ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    106 ପଠିତ (↑48 ଗତକାଲିଠାରୁ)37,21,27,25,31,61,56,85,58, 106

    9+ ଦିନ ଷ୍ଟ୍ରିକ

    🔍 🗞️
  2. 2

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    44 ପଠିତ (↓11 ଗତକାଲିଠାରୁ)55,44,64,57,75,60,62,80,55, 44

    9+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    39 ପଠିତ (↑19 ଗତକାଲିଠାରୁ)0,36,27,39,55,34,32,32,20, 39

    9 ଦିନ ଷ୍ଟ୍ରିକ

    🔍 🗞️
  4. 4

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    37 ପଠିତ (↑17 ଗତକାଲିଠାରୁ)48,21,22,21,48,21,28,16,20, 37

    9+ ଦିନ ଷ୍ଟ୍ରିକ

    🔍 🗞️
  5. 5

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    37 ପଠିତ (↑37 ଗତକାଲିଠାରୁ)26,19,30,46,30,19,31,18,0, 37

    1 ଦିନ ଷ୍ଟ୍ରିକ

    🔍 🗞️
  6. 6

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    34 ପଠିତ (↑15 ଗତକାଲିଠାରୁ)22,24,39,33,23,23,21,14,19, 34

    9+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ସାଲୋ

    ସାଲୋ

    ସାଲୋ କିମ୍ବା ସ୍ଲାନିନା ଏକ ୟୁରୋପୀୟ ଖାଦ୍ୟ ଯାହା ଲୁଣ-ନିର୍ମିତ ଘୁଷୁରୀ ଚର୍ବିର ସ୍ଲାବ ସହିତ କିମ୍ବା ବିନା ଚର୍ମ ଏବଂ ମାଂସର ସ୍ତର ସହିତ କିମ୍ବା ବିନା ସ୍ତର ଦ୍ୱାରା ଗଠିତ । ଏହା ସାଧାରଣତଃ ମଧ୍ୟ, ପୂର୍ବ ଏବଂ ଦକ୍ଷିଣ-ପୂର୍ବ ୟୁରୋପରେ ବିଭିନ୍ନ ନାମରେ ଖିଆଯାଏ ଏବଂ ଜଣାଶୁଣା। ଏହା ସାଧାରଣତଃ ଶୁଖିଲା ଲୁଣ କିମ୍ବା ଲୁଣ ଯୁକ୍ତ ହୋଇଥାଏ । ପୂର୍ବ ସ୍ଲାଭିକ୍, ହଙ୍ଗେରିଆନ୍ ଏବଂ ରୋମାନିଆନ୍ ପ୍ରକାରକୁ ପାପ୍ରିକା କିମ୍ବା ଅନ୍ୟାନ୍ୟ ମସଲା ସହିତ ପ୍ରସ୍ତୁତ କରାଯାଏ, କିନ୍ତୁ ଦକ୍ଷିଣ ଏବଂ ପଶ୍ଚିମ ସ୍ଲାଭିକ୍ ସଂସ୍କରଣ ପ୍ରାୟତଃ ପୋଡ଼ା ଯାଏ ।

    31 ପଠିତ (↑31 ଗତକାଲିଠାରୁ)0,0,0,0,0,0,0,0,0, 31

    1 ଦିନ ଷ୍ଟ୍ରିକ

    🔍 🗞️
  8. 8

    ଭାରତୀୟ ସ୍ୱାଧୀନତା ଆନ୍ଦୋଳନ

    ଭାରତୀୟ ସ୍ୱାଧୀନତା ଆନ୍ଦୋଳନ

    ଭାରତୀୟ ସ୍ୱାଧୀନତା ଆନ୍ଦୋଳନ, ହେଉଛି ଭାରତରେ ବ୍ରିଟିଶ ଶାସନର ଅନ୍ତ କରିବା ଲକ୍ଷ୍ୟରେ ଘଟିଥିବା ବିଭିନ୍ନ ଘଟଣାବଳୀଗୁଡ଼ିକର ଶୃଙ୍ଖଳା । ଏହି ଆନ୍ଦୋଳନ ସମୁଦାୟ ୯୦ ବର୍ଷ (୧୮୫୭-୧୯୪୭) ପର୍ଯ୍ୟନ୍ତ ବିସ୍ତାର କରିଥିଲା ​​।

    31 ପଠିତ (↑31 ଗତକାଲିଠାରୁ)0,0,0,0,0,0,0,0,0, 31

    1 ଦିନ ଷ୍ଟ୍ରିକ

    🔍 🗞️
  9. 9

    Happy Lucky

    Happy Lucky

    31 ପଠିତ (↑31 ଗତକାଲିଠାରୁ)0,0,0,0,0,0,0,0,0, 31

    1 ଦିନ ଷ୍ଟ୍ରିକ

    🔍 🗞️
  10. 10

    ବନ୍ଧୁତ୍ୱ ଦିବସ

    ବନ୍ଧୁତ୍ୱ ଦିବସ

    ବନ୍ଧୁତ୍ୱ ଦିବସ ମିତ୍ରତା ବନେଇବା ପାଇଁ ଗୋଟିଏ ଦିନ ହୋଇଥାଏ, ଏହି ଦିନ ବହୁ ଦକ୍ଷିଣ ଆମେରିକା ଦେଶରେ ବହୁ ବର୍ଷ ପର୍ଯ୍ୟନ୍ତ ପାଳନ କରାଯାଏ, ମୁଖ୍ୟତଃ ପରାଗୁଏରେ , ଯେଉଁଠାରେ ପ୍ରଥମେ ବିଶ୍ୱ ମିତ୍ର ଦିବସ 1958 ମସିହାରେ ଅନ୍ତଃରାଷ୍ଟ୍ରୀୟ ମିତ୍ରତା ଦିବସର ପ୍ରସ୍ତାବ କରାଯାଇଥିଲା ।

    30 ପଠିତ (↑30 ଗତକାଲିଠାରୁ)0,0,0,0,0,0,0,0,0, 30

    1 ଦିନ ଷ୍ଟ୍ରିକ

    🔍 🗞️
  11. 11

    ଚବିଶ ଗୁରୁ

    ଚବିଶ ଗୁରୁ

    ଅବଧୂତ ବା ଦତ୍ତାତ୍ରେୟ ମୁନିଙ୍କର ଚବିଶ ଗୁରୁ ଓ ସେମାନଙ୍କଠାରୁ ମିଳୁଥିବା ଶିକ୍ଷା :

    30 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,0,15, 30

    2 ଦିନ ଷ୍ଟ୍ରିକ

    🔍 🗞️
  12. 12

    ଚିତ୍ତରଞ୍ଜନ ଦାସ

    ଚିତ୍ତରଞ୍ଜନ ଦାସ

    ଚିତ୍ତରଞ୍ଜନ ଦାସ (ଚିତ୍ତଭାଇ ଭାବେ ପରିଚିତ, ୩ ଅକ୍ଟୋବର ୧୯୨୩ - ୧୬ ଜାନୁଆରୀ ୨୦୧୧) ଜଣେ ଓଡ଼ିଆ ଲେଖକ, ଅନୁବାଦକ, ସମାଲୋଚକ ଓ ସମାଜ ସଂସ୍କାରକ ଥିଲେ । ଅନେକ ଭାଷାରେ ଦଖଲ ଥିବା ସତ୍ତ୍ୱେ ଓଡ଼ିଆ ଭାଷାରେ ଲେଖା ପାଇଁ ବ୍ୟାକୁଳ ଥିଲେ । ଏକ ନୂତନ ସମାଜର ପରିକଳ୍ପନା ପାଇଁ ସୁହ୍ରୁତ୍ ଅନୁଷ୍ଠାନ ଗଢିଛନ୍ତି ।

    28 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,13,13, 28

    3 ଦିନ ଷ୍ଟ୍ରିକ

    🔍 🗞️
  13. 13

    ଜଗନ୍ନାଥ

    ଜଗନ୍ନାଥ

    26 ପଠିତ (↑1 ଗତକାଲିଠାରୁ)78,55,47,36,26,26,23,0,25, 26

    2 ଦିନ ଷ୍ଟ୍ରିକ

    🔍 🗞️
  14. 14

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    26 ପଠିତ (↑10 ଗତକାଲିଠାରୁ)17,12,0,19,29,16,16,17,16, 26

    7 ଦିନ ଷ୍ଟ୍ରିକ

    🔍 🗞️
  15. 15

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    26 ପଠିତ (↓13 ଗତକାଲିଠାରୁ)20,18,31,23,25,41,26,30,39, 26

    9+ ଦିନ ଷ୍ଟ୍ରିକ

    🔍 🗞️
  16. 16

    ମହାଦେବ ମନ୍ଦିର, ତାମ୍ବଡ଼ି ସୁରଲା

    ମହାଦେବ ମନ୍ଦିର, ତାମ୍ବଡ଼ି ସୁରଲା

    ମହାଦେବ ମନ୍ଦିର, ତାମ୍ବଡ଼ି ସୁରଲା ଏକ ଶିବ ମନ୍ଦିର ଯାହା କଦମ୍ବ ଶୈଳୀ ତିଆରି ହୋଇଛି ଓ ଶିବଙ୍କୁ ସମର୍ପିତ ହୋଇଛି । ହିନ୍ଦୁମାନଙ୍କର ଏହା ଏକ ସକ୍ରିୟ ପୂଜା ସ୍ଥଳୀ । ଆର୍କିଓଲୋଜିକାଲ ସର୍ଭେ ଅଫ ଇଣ୍ଡିଆ (ଏଏସଆଇ) ଏହାକୁ ଗୋଆର ଏକ ଜାତୀୟ ସ୍ମାରକୀ (Monument of National Importance in Goa) ଭାବରେ ସ୍ୱୀକୃତି ଦେଇଛି ।

    25 ପଠିତ (↑25 ଗତକାଲିଠାରୁ)0,0,0,0,0,0,0,0,0, 25

    1 ଦିନ ଷ୍ଟ୍ରିକ

    🔍 🗞️
  17. 17

    ବାଜି ରାଉତ

    ବାଜି ରାଉତ

    ବାଜି ରାଉତ (୧୯୨୫-୧୯୩୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ । ସେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ନୀଳକଣ୍ଠପୁର ଗାଆଁରେ ଜନ୍ମ ନେଇଥିଲେ ।

    25 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,14, 25

    2 ଦିନ ଷ୍ଟ୍ରିକ

    🔍 🗞️
  18. 18

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    24 ପଠିତ (↑24 ଗତକାଲିଠାରୁ)0,9,17,0,0,0,0,0,0, 24

    1 ଦିନ ଷ୍ଟ୍ରିକ

    🔍 🗞️
  19. 19

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    23 ପଠିତ (↑9 ଗତକାଲିଠାରୁ)13,21,45,25,17,0,0,21,14, 23

    3 ଦିନ ଷ୍ଟ୍ରିକ

    🔍 🗞️
  20. 20

    ବିଶ୍ୱନାଥ କର

    ବିଶ୍ୱନାଥ କର

    ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।

    23 ପଠିତ (↑8 ଗତକାଲିଠାରୁ)0,0,0,0,17,0,0,0,15, 23

    2 ଦିନ ଷ୍ଟ୍ରିକ

    🔍 🗞️
  21. 21

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    22 ପଠିତ (↑2 ଗତକାଲିଠାରୁ)12,22,25,27,46,26,37,31,20, 22

    9+ ଦିନ ଷ୍ଟ୍ରିକ

    🔍 🗞️
  22. 22

    ପ୍ରଫୁଲ୍ଲ କୁମାର ରଥ

    ପ୍ରଫୁଲ୍ଲ କୁମାର ରଥ

    ପ୍ରଫୁଲ୍ଲ କୁମାର ରଥ ( ଜନ୍ମ : ୧୭ ଫେବୃଆରୀ ୧୯୩୫) ଜଣେ ଓଡ଼ିଆ ନାଟ୍ୟକାର । ୧୯୮୪ ମସିହାରେ ସେ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ଓ ୧୯୯୭ରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ବୃତ୍ତିରେ ସେ ଜଣେ ଶିକ୍ଷକ ଥିଲେ । କିଛି ଓଡ଼ିଆ ଚଳଚ୍ଚିତ୍ରରେ ସେ କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା ସହିତ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି ।

    22 ପଠିତ (↑22 ଗତକାଲିଠାରୁ)0,0,0,0,0,0,0,0,0, 22

    1 ଦିନ ଷ୍ଟ୍ରିକ

    🔍 🗞️
  23. 23

    ହୀରାକୁଦ ବନ୍ଧ

    ହୀରାକୁଦ ବନ୍ଧ

    ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.

    21 ପଠିତ (↑13 ଗତକାଲିଠାରୁ)0,0,0,0,13,0,24,31,8, 21

    4 ଦିନ ଷ୍ଟ୍ରିକ

    🔍 🗞️
  24. 24

    ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ

    ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ

    ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ସଂକ୍ଷେପରେ "ଆରଏସଏସ") ଏକ ଭାରତୀୟ ଦକ୍ଷିଣପନ୍ଥୀ, ହିନ୍ଦୁ ଜାତୀୟତାବାଦୀ, ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ । ଆରଏସଏସ ହେଉଛି ସଂଘ ପରିବାରର ନାମକ ଏକ ବୃହତ ସଂସ୍ଥାସମୂହର ମୂଳ ସଂଗଠନ ଏବଂ ତାହା ଭାରତୀୟ ସମାଜର ସମସ୍ତ ଦିଗରେ ଉପସ୍ଥିତି ରହିଛି । ଆରଏସଏସ ୧୯୨୫ ସେପ୍ଟେମ୍ବର ୨୭ରେ ସ୍ଥାପିତ ହୋଇଥିଲା । ୨୦୧୪ ବେଳକୁ ଏହାର ସଦସ୍ୟତା ଥିଲା ୫୦-୬୦ ଲକ୍ଷ (୫-୬ ନିୟୁତ) ।

    20 ପଠିତ (↑20 ଗତକାଲିଠାରୁ)0,12,18,26,21,19,27,37,0, 20

    1 ଦିନ ଷ୍ଟ୍ରିକ

    🔍 🗞️
  25. 25

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    20 ପଠିତ (↓17 ଗତକାଲିଠାରୁ)11,33,40,72,53,49,28,35,37, 20

    9+ ଦିନ ଷ୍ଟ୍ରିକ

    🔍 🗞️
  26. 26

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।

    20 ପଠିତ (↑7 ଗତକାଲିଠାରୁ)0,0,0,13,15,0,19,0,13, 20

    2 ଦିନ ଷ୍ଟ୍ରିକ

    🔍 🗞️
  27. 27

    ନିମାଇଁ ଚରଣ ହରିଚନ୍ଦନ

    ନିମାଇଁ ଚରଣ ହରିଚନ୍ଦନ

    ନିମାଇଁ ଚରଣ ହରିଚନ୍ଦନ (୧୯୦୧-୧୯୮୩) ଜଣେ ଭାରତୀୟ କଣ୍ଠଶୀଳ୍ପି ଥିଲେ । ସେ ଓଡ଼ିଶାର ପ୍ରଥମ ପେଶାଦାର କଣ୍ଠଶିଳ୍ପୀ ଥିଲେ ଏବଂ ମୁଖ୍ୟତଃ ଓଡ଼ିଶୀ ସଙ୍ଗୀତର ଓଡ଼ିଶୀ ବା ଚଉପଦୀ, ଛାନ୍ଦ, ଚମ୍ପୂ, ଚଉତିଶା, ଜଣାଣ, ଭଜନ, ପୋଈ ଆଦି ବିଭିନ୍ନ ବିଭାବ, ରାମଲୀଳା (ବିଶି ଖୁଣ୍ଟିଆ, ସଦାଶିବ ବୈଶ୍ୟ, କେଶବ ପଟ୍ଟନାୟକ ଆଦି ବିବିଧ କବିଙ୍କ ରାମଲୀଳା) ଭଳି ପାରମ୍ପରିକ ସଙ୍ଗୀତ ତଥା କୃଷ୍ଣଲୀଳା ଏବଂ ପଲ୍ଲୀଗୀତ ଆଦି ଗାନରେ ପ୍ରବୀଣ ଥିଲେ । ତାଙ୍କ କଣ୍ଠରେ ବୈଦେହୀଶ ବିଳାସ, ବିଦଗ୍ଧ ଚିନ୍ତାମଣି, ବିଚିତ୍ର ରାମାୟଣ, ମଥୁରାମଙ୍ଗଳ, ଗୋପୀଭାଷା, କିଶୋରଚନ୍ଦ୍ରାନନ୍ଦ ଚମ୍ପୂ ଆଦି ପ୍ରାଚୀନ କାବ୍ୟକୃତିରୁ ଗୀତମାନ ରେକର୍ଡ଼ ହୋଇଛି । ଏହା ଛଡ଼ା ସେ ଅନେକ ନୀତିଶିକ୍ଷା ଓ ସରକାରୀ ଉଦ୍ଦେଶ୍ୟରେ ଜନ ସଚେତନତା ଗୀତ ମଧ୍ୟ ଗାଇଛନ୍ତି ।

    20 ପଠିତ (↑20 ଗତକାଲିଠାରୁ)14,0,0,0,0,0,0,0,0, 20

    1 ଦିନ ଷ୍ଟ୍ରିକ

    🔍 🗞️
  28. 28

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।

    19 ପଠିତ (↓6 ଗତକାଲିଠାରୁ)0,0,19,0,0,0,0,0,25, 19

    2 ଦିନ ଷ୍ଟ୍ରିକ

    🔍 🗞️
  29. 29

    ପ୍ରଫୁଲ୍ଲ ମହାନ୍ତି

    ପ୍ରଫୁଲ୍ଲ ମହାନ୍ତି

    ପ୍ରଫୁଲ୍ଲ ମହାନ୍ତି ଜଣେ ଓଡ଼ିଆ କଥାଚିତ୍ର ନିର୍ଦ୍ଦେଶକ ଥିଲେ । ତାଙ୍କ ନିର୍ଦ୍ଦେଶିତ ମାଗୁଣିର ଶଗଡ଼ ୨୦୦୨ ମସିହାରେ ଶ୍ରେଷ୍ଠ ଆଞ୍ଚଳିକ କଥାଚିତ୍ରର ମାନ୍ୟତା ଲାଭ କରିଥିଲା । ତାଙ୍କ ନିର୍ଦ୍ଦେଶିତ ଅନ୍ୟ କଥାଚିତ୍ରଗୁଡ଼ିକ ହେଲା: ଭଙ୍ଗା ସିଲଟ, ପାଉଁଜି, ଦେବକୀ ଓ ତଥାପି ।

    19 ପଠିତ (↑19 ଗତକାଲିଠାରୁ)0,0,0,0,0,0,0,0,0, 19

    1 ଦିନ ଷ୍ଟ୍ରିକ

    🔍 🗞️
  30. 30

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    19 ପଠିତ (↑7 ଗତକାଲିଠାରୁ)13,18,17,21,20,17,0,0,12, 19

    2 ଦିନ ଷ୍ଟ୍ରିକ

    🔍 🗞️
  31. 31

    ଇରା ମହାନ୍ତି

    ଇରା ମହାନ୍ତି

    ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍‌ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍‌ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍‌ବୁଲ୍‌ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।

    18 ପଠିତ (↑10 ଗତକାଲିଠାରୁ)22,16,23,20,15,0,15,0,8, 18

    2 ଦିନ ଷ୍ଟ୍ରିକ

    🔍 🗞️
  32. 32

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    18 ପଠିତ (↓6 ଗତକାଲିଠାରୁ)10,17,23,20,20,24,23,11,24, 18

    9+ ଦିନ ଷ୍ଟ୍ରିକ

    🔍 🗞️
  33. 33

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    17 ପଠିତ (↑7 ଗତକାଲିଠାରୁ)0,0,0,12,10,0,0,0,10, 17

    2 ଦିନ ଷ୍ଟ୍ରିକ

    🔍 🗞️
  34. 34

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    17 ପଠିତ (↓7 ଗତକାଲିଠାରୁ)24,11,13,26,30,23,28,13,24, 17

    9+ ଦିନ ଷ୍ଟ୍ରିକ

    🔍 🗞️
  35. 35

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।

    17 ପଠିତ (↑4 ଗତକାଲିଠାରୁ)11,14,13,0,0,70,29,21,13, 17

    5 ଦିନ ଷ୍ଟ୍ରିକ

    🔍 🗞️
  36. 36

    ଏଚଆଇଭି/ଏଡସ

    ଏଚଆଇଭି/ଏଡସ

    ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍‌ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତ‌ଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।

    17 ପଠିତ (↓14 ଗତକାଲିଠାରୁ)0,0,0,0,0,0,0,27,31, 17

    3 ଦିନ ଷ୍ଟ୍ରିକ

    🔍 🗞️
  37. 37

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    16 ପଠିତ (↓15 ଗତକାଲିଠାରୁ)31,24,0,21,13,28,33,37,31, 16

    7 ଦିନ ଷ୍ଟ୍ରିକ

    🔍 🗞️
  38. 38

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    16 ପଠିତ (↑16 ଗତକାଲିଠାରୁ)0,0,18,13,15,0,0,20,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  39. 39

    ଜୟ ଜଗନ୍ନାଥ

    ଜୟ ଜଗନ୍ନାଥ

    ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ବହୁଭାଷି କଥାଚିତ୍ର ଜୟ ଜଗନ୍ନାଥ ୨୦୦୭ ମସିହା ରଥଯାତ୍ରା ଅବସରରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟି ଓଡ଼ିଆ ଓ ହିନ୍ଦୀ ଭାଷାରେ ତିଆରି କରାଯାଇଥିଲା । ପରେ ଏହାକୁ ଇଂରାଜୀ ସମେତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଦିତ କରାଯାଇ ଥିଲା ।

    16 ପଠିତ (↑4 ଗତକାଲିଠାରୁ)68,36,49,32,37,20,0,20,12, 16

    3 ଦିନ ଷ୍ଟ୍ରିକ

    🔍 🗞️
  40. 40

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    15 ପଠିତ (↑1 ଗତକାଲିଠାରୁ)18,18,25,30,36,24,21,23,14, 15

    9+ ଦିନ ଷ୍ଟ୍ରିକ

    🔍 🗞️
  41. 41

    ଭାସ୍କୋ ଡା ଗାମା

    ଭାସ୍କୋ ଡା ଗାମା

    ଭାସ୍କୋ ଡା ଗାମା ଜଣେ ପର୍ତ୍ତୁଗୀଜ ନାବିକ । ଏହି ନାବିକ ଭାରତକୁ ୧୪୯୮ ଖ୍ରୀଷ୍ଟାଦ୍ଦରେ ଜଳପଥ ଆବିଷ୍କାର କରିଥିଲେ । ସେ ପର୍ତ୍ତୁଗାଲରୁ ନିଜ ଯାତ୍ରା ଆରମ୍ଭ କରି ଆଟଲାଣ୍ଟିକ ମହାସାଗରରେ ତରୀ ଚଳାଇ ଆଫ୍ରିକା ମହାଦେଶର ଦକ୍ଷିଣ ସୀମାରେ ଅବସ୍ଥିତ ଉତ୍ତମାଶା ଅନ୍ତରିପଠାରେ ପହଞ୍ଚିଥିଲେ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,13,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  42. 42

    ରଘୁ ଅରକ୍ଷିତ

    ରଘୁ ଅରକ୍ଷିତ

    ନିତାଇ ପାଲିତଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆ କଥାଚିତ୍ର ରଘୁ ଅରକ୍ଷିତ ୧୯୯୭ ମସିହାରେ ମୁକ୍ତିଲାଭ କରିଥିଲା ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  43. 43

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ, ଓଡ଼ିଶାର ରାଜ୍ୟ ସଙ୍ଗୀତ ଅଟେ । ଏହା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କଦ୍ୱାରା ରଚିତ । ଏହି ଗୀତକୁ ୧୯୧୨ ମସିହାରେ ବାଲେଶ୍ୱରଠାରେ ଅନୁଷ୍ଠିତ ଉତ୍କଳ ସମ୍ମିଳନୀ ଅଧିବେଶନରେ ପ୍ରଥମଥର ପାଇଁ ଗାନ କରାଯାଇଥିଲା ।

    15 ପଠିତ (↑3 ଗତକାଲିଠାରୁ)0,16,13,0,18,24,0,24,12, 15

    3 ଦିନ ଷ୍ଟ୍ରିକ

    🔍 🗞️
  44. 44

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    15 ପଠିତ (↑4 ଗତକାଲିଠାରୁ)31,31,21,21,18,26,0,16,11, 15

    3 ଦିନ ଷ୍ଟ୍ରିକ

    🔍 🗞️
  45. 45

    ଶରତ କୁମାର ମହାନ୍ତି

    ଶରତ କୁମାର ମହାନ୍ତି

    ଶରତ କୁମାର ମହାନ୍ତି (୨୬ ଜାନୁଆରୀ ୧୯୩୮ - ୧୮ ମାର୍ଚ୍ଚ ୨୦୦୬) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଶିଶୁ ସାହିତ୍ୟ, ବିଜ୍ଞାନ ଭିତ୍ତିକ ସାହିତ୍ୟ, ନିବନ୍ଧ ଓ ଜୀବନୀ ଆଦି ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗରେ ସେ ନିଜର ଅବଦାନ ଛାଡ଼ି ଯାଇଛନ୍ତି ।

    15 ପଠିତ (↑3 ଗତକାଲିଠାରୁ)0,0,0,0,0,0,0,0,12, 15

    2 ଦିନ ଷ୍ଟ୍ରିକ

    🔍 🗞️
  46. 46

    ଶଶିଭୂଷଣ ରାୟ

    ଶଶିଭୂଷଣ ରାୟ

    ଶଶିଭୂଷଣ ରାୟ (୧୮୭୬ - ୧୯୫୩) ଜଣେ ପ୍ରସିଦ୍ଧ ଓଡ଼ିଆ କବି ଥିଲେ । ତାଙ୍କର ରଚନା ପ୍ରଧାନତଃ ପ୍ରକୃତି ବର୍ଣ୍ଣନା ତଥା ଭ୍ରମଣ କାହାଣୀକୁ ଭିତ୍ତି କରି ଥିଲା । ସେ ସାହିତ୍ୟିକ ରାଧାନାଥ ରାୟଙ୍କ ପୁତ୍ର ଥିଲେ ।

    15 ପଠିତ (↓1 ଗତକାଲିଠାରୁ)0,0,0,0,0,0,0,0,16, 15

    2 ଦିନ ଷ୍ଟ୍ରିକ

    🔍 🗞️
  47. 47

    ସ୍ୱାଧୀନତା ଦିବସ‌ (ଭାରତ)

    ସ୍ୱାଧୀନତା ଦିବସ‌ (ଭାରତ)

    ଭାରତର ସ୍ୱାଧୀନତା ଦିବସ‌ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।

    15 ପଠିତ (↑6 ଗତକାଲିଠାରୁ)10,0,0,0,0,0,0,0,9, 15

    2 ଦିନ ଷ୍ଟ୍ରିକ

    🔍 🗞️
  48. 48

    ଗାଲୁଆ ରୋଗ

    ଗାଲୁଆ ରୋଗ

    ଗାଲୁଆ ରୋଗ ବା ସିଆଲାଡେନାଇଟିସ ରୋଗରେ ଲାଳ ଗ୍ରନ୍ଥିର ପ୍ରଦାହ ହୁଏ । ସାଧାରଣତଃ ଏହା ପାରୋଟିଡ, ସବମାଣ୍ଡିବୁଲାର ବା ସବଲିଙ୍ଗୁଆଲ ଗ୍ରନ୍ଥିମାନଙ୍କରେ ହୁଏ । ଦୁଇଟି ମୁଖ୍ୟ ପ୍ରକାରରେ ଏହା ହୁଏ ଯଥା:- ତୀବ୍ର ଏବଂ ଦୀର୍ଘକାଳୀନ ବା କ୍ରନିକ୍ । ତୀବ୍ର ରୋଗରେ ସାଧାରଣତଃ ଏକପାଖିଆ ଯନ୍ତ୍ରଣା, ଜ୍ୱର ଏବଂ ଫୁଲା ହଠାତ୍ ଆରମ୍ଭ ହୁଏ । କ୍ରନିକ୍ ରୋଗରେ ସାଧାରଣତଃ ବାରମ୍ବାର ଦରଜ ହୁଏ, ଖାଇବା ବେଳେ ଫୁଲିଯାଏ । ରୋଗ ଜଟିଳ ହେଲେ କ୍ୱଚିତ୍ ଆବସେସ୍ ଗଠନ ହୋଇପାରେ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  49. 49

    ଗୋବିନ୍ଦ ତ୍ରିପାଠୀ

    ଗୋବିନ୍ଦ ତ୍ରିପାଠୀ

    ଗୋବିନ୍ଦ ତ୍ରିପାଠୀ (୧୩ ମଇ ୧୮୯୯ - ୦୯ ସେପ୍ଟେମ୍ବର ୧୯୬୨) ଜଣେ ଓଡ଼ିଆ ପ୍ରାବନ୍ଧିକ ଥିଲେ । ଅନୁବାଦ, ନାଟକ ଓ ଉପନ୍ୟାସ ସାହିତ୍ୟରେ ମଧ୍ୟ ତାଙ୍କର ପ୍ରବେଶ ରହିଥିଲା ।

    15 ପଠିତ (0 ଗତକାଲିଠାରୁ)0,0,0,0,0,0,0,0,15, 15

    2 ଦିନ ଷ୍ଟ୍ରିକ

    🔍 🗞️
  50. 50

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    15 ପଠିତ (↑2 ଗତକାଲିଠାରୁ)10,24,52,27,14,0,0,26,13, 15

    3 ଦିନ ଷ୍ଟ୍ରିକ

    🔍 🗞️
  51. 51

    ଓଡ଼ିଶାର ଇତିହାସ

    ଓଡ଼ିଶାର ଇତିହାସ

    ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.

    14 ପଠିତ (↑2 ଗତକାଲିଠାରୁ)0,0,15,0,0,0,0,0,12, 14

    2 ଦିନ ଷ୍ଟ୍ରିକ

    🔍 🗞️
  52. 52

    ଚିଲିକା (କବିତା)

    ଚିଲିକା (କବିତା)

    ଏହା ରାଧାନାଥ ରାୟଙ୍କଦ୍ୱାରା ଲେଖା ଯାଇଥିବା ଏକ ଖଣ୍ଡ କାବ୍ୟ । ୧୮୯୨ ମସିହାରେ ଏହି କାବ୍ୟ ଉତ୍କଳ ପ୍ରଭାରେ ପ୍ରକାଶ ପାଇଥିଲା । ଏହାର ରଚନା କାଳ ହେଉଛି ୧୮୯୧ ।।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  53. 53

    ଜୟୀ ରାଜଗୁରୁ

    ଜୟୀ ରାଜଗୁରୁ

    ଜୟକୃଷ୍ଣ ରାଜଗୁରୁ ମହାପାତ୍ର (୨୯ ଅକ୍ଟୋବର ୧୭୩୯ - ୬ ଡିସେମ୍ବର ୧୮୦୬) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଖୋର୍ଦ୍ଧାର ରାଜା ଗଜପତି ମୁକୁନ୍ଦ ଦେବ ଦ୍ୱିତୀୟଙ୍କ ରାଜଦରବାରରେ ରାଜକୀୟ ରାଜଗୁରୁ ହେବା ସହ ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ପ୍ରଶାସନିକ ପ୍ରତିନିଧି ମଧ୍ୟ ଥିଲେ ।

    14 ପଠିତ (0 ଗତକାଲିଠାରୁ)0,0,0,0,10,0,18,19,14, 14

    4 ଦିନ ଷ୍ଟ୍ରିକ

    🔍 🗞️
  54. 54

    Wikimedia Commons

    Wikimedia Commons

    14 ପଠିତ (↓4 ଗତକାଲିଠାରୁ)0,16,14,0,0,0,18,0,18, 14

    2 ଦିନ ଷ୍ଟ୍ରିକ

    🔍 🗞️
  55. 55

    ଟ୍ରିଆଜୋଲାମ

    ଟ୍ରିଆଜୋଲାମ

    ଟ୍ରିଆଜୋଲାମ, ଅନ୍ୟମାନଙ୍କ ମଧ୍ୟରେ ଏକ ବେପାର ନାମ ହାଲସିଅନ୍, ହେଉଛି ଏକ ବେଞ୍ଜୋଡାଏଜେପିନ (BZD) ଶ୍ରେଣୀର ଔଷଧ ଯାହା ନିଦ୍ରାହୀନତା ସମସ୍ୟା ନିମନ୍ତେ ସ୍ୱଳ୍ପ କାଲ ପାଇଁ ବ୍ୟବହୃତ ହୁଏ । ଏହା ୧୦ ଦିନରୁ ଅଧିକ ସମୟ ପାଇଁ ବ୍ୟବହାର କରିବାକୁ ସୁପାରିଶ କରାଯାଏ ନାହିଁ । ଏହା ପାଟିରେ ଦିଆଯାଏ । ଏହାର ପ୍ରଭାବ ପ୍ରାୟ ୩୦ ମିନିଟରୁ ଆରମ୍ଭ ହୋଇ 4 ଘଣ୍ଟା ପର୍ଯ୍ୟନ୍ତ ରହିଥାଏ |

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  56. 56

    ବନ୍ଦେ ମାତରମ

    ବନ୍ଦେ ମାତରମ

    ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।

    14 ପଠିତ (↓24 ଗତକାଲିଠାରୁ)20,27,21,19,41,29,22,43,38, 14

    9+ ଦିନ ଷ୍ଟ୍ରିକ

    🔍 🗞️
  57. 57

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    14 ପଠିତ (↑6 ଗତକାଲିଠାରୁ)30,38,61,41,46,24,30,27,8, 14

    9+ ଦିନ ଷ୍ଟ୍ରିକ

    🔍 🗞️
  58. 58

    ରମେଶ ପ୍ରସାଦ ପାଣିଗ୍ରାହୀ

    ରମେଶ ପ୍ରସାଦ ପାଣିଗ୍ରାହୀ

    ରମେଶ ପ୍ରସାଦ ପାଣିଗ୍ରାହୀ (ଜନ୍ମ: ୧୯୪୪) ଜଣେ ଓଡ଼ିଆ ନାଟ୍ୟକାର, ଔପନ୍ୟାସିକ ଓ ସଂଳାପ ଲେଖକ । ସେ ୧୯୮୪ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ୨୦୨୦ ମସିହାରେ ସାହିତ୍ୟ ଭାରତୀ ସମ୍ମାନ ପାଇଥିଲେ ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  59. 59

    ଯକ୍ଷ୍ମା

    ଯକ୍ଷ୍ମା

    ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସ‌ହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।

    13 ପଠିତ (↓6 ଗତକାଲିଠାରୁ)0,0,27,16,11,19,21,21,19, 13

    8 ଦିନ ଷ୍ଟ୍ରିକ

    🔍 🗞️
  60. 60

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    13 ପଠିତ (↓1 ଗତକାଲିଠାରୁ)31,49,45,76,50,29,24,17,14, 13

    9+ ଦିନ ଷ୍ଟ୍ରିକ

    🔍 🗞️
  61. 61

    ଅରୁଣ ସ୍ତମ୍ଭ

    ଅରୁଣ ସ୍ତମ୍ଭ

    ଅରୁଣ ସ୍ତମ୍ଭ (ସୂର୍ଯ୍ୟ ସ୍ତମ୍ଭ) ଏକ ଷୋହଳ ପାର୍ଶ୍ୱ ବିଶିଷ୍ଟ ୩୪ ଫୁଟ (୧୦ ମିଟର) ଉଚ୍ଚ ଗୋଟା କଳା ମୁଗୁନି ପଥର ସ୍ତମ୍ଭ ଅଟେ, ଯାହାର ଶୀର୍ଷରେ ଅରୁଣଙ୍କର (ସୂର୍ଯ୍ୟଙ୍କ ସାରଥୀ) ମୂର୍ତ୍ତି ରହିଛି । ଏହା ପୁରୀ ଜଗନ୍ନାଥ ମନ୍ଦିରର ସିଂହଦ୍ୱାର (ପୂର୍ବପଟ ଦ୍ୱାର)ଠାରୁ ପ୍ରାୟ ୨୦ ଫୁଟ (୬.୧ ମିଟର) ଦୂରରେ ଅବସ୍ଥିତ । ସ୍ତମ୍ଭରେ ସାମରିକ ଦୃଶ୍ୟ ଏବଂ ଅନ୍ୟାନ୍ୟ ଆକୃତିରେ ଖୋଦିତ ଏକ ଭବ୍ୟ ମୂଳଦୁଆ ରହିଛି । ଏହାର କ୍ୟାପିଟାଲକୁ ପଦ୍ମ ପାଖୁଡ଼ିର ଏକ ଶୃଙ୍ଖଳାଦ୍ୱାରା ଅଳଙ୍କୃତ କରାଯାଇଛି । ସ୍ତମ୍ଭ ଉପରେ ସୂର୍ଯ୍ୟ ଦେବତାଙ୍କୁ ପ୍ରାର୍ଥନା କରିବା ମୁଦ୍ରାରେ ଅରୁଣଙ୍କ ମୂର୍ତ୍ତି ରହିଛି । ସ୍ତମ୍ଭଟି ପ୍ରାୟ ୩୪ ଫୁଟ (୧୦.୫ ମିଟର) ଉଚ୍ଚତାରେ ରହିଛି ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  62. 62

    ବନ୍ଧୁତା

    ବନ୍ଧୁତା

    ବନ୍ଧୁତା

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  63. 63

    ରଥଯାତ୍ରା

    ରଥଯାତ୍ରା

    ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.

    13 ପଠିତ (↑4 ଗତକାଲିଠାରୁ)117,76,119,50,34,0,0,21,9, 13

    3 ଦିନ ଷ୍ଟ୍ରିକ

    🔍 🗞️
  64. 64

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    12 ପଠିତ (↓3 ଗତକାଲିଠାରୁ)10,11,0,25,22,0,0,0,15, 12

    2 ଦିନ ଷ୍ଟ୍ରିକ

    🔍 🗞️
  65. 65

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    12 ପଠିତ (↑12 ଗତକାଲିଠାରୁ)0,13,0,13,16,0,25,37,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  66. 66

    ଉଇକିପିଡ଼ିଆ

    ଉଇକିପିଡ଼ିଆ

    ଉଇକିପିଡ଼ିଆ ( () wik-IH-PEE-DEE-ə or () wik-EE-PEE-DEE-ə; Odia: [uikipiɽiaː] ()) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  67. 67

    HIV ପ୍ରତିରୋଧ ପାଇଁ ପ୍ରି-ଏକ୍ସପୋଜର ପ୍ରୋଫିଲାକ୍ସିସ (ପ୍ରେପ୍)

    HIV ପ୍ରତିରୋଧ ପାଇଁ ପ୍ରି-ଏକ୍ସପୋଜର ପ୍ରୋଫିଲାକ୍ସିସ (ପ୍ରେପ୍)

    ପ୍ରି-ଏକ୍ସପୋଜର ପ୍ରୋଫିଲାକ୍ସିସ (PrEP) ହେଉଛି ଏକ ଏଚଆଇଭି ପ୍ରତିରୋଧ ପଦ୍ଧତି, ଯେଉଁଥିରେ ଏଚଆଇଭି-ନେଗେଟିଭ୍ (ଏଚଆଇଭି ସଂକ୍ରମିତ ନୁହେଁ) ବ୍ୟକ୍ତିମାନେ ଯେଉଁମାନଙ୍କର ଏଚଆଇଭି ସଂକ୍ରମଣର ବିପଦ ଅଧିକ, ସେମାନେ ସଂକ୍ରମଣର ବିପଦ କମାଇବା ପାଇଁ PrEP ସେବନ କରନ୍ତି। ଏଥିରେ ଅସୁରକ୍ଷିତ ଯୌନ ସମ୍ପର୍କ ରଖୁଥିବା ବ୍ୟକ୍ତି, ଇଞ୍ଜେକ୍ସନ ମାଧ୍ୟମରେ ମାଦକଦ୍ରବ୍ୟ ବ୍ୟବହାରକାରୀ ଏବଂ ଜଣେ ଏଚଆଇଭି-ପଜିଟିଭ୍ ଓ ଅନ୍ୟଜଣେ ଏଚଆଇଭି-ନେଗେଟିଭ୍ ଥିବା ଦମ୍ପତି (ସେରୋଡିସକର୍ଡାଣ୍ଟ ଦମ୍ପତି) ଅନ୍ତର୍ଭୁକ୍ତ। ଏଚଆଇଭି ପ୍ରତିରୋଧ ପାଇଁ ପ୍ରଥମ PrEP ଔଷଧ ଏମ୍ଟ୍ରିସିଟାବିନ୍/ଟେନୋଫୋଭିର ଡିସୋପ୍ରୋକ୍ସିଲ୍ (FTC/TDF; Truvada) କୁ ୨୦୧୨ ମସିହାରେ ଅନୁମୋଦନ ମିଳିଥିଲା।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  68. 68

    ଜଗନମୋହ‌ନ ଲାଲ

    ଜଗନମୋହ‌ନ ଲାଲ

    ଜଗନମୋହ‌ନ ଲାଲ (୨୫ ନଭେମ୍ବର ୧୮୩୮ - ୨୬ ଡିସେମ୍ବର ୧୯୧୩)

    12 ପଠିତ (↑12 ଗତକାଲିଠାରୁ)0,0,0,0,15,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ପଠାଣି ସାମନ୍ତ

    ପଠାଣି ସାମନ୍ତ

    ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।

    12 ପଠିତ (↓2 ଗତକାଲିଠାରୁ)25,23,26,16,17,0,23,26,14, 12

    4 ଦିନ ଷ୍ଟ୍ରିକ

    🔍 🗞️
  70. 70

    ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର

    ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର

    ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  71. 71

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    12 ପଠିତ (↓13 ଗତକାଲିଠାରୁ)37,26,25,23,39,22,0,17,25, 12

    3 ଦିନ ଷ୍ଟ୍ରିକ

    🔍 🗞️
  72. 72

    ବଳରାମ ଦାସ

    ବଳରାମ ଦାସ

    ବଳରାମ ଦାସ ପଞ୍ଚଦଶ ଶତାବ୍ଦୀର ଓଡ଼ିଆ ସନ୍ଥକବି ଓ ପଞ୍ଚସଖାଙ୍କ ମଧ୍ୟରୁ ଜ୍ୟେଷ୍ଠ । ସେ ଓଡ଼ିଆରେ ଅନେକ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିଛନ୍ତି । ଦାଣ୍ଡି ବା ଜଗମୋହନ ରାମାୟଣ ଓ ଲକ୍ଷ୍ମୀ ପୁରାଣ ତହିଁ ମଧ୍ୟରୁ ଅନ୍ୟତମ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,17,0,17,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    11 ପଠିତ (↑11 ଗତକାଲିଠାରୁ)0,10,0,14,16,0,0,13,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  74. 74

    ଚନ୍ଦ୍ରଯାନ-୩

    ଚନ୍ଦ୍ରଯାନ-୩

    ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    11 ପଠିତ (↑11 ଗତକାଲିଠାରୁ)10,9,0,0,10,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  76. 76

    ଚକରା ବିଷୋୟୀ

    ଚକରା ବିଷୋୟୀ

    ଚକରା ବିଷୋୟୀ, ଓଡ଼ିଶା ଇତିହାସରେ ଜଣେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାବରେ ଖ୍ୟାତ । ସେ ଓଡ଼ିଶାର ଗଞ୍ଜାମଠାରେ ଥିବା ଘୁମୁସୁରରେ ୧୮୨୩ ମସିହାରେ ଜନ୍ମଗ୍ରହଣ କରିଥିଲେ । ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ, ବୀର ଯୋଦ୍ଧା ଓ ଫିରିଙ୍ଗି ବିରୋଧରେ ଦେଶପାଇଁ ଲଢ଼ି ଜୀବନ ଦେଇଥିବା ଜଣେ କନ୍ଧ ବରପୁତ୍ର ।

    11 ପଠିତ (↑11 ଗତକାଲିଠାରୁ)0,0,0,0,13,29,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  77. 77

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    11 ପଠିତ (↑11 ଗତକାଲିଠାରୁ)11,0,0,0,17,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    ଶ୍ରୀନିବାସ ରାମାନୁଜନ

    ଶ୍ରୀନିବାସ ରାମାନୁଜନ

    {{Use British English|date=November 2011}} ଶ୍ରୀନିବାସ ରାମାନୁଜନ () (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?

    11 ପଠିତ (↓14 ଗତକାଲିଠାରୁ)30,15,36,21,15,0,30,29,25, 11

    4 ଦିନ ଷ୍ଟ୍ରିକ

    🔍 🗞️
  79. 79

    ନମୁଚି

    ନମୁଚି

    ନମୁଚି (ସଂସ୍କୃତ: नमुचि, ରୋମାନାଇଜ୍: Namuchi), ଯାହାକୁ ନମୁଚି କିମ୍ବା ବୈଦିକ ସାହିତ୍ୟରେ ନମୁକି (Namuki) ବୋଲି ମଧ୍ୟ କୁହାଯାଏ, ସେ ହିନ୍ଦୁ ପୌରାଣିକ କଥାବଳୀରେ ଏକ ଅସୁର (ଦୈତ୍ୟ) ଥିଲେ । ତାଙ୍କ ଉଲ୍ଲେଖ ଋଗ୍‌ ବେଦରେ ମିଳେ, ଏବଂ ପରେ ମହାଭାରତ ଓ ପୁରାଣଗୁଡ଼ିକରେ ତାଙ୍କ ଜୀବନ ଓ ମୃତ୍ୟୁ ସମ୍ପର୍କରେ ବିଭିନ୍ନ ବିବରଣୀ ଦିଆଯାଇଛି । ନମୁଚିକୁ ପ୍ରାୟତଃ ଅନ୍ୟ ବଳଶାଳୀ ଅସୁରମାନଙ୍କ ସହ ଯୋଡ଼ାଯାଇଥାଏ ଏବଂ ତାଙ୍କୁ ଦେବତାମାନଙ୍କ, ବିଶେଷକରି ଇନ୍ଦ୍ରଙ୍କ, ଶତ୍ରୁ ଭାବରେ ଚିତ୍ରିତ କରାଯାଇଛି ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ଗୌତମ ବୁଦ୍ଧ

    ଗୌତମ ବୁଦ୍ଧ

    ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ

    11 ପଠିତ (↑11 ଗତକାଲିଠାରୁ)25,14,21,0,18,0,21,19,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  81. 81

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।

    11 ପଠିତ (↑11 ଗତକାଲିଠାରୁ)0,0,13,0,10,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    11 ପଠିତ (↓5 ଗତକାଲିଠାରୁ)10,26,38,56,12,22,0,18,16, 11

    3 ଦିନ ଷ୍ଟ୍ରିକ

    🔍 🗞️
  83. 83

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    11 ପଠିତ (↓1 ଗତକାଲିଠାରୁ)15,0,15,21,0,0,26,14,12, 11

    4 ଦିନ ଷ୍ଟ୍ରିକ

    🔍 🗞️
  84. 84

    ସେରୋଷ୍ଟାଟସ୍

    ସେରୋଷ୍ଟାଟସ୍

    ସେରୋଷ୍ଟାଟସ୍ ରକ୍ତରେ ସେରୋଲୋଜିକାଲ୍ ମାର୍କରର ଉପସ୍ଥିତି କିମ୍ବା ଅନୁପସ୍ଥିତିକୁ ବୁଝାଏ । ସେରମ୍ ମଧ୍ୟରେ ଏକ ନିର୍ଦ୍ଦିଷ୍ଟ ମାର୍କରର ଚିହ୍ନଟଯୋଗ୍ୟ ସ୍ତରର ଉପସ୍ଥିତିକୁ ସେରୋପୋଜେଟିଭିଟି ଭାବରେ ବିବେଚନା କରାଯାଏ ଏବଂ ଏହିପରି ସ୍ତରର ଅନୁପସ୍ଥିତିକୁ ସେରୋନେଗେଟିଭିଟି ଭାବରେ ବିବେଚନା କରାଯାଏ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    ଭାରତ

    ଭାରତ

    ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

    11 ପଠିତ (↑11 ଗତକାଲିଠାରୁ)9,11,14,13,19,30,20,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  86. 86

    ଅଚ୍ୟୁତାନନ୍ଦ ଦାସ

    ଅଚ୍ୟୁତାନନ୍ଦ ଦାସ

    ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।

    10 ପଠିତ (↑10 ଗତକାଲିଠାରୁ)11,0,0,0,13,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  87. 87

    ମହାନଦୀ

    ମହାନଦୀ

    ମହାନଦୀ ଓଡ଼ିଶାର ବଡନଦୀ। ଛତିଶଗଡ଼଼ର ଅମରକଣ୍ଟକ ମାଳଭୁମିରୁ (ଧମତରି ଜିଲ୍ଲା) ବାହାରି ଏହା ଝାରସୁଗୁଡ଼ା ଜିଲ୍ଲାରେ ଓଡ଼ିଶାକୁ ପ୍ରବେଶ କରିଛି । ଏହାର ଦୈର୍ଘ୍ୟ ୮୫୮ କି.ମି । ଏହା ପାରାଦ୍ୱୀପ ନିକଟସ୍ଥ ବତିଘରର ଦକ୍ଷିଣରେ ବଙ୍ଗୋପ ସାଗରରେ ପଡ଼ିଛି । ଏହା ଭାରତର ୬ଷ୍ଠ ବୃହତ୍ତମ ନଦୀ । ଓଡ଼ିଶାରେ ଏହାର ଦୈର୍ଘ୍ୟ ୪୯୪ କି.ମି.

    10 ପଠିତ (↓9 ଗତକାଲିଠାରୁ)0,0,0,0,0,0,19,16,19, 10

    4 ଦିନ ଷ୍ଟ୍ରିକ

    🔍 🗞️
  88. 88

    ସରଳା ଦେବୀ

    ସରଳା ଦେବୀ

    ସରଳା ଦେବୀ (୯ ଅଗଷ୍ଟ ୧୯୦୪ - ୪ ଅକ୍ଟୋବର ୧୯୮୬ ) ଜଣେ ଭାରତୀୟ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଓ ଲେଖିକା ଥିଲେ । ବିଂଶ ଶତାବ୍ଦୀର ପ୍ରଥମ ଭାଗରେ ବ୍ରିଟିଶ ସରକାର ଅଧୀନରେ ଥିବା ବେଳେ ଭାରତରେ ନାରୀମାନଙ୍କର ସାମାଜିକ ଓ ରାଜନୈତିକ ଅଧିକାର ପାଇଁ ଆନ୍ଦୋଳନ ଆରମ୍ଭ ହେବା ସହ ନାରୀ ଶିକ୍ଷାର ପ୍ରଚାର ପ୍ରସାର ହୋଇଥିଲା । ସେହି ସମୟରେ ଏହାର ପ୍ରଭାବରେ ଓଡ଼ିଶାର ନାରୀନେତ୍ରୀ ରମାଦେବୀ, ମାଳତୀ ଚୌଧୁରୀ, ଗୋଦାବରୀ ଦେବୀ ପ୍ରମୁଖଙ୍କ ସହ ସେ ଭାରତର ସ୍ୱାଧୀନତା ଓ ନାରୀ ସ୍ୱାଧୀନତା ପାଇଁ ଲଢ଼ିଥିଲେ । ସେ ସତ୍ୟାଗ୍ରହରେ ଭାଗନେଇଥିବା ପ୍ରଥମ ଓଡ଼ିଆ ମହିଳା । ଇଞ୍ଚୁଡ଼ିଠାରେସେ ଲବଣ ସତ୍ୟାଗ୍ରହରେ ଭାଗନେଇଥିଲେ । ସ୍ୱାଧୀନତା ଆନ୍ଦୋଳନର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସେ ଜେଲଦଣ୍ଡ ଭୋଗ କରିଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ (୯ ଜୁନ ୧୯୩୧-୪ ଅଗଷ୍ଟ ୨୦୦୬ ), ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଜଣେ ଲେଖିକା ଥିଲେ । ସେ ଓଡ଼ିଶାର ଲୌହମାନବୀ ରୂପେ ସୁପରିଚିତ। । ସେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ । ୧୯୭୨ରୁ ୧୯୭୩ ଓ ୧୯୭୪ରୁ ୧୯୭୬ ମସିହାରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ।

    9 ପଠିତ (↑9 ଗତକାଲିଠାରୁ)12,0,17,16,0,0,17,13,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  90. 90

    ହେପାଟାଇଟିସ ବି

    ହେପାଟାଇଟିସ ବି

    ହେପାଟାଇଟିସ ବି ଏକ ସଂକ୍ରାମକ ରୋଗ ଯାହା ହେପାଟାଇଟିସ ବି ଭୂତାଣୁଦ୍ୱାରା ହୁଏ ଓ ଏହା ଯକୃତକୁ ଆକ୍ରମଣ କରି ପ୍ରଦାହ ସୃଷ୍ଟି କରେ । ଏହା ଉଭୟ ତ୍ୱରିତ ଓ ଦୀର୍ଘସ୍ଥାୟୀ ରୋଗ କରେଇ ପାରେ । ସଂକ୍ରମଣ ପ୍ରାରମ୍ଭରେ ଏନେକ ଲୋକଙ୍କଠାରେ କୌଣସି ଲକ୍ଷଣ ଦେଖାଯାଏ ନାହିଁ । କେତେକ ରୋଗୀ ଶୀଘ୍ର ରୋଗା ଅନୁଭବ କରି ବାନ୍ତି କରନ୍ତି, ଚମ ହଳଦିଆ ଦେଖାଯାଏ, ଥକ୍କା ଲାଗେ, ଗାଢ଼ ପରିସ୍ରା ହୁଏ ଓ ପେଟ ଯନ୍ତ୍ରଣା ହୁଏ । ଅଧିକାଂଶ ସମୟରେ ରୋଗ କିଛି ସପ୍ତାହ ପର୍ୟ୍ୟନ୍ତ ରହେ, କ୍ୱଚିତ୍ ଏହି ସମୟରେ ମୃତ୍ୟୁ ହୁଏ । ସଂକ୍ରମଣର ୩୦ରୁ ୧୮୦ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଜନ୍ମ ସମୟରେ ସଂକ୍ରମିତ ହେଲେ ୯୦ % କେଶ୍‌ରେ ଦୀର୍ଘସ୍ଥାୟୀ ହେପାଟାଇଟିସ ବି ରୋଗ ହୁଏ କିନ୍ତୁ ୫ ବର୍ଷ ବୟସ ପରେ ସଂକ୍ରମିତ ହେଲେ ୧୦ %ରୁ କମ୍ ଲୋକଙ୍କର ଏ ଭଳି ହୁଏ । ଅଧିକାଂଶ ଦୀର୍ଘସ୍ଥାୟୀ ରୋଗୀ ଲକ୍ଷଣହୀନ ଥାଆନ୍ତି, କିନତୁ ସିରୋସିସ୍ ଓ ଯକୃତ କର୍କଟ ଅବଶେଷରେ ହୁଏ । ଏହି ଜଟିଳତା ଯୋଗୁ ୧୫ରୁ ୨୫ % ଲୋକ ମୃତ୍ୟୁ ମୁଖରେ ପତିତ ହୁଅନ୍ତି ।

    9 ପଠିତ (↑9 ଗତକାଲିଠାରୁ)0,0,0,12,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  91. 91

    ଉପେନ୍ଦ୍ର କିଶୋର ଦାସ

    ଉପେନ୍ଦ୍ର କିଶୋର ଦାସ

    ଉପେନ୍ଦ୍ର କିଶୋର ଦାସ (୨୧ ଫେବୃଆରୀ ୧୯୦୧ - ୨୦ ଅପ୍ରେଲ ୧୯୭୨) ଜଣେ ଓଡ଼ିଆ ସାହିତ୍ୟିକ ଓ ସ୍ୱାଧୀନତା ସଂଗ୍ରାମୀ । ସେ ୧୯୦୧ ମସିହା ଫେବୃଆରୀ ୨୧ରେ ଜନ୍ମ ଗ୍ର‌‌ହଣ କରିଥିଲେ ଏବଂ ୧୯୭୨ ଅପ୍ରେଲ ୨୦ରେ ମୃତ୍ୟୁ ବରଣ କରିଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ସମ୍ବଲପୁରୀ ଭାଷା

    ସମ୍ବଲପୁରୀ ଭାଷା

    ସମ୍ବଲପୁରୀ ଓଡ଼ିଆ ଭାଷା (କୋଶଳୀ ଓ କୋସଲି ନାମରେ ମଧ୍ୟ ଜଣା) ଏକ ଓଡ଼ିଶାରେ ପଶ୍ଚିମାଞ୍ଚଳରେ କଥିତ ଏକ ଭାଷା ପ୍ରକାର । ଏହା ପଶ୍ଚିମ ଓଡ଼ିଆ, କୋସଲି, ସମଲପୁରୀ ଓଡ଼ିଆ ଆଦି ନାମରେ ମଧ୍ୟ ଜଣା । କୋଶଳ ଓ କୋଶଳୀ ନିକଟରେ ପ୍ରତିଷ୍ଠିତ ଏକ ବିବାଦୀୟ ନାମ ଓ କୋଶଳ ଅଞ୍ଚଳ ମଧ୍ୟରେ ପୁରାତନ କୋଶଳ ସାମ୍ରାଜ୍ୟ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି ।

    9 ପଠିତ (↓26 ଗତକାଲିଠାରୁ)0,0,0,0,0,0,0,17,35, 9

    3 ଦିନ ଷ୍ଟ୍ରିକ

    🔍 🗞️
  93. 93

    ରମାକାନ୍ତ ରଥ

    ରମାକାନ୍ତ ରଥ

    ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।

    9 ପଠିତ (↓7 ଗତକାଲିଠାରୁ)0,0,0,15,31,31,26,0,16, 9

    2 ଦିନ ଷ୍ଟ୍ରିକ

    🔍 🗞️
  94. 94

    ରାଧାକୃଷ୍ଣ ଭଞ୍ଜ

    ରାଧାକୃଷ୍ଣ ଭଞ୍ଜ

    ରାଧାକୃଷ୍ଣ ଭଞ୍ଜ ଜଣେ ଓଡ଼ିଆ କଥାଚିତ୍ରର ସଙ୍ଗୀତ ନିର୍ଦ୍ଦେଶକ । ସେ ୧୯୭୭ ମସିହାରେ ଓଡ଼ିଆ କଥାଚିତ୍ର ଅଭିମାନରେ ପ୍ରଥମ ଥର ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    ବ୍ୟଞ୍ଜନ ବର୍ଣ୍ଣ

    ବ୍ୟଞ୍ଜନ ବର୍ଣ୍ଣ

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ଜାପାନ

    ଜାପାନ

    ଜାପାନ (日本, ନିପ୍ପୋଁ ବା ନିହୋଁ), ପୂର୍ବ ଏସିଆରେ ଅବସ୍ଥିତ ଏକ ଦ୍ୱୀପ ରାଷ୍ଟ୍ର । ଏହାର ପଶ୍ଚିମରେ ଜାପାନ ସାଗର, ଓଖୋତ୍ସକ ସାଗରଠାରୁ ପୂର୍ବ ଚୀନ ସାଗର ଓ ତାଇୱାନ ପର୍ଯ୍ୟନ୍ତ ବ୍ଯାପ୍ତ ହୋଇ ରହିଛି । ପ୍ରଶାନ୍ତ ଅଗ୍ନିବଳୟର ଏକ ଅଂଶ, ଜାପାନ ୬,୮୫୨ଟି ଦ୍ୱୀପରେ ଗଢାହୋଇଛି ଯାହାର ପ୍ରାୟ ୩,୭୭,୯୭୫ ବର୍ଗ କି.ମି.

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  97. 97

    ଚନ୍ଦ୍ରଶେଖର ଭେଙ୍କଟ ରମଣ

    ଚନ୍ଦ୍ରଶେଖର ଭେଙ୍କଟ ରମଣ

    ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା ‍‌(ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ, କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ । ସେ ପଦାର୍ଥ ବିଜ୍ଞାନରେ ପ୍ରଥମ ଭାରତୀୟ ନୋବେଲ ପୁରସ୍କାର ବିଜେତା ଥିଲେ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  98. 98

    ପାକିସ୍ତାନ

    ପାକିସ୍ତାନ

    ପାକିସ୍ତାନ (ପାକିସ୍ଥାନ ନାମରେ ମଧ୍ୟ ଜଣା, ଉର୍ଦ୍ଦୁ: پَاکِسْتَان [ˈpaːkɪstaːn]), ସରକାରୀ ଭାବେ Islamic Republic of Pakistan (ISO: ଉର୍ଦ୍ଦୁ: اِسْلامی

    8 ପଠିତ (↑8 ଗତକାଲିଠାରୁ)0,10,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ଯଶୋବନ୍ତ ଦାସ

    ଯଶୋବନ୍ତ ଦାସ

    ଯଶୋବନ୍ତ ଦାସ ଓଡ଼ିଶାରେ ଜନ୍ମିତ ଜଣେ ସାଧକ ଓ ଭକ୍ତକବି ଥିଲେ । ଯଶୋବନ୍ତ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ ଭିତରୁ ଜଣେ । ସେ ଅନେକ ଗ୍ରନ୍ଥ, ଭଜନ, ମାଳିକା ଓ ପଦ୍ୟ ରଚନା କରିଥିଲେ । ତାଙ୍କ ରଚନାମାନଙ୍କ ଭିତରୁ ଅଧିକାଂଶ ମୁଦ୍ରିତ ହୋଇନାହିଁ ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ଶ୍ରାବଣ

    ଶ୍ରାବଣ

    ଶ୍ରବଣା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାସକୁ ଶ୍ରାବଣ ମାସ (ଶିରାବଣ ଓ ଶାବଣ ନାମରେ ମଧ୍ୟ ଜଣା) କୁହାଯାଏ । ଏହାର ପୂର୍ବବର୍ତ୍ତୀ ମାସ ଆଷାଢ଼ ଓ ପରବର୍ତ୍ତୀ ମାସ ଭାଦ୍ରବ । ଏହି ମାସ ଓ ଏହାର ପୂର୍ବବର୍ତ୍ତୀ ମାସ ବର୍ଷା ଋତୁ । ଏହା ଓଡ଼ିଆ ହିନ୍ଦୁମାନଙ୍କର ଚତୁର୍ଥ ଚାନ୍ଦ୍ରମାନ ମାସ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: