ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    83 ପଠିତ (↓10 ଗତକାଲିଠାରୁ)42,40,76,84,93, 83

    5+ ଦିନ ଷ୍ଟ୍ରିକ

    🔍 🗞️
  2. 2

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    81 ପଠିତ (↑44 ଗତକାଲିଠାରୁ)11,20,56,47,37, 81

    5+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    72 ପଠିତ (↓30 ଗତକାଲିଠାରୁ)31,68,70,78,102, 72

    5+ ଦିନ ଷ୍ଟ୍ରିକ

    🔍 🗞️
  4. 4

    ବନ୍ଦେ ମାତରମ

    ବନ୍ଦେ ମାତରମ

    ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।

    52 ପଠିତ (↑21 ଗତକାଲିଠାରୁ)279,75,28,29,31, 52

    5+ ଦିନ ଷ୍ଟ୍ରିକ

    🔍 🗞️
  5. 5

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    46 ପଠିତ (↑1 ଗତକାଲିଠାରୁ)17,34,42,41,45, 46

    5+ ଦିନ ଷ୍ଟ୍ରିକ

    🔍 🗞️
  6. 6

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    45 ପଠିତ (↑13 ଗତକାଲିଠାରୁ)9,16,16,24,32, 45

    5+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    43 ପଠିତ (↑12 ଗତକାଲିଠାରୁ)19,24,35,49,31, 43

    5+ ଦିନ ଷ୍ଟ୍ରିକ

    🔍 🗞️
  8. 8

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    38 ପଠିତ (↓1 ଗତକାଲିଠାରୁ)32,77,42,47,39, 38

    5+ ଦିନ ଷ୍ଟ୍ରିକ

    🔍 🗞️
  9. 9

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    38 ପଠିତ (↑9 ଗତକାଲିଠାରୁ)10,12,32,15,29, 38

    5+ ଦିନ ଷ୍ଟ୍ରିକ

    🔍 🗞️
  10. 10

    ଆଶୁତୋଷ ପରିଡ଼ା

    ଆଶୁତୋଷ ପରିଡ଼ା

    ଆଶୁତୋଷ ପରିଡ଼ା (ଜନ୍ମ : ୧୯୪୬) ଜଣେ ଭାରତୀୟ ବୈଜ୍ଞାନିକ ଓ ଓଡ଼ିଆ ଭାଷୀ ସାହିତ୍ୟିକ । ସେ ୧୯୯୦ ମସିହାରେ ତାଙ୍କ କବିତା ସଂକଳନ ଇପସିତ କ୍ରୋଧ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ । ତାଙ୍କ କବିତା ଅନ୍ୟ ଭାରତୀୟ ଭାଷାମାନଙ୍କରେ ଅନୂଦିତ ହୋଇଛି । ସେ ଭୁବନେଶ୍ୱରସ୍ଥିତ ଖଣିଜ ଏବଂ ପଦାର୍ଥ ପ୍ରୌଦ୍ଯୋଗିକୀ ସଂସ୍ଥାର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଛନ୍ତି ।

    37 ପଠିତ (↑1 ଗତକାଲିଠାରୁ)0,0,0,0,36, 37

    2 ଦିନ ଷ୍ଟ୍ରିକ

    🔍 🗞️
  11. 11

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    34 ପଠିତ (↑2 ଗତକାଲିଠାରୁ)34,39,48,15,32, 34

    5+ ଦିନ ଷ୍ଟ୍ରିକ

    🔍 🗞️
  12. 12

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    33 ପଠିତ (↑7 ଗତକାଲିଠାରୁ)10,10,26,19,26, 33

    5+ ଦିନ ଷ୍ଟ୍ରିକ

    🔍 🗞️
  13. 13

    ରାକ୍ଷୀ ପୂର୍ଣ୍ଣିମା

    ରାକ୍ଷୀ ପୂର୍ଣ୍ଣିମା

    ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] Archived 2019-10-21 at the Wayback Machine.

    33 ପଠିତ (↑7 ଗତକାଲିଠାରୁ)11,11,16,19,26, 33

    5+ ଦିନ ଷ୍ଟ୍ରିକ

    🔍 🗞️
  14. 14

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    32 ପଠିତ (↑2 ଗତକାଲିଠାରୁ)13,23,18,21,30, 32

    5+ ଦିନ ଷ୍ଟ୍ରିକ

    🔍 🗞️
  15. 15

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    32 ପଠିତ (↑17 ଗତକାଲିଠାରୁ)9,12,23,10,15, 32

    5+ ଦିନ ଷ୍ଟ୍ରିକ

    🔍 🗞️
  16. 16

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    31 ପଠିତ (↑5 ଗତକାଲିଠାରୁ)28,24,51,34,26, 31

    5+ ଦିନ ଷ୍ଟ୍ରିକ

    🔍 🗞️
  17. 17

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    31 ପଠିତ (↑5 ଗତକାଲିଠାରୁ)0,12,15,10,26, 31

    5 ଦିନ ଷ୍ଟ୍ରିକ

    🔍 🗞️
  18. 18

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    30 ପଠିତ (↓14 ଗତକାଲିଠାରୁ)25,17,33,37,44, 30

    5+ ଦିନ ଷ୍ଟ୍ରିକ

    🔍 🗞️
  19. 19

    ଶାରଳା ପୁରସ୍କାର

    ଶାରଳା ପୁରସ୍କାର

    ଆଦିକବି ସାରଳା ଦାସଙ୍କ ନାମରେ ନାମିତ ଏହି ପୁରସ୍କାର ଓଡ଼ିଆ ଭାଷା ଓ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପ୍ରତିବର୍ଷ ପ୍ରଦାନ କରାଯାଇଥାଏ ।

    29 ପଠିତ (↑9 ଗତକାଲିଠାରୁ)0,0,0,0,20, 29

    2 ଦିନ ଷ୍ଟ୍ରିକ

    🔍 🗞️
  20. 20

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    26 ପଠିତ (↑1 ଗତକାଲିଠାରୁ)0,19,27,35,25, 26

    5 ଦିନ ଷ୍ଟ୍ରିକ

    🔍 🗞️
  21. 21

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    25 ପଠିତ (0 ଗତକାଲିଠାରୁ)25,34,25,27,25, 25

    5+ ଦିନ ଷ୍ଟ୍ରିକ

    🔍 🗞️
  22. 22

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    25 ପଠିତ (↑5 ଗତକାଲିଠାରୁ)7,10,10,13,20, 25

    5+ ଦିନ ଷ୍ଟ୍ରିକ

    🔍 🗞️
  23. 23

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    24 ପଠିତ (↓11 ଗତକାଲିଠାରୁ)13,21,36,35,35, 24

    5+ ଦିନ ଷ୍ଟ୍ରିକ

    🔍 🗞️
  24. 24

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    23 ପଠିତ (↑23 ଗତକାଲିଠାରୁ)7,0,17,14,0, 23

    1 ଦିନ ଷ୍ଟ୍ରିକ

    🔍 🗞️
  25. 25

    ମହାପାତ୍ର ନୀଳମଣି ସାହୁ

    ମହାପାତ୍ର ନୀଳମଣି ସାହୁ

    ମହାପାତ୍ର ନୀଳମଣି ସାହୁ (୨୨ ଡିସେମ୍ବର ୧୯୨୬ - ୨୫ ଜୁନ ୨୦୧୬) ଜଣେ ଓଡ଼ିଆ ସାହିତ୍ୟିକ । ସେ ୧୯୮୪ ମସିହାରେ, ଅଭିଶପ୍ତ ଗନ୍ଧର୍ବ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୭୮ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ୧୯୮୩ ମସିହାରେ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।

    22 ପଠିତ (↑22 ଗତକାଲିଠାରୁ)0,10,0,0,0, 22

    1 ଦିନ ଷ୍ଟ୍ରିକ

    🔍 🗞️
  26. 26

    ଜୟୀ ରାଜଗୁରୁ

    ଜୟୀ ରାଜଗୁରୁ

    ଜୟକୃଷ୍ଣ ରାଜଗୁରୁ ମହାପାତ୍ର (୨୯ ଅକ୍ଟୋବର ୧୭୩୯ - ୬ ଡିସେମ୍ବର ୧୮୦୬) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଖୋର୍ଦ୍ଧାର ରାଜା ଗଜପତି ମୁକୁନ୍ଦ ଦେବ ଦ୍ୱିତୀୟଙ୍କ ରାଜଦରବାରରେ ରାଜକୀୟ ରାଜଗୁରୁ ହେବା ସହ ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ପ୍ରଶାସନିକ ପ୍ରତିନିଧି ମଧ୍ୟ ଥିଲେ ।

    21 ପଠିତ (↑5 ଗତକାଲିଠାରୁ)30,14,11,24,16, 21

    5+ ଦିନ ଷ୍ଟ୍ରିକ

    🔍 🗞️
  27. 27

    ନିତ୍ୟାନନ୍ଦ ମହାପାତ୍ର

    ନିତ୍ୟାନନ୍ଦ ମହାପାତ୍ର

    ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।

    20 ପଠିତ (↑20 ଗତକାଲିଠାରୁ)0,0,0,0,0, 20

    1 ଦିନ ଷ୍ଟ୍ରିକ

    🔍 🗞️
  28. 28

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    20 ପଠିତ (↓5 ଗତକାଲିଠାରୁ)16,27,16,11,25, 20

    5+ ଦିନ ଷ୍ଟ୍ରିକ

    🔍 🗞️
  29. 29

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    19 ପଠିତ (↑5 ଗତକାଲିଠାରୁ)7,0,19,10,14, 19

    4 ଦିନ ଷ୍ଟ୍ରିକ

    🔍 🗞️
  30. 30

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    19 ପଠିତ (↑1 ଗତକାଲିଠାରୁ)8,10,29,21,18, 19

    5+ ଦିନ ଷ୍ଟ୍ରିକ

    🔍 🗞️
  31. 31

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।

    19 ପଠିତ (↑19 ଗତକାଲିଠାରୁ)0,8,0,17,0, 19

    1 ଦିନ ଷ୍ଟ୍ରିକ

    🔍 🗞️
  32. 32

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ ।

    19 ପଠିତ (↑2 ଗତକାଲିଠାରୁ)0,9,11,21,17, 19

    5 ଦିନ ଷ୍ଟ୍ରିକ

    🔍 🗞️
  33. 33

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    18 ପଠିତ (↑7 ଗତକାଲିଠାରୁ)7,0,10,21,11, 18

    4 ଦିନ ଷ୍ଟ୍ରିକ

    🔍 🗞️
  34. 34

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।

    17 ପଠିତ (↑6 ଗତକାଲିଠାରୁ)0,10,0,0,11, 17

    2 ଦିନ ଷ୍ଟ୍ରିକ

    🔍 🗞️
  35. 35

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.

    17 ପଠିତ (↑6 ଗତକାଲିଠାରୁ)0,8,0,0,11, 17

    2 ଦିନ ଷ୍ଟ୍ରିକ

    🔍 🗞️
  36. 36

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    17 ପଠିତ (↑7 ଗତକାଲିଠାରୁ)0,0,9,12,10, 17

    4 ଦିନ ଷ୍ଟ୍ରିକ

    🔍 🗞️
  37. 37

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    16 ପଠିତ (↓11 ଗତକାଲିଠାରୁ)9,17,16,22,27, 16

    5+ ଦିନ ଷ୍ଟ୍ରିକ

    🔍 🗞️
  38. 38

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    16 ପଠିତ (↓15 ଗତକାଲିଠାରୁ)0,9,23,28,31, 16

    5 ଦିନ ଷ୍ଟ୍ରିକ

    🔍 🗞️
  39. 39

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    15 ପଠିତ (↓8 ଗତକାଲିଠାରୁ)12,13,28,24,23, 15

    5+ ଦିନ ଷ୍ଟ୍ରିକ

    🔍 🗞️
  40. 40

    ରାମଚନ୍ଦ୍ର ବେହେରା

    ରାମଚନ୍ଦ୍ର ବେହେରା

    ରାମଚନ୍ଦ୍ର ବେହେରା (ଜନ୍ମ : ୦୨ ନଭେମ୍ବର ୧୯୪୫) କେନ୍ଦୁଝର ଜିଲ୍ଲାର ଘଟଗାଁ ନିକଟସ୍ଥ ବାରହାଟିପୁରା ଗାଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ, ଔପନ୍ୟାସିକ ଓ ନାଟ୍ୟକାର । ଅନେକ ସାଧାରଣ ଘଟଣା ଓ ଚରିତ୍ରରେ ଲୁଚି ରହିଥିବା ଦାର୍ଶନିକ ଓ ପ୍ରତୀକାତ୍ମକ ବିଶ୍ଲେଷଣ, ସମବେଦନା ଓ ମନନଶୀଳତାକୁ ନିଜ ରଚନା ମାଧ୍ୟମରେ ସେ ପ୍ରକାଶ କରିଥାନ୍ତି ।

    15 ପଠିତ (↑15 ଗତକାଲିଠାରୁ)0,0,0,11,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  41. 41

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    15 ପଠିତ (↓7 ଗତକାଲିଠାରୁ)0,0,30,23,22, 15

    4 ଦିନ ଷ୍ଟ୍ରିକ

    🔍 🗞️
  42. 42

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    14 ପଠିତ (↑3 ଗତକାଲିଠାରୁ)8,9,0,0,11, 14

    2 ଦିନ ଷ୍ଟ୍ରିକ

    🔍 🗞️
  43. 43

    ରମାକାନ୍ତ ରଥ

    ରମାକାନ୍ତ ରଥ

    ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।

    14 ପଠିତ (↓5 ଗତକାଲିଠାରୁ)0,0,11,0,19, 14

    2 ଦିନ ଷ୍ଟ୍ରିକ

    🔍 🗞️
  44. 44

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ (୧୧ ଜୁନ ୧୯୧୨-୨୫ ଜୁନ ୧୯୮୭) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ । ୧୯୫୦ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ସପ୍ତଶଯ୍ୟାର ସେ କାହାଣୀ, ଚିତ୍ରନାଟ୍ୟ, ଗୀତ ଓ ସଂଳାପ ରଚନା କରିଥିଲେ ।

    14 ପଠିତ (↓13 ଗତକାଲିଠାରୁ)0,9,0,0,27, 14

    2 ଦିନ ଷ୍ଟ୍ରିକ

    🔍 🗞️
  45. 45

    ବଳରାମ ଦାସ

    ବଳରାମ ଦାସ

    ବଳରାମ ଦାସ ପଞ୍ଚଦଶ ଶତାବ୍ଦୀର ଓଡ଼ିଆ ସନ୍ଥକବି ଓ ପଞ୍ଚସଖାଙ୍କ ମଧ୍ୟରୁ ଜ୍ୟେଷ୍ଠ । ସେ ଓଡ଼ିଆରେ ଅନେକ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିଛନ୍ତି । ଦାଣ୍ଡି ବା ଜଗମୋହନ ରାମାୟଣ ଓ ଲକ୍ଷ୍ମୀ ପୁରାଣ ତହିଁ ମଧ୍ୟରୁ ଅନ୍ୟତମ ।

    14 ପଠିତ (↑2 ଗତକାଲିଠାରୁ)0,0,0,0,12, 14

    2 ଦିନ ଷ୍ଟ୍ରିକ

    🔍 🗞️
  46. 46

    କୃଷ୍ଣ ଜନ୍ମାଷ୍ଟମୀ

    କୃଷ୍ଣ ଜନ୍ମାଷ୍ଟମୀ

    'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  47. 47

    ଓଡ଼ିଶାର ଇତିହାସ

    ଓଡ଼ିଶାର ଇତିହାସ

    ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.

    14 ପଠିତ (↓2 ଗତକାଲିଠାରୁ)0,11,0,12,16, 14

    3 ଦିନ ଷ୍ଟ୍ରିକ

    🔍 🗞️
  48. 48

    ରାଜୀବ ଗାନ୍ଧୀ

    ରାଜୀବ ଗାନ୍ଧୀ

    ରାଜୀବ ଗାନ୍ଧୀ, ଭାରତର ଷଷ୍ଠ ପ୍ରଧାନ ମନ୍ତ୍ରୀ । ରାଜୀବ ଗାନ୍ଧୀ ଭାରତର ପୂର୍ବତ୍ତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପୁତ୍ର ଓ ଜବାହରଲାଲ ନେହେରୁଙ୍କ ନାତି। ୧୯୮୪ ମସିହା ଇନ୍ଦିରା ଗାନ୍ଧୀଙ୍କ ହତ୍ୟାପରେ ରାଜୀବ ଗାନ୍ଧୀ ବହୁ ଜନମତଦ୍ୱାରା ଭାରତର ପ୍ରଧାନମନ୍ତ୍ରୀ ହେଇଥିଲେ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  49. 49

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    14 ପଠିତ (↓5 ଗତକାଲିଠାରୁ)9,9,13,10,19, 14

    5+ ଦିନ ଷ୍ଟ୍ରିକ

    🔍 🗞️
  50. 50

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    14 ପଠିତ (↑14 ଗତକାଲିଠାରୁ)0,8,11,10,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  51. 51

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।

    13 ପଠିତ (↑4 ଗତକାଲିଠାରୁ)0,0,0,0,9, 13

    2 ଦିନ ଷ୍ଟ୍ରିକ

    🔍 🗞️
  52. 52

    ବଲ୍ଲଭଭାଇ ପଟେଲ

    ବଲ୍ଲଭଭାଇ ପଟେଲ

    ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଓକିଲ, ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ତାଙ୍କର ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  53. 53

    ବିଜ୍ଞାନ

    ବିଜ୍ଞାନ

    ବିଜ୍ଞାନ (ବିଶେଷ ଜ୍ଞାନ) (ବା Science Latin: scientiaରୁ ଆସିଅଛି ଯାହାର ଅର୍ଥ "ଜ୍ଞାନ") ବିଶ୍ୱର ଏକ ଜ୍ଞାନକୁ ଏକ ଉପଯୁକ୍ତ ପରଖାଯାଇ ପାରୁଥିବା ବୈଜ୍ଞାନିକ ସିଦ୍ଧାନ୍ତ ଓ ଅନୁମାନ ସହ ପ୍ରମାଣ କରାଯାଇପାରୁଥିବା ବ୍ୟବସ୍ଥା ।ପୂର୍ବେ ବିଜ୍ଞାନ ଅଧିକ ଦର୍ଶନ ପର୍ଯବେଶିତ ଥିଲା ।

    13 ପଠିତ (↑13 ଗତକାଲିଠାରୁ)0,8,10,10,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  54. 54

    ଚଉତିଶା

    ଚଉତିଶା

    ଚଉତିଶା ପୁରାତନ ଭାରତରେ ରଚିତ ଏକ ବିଶେଷ ପ୍ରକାର ଗୀତି କବିତା ସାହିତ୍ୟକୁ ବୁଝାଇଥାଏ । ଏହା ଓଡ଼ିଆ, ଅସିମୀୟା, ମୈଥିଳି ଓ ବଙ୍ଗଳା ଭାଷାରେ ଅଞ୍ଚଳଭେଦରେ ରଚିତ ହୋଇଥିଲା । ଚଉତିଶା ଶୈଳୀରେ ଗୋଟିଏ ଗୀତରେ ବର୍ଣ୍ଣମାଳାର ୩୪ଟି ଅକ୍ଷରକୁ ୨୪ଟି ପଦ ରଚନା କରାଯାଇଥାଏ । ପ୍ରତ୍ୟେକ ପଦର ସମସ୍ତ ଧାଡ଼ି ଗୋଟିଏ ଅକ୍ଷରରେ ଆରମ୍ଭ ହୋଇଥାଏ ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  55. 55

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    13 ପଠିତ (↓4 ଗତକାଲିଠାରୁ)19,26,28,27,17, 13

    5+ ଦିନ ଷ୍ଟ୍ରିକ

    🔍 🗞️
  56. 56

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    13 ପଠିତ (↑13 ଗତକାଲିଠାରୁ)13,13,16,11,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  57. 57

    ଭଗବତୀ ଚରଣ ପାଣିଗ୍ରାହୀ

    ଭଗବତୀ ଚରଣ ପାଣିଗ୍ରାହୀ

    ଭଗବତୀ ଚରଣ ପାଣିଗ୍ରାହୀ (୧ ଫେବୃଆରୀ ୧୯୦୮‌- ୨୩ ଅକ୍ଟୋବର, ୧୯୪୩) ପୁରୀ ଜିଲ୍ଲାର ବିଶ୍ୱନାଥପୁରଠାରେ ଜନ୍ମିତ ପ୍ରଗତିଯୁଗର ଜଣେ ଲେଖକ ଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,13,12,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  58. 58

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।

    12 ପଠିତ (↓1 ଗତକାଲିଠାରୁ)9,10,8,0,13, 12

    2 ଦିନ ଷ୍ଟ୍ରିକ

    🔍 🗞️
  59. 59

    ଆର୍ତ୍ତବଲ୍ଲଭ ମହାନ୍ତି

    ଆର୍ତ୍ତବଲ୍ଲଭ ମହାନ୍ତି

    ଆର୍ତ୍ତବଲ୍ଲଭ ମହାନ୍ତି (୩୦ ଜୁଲାଇ ୧୮୮୭–୩୦ ସେପ୍ଟେମ୍ବର ୧୯୬୩) ଜଣେ ଓଡ଼ିଆ ଲେଖକ, ଶିକ୍ଷାବିତ୍ ଓ ପ୍ରଫେସର ଥିଲେ । ସେ ପ୍ରାଚୀ ସମିତିର ପ୍ରତିଷ୍ଠାତା ଥିଲେ । ପୁରାତନ ଓଡ଼ିଆ ରଚନାବଳୀରେ ଥିବା ଶୁଦ୍ଧ ସଂସ୍କରଣର ଅଭାବ ଦେଖି ସେ ନିଜେ ଅନେକ ପୋଥି ପଢ଼ି ଓ ଗବେଷଣା କରି ବିଦଗ୍ଧ ଚିନ୍ତାମଣି, ମଥୁରା ମଙ୍ଗଳ ସମେତ ଅନ୍ୟାନ୍ୟ ଗ୍ରନ୍ଥର ଶୁଦ୍ଧ ସଂସ୍କରଣ ପ୍ରାଚୀ ସମିତିଦ୍ୱାରା ପ୍ରକାଶ କରିଥିଲେ । ପରବର୍ତ୍ତୀ ସମୟରେ ପ୍ରାଚୀ ସମିତି ତାହାର ପ୍ରକାଶିତ ଅନେକ ପୁରୁଣା ଗ୍ରନ୍ଥ ଓ ତାଳପତ୍ର ପୋଥିଗୁଡ଼ିକ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଅର୍ପଣ କରିଥିଲା । ଉତ୍କଳ ବିଶ୍ୱବିଦ୍ୟାଳୟ ଏଗୁଡ଼ିକୁ ପ୍ରାଚୀ ଗ୍ରନ୍ଥମାଳା ନାମରେ ପ୍ରକାଶିତ କରିଥିଲା । ଭାରତ ସରକାର ତାଙ୍କୁ ୧୯୬୦ ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଥିଲା । ଏହା ପୂର୍ବରୁ ସେ ୧୯୩୨ରେ ରାୟ ସାହେବ ଓ ୧୯୪୩ରେ ରାୟ ବାହାଦୁରରେ ଉପାଧୀ ମଧ୍ୟ ପାଇଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  60. 60

    ପବିତ୍ର ମୋହନ ପ୍ରଧାନ

    ପବିତ୍ର ମୋହନ ପ୍ରଧାନ

    ପବିତ୍ର ମୋହନ ପ୍ରଧାନ (୮ ଫେବୃଆରୀ ୧୯୦୮ - ୨୮ ସେପ୍ଟେମ୍ବର ୧୯୮୮) ଓଡ଼ିଶାର ଜଣେ ପ୍ରଜାମଣ୍ଡଳ ଓ ଗଡ଼ଜାତ ଆନ୍ଦୋଳନର ନେତା ଏବଂ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ବହୁବାର ଓଡ଼ିଶା ବିଧାନ ସଭା ଓ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

    12 ପଠିତ (↑3 ଗତକାଲିଠାରୁ)9,25,24,11,9, 12

    5+ ଦିନ ଷ୍ଟ୍ରିକ

    🔍 🗞️
  61. 61

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ (୯ ଜୁନ ୧୯୩୧-୪ ଅଗଷ୍ଟ ୨୦୦୬ ), ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଜଣେ ଲେଖିକା ଥିଲେ । ସେ ଓଡ଼ିଶାର ଲୌହମାନବୀ ରୂପେ ସୁପରିଚିତ। । ସେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ । ୧୯୭୨ରୁ ୧୯୭୩ ଓ ୧୯୭୪ରୁ ୧୯୭୬ ମସିହାରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,0,19,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  62. 62

    ଶ୍ରୀନିବାସ ରାମାନୁଜନ

    ଶ୍ରୀନିବାସ ରାମାନୁଜନ

    {{Use British English|date=November 2011}} ଶ୍ରୀନିବାସ ରାମାନୁଜନ () (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?

    12 ପଠିତ (↑12 ଗତକାଲିଠାରୁ)0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  63. 63

    ହଳଧର ନାଗ

    ହଳଧର ନାଗ

    ହଳଧର ନାଗ ଜଣେ ଭାରତୀୟ କୋଶଳୀ-ସମ୍ବଲପୁରୀ-ଭାଷୀ ଲୋକକବି, ଲେଖକ ଓ ରାମକଥା ଗାୟକ । ଜଣେ ଲୋକ କବି ଭାବରେ ସେ ପ୍ରାରମ୍ଭିକ ଜୀବନରେ ଭଜନ, ରସରକେଲି, ଡାଲଖାଇ, ସଜନୀ ଆଦି ପାରମ୍ପରିକ ସମ୍ବଲପୁରୀ ଗୀତ ରଚନା କରିଥିଲେ ଓ ସେସବୁ ସ୍ଥାନୀୟ ଦଣ୍ଡ ନାଟରେ ପରିବେଷଣ କରାଯାଉଥିଲା । ମହାସତୀ ଉର୍ମିଳା, ଆଛିଆ, ତାରା ମନ୍ଦୋଦରୀ, ବଛର, ସିରି ସମଲାଇ, ବୀର ସୁରେନ୍ଦ୍ର ସାଏ, କରମସାଣୀ, ରସିଆ କବି, ପ୍ରେମ ପ୍ରଧାନ ଆଦି ତାଙ୍କର ଉଲ୍ଲେଖନୀୟ ରଚନା । ତାଙ୍କର ସାହିତ୍ୟ ରଚନା ନିମନ୍ତେ ସେ ୨୦୧୪ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ୨୦୧୭ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଭାଷା ସମ୍ମାନ ପାଇଥିଲେ । ୨୦୧୬ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ ଓ ୨୦୨୦ ମସିହାରେ ତାଙ୍କ ନାମରେ ପଦ୍ମଶ୍ରୀ ହଳଧର ନାଗ ସାଧନା କୁଟୀର ଓ ସଂଗ୍ରହାଳୟ ଉଦ୍‌ଘାଟନ କରିଥିଲେ । ତାଙ୍କୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଡକ୍ଟରେଟ ସମ୍ମାନ ପ୍ରଦାନ କରାଥିଲେ । ତାଙ୍କ ରଚନାବଳୀ ଓଡ଼ିଆ, ହିନ୍ଦୀ ଓ ଇଂରାଜୀରେ ଅନୂଦିତ ହୋଇଛି । ତାଙ୍କ ନାମରେ ଜନ୍ମଭୂମି ବରଗଡ଼ ଜିଲ୍ଲାର ଘେଁସଠାରେ ଏକ କୋଶଳୀ ଭାଷା ଓ ସାହିତ୍ୟ ଗବେଷଣା ପ୍ରତିଷ୍ଠାନ ସ୍ଥାପିତ ହୋଇଥିଲା ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  64. 64

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    11 ପଠିତ (↑11 ଗତକାଲିଠାରୁ)0,0,11,9,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    ଦେବଦୁର୍ଲ୍ଲଭ ଦାସ

    ଦେବଦୁର୍ଲ୍ଲଭ ଦାସ

    ଦେବଦୁର୍ଲ୍ଲଭ ଦାସ ପ୍ରାଚୀନ ଓଡ଼ିଆ କବିମାନଙ୍କ ମଧ୍ୟରେ ଅନ୍ୟତମ | ତାଙ୍କ ରଚିତ କାବ୍ୟ ରହସ୍ୟମଞ୍ଜରୀ ପ୍ରାଚୀ ସମିତିଦ୍ୱାରା ପ୍ରକାଶିତ | କବିଙ୍କ ଜନ୍ମ ସମୟ ଠିକ୍ ଭାବରେ ନିରୂପଣ କରଯାଇ ନାହିଁ | ତେବେ ତାଙ୍କ ରଚନାରୁ ଜଣାଯାଏ ଯେ ସେ ଜଗନ୍ନାଥ ଦାସଙ୍କ ସମସାମୟିକ |

    11 ପଠିତ (↑11 ଗତକାଲିଠାରୁ)0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  66. 66

    କଳିଙ୍ଗ ଯୁଦ୍ଧ

    କଳିଙ୍ଗ ଯୁଦ୍ଧ

    ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି ।

    11 ପଠିତ (↓2 ଗତକାଲିଠାରୁ)0,0,9,11,13, 11

    4 ଦିନ ଷ୍ଟ୍ରିକ

    🔍 🗞️
  67. 67

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।

    11 ପଠିତ (↓1 ଗତକାଲିଠାରୁ)37,13,13,24,12, 11

    5+ ଦିନ ଷ୍ଟ୍ରିକ

    🔍 🗞️
  68. 68

    ତରୁଣକାନ୍ତି ମିଶ୍ର

    ତରୁଣକାନ୍ତି ମିଶ୍ର

    ତରୁଣକାନ୍ତି ମିଶ୍ର(ଜନ୍ମ : ୦୨ ଅଗଷ୍ଟ ୧୯୫୦) ଜଣେ ଓଡ଼ିଆ ଗାଳ୍ପିକ ଅଟନ୍ତି । ତାଙ୍କର ୧୫ରୁ ଉର୍ଦ୍ଧ୍ୱ ପୁସ୍ତକ ପ୍ରକାଶିତ ହୋଇସାରିଛି । ସାହିତ୍ୟ କ୍ଷେତ୍ରରେ ଉତ୍କୃଷ୍ଟତା ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ଶାରଳା ପୁରସ୍କାର ଭଳି ବହୁ ପୁରସ୍କାର ଲାଭ କରିଛନ୍ତି । ବୃତ୍ତିରେ ସେ ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ ଏବଂ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବରେ କାର୍ଯ୍ୟକରି ସେବାନିବୃତ ହୋଇସାରିଛନ୍ତି । ପରେ ସେ ଓଡ଼ିଶାର ସୂଚନା କମିଶନର ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ପଞ୍ଚସଖା

    ପଞ୍ଚସଖା

    ୧୫ ଓ ୧୬ଶ ଶତାବ୍ଦୀକୁ ପଞ୍ଚସଖା ଯୁଗ କୁହାଯାଏ । ଏହି ଯୁଗରେ ପାଞ୍ଚଜଣ ଭକ୍ତିକବି ଅନନ୍ତ ଦାସ, ଯଶୋବନ୍ତ ଦାସ, ଅଚ୍ୟୁତାନନ୍ଦ ଦାସ, ଜଗନ୍ନାଥ ଦାସ ଓ ବଳରାମ ଦାସଙ୍କୁ ନେଇ ପଞ୍ଚସଖା ଗଠିତ । ଏହି ପାଞ୍ଚଜଣଙ୍କୁ ଚୈତନ୍ୟଙ୍କ ପଞ୍ଚସଖା ମଧ୍ୟ କୁହାଯାଏ ।

    11 ପଠିତ (0 ଗତକାଲିଠାରୁ)9,12,0,11,11, 11

    3 ଦିନ ଷ୍ଟ୍ରିକ

    🔍 🗞️
  70. 70

    ମାଇକେଲ ଫାରାଡ଼େ

    ମାଇକେଲ ଫାରାଡ଼େ

    ମାଇକେଲ ଫାରାଡ଼େ, ଇଂରେଜ ପଦାର୍ଥ ବିଜ୍ଞାନୀ ଏବଂ ରସାୟନବିଦ ଥିଲେ । ସେ ବିଦ୍ୟୁତ୍ ସ୍ରୋତର ଚୁମ୍ବକୀୟ ପ୍ରଭାବ ଆବିଷ୍କାର କରିଥିଲେ । ସେ ବିଦ୍ୟୁତ୍-ଚୁମ୍ବକୀୟ ପ୍ରେରଣର ଗବେଷଣା କରି ତାକୁ ନିୟମଭୁକ୍ତ କରିଥିଲେ । ଏହାଦ୍ୱାରା ଡାଇନାମୋ ଏବଂ ବିଦ୍ୟୁତ୍ ମୋଟରର ନିର୍ମାଣ ହୋଇଥିଲା । ପରେ 'ଗସ' (Gauss) ଙ୍କର ବିଦ୍ୟୁତ-ଚୁମ୍ବକତ୍ୱର ଚାରି ସମୀକରଣରେ ଫାରାଡ଼େଙ୍କର ଏହି ନିୟମ ମଧ୍ୟ ମିଶିଲା । ଫାରାଡ଼େ ବିଦ୍ୟୁତ୍ ରସାୟନ ଉପରେ ମଧ୍ୟ ଅନେକ ଗବେଷଣା କରିଥିଲେ ଏବଂ ଦୁଇଟି ନିୟମ ମଧ୍ୟ ଦେଇଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  71. 71

    ଏଚଆଇଭି/ଏଡସ

    ଏଚଆଇଭି/ଏଡସ

    ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍‌ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତ‌ଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  72. 72

    ବିଜୁ ପଟ୍ଟନାୟକ

    ବିଜୁ ପଟ୍ଟନାୟକ

    ବିଜୟାନନ୍ଦ ପଟ୍ଟନାୟକ (ବିଜୁ ପଟ୍ଟନାୟକ ଓ ବିଜୁ ବାବୁ ନାମରେ ମଧ୍ୟ ପରିଚିତ, ୫ ମାର୍ଚ୍ଚ ୧୯୧୬ – ୧୭ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୈତିକ ନେତା, ବୈମାନିକ ଓ ଶିଳ୍ପପତି ଥିଲେ । ୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ପର୍ଯ୍ୟନ୍ତ ସେ ଦୁଇ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,9,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ଜଗନମୋହ‌ନ ଲାଲ

    ଜଗନମୋହ‌ନ ଲାଲ

    ଜଗନମୋହ‌ନ ଲାଲ (୨୫ ନଭେମ୍ବର ୧୮୩୮ - ୨୬ ଡିସେମ୍ବର ୧୯୧୩)

    10 ପଠିତ (↑10 ଗତକାଲିଠାରୁ)0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  74. 74

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ (୨୫ ଅଗଷ୍ଟ ୧୯୧୧ - ୨୧ ଫେବୃଆରୀ, ୨୦୦୦) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଓଡ଼ିଆ କବି ଥିଲେ । ତାଙ୍କର କବିତା ଗୁଡ଼ିକରେ ସ୍ୱଦେଶ ପ୍ରୀତି ଓ ସୌନ୍ଦର୍ଯ୍ୟର ଅନୁଭୂତି ଲକ୍ଷ୍ୟ କରାଯାଇଥାଏ । ସବୁଜ ଗୋଷ୍ଠୀର ସାହିତ୍ୟ ସାଧନା କାଳରେ ଏକକ କବି ଭାବରେ ସେ ପରିଚିତ ଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,12,14,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  76. 76

    ଅଟଳ ବିହାରୀ ବାଜପେୟୀ

    ଅଟଳ ବିହାରୀ ବାଜପେୟୀ

    ଅଟଳ ବିହାରୀ ବାଜପେୟୀ (୨୫ ଡିସେମ୍ବର ୧୯୨୪ - ୧୬ ଅଗଷ୍ଟ ୨୦୧୮), ଜଣେ ରାଜନେତା, ବକ୍ତା ଏବଂ ପ୍ରସିଦ୍ଧ ହିନ୍ଦୀ କବି ଥିଲେ । ସ୍ୱାଧୀନ ଭାରତର ଦଶମ ପ୍ରଧାନମନ୍ତ୍ରୀ ଭାବେ ମୋଟ ସେ ତିନିଥର (୧୯୯୬ରେ ୧୩ ଦିନ, ୧୯୯୮ରୁ୧୯୯୯ ମଧ୍ୟରେ ୧୩ ମାସ,୧୯୯୯ରୁ୨୦୦୪ ପୁରା ୫ ବର୍ଷ) କାର୍ଯ୍ୟଭାର ସମ୍ଭାଳି ଥିଲେ । ବାଜପେୟୀ ଅବିବାହିତ ଥିଲେ ।

    10 ପଠିତ (↓5 ଗତକାଲିଠାରୁ)0,40,33,36,15, 10

    5 ଦିନ ଷ୍ଟ୍ରିକ

    🔍 🗞️
  77. 77

    ତପସ୍ୱିନୀ

    ତପସ୍ୱିନୀ

    ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।

    10 ପଠିତ (↓7 ଗତକାଲିଠାରୁ)7,0,0,0,17, 10

    2 ଦିନ ଷ୍ଟ୍ରିକ

    🔍 🗞️
  78. 78

    ଜୈନ ଧର୍ମ

    ଜୈନ ଧର୍ମ

    ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  79. 79

    ବିଜୟ କୁମାର ଶତପଥୀ

    ବିଜୟ କୁମାର ଶତପଥୀ

    ବିଜୟ କୁମାର ଶତପଥୀ, ଜଣେ ଓଡ଼ିଆ ଭାରୋତ୍ତଳକ ଥିଲେ । କୌଣସି ଆନ୍ତରାଷ୍ଟ୍ରୀୟ ପ୍ରତିଯୋଗୀତାରେ ପଦକ ଜିତିବାରେ ସେ ଥିଲେ ପ୍ରଥମ ଓଡ଼ିଆ ଖେଳାଳି ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ଉଇକିବିଦ୍ୟାଳୟ

    ଉଇକିବିଦ୍ୟାଳୟ

    ଉଇକିବିଦ୍ୟାଳୟ English: Wikiversity ଏକ ଉଇକି ପରିଯୋଜନା ଅଟେ, ଯାହାର ସଞ୍ଚାଳନ ଉଇକିମିଡ଼ିଆ ସଂସ୍ଥାନ କରିଥାଏ । ଏହାର ଉଦ୍ଦେଶ୍ୟ ନିଶୁଳ୍କ ସଖିବାର ସାମଗ୍ରୀ ଏବଂ ଲୋକମାନଙ୍କୁ ସହଯୋଗ ଦେଇଥାଏ । ଏହା ଉଇକିପିଡ଼ିଆରୁ ବହୁତ ଅଲଗା ଏବଂ ଜଣା ଯାଇଥିବା ପାଠ୍ୟକ୍ରମ ଏବଂ ଅଭ୍ୟାସ ପରି ପ୍ରସ୍ତୁତ କରିଥାଏ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  81. 81

    ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା

    ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା

    ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା (ଆଇ. ଓ. ଏସ୍.

    10 ପଠିତ (↑10 ଗତକାଲିଠାରୁ)7,8,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ଭାରତ

    ଭାରତ

    ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

    10 ପଠିତ (↓4 ଗତକାଲିଠାରୁ)19,0,0,15,14, 10

    3 ଦିନ ଷ୍ଟ୍ରିକ

    🔍 🗞️
  83. 83

    ଏଷ୍ଟୋନିଆନ ଉଇକିପିଡ଼ିଆ

    ଏଷ୍ଟୋନିଆନ ଉଇକିପିଡ଼ିଆ

    ଏଷ୍ଟୋନିଆନ ଉଇକିପିଡ଼ିଆ (ଏସ୍ତୋନିଆନ୍: Eestikeelne Vikipeedia) ହେଉଛି ମୁକ୍ତ ଜ୍ଞାନକୋଷ ଉଇକିପିଡ଼ିଆର ଏସ୍ତୋନିଆନ୍ ଭାଷା ସଂସ୍କରଣ, ଯାହା ୨୪ ଅଗଷ୍ଟ ୨୦୦୨ ରେ ଆରମ୍ଭ ହୋଇଥିଲା। ୧୮ ଜାନୁଆରୀ ୨୦୨୬ ଅନୁସାରେ, ଏଥିରେ 257,159ଟି ଲେଖା ଅଛି ଏବଂ ଏହା 47ତମ ସର୍ବବୃହତ୍ ଉଇକିପିଡ଼ିଆ । ୭ ଡିସେମ୍ବର ୨୦୦୮ ରେ, ଏଷ୍ଟୋନିଆନ ଉଇକିପିଡ଼ିଆନ୍ ଆଣ୍ଡ୍ରେସ୍ ଲୁଏରେ ୨୦୦୮ ମସିହାରେ ଏଷ୍ଟୋନିଆର ସ୍ୱଇଚ୍ଛିକ ସେବା ପାଇଁ ସ୍ୱୀକୃତି ପାଇଥିବା ପନ୍ଦରଜଣ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ଥିଲେ। ୨୦୧୩ ମସିହାରେ, ଉଇକିପିଡ଼ିଆ ପାଇଁ ତାଙ୍କ ଅବଦାନର ସ୍ୱୀକୃତି ସ୍ୱରୂପ ସେ “ଅର୍ଡର୍ ଅଫ୍ ଦ ହ୍ୱାଇଟ୍ ଷ୍ଟାର୍” ପୁରସ୍କାର ପାଇଥିଲେ। ପ୍ରଥମ ଲେଖା ପ୍ରତିଯୋଗିତା ୨୦୦୯ ମସିହାର ବସନ୍ତ ଋତୁରେ ଆୟୋଜିତ ହୋଇଥିଲା ଏବଂ ପ୍ରଥମ ଫଟୋ ପ୍ରତିଯୋଗିତା ୨୦୧୦ ମସିହାର ଗ୍ରୀଷ୍ମ ଋତୁରେ ହୋଇଥିଲା। ସେଠାରୁ ଆରମ୍ଭ କରି, ଏପରି ପ୍ରକାରର ପ୍ରତିଯୋଗିତାଗୁଡ଼ିକ ଏଷ୍ଟୋନିଆନ ଉଇକିପିଡ଼ିଆରେ ସାଧାରଣ ହୋଇଆସୁଛି।

    10 ପଠିତ (↑10 ଗତକାଲିଠାରୁ)0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  84. 84

    ଜଗନ୍ନାଥ

    ଜଗନ୍ନାଥ

    10 ପଠିତ (↓7 ଗତକାଲିଠାରୁ)9,13,12,13,17, 10

    5+ ଦିନ ଷ୍ଟ୍ରିକ

    🔍 🗞️
  85. 85

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    10 ପଠିତ (↓13 ଗତକାଲିଠାରୁ)0,9,15,21,23, 10

    5 ଦିନ ଷ୍ଟ୍ରିକ

    🔍 🗞️
  86. 86

    ଜୟ ଜଗନ୍ନାଥ

    ଜୟ ଜଗନ୍ନାଥ

    ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ବହୁଭାଷି କଥାଚିତ୍ର ଜୟ ଜଗନ୍ନାଥ ୨୦୦୭ ମସିହା ରଥଯାତ୍ରା ଅବସରରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟି ଓଡ଼ିଆ ଓ ହିନ୍ଦୀ ଭାଷାରେ ତିଆରି କରାଯାଇଥିଲା । ପରେ ଏହାକୁ ଇଂରାଜୀ ସମେତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଦିତ କରାଯାଇ ଥିଲା ।

    10 ପଠିତ (↑10 ଗତକାଲିଠାରୁ)0,9,0,10,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  87. 87

    କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା

    କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା

    ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।

    10 ପଠିତ (↑10 ଗତକାଲିଠାରୁ)11,0,0,14,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  88. 88

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    10 ପଠିତ (↓5 ଗତକାଲିଠାରୁ)0,7,17,46,15, 10

    5 ଦିନ ଷ୍ଟ୍ରିକ

    🔍 🗞️
  89. 89

    ହନୁମାନ ଚାଳିଶା

    ହନୁମାନ ଚାଳିଶା

    ହନୁମାନ ଚାଳିଶା ହେଉଛି ହିନ୍ଦୁ ଭଗବାନ ହନୁମାନଙ୍କୁ ଉତ୍ସର୍ଗୀକୃତ କରି ଲେଖାଯାଇଥିବା ଏକ ସ୍ତୁତି । ଏଥିରେ ୪୦ଟି ଚଉପାଇ ଅଛି । କବିତାରେ ଚାରି ଧାଡ଼ି ବିଶିଷ୍ଟ ଏକ ପଦକୁ ଚଉପାଇ କୁହାଯାଏ । ଷୋଡ଼ଶ ଶତାବ୍ଦୀରେ ଜନ୍ମଗ୍ରହଣ କରିଥିବା ଭାରତୀୟ କବି, ଦାର୍ଶନିକ ତ‌ଥା ସନ୍ଥ ଶ୍ରୀ ଗୋସ୍ୱାମୀ ତୁଳସୀ ଦାସ ଏହାକୁ ଅବଧୀ ଭାଷାରେ ରଚନା କରିଥିଲେ ।

    9 ପଠିତ (0 ଗତକାଲିଠାରୁ)8,0,9,10,9, 9

    4 ଦିନ ଷ୍ଟ୍ରିକ

    🔍 🗞️
  90. 90

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।

    9 ପଠିତ (↓1 ଗତକାଲିଠାରୁ)9,12,11,27,10, 9

    5+ ଦିନ ଷ୍ଟ୍ରିକ

    🔍 🗞️
  91. 91

    ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

    ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

    ୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO)। ବିଶ୍ୱରେ ସ୍ୱାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭାଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ୱାକ୍ଷର କରିଥିଲେ ।ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ୱରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଅଶୋକ (ସମ୍ରାଟ)

    ଅଶୋକ (ସମ୍ରାଟ)

    ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.

    9 ପଠିତ (↑9 ଗତକାଲିଠାରୁ)20,0,11,10,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ସିପାହୀ ବିଦ୍ରୋହ

    ସିପାହୀ ବିଦ୍ରୋହ

    ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି

    9 ପଠିତ (↑9 ଗତକାଲିଠାରୁ)0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    ଶ୍ରୀନିବାସ ଉଦ୍‌ଗାତା

    ଶ୍ରୀନିବାସ ଉଦ୍‌ଗାତା

    ଶ୍ରୀନିବାସ ଉଦ୍‌ଗାତା (ଜନ୍ମ: ୭ ଜାନୁଆରୀ ୧୯୩୫) ଜଣେ ଓଡ଼ିଆ କବି, ଲେଖକ, ଔପନ୍ୟାସିକ, ନାଟ୍ୟକାର ଏବଂ ଅନୁବାଦକ । ଉଦ୍‌ଗାତା ବିଭିନ୍ନ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ଓଡ଼ିଆ ସାହିତ୍ୟର ପ୍ରଚାର କରିଛନ୍ତି । ତାଙ୍କର ଏଯାବତ ପ୍ରାୟ ୨୧୦ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇସାରିଛି । ୧୯୯୪ରୁ ୧୯୯୭ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ଅଧ୍ୟକ୍ଷ ଭାବରେ କାର୍ଯ୍ୟନିର୍ବାହ କରିଛନ୍ତି । ସାହିତ୍ୟ ପାଇଁ ତାଙ୍କର ଅବଦାନ ନିମନ୍ତେ ୨୦୦୮ ମସିହାରେ ପଦ୍ମଶ୍ରୀ ଉପାଧୀରେ ସମ୍ମାନୀତ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    କଇଳାଶ ପଟ୍ଟନାୟକ

    କଇଳାଶ ପଟ୍ଟନାୟକ

    କଇଳାଶ ପଟ୍ଟନାୟକ (ଜନ୍ମ : ୬ ଫେବୃଆରୀ ୧୯୫୭) ଜଣେ ଓଡ଼ିଆ ସାହିତ୍ୟିକ ଓ ଶିକ୍ଷାବିତ । ସେ ସମାଲୋଚନା, କ୍ଷୁଦ୍ରଗଳ୍ପ, ଅନୁବାଦ ସାହିତ୍ୟରେ ନିଜ ଲେଖନି ଚାଳନା କରନ୍ତି । ସେ ବିଶ୍ୱଭାରତୀ ଶାନ୍ତିନିକେତନ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ କରିଛନ୍ତି । ଲୋକଗୀତ ଓ ଲୋକସଂସ୍କୃତି ଉପରେ ସେ ଅଧ୍ୟୟନ ଓ ଅନୁସନ୍ଧାନ କରିଛନ୍ତି ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ବ୍ରଜନାଥ ବଡ଼ଜେନା

    ବ୍ରଜନାଥ ବଡ଼ଜେନା

    ବ୍ରଜନାଥ ବଡ଼ଜେନା (୧୭୩୦-୧୮୦୦) ଢେଙ୍କାନାଳର କବରାଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି । ପିତା ବାଲୁକେଶ୍ୱର ପଟ୍ଟନାୟକଙ୍କ ତୃତୀୟ ସନ୍ତାନ ବ୍ରଜନାଥଙ୍କୁ ଢେଙ୍କାନାଳ ରାଜାଙ୍କଦ୍ୱାରା ବଡ଼ଜେନା ଉପାଧି ପ୍ରଦାନ କରାଯାଇଥିବାରୁ, ସେ ବ୍ରଜନାଥ ବଡ଼ଜେନା ଭାବରେ ପରିଚିତ ହୋଇଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  97. 97

    ଫିନିସ ଉଇକିପିଡ଼ିଆ

    ଫିନିସ ଉଇକିପିଡ଼ିଆ

    ଫିନିସ ଉଇକିପିଡ଼ିଆ (ଫିନିଶ୍: Suomenkielinen Wikipedia) ହେଉଛି ଫିନିସ ଭାଷାରେ ଉଇକିପିଡ଼ିଆର ସଂସ୍କରଣ। 611,526ଟି ଲେଖା ସହିତ, ଏହା ବର୍ତ୍ତମାନ 27ତମ ସର୍ବବୃହତ୍ ଉଇକିପିଡ଼ିଆ ଏବଂ ଉରାଲିକ୍ ଭାଷା ପରିବାରରେ ସବୁଠାରୁ ବଡ଼ ଉଇକିପିଡ଼ିଆ। ଉଇକିପିଡ଼ିଆ ହେଉଛି ଫିନିଶ୍ ଭାଷାରେ ଏକମାତ୍ର ଜ୍ଞାନକୋଷ, ଯାହା ଏଯାଁ ପର୍ଯ୍ୟନ୍ତ ନିୟମିତ ଭାବେ ଅଦ୍ୟତନ ହେଉଛି।

    9 ପଠିତ (↑9 ଗତକାଲିଠାରୁ)0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  98. 98

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଜଣେ ଭାରତୀୟ ଭାଷାତତ୍ତ୍ୱବିତ୍, ପ୍ରଫେସର, ଧ୍ୱନିତତ୍ତ୍ୱବିତ୍, ଅନୁବାଦକ ଏବଂ ଓଡ଼ିଆ ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ସେ ତାଙ୍କର ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ପ୍ରବନ୍ଧମାନଙ୍କରେ ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ବାବଦରେ ଆଲୋଚନା କରୁଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର

    ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର

    ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।

    9 ପଠିତ (↓7 ଗତକାଲିଠାରୁ)0,0,0,0,16, 9

    2 ଦିନ ଷ୍ଟ୍ରିକ

    🔍 🗞️
  100. 100

    ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ

    ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ

    ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (କୃତ୍ରିମ ବୁଦ୍ଧିମତା) ବା ସଂକ୍ଷେପରେ କହିଲେ ଏ.ଆଇ.

    9 ପଠିତ (↑9 ଗତକାଲିଠାରୁ)0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: