୍ଗତ ବଜ୍ରଯାନୀ ପରମ୍ପରାର ଅବଶେଷ ତଥା ଏହାର ପଦଗୁଡ଼ିକ ବୌଦ୍ଧ ଚର୍ଯା ସାହିତ୍ୟର ସନ୍ତକ ହୋଇଥିବାବେଳେ ଡାହୁକମାନଙ୍କୁ ଚର୍ଯାପଦର ସିଦ୍ଧମାନଙ୍କର ବଂଶଧର ବୋଲି ବିଶ୍ୱାସ କରାଯାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ବିଶ୍ୱବିଦ୍ୟାଳୟ, ବଙ୍ଗଳାଦେଶର ରାଜଧାନୀ ଢାକାର ସଦରଘାଟଠାରେ ଅବସ୍ଥିତ । ୧୮୫୮ମସିହାରୁ ଏକ ବିଦ୍ୟାଳୟରୁ ଆରମ୍ଭ ହୋଇ, ୨୦୦୫ମସିହାରେ ଏହା ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଥିଲା । ବଙ୍ଗଳାଦେଶର ୟୁନିଭରସିଟି ଗ୍ରାଣ୍ଟ କମିସନ ସହିତ ଏହି ବିଶ୍ୱବିଦ୍ୟାଳୟ ଅନୁବନ୍ଧିତ । ମିଜାନୁର ରହମାନ ବର୍ତ୍ତମାନ କୁଳପତି ଭାବରେ କାର୍ଯ୍ୟରତ । ଏଯାବତ କାର୍ଯ୍ୟ କରିଥିବା ସମସ୍ତ କୁଳପତି ମୁସଲମାନ ଅଟନ୍ତି । ୩୩ଟି ବିଭାଗରେ ଏହି ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନ କରାଯାଏ ।
ଚାଖି ଖୁଣ୍ଟିଆ (ଅନ୍ୟ ନାମ: ଚନ୍ଦନ ହଜୁରୀ, ୧୮୨୭ - ୧୮୭୦) ଓଡ଼ିଶାର ଜନ୍ମିତ ଓ ସିପାହୀ ବିଦ୍ରୋହରେ ନେତୃତ୍ତ୍ୱ ନେଇଥିବା ଜଣେ ଯୋଦ୍ଧା । ସେ ପୁରୀ ଜଗନ୍ନାଥ ମନ୍ଦିରକୁ ଆସୁଥିବା ନେପାଳୀ ଭକ୍ତମାନଙ୍କର ପଣ୍ଡା ଥିଲେ । ୧୮୫୭ ମସିହାରେ ସିପାହୀ ବିଦ୍ରୋହ ବେଳେ ସେ ଉତ୍ତର-ପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରିଥିଲେ । ପରେ ସେ ଧରାପଡ଼ି ବ୍ରିଟିଶମାନଙ୍କଦ୍ୱାରା ନିହତ ହୋଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମାଦଳା ପାଞ୍ଜି ମତେ ୫୦୦ରୁ ୧୭୩୩ ମସିହା ପର୍ଯ୍ୟନ୍ତ ଦୀର୍ଘ ୧୨୩୩ ବର୍ଷ ଧରି କ୍ରମାଗତ ଭାବେ ଆଫଗାନୀ ଓ ମୋଗଲମାନଙ୍କଦ୍ୱାରା ୧୭ଥର ପୁରୀ ଜଗନ୍ନାଥ ମନ୍ଦିର ଉପରେ ବହୁବାର ଆକ୍ରମଣ କରାଯାଇଥିଲା । ହିନ୍ଦୁମାନଙ୍କ ଆରାଧ୍ୟ ଦେବତା ଶ୍ରୀଜଗନ୍ନାଥଙ୍କ ବିଗ୍ରହକୁ ଧ୍ୱଂସ ନ କରିବା ପର୍ଯ୍ୟନ୍ତ ଓଡ଼ିଶାକୁ ଜୟକରିବା ଅସମ୍ଭବ ବୋଲି ସମସ୍ତ ମୁସଲିମ ଆକ୍ରମଣକାରୀ ଧରିନେଇଥିଲେ ଏହି ବିଧର୍ମୀ ଯବନମାନଙ୍କ ଆକ୍ରମଣରୁ ଶ୍ରୀବିଗ୍ରହମାନଙ୍କୁ ରକ୍ଷାକରିବା ଲାଗି କେତେବେଳେ ଦୋବନ୍ଧା ବାଟେ ଡଙ୍ଗାରେ ରଖି ଚିଲିକା ଗର୍ଭକୁ ଆଉ କେତେବେଳେ ଚଉଦୋଳାରେ ବୁହାଇ ଦକ୍ଷିଣ ଓଡ଼ିଶାର ଘଞ୍ଚ ଜଙ୍ଗଲ ମଧ୍ୟକୁ ଶ୍ରୀବିଗ୍ରହମାନଙ୍କୁ ନିଆଯାଉଥିଲା ଏଥିପାଇଁ ଜଗନ୍ନାଥଙ୍କ ସେବକମାନଙ୍କ ମଧ୍ୟରେ ଚାପ ଦଳେଇ ଅରିଆ ସେବକ ନାମରେ ଗୋଟିଏ ସ୍ୱତନ୍ତ୍ର ବୃତ୍ତିଭୋଗୀ ସେବକ ଗୋଷ୍ଠୀକୁ ସୃଷ୍ଟି କରାଯାଇ ନିଯୁକ୍ତି ଦିଆଯାଇଥିଲା । ଜଗନ୍ନାଥ ମନ୍ଦିର ଉପରେ ଆକ୍ରମଣର ଆଭାସ ମିଳିବା ମାତ୍ରେ ତତ୍କ୍ଷଣାତ୍ ଚାପ ଦଳେଇ ଓ ଅରିଆ ସେବକମାନେ ଶ୍ରୀ ବିଗ୍ରହମାନଙ୍କୁ ଚାପରେ ଧରି ଚିଲିକା ଗର୍ଭକୁ ବୋହି ନେଇଯାଉଥିଲେ ଏଥିପାଇଁ ବର୍ଷସାରା ମାଣିକପାଟଣା ଓ ଖାଲିକାପାଟଣା ମୁହାଣଠାରେ ବୋଇତ, ଚାପ ଓ ଡଙ୍ଗାମାନ ସଦାସର୍ବଦା ପ୍ରସ୍ତୁତ ହୋଇ ରହୁଥିଲା ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଆଣ୍ଟିବଡି ବା ପ୍ରତିଦ୍ରବ୍ୟ ବା ପ୍ରତିପିଣ୍ଡ ବା ଏବି (ଇଂରାଜୀ ଭାଷାରେ An antibody (Ab)), ଆଉ ମଧ୍ୟ ଇମ୍ମୁନୋଗ୍ଲୋବ୍ୟୁଲିନ ବା ଆଇଜି (ଇଂରାଜୀ ଭାଷାରେ immunoglobulin (Ig)), ଏକ ବଡ଼ 'Y' ଆକାରର ପୁଷ୍ଟିସାର ବା ପ୍ରୋଟିନ ଯାହା ମୂଖ୍ୟତଃ ପ୍ଲାଜମା ଜୀବକୋଷଦ୍ୱାରା (plasma cell) ପ୍ରସ୍ତୁତ ହୁଏ ଓ ଇମ୍ମ୍ୟୁନ ସିସ୍ଟମଦ୍ୱାରା (immune system) ରୋଗସୃଷ୍ଟିକାରୀ ଜୀବାଣୁ ବା ଭୂତାଣୁମାନଙ୍କୁ (viruses) ନିଷ୍ଟ୍ରଭ କରିଦିଏ ।
ବନ୍ୟା ନାମ ଦିଆଯାଏ ଯେତେବେଳେ ଜଳ ସୀମା ବହିର୍ଭୁତ ହୋଇ ସାଧାରଣ ଶୁଖିଲା ଭୂମିକୁ ଜଳ ପ୍ଲାବନ କରେ । ୟୁରୋପିଆନ୍ ୟୁନିଅନ୍ ଫ୍ଲଡ଼ ଡାରେକ୍ଟିଭ୍ର ସଂଜ୍ଞା ଅନୁସାରେ 'ସାଧାରଣ ଅଣପ୍ଳାବିତ ଭୂମି ଜଳଦ୍ୱାରା ପ୍ଲାବିତ ହେଲେ ବନ୍ୟା କୁହାଯାଏ । ସମୁଦ୍ର ଲହରୀର ଅନ୍ତଃ-ପ୍ରହାହକୁ ମଧ୍ୟ ପ୍ରବହମାନ ଜଳ ଭାବରେ ଗ୍ରହଣ କରାଯାଏ । ଜଳାଶୟ ମଧ୍ୟରେ ନଦୀ ଓ ହ୍ରଦ ଅନ୍ତର୍ଭୁକ୍ତ ଯେଉଁଠାରେ ଜଳ ବନ୍ଧ ଭାଙ୍ଗି ବା କୂଳ ଲଙ୍ଘନ କରି କିଛି ଜଳ ତାହାର ସୀମା ବହିର୍ଭୁତ ହୁଏ କିମ୍ବା ବର୍ଷା ଜଳ ଜମି ସୀମା ଲଙ୍ଘନ କରିଲେ ବନ୍ୟା ହୁଏ । ଋତୁ ପରିବର୍ତ୍ତନ ଅନୁସାରେ ବରଫ ତରଳି ବା ଭୂସ୍ଖଳନ ହୋଇ ହ୍ରଦ ବା ଅନ୍ୟ ଜଳାଶୟର ଜଳ ମାତ୍ରା ବଢ଼ିଲେ ମଧ୍ୟ ସମ୍ପତ୍ତି ବା ଗୃହପାଳିତ ପଶୁମାନଙ୍କର କ୍ଷୟକ୍ଷତି ନ ହେଲେ ବନ୍ୟା ହିସାବରେ ଗଣନା କରାଯାଏ ନାହିଁ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କଣନଖା ବା ପାରୋନିକିଆ ରୋଗରେ ନଖ ଚାରିପାଖରେ ଥିବା ଚମର ପ୍ରଦାହ ହୁଏ । ଏହା ହଠାତ୍ ଯନ୍ତ୍ରଣା, ଲାଲିମା, ଫୁଲା ଏବଂ ପୁଜ ସହିତ ଉପସ୍ଥାପିତ ହୋଇପାରେ, କିମ୍ବା ଧୀରେ ଧୀରେ ସାମାନ୍ୟ ଦରଜ, ଲାଲିମା, ଏବଂ ନଖ ପରିବର୍ତ୍ତନ ସହିତ ଆରମ୍ଭ ହୋଇପାରେ । ବିଶି ଓ ମଝି ଆଙ୍ଗୁଠି ସାଧାରଣତଃ ଅଧିକ ପ୍ରଭାବିତ ହୋଇଥାଏ, ଯଦିଓ ହାତ ଓ ପାଦର ଅନ୍ୟାନ୍ୟ ଆଙ୍ଗୁଠି ମଧ୍ୟ ଜଡିତ ହୋଇପାରେ । ଏହା ଜଟିଳ ହେଲେ ଆବସେସ୍ ହୋଇପାରେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଅଲାରନାଥ ମନ୍ଦିର ପୁରୀ ଜିଲ୍ଲାର ବ୍ରହ୍ମଗିରିଠାରେ ଅବସ୍ଥିତ ବିଷ୍ଣୁଙ୍କର ଏକ ମନ୍ଦିର । ପୁରୀର ପବିତ୍ର ନରେନ୍ଦ୍ର ପୁଷ୍କରିଣୀଠାରୁ ବାମପାର୍ଶ୍ୱ ପୁରୀ-ସାତପଡ଼ା ରାସ୍ତାରେଜାତୀୟ ରାଜପଥ-୨୦୩(କ)ରେ ୨୦ କି.ମି ଗଲେ ବ୍ରହ୍ମଗିରି । ପାଞ୍ଚ ଏକର ପରିମିତ ଜାଗାରେ କେତକୀ, ବଉଳ ଓ ନାରିକେଳ ଜଙ୍ଗଲ ପରିବେଶ ମଧ୍ୟରେ ୫୦ଫୁଟ ୫ଇଞ୍ଚ ଉଚ୍ଚତା ବିଶିଷ୍ଟ ଶ୍ରୀଅଲାରନାଥଙ୍କ ମନ୍ଦିର ଅବସ୍ଥିତ । ଏହି ମନ୍ଦିର ଚତୁଃପାର୍ଶ୍ୱରେ ଶ୍ରୀଚୈତନ୍ୟ ମନ୍ଦିର, ଶିବ ମନ୍ଦିର ଓ ବିଭିନ୍ନ ଠାକୁରାଣୀଙ୍କ ମନ୍ଦିର, ନବଗ୍ରହ ପ୍ରସ୍ତର, ନାଟମନ୍ଦିର, ପ୍ରାର୍ଥନା ଗୃହ, ଭୋଗମଣ୍ଡପ, ମୁଖଶାଳା, ତଥା ଯଜ୍ଞ ମଣ୍ଡପ ଅବସ୍ଥିତ । ରଥଯାତ୍ରା ପୂର୍ବରୁ ପ୍ରଥମେ ପଡେ ସ୍ନାନଯାତ୍ରା । ଏହି ମହାସ୍ନାନ ପରେ ଶ୍ରୀଜୀଉମାନେ ଲୌକିକ ମତରେ ଭୀଷଣ ଜ୍ୱରରେ ଆକ୍ରାନ୍ତ ହୋଇ ଅଣସର ଘରେ ପଡ଼ିରହନ୍ତି । ଅଣସରର ତାଳତାଟି ଭିତରେ ମହାପ୍ରଭୁଙ୍କ ବଂଶଧର ଭାବେ ପରିଚିତ ଦଇତାପତି ସେବକମାନେ ସେମାନଙ୍କର ସେବାଶୁଶ୍ରୁଷା କରନ୍ତି । ସେହି ସମୟରେ ଭକ୍ତମାନେ ଦୀର୍ଘ ୧୫ଦିନ ଧରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ ଭକ୍ତମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିନପାରି ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କୁ ଦର୍ଶନ କରି ପୁଣ୍ୟ ଅର୍ଜନ କରିଥାନ୍ତି । ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାରେ ଯେତିକି ପୂଣ୍ୟ ମିଳେ ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେତିକି ପୂଣ୍ୟ ମିଳେ ବୋଲି ପ୍ରବାଦ ରହିଛି । ତେଣୁ ଅଣସର ସମୟରେ ଅଲାରନାଥ ମନ୍ଦିରରେ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗିରହିଥାଏ । ଏହା କୌଣସି ପର୍ଯ୍ୟଟନସ୍ଥଳୀ ନହେଲେ ବି କୃଷ୍ଣଭକ୍ତମାନଙ୍କ ପାଇଁ ଏକ ପ୍ରସିଦ୍ଧ ସ୍ଥାନ । କାରଣ ଭଗବାନ ଅଲାରନାଥ ହେଉଛନ୍ତି ପ୍ରଭୁ ବିଷ୍ଣୁଙ୍କର ଚଳନ୍ତି ପ୍ରତିମା ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
ବଦ୍ରିନାଥ ମନ୍ଦିର, ଉତ୍ତରାଖଣ୍ଡ ରାଜ୍ୟର ବଦ୍ରିନାଥଠାରେ ଅବସ୍ଥିତ। ଏହା ଭାରତର ଚାରିଧାମ ମଧ୍ୟରେ ଅନ୍ୟତମ । ହିନ୍ଦୁ ଧର୍ମ ବିଶ୍ୱାସରେ ଚାରି ଧାମ ଭିତରେ ଏକ ପ୍ରମୁଖ ଧାମ ବଦ୍ରିନାଥ । ହିମାଳୟ ପାର୍ବତ୍ୟାଞ୍ଚଳରେ ଅଳକାନନ୍ଦା ନଦୀ କୂଳରେ ଅବସ୍ଥିତ ବଦ୍ରିନାଥ ମନ୍ଦିରରେ ପୂଜା ପାଆନ୍ତି ବିଷ୍ଣୁଙ୍କ ମୂର୍ତ୍ତି ବଦ୍ରିନାରାୟଣ । କଳା ଶାଳଗ୍ରାମ ପଥରରେ ନିର୍ମିତ ଏକ ମିଟର ଉଚ୍ଚର ବିଷ୍ଣୁ ମୂର୍ତ୍ତି ସ୍ୱୟଂ ଆବିର୍ଭୂତ ହୋଇଥିବା କୁହାଯାଏ । ସେଥିଲାଗି ଏହି କ୍ଷେତ୍ର ହେଉଛି ଅଷ୍ଟ ସ୍ୱୟଂବ୍ୟକ୍ତ କ୍ଷେତ୍ର ମଧ୍ୟରେ ଅନ୍ୟତମ I ମନ୍ଦିରରେ ବଦ୍ରିବୃକ୍ଷ ତଳେ ଧ୍ୟାନମଗ୍ନ ଅବସ୍ଥାରେ ବସିଛନ୍ତି ଭଗବାନ ବଦ୍ରିନାରାୟଣ । ମସ୍ତକ ଉପରେ ରହିଛି ସ୍ୱର୍ଣ୍ଣ ଚାନ୍ଦୁଆ । ଅତ୍ୟଧିକ ଥଣ୍ଡା ଯୋଗୁଁ ୬ମାସ ବନ୍ଦ ରହେ ବଦ୍ରିନାଥ ମନ୍ଦିର ଏବଂ ଭକ୍ତମାନେ ଠାକୁରଙ୍କ ଦର୍ଶନ ପାଆନ୍ତି ନିକଟବର୍ତ୍ତୀ ଜ୍ୟୋତିର୍ମଠରେ । ମନ୍ଦିରକୁ ଉଠିବା ପୂର୍ବରୁ ସ୍ନାନ ଗୃହ ପରିସରରେ ଥିବା ତପ୍ତକୁଣ୍ଡରେ ସ୍ନାନ କରନ୍ତି ଭକ୍ତ । ଯାହାର ଜଳ ବର୍ଷସାରା ରହିଥାଏ ୪୫ଡିଗ୍ରି ସେଣ୍ଟିଗ୍ରେଡ୍ । ଏହି ଜଳରେ ଔଷଧୀୟ ଗୁଣ ଥାଏ ବୋଲି କହାଯାଏ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ସାବିତ୍ରିବାଈ ଜ୍ୟୋତି ରାଓ ଫୁଲେ (୩ ଜାନୁଆରୀ ୧୮୩୧ - ୧୦ ମାର୍ଚ୍ଚ ୧୮୯୭) ଜଣେ ଭାରତୀୟ ଶିକ୍ଷିକା, ସମାଜ ସୁଧାରିକା ଏବଂ କବୟତ୍ରୀ ଥିଲେ। ବ୍ରିଟିଶ ଶାସନ ସମୟରେ ସେ ତାଙ୍କ ସ୍ୱାମୀ ଜ୍ୟୋତିରାଓ ଗୋବିନ୍ଦରାଓ ଫୁଲେଙ୍କ ସହିତ ମିଶି ନାରୀମାନଙ୍କ ଅଧିକାର ଏବଂ ଶିକ୍ଷା ପାଇଁ କାର୍ଯ୍ୟ କରିଥିଲେ । ସାବିତ୍ରୀବାଈ ଭରତର ପ୍ରଥମ ବାଳିକା ବିଦ୍ୟାଳୟରେ ପ୍ରଥମ ମହିଳା ଶିକ୍ଷୟିତ୍ରୀ ଥିଲେ । ତାଙ୍କୁ ଲୋକେ ଆଧୁନିକ ମରାଠୀ କାବ୍ୟର ଅଗ୍ରଦୂତ ଭାବେ ମାନନ୍ତି ।
ଶ୍ରୀ ସତ୍ୟ ସାଇ ବାବା (ତେଲୁଗୁ: సత్య సాయిబాబా) (ଜନ୍ମ: ୨୩ ନଭେମ୍ବର ୧୯୨୬ ; ମୃତ୍ୟୁ: ୨୪ ଅପ୍ରେଲ ୨୦୧୧), ଶ୍ରୀ ସତ୍ୟ ସାଇ ବାବା (ଜନ୍ମ ନାମ - ସତ୍ୟ ନାରାୟଣ ରାଜୁ) ୨୩ ନଭେମ୍ବର ୧୯୨୬ ତାରିଖରେ ଆନ୍ଧ୍ର ପ୍ରଦେଶ ରାଜ୍ୟର ପୁଟ୍ଟପର୍ତି ଗ୍ରାମରେ ଜନ୍ମ ନେଇଥିଲେ । ବିଶ୍ୱ ସାରା ତାଙ୍କର ବହୁତ ଭକ୍ତ ଅଛନ୍ତି । ଭକ୍ତମାନେ ବାବାଙ୍କୁ ଶ୍ରୀ ସିରଡ଼ି ସାଈ ବାବାଙ୍କ ଅବତାର ମାନନ୍ତି । ବାବା ୨୪ ଅପ୍ରେଲ ୨୦୧୧ ତାରିଖରେ ଦେହତ୍ୟାଗ କରିଥିଲେ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।
ଆହେ ଦୟାମୟ ବିଶ୍ୱ ବିହାରୀ ଓଡ଼ିଆ ଭାଷାର ଏକ ପ୍ରାର୍ଥନା । ଏହା ଓଡ଼ିଆ ଶିକ୍ଷକ ଓ କବି ରାମକୃଷ୍ଣ ନନ୍ଦଙ୍କ "ଝୁମୁକା" କବିତା ସଂକଳନରୁ ଆନୀତ । ଏହି ପ୍ରାର୍ଥନାଟି ଗାନ୍ଧୀଙ୍କର ସାବରମତୀ ଆଶ୍ରମର ପ୍ରାର୍ଥନା ସଭାରେ ବୋଲାଯାଉଥିଲା। ପାରମ୍ପରିକ ଭାବେ ଏହି ଗୀତଟିକୁ ଓଡ଼ିଶୀ ସଙ୍ଗୀତର ଚକ୍ରକେଳୀ ବୃତ୍ତର ଛାନ୍ଦ ଭାବେ ଗାୟନ କରାଯାଏ । ଗୀତଟି ଓଡ଼ିଆ ଚଳଚ୍ଚିତ୍ର ବଳିଦାନରେ ମଧ୍ୟ ସ୍ଥାନ ପାଇଥିଲା ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ବସନ୍ତ ଟିକା ହେଉଛି ଏକ ପ୍ରକାର ଟିକା ଯାହା ବସନ୍ତ ରୋଗ ଏବଂ ମାଙ୍କଡପକ୍ସକୁ ରୋକିଥାଏ । ବସନ୍ତ ପାଇଁ ଏହା ୩ରୁ ୫ ବର୍ଷ ପର୍ଯ୍ୟନ୍ତ ପ୍ରାୟ ୯୫% ପ୍ରଭାବଶାଳୀ ଥିଲା । ମାଙ୍କଡପକ୍ସ ପାଇଁ ଏହା ଅତି କମରେ ୮୫% ପ୍ରଭାବଶାଳୀ ହୋଇଛି । ବସନ୍ତକୁ ରୋକିବା ପାଇଁ ଏହା ଅଧୁନା ନିୟମିତ ଭାବରେ ଦିଆଯାଉ ନଥିବାବେଳେ ଏହା ସମ୍ଭାବ୍ୟ ସଂକ୍ରମଣ ପାଇଁ ଉପଲବ୍ଧ ଥାଏ । ୨୦୨୨ ମସିହାରେ, ଏହି ରୋଗ ଆଶଙ୍କା ଥିବା ଲୋକଙ୍କ ପାଇଁ ଏହା ସୁପାରିଶ କରାଯାଇଥିଲା । ପୁରାତନ ଟିକା ସ୍କାରିଫିକେସନ (ଅତି ଛୋର କଟା ଦାଗରେ ଟିକା)ଦ୍ୱାରା ଦିଆଯାଏ ଏବଂ ନୂତନ ଟିକାଗୁଡ଼ିକ ଚର୍ମ ତଳେ ଇଞ୍ଜେକ୍ସନ ଆକାରରେ ଦିଆଯାଏ ।