ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ପ୍ରଣବ ପଟ୍ଟନାୟକ

    ପ୍ରଣବ ପଟ୍ଟନାୟକ

    ପ୍ରଣବ ପଟ୍ଟନାୟକ (୨୦ ଜାନୁଆରୀ ୧୯୩୮ - ୨୧ ଅଗଷ୍ଟ ୨୦୨୬) ଜଣେ ଓଡ଼ିଆ ସଙ୍ଗୀତକାର ଓ ଗାୟକ ଥିଲେ । ପିତା ଲାଲମୋହନ ପଟ୍ଟନାୟକଙ୍କଠାରୁ ପ୍ରେରଣା ପାଇ, ସେ ବାଲ୍ୟକାଳରୁ ହିଁ ସଂଗୀତ ପ୍ରତି ଆକୃଷ୍ଟ ହୋଇଥିଲେ ଓ ଗୁରୁ କୁନାଳ ଆଦୀନାରାୟଣ ରାଓଙ୍କଠାରୁ ସଂଗୀତ ଶିକ୍ଷାଗ୍ରହଣ କରିଥିଲେ ।

    1.2K ପଠିତ (↑1.2K ଗତକାଲିଠାରୁ)0,0,0,0,0,0, 1170

    1 ଦିନ ଷ୍ଟ୍ରିକ

    🔍 🗞️
  2. 2

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    96 ପଠିତ (↑24 ଗତକାଲିଠାରୁ)31,68,70,78,102,72, 96

    6+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ସୁଧାଂଶୁମାଳିନୀ ରାୟ

    ସୁଧାଂଶୁମାଳିନୀ ରାୟ

    ସୁଧାଂଶୁମାଳିନୀ ରାୟ (୧୫ ଜୁନ ୧୯୨୫ - ୧୯ ମାର୍ଚ୍ଚ ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସୁଧାଂଶୁମାଳିନୀ ଓଡ଼ିଶା ବିଧାନ ସଭାର ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଗୋବିନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରତିନିଧି ଭାବରେ ନିର୍ବାଚିତ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସୁଧାଂଶୁ ମାଳିନୀ ଦେବୀ ରାଜନୀତି ଛଡ଼ା ସାହିତ୍ୟରେ ମଧ୍ୟ ରୁଚି ରଖିଥିଲେ । ସେ କିଛି କବିତାର ରଚନା କରିଥିଲେ ଏବଂ ବିଭିନ୍ନ ପ୍ରସଙ୍ଗ ଉପରେ କିଛି ନିବନ୍ଧ ରଚନା କରିଥିଲେ ।

    78 ପଠିତ (↑78 ଗତକାଲିଠାରୁ)0,0,0,0,0,0, 78

    1 ଦିନ ଷ୍ଟ୍ରିକ

    🔍 🗞️
  4. 4

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    63 ପଠିତ (↓20 ଗତକାଲିଠାରୁ)42,40,76,84,93,83, 63

    6+ ଦିନ ଷ୍ଟ୍ରିକ

    🔍 🗞️
  5. 5

    ଲାଲ ମୋହନ ପଟ୍ଟନାୟକ

    ଲାଲ ମୋହନ ପଟ୍ଟନାୟକ

    ଲାଲ ମୋହନ ପଟ୍ଟନାୟକ (୧୮୯୧ – ୧୯୫୬) ଜଣେ ଓଡ଼ିଆ ରାଜନୀତିଜ୍ଞ, ସାହିତ୍ୟିକ, ସ୍ୱାଧୀନତା ସଂଗ୍ରାମୀ ଓ ସ୍ୱାଧୀନତା ପୂର୍ବର ଓଡ଼ିଶା ବିଧାନ ସଭାର ବାଚସ୍ପତି ଥିଲେ । ସ୍ୱାଧୀନତା ପୂର୍ବରୁ ଓଡ଼ିଶାରେ ହୋଇଥିବା ୨ୟ ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

    58 ପଠିତ (↑58 ଗତକାଲିଠାରୁ)0,0,0,0,0,0, 58

    1 ଦିନ ଷ୍ଟ୍ରିକ

    🔍 🗞️
  6. 6

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    48 ପଠିତ (↑3 ଗତକାଲିଠାରୁ)9,16,16,24,32,45, 48

    6+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ଦୁର୍ଗା ପୂଜା

    ଦୁର୍ଗା ପୂଜା

    ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।

    41 ପଠିତ (↑41 ଗତକାଲିଠାରୁ)0,0,0,0,0,0, 41

    1 ଦିନ ଷ୍ଟ୍ରିକ

    🔍 🗞️
  8. 8

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    39 ପଠିତ (↑9 ଗତକାଲିଠାରୁ)25,17,33,37,44,30, 39

    6+ ଦିନ ଷ୍ଟ୍ରିକ

    🔍 🗞️
  9. 9

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    37 ପଠିତ (↓44 ଗତକାଲିଠାରୁ)11,20,56,47,37,81, 37

    6+ ଦିନ ଷ୍ଟ୍ରିକ

    🔍 🗞️
  10. 10

    ବନ୍ଦେ ମାତରମ

    ବନ୍ଦେ ମାତରମ

    ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।

    36 ପଠିତ (↓16 ଗତକାଲିଠାରୁ)279,75,28,29,31,52, 36

    6+ ଦିନ ଷ୍ଟ୍ରିକ

    🔍 🗞️
  11. 11

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    35 ପଠିତ (↓8 ଗତକାଲିଠାରୁ)19,24,35,49,31,43, 35

    6+ ଦିନ ଷ୍ଟ୍ରିକ

    🔍 🗞️
  12. 12

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    35 ପଠିତ (↑10 ଗତକାଲିଠାରୁ)25,34,25,27,25,25, 35

    6+ ଦିନ ଷ୍ଟ୍ରିକ

    🔍 🗞️
  13. 13

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    34 ପଠିତ (↓4 ଗତକାଲିଠାରୁ)32,77,42,47,39,38, 34

    6+ ଦିନ ଷ୍ଟ୍ରିକ

    🔍 🗞️
  14. 14

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ ।

    31 ପଠିତ (↑12 ଗତକାଲିଠାରୁ)0,9,11,21,17,19, 31

    6 ଦିନ ଷ୍ଟ୍ରିକ

    🔍 🗞️
  15. 15

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    30 ପଠିତ (↓1 ଗତକାଲିଠାରୁ)0,12,15,10,26,31, 30

    6 ଦିନ ଷ୍ଟ୍ରିକ

    🔍 🗞️
  16. 16

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    30 ପଠିତ (↓4 ଗତକାଲିଠାରୁ)34,39,48,15,32,34, 30

    6+ ଦିନ ଷ୍ଟ୍ରିକ

    🔍 🗞️
  17. 17

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    29 ପଠିତ (↓9 ଗତକାଲିଠାରୁ)10,12,32,15,29,38, 29

    6+ ଦିନ ଷ୍ଟ୍ରିକ

    🔍 🗞️
  18. 18

    ବିଶ୍ୱନାଥ ଖୁଣ୍ଟିଆ

    ବିଶ୍ୱନାଥ ଖୁଣ୍ଟିଆ

    ବିଶ୍ୱନାଥ ଖୁଣ୍ଟିଆ ଜଣେ ଓଡ଼ିଆ-ଭାଷୀ କବି ଥିଲେ । ସେ ମଧ୍ୟଯୁଗର ଓଡ଼ିଆ କବିମାନଙ୍କ ମଧ୍ୟରେ ଅନ୍ୟତମ । ସେ ଅଷ୍ଟାଦଶ ଶତକରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ବାସସ୍ଥାନ ଥିଲା ପୁରୀ । ତାଙ୍କ ରଚିତ କାବ୍ୟ "ବିଚିତ୍ର ରାମାୟଣ" ଦକ୍ଷିଣ ଓଡି଼ଶାରେ ଖୁବ୍ ଲୋକପ୍ରିୟ | ସରଳ ଓ ଶାବଲୀଳ ଭାଷାରେ ରାମାୟଣର କଥାବସ୍ତୁ ରଚିତ କରି ସେ ଏହାକୁ ଜନସାଧରଣଙ୍କ ମଧ୍ୟରେ ଲୋକପ୍ରିୟ କରାଇଥିଲେ ।

    29 ପଠିତ (↑29 ଗତକାଲିଠାରୁ)0,0,0,0,0,0, 29

    1 ଦିନ ଷ୍ଟ୍ରିକ

    🔍 🗞️
  19. 19

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    28 ପଠିତ (↓5 ଗତକାଲିଠାରୁ)10,10,26,19,26,33, 28

    6+ ଦିନ ଷ୍ଟ୍ରିକ

    🔍 🗞️
  20. 20

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    28 ପଠିତ (↓18 ଗତକାଲିଠାରୁ)17,34,42,41,45,46, 28

    6+ ଦିନ ଷ୍ଟ୍ରିକ

    🔍 🗞️
  21. 21

    ରାକ୍ଷୀ ପୂର୍ଣ୍ଣିମା

    ରାକ୍ଷୀ ପୂର୍ଣ୍ଣିମା

    ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] Archived 2019-10-21 at the Wayback Machine.

    26 ପଠିତ (↓7 ଗତକାଲିଠାରୁ)11,11,16,19,26,33, 26

    6+ ଦିନ ଷ୍ଟ୍ରିକ

    🔍 🗞️
  22. 22

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    25 ପଠିତ (↓7 ଗତକାଲିଠାରୁ)9,12,23,10,15,32, 25

    6+ ଦିନ ଷ୍ଟ୍ରିକ

    🔍 🗞️
  23. 23

    ତୃପ୍ତି ଦାସ

    ତୃପ୍ତି ଦାସ

    ତୃପ୍ତି ଦାସ, ଓଡ଼ିଆ କଥାଚିତ୍ର ଜଗତର ଜଣେ ଜଣାଶୁଣା ପ୍ରଚ୍ଛଦପଟ୍ଟ ଗାୟିକା । ସେ, ସର୍ବାଧିକ ଓଡ଼ିଆ ସିନେମାରେ ପ୍ରଚ୍ଛଦପଟ୍ଟ ଗାୟନ କରିଥିବା ଗାୟିକା । ଭଜନ ଓ ଆଧୁନିକ ସଙ୍ଗୀତ କ୍ଷେତ୍ରରେ ମଧ୍ୟ ସେ ଜଣେ ପରିଚିତ ନାମ । ବେତାର, ଦୂରଦର୍ଶନ ଓ ମଞ୍ଚ ସବୁଠାରେ କଣ୍ଠଶିଳ୍ପୀ ତୃପ୍ତି ସକ୍ରିୟ ।

    25 ପଠିତ (↑25 ଗତକାଲିଠାରୁ)0,0,0,0,0,0, 25

    1 ଦିନ ଷ୍ଟ୍ରିକ

    🔍 🗞️
  24. 24

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।

    24 ପଠିତ (↑7 ଗତକାଲିଠାରୁ)0,10,0,0,11,17, 24

    3 ଦିନ ଷ୍ଟ୍ରିକ

    🔍 🗞️
  25. 25

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    24 ପଠିତ (↑8 ଗତକାଲିଠାରୁ)0,9,23,28,31,16, 24

    6 ଦିନ ଷ୍ଟ୍ରିକ

    🔍 🗞️
  26. 26

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    23 ପଠିତ (↓1 ଗତକାଲିଠାରୁ)13,21,36,35,35,24, 23

    6+ ଦିନ ଷ୍ଟ୍ରିକ

    🔍 🗞️
  27. 27

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର (ଜନ୍ମ ୧୭ ସେପ୍ଟେମ୍ବର ୧୯୩୭) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ କବି ଓ ସାହିତ୍ୟ ସମାଲୋଚକ ।

    23 ପଠିତ (↑23 ଗତକାଲିଠାରୁ)0,10,0,0,15,0, 23

    1 ଦିନ ଷ୍ଟ୍ରିକ

    🔍 🗞️
  28. 28

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    22 ପଠିତ (↑4 ଗତକାଲିଠାରୁ)7,0,10,21,11,18, 22

    5 ଦିନ ଷ୍ଟ୍ରିକ

    🔍 🗞️
  29. 29

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    22 ପଠିତ (↓4 ଗତକାଲିଠାରୁ)0,19,27,35,25,26, 22

    6 ଦିନ ଷ୍ଟ୍ରିକ

    🔍 🗞️
  30. 30

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    22 ପଠିତ (↑9 ଗତକାଲିଠାରୁ)19,26,28,27,17,13, 22

    6+ ଦିନ ଷ୍ଟ୍ରିକ

    🔍 🗞️
  31. 31

    Bagalamukhi

    Bagalamukhi

    22 ପଠିତ (↑22 ଗତକାଲିଠାରୁ)0,0,0,0,0,0, 22

    1 ଦିନ ଷ୍ଟ୍ରିକ

    🔍 🗞️
  32. 32

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    21 ପଠିତ (↓4 ଗତକାଲିଠାରୁ)7,10,10,13,20,25, 21

    6+ ଦିନ ଷ୍ଟ୍ରିକ

    🔍 🗞️
  33. 33

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    21 ପଠିତ (↑1 ଗତକାଲିଠାରୁ)16,27,16,11,25,20, 21

    6+ ଦିନ ଷ୍ଟ୍ରିକ

    🔍 🗞️
  34. 34

    ଶାରଳା ପୁରସ୍କାର

    ଶାରଳା ପୁରସ୍କାର

    ଆଦିକବି ସାରଳା ଦାସଙ୍କ ନାମରେ ନାମିତ ଏହି ପୁରସ୍କାର ଓଡ଼ିଆ ଭାଷା ଓ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପ୍ରତିବର୍ଷ ପ୍ରଦାନ କରାଯାଇଥାଏ ।

    20 ପଠିତ (↓9 ଗତକାଲିଠାରୁ)0,0,0,0,20,29, 20

    3 ଦିନ ଷ୍ଟ୍ରିକ

    🔍 🗞️
  35. 35

    ଜଗନ୍ନାଥ

    ଜଗନ୍ନାଥ

    19 ପଠିତ (↑9 ଗତକାଲିଠାରୁ)9,13,12,13,17,10, 19

    6+ ଦିନ ଷ୍ଟ୍ରିକ

    🔍 🗞️
  36. 36

    ଯକ୍ଷ୍ମା

    ଯକ୍ଷ୍ମା

    ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସ‌ହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।

    19 ପଠିତ (↑19 ଗତକାଲିଠାରୁ)0,0,17,0,11,0, 19

    1 ଦିନ ଷ୍ଟ୍ରିକ

    🔍 🗞️
  37. 37

    ହନୁମାନ ଜୟନ୍ତୀ

    ହନୁମାନ ଜୟନ୍ତୀ

    ହନୁମାନ ଜୟନ୍ତୀ ଏକ ହିନ୍ଦୁ ଧାର୍ମିକ ପର୍ବ । ଏହି ଦିନ ମୁଖ୍ୟତଃ ଭାରତ ଏବଂ ନେପାଳରେ ହିନ୍ଦୁ ଧର୍ମାବଲମ୍ବୀଙ୍କଦ୍ୱାରା ପୂଜିତ ହିନ୍ଦୁ ଭଗବାନ, ହନୁମାନଙ୍କ ଜନ୍ମ ଉତ୍ସବ ପାଳନ କରାଯାଏ । ଏହି ପର୍ବ ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଦିନରେ ପାଳନ କରାଯାଏ । ଭାରତର ଅଧିକାଂଶ ରାଜ୍ୟରେ ଚୈତ୍ର ପୂର୍ଣ୍ଣମୀରେ କିମ୍ବା ବୈଶାଖ ମାସରେ ଏହି ପର୍ବ ପାଳନ କରାଯାଏ କିମ୍ବା କିଛି ରାଜ୍ୟ ଯଥା କେରଳ ଏବଂ ତାମିଲନାଡୁରେ ଏହା ଅନ୍ୟ ସମୟରେ (ଧନୁ ମାସରେ) ପାଳିତ ହୁଏ ।

    19 ପଠିତ (↑19 ଗତକାଲିଠାରୁ)0,0,0,0,0,0, 19

    1 ଦିନ ଷ୍ଟ୍ରିକ

    🔍 🗞️
  38. 38

    କେରଳରେ ଥିବା ହିନ୍ଦୁ ମନ୍ଦିର ତାଲିକା

    କେରଳରେ ଥିବା ହିନ୍ଦୁ ମନ୍ଦିର ତାଲିକା

    କେରଳରେ ଥିବା ଜିଲ୍ଲାୱାରୀ ହିନ୍ଦୁ ମନ୍ଦିର ତାଲିକା:

    19 ପଠିତ (↑19 ଗତକାଲିଠାରୁ)0,0,0,0,0,0, 19

    1 ଦିନ ଷ୍ଟ୍ରିକ

    🔍 🗞️
  39. 39

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    19 ପଠିତ (0 ଗତକାଲିଠାରୁ)8,10,29,21,18,19, 19

    6+ ଦିନ ଷ୍ଟ୍ରିକ

    🔍 🗞️
  40. 40

    ଜୟୀ ରାଜଗୁରୁ

    ଜୟୀ ରାଜଗୁରୁ

    ଜୟକୃଷ୍ଣ ରାଜଗୁରୁ ମହାପାତ୍ର (୨୯ ଅକ୍ଟୋବର ୧୭୩୯ - ୬ ଡିସେମ୍ବର ୧୮୦୬) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଖୋର୍ଦ୍ଧାର ରାଜା ଗଜପତି ମୁକୁନ୍ଦ ଦେବ ଦ୍ୱିତୀୟଙ୍କ ରାଜଦରବାରରେ ରାଜକୀୟ ରାଜଗୁରୁ ହେବା ସହ ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ପ୍ରଶାସନିକ ପ୍ରତିନିଧି ମଧ୍ୟ ଥିଲେ ।

    19 ପଠିତ (↓2 ଗତକାଲିଠାରୁ)30,14,11,24,16,21, 19

    6+ ଦିନ ଷ୍ଟ୍ରିକ

    🔍 🗞️
  41. 41

    ରମାକାନ୍ତ ରଥ

    ରମାକାନ୍ତ ରଥ

    ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।

    18 ପଠିତ (↑4 ଗତକାଲିଠାରୁ)0,0,11,0,19,14, 18

    3 ଦିନ ଷ୍ଟ୍ରିକ

    🔍 🗞️
  42. 42

    ଆର୍ତ୍ତବଲ୍ଲଭ ମହାନ୍ତି

    ଆର୍ତ୍ତବଲ୍ଲଭ ମହାନ୍ତି

    ଆର୍ତ୍ତବଲ୍ଲଭ ମହାନ୍ତି (୩୦ ଜୁଲାଇ ୧୮୮୭–୩୦ ସେପ୍ଟେମ୍ବର ୧୯୬୩) ଜଣେ ଓଡ଼ିଆ ଲେଖକ, ଶିକ୍ଷାବିତ୍ ଓ ପ୍ରଫେସର ଥିଲେ । ସେ ପ୍ରାଚୀ ସମିତିର ପ୍ରତିଷ୍ଠାତା ଥିଲେ । ପୁରାତନ ଓଡ଼ିଆ ରଚନାବଳୀରେ ଥିବା ଶୁଦ୍ଧ ସଂସ୍କରଣର ଅଭାବ ଦେଖି ସେ ନିଜେ ଅନେକ ପୋଥି ପଢ଼ି ଓ ଗବେଷଣା କରି ବିଦଗ୍ଧ ଚିନ୍ତାମଣି, ମଥୁରା ମଙ୍ଗଳ ସମେତ ଅନ୍ୟାନ୍ୟ ଗ୍ରନ୍ଥର ଶୁଦ୍ଧ ସଂସ୍କରଣ ପ୍ରାଚୀ ସମିତିଦ୍ୱାରା ପ୍ରକାଶ କରିଥିଲେ । ପରବର୍ତ୍ତୀ ସମୟରେ ପ୍ରାଚୀ ସମିତି ତାହାର ପ୍ରକାଶିତ ଅନେକ ପୁରୁଣା ଗ୍ରନ୍ଥ ଓ ତାଳପତ୍ର ପୋଥିଗୁଡ଼ିକ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଅର୍ପଣ କରିଥିଲା । ଉତ୍କଳ ବିଶ୍ୱବିଦ୍ୟାଳୟ ଏଗୁଡ଼ିକୁ ପ୍ରାଚୀ ଗ୍ରନ୍ଥମାଳା ନାମରେ ପ୍ରକାଶିତ କରିଥିଲା । ଭାରତ ସରକାର ତାଙ୍କୁ ୧୯୬୦ ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଥିଲା । ଏହା ପୂର୍ବରୁ ସେ ୧୯୩୨ରେ ରାୟ ସାହେବ ଓ ୧୯୪୩ରେ ରାୟ ବାହାଦୁରରେ ଉପାଧୀ ମଧ୍ୟ ପାଇଥିଲେ ।

    17 ପଠିତ (↑5 ଗତକାଲିଠାରୁ)0,0,0,0,0,12, 17

    2 ଦିନ ଷ୍ଟ୍ରିକ

    🔍 🗞️
  43. 43

    ମହାପାତ୍ର ନୀଳମଣି ସାହୁ

    ମହାପାତ୍ର ନୀଳମଣି ସାହୁ

    ମହାପାତ୍ର ନୀଳମଣି ସାହୁ (୨୨ ଡିସେମ୍ବର ୧୯୨୬ - ୨୫ ଜୁନ ୨୦୧୬) ଜଣେ ଓଡ଼ିଆ ସାହିତ୍ୟିକ । ସେ ୧୯୮୪ ମସିହାରେ, ଅଭିଶପ୍ତ ଗନ୍ଧର୍ବ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୭୮ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ୧୯୮୩ ମସିହାରେ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।

    17 ପଠିତ (↓5 ଗତକାଲିଠାରୁ)0,10,0,0,0,22, 17

    2 ଦିନ ଷ୍ଟ୍ରିକ

    🔍 🗞️
  44. 44

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    17 ପଠିତ (↑3 ଗତକାଲିଠାରୁ)8,9,0,0,11,14, 17

    3 ଦିନ ଷ୍ଟ୍ରିକ

    🔍 🗞️
  45. 45

    କଳିଙ୍ଗ ଯୁଦ୍ଧ

    କଳିଙ୍ଗ ଯୁଦ୍ଧ

    ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି ।

    16 ପଠିତ (↑5 ଗତକାଲିଠାରୁ)0,0,9,11,13,11, 16

    5 ଦିନ ଷ୍ଟ୍ରିକ

    🔍 🗞️
  46. 46

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    16 ପଠିତ (↑3 ଗତକାଲିଠାରୁ)13,13,16,11,0,13, 16

    2 ଦିନ ଷ୍ଟ୍ରିକ

    🔍 🗞️
  47. 47

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    16 ପଠିତ (↓3 ଗତକାଲିଠାରୁ)7,0,19,10,14,19, 16

    5 ଦିନ ଷ୍ଟ୍ରିକ

    🔍 🗞️
  48. 48

    ପଞ୍ଚସଖା

    ପଞ୍ଚସଖା

    ୧୫ ଓ ୧୬ଶ ଶତାବ୍ଦୀକୁ ପଞ୍ଚସଖା ଯୁଗ କୁହାଯାଏ । ଏହି ଯୁଗରେ ପାଞ୍ଚଜଣ ଭକ୍ତିକବି ଅନନ୍ତ ଦାସ, ଯଶୋବନ୍ତ ଦାସ, ଅଚ୍ୟୁତାନନ୍ଦ ଦାସ, ଜଗନ୍ନାଥ ଦାସ ଓ ବଳରାମ ଦାସଙ୍କୁ ନେଇ ପଞ୍ଚସଖା ଗଠିତ । ଏହି ପାଞ୍ଚଜଣଙ୍କୁ ଚୈତନ୍ୟଙ୍କ ପଞ୍ଚସଖା ମଧ୍ୟ କୁହାଯାଏ ।

    16 ପଠିତ (↑5 ଗତକାଲିଠାରୁ)9,12,0,11,11,11, 16

    4 ଦିନ ଷ୍ଟ୍ରିକ

    🔍 🗞️
  49. 49

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    16 ପଠିତ (↑2 ଗତକାଲିଠାରୁ)9,9,13,10,19,14, 16

    6+ ଦିନ ଷ୍ଟ୍ରିକ

    🔍 🗞️
  50. 50

    ପୂରଣବାଚକ ସଂଖ୍ୟା

    ପୂରଣବାଚକ ସଂଖ୍ୟା

    16 ପଠିତ (↑16 ଗତକାଲିଠାରୁ)0,0,0,0,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  51. 51

    ବିଶ୍ୱ ବରିଷ୍ଠ ନାଗରିକ ଦିବସ

    ବିଶ୍ୱ ବରିଷ୍ଠ ନାଗରିକ ଦିବସ

    ବିଶ୍ୱ ବରିଷ୍ଠ ନାଗରିକ ଦିବସ ପ୍ରତିବର୍ଷ ଅଗଷ୍ଟ ମାସ ୨୧ ତାରିଖରେ ପାଳନ କରାଯାଏ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  52. 52

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    15 ପଠିତ (↑1 ଗତକାଲିଠାରୁ)0,8,11,10,0,14, 15

    2 ଦିନ ଷ୍ଟ୍ରିକ

    🔍 🗞️
  53. 53

    ସାପ

    ସାପ

    ସାପ ଏକ ସରୀସୃପ ଜାତୀୟ ଜୀବ । ସାପ ବିଷଧର ଓ ବିଷହୀନ ମଧ୍ୟ ହୋଇ ପାରନ୍ତି । ବିଶ୍ୱର ସବୁ ସ୍ଥାନରେ ସାପ ଦେଖିବାକୁ ମିଳନ୍ତି ନାହିଁ । କେବଳ କ୍ରାନ୍ତୀୟ ଜଳବାୟୁରେ ବିଶେଷ ପରିମାଣରେ ସାପ ଦେଖିବାକୁ ମିଳିଥାଆନ୍ତି । ସେହିପରି କ୍ରାନ୍ତୀୟ ଅଞ୍ଚଳର ଉଷ୍ମତା ରକ୍ଷା କରୁଥିବା ସ୍ଥାନମାନଙ୍କରେ ବିଶେଷ ପରିମାଣରେ ସର୍ପ ଦେଖିବାକୁ ମିଳିଥା’ନ୍ତି । ଅତ୍ୟନ୍ତ ଥଣ୍ଡା ସ୍ଥାନମାନଙ୍କରେ ବିଶ୍ୱରେ ସାପ ଦେଖିବାକୁ ମିଳନ୍ତି ନାହିଁ । ପୃଥିବୀର ସୁମେରୁ ଅଞ୍ଚଳ ଅର୍ଥାତ୍‍ ଉତ୍ତର ମେରୁ ଅଞ୍ଚଳ, ନ୍ୟୁଜିଲାଣ୍ଡ ଓ ଏୟାରଲ୍ୟାଣ୍ଡ ପ୍ରଭୃତି ଅଞ୍ଚଳରେ ସାପ ଦେଖିବାକୁ ମିଳନ୍ତି ନାହିଁ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  54. 54

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ (୨୫ ଅଗଷ୍ଟ ୧୯୧୧ - ୨୧ ଫେବୃଆରୀ, ୨୦୦୦) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଓଡ଼ିଆ କବି ଥିଲେ । ତାଙ୍କର କବିତା ଗୁଡ଼ିକରେ ସ୍ୱଦେଶ ପ୍ରୀତି ଓ ସୌନ୍ଦର୍ଯ୍ୟର ଅନୁଭୂତି ଲକ୍ଷ୍ୟ କରାଯାଇଥାଏ । ସବୁଜ ଗୋଷ୍ଠୀର ସାହିତ୍ୟ ସାଧନା କାଳରେ ଏକକ କବି ଭାବରେ ସେ ପରିଚିତ ଥିଲେ ।

    15 ପଠିତ (↑5 ଗତକାଲିଠାରୁ)0,0,12,14,0,10, 15

    2 ଦିନ ଷ୍ଟ୍ରିକ

    🔍 🗞️
  55. 55

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    15 ପଠିତ (0 ଗତକାଲିଠାରୁ)0,0,30,23,22,15, 15

    5 ଦିନ ଷ୍ଟ୍ରିକ

    🔍 🗞️
  56. 56

    କୁଞ୍ଜବିହାରୀ ଦାଶ

    କୁଞ୍ଜବିହାରୀ ଦାଶ

    ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  57. 57

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।

    15 ପଠିତ (↑15 ଗତକାଲିଠାରୁ)7,0,0,0,15,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  58. 58

    ବାଜି ରାଉତ

    ବାଜି ରାଉତ

    ବାଜି ରାଉତ (୧୯୨୫-୧୯୩୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ । ସେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ନୀଳକଣ୍ଠପୁର ଗାଆଁରେ ଜନ୍ମ ନେଇଥିଲେ ।

    14 ପଠିତ (↑14 ଗତକାଲିଠାରୁ)51,25,14,14,11,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  59. 59

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।

    14 ପଠିତ (↑3 ଗତକାଲିଠାରୁ)37,13,13,24,12,11, 14

    6+ ଦିନ ଷ୍ଟ୍ରିକ

    🔍 🗞️
  60. 60

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    14 ପଠିତ (↓9 ଗତକାଲିଠାରୁ)7,0,17,14,0,23, 14

    2 ଦିନ ଷ୍ଟ୍ରିକ

    🔍 🗞️
  61. 61

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    14 ପଠିତ (↓1 ଗତକାଲିଠାରୁ)12,13,28,24,23,15, 14

    6+ ଦିନ ଷ୍ଟ୍ରିକ

    🔍 🗞️
  62. 62

    ଜୈନ ଧର୍ମ

    ଜୈନ ଧର୍ମ

    ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।

    13 ପଠିତ (↑3 ଗତକାଲିଠାରୁ)0,0,0,0,0,10, 13

    2 ଦିନ ଷ୍ଟ୍ରିକ

    🔍 🗞️
  63. 63

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ (୧୧ ଜୁନ ୧୯୧୨-୨୫ ଜୁନ ୧୯୮୭) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ । ୧୯୫୦ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ସପ୍ତଶଯ୍ୟାର ସେ କାହାଣୀ, ଚିତ୍ରନାଟ୍ୟ, ଗୀତ ଓ ସଂଳାପ ରଚନା କରିଥିଲେ ।

    13 ପଠିତ (↓1 ଗତକାଲିଠାରୁ)0,9,0,0,27,14, 13

    3 ଦିନ ଷ୍ଟ୍ରିକ

    🔍 🗞️
  64. 64

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    13 ପଠିତ (↓18 ଗତକାଲିଠାରୁ)28,24,51,34,26,31, 13

    6+ ଦିନ ଷ୍ଟ୍ରିକ

    🔍 🗞️
  65. 65

    ଯଦୁନାଥ ଦାସ ମହାପାତ୍ର

    ଯଦୁନାଥ ଦାସ ମହାପାତ୍ର

    ଯଦୁନାଥ ଦାସ ମହାପାତ୍ର(୦୧ ମାର୍ଚ୍ଚ ୧୯୨୯-୨୧ ଅଗଷ୍ଟ ୨୦୧୮) ଜଣେ ଓଡ଼ିଆ ସାହିତ୍ୟିକ ଓ ରାଜନେତା ଥିଲେ । ସୋରରୁ ସେ ୩ଥର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଓ ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ସାହିତ୍ୟରେ ଅବଦାନ ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ସମେତ ଅନେକ ପୁରସ୍କାରପ୍ରାପ୍ତ ହୋଇଥିଲା ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  66. 66

    ମଙ୍ଗଳ ପାଣ୍ଡେ

    ମଙ୍ଗଳ ପାଣ୍ଡେ

    ମଙ୍ଗଳ ପାଣ୍ଡେ ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଯିଏକି ୧୮୫୭ ମସିହାରେ ଭାରତର ପ୍ରଥମ ସ୍ୱାଧିନତା ସଂଗ୍ରାମରେ ପ୍ରମୁଖ ଭୂମିକା ନିଭାଇ ଥିଲେ । ସେ ଇଷ୍ଟ ଇଣ୍ଡିଆ କମ୍ପାନିର ୩୪ତମ ବେଙ୍ଗାଲ ନେଟିଭ୍ ଇନ୍ଫେନ୍ଟ୍ରିରେ ଜଣେ ସିପାହୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କର ମହତ୍ୱପୂର୍ଣ ଭୂମିକାକୁ ନେଇକି ଭାରତ ସରକାରଙ୍କଦ୍ୱାରା ସମ୍ମାନ ସ୍ୱରୂପ ୧୯୮୪ ମସିହାରେ ଏକ ଡାକ ଟିକଟ ଜାରି କରାଯାଇଥିଲା ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  67. 67

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    13 ପଠିତ (↓19 ଗତକାଲିଠାରୁ)13,23,18,21,30,32, 13

    6+ ଦିନ ଷ୍ଟ୍ରିକ

    🔍 🗞️
  68. 68

    ଉଇକିମିଡ଼ିଆ ଫାଉଣ୍ଡେସନ

    ଉଇକିମିଡ଼ିଆ ଫାଉଣ୍ଡେସନ

    ଉଇକିମିଡ଼ିଆ ଫାଉଣ୍ଡେସନ, Inc.

    13 ପଠିତ (↑13 ଗତକାଲିଠାରୁ)8,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ଚିତ୍ତ ଜେନା

    ଚିତ୍ତ ଜେନା

    ଚିତ୍ତରଞ୍ଜନ ଜେନା (୨୪ ଡିସେମ୍ବର ୧୯୪୧ – ୧୩ ନଭେମ୍ବର ୨୦୧୮) ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଜଣାଶୁଣା ପ୍ରଛଦପଟ ଗାୟକ ଥିଲେ । ସେ ୧୯୪୧ ମସିହା ଡିସେମ୍ବର ୨୪ ଦିନ କଟକରେ ଜନ୍ମଗ୍ରହଣ କରିଥିଲେ । ଚିତ୍ତ ଜେନା ୧୦୦ରୁ ଉର୍ଦ୍ଧ୍ୱ ଚଳଚ୍ଚିତ୍ର ସହିତ ଅନ୍ୟାନ୍ୟ ଗୀତରେ କଣ୍ଠଦାନ କରିଥିଲେ । ତାଙ୍କର କେତେକ ଜଣାଶୁଣା ଗୀତ ହେଲା ମୋ ପ୍ରିୟାଠାରୁ କିଏ ଅଧିକ ସୁନ୍ଦର, ରୂପ ହୋଇଥିବ ଲାବଣ୍ୟବତୀ, ପୂଜା କାହିଁ ପୂଜା, ମାଣିକ ଆଲୋ ମାଣିକ ଆଦି । ୨୦୧୮ ମସିହା ନଭେମ୍ବର ୧୩ ତାରିଖରେ କଟକରେ ତାଙ୍କର ୭୬ ବର୍ଷରେ ଅସୁସ୍ଥତା କାରଣରୁ ଦେହାନ୍ତ ହୋଇଥିଲା ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  70. 70

    ଲକ୍ଷେ ଶିବ ପୂଜି ପାଇଛି ପୁଅ

    ଲକ୍ଷେ ଶିବ ପୂଜି ପାଇଛି ପୁଅ

    ମହମ୍ମଦ ମହସୀନଙ୍କ ନିର୍ଦ୍ଦେଶନାରେ ନିର୍ମିତ, ବ୍ରଜରାଜ ମୁଭିଜ୍ର ଓଡ଼ିଆ କଥାଚିତ୍ର ଲକ୍ଷେ ଶିବ ପୂଜି ପାଇଛି ପୁଅ ୧୯୯୪ ମସିହାରେ ମୁକ୍ତିଲାଭ କରିଥିଲା । ବସନ୍ତ ନାୟକ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  71. 71

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।

    12 ପଠିତ (0 ଗତକାଲିଠାରୁ)9,10,8,0,13,12, 12

    3 ଦିନ ଷ୍ଟ୍ରିକ

    🔍 🗞️
  72. 72

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ, ଓଡ଼ିଶାର ରାଜ୍ୟ ସଙ୍ଗୀତ ଅଟେ । ଏହା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କଦ୍ୱାରା ରଚିତ । ଏହି ଗୀତକୁ ୧୯୧୨ ମସିହାରେ ବାଲେଶ୍ୱରଠାରେ ଅନୁଷ୍ଠିତ ଉତ୍କଳ ସମ୍ମିଳନୀ ଅଧିବେଶନରେ ପ୍ରଥମଥର ପାଇଁ ଗାନ କରାଯାଇଥିଲା ।

    12 ପଠିତ (↑12 ଗତକାଲିଠାରୁ)24,9,9,0,14,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ଶେଷ ଶ୍ରାବଣ

    ଶେଷ ଶ୍ରାବଣ

    ପ୍ରଶାନ୍ତ ନନ୍ଦଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆ କଥାଚିତ୍ର ଶେଷ ଶ୍ରାବଣ ୧୯୭୬ ମସିହାରେମୁକ୍ତିଲାଭ କରିଥିଲା । ୧୯୭୯ ମସିହାରେ ଏହା ପୁନଶ୍ଚ ହିନ୍ଦୀ ଭାଷାରେ ରାଜଶ୍ରୀ ଚଳଚ୍ଛିତ୍ର ପ୍ରଯୋଜନା ସଂସ୍ଥାଦ୍ୱାରା ନୈୟା ଶୀର୍ଷକରେ ପ୍ରଶାନ୍ତ ନନ୍ଦଙ୍କ ଦେଇ ନିର୍ମିତ ହୋଇଥିଲା । ଏହି କଥାଚିତ୍ର ଜରିଆରେ ପ୍ରଶାନ୍ତ ନନ୍ଦ ନିର୍ଦ୍ଦେଶନା ଆରମ୍ଭ କରିଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  74. 74

    ଚନ୍ଦ୍ରଶେଖର ନନ୍ଦ

    ଚନ୍ଦ୍ରଶେଖର ନନ୍ଦ

    ଚନ୍ଦ୍ରଶେଖର ନନ୍ଦ (୧୮୬୮-୧୯୩୨) ଜଣେ ଓଡ଼ିଆ ଗାଳ୍ପିକ । ତାଙ୍କ ଗଳ୍ପପୁସ୍ତକ ଚିତ୍ରକୁ ପ୍ରଥମ ଓଡ଼ିଆ ଗଳ୍ପ ବହିର ମାନ୍ୟତା ଦିଆଯାଏ । ଗଳ୍ପ ବ୍ୟତିତ ସେ ଓଡ଼ିଆ ସାହିତ୍ୟର ଅନ୍ୟ ବିଭବ ଯଥା ପ୍ରବନ୍ଧ, ଉପନ୍ୟାସ, କବିତାରେ ମଧ୍ୟ ଲେଖନି ଚାଳନା କରିଥିଲେ । ସେ ଅନେକ ପାଠ୍ୟ ପୁସ୍ତକ ମଧ୍ୟ ରଚନା କରିଥିଲେ । ସେ ଫକୀର ମୋହନ ସେନାପତି ଓ ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସମସାମୟିକ ଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ବ୍ରଜନାଥ ବଡ଼ଜେନା

    ବ୍ରଜନାଥ ବଡ଼ଜେନା

    ବ୍ରଜନାଥ ବଡ଼ଜେନା (୧୭୩୦-୧୮୦୦) ଢେଙ୍କାନାଳର କବରାଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି । ପିତା ବାଲୁକେଶ୍ୱର ପଟ୍ଟନାୟକଙ୍କ ତୃତୀୟ ସନ୍ତାନ ବ୍ରଜନାଥଙ୍କୁ ଢେଙ୍କାନାଳ ରାଜାଙ୍କଦ୍ୱାରା ବଡ଼ଜେନା ଉପାଧି ପ୍ରଦାନ କରାଯାଇଥିବାରୁ, ସେ ବ୍ରଜନାଥ ବଡ଼ଜେନା ଭାବରେ ପରିଚିତ ହୋଇଥିଲେ ।

    12 ପଠିତ (↑3 ଗତକାଲିଠାରୁ)0,0,0,0,0,9, 12

    2 ଦିନ ଷ୍ଟ୍ରିକ

    🔍 🗞️
  76. 76

    ଛବିଳ ମଧୁ ବର୍ଣ୍ଣବୋଧ

    ଛବିଳ ମଧୁ ବର୍ଣ୍ଣବୋଧ

    ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।

    11 ପଠିତ (↑11 ଗତକାଲିଠାରୁ)7,0,10,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  77. 77

    ଓଡ଼ିଶାର ଭୂଗୋଳ

    ଓଡ଼ିଶାର ଭୂଗୋଳ

    ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।

    11 ପଠିତ (↑11 ଗତକାଲିଠାରୁ)0,8,11,9,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।

    11 ପଠିତ (↑2 ଗତକାଲିଠାରୁ)9,12,11,27,10,9, 11

    6+ ଦିନ ଷ୍ଟ୍ରିକ

    🔍 🗞️
  79. 79

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.

    11 ପଠିତ (↓6 ଗତକାଲିଠାରୁ)0,8,0,0,11,17, 11

    3 ଦିନ ଷ୍ଟ୍ରିକ

    🔍 🗞️
  80. 80

    ଅକ୍ଷୟ ମହାନ୍ତି

    ଅକ୍ଷୟ ମହାନ୍ତି

    ଅକ୍ଷୟ ମହାନ୍ତି (ଖୋକା ଭାଇ ନାମରେ ମଧ୍ୟ ଜଣା, ୧୨ ଅକ୍ଟୋବର ୧୯୩୬ – ୧୭ ନଭେମ୍ବର ୨୦୦୨)

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  81. 81

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।

    11 ପଠିତ (↓8 ଗତକାଲିଠାରୁ)0,8,0,17,0,19, 11

    2 ଦିନ ଷ୍ଟ୍ରିକ

    🔍 🗞️
  82. 82

    ଓଡ଼ିଶାର ଇତିହାସ

    ଓଡ଼ିଶାର ଇତିହାସ

    ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.

    11 ପଠିତ (↓3 ଗତକାଲିଠାରୁ)0,11,0,12,16,14, 11

    4 ଦିନ ଷ୍ଟ୍ରିକ

    🔍 🗞️
  83. 83

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    11 ପଠିତ (↑1 ଗତକାଲିଠାରୁ)0,7,17,46,15,10, 11

    6 ଦିନ ଷ୍ଟ୍ରିକ

    🔍 🗞️
  84. 84

    ଭୁବନେଶ୍ୱର ମିଶ୍ର

    ଭୁବନେଶ୍ୱର ମିଶ୍ର

    ଭୁବନେଶ୍ୱର ମିଶ୍ର (୧୫ ଜୁଲାଇ ୧୯୨୭ - ୭ ମଇ ୧୯୯୩) ଜଣେ ଓଡ଼ିଶୀ ସଙ୍ଗୀତଜ୍ଞ, ସଙ୍ଗୀତ ନିର୍ଦ୍ଦେଶକ ଏବଂ ବେହେଲା ବାଦକ ଥିଲେ । ହିନ୍ଦୁସ୍ତାନୀ, କର୍ଣ୍ଣାଟକୀ ଓ ଓଡ଼ିଶୀ ସଙ୍ଗୀତରେ ସେ ଦକ୍ଷ ଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    ରାମକୃଷ୍ଣ ନନ୍ଦ

    ରାମକୃଷ୍ଣ ନନ୍ଦ

    ରାମକୃଷ୍ଣ ନନ୍ଦ (୨୫ ଫେବୃଆରୀ ୧୯୦୬ - ୨୮ ସେପ୍ଟେମ୍ବର ୧୯୯୪) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଶିଶୁ ସାହିତ୍ୟକ ଓ ଗୀତିକାର । ସେ ଛାପାଖାନା ଓ ମୁଦ୍ରଣାଳୟ ପ୍ରତିଷ୍ଠା କରି, ବହୁ ଓଡ଼ିଆ ପୁସ୍ତକ ଓ ପତ୍ରିକା ପ୍ରକାଶନା କରିଥିଲେ । ତାଙ୍କ ରଚିତ ଆହେ ଦୟାମୟ ବିଶ୍ୱ ବିହାରୀ ଓଡ଼ିଶାର ବହୁ ବିଦ୍ୟାଳୟରେ ପ୍ରାର୍ଥନା ଭାବରେ ଗାନ କରାଯାଏ ।

    10 ପଠିତ (↑10 ଗତକାଲିଠାରୁ)0,9,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  86. 86

    ମଲାଜହ୍ନ

    ମଲାଜହ୍ନ

    ନିତାଇ ପାଲିତଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆ କଥାଚିତ୍ର ମଲାଜହ୍ନ ୧୯୬୫ ମସିହାରେ କଟକର ପ୍ରଭାତ ସିନେମାରେ ମୁକ୍ତିଲାଭ କରିଥିଲା । ଏହା ଔପନ୍ୟାସିକ ତଥା ଚିତ୍ରଶିଳ୍ପୀ ଉପେନ୍ଦ୍ର କିଶୋର ଦାସଙ୍କ ରଚିତ ଉପନ୍ୟାସ "ମଲାଜହ୍ନ"ର ଚିତ୍ର ରୂପ । ଏହା ବର୍ତ୍ତମାନ ସି.ଏଚ୍.ଏସ୍.ଇ.

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  87. 87

    ନୂଆଖାଇ

    ନୂଆଖାଇ

    ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  88. 88

    ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

    ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

    ୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO)। ବିଶ୍ୱରେ ସ୍ୱାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭାଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ୱାକ୍ଷର କରିଥିଲେ ।ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ୱରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।

    10 ପଠିତ (↑1 ଗତକାଲିଠାରୁ)0,0,0,0,0,9, 10

    2 ଦିନ ଷ୍ଟ୍ରିକ

    🔍 🗞️
  89. 89

    ଓଡ଼ିଆ କାବ୍ୟ କବିତା

    ଓଡ଼ିଆ କାବ୍ୟ କବିତା

    ଓଡ଼ିଆ କାବ୍ୟ କବିତା ନିଜର ଅସ୍ଥିତ୍ୱ । ମହାଭାରତ ଯୁଗରୁ ତଥା ପଞ୍ଚଦଶ ଶତାବ୍ଦୀରୁ ପ୍ରମାଣିତ କରି ସାରିଛି । ଚତୁର୍ଦ୍ଦଶ ଶତାବ୍ଦୀରୁ ଅଷ୍ଟାଦଶ ଶତାବ୍ଦୀ ମଧ୍ୟରେ ଅନେକ ବୟସ୍କ ( କାବ୍ୟ, ପୁରାଣ, ଛନ୍ଦ, ଭଜନ, ଚମ୍ପୁ, ଚଉତିଶା) ଆଦି ରଚନା କରା ଯାଇଛି । ସେ ସମୟରେ ରାଜ ଦରବାରରେ ଓ ଲୋକ ନୃତ୍ୟରେ ଏହି କାବ୍ୟ ସବୁ ବ୍ୟବହୃତ ହେଉଥିଲା ।

    10 ପଠିତ (↑10 ଗତକାଲିଠାରୁ)0,9,0,0,11,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  90. 90

    ସତ୍ୟନାରାୟଣ ରାଜଗୁରୁ

    ସତ୍ୟନାରାୟଣ ରାଜଗୁରୁ

    ସତ୍ୟନାରାୟଣ ରାଜଗୁରୁ (୧୯ ଅଗଷ୍ଟ ୧୯୦୩ - ୧୧ ଜୁନ ୧୯୯୭) ଜଣେ ଭାରତୀୟ ଐତିହାସିକ, ଗବେଷକ, ଲିପିବିଦ୍ ଓ ସାହିତ୍ୟିକ ଥିଲେ । ସେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଜଣେ କ୍ୟୁରେଟର ଥିଲେ ଏବଂ ତାଙ୍କ ରଚନା ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ୧୯୭୪ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,19,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  91. 91

    ତପସ୍ୱିନୀ

    ତପସ୍ୱିନୀ

    ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।

    10 ପଠିତ (0 ଗତକାଲିଠାରୁ)7,0,0,0,17,10, 10

    3 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    10 ପଠିତ (↑10 ଗତକାଲିଠାରୁ)12,26,0,11,12,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।

    10 ପଠିତ (0 ଗତକାଲିଠାରୁ)0,0,0,0,0,10, 10

    2 ଦିନ ଷ୍ଟ୍ରିକ

    🔍 🗞️
  94. 94

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    10 ପଠିତ (↓7 ଗତକାଲିଠାରୁ)0,0,9,12,10,17, 10

    5 ଦିନ ଷ୍ଟ୍ରିକ

    🔍 🗞️
  95. 95

    ରମାଦେବୀ ଚୌଧୁରୀ

    ରମାଦେବୀ ଚୌଧୁରୀ

    ରମାଦେବୀ ଚୌଧୁରୀ (୩ ଡିସେମ୍ବର ୧୮୯୯–୨୨ ଜୁଲାଇ ୧୯୮୫) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମଧୁସୂଦନ ଦାସ ତାଙ୍କର ବଡ଼ ବାପା ଥିଲେ ଓ ତାଙ୍କ ଜୀବନସାଥୀ ଗୋପବନ୍ଧୁ ଚୌଧୁରୀ ତଥା ଦୁଇସନ୍ତାନ ମନମୋହନ ଚୌଧୁରୀ ଓ ଅନ୍ନପୂର୍ଣ୍ଣା ମହାରଣା ସ୍ୱାଧୀନତା ସଂଗ୍ରାମୀ ଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ଉଚ୍ଚ ରକ୍ତଚାପ

    ଉଚ୍ଚ ରକ୍ତଚାପ

    ଉଚ୍ଚ ରକ୍ତଚାପ (ଇଂରାଜୀ ଭାଷାରେ ହାଇପର୍‌ଟେନ୍‌ସନ୍ ବା HTN ବା HT) ବା ଧମନୀ ଉଚ୍ଚ ରକ୍ତଚାପ ଏକ ସ୍ଥାୟୀ ଭେଷଜ ରୋଗ ଯେଉଁଥିରେ ରକ୍ତଚାପ ନିରନ୍ତର ବୃଦ୍ଧି ପାଇଥାଏ । ଏହି ରୋଗରେ ସାଧାରଣତଃ କୌଣସି ଲକ୍ଷଣ ପ୍ରକାଶ ପାଏନାହିଁ । ଦୀର୍ଘକାଳୀନ ଉଚ୍ଚ ରକ୍ତଚାପ ରହିଲେ କେତେକ ରୋଗ ସଙ୍କଟ ସୃଷ୍ଟି ହୁଏ ଯଥା:- କରୋନାରୀ ଧମନୀ ରୋଗ, ସ୍ଟ୍ରୋକ୍, ହୃଦ୍‌ଘାତ, ପ୍ରାନ୍ତୀୟ ରକ୍ତନଳୀ ରୋଗ, ଦୃଷ୍ଟିହାନୀ ଓ କ୍ରନିକ ବୃକ୍‌କ ରୋଗ । ଏହି ରୋଗଟି ଦୁଇ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ପ୍ରାଥମିକ ବା ଅନିବାର୍ଯ୍ୟ ଉଚ୍ଚ ରକ୍ତଚାପ (primary or essential hypertension) ଓ ଗୌଣ ଉଚ୍ଚ ରକ୍ତଚାପ (secondary hypertension) । ଅନିବାର୍ଯ୍ୟ ଉଚ୍ଚ ରକ୍ତଚାପ ୯୦ରୁ ୯୫ % ଲୋକଙ୍କର ଅନିର୍ଦ୍ଦିଷ୍ଟ ଜୀବନ‌ଚର୍ଯ୍ୟା ଓ ଜେନେଟିକ କାରଣ ଯୋଗୁ ହୁଏ । ଜୀବନ‌ଚର୍ଯ୍ୟା କାରଣ ଯଥା:- ଅତ୍ୟଧିକ ଲୁଣ ଖାଇବା, ଅତ୍ୟଧିକ ଓଜନ ବୃଦ୍ଧି, ଧୂମ୍ରପାନ ଓ ଆଲକୋହୋଲ ସେବନ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ବଳକା ୫ରୁ ୧୦% ରୋଗକୁ ସେକଣ୍ଡାରୀ ବା ଗୌଣ ଉଚ୍ଚ ରକ୍ତଚାପ ନାମିତ କରାଯାଏ ଯାହାର ନିର୍ଦ୍ଦିଷ୍ଟ କାରଣ ଥାଏ ଯେପରିକି କ୍ରନିକ ବୃକ୍‌କ ରୋଗ, ବୃକ୍‌କ ଧମନୀ ସ୍ଟେନୋସିସ୍, ଅନ୍ତସ୍ରାବୀ ଗ୍ରନ୍ଥୀ ରୋଗ ଓ ଜନ୍ମ ନିରୋଧ ବଟିକା ସେବନ । ଏହି ବୃଦ୍ଧି ଯୋଗୁ ହୃତ୍‌ପିଣ୍ଡକୁ ଅଧିକ କାର୍ଯ୍ୟ କରିବାକୁ ପଡ଼ିଥାଏ । ଦୁଇ ପ୍ରକାରର ମାପଦ୍ୱାରା ଉଚ୍ଚ ରକ୍ତଚାପ ଲେଖାଯାଏ, ଗୋଟିଏ ସିସ୍ଟୋଲିକ (ହୃତ୍‌ପିଣ୍ଡ ସଙ୍କୋଚନ ବେଳର ସର୍ବୋଚ୍ଚ) ଓ ଅନ୍ୟଟି ଡାୟାସ୍ଟୋଲିକ (ହୃତ୍‌ପିଣ୍ଡ ଶୀଥିଳ ବେଳର ସର୍ବନିମ୍ନ) । ବିଶ୍ରାମ ସମୟରେ ଗୋଟିଏ ସୁସ୍ଥ ଲୋକର ସିସ୍ଟୋଲିକ ଚାପ ୧୦୦ରୁ ୧୪୦ ମି.ମି.

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  97. 97

    ଅସୀମା ପଣ୍ଡା

    ଅସୀମା ପଣ୍ଡା

    ଅସୀମା ପଣ୍ଡା ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଆ ଏବଂ ସମ୍ବଲପୁରୀ ଗୀତ ଗାଆନ୍ତି । ଅସୀମା ଓଡ଼ିଆ ଆଲବମ୍, ଭଜନ ଓ କଥାଚିତ୍ର ଜଗତରେ ଜଣେ ଜଣାଶୁଣା ଗାୟିକା । ଅସୀମା ପଣ୍ଡା ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଗାଇବା ଆରମ୍ଭ କରିଥିଲେ । ଓଡ଼ିଆ କଥାଚିତ୍ର ହରି ଓମ୍ ହରିରେ ସେ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ପାଇଁ ଗୀତ ଗାଇଥିଲେ ଏବଂ ଏହାପରେ ଗଞ୍ଜା ଲଢ଼େଇ, ୱାନ୍ ୱେ ଟ୍ରାଫିକ୍, ଗଞ୍ଜା ଲଢ଼େଇ, ଆଶିକ୍, ତୁ କହିବୁ ନା ମୁଁ, ତୁ ମୋର ସପନ ରାଣୀ, ପ୍ରେମର ନିଶା ନିଆରା ନିଆରା, ମୁଁ ପରଦେଶୀ ଚଢ଼େଇ, ତୁ ମୋ ସୁନା ଚଢ଼େଇ, ଫ୍ରମ୍ ମି ଟୁ ୟୁ, ଟାଇଗର, ଲଭ୍ ଟୁଇଷ୍ଟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, ତୋ ପ୍ରେମରେ ପଡ଼ିଲା ପରେ, ଏମିତି ବି ହେଇପାରେ, ଅଭିମାନ, ମୁଇଁ ଦିୱାନା ତୁଇ ଦିୱାନୀ, ତୁ ମୋ ହିରୋ, ଅଦୃଶ୍ୟମ୍, ବାପା ତମେ ଭାରି ଦୁଷ୍ଟ, ଦେଲେ ଧରା କଥା ସରେ, ସୀତାରାମଙ୍କ ବାହାଘର କଳିଯୁଗରେ, ସେଲଫିସ୍ ଦିଲ୍, ଏକ୍ସକ୍ୟୁଜ ମି, ଲୋକାଲ ଟୋକା ଲଭ୍ ଚୋଖା, ପ୍ୟାର ଅଲଗା ପ୍ରକାର, ଲଭ୍ ଏକ୍ସପ୍ରେସ୍, ଟିକେ ଅନାଡ଼ି ପୂରା ଖିଲାଡ଼ି, ନାୟକର ନାଁ ଦେବଦାସ, ମିଠା ମିଠା, ଲୈଲା ଓ ଲୈଲା, ହାପି ଲକି, ହେଲୋ- ଇନ୍ ଲଭ୍, ଟୋକାଟା ଫସିଗଲା, ଯୋଗୀ, ବିଶ୍ୱରୂପ ଆଦି କଥାଚିତ୍ରରେ କଣ୍ଠଦାନ କରିଥିଲେ । ଅସୀମା ଓଡ଼ିଆ କଥାଚିତ୍ର ବ୍ୟତୀତ ବିଭିନ୍ନ ଆଲବମ୍ ଗୀତ ଏବଂ ଭଜନରେ କଣ୍ଠଦାନ କରିଛନ୍ତି । ପ୍ରାର୍ଥନା ଟିଭିରେ ପ୍ରସାରିତ ଭଜନ ଅନ୍ତାକ୍ଷରୀ, ପ୍ରାର୍ଥନା ମଞ୍ଚ ଭଳି କାର୍ଯକ୍ରମରେ ଭଜନ ପରିବେଷଣ କରନ୍ତି ।

    10 ପଠିତ (↑10 ଗତକାଲିଠାରୁ)0,0,0,0,14,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  98. 98

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।

    10 ପଠିତ (↑10 ଗତକାଲିଠାରୁ)0,11,0,16,11,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ଗୋପୀନାଥ ନନ୍ଦ

    ଗୋପୀନାଥ ନନ୍ଦ

    ଗୋପୀନାଥ ନନ୍ଦ ( ୨୧ ଅଗଷ୍ଟ ୧୮୬୯ - ୧୨ ଜାନୁଆରୀ ୧୯୨୪), ଗୋପୀନାଥ ନନ୍ଦ ଶର୍ମା ନାମରେ ମଧ୍ୟ ପରିଚିତ, ଜଣେ ଓଡ଼ିଆ ଭାଷା-ତତ୍ତ୍ୱବିଦ୍, ଅଭିଧାନ ସଂକଳକ, ନାଟ୍ୟକାର ଓ ଲେଖକ ଥିଲେ । ସେ ଥିଲେ ୧୯୧୬ ମସିହାରେ ପ୍ରକାଶିତ ଶବ୍ଦତତ୍ତ୍ୱବୋଧ ଅଭିଧାନର ସଂକଳକ ଥିଲେ । ତାଙ୍କର ଏହି ଅବଦାନ ନିମନ୍ତେ ସେ କାଇଜର-ଇ-ହିନ୍ଦ ଉପାଧି ପାଇଥିଲେ ଓ "ଓଡ଼ିଶାର ପାଣିନୀ" ନାମରେ ସୁପରିଚିତ ଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ବିଜୁ ପଟ୍ଟନାୟକ

    ବିଜୁ ପଟ୍ଟନାୟକ

    ବିଜୟାନନ୍ଦ ପଟ୍ଟନାୟକ (ବିଜୁ ପଟ୍ଟନାୟକ ଓ ବିଜୁ ବାବୁ ନାମରେ ମଧ୍ୟ ପରିଚିତ, ୫ ମାର୍ଚ୍ଚ ୧୯୧୬ – ୧୭ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୈତିକ ନେତା, ବୈମାନିକ ଓ ଶିଳ୍ପପତି ଥିଲେ । ୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ପର୍ଯ୍ୟନ୍ତ ସେ ଦୁଇ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ।

    10 ପଠିତ (0 ଗତକାଲିଠାରୁ)0,0,9,0,0,10, 10

    2 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: