ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଭାରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ଼ ରାଜନୈତିକ ଦଳ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ସଂକ୍ଷେପରେ "ଆରଏସଏସ") ଏକ ଭାରତୀୟ ଦକ୍ଷିଣପନ୍ଥୀ, ହିନ୍ଦୁ ଜାତୀୟତାବାଦୀ, ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ । ଆରଏସଏସ ହେଉଛି ସଂଘ ପରିବାରର ନାମକ ଏକ ବୃହତ ସଂସ୍ଥାସମୂହର ମୂଳ ସଂଗଠନ ଏବଂ ତାହା ଭାରତୀୟ ସମାଜର ସମସ୍ତ ଦିଗରେ ଉପସ୍ଥିତି ରହିଛି । ଆରଏସଏସ ୧୯୨୫ ସେପ୍ଟେମ୍ବର ୨୭ରେ ସ୍ଥାପିତ ହୋଇଥିଲା । ୨୦୧୪ ବେଳକୁ ଏହାର ସଦସ୍ୟତା ଥିଲା ୫୦-୬୦ ଲକ୍ଷ (୫-୬ ନିୟୁତ) ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ରାଇମତି ଘିଉରିଆ କୋରାପୁଟ ଜିଲ୍ଲାର ନୁଆଗୁଡା ଗ୍ରାମରେ ଜନ୍ମିତ ଏବଂ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ଡକ୍ଟରେଟ ଉପାଧୀରେ ସମ୍ମାନିତ ଚାଷୀ । ସେ ୭୨ ସ୍ୱଦେଶୀ ଧାନ ବିହନ କିସମ ସହିତ ୩୦ କିସମର ମାଣ୍ଡିଆ ନିଜ ଜମିରେ ଚାଷ କରି ସେଗୁଡିକର ସଂରକ୍ଷଣ କରିପାରିଛନ୍ତି । ଭିନ୍ନ ଭିନ୍ନ କିସମର ମାଣ୍ଡିଆ ଚାଷରେ ତାଙ୍କର ପାରଦର୍ଶିତା ଯୋଗୁଁ କୋରାପୁଟ ଜିଲ୍ଲାରେ ସେ ମଧ୍ୟ "ମାଣ୍ଡିଆ ରାଣୀ" ନାମରେ ପରିଚିତ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
କଙ୍ଗାରୁ ହେଉଛି ମାକ୍ରୋପୋଡିଡି (ମାକ୍ରୋପୋଡ୍ସ) ପରିବାରର ମାର୍ସୁପିଆଲ୍, ଯାହାର ଅର୍ଥ ହେଉଛି "ବଡ଼ ପାଦ"। ସାଧାରଣତଃ ଏହି ଶବ୍ଦଟି ମାକ୍ରୋପୋଡିଡି ପରିବାରର ବୃହତ୍ତମ ପ୍ରଜାତି ଯେପରିକି କଙ୍ଗାରୁ, ତଥା ଆଣ୍ଟିଲୋପିନ୍ କଙ୍ଗାରୁ, ପ୍ରାଚ୍ୟ ଧୂସର କଙ୍ଗାରୁ ଏବଂ ପଶ୍ଚିମୀ ଧୂସର କଙ୍ଗାରୁଙ୍କୁ ବର୍ଣ୍ଣନା କରିବାକୁ ବ୍ୟବହୃତ ହୁଏ | କଙ୍ଗାରୁମାନେ ମୁଖ୍ୟତଃ ଅଷ୍ଟ୍ରେଲିଆ ଏବଂ ନ୍ୟୁ ଗିନିର ସ୍ଥାନୀୟ ଅଧିବାସୀ। ଅଷ୍ଟ୍ରେଲିଆ ସରକାରଙ୍କ ଆକଳନ ଅନୁଯାୟୀ ଅଷ୍ଟ୍ରେଲିଆର କଙ୍ଗାରୁର ବାଣିଜ୍ୟିକ କାରବାର ଅଞ୍ଚଳରେ ଏମାନଙ୍କ ସଂଖ୍ୟା ୨୦୧୩ରେ ୫୩.୨ ନିୟୁତ ଥିଲାବେଳେ ୨୦୧୯ରେ ୪୨.୮ ନିୟୁତକୁ ହ୍ରାସ ପାଇଅଛି। "ୱାଲାରୁ" ଏବଂ "ୱାଲାବି" ପରି, "କଙ୍ଗାରୁ" ମଧ୍ୟ ଏକ ପାରାଫାଇଲେଟିକ୍ ପ୍ରଜାତିର ଗୋଷ୍ଠୀକୁ ବୁଝାଏ | ତିନୋଟିଯାକ ପ୍ରାଣୀ ସମାନ ମାକ୍ରୋପୋଡିଡି ପରିବାରର ସଦସ୍ୟ , କେବଳ ଆକାର ଅନୁଯାୟୀ ଏମାନେ ପୃଥକ | ଏହି ପରିବାରର ସବୁଠାରୁ ବଡ଼ ପ୍ରଜାତିକୁ "କଙ୍ଗାରୁ" ଏବଂ ସବୁଠାରୁ ଛୋଟ ପ୍ରଜାତିକୁ "ୱାଲାବି" ବୋଲି କୁହାଯାଏ। "ୱାଲାରୁସ୍" ଶବ୍ଦଟି ମଧ୍ୟମ ଆକାରର ପ୍ରଜାତିକୁ ବୁଝାଏ | ବୃକ୍ଷ-କଙ୍ଗାରୁ ଅନ୍ୟ ଏକ ପ୍ରକାରର ମାକ୍ରୋପୋଡ୍, ଯାହା ନ୍ୟୁ ଗିନି, ସୁଦୂର ଉତ୍ତର-ପୂର୍ବ କୁଇନ୍ସଲ୍ୟାଣ୍ଡ ଏବଂ ଏହି ଅଞ୍ଚଳର କିଛି ଦ୍ୱୀପପୁଞ୍ଜର ଗ୍ରୀଷ୍ମମଣ୍ଡଳୀୟ ବର୍ଷାରଣ୍ୟରେ ବାସ କରନ୍ତି | ଏହି ପ୍ରକାରର କଙ୍ଗାରୁ ଗଛର ଉପର ଶାଖାରେ ବାସ କରନ୍ତି | ଏମାନଙ୍କ ଆପେକ୍ଷିକ ଆକାର ବାବଦରେ ଏକ ସାଧାରଣ ଧାରଣା ହେଲା: ୱାଲାବି: ମୁଣ୍ଡ ଏବଂ ଶରୀରର ଲମ୍ବ ୪୫-୧୦୫ ସେ. ମି. ଏବଂ ଲାଞ୍ଜର ଲମ୍ବ ୩୩-୭୫ ସେ.
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] Archived 2019-10-21 at the Wayback Machine.
ଅନୁ ଗର୍ଗ ୧୯୯୧ ବ୍ୟାଚ୍ର ଓଡ଼ିଶା କ୍ୟାଡରର ଜଣେ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ତଥା ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ । ଅନୁ ଗର୍ଗଙ୍କୁ ୨୪ ଡିସେମ୍ବର ୨୦୨୫ ରେ ସରକାରୀ ଅଧିସୂଚନା ମାଧ୍ୟମରେ ଓଡ଼ିଶାର ମୁଖ୍ୟ ସଚିବ ଭାବେ ନିଯୁକ୍ତ କରାଯାଇଥିଲା । ତେବେ, ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ପରେ ୧ ଜାନୁଆରୀ ୨୦୨୬ ରୁ ଆଧିକାରିକ ଭାବେ ସେ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଛ ମାଣ ଆଠ ଗୁଣ୍ଠ ୧୮୯୭ ମସିହାରେ ଫକୀର ମୋହନ ସେନାପତିଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ । ଏହା ପ୍ରଥମେ ଏକ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା । ଫକୀର ମୋହନ ଏହାକୁ "ଧୂର୍ଜଟୀ" ଛଦ୍ମନାମରେ ପ୍ରକାଶ କରାଇଥିଲେ । ସେତେବେଳର ଓଡ଼ିଶାର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା । ୧୯୮୬ରେ ପାର୍ବତୀ ଘୋଷ ଏହି ଉପନ୍ୟାସକୁ ଆଧାର କରି ସମାନ ନାମରେ ଏକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ୱୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ୱୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ୱତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ପୃଥିବୀରେ ଅନେକ କାହାଣୀ ଗ୍ରନ୍ଥ ରହିଛି ତନ୍ମଧ୍ୟରୁ ପଞ୍ଚତନ୍ତ୍ର ଗ୍ରନ୍ଥଟି ଅନ୍ୟତମ । ସଂସ୍କୃତ ନୀତିକଥା ଗୁଡିକରେ ଏବେ ମଧ୍ୟ ପଞ୍ଚତନ୍ତ୍ରର ସ୍ଥାନ ପ୍ରଥମ ଅଟେ । ଏହି ଗ୍ରନ୍ଥଟି ଅନେକ ଗୁଡ଼ିଏ ଶିକ୍ଷଣୀୟ ତଥା ଉଦାହରଣ ବିଶିଷ୍ଟ କାହାଣୀ ରହିଛି। ଏହି ଗଳ୍ପ ବହୁ ଉଦାହରଣକୁ ନ୍ୟାୟ ବିଚାରକୁ ନେଇ ଲିଖିତ । ଯଦ୍ୟପି ଏହି ପୁସ୍ତକ ଏବେ ନିଜ ମୂଳ ରୂପରେ ନାହିଁ ତଥାପି ବି ଉପଲବ୍ଧ ଅନୁବାଦଗୁଡ଼ିକ ଅନୁସାରେ ଏହା ତୃତୀୟ ଶତାବ୍ଦୀରେ ଲେଖାଯାଇଥିଲା । ଏହି ଗ୍ରନ୍ଥକୁ ପଣ୍ଡିତ ବିଷ୍ଣୁ ଶର୍ମା ରଚନା କରିଛନ୍ତି । ପଣ୍ଡିତ ବିଷ୍ଣୁ ଶର୍ମା ଏହି ପଞ୍ଚତନ୍ତ୍ର ପୁସ୍ତକଟିରେ ପଶୁପକ୍ଷୀମାନଙ୍କର ଚରିତ୍ରକୁ ଏଭଳି ଭାବରେ ବର୍ଣ୍ଣନା କରିଅଛନ୍ତି ଯେ ଯେଉଁଥିରେ କି ସେଥି ମଧ୍ୟରୁ ଜୀବନ ଗଠନ କରିବାର ପ୍ରଣାଳୀର ସଠିକ୍ ପଥଟିକୁ ଆହରଣ କରାଯାଇ ପାରିବ। ପଞ୍ଚତନ୍ତ୍ର କେବଳ ମାତ୍ର ପଶୁପକ୍ଷୀମାନଙ୍କର ଚରିତ୍ର ଉପରେ ଲେଖାଯାଇଥିଲେ ମଧ୍ୟ ସେଥିରେ ବେଦ ଉପନିଷଦ ପରି ମହାପୂଣ୍ୟ ପୁସ୍ତକମାନଙ୍କରେ ମିଳୁଥିବା ଜ୍ଞାନମଧ୍ୟ ଏହି ପୁସ୍ତକରେ ସ୍ଥାନପାଇଛି । ଯେତେବେଳେ ଏହି ଗ୍ରନ୍ଥଟି ସମାପ୍ତ ହେଲା ସେତେବେଳେ ପଣ୍ଡିତ ବିଷ୍ଣୁ ଶର୍ମାଙ୍କ ବୟସ ୮୦ ବର୍ଷ ଥିଲା ।ଏହି ପଞ୍ଚତନ୍ତ୍ର ପଲ୍ଲବୀ ଭାଷାରେ ସିରିଆ,ପାର୍ସୀ,', ତୁର୍କୀ,ଜାଭାନିସ୍ ଆରବୀ ଭାଷାରେ ପୈଶାଚୀ ଭାଷାରେ ନେପାଳୀ ପ୍ରଭୃତି ବହୁ ଭାଷାରେ ଅନୁବାଦିତ ବୋଲି ଶାସ୍ତ୍ରମତରେ କୁହାଯାଇଅଛି ।
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ୱତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି ।
ପଠାଣି ପଟ୍ଟନାୟକ (୨୯ ସେପ୍ଟେମ୍ବର ୧୯୨୮ - ୪ ଫେବୃଆରୀ ୨୦୧୭) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ତାଙ୍କର ୫୦ଟିରୁ ଅଧିକ ପୁସ୍ତକ ପ୍ରକାଶିତ ହୋଇସାରିଛି । ଗଳ୍ପ, ଉପନ୍ୟାସ, ଶିଶୁ ସାହିତ୍ୟ, ପ୍ରବନ୍ଧ ଓ ସମାଲୋଚନା ଆଦି ସାହିତ୍ୟ ବିଭାଗରେ ସେ ନିଜ ଲେଖନୀ ଚାଳନା କରିଥିଲେ । ସେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ସାହିତ୍ୟ ସମାଜର ସଭାପତି ଭାବରେ କାର୍ଯ୍ୟ କରିଥିଲେ । ସାହିତ୍ୟ ପତ୍ରିକା ଝଙ୍କାରର ସେ ସମ୍ପାଦକ ଦାୟିତ୍ୱରେ ମଧ୍ୟ ଥିଲେ ।
ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି
ଅନୁସୂଚିତ ଜାତି ଭାରତୀୟ ସମ୍ବିଧାନର ଅନୁସୂଚିତ ଧାରା ଅନୁସାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀକୁ ବୁଝାଏ । ଜାତିଗତ ଦୃଷ୍ଟିରୁ ଦଳିତ ଓ ହରିଜନ ଆଦି ନାମ ମଧ୍ୟ ଅନୁସୂଚିତ ଜାତି ପାଇଁ ବ୍ୟବହାର କରାଯାଏ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।