ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    76 ପଠିତ (↑36 ଗତକାଲିଠାରୁ)40, 76

    1+ ଦିନ ଷ୍ଟ୍ରିକ

    🔍 🗞️
  2. 2

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    70 ପଠିତ (↑2 ଗତକାଲିଠାରୁ)68, 70

    1+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    56 ପଠିତ (↑36 ଗତକାଲିଠାରୁ)20, 56

    1+ ଦିନ ଷ୍ଟ୍ରିକ

    🔍 🗞️
  4. 4

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    51 ପଠିତ (↑27 ଗତକାଲିଠାରୁ)24, 51

    1+ ଦିନ ଷ୍ଟ୍ରିକ

    🔍 🗞️
  5. 5

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    48 ପଠିତ (↑9 ଗତକାଲିଠାରୁ)39, 48

    1+ ଦିନ ଷ୍ଟ୍ରିକ

    🔍 🗞️
  6. 6

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    42 ପଠିତ (↑8 ଗତକାଲିଠାରୁ)34, 42

    1+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    42 ପଠିତ (↓35 ଗତକାଲିଠାରୁ)77, 42

    1+ ଦିନ ଷ୍ଟ୍ରିକ

    🔍 🗞️
  8. 8

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    36 ପଠିତ (↑15 ଗତକାଲିଠାରୁ)21, 36

    1+ ଦିନ ଷ୍ଟ୍ରିକ

    🔍 🗞️
  9. 9

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    35 ପଠିତ (↑11 ଗତକାଲିଠାରୁ)24, 35

    1+ ଦିନ ଷ୍ଟ୍ରିକ

    🔍 🗞️
  10. 10

    ଅଟଳ ବିହାରୀ ବାଜପେୟୀ

    ଅଟଳ ବିହାରୀ ବାଜପେୟୀ

    ଅଟଳ ବିହାରୀ ବାଜପେୟୀ (୨୫ ଡିସେମ୍ବର ୧୯୨୪ - ୧୬ ଅଗଷ୍ଟ ୨୦୧୮), ଜଣେ ରାଜନେତା, ବକ୍ତା ଏବଂ ପ୍ରସିଦ୍ଧ ହିନ୍ଦୀ କବି ଥିଲେ । ସ୍ୱାଧୀନ ଭାରତର ଦଶମ ପ୍ରଧାନମନ୍ତ୍ରୀ ଭାବେ ମୋଟ ସେ ତିନିଥର (୧୯୯୬ରେ ୧୩ ଦିନ, ୧୯୯୮ରୁ୧୯୯୯ ମଧ୍ୟରେ ୧୩ ମାସ,୧୯୯୯ରୁ୨୦୦୪ ପୁରା ୫ ବର୍ଷ) କାର୍ଯ୍ୟଭାର ସମ୍ଭାଳି ଥିଲେ । ବାଜପେୟୀ ଅବିବାହିତ ଥିଲେ ।

    33 ପଠିତ (↓7 ଗତକାଲିଠାରୁ)40, 33

    1+ ଦିନ ଷ୍ଟ୍ରିକ

    🔍 🗞️
  11. 11

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    33 ପଠିତ (↑16 ଗତକାଲିଠାରୁ)17, 33

    1+ ଦିନ ଷ୍ଟ୍ରିକ

    🔍 🗞️
  12. 12

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    32 ପଠିତ (↑20 ଗତକାଲିଠାରୁ)12, 32

    1+ ଦିନ ଷ୍ଟ୍ରିକ

    🔍 🗞️
  13. 13

    ବୀରେନ୍ଦ୍ରନାଥ ମହାନ୍ତି

    ବୀରେନ୍ଦ୍ରନାଥ ମହାନ୍ତି

    ବୀରେନ୍ଦ୍ରନାଥ ମହାନ୍ତି (ଜନ୍ମ: ୮ ଅପ୍ରେଲ ୧୯୬୨) ଜଣେ ଓଡ଼ିଆ ଶିଶୁ ସାହିତ୍ୟିକ । ସେ ଶିଶୁ ସାହିତ୍ୟ ରଚନା ପାଇଁ ୧୯୯୬ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୧୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ବୀରେନ୍ଦ୍ର ମହାନ୍ତି ୨୫ ଖଣ୍ଡ ପୁସ୍ତକ ରଚନା କରିବା ସହ ୬ ଖଣ୍ଡ ପୁସ୍ତକକୁ ଅନୁବାଦ କରିଛନ୍ତି ।

    30 ପଠିତ (↑30 ଗତକାଲିଠାରୁ)0, 30

    1 ଦିନ ଷ୍ଟ୍ରିକ

    🔍 🗞️
  14. 14

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    30 ପଠିତ (↑30 ଗତକାଲିଠାରୁ)0, 30

    1 ଦିନ ଷ୍ଟ୍ରିକ

    🔍 🗞️
  15. 15

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    29 ପଠିତ (↑19 ଗତକାଲିଠାରୁ)10, 29

    1+ ଦିନ ଷ୍ଟ୍ରିକ

    🔍 🗞️
  16. 16

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    28 ପଠିତ (↑15 ଗତକାଲିଠାରୁ)13, 28

    1+ ଦିନ ଷ୍ଟ୍ରିକ

    🔍 🗞️
  17. 17

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    28 ପଠିତ (↑2 ଗତକାଲିଠାରୁ)26, 28

    1+ ଦିନ ଷ୍ଟ୍ରିକ

    🔍 🗞️
  18. 18

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।

    28 ପଠିତ (↑18 ଗତକାଲିଠାରୁ)10, 28

    1+ ଦିନ ଷ୍ଟ୍ରିକ

    🔍 🗞️
  19. 19

    ବନ୍ଦେ ମାତରମ

    ବନ୍ଦେ ମାତରମ

    ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।

    28 ପଠିତ (↓47 ଗତକାଲିଠାରୁ)75, 28

    1+ ଦିନ ଷ୍ଟ୍ରିକ

    🔍 🗞️
  20. 20

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    27 ପଠିତ (↑8 ଗତକାଲିଠାରୁ)19, 27

    1+ ଦିନ ଷ୍ଟ୍ରିକ

    🔍 🗞️
  21. 21

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    26 ପଠିତ (↑16 ଗତକାଲିଠାରୁ)10, 26

    1+ ଦିନ ଷ୍ଟ୍ରିକ

    🔍 🗞️
  22. 22

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    25 ପଠିତ (↓9 ଗତକାଲିଠାରୁ)34, 25

    1+ ଦିନ ଷ୍ଟ୍ରିକ

    🔍 🗞️
  23. 23

    ପବିତ୍ର ମୋହନ ପ୍ରଧାନ

    ପବିତ୍ର ମୋହନ ପ୍ରଧାନ

    ପବିତ୍ର ମୋହନ ପ୍ରଧାନ (୮ ଫେବୃଆରୀ ୧୯୦୮ - ୨୮ ସେପ୍ଟେମ୍ବର ୧୯୮୮) ଓଡ଼ିଶାର ଜଣେ ପ୍ରଜାମଣ୍ଡଳ ଓ ଗଡ଼ଜାତ ଆନ୍ଦୋଳନର ନେତା ଏବଂ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ବହୁବାର ଓଡ଼ିଶା ବିଧାନ ସଭା ଓ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

    24 ପଠିତ (↓1 ଗତକାଲିଠାରୁ)25, 24

    1+ ଦିନ ଷ୍ଟ୍ରିକ

    🔍 🗞️
  24. 24

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    23 ପଠିତ (↑14 ଗତକାଲିଠାରୁ)9, 23

    1+ ଦିନ ଷ୍ଟ୍ରିକ

    🔍 🗞️
  25. 25

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    23 ପଠିତ (↑11 ଗତକାଲିଠାରୁ)12, 23

    1+ ଦିନ ଷ୍ଟ୍ରିକ

    🔍 🗞️
  26. 26

    କେଶବ କୋଇଲି

    କେଶବ କୋଇଲି

    କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚ‍ଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚ‍ଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।

    20 ପଠିତ (↑20 ଗତକାଲିଠାରୁ)0, 20

    1 ଦିନ ଷ୍ଟ୍ରିକ

    🔍 🗞️
  27. 27

    ନାଗ ପଞ୍ଚମୀ

    ନାଗ ପଞ୍ଚମୀ

    ଶ୍ରାବଣ କୃଷ୍ଣ ପଞ୍ଚମୀ, ନାଗ ପଞ୍ଚମୀ ବା ମନସା ପଞ୍ଚମୀ ନାମରେ ଜଣା । ଏହିଦିନ ହିନ୍ଦୁ କୁମାରୀ ଏବଂ ମହିଳାମାନେ ଭଲ ଦୃଷ୍ଟିଶକ୍ତି ପାଇବା ଉଦ୍ଦେଶ୍ୟରେ ନାଗ ନାଗୁଲି ଦେବତାଙ୍କୁ ପୂଜର୍ଚ୍ଚନା କରନ୍ତି । ମାଟିର ହୁଙ୍କା ଆଣି କୋଠିରେ ସ୍ଥାପନ କରି ପୂଜାବିଧି ପାଳନ କରନ୍ତି ।

    19 ପଠିତ (↑11 ଗତକାଲିଠାରୁ)8, 19

    1+ ଦିନ ଷ୍ଟ୍ରିକ

    🔍 🗞️
  28. 28

    ଭାରତର ଜାତୀୟ ପତାକା

    ଭାରତର ଜାତୀୟ ପତାକା

    ଭାରତର ଜାତୀୟ ପତାକା ସଂପୂର୍ଣ୍ଣ ଭାରତ ଦେଶକୁ ପ୍ରତିନିଧିତ୍ୱ କରୁଥିବା ଏକ ପତାକା ଅଟେ । ଏହା ୧୯୪୭ ମସିହା ଜୁଲାଇ ୨୨ ତାରିଖରେ ପିଙ୍ଗଳି ଭେଙ୍କୟାଙ୍କଦ୍ୱାରା ପ୍ରସ୍ତୁତ ହୋଇଥିଲା । ପତାକାଟି ଏକ ନିର୍ଦ୍ଧିଷ୍ଟ ଶୈଳୀରେ ନିର୍ମିତ, ଯାହାର ପ୍ରତିଟି ଅଂଶର ନିର୍ଦ୍ଧିଷ୍ଟ ଅର୍ଥ ରହିଛି ।

    19 ପଠିତ (↓8 ଗତକାଲିଠାରୁ)27, 19

    1+ ଦିନ ଷ୍ଟ୍ରିକ

    🔍 🗞️
  29. 29

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    19 ପଠିତ (↑19 ଗତକାଲିଠାରୁ)0, 19

    1 ଦିନ ଷ୍ଟ୍ରିକ

    🔍 🗞️
  30. 30

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    18 ପଠିତ (↓5 ଗତକାଲିଠାରୁ)23, 18

    1+ ଦିନ ଷ୍ଟ୍ରିକ

    🔍 🗞️
  31. 31

    ପାର୍ବତୀ ଗିରି

    ପାର୍ବତୀ ଗିରି

    ପାର୍ବତୀ ଗିରୀ (୧୯ ଜାନୁଆରୀ ୧୯୨୬- ୧୯୯୫) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ, ସେ ପଶ୍ଚିମ ଓଡ଼ିଶାର ମଦର ଟେରେସା ଭାବେ ପରିଚିତ । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ନାରୀ ସ୍ୱାଧୀନତା ସଂଗ୍ରାମୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛନ୍ତି । ସେ ଅବିଭାଜିତ ସମ୍ବଲପୁର ଜିଲ୍ଲା ତଥା ବର୍ତ୍ତମାନର ବରଗଡ଼ ଜିଲ୍ଲାର ବିଜେପୁର ନିକଚବର୍ତ୍ତୀ ସମଲାଇପଦର ଗ୍ରାମରେ ୧୯ ଜାନୁଆରୀ ୧୯୨୬ ମସିହାରେ ଜନ୍ମଗ୍ରହଣ କରିଥିଲେ।

    18 ପଠିତ (↑18 ଗତକାଲିଠାରୁ)0, 18

    1 ଦିନ ଷ୍ଟ୍ରିକ

    🔍 🗞️
  32. 32

    ଲିଙ୍ଗରାଜ ମନ୍ଦିର

    ଲିଙ୍ଗରାଜ ମନ୍ଦିର

    ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।

    18 ପଠିତ (↑9 ଗତକାଲିଠାରୁ)9, 18

    1+ ଦିନ ଷ୍ଟ୍ରିକ

    🔍 🗞️
  33. 33

    ଯକ୍ଷ୍ମା

    ଯକ୍ଷ୍ମା

    ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସ‌ହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।

    17 ପଠିତ (↑17 ଗତକାଲିଠାରୁ)0, 17

    1 ଦିନ ଷ୍ଟ୍ରିକ

    🔍 🗞️
  34. 34

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    17 ପଠିତ (↑10 ଗତକାଲିଠାରୁ)7, 17

    1+ ଦିନ ଷ୍ଟ୍ରିକ

    🔍 🗞️
  35. 35

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    17 ପଠିତ (↑17 ଗତକାଲିଠାରୁ)0, 17

    1 ଦିନ ଷ୍ଟ୍ରିକ

    🔍 🗞️
  36. 36

    ହସ୍ତମୈଥୁନ

    ହସ୍ତମୈଥୁନ

    ହସ୍ତମୈଥୁନ ଯୌନ ଉତ୍ତେଜନା ନିମନ୍ତେ ଜଣଙ୍କର ନିଜ ଯୌନାଙ୍ଗର ଏକ ପ୍ରକାର ଯୌନ ଉଦ୍ଦୀପନାକୁ ଓ ଯୌନ ଉଦ୍ଦୀପନାର ଶିଖର ଅବସ୍ଥା ଯାଏ କରାଯାଉଥିବା କାର୍ଯ୍ୟକଳାପକୁ ବୁଝାଇଥାଏ । ଏହି ଉଦ୍ଦୀପନା ସାଧାରଣତଃ ହାତ, ଆଙ୍ଗୁଳି, ନିତିଦିନିଆ ବ୍ୟବହାରରେ ଲାଗୁଥିବା ବସ୍ତୁ, ଭାଇବ୍ରେଟର ଆଦି ଯୌନ ଖେଳନା ବା ଏସବୁର ସାମଗ୍ରୀକ ବ୍ୟବହାରଦ୍ୱାରା ମିଳିଥାଏ ।

    16 ପଠିତ (↑16 ଗତକାଲିଠାରୁ)0, 16

    1 ଦିନ ଷ୍ଟ୍ରିକ

    🔍 🗞️
  37. 37

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    16 ପଠିତ (↓1 ଗତକାଲିଠାରୁ)17, 16

    1+ ଦିନ ଷ୍ଟ୍ରିକ

    🔍 🗞️
  38. 38

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    16 ପଠିତ (↑3 ଗତକାଲିଠାରୁ)13, 16

    1+ ଦିନ ଷ୍ଟ୍ରିକ

    🔍 🗞️
  39. 39

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    16 ପଠିତ (↓11 ଗତକାଲିଠାରୁ)27, 16

    1+ ଦିନ ଷ୍ଟ୍ରିକ

    🔍 🗞️
  40. 40

    ରାକ୍ଷୀ ପୂର୍ଣ୍ଣିମା

    ରାକ୍ଷୀ ପୂର୍ଣ୍ଣିମା

    ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] Archived 2019-10-21 at the Wayback Machine.

    16 ପଠିତ (↑5 ଗତକାଲିଠାରୁ)11, 16

    1+ ଦିନ ଷ୍ଟ୍ରିକ

    🔍 🗞️
  41. 41

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    16 ପଠିତ (0 ଗତକାଲିଠାରୁ)16, 16

    1+ ଦିନ ଷ୍ଟ୍ରିକ

    🔍 🗞️
  42. 42

    ପାରମିତା ଶତପଥୀ

    ପାରମିତା ଶତପଥୀ

    ପାରମିତା ଶତପଥୀ (ଜନ୍ମ: ୩୦ ଅଗଷ୍ଟ ୧୯୬୫) ଜଣେ ଓଡ଼ିଆ କ୍ଷୁଦ୍ରଗଳ୍ପ ଲେଖିକା ଓ ଔପନ୍ୟାସିକା । ତାଙ୍କ ମାତା ପ୍ରତିଭା ଶତପଥୀ ଜଣେ ଆଧୁନିକ ଓଡ଼ିଆ କବି ଓ ପିତା ନିତ୍ୟାନନ୍ଦ ଶତପଥୀ ଜଣେ ସାହିତ୍ୟ ସମାଲୋଚକ । ୧୯୮୯ ମସିହାରେ ଭାରତୀୟ ରାଜସ୍ୱ ସେବାରେ ଯୋଗ ଦେଇଥିବା ପାରମିତା ଆୟକର ବିଭାଗରେ କମିଶନର ଭାବେ କାର୍ଯ୍ୟରତ ଅଛନ୍ତି ।

    15 ପଠିତ (↑15 ଗତକାଲିଠାରୁ)0, 15

    1 ଦିନ ଷ୍ଟ୍ରିକ

    🔍 🗞️
  43. 43

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    15 ପଠିତ (↑6 ଗତକାଲିଠାରୁ)9, 15

    1+ ଦିନ ଷ୍ଟ୍ରିକ

    🔍 🗞️
  44. 44

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    15 ପଠିତ (↑3 ଗତକାଲିଠାରୁ)12, 15

    1+ ଦିନ ଷ୍ଟ୍ରିକ

    🔍 🗞️
  45. 45

    ସୌଭାଗ୍ୟ କୁମାର ମିଶ୍ର

    ସୌଭାଗ୍ୟ କୁମାର ମିଶ୍ର

    ସୌଭାଗ୍ୟ କୁମାର ମିଶ୍ର (ଜନ୍ମ ୫ ସେପ୍ଟେମ୍ବର ୧୯୪୧) ବ୍ରହ୍ମପୁର, ଓଡ଼ିଶାରେ ଜନ୍ମିତ ଜଣେ କବି ।

    14 ପଠିତ (↑14 ଗତକାଲିଠାରୁ)0, 14

    1 ଦିନ ଷ୍ଟ୍ରିକ

    🔍 🗞️
  46. 46

    ବାଜି ରାଉତ

    ବାଜି ରାଉତ

    ବାଜି ରାଉତ (୧୯୨୫-୧୯୩୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ । ସେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ନୀଳକଣ୍ଠପୁର ଗାଆଁରେ ଜନ୍ମ ନେଇଥିଲେ ।

    14 ପଠିତ (↓11 ଗତକାଲିଠାରୁ)25, 14

    1+ ଦିନ ଷ୍ଟ୍ରିକ

    🔍 🗞️
  47. 47

    ପ୍ରତିଭା ଶତପଥୀ

    ପ୍ରତିଭା ଶତପଥୀ

    ପ୍ରତିଭା ଶତପଥୀ (ଜନ୍ମ: ୧୮ ଜାନୁଆରୀ ୧୯୪୫) ଜଣେ ଓଡ଼ିଆ କବି । ପ୍ରତିଭା କଟକ ଜିଲ୍ଲାର ସତ୍ୟଭାମାପୁରଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ଜୀବନର ପ୍ରଥମ ପାଞ୍ଚ ବର୍ଷ କୋରାପୁଟରେ ବିତିଥିଲା । ସେ ଭଲ ବିଦ୍ୟାଳୟରୁ ପାଠ ପଢ଼ିବା ପାଇଁ, ତାଙ୍କ ପରିବାର ସତ୍ୟଭାମାପୁରକୁ ଚାଲିଆସିଥିଲେ । ପିଲାବେଳେ ସେ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରୁ ସେ କଲେଜ ଶିକ୍ଷାଲାଭ କରିଥିଲେ । ବିବାହ କରିସାରିବା ପରେ ୧୯୬୭ ମସିହାରେ ସେ ସ୍ନାତକୋତ୍ତର ଓ ୧୯୮୦ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପି.ଏଚ.ଡି ହାସଲ କରିଥିଲେ । ବୃତ୍ତିରେ ସେ ଥିଲେ ଜଣେ ପ୍ରାଧ୍ୟାପିକା ।

    14 ପଠିତ (↑14 ଗତକାଲିଠାରୁ)0, 14

    1 ଦିନ ଷ୍ଟ୍ରିକ

    🔍 🗞️
  48. 48

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।

    13 ପଠିତ (0 ଗତକାଲିଠାରୁ)13, 13

    1+ ଦିନ ଷ୍ଟ୍ରିକ

    🔍 🗞️
  49. 49

    ବକ୍ସି ଜଗବନ୍ଧୁ

    ବକ୍ସି ଜଗବନ୍ଧୁ

    ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାଏ (ବକ୍ସି ଜଗବନ୍ଧୁ ଓ ଖଣ୍ଡାୟତ ପାଇକ ବକ୍ସି ନାମରେ ମଧ୍ୟ ଜଣା) ଖୋର୍ଦ୍ଧା ମହାରାଜାଙ୍କର ସେନାପତି ଓ ବକ୍ସି ଥିଲେ । ଭାରତୀୟ ମୁକ୍ତି ସଂଗ୍ରାମର ଆଦ୍ୟକାଳରେ ସେ ଥିଲେ ଜଣେ ଯୋଦ୍ଧା । ପାଇକ ବିପ୍ଳବୀମାନେ ତାଙ୍କର ନେତୃତ୍ୱରେ ୧୮୧୭ ମସିହାରେ ଫିରିଙ୍ଗି ଶାସନ ବିରୁଦ୍ଧରେ ପାଇକ ବିଦ୍ରୋହ ଆରମ୍ଭ କରିଥିଲେ ।

    13 ପଠିତ (↑13 ଗତକାଲିଠାରୁ)0, 13

    1 ଦିନ ଷ୍ଟ୍ରିକ

    🔍 🗞️
  50. 50

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    13 ପଠିତ (↑4 ଗତକାଲିଠାରୁ)9, 13

    1+ ଦିନ ଷ୍ଟ୍ରିକ

    🔍 🗞️
  51. 51

    ଭଗବତୀ ଚରଣ ପାଣିଗ୍ରାହୀ

    ଭଗବତୀ ଚରଣ ପାଣିଗ୍ରାହୀ

    ଭଗବତୀ ଚରଣ ପାଣିଗ୍ରାହୀ (୧ ଫେବୃଆରୀ ୧୯୦୮‌- ୨୩ ଅକ୍ଟୋବର, ୧୯୪୩) ପୁରୀ ଜିଲ୍ଲାର ବିଶ୍ୱନାଥପୁରଠାରେ ଜନ୍ମିତ ପ୍ରଗତିଯୁଗର ଜଣେ ଲେଖକ ଥିଲେ ।

    13 ପଠିତ (↑13 ଗତକାଲିଠାରୁ)0, 13

    1 ଦିନ ଷ୍ଟ୍ରିକ

    🔍 🗞️
  52. 52

    ଜଗନ୍ନାଥ

    ଜଗନ୍ନାଥ

    12 ପଠିତ (↓1 ଗତକାଲିଠାରୁ)13, 12

    1+ ଦିନ ଷ୍ଟ୍ରିକ

    🔍 🗞️
  53. 53

    ରାମଶଙ୍କର ରାୟ

    ରାମଶଙ୍କର ରାୟ

    ରାମଶଙ୍କର ରାୟ (୨୫ ମଇ ୧୮୫୭ - ୧୩ ସେପ୍ଟେମ୍ବର ୧୯୩୧) ଜଣେ ଓଡ଼ିଆ ସାହିତ୍ୟିକ ଥିଲେ, ସେ ଆଧୁନିକ ଓଡ଼ିଆ ନାଟକର ଜନକ ଭାବେ ପରିଚିତ । ୧୮୫୭ ମସିହା ଜ୍ଯେଷ୍ଠ ଶୁକ୍ଳ ଦ୍ୱିତୀୟା ତିଥିରେ ସେ ଅସୁରେଶ୍ୱର ଅନ୍ତର୍ଗତ ଦିକ୍ଷୀତପଡ଼ାରେ ଏକ ସମ୍ଭ୍ରାନ୍ତ ପରିବାରରେ ଜନ୍ମ ନେଇଥିଲେ । ସେ ନଟବର ରାମଶଙ୍କର ରାୟ ଭାବେ ଜଣା ।

    12 ପଠିତ (↑12 ଗତକାଲିଠାରୁ)0, 12

    1 ଦିନ ଷ୍ଟ୍ରିକ

    🔍 🗞️
  54. 54

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ (୨୫ ଅଗଷ୍ଟ ୧୯୧୧ - ୨୧ ଫେବୃଆରୀ, ୨୦୦୦) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଓଡ଼ିଆ କବି ଥିଲେ । ତାଙ୍କର କବିତା ଗୁଡ଼ିକରେ ସ୍ୱଦେଶ ପ୍ରୀତି ଓ ସୌନ୍ଦର୍ଯ୍ୟର ଅନୁଭୂତି ଲକ୍ଷ୍ୟ କରାଯାଇଥାଏ । ସବୁଜ ଗୋଷ୍ଠୀର ସାହିତ୍ୟ ସାଧନା କାଳରେ ଏକକ କବି ଭାବରେ ସେ ପରିଚିତ ଥିଲେ ।

    12 ପଠିତ (↑12 ଗତକାଲିଠାରୁ)0, 12

    1 ଦିନ ଷ୍ଟ୍ରିକ

    🔍 🗞️
  55. 55

    ଓଡ଼ିଶାର ଭୂଗୋଳ

    ଓଡ଼ିଶାର ଭୂଗୋଳ

    ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।

    11 ପଠିତ (↑3 ଗତକାଲିଠାରୁ)8, 11

    1+ ଦିନ ଷ୍ଟ୍ରିକ

    🔍 🗞️
  56. 56

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    11 ପଠିତ (↑3 ଗତକାଲିଠାରୁ)8, 11

    1+ ଦିନ ଷ୍ଟ୍ରିକ

    🔍 🗞️
  57. 57

    ଚକରା ବିଷୋୟୀ

    ଚକରା ବିଷୋୟୀ

    ଚକରା ବିଷୋୟୀ, ଓଡ଼ିଶା ଇତିହାସରେ ଜଣେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାବରେ ଖ୍ୟାତ । ସେ ଓଡ଼ିଶାର ଗଞ୍ଜାମଠାରେ ଥିବା ଘୁମୁସୁରରେ ୧୮୨୩ ମସିହାରେ ଜନ୍ମଗ୍ରହଣ କରିଥିଲେ । ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ, ବୀର ଯୋଦ୍ଧା ଓ ଫିରିଙ୍ଗି ବିରୋଧରେ ଦେଶପାଇଁ ଲଢ଼ି ଜୀବନ ଦେଇଥିବା ଜଣେ କନ୍ଧ ବରପୁତ୍ର ।

    11 ପଠିତ (↑11 ଗତକାଲିଠାରୁ)0, 11

    1 ଦିନ ଷ୍ଟ୍ରିକ

    🔍 🗞️
  58. 58

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ ।

    11 ପଠିତ (↑2 ଗତକାଲିଠାରୁ)9, 11

    1+ ଦିନ ଷ୍ଟ୍ରିକ

    🔍 🗞️
  59. 59

    ମାଣିକପାଟଣା

    ମାଣିକପାଟଣା

    ମାଣିକପାଟଣା ପୁରୀ ଜିଲ୍ଲାର ଏକ ଗାଁ । ଏହି ଗ୍ରାମଟି ପୁରୀ ଜିଲ୍ଲାର ବ୍ରହ୍ମଗିରୀ ବ୍ଲକରେ ଅବସ୍ଥିତ । ପୁରୀ ସଦର ମହକୁମାଠାରୁ ଏହି ଗ୍ରାମଟି ପ୍ରାୟ ୫୦କିଲୋମିଟର ଦୂରରେ ଅବସ୍ଥିତ । ୨୦୧୧ ଜନ‌ଗଣନା ଅନୁସାରେ ଏହି ଗ୍ରାମରେ ମୋଟ ୪୧୭୧ଜଣ ଲୋକ ବସବାସ କରନ୍ତି ।

    11 ପଠିତ (↑11 ଗତକାଲିଠାରୁ)0, 11

    1 ଦିନ ଷ୍ଟ୍ରିକ

    🔍 🗞️
  60. 60

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।

    11 ପଠିତ (↓1 ଗତକାଲିଠାରୁ)12, 11

    1+ ଦିନ ଷ୍ଟ୍ରିକ

    🔍 🗞️
  61. 61

    ଜୟୀ ରାଜଗୁରୁ

    ଜୟୀ ରାଜଗୁରୁ

    ଜୟକୃଷ୍ଣ ରାଜଗୁରୁ ମହାପାତ୍ର (୨୯ ଅକ୍ଟୋବର ୧୭୩୯ - ୬ ଡିସେମ୍ବର ୧୮୦୬) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଖୋର୍ଦ୍ଧାର ରାଜା ଗଜପତି ମୁକୁନ୍ଦ ଦେବ ଦ୍ୱିତୀୟଙ୍କ ରାଜଦରବାରରେ ରାଜକୀୟ ରାଜଗୁରୁ ହେବା ସହ ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ପ୍ରଶାସନିକ ପ୍ରତିନିଧି ମଧ୍ୟ ଥିଲେ ।

    11 ପଠିତ (↓3 ଗତକାଲିଠାରୁ)14, 11

    1+ ଦିନ ଷ୍ଟ୍ରିକ

    🔍 🗞️
  62. 62

    ଅଶୋକ (ସମ୍ରାଟ)

    ଅଶୋକ (ସମ୍ରାଟ)

    ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.

    11 ପଠିତ (↑11 ଗତକାଲିଠାରୁ)0, 11

    1 ଦିନ ଷ୍ଟ୍ରିକ

    🔍 🗞️
  63. 63

    ରମାକାନ୍ତ ରଥ

    ରମାକାନ୍ତ ରଥ

    ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।

    11 ପଠିତ (↑11 ଗତକାଲିଠାରୁ)0, 11

    1 ଦିନ ଷ୍ଟ୍ରିକ

    🔍 🗞️
  64. 64

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    11 ପଠିତ (↑11 ଗତକାଲିଠାରୁ)0, 11

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    କଙ୍ଗାରୁ

    କଙ୍ଗାରୁ

    କଙ୍ଗାରୁ ହେଉଛି ମାକ୍ରୋପୋଡିଡି (ମାକ୍ରୋପୋଡ୍‌ସ) ପରିବାରର ମାର୍ସୁପିଆଲ୍, ଯାହାର ଅର୍ଥ ହେଉଛି "ବଡ଼ ପାଦ"। ସାଧାରଣତଃ ଏହି ଶବ୍ଦଟି ମାକ୍ରୋପୋଡିଡି ପରିବାରର ବୃହତ୍ତମ ପ୍ରଜାତି ଯେପରିକି କଙ୍ଗାରୁ, ତଥା ଆଣ୍ଟିଲୋପିନ୍ କଙ୍ଗାରୁ, ପ୍ରାଚ୍ୟ ଧୂସର କଙ୍ଗାରୁ ଏବଂ ପଶ୍ଚିମୀ ଧୂସର କଙ୍ଗାରୁଙ୍କୁ ବର୍ଣ୍ଣନା କରିବାକୁ ବ୍ୟବହୃତ ହୁଏ | କଙ୍ଗାରୁମାନେ ମୁଖ୍ୟତଃ ଅଷ୍ଟ୍ରେଲିଆ ଏବଂ ନ୍ୟୁ ଗିନିର ସ୍ଥାନୀୟ ଅଧିବାସୀ। ଅଷ୍ଟ୍ରେଲିଆ ସରକାରଙ୍କ ଆକଳନ ଅନୁଯାୟୀ ଅଷ୍ଟ୍ରେଲିଆର କଙ୍ଗାରୁର ବାଣିଜ୍ୟିକ କାରବାର ଅଞ୍ଚଳରେ ଏମାନଙ୍କ ସଂଖ୍ୟା ୨୦୧୩ରେ ୫୩.୨ ନିୟୁତ ଥିଲାବେଳେ ୨୦୧୯ରେ ୪୨.୮ ନିୟୁତକୁ ହ୍ରାସ ପାଇଅଛି। "ୱାଲାରୁ" ଏବଂ "ୱାଲାବି" ପରି, "କଙ୍ଗାରୁ" ମଧ୍ୟ ଏକ ପାରାଫାଇଲେଟିକ୍ ପ୍ରଜାତିର ଗୋଷ୍ଠୀକୁ ବୁଝାଏ | ତିନୋଟିଯାକ ପ୍ରାଣୀ ସମାନ ମାକ୍ରୋପୋଡିଡି ପରିବାରର ସଦସ୍ୟ , କେବଳ ଆକାର ଅନୁଯାୟୀ ଏମାନେ ପୃଥକ | ଏହି ପରିବାରର ସବୁଠାରୁ ବଡ଼ ପ୍ରଜାତିକୁ "କଙ୍ଗାରୁ" ଏବଂ ସବୁଠାରୁ ଛୋଟ ପ୍ରଜାତିକୁ "ୱାଲାବି" ବୋଲି କୁହାଯାଏ। "ୱାଲାରୁସ୍" ଶବ୍ଦଟି ମଧ୍ୟମ ଆକାରର ପ୍ରଜାତିକୁ ବୁଝାଏ | ବୃକ୍ଷ-କଙ୍ଗାରୁ ଅନ୍ୟ ଏକ ପ୍ରକାରର ମାକ୍ରୋପୋଡ୍, ଯାହା ନ୍ୟୁ ଗିନି, ସୁଦୂର ଉତ୍ତର-ପୂର୍ବ କୁଇନ୍ସଲ୍ୟାଣ୍ଡ ଏବଂ ଏହି ଅଞ୍ଚଳର କିଛି ଦ୍ୱୀପପୁଞ୍ଜର ଗ୍ରୀଷ୍ମମଣ୍ଡଳୀୟ ବର୍ଷାରଣ୍ୟରେ ବାସ କରନ୍ତି | ଏହି ପ୍ରକାରର କଙ୍ଗାରୁ ଗଛର ଉପର ଶାଖାରେ ବାସ କରନ୍ତି | ଏମାନଙ୍କ ଆପେକ୍ଷିକ ଆକାର ବାବଦରେ ଏକ ସାଧାରଣ ଧାରଣା ହେଲା: ୱାଲାବି: ମୁଣ୍ଡ ଏବଂ ଶରୀରର ଲମ୍ବ ୪୫-୧୦୫ ସେ. ମି. ଏବଂ ଲାଞ୍ଜର ଲମ୍ବ ୩୩-୭୫ ସେ.

    11 ପଠିତ (0 ଗତକାଲିଠାରୁ)11, 11

    1+ ଦିନ ଷ୍ଟ୍ରିକ

    🔍 🗞️
  66. 66

    ଅ

    ଅ ଓଡ଼ିଆ ବର୍ଣ୍ଣମାଳାର ପ୍ରଥମ ଅକ୍ଷର । ଏହା ଏକ ସ୍ୱର ବର୍ଣ୍ଣ । ଏହି ବର୍ଣ୍ଣର ସ୍ୱତନ୍ତ୍ର ଚିହ୍ନ ବା ମାତ୍ରା ନାହିଁ । ଏହାକୁ ବାକି ବ୍ୟଞ୍ଜନ ବର୍ଣ୍ଣ ସହିତ ଯୁକ୍ତ କରି ଉଚ୍ଚାରଣ ଓ ବର୍ଣ୍ଣପରିଣୟ କରାଯାଇଥାଏ । ଏହାର ଉଚ୍ଚାରଣର ସ୍ଥାନ କଣ୍ଠ ।

    10 ପଠିତ (↑10 ଗତକାଲିଠାରୁ)0, 10

    1 ଦିନ ଷ୍ଟ୍ରିକ

    🔍 🗞️
  67. 67

    ବୈଦେହୀଶ ବିଳାସ

    ବୈଦେହୀଶ ବିଳାସ

    ବୈଦେହୀଶ ବିଳାସ ଉପେନ୍ଦ୍ର ଭଞ୍ଜଙ୍କ ବିରଚିତ ଏକ ଛାନ୍ଦକାବ୍ୟ | ଓଡ଼ିଆ ସାହିତ୍ୟର ଶ୍ରେଷ୍ଠ କାବ୍ୟ ମଧ୍ୟରେ ଏହା ଅନ୍ୟତମ | କାବ୍ୟଟି ରାମାୟଣ କଥାବସ୍ତୁ ଆଧାରିତ | ବାବନ ଗୋଟି ଛାନ୍ଦ ବିଶିଷ୍ଟ ଏହି କାବ୍ୟର ପ୍ରତ୍ୟେକ ପାଦ ବ-ଅକ୍ଷରରେ ଆରମ୍ଭ |

    10 ପଠିତ (↑10 ଗତକାଲିଠାରୁ)0, 10

    1 ଦିନ ଷ୍ଟ୍ରିକ

    🔍 🗞️
  68. 68

    ବିଜ୍ଞାନ

    ବିଜ୍ଞାନ

    ବିଜ୍ଞାନ (ବିଶେଷ ଜ୍ଞାନ) (ବା Science Latin: scientiaରୁ ଆସିଅଛି ଯାହାର ଅର୍ଥ "ଜ୍ଞାନ") ବିଶ୍ୱର ଏକ ଜ୍ଞାନକୁ ଏକ ଉପଯୁକ୍ତ ପରଖାଯାଇ ପାରୁଥିବା ବୈଜ୍ଞାନିକ ସିଦ୍ଧାନ୍ତ ଓ ଅନୁମାନ ସହ ପ୍ରମାଣ କରାଯାଇପାରୁଥିବା ବ୍ୟବସ୍ଥା ।ପୂର୍ବେ ବିଜ୍ଞାନ ଅଧିକ ଦର୍ଶନ ପର୍ଯବେଶିତ ଥିଲା ।

    10 ପଠିତ (↑2 ଗତକାଲିଠାରୁ)8, 10

    1+ ଦିନ ଷ୍ଟ୍ରିକ

    🔍 🗞️
  69. 69

    ବୈକୁଣ୍ଠନାଥ ପଟ୍ଟନାୟକ

    ବୈକୁଣ୍ଠନାଥ ପଟ୍ଟନାୟକ

    ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଗୋଷ୍ଠୀର (ସବୁଜ ଯୁଗ)ର ଜଣେ କବି ଥିଲେ ।

    10 ପଠିତ (↑10 ଗତକାଲିଠାରୁ)0, 10

    1 ଦିନ ଷ୍ଟ୍ରିକ

    🔍 🗞️
  70. 70

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    10 ପଠିତ (↑10 ଗତକାଲିଠାରୁ)0, 10

    1 ଦିନ ଷ୍ଟ୍ରିକ

    🔍 🗞️
  71. 71

    ସ୍ୱାମୀ ବିବେକାନନ୍ଦ

    ସ୍ୱାମୀ ବିବେକାନନ୍ଦ

    ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)0, 10

    1 ଦିନ ଷ୍ଟ୍ରିକ

    🔍 🗞️
  72. 72

    ଛବିଳ ମଧୁ ବର୍ଣ୍ଣବୋଧ

    ଛବିଳ ମଧୁ ବର୍ଣ୍ଣବୋଧ

    ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।

    10 ପଠିତ (↑10 ଗତକାଲିଠାରୁ)0, 10

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।

    10 ପଠିତ (↑10 ଗତକାଲିଠାରୁ)0, 10

    1 ଦିନ ଷ୍ଟ୍ରିକ

    🔍 🗞️
  74. 74

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    10 ପଠିତ (0 ଗତକାଲିଠାରୁ)10, 10

    1+ ଦିନ ଷ୍ଟ୍ରିକ

    🔍 🗞️
  75. 75

    ବସନ୍ତ କୁମାର ଶତପଥୀ

    ବସନ୍ତ କୁମାର ଶତପଥୀ

    ବସନ୍ତ କୁମାର ଶତପଥୀ (୨୬ ଜୁନ ୧୯୧୩–୨୦ ଫେବୃଆରୀ ୧୯୯୪) ଜଣେ ଭାରତୀୟ ଶିକ୍ଷାବିଦ୍ ତଥା ଓଡ଼ିଆ ଗାଳ୍ପିକ, ଅନୁବାଦକ, ନାଟ୍ୟକାର ଓ ସମାଲୋଚକ ଥିଲେ । ସେ ୧୨ଟି ଗଳ୍ପ ସଂକଳନ ବ୍ୟତୀତ ଅନେକ ଅନୂଦିତ ପୁସ୍ତକ ତଥା ଏକ ଆତ୍ମଜୀବନୀ ପୁସ୍ତକ ରଚନା‌ କରିଥିଲେ ଏବଂ ଜଣେ ପ୍ରମୁଖ ଉତ୍ତର ସ୍ୱାଧୀନତା ଲେଖକ । ତାଙ୍କ ଗଳ୍ପଗୁଡ଼ିକ ଝଙ୍କାର, ସମାବେଶ, ଆସନ୍ତାକାଲି ଇତ୍ୟାଦି ପତ୍ରିକାରେ ପ୍ରକାଶିତ ହୋଇଥିଲା । ସେ ନିଜ ରଚନାରେ ମୁଖ୍ୟତଃ ଶ୍ଳେଷ ଓ ହାସ୍ୟରସ ସହ ଗମ୍ଭୀର ଦୃଷ୍ଟିକୋଣ ସହ‌ ଲେଖୁଥିଲେ । ତାଙ୍କ ଗଳ୍ପ ସଂକଳନ ସାହିତ୍ୟ ଅକାଦେମୀ, ନ୍ୟାସନାଲ୍ ବୁକ୍‌ଟ୍ରଷ୍ଟ ଓ ଭାରତୀୟ ଜ୍ଞାନପୀଠ ଦ୍ୱାରା ପ୍ରକାଶିତ ଏବଂ ଅନେକ ଗଳ୍ପ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଛି । ସେ ନିଜର ରଚନା ନିମନ୍ତର ଓଡ଼ିଶା ସାହିତ୍ୟ ଏକାଡେମୀ (୧୯୬୮), ବିଷୁବ ପୁରସ୍କାର (୧୯୭୯), ଶାରଳା ସମ୍ମାନ, ଉତ୍କଳ ସାହିତ୍ୟ ସମାଜ ସମ୍ମାନ ଆଦି ପୁରସ୍କାରରେ ସମ୍ମାନିତ । ଭାରତୀୟ ସାହିତ୍ୟ କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ପାଇଁ କେନ୍ଦ୍ର ସାହିତ୍ୟ ଅକାଦେମୀ ତରଫରୁ ଏକ ସଂକଳନ ପ୍ରକାଶିତ ହୋଇଛି ।

    10 ପଠିତ (↑10 ଗତକାଲିଠାରୁ)0, 10

    1 ଦିନ ଷ୍ଟ୍ରିକ

    🔍 🗞️
  76. 76

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।

    10 ପଠିତ (↓5 ଗତକାଲିଠାରୁ)15, 10

    1+ ଦିନ ଷ୍ଟ୍ରିକ

    🔍 🗞️
  77. 77

    କଳିଙ୍ଗ ଯୁଦ୍ଧ

    କଳିଙ୍ଗ ଯୁଦ୍ଧ

    ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି ।

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    ଓଡ଼ିସା

    ଓଡ଼ିସା

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  79. 79

    ହନୁମାନ ଚାଳିଶା

    ହନୁମାନ ଚାଳିଶା

    ହନୁମାନ ଚାଳିଶା ହେଉଛି ହିନ୍ଦୁ ଭଗବାନ ହନୁମାନଙ୍କୁ ଉତ୍ସର୍ଗୀକୃତ କରି ଲେଖାଯାଇଥିବା ଏକ ସ୍ତୁତି । ଏଥିରେ ୪୦ଟି ଚଉପାଇ ଅଛି । କବିତାରେ ଚାରି ଧାଡ଼ି ବିଶିଷ୍ଟ ଏକ ପଦକୁ ଚଉପାଇ କୁହାଯାଏ । ଷୋଡ଼ଶ ଶତାବ୍ଦୀରେ ଜନ୍ମଗ୍ରହଣ କରିଥିବା ଭାରତୀୟ କବି, ଦାର୍ଶନିକ ତ‌ଥା ସନ୍ଥ ଶ୍ରୀ ଗୋସ୍ୱାମୀ ତୁଳସୀ ଦାସ ଏହାକୁ ଅବଧୀ ଭାଷାରେ ରଚନା କରିଥିଲେ ।

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ସ୍ୱାଧୀନତା ଦିବସ‌ (ଭାରତ)

    ସ୍ୱାଧୀନତା ଦିବସ‌ (ଭାରତ)

    ଭାରତର ସ୍ୱାଧୀନତା ଦିବସ‌ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।

    9 ପଠିତ (↓3 ଗତକାଲିଠାରୁ)12, 9

    1+ ଦିନ ଷ୍ଟ୍ରିକ

    🔍 🗞️
  81. 81

    ବାମାପଦ ତ୍ରିପାଠୀ

    ବାମାପଦ ତ୍ରିପାଠୀ

    ବାମାପଦ ତ୍ରିପାଠୀ, ଜଣେ ଓଡ଼ିଆ ସାମ୍ବାଦିକ ଏବଂ ସମ୍ପାଦକ । ସେ ଓଡ଼ିଶାର ପ୍ରମୁଖ ସମ୍ବାଦପତ୍ର ସମାଜର ମୁଖ୍ୟ ସମ୍ପାଦକଭାବରେ କାର୍ଯ୍ୟକରି ୨୦୨୦ ମସିହା ଜାନୁଆରୀ ମାସରେ ଅବସର ନେଇଥିଲେ । ସମାଜରେ ଯୋଗଦେବା ପୂର୍ବରୁ ତ୍ରିପାଠୀ ସମ୍ବାଦର ଏଡିଟେରିଆଲ ବୋର୍ଡ଼ର ମୁଖ୍ୟଭାବରେ କାର୍ଯ୍ୟ କରିଥିଲେ । ଏହା ବ୍ୟତିତ ସେ ପ୍ରଜାତନ୍ତ୍ରରେ ମଧ୍ୟ କାର୍ଯ୍ୟ କରିଥିଲେ । ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ପାଠ ପଢ଼ିଥିଲେ ।

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ବିଷ୍ଣୁ

    ବିଷ୍ଣୁ

    ବିଷ୍ଣୁ (ଦେବନାଗରୀ : विष्णु) ହିନ୍ଦୁଧର୍ମରେ ବୈଷ୍ଣବମାନଙ୍କର ତଥା ଶ୍ରୀ ଶଙ୍କରାଚାର୍ଯ୍ୟଙ୍କ ପ୍ରତିଷ୍ଠିତ ସ୍ମାର୍ତ୍ତ ସମ୍ପ୍ରଦାୟର ପ୍ରମୁଖ ଦେବତା । କେହି କେହି ତାଙ୍କୁ ପଞ୍ଚ ଦେବତାଙ୍କ ଭିତରେ ଜଣେ ବୋଲି କହିଥାନ୍ତି।

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  83. 83

    ହୀରାକୁଦ ବନ୍ଧ

    ହୀରାକୁଦ ବନ୍ଧ

    ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  84. 84

    ବିଜୁ ପଟ୍ଟନାୟକ

    ବିଜୁ ପଟ୍ଟନାୟକ

    ବିଜୟାନନ୍ଦ ପଟ୍ଟନାୟକ (ବିଜୁ ପଟ୍ଟନାୟକ ଓ ବିଜୁ ବାବୁ ନାମରେ ମଧ୍ୟ ପରିଚିତ, ୫ ମାର୍ଚ୍ଚ ୧୯୧୬ – ୧୭ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୈତିକ ନେତା, ବୈମାନିକ ଓ ଶିଳ୍ପପତି ଥିଲେ । ୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ପର୍ଯ୍ୟନ୍ତ ସେ ଦୁଇ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ।

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି

    ଅନୁସୂଚିତ ଜାତି ଭାରତୀୟ ସମ୍ବିଧାନର ଅନୁସୂଚିତ ଧାରା ଅନୁସାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀକୁ ବୁଝାଏ । ଜାତିଗତ ଦୃଷ୍ଟିରୁ ଦଳିତ ଓ ହରିଜନ ଆଦି ନାମ ମଧ୍ୟ ଅନୁସୂଚିତ ଜାତି ପାଇଁ ବ୍ୟବହାର କରାଯାଏ ।

    9 ପଠିତ (↑2 ଗତକାଲିଠାରୁ)7, 9

    1+ ଦିନ ଷ୍ଟ୍ରିକ

    🔍 🗞️
  86. 86

    ଓଡ଼ିଶାର ପଞ୍ଚାୟତ ସମିତି ତାଲିକା

    ଓଡ଼ିଶାର ପଞ୍ଚାୟତ ସମିତି ତାଲିକା

    ଏହା ଓଡ଼ିଶାର ପଞ୍ଚାୟତ ସମିତିମାନଙ୍କ ବାବଦରେ ଏକ ତାଲିକା ପ୍ରଦାନ କରିଥାଏ । ରାଜ୍ୟର ମୋଟ ୩୦ ଗୋଟି ଜିଲ୍ଲାରେ ୬୨୩୬ ଗ୍ରାମପଞ୍ଚାୟତ, ୬୨୩୪ ପଞ୍ଚାୟତ ସମିତି ସଭ୍ୟ, ୮୭, ୫୫୧ ୱାର୍ଡ଼ ସଭ୍ୟ ଓ ୮୫୪ ଜିଲ୍ଲା ପରିଷଦ ପଦବୀ ରହିଛି ।

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  87. 87

    ସଂକ୍ରାନ୍ତି

    ସଂକ୍ରାନ୍ତି

    ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି ।

    9 ପଠିତ (↑1 ଗତକାଲିଠାରୁ)8, 9

    1+ ଦିନ ଷ୍ଟ୍ରିକ

    🔍 🗞️
  88. 88

    ଜଗଦୀଶ ଚନ୍ଦ୍ର କାନୁନଗୋ

    ଜଗଦୀଶ ଚନ୍ଦ୍ର କାନୁନଗୋ

    ଜଗଦୀଶ ଚନ୍ଦ୍ର କାନୁନଗୋ (୧୯୪୬ – ୧୨ ଅଗଷ୍ଟ ୨୦୨୬) ଜଣେ ଓଡ଼ିଆ ଚିତ୍ରଶିଳ୍ପୀ, ଭିଜୁଆଲ୍ କଳାକାର, କଳା ଶିକ୍ଷକ ଓ କଳା ପ୍ରଶାସକ ଥିଲେ। ସେ ଓଡ଼ିଶାର ଆଧୁନିକ ଚିତ୍ରକଳା ଆନ୍ଦୋଳନର ଅଗ୍ରଣୀ ବ୍ୟକ୍ତିତ୍ୱମାନଙ୍କ ମଧ୍ୟରୁ ଜଣେ ଭାବେ ପରିଚିତ ଥିଲେ। ଦୀର୍ଘ ପାଞ୍ଚ ଦଶନ୍ଧି ଧରି ସେ ଚିତ୍ରକଳା, ଶିଳ୍ପ ଶିକ୍ଷା, କଳା ପ୍ରଦର୍ଶନୀ ଓ ସାଂସ୍କୃତିକ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିଲେ।

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  90. 90

    ରାମାୟଣ

    ରାମାୟଣ

    ରାମାୟଣ ବାଲ୍ମୀକି ପ୍ରଣୀତ ରାମଚରିତ ବର୍ଣ୍ଣନାତ୍ମକ ସଂସ୍କୃତ ମହାକାବ୍ୟ ।

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  91. 91

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ, ଓଡ଼ିଶାର ରାଜ୍ୟ ସଙ୍ଗୀତ ଅଟେ । ଏହା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କଦ୍ୱାରା ରଚିତ । ଏହି ଗୀତକୁ ୧୯୧୨ ମସିହାରେ ବାଲେଶ୍ୱରଠାରେ ଅନୁଷ୍ଠିତ ଉତ୍କଳ ସମ୍ମିଳନୀ ଅଧିବେଶନରେ ପ୍ରଥମଥର ପାଇଁ ଗାନ କରାଯାଇଥିଲା ।

    9 ପଠିତ (0 ଗତକାଲିଠାରୁ)9, 9

    1+ ଦିନ ଷ୍ଟ୍ରିକ

    🔍 🗞️
  92. 92

    ନଳିନୀକାନ୍ତ ମହାନ୍ତି

    ନଳିନୀକାନ୍ତ ମହାନ୍ତି

    ନଳିନୀକାନ୍ତ ମହାନ୍ତି (୧୯୪୯-୨୦୧୨) ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ଥର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ବିନୋଦ ଚନ୍ଦ୍ର ନାୟକ

    ବିନୋଦ ଚନ୍ଦ୍ର ନାୟକ

    ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    ଆଖଣ୍ଡଳମଣି ମନ୍ଦିର

    ଆଖଣ୍ଡଳମଣି ମନ୍ଦିର

    ଆଖଣ୍ଡଳମଣି ମନ୍ଦିର ଓଡ଼ିଶାର ଭଦ୍ରକ ଜିଲ୍ଲାର ଆରଡ଼ିଠାରେ ଅବସ୍ଥିତ ଏକ ପ୍ରଧାନ ଶୈବ ପିଠ । ଏହା ବୈତରଣୀ ନଦୀ କୂଳରେ ଆରଡ଼ିଠାରେ ଓ ଭଦ୍ରକ ସହରଠାରୁ ୪୦ କି.ମି.

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    ବିଶ୍ୱଜିତ ଦାସ

    ବିଶ୍ୱଜିତ ଦାସ

    ବିଶ୍ୱଜିତ ଦାସ (୧୯୩୬-୨୦୦୪) ଜଣେ ଖ୍ୟାତନାମା ଓଡ଼ିଆ ନାଟ୍ୟକାର ଥିଲେ । ସେ ପ୍ରିୟତମା ଓ ନିଝୁମ ରାତିର ସାଥୀ କଥାଚିତ୍ରର ନିର୍ଦ୍ଦେଶନା ଦେବା ସହ ଗୌରୀ, ନାଗଫାସ, ଅହଲ୍ୟା, କାବେରୀ ଓ ତୁଣ୍ଡବାଇଦ ଆଦି କଥାଚିତ୍ରର ସଂଳାପ ରଚନା କରିଥିଲେ । ଏଥି ସହିତ ସେ କେତୋଟି ବିଦେଶୀ ଭାଷାର ନାଟକକୁ ଓଡ଼ିଆରେ ଅନୁବାଦ ମଧ୍ୟ କରିଥିଲେ । ୧୯୬୪ ମସିହାରେ 'ସଂକେତ' ନାମକ ଏକ ନାଟ୍ୟ ଅନୁଷ୍ଠାନ ଗଠନ କରିଥିଲେ ।

    9 ପଠିତ (↑9 ଗତକାଲିଠାରୁ)0, 9

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ଗଞ୍ଜାମ ଜିଲ୍ଲା

    ଗଞ୍ଜାମ ଜିଲ୍ଲା

    ଗଞ୍ଜାମ ଜିଲ୍ଲା ଓଡ଼ିଶାର ଦକ୍ଷିଣ ଭାଗରେ ଅବସ୍ଥିତ ଏକ ଜିଲ୍ଲା । ଏହା ଆନ୍ଧ୍ର ପ୍ରଦେଶର ସୀମାକୁ ଲାଗିଛି । ବ୍ରହ୍ମପୁର ଗଞ୍ଜାମର ସବୁଠୁ ଜନବହୁଳ ନଗର । ଏହା ସୂକ୍ଷ୍ମ କାରୁକାର୍ଯ୍ୟଭରା ପାଟ ଶାଢ଼ୀ ତିଆରି ପାଇଁ ପ୍ରସିଦ୍ଧ ।

    8 ପଠିତ (↑8 ଗତକାଲିଠାରୁ)0, 8

    1 ଦିନ ଷ୍ଟ୍ରିକ

    🔍 🗞️
  97. 97

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।

    8 ପଠିତ (↓2 ଗତକାଲିଠାରୁ)10, 8

    1+ ଦିନ ଷ୍ଟ୍ରିକ

    🔍 🗞️
  98. 98

    ଗୌତମ ବୁଦ୍ଧ

    ଗୌତମ ବୁଦ୍ଧ

    ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ

    8 ପଠିତ (↑8 ଗତକାଲିଠାରୁ)0, 8

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ଶ୍ରବଣ ( ରାମାୟଣ ର ଚରିତ୍ର )

    ଶ୍ରବଣ ( ରାମାୟଣ ର ଚରିତ୍ର )

    ଶ୍ରବଣ (Sanskrit: श्रवण)ଶ୍ରବନକୁମାର ନାମରେ ମଧ୍ୟ ପରିଚିତ (Sanskrit: श्रवणकुमार) or (Shrobon in Bengali) ଜଣେ ଏଇତିହାସିକ ଚରିତ୍ର । ପ୍ରାଚୀନ ଭାରତୀୟ ପୁରାଣ ରାମାୟଣରେ ତାଙ୍କ ବିଷୟରେ ଉଲ୍ଲେଖ ରହିଛି ।

    8 ପଠିତ (↑8 ଗତକାଲିଠାରୁ)0, 8

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ଯଦୁମଣି ମହାପାତ୍ର

    ଯଦୁମଣି ମହାପାତ୍ର

    ଯଦୁମଣି ମହାପାତ୍ର (୮ ଜାନୁଆରୀ ୧୭୮୧ - ୨ ଜୁଲାଇ ୧୮୬୬)

    8 ପଠିତ (↑8 ଗତକାଲିଠାରୁ)0, 8

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: