ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ଚିତାଲାଗି ଅମାବାସ୍ୟା

    ଚିତାଲାଗି ଅମାବାସ୍ୟା

    ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର (ତିନିଠାକୁର) ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି ।[୧]

    148 ପଠିତ (↑115 ଗତକାଲିଠାରୁ)0,0,0,0,9,0,14,15,33, 148

    4 ଦିନ ଷ୍ଟ୍ରିକ

    🔍 🗞️
  2. 2

    ବନ୍ଦେ ମାତରମ

    ବନ୍ଦେ ମାତରମ

    ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।

    138 ପଠିତ (0 ଗତକାଲିଠାରୁ)23,29,27,30,36,44,20,78,138, 138

    9+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    74 ପଠିତ (↑10 ଗତକାଲିଠାରୁ)42,44,41,73,53,61,101,60,64, 74

    9+ ଦିନ ଷ୍ଟ୍ରିକ

    🔍 🗞️
  4. 4

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।

    63 ପଠିତ (↑14 ଗତକାଲିଠାରୁ)0,18,16,24,18,25,33,51,49, 63

    9 ଦିନ ଷ୍ଟ୍ରିକ

    🔍 🗞️
  5. 5

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    54 ପଠିତ (↓30 ଗତକାଲିଠାରୁ)64,87,88,61,88,60,63,54,84, 54

    9+ ଦିନ ଷ୍ଟ୍ରିକ

    🔍 🗞️
  6. 6

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    53 ପଠିତ (↑6 ଗତକାଲିଠାରୁ)75,89,94,73,78,56,103,73,47, 53

    9+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ଭାରତର ଜାତୀୟ ପତାକା

    ଭାରତର ଜାତୀୟ ପତାକା

    ଭାରତର ଜାତୀୟ ପତାକା ସଂପୂର୍ଣ୍ଣ ଭାରତ ଦେଶକୁ ପ୍ରତିନିଧିତ୍ୱ କରୁଥିବା ଏକ ପତାକା ଅଟେ । ଏହା ୧୯୪୭ ମସିହା ଜୁଲାଇ ୨୨ ତାରିଖରେ ପିଙ୍ଗଳି ଭେଙ୍କୟାଙ୍କଦ୍ୱାରା ପ୍ରସ୍ତୁତ ହୋଇଥିଲା । ପତାକାଟି ଏକ ନିର୍ଦ୍ଧିଷ୍ଟ ଶୈଳୀରେ ନିର୍ମିତ, ଯାହାର ପ୍ରତିଟି ଅଂଶର ନିର୍ଦ୍ଧିଷ୍ଟ ଅର୍ଥ ରହିଛି ।

    52 ପଠିତ (↑1 ଗତକାଲିଠାରୁ)0,0,12,21,14,24,32,35,51, 52

    8 ଦିନ ଷ୍ଟ୍ରିକ

    🔍 🗞️
  8. 8

    ଜୟୀ ରାଜଗୁରୁ

    ଜୟୀ ରାଜଗୁରୁ

    ଜୟକୃଷ୍ଣ ରାଜଗୁରୁ ମହାପାତ୍ର (୨୯ ଅକ୍ଟୋବର ୧୭୩୯ - ୬ ଡିସେମ୍ବର ୧୮୦୬) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଖୋର୍ଦ୍ଧାର ରାଜା ଗଜପତି ମୁକୁନ୍ଦ ଦେବ ଦ୍ୱିତୀୟଙ୍କ ରାଜଦରବାରରେ ରାଜକୀୟ ରାଜଗୁରୁ ହେବା ସହ ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ପ୍ରଶାସନିକ ପ୍ରତିନିଧି ମଧ୍ୟ ଥିଲେ ।

    50 ପଠିତ (↑30 ଗତକାଲିଠାରୁ)28,28,26,26,15,9,20,19,20, 50

    9+ ଦିନ ଷ୍ଟ୍ରିକ

    🔍 🗞️
  9. 9

    ସ୍ୱାଧୀନତା ଦିବସ‌ (ଭାରତ)

    ସ୍ୱାଧୀନତା ଦିବସ‌ (ଭାରତ)

    ଭାରତର ସ୍ୱାଧୀନତା ଦିବସ‌ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।

    44 ପଠିତ (↑5 ଗତକାଲିଠାରୁ)0,15,25,29,25,37,20,38,39, 44

    9 ଦିନ ଷ୍ଟ୍ରିକ

    🔍 🗞️
  10. 10

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    40 ପଠିତ (↑7 ଗତକାଲିଠାରୁ)15,36,34,25,27,19,18,32,33, 40

    9+ ଦିନ ଷ୍ଟ୍ରିକ

    🔍 🗞️
  11. 11

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    38 ପଠିତ (↓13 ଗତକାଲିଠାରୁ)28,49,40,41,54,38,29,19,51, 38

    9+ ଦିନ ଷ୍ଟ୍ରିକ

    🔍 🗞️
  12. 12

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    38 ପଠିତ (↓10 ଗତକାଲିଠାରୁ)22,40,31,30,25,26,0,21,48, 38

    3 ଦିନ ଷ୍ଟ୍ରିକ

    🔍 🗞️
  13. 13

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    35 ପଠିତ (↑2 ଗତକାଲିଠାରୁ)29,18,23,13,12,17,9,11,33, 35

    9+ ଦିନ ଷ୍ଟ୍ରିକ

    🔍 🗞️
  14. 14

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    35 ପଠିତ (↑11 ଗତକାଲିଠାରୁ)43,31,57,28,40,32,31,44,24, 35

    9+ ଦିନ ଷ୍ଟ୍ରିକ

    🔍 🗞️
  15. 15

    ଜଗନମୋହ‌ନ ଲାଲ

    ଜଗନମୋହ‌ନ ଲାଲ

    ଜଗନମୋହ‌ନ ଲାଲ (୨୫ ନଭେମ୍ବର ୧୮୩୮ - ୨୬ ଡିସେମ୍ବର ୧୯୧୩)

    32 ପଠିତ (↑32 ଗତକାଲିଠାରୁ)0,0,0,0,0,0,0,0,0, 32

    1 ଦିନ ଷ୍ଟ୍ରିକ

    🔍 🗞️
  16. 16

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    32 ପଠିତ (↓5 ଗତକାଲିଠାରୁ)22,18,26,16,25,28,7,16,37, 32

    9+ ଦିନ ଷ୍ଟ୍ରିକ

    🔍 🗞️
  17. 17

    ବାଜି ରାଉତ

    ବାଜି ରାଉତ

    ବାଜି ରାଉତ (୧୯୨୫-୧୯୩୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ । ସେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ନୀଳକଣ୍ଠପୁର ଗାଆଁରେ ଜନ୍ମ ନେଇଥିଲେ ।

    30 ପଠିତ (↑1 ଗତକାଲିଠାରୁ)16,12,20,18,20,10,15,25,29, 30

    9+ ଦିନ ଷ୍ଟ୍ରିକ

    🔍 🗞️
  18. 18

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    29 ପଠିତ (↑5 ଗତକାଲିଠାରୁ)18,14,12,20,17,13,0,18,24, 29

    3 ଦିନ ଷ୍ଟ୍ରିକ

    🔍 🗞️
  19. 19

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    29 ପଠିତ (↑7 ଗତକାଲିଠାରୁ)32,30,37,19,19,26,27,34,22, 29

    9+ ଦିନ ଷ୍ଟ୍ରିକ

    🔍 🗞️
  20. 20

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    28 ପଠିତ (↓11 ଗତକାଲିଠାରୁ)34,52,45,45,43,20,33,33,39, 28

    9+ ଦିନ ଷ୍ଟ୍ରିକ

    🔍 🗞️
  21. 21

    ସୌରୀନ୍ଦ୍ର ବାରିକ

    ସୌରୀନ୍ଦ୍ର ବାରିକ

    ସୌରୀନ୍ଦ୍ର ବାରିକ (୩ ଅକ୍ଟୋବର ୧୯୩୮ - ୨୩ ଫେବୃଆରୀ ୨୦୧୬), ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ବିଂଶ ଶତାବ୍ଦୀର ଷାଠିଏ ଦଶକରୁ ସାହିତ୍ୟ ରଚନାରେ ସକ୍ରିୟ ଥିବା ସୌରୀନ୍ଦ୍ରଙ୍କର ଏଯାବତ କୋଡ଼ିଏଟି କବିତା ଗ୍ରନ୍ଥ ଓ ନ'ଟି ସମାଲୋଚନା ଗ୍ରନ୍ଥ ପ୍ରକାଶିତ ହୋଇସାରିଛି ।

    28 ପଠିତ (↑28 ଗତକାଲିଠାରୁ)0,0,0,0,0,0,0,0,0, 28

    1 ଦିନ ଷ୍ଟ୍ରିକ

    🔍 🗞️
  22. 22

    ବିଜୟ କୁମାର ଶତପଥୀ

    ବିଜୟ କୁମାର ଶତପଥୀ

    ବିଜୟ କୁମାର ଶତପଥୀ, ଜଣେ ଓଡ଼ିଆ ଭାରୋତ୍ତଳକ ଥିଲେ । କୌଣସି ଆନ୍ତରାଷ୍ଟ୍ରୀୟ ପ୍ରତିଯୋଗୀତାରେ ପଦକ ଜିତିବାରେ ସେ ଥିଲେ ପ୍ରଥମ ଓଡ଼ିଆ ଖେଳାଳି ।

    28 ପଠିତ (↑28 ଗତକାଲିଠାରୁ)0,0,11,20,0,0,0,0,0, 28

    1 ଦିନ ଷ୍ଟ୍ରିକ

    🔍 🗞️
  23. 23

    ଜନ ଗଣ ମନ

    ଜନ ଗଣ ମନ

    ଜନ ଗଣ ମନ' ଭାରତର ଜାତୀୟ ସଙ୍ଗୀତ ଅଟେ । ଏହା ୨୪ ଜାନୁଆରୀ ୧୯୫୦ରେ ସମ୍ବିଧାନ ସଭାଦ୍ୱାରା ସରକାରୀ ଭାବେ ଗ୍ରହଣ କରାଯାଇଥିଲା । ୨୭ ଡିସେମ୍ବର ୨୦୧୧ରେ ଏହାର ପ୍ରଥମ ଗାନର ଶତବର୍ଷ ପାଳନ କରାଯାଇଥିଲା ।

    26 ପଠିତ (↑10 ଗତକାଲିଠାରୁ)12,0,16,14,10,14,0,0,16, 26

    2 ଦିନ ଷ୍ଟ୍ରିକ

    🔍 🗞️
  24. 24

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    26 ପଠିତ (↓14 ଗତକାଲିଠାରୁ)15,23,18,13,21,33,23,26,40, 26

    9+ ଦିନ ଷ୍ଟ୍ରିକ

    🔍 🗞️
  25. 25

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    25 ପଠିତ (↑1 ଗତକାଲିଠାରୁ)28,34,26,26,30,32,26,23,24, 25

    9+ ଦିନ ଷ୍ଟ୍ରିକ

    🔍 🗞️
  26. 26

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    24 ପଠିତ (↑11 ଗତକାଲିଠାରୁ)0,11,21,0,14,0,0,13,13, 24

    3 ଦିନ ଷ୍ଟ୍ରିକ

    🔍 🗞️
  27. 27

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    23 ପଠିତ (↓5 ଗତକାଲିଠାରୁ)25,25,20,19,26,14,15,18,28, 23

    9+ ଦିନ ଷ୍ଟ୍ରିକ

    🔍 🗞️
  28. 28

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    23 ପଠିତ (↑14 ଗତକାଲିଠାରୁ)14,60,111,16,25,0,8,9,9, 23

    4 ଦିନ ଷ୍ଟ୍ରିକ

    🔍 🗞️
  29. 29

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।

    23 ପଠିତ (↑23 ଗତକାଲିଠାରୁ)0,0,0,14,0,31,0,0,0, 23

    1 ଦିନ ଷ୍ଟ୍ରିକ

    🔍 🗞️
  30. 30

    ଚିତଉ

    ଚିତଉ

    ଚିତଉ ଓଡ଼ିଶାରେ ତିଆରି ହେଉଥିବା ଏକ ପ୍ରକାରର ପିଠା । ଏହା ଶ୍ରାବଣ ମାସରେ ପାଳିତ ଓଡ଼ିଆ ଗଣପର୍ବ ଚିତାଲାଗି ଅମାବାସ୍ୟାରେ ଜଗନ୍ନାଥଙ୍କ ନିକଟରେ ଭୋଗ ଭାବେ ମଧ୍ୟ ଲାଗି ହୋଇଥାଏ ଓ ଏହା ଛପନ ଭୋଗ ମଧ୍ୟରୁ ଅନ୍ୟତମ । ଏହା ଗେଣ୍ଡେଇକଟା ଓଷା ନାମରେ ଉତ୍ତର ଓଡ଼ିଶାରେ ପାଳିତ ହୋଇଥାଏ ।ଓଡ଼ିଶାର ଚାଷୀ ଲୋକ ସେହି ଦିନ ଧାନ କିଆରୀରେ ଚିତଉ ପିଠା ପୋତିଥାନ୍ତି କାରଣ ଏହି ଦିନ ଗେଣ୍ଡାମାନଙ୍କୁ ପିଠା ଖାଇବାକୁ ଦେଲେ ସେମାନେ ଘରେ କାହାକୁ କାମୁଡ଼ନ୍ତି ନାହିଁ ବୋଲି ଲୋକବିଶ୍ୱାସ ରହିଛି ।

    22 ପଠିତ (↑22 ଗତକାଲିଠାରୁ)0,0,0,0,0,0,0,0,0, 22

    1 ଦିନ ଷ୍ଟ୍ରିକ

    🔍 🗞️
  31. 31

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    22 ପଠିତ (↑6 ଗତକାଲିଠାରୁ)11,18,23,13,13,0,14,9,16, 22

    4 ଦିନ ଷ୍ଟ୍ରିକ

    🔍 🗞️
  32. 32

    ବୀର ସୁରେନ୍ଦ୍ର ସାଏ

    ବୀର ସୁରେନ୍ଦ୍ର ସାଏ

    ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।

    22 ପଠିତ (↓8 ଗତକାଲିଠାରୁ)0,0,11,0,0,0,7,12,30, 22

    4 ଦିନ ଷ୍ଟ୍ରିକ

    🔍 🗞️
  33. 33

    ଶ୍ରୀ ଅରବିନ୍ଦ

    ଶ୍ରୀ ଅରବିନ୍ଦ

    ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).

    21 ପଠିତ (↑1 ଗତକାଲିଠାରୁ)0,0,10,0,12,13,0,0,20, 21

    2 ଦିନ ଷ୍ଟ୍ରିକ

    🔍 🗞️
  34. 34

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    21 ପଠିତ (↓21 ଗତକାଲିଠାରୁ)16,29,22,17,37,15,17,30,42, 21

    9+ ଦିନ ଷ୍ଟ୍ରିକ

    🔍 🗞️
  35. 35

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.

    21 ପଠିତ (↑9 ଗତକାଲିଠାରୁ)0,0,12,12,0,12,0,13,12, 21

    3 ଦିନ ଷ୍ଟ୍ରିକ

    🔍 🗞️
  36. 36

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।

    20 ପଠିତ (↑7 ଗତକାଲିଠାରୁ)16,38,29,15,0,23,9,0,13, 20

    2 ଦିନ ଷ୍ଟ୍ରିକ

    🔍 🗞️
  37. 37

    ଲକ୍ଷ୍ମଣ ନାୟକ

    ଲକ୍ଷ୍ମଣ ନାୟକ

    ସହୀଦ ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯–୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାରେ ଜନ୍ମିତ ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ ।

    20 ପଠିତ (↑20 ଗତକାଲିଠାରୁ)0,0,15,0,11,0,0,0,0, 20

    1 ଦିନ ଷ୍ଟ୍ରିକ

    🔍 🗞️
  38. 38

    ଅକ୍ଷାଂଶ

    ଅକ୍ଷାଂଶ

    ନିରକ୍ଷବୃତ୍ତଠାରୁ ଉତ୍ତର ବା ଦକ୍ଷିଣ ଦିଗରେ କୌଣସି ସ୍ଥାନର ଦୁରତ୍ୱର କୌଣିକ ପରିମାଣକୁ ଅକ୍ଷାଂଶ କୁହାଯାଏ୤ ବିଷୁବରେଖାର ଏକ ସମାନ୍ତରରେ ଅବସ୍ଥିତ ସମସ୍ତ ଅକ୍ଷାଂଶ (latitude) ଏକ ୤ ଅକ୍ଷାଂଶ ଉତ୍ତର ଦିଗରେ ବା ଦକ୍ଷିଣ ଦିଗରେ ଶୁନ୍ୟ ଡିଗ୍ରୀଠାରୁ ୯୦ ଡିଗ୍ରୀ ପର୍ଯ୍ୟନ୍ତ ଗଣନା କରାଯାଏ ୤

    20 ପଠିତ (↑10 ଗତକାଲିଠାରୁ)0,0,0,0,11,0,0,0,10, 20

    2 ଦିନ ଷ୍ଟ୍ରିକ

    🔍 🗞️
  39. 39

    ରତ୍ନାକର ଚଇନି

    ରତ୍ନାକର ଚଇନି

    ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।

    19 ପଠିତ (↑19 ଗତକାଲିଠାରୁ)0,0,15,0,10,0,0,0,0, 19

    1 ଦିନ ଷ୍ଟ୍ରିକ

    🔍 🗞️
  40. 40

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର (ଜନ୍ମ ୧୭ ସେପ୍ଟେମ୍ବର ୧୯୩୭) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ କବି ଓ ସାହିତ୍ୟ ସମାଲୋଚକ ।

    19 ପଠିତ (↑19 ଗତକାଲିଠାରୁ)0,0,0,0,0,0,0,0,0, 19

    1 ଦିନ ଷ୍ଟ୍ରିକ

    🔍 🗞️
  41. 41

    ଆଉରଙ୍ଗଜେବ

    ଆଉରଙ୍ଗଜେବ

    ଆଉରଙ୍ଗଜେବ ଭାରତର ଜଣେ ମୋଗଲ ସମ୍ରାଟ ଓ ଶାହଜାହାନଙ୍କ ପୁତ୍ର ଥିଲେ । ପିତାଙ୍କୁ ବନ୍ଦୀ କରିବା ପରେ ଆଉରଙ୍ଗଜେବ ୧୬୫୮ ଖ୍ରୀଷ୍ଟାବ୍ଦରେ ଆଗ୍ରାଠାରେ ସିଂହାସନ ଆରୋହଣ କରିଥିଲେ । ୧୬୫୯ରେ ସେ ଦିଲ୍ଲୀର ମହାସମାରୋହରେ ତାଙ୍କର ଅଭିଷେକ କରେଇ ନିଜକୁ ଆଲମଗିରି ବା ପୃଥିବୀ-ବିଜୟୀ ଉପାଧିରେ ଭୂଷିତ କରେଇଥିଲେ ।

    18 ପଠିତ (↑18 ଗତକାଲିଠାରୁ)0,0,0,0,0,0,0,0,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  42. 42

    ଜଗନ୍ନାଥ

    ଜଗନ୍ନାଥ

    18 ପଠିତ (↓5 ଗତକାଲିଠାରୁ)14,22,31,29,35,19,24,20,23, 18

    9+ ଦିନ ଷ୍ଟ୍ରିକ

    🔍 🗞️
  43. 43

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।

    17 ପଠିତ (↓22 ଗତକାଲିଠାରୁ)0,14,0,0,10,0,8,14,39, 17

    4 ଦିନ ଷ୍ଟ୍ରିକ

    🔍 🗞️
  44. 44

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    17 ପଠିତ (↑6 ଗତକାଲିଠାରୁ)32,17,28,20,15,23,9,21,11, 17

    9+ ଦିନ ଷ୍ଟ୍ରିକ

    🔍 🗞️
  45. 45

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    17 ପଠିତ (0 ଗତକାଲିଠାରୁ)14,25,31,23,24,20,11,32,17, 17

    9+ ଦିନ ଷ୍ଟ୍ରିକ

    🔍 🗞️
  46. 46

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    17 ପଠିତ (↓16 ଗତକାଲିଠାରୁ)20,48,29,0,13,16,14,14,33, 17

    6 ଦିନ ଷ୍ଟ୍ରିକ

    🔍 🗞️
  47. 47

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    16 ପଠିତ (0 ଗତକାଲିଠାରୁ)17,31,23,21,11,0,0,9,16, 16

    3 ଦିନ ଷ୍ଟ୍ରିକ

    🔍 🗞️
  48. 48

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    16 ପଠିତ (↓5 ଗତକାଲିଠାରୁ)25,18,23,43,25,25,23,28,21, 16

    9+ ଦିନ ଷ୍ଟ୍ରିକ

    🔍 🗞️
  49. 49

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    15 ପଠିତ (↓5 ଗତକାଲିଠାରୁ)24,31,35,12,14,10,9,14,20, 15

    9+ ଦିନ ଷ୍ଟ୍ରିକ

    🔍 🗞️
  50. 50

    କାଳିଜାଈ

    କାଳିଜାଈ

    କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ୱୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ୱୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ୱତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  51. 51

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ (୯ ଜୁନ ୧୯୩୧-୪ ଅଗଷ୍ଟ ୨୦୦୬ ), ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଜଣେ ଲେଖିକା ଥିଲେ । ସେ ଓଡ଼ିଶାର ଲୌହମାନବୀ ରୂପେ ସୁପରିଚିତ। । ସେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ । ୧୯୭୨ରୁ ୧୯୭୩ ଓ ୧୯୭୪ରୁ ୧୯୭୬ ମସିହାରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ।

    15 ପଠିତ (↑15 ଗତକାଲିଠାରୁ)0,10,18,14,20,15,19,20,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  52. 52

    ରାଣୀ ଲକ୍ଷ୍ମୀବାଈ

    ରାଣୀ ଲକ୍ଷ୍ମୀବାଈ

    ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।

    15 ପଠିତ (↑6 ଗତକାଲିଠାରୁ)0,0,0,11,0,0,0,13,9, 15

    3 ଦିନ ଷ୍ଟ୍ରିକ

    🔍 🗞️
  53. 53

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    15 ପଠିତ (↑6 ଗତକାଲିଠାରୁ)12,14,0,10,12,0,11,14,9, 15

    4 ଦିନ ଷ୍ଟ୍ରିକ

    🔍 🗞️
  54. 54

    ଲାଲ-ବାଲ-ପାଲ

    ଲାଲ-ବାଲ-ପାଲ

    ଲାଲ-ବାଲ-ପାଲ (ଲାଲା ଲାଜପତ ରାୟ, ବାଳ ଗଙ୍ଗାଧର ତିଳକ, ବିପୀନ ଚନ୍ଦ୍ର ପାଲ) ବ୍ରିଟିଶ ରାଜ୍ୟରେ ରାଷ୍ଟ୍ରବାଦୀର ବ୍ରିଟିଶ-ଶାସିତ ଭାରତ 1905 - 1918 ମସିହା ପର୍ଯ୍ୟନ୍ତ, 20ବିଂ ଶତାବ୍ଦୀରେ ତ୍ରୟୀବାର ଥିଲେ । ସେମାନେ ସ୍ୱଦେଶୀ ଆନ୍ଦୋଳନର ଓକିଲାତି କରିଥିଲେ, ଯେଉଁଥିରେ ସମସ୍ତ ଆୟତିତ ବସ୍ତୁମାନଙ୍କର ବହିଷ୍କାର ଏବଂ 1907 ମସିହାରେ ବିଭାଜନ ବିରୋଧ ଅନୁସାରେ ଭାରତୀୟ ମାନଙ୍କଦ୍ୱାରା ତିଆରି ବସ୍ତୁମାନଙ୍କର ଉପଯୋଗ ସାମିଲ ଥିଲା, ଯାହା ବେଙ୍ଗଲରେ 1905 ମସିହାରେ ଆରମ୍ଭ ହୋଇଥିଲା ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  55. 55

    ଇରା ମହାନ୍ତି

    ଇରା ମହାନ୍ତି

    ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍‌ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍‌ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍‌ବୁଲ୍‌ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।

    15 ପଠିତ (↑15 ଗତକାଲିଠାରୁ)0,14,0,0,14,13,9,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  56. 56

    ଦୀନକୃଷ୍ଣ ଦାସ

    ଦୀନକୃଷ୍ଣ ଦାସ

    ଦୀନକୃଷ୍ଣ ଦାସ ସପ୍ତଦଶ ଶତାବ୍ଦୀର ଜଣେ ଓଡ଼ିଶୀ ସଙ୍ଗୀତକାର, ରୀତି ଓ ଭକ୍ତି କବି । ସେ ରସକଲ୍ଲୋଳ ନାମକ କୃଷ୍ଣଲୀଳା ସମ୍ବଳିତ ଛାନ୍ଦକାବ୍ୟ ପାଇଁ ଜନାଦୃତ ।

    15 ପଠିତ (↑2 ଗତକାଲିଠାରୁ)0,0,0,0,0,0,0,9,13, 15

    3 ଦିନ ଷ୍ଟ୍ରିକ

    🔍 🗞️
  57. 57

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    14 ପଠିତ (↑14 ଗତକାଲିଠାରୁ)15,10,0,0,24,9,8,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  58. 58

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ (୨୫ ଅଗଷ୍ଟ ୧୯୧୧ - ୨୧ ଫେବୃଆରୀ, ୨୦୦୦) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଓଡ଼ିଆ କବି ଥିଲେ । ତାଙ୍କର କବିତା ଗୁଡ଼ିକରେ ସ୍ୱଦେଶ ପ୍ରୀତି ଓ ସୌନ୍ଦର୍ଯ୍ୟର ଅନୁଭୂତି ଲକ୍ଷ୍ୟ କରାଯାଇଥାଏ । ସବୁଜ ଗୋଷ୍ଠୀର ସାହିତ୍ୟ ସାଧନା କାଳରେ ଏକକ କବି ଭାବରେ ସେ ପରିଚିତ ଥିଲେ ।

    14 ପଠିତ (↓23 ଗତକାଲିଠାରୁ)11,30,14,11,12,0,0,25,37, 14

    3 ଦିନ ଷ୍ଟ୍ରିକ

    🔍 🗞️
  59. 59

    ଓଡ଼ିଆ ସାହିତ୍ୟର ଇତିହାସ

    ଓଡ଼ିଆ ସାହିତ୍ୟର ଇତିହାସ

    ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  60. 60

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ, ଓଡ଼ିଶାର ରାଜ୍ୟ ସଙ୍ଗୀତ ଅଟେ । ଏହା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କଦ୍ୱାରା ରଚିତ । ଏହି ଗୀତକୁ ୧୯୧୨ ମସିହାରେ ବାଲେଶ୍ୱରଠାରେ ଅନୁଷ୍ଠିତ ଉତ୍କଳ ସମ୍ମିଳନୀ ଅଧିବେଶନରେ ପ୍ରଥମଥର ପାଇଁ ଗାନ କରାଯାଇଥିଲା ।

    13 ପଠିତ (↓1 ଗତକାଲିଠାରୁ)17,14,11,13,0,0,0,0,14, 13

    2 ଦିନ ଷ୍ଟ୍ରିକ

    🔍 🗞️
  61. 61

    ଶୁଭକାନ୍ତ ସାହୁ

    ଶୁଭକାନ୍ତ ସାହୁ

    ଶୁଭକାନ୍ତ ସାହୁ (ମୃତ୍ୟୁ: ୨୨ ମାର୍ଚ୍ଚ ୨୦୦୮) ଜଣେ ଓଡ଼ିଆ ଅଭିନେତା ଥିଲେ, ଯିଏକି ଓଡ଼ିଆ ଆଲବମ୍ ଜଗତରେ ପପୁ ନାମରେ ବେଶ୍ ଜଣାଶୁଣା ଥିଲେ । ୨୦୦୫ ମସିହାରେ ପ୍ରଥମ ପ୍ରେମ କଥାଚିତ୍ର ଜରିଆରେ ସେ ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା ଆରମ୍ଭ କରିଥିଲେ, ଯାହାକି ତାଙ୍କ ଅଭିନୀତ ଏକମାତ୍ର ଓଡ଼ିଆ କଥାଚିତ୍ର ଥିଲା ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  62. 62

    କେଶବ କୋଇଲି

    କେଶବ କୋଇଲି

    କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚ‍ଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚ‍ଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।

    13 ପଠିତ (↑13 ଗତକାଲିଠାରୁ)0,0,0,0,16,9,0,10,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  63. 63

    ବିଶ୍ୱନାଥ କର

    ବିଶ୍ୱନାଥ କର

    ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।

    13 ପଠିତ (↑13 ଗତକାଲିଠାରୁ)0,10,0,0,18,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  64. 64

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି

    ଅନୁସୂଚିତ ଜାତି ଭାରତୀୟ ସମ୍ବିଧାନର ଅନୁସୂଚିତ ଧାରା ଅନୁସାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀକୁ ବୁଝାଏ । ଜାତିଗତ ଦୃଷ୍ଟିରୁ ଦଳିତ ଓ ହରିଜନ ଆଦି ନାମ ମଧ୍ୟ ଅନୁସୂଚିତ ଜାତି ପାଇଁ ବ୍ୟବହାର କରାଯାଏ ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    ଭାରତୀୟ ସ୍ୱାଧୀନତା ଆନ୍ଦୋଳନ

    ଭାରତୀୟ ସ୍ୱାଧୀନତା ଆନ୍ଦୋଳନ

    ଭାରତୀୟ ସ୍ୱାଧୀନତା ଆନ୍ଦୋଳନ, ହେଉଛି ଭାରତରେ ବ୍ରିଟିଶ ଶାସନର ଅନ୍ତ କରିବା ଲକ୍ଷ୍ୟରେ ଘଟିଥିବା ବିଭିନ୍ନ ଘଟଣାବଳୀଗୁଡ଼ିକର ଶୃଙ୍ଖଳା । ଏହି ଆନ୍ଦୋଳନ ସମୁଦାୟ ୯୦ ବର୍ଷ (୧୮୫୭-୧୯୪୭) ପର୍ଯ୍ୟନ୍ତ ବିସ୍ତାର କରିଥିଲା ​​।

    13 ପଠିତ (↓11 ଗତକାଲିଠାରୁ)17,0,0,0,17,11,14,11,24, 13

    6 ଦିନ ଷ୍ଟ୍ରିକ

    🔍 🗞️
  66. 66

    ମଙ୍ଗଳା କିଶାନ

    ମଙ୍ଗଳା କିଶାନ

    ମଙ୍ଗଳା କିଶାନ (ଜନ୍ମ: ୬ ଜୁନ ୧୯୪୭) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର ଜଣେ ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭା ଏବଂ ରାଜ୍ୟ ସଭାରେ ସଦସ୍ୟ ଭାବରେ କାର୍ଯ୍ୟ କରିଛନ୍ତି । ମଙ୍ଗଳା କିଶାନ ୦୩ ଅପ୍ରେଲ ୨୦୦୮ରେ ଓଡ଼ିଶାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୦୨ ଅପ୍ରେଲ ୨୦୧୪ ଯାଏଁ ୬ବର୍ଷ ଧରି ସେଠାରେ କାର୍ଯ୍ୟ କରିଥିଲେ । ସେ ରାଜଗାଙ୍ଗପୁର ବିଧାନ ସଭା ମଣ୍ଡଳୀରୁ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ରାଜ୍ୟ ସଭା ସାଂସଦ ଥିବାବେଳେ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦାବି ଉପସ୍ଥାପନ କରିଥିଲେ, ତାଙ୍କ ସହ ଆଉ ୧୩ ଜଣ ସାଂସଦ ମଧ୍ୟ ଏହି ଉଦ୍ୟମରେ ଥିଲେ ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  67. 67

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    13 ପଠିତ (↓22 ଗତକାଲିଠାରୁ)21,27,28,21,28,17,0,12,35, 13

    3 ଦିନ ଷ୍ଟ୍ରିକ

    🔍 🗞️
  68. 68

    କଳିଙ୍ଗ ଯୁଦ୍ଧ

    କଳିଙ୍ଗ ଯୁଦ୍ଧ

    ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି ।

    13 ପଠିତ (↑3 ଗତକାଲିଠାରୁ)11,0,10,0,0,22,0,11,10, 13

    3 ଦିନ ଷ୍ଟ୍ରିକ

    🔍 🗞️
  69. 69

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    12 ପଠିତ (↑1 ଗତକାଲିଠାରୁ)15,19,21,17,10,20,13,17,11, 12

    9+ ଦିନ ଷ୍ଟ୍ରିକ

    🔍 🗞️
  70. 70

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    12 ପଠିତ (↓7 ଗତକାଲିଠାରୁ)23,16,22,33,28,13,15,17,19, 12

    9+ ଦିନ ଷ୍ଟ୍ରିକ

    🔍 🗞️
  71. 71

    ତପସ୍ୱିନୀ

    ତପସ୍ୱିନୀ

    ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,10,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  72. 72

    କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ

    କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ

    ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ (୧୮୯୨-୧୯୭୪) ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିଠାରେ ଜନ୍ମିତ ଜଣେ ଶାସକ ଓ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ନେତୃତ୍ୱ ସ୍ଥାନୀୟ ବ୍ୟକ୍ତିତ୍ୱ ଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର

    ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର

    ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  74. 74

    ଯକ୍ଷ୍ମା

    ଯକ୍ଷ୍ମା

    ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସ‌ହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।

    12 ପଠିତ (↑12 ଗତକାଲିଠାରୁ)12,20,35,50,51,14,12,13,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ଜୟ ଜଗନ୍ନାଥ

    ଜୟ ଜଗନ୍ନାଥ

    ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ବହୁଭାଷି କଥାଚିତ୍ର ଜୟ ଜଗନ୍ନାଥ ୨୦୦୭ ମସିହା ରଥଯାତ୍ରା ଅବସରରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟି ଓଡ଼ିଆ ଓ ହିନ୍ଦୀ ଭାଷାରେ ତିଆରି କରାଯାଇଥିଲା । ପରେ ଏହାକୁ ଇଂରାଜୀ ସମେତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଦିତ କରାଯାଇ ଥିଲା ।

    12 ପଠିତ (↓2 ଗତକାଲିଠାରୁ)11,12,16,15,16,9,8,14,14, 12

    9+ ଦିନ ଷ୍ଟ୍ରିକ

    🔍 🗞️
  76. 76

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    12 ପଠିତ (↑2 ଗତକାଲିଠାରୁ)25,22,25,14,9,16,17,16,10, 12

    9+ ଦିନ ଷ୍ଟ୍ରିକ

    🔍 🗞️
  77. 77

    ଇଲେକ୍ଟ୍ରୋନିକ କମର୍ସ

    ଇଲେକ୍ଟ୍ରୋନିକ କମର୍ସ

    ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପ୍ୟୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।

    12 ପଠିତ (↓6 ଗତକାଲିଠାରୁ)0,0,0,18,0,0,0,29,18, 12

    3 ଦିନ ଷ୍ଟ୍ରିକ

    🔍 🗞️
  78. 78

    ବଳରାମ ଦାସ

    ବଳରାମ ଦାସ

    ବଳରାମ ଦାସ ପଞ୍ଚଦଶ ଶତାବ୍ଦୀର ଓଡ଼ିଆ ସନ୍ଥକବି ଓ ପଞ୍ଚସଖାଙ୍କ ମଧ୍ୟରୁ ଜ୍ୟେଷ୍ଠ । ସେ ଓଡ଼ିଆରେ ଅନେକ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିଛନ୍ତି । ଦାଣ୍ଡି ବା ଜଗମୋହନ ରାମାୟଣ ଓ ଲକ୍ଷ୍ମୀ ପୁରାଣ ତହିଁ ମଧ୍ୟରୁ ଅନ୍ୟତମ ।

    11 ପଠିତ (↓1 ଗତକାଲିଠାରୁ)16,18,18,11,12,0,0,14,12, 11

    3 ଦିନ ଷ୍ଟ୍ରିକ

    🔍 🗞️
  79. 79

    ଓଡ଼ିଶାର ଇତିହାସ

    ଓଡ଼ିଶାର ଇତିହାସ

    ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.

    11 ପଠିତ (↑11 ଗତକାଲିଠାରୁ)11,18,10,11,0,0,7,17,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ (୧୧ ଜୁନ ୧୯୧୨-୨୫ ଜୁନ ୧୯୮୭) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ । ୧୯୫୦ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ସପ୍ତଶଯ୍ୟାର ସେ କାହାଣୀ, ଚିତ୍ରନାଟ୍ୟ, ଗୀତ ଓ ସଂଳାପ ରଚନା କରିଥିଲେ ।

    11 ପଠିତ (↓3 ଗତକାଲିଠାରୁ)0,12,0,0,0,18,10,12,14, 11

    5 ଦିନ ଷ୍ଟ୍ରିକ

    🔍 🗞️
  81. 81

    ରାମଶଙ୍କର ରାୟ

    ରାମଶଙ୍କର ରାୟ

    ରାମଶଙ୍କର ରାୟ (୨୫ ମଇ ୧୮୫୭ - ୧୩ ସେପ୍ଟେମ୍ବର ୧୯୩୧) ଜଣେ ଓଡ଼ିଆ ସାହିତ୍ୟିକ ଥିଲେ, ସେ ଆଧୁନିକ ଓଡ଼ିଆ ନାଟକର ଜନକ ଭାବେ ପରିଚିତ । ୧୮୫୭ ମସିହା ଜ୍ଯେଷ୍ଠ ଶୁକ୍ଳ ଦ୍ୱିତୀୟା ତିଥିରେ ସେ ଅସୁରେଶ୍ୱର ଅନ୍ତର୍ଗତ ଦିକ୍ଷୀତପଡ଼ାରେ ଏକ ସମ୍ଭ୍ରାନ୍ତ ପରିବାରରେ ଜନ୍ମ ନେଇଥିଲେ । ସେ ନଟବର ରାମଶଙ୍କର ରାୟ ଭାବେ ଜଣା ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ବଂଶୀଧର ଦାସ

    ବଂଶୀଧର ଦାସ

    ବଂଶୀଧର ଦାସ ଓଡ଼ିଶାରେ ଜନ୍ମିତ ଜଣେ ଜଣାଶୁଣା ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  83. 83

    ଦ୍ୱିତୀୟ ବିଶ୍ୱଯୁଦ୍ଧ

    ଦ୍ୱିତୀୟ ବିଶ୍ୱଯୁଦ୍ଧ

    ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋ‍ଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।

    11 ପଠିତ (↑2 ଗତକାଲିଠାରୁ)0,0,0,0,11,0,0,0,9, 11

    2 ଦିନ ଷ୍ଟ୍ରିକ

    🔍 🗞️
  84. 84

    ହୀରାକୁଦ ବନ୍ଧ

    ହୀରାକୁଦ ବନ୍ଧ

    ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.

    11 ପଠିତ (↑11 ଗତକାଲିଠାରୁ)16,13,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ ।

    10 ପଠିତ (↓16 ଗତକାଲିଠାରୁ)17,16,14,0,15,11,16,0,26, 10

    2 ଦିନ ଷ୍ଟ୍ରିକ

    🔍 🗞️
  86. 86

    ପାଇକ ବିଦ୍ରୋହ

    ପାଇକ ବିଦ୍ରୋହ

    ୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,14,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  87. 87

    କାର୍ତ୍ତିକ ଚନ୍ଦ୍ର ରଥ

    କାର୍ତ୍ତିକ ଚନ୍ଦ୍ର ରଥ

    କାର୍ତ୍ତିକ ଚନ୍ଦ୍ର ରଥ (୨୧ ମାର୍ଚ୍ଚ ୧୯୪୯ - ୧ ଅପ୍ରେଲ ୨୦୧୯) ଜଣେ ଓଡ଼ିଆ ନାଟ୍ୟକାର ।

    10 ପଠିତ (↑10 ଗତକାଲିଠାରୁ)0,0,0,11,0,0,0,9,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  88. 88

    ହରେକୃଷ୍ଣ ମହତାବ

    ହରେକୃଷ୍ଣ ମହତାବ

    ହରେକୃଷ୍ଣ ମହତାବ (୨୧ ନଭେମ୍ବର ୧୮୯୯ -୨ ଜାନୁଆରୀ ୧୯୮୭) ଜଣେ ଲେଖକ ଓ ଭାରତୀୟ ଜାତୀୟ କଂଗ୍ରେସ ନେତା ଥିଲେ । ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ୧୯୪୬-୫୦ ଯାଏଁ କାମ କରିଥିଲେ । ସେ ଉତ୍କଳ କେଶରୀ ନାମରେ ମଧ୍ୟ ଜଣାଶୁଣା ।

    10 ପଠିତ (↑10 ଗତକାଲିଠାରୁ)0,0,0,15,0,13,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ଭୁବନେଶ୍ୱର

    ଭୁବନେଶ୍ୱର

    ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  90. 90

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।

    10 ପଠିତ (↑10 ଗତକାଲିଠାରୁ)12,0,0,16,0,9,10,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  91. 91

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    10 ପଠିତ (↓5 ଗତକାଲିଠାରୁ)0,0,0,15,0,0,8,11,15, 10

    4 ଦିନ ଷ୍ଟ୍ରିକ

    🔍 🗞️
  92. 92

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    10 ପଠିତ (↓1 ଗତକାଲିଠାରୁ)21,32,11,12,0,0,0,0,11, 10

    2 ଦିନ ଷ୍ଟ୍ରିକ

    🔍 🗞️
  93. 93

    ବିଜୟ ମିଶ୍ର

    ବିଜୟ ମିଶ୍ର

    ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମ‌ସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    ଭାରତ

    ଭାରତ

    ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

    10 ପଠିତ (↑10 ଗତକାଲିଠାରୁ)0,13,14,14,16,9,0,16,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    10 ପଠିତ (↑10 ଗତକାଲିଠାରୁ)21,20,17,21,11,11,12,18,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ସ୍ତନ୍ୟପାୟୀ

    ସ୍ତନ୍ୟପାୟୀ

    ସ୍ତନ୍ୟପାୟୀ (English: Mammal; ଶ୍ରେଣୀ Mammalia ) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।

    9 ପଠିତ (↑9 ଗତକାଲିଠାରୁ)0,10,0,16,0,0,8,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  97. 97

    ବିଜୁ ପଟ୍ଟନାୟକ

    ବିଜୁ ପଟ୍ଟନାୟକ

    ବିଜୟାନନ୍ଦ ପଟ୍ଟନାୟକ (ବିଜୁ ପଟ୍ଟନାୟକ ଓ ବିଜୁ ବାବୁ ନାମରେ ମଧ୍ୟ ପରିଚିତ, ୫ ମାର୍ଚ୍ଚ ୧୯୧୬ – ୧୭ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୈତିକ ନେତା, ବୈମାନିକ ଓ ଶିଳ୍ପପତି ଥିଲେ । ୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ପର୍ଯ୍ୟନ୍ତ ସେ ଦୁଇ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ।

    9 ପଠିତ (↓1 ଗତକାଲିଠାରୁ)0,0,0,0,0,0,0,0,10, 9

    2 ଦିନ ଷ୍ଟ୍ରିକ

    🔍 🗞️
  98. 98

    ରାମକୃଷ୍ଣ ନନ୍ଦ

    ରାମକୃଷ୍ଣ ନନ୍ଦ

    ରାମକୃଷ୍ଣ ନନ୍ଦ (୨୫ ଫେବୃଆରୀ ୧୯୦୬ - ୨୮ ସେପ୍ଟେମ୍ବର ୧୯୯୪) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଶିଶୁ ସାହିତ୍ୟକ ଓ ଗୀତିକାର । ସେ ଛାପାଖାନା ଓ ମୁଦ୍ରଣାଳୟ ପ୍ରତିଷ୍ଠା କରି, ବହୁ ଓଡ଼ିଆ ପୁସ୍ତକ ଓ ପତ୍ରିକା ପ୍ରକାଶନା କରିଥିଲେ । ତାଙ୍କ ରଚିତ ଆହେ ଦୟାମୟ ବିଶ୍ୱ ବିହାରୀ ଓଡ଼ିଶାର ବହୁ ବିଦ୍ୟାଳୟରେ ପ୍ରାର୍ଥନା ଭାବରେ ଗାନ କରାଯାଏ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ପଶ୍ଚିମ ଓଡ଼ିଶା

    ପଶ୍ଚିମ ଓଡ଼ିଶା

    ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ପୂରଣବାଚକ ସଂଖ୍ୟା

    ପୂରଣବାଚକ ସଂଖ୍ୟା

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: