ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] Archived 2019-10-21 at the Wayback Machine.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ସୁଧାଂଶୁମାଳିନୀ ରାୟ (୧୫ ଜୁନ ୧୯୨୫ - ୧୯ ମାର୍ଚ୍ଚ ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସୁଧାଂଶୁମାଳିନୀ ଓଡ଼ିଶା ବିଧାନ ସଭାର ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଗୋବିନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରତିନିଧି ଭାବରେ ନିର୍ବାଚିତ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସୁଧାଂଶୁ ମାଳିନୀ ଦେବୀ ରାଜନୀତି ଛଡ଼ା ସାହିତ୍ୟରେ ମଧ୍ୟ ରୁଚି ରଖିଥିଲେ । ସେ କିଛି କବିତାର ରଚନା କରିଥିଲେ ଏବଂ ବିଭିନ୍ନ ପ୍ରସଙ୍ଗ ଉପରେ କିଛି ନିବନ୍ଧ ରଚନା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ପୌଷମାସ ଶୁକ୍ଳପକ୍ଷରେ ଯେଉଁ ଏକାଦଶୀ ପଡେ ତାହାକୁ ପୁତ୍ରଦା ଏକାଦଶୀ କୁହାଯାଏ । ପୁତ୍ରଦା ଏକାଦଶୀରେ ନାମମନ୍ତ୍ର ଜପ କରିବା ସହ ଶ୍ରୀହରିଙ୍କୁ ପୂଜାର୍ଚ୍ଚନା କରାଯାଇଥାଏ । ଏକାଦଶୀ ତିଥିରେ ଦୀପଦାନ ସହ ସମସ୍ତ ଫଳ ପୂଜାକରିବା ବିଧାନ ରହିଛି । ଭଗବାନ୍ ଶ୍ରୀକୃଷ୍ଣ ଧର୍ମରାଜ ଯୁଧିଷ୍ଠିରଙ୍କୁ ଏହି ବ୍ରତର ମହତ୍ତ୍ୱକୁ ବ୍ୟାଖ୍ୟା କରି କହିଥିଲେ – ଏହି ତିଥିର ଅଧିଦେବତା ହେଉଛନ୍ତି ଭଗବାନ ନାରାୟଣ । ଏହି ତିଥିରେ ସମସ୍ତ ପାପନାଶ ହୋଇଥାଏ I ପୂର୍ବକାଳରେ ଭଦ୍ରାବତୀପୁରୀ ରାଜା ସୁକେତୁମାନ୍ ଶାସନ କରୁଥିଲେ । ତାଙ୍କର କୌଣସି ସନ୍ତାନ ନଥିଲା ଏହି କାରଣରୁ ରାଜା ଓ ରାଣୀ ଚମ୍ପା ଚିନ୍ତାରେ ରହୁଥିଲେ । ଦିନେ ରାଜା ରାଜପରିବାରର କୌଣସି ସଦସ୍ୟଙ୍କୁ ନ ଜଣାଇ ବନ୍ୟ ଭ୍ରମଣ କରିବା ପାଇଁ ବାହାରିଲେ । ରାଜା ବନର ଶୋଭାକୁ ଦେଖୁ ଦେଖୁ ଦ୍ୱିପ୍ରହର ହୋଇଗଲା । ରାଜା ଭୋକ ଶୋଷରେ ଆଉଟୁ ପାଉଟୁ ହୋଇ ଖାଦ୍ୟ ସଂଗ୍ରହ ପାଇଁ ଖୋଜି ବୁଲିଲେ । ଶେଷରେ ଏକ ସରୋବର ଓ ସରୋବର ତଟରେ ଅନେକ ମୁନିଋଷିମାନଙ୍କର ଆଶ୍ରମ ସ୍ଥଳୀ ରହିଥିବାର ଦେଖିଲେ । ଏହା ରାଜାଙ୍କ ପାଇଁ ସୌଭାଗ୍ୟ ଥିଲା । ସେ ତତ୍କ୍ଷଣାତ ଘୋଡ଼ା ଉପରେ ବସି ସରୋବର ନିକଟରେ ପହଞ୍ଚି ସମସ୍ତ ମୁନିଋଷିମାନଙ୍କୁ ବନ୍ଦନା କରିବାକୁ ଲାଗିଲେ । ତାଙ୍କର ବନ୍ଦନାରେ ମୁନିଋଷିମାନେ ପ୍ରସନ୍ନ ହେଲେ । ରାଜା ମୁନିମାନଙ୍କୁ ଦେଖି ପଚାରିଲେ ଆପଣମାନେ କିଏ ? ଆପଣଙ୍କ ନାମ କ’ଣ ତଥା ଆପଣମାନେ ଏଠାରେ ଏକତ୍ର ହୋଇଛନ୍ତି କାହିଁକି ?
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
ବସନ୍ତ କୁମାର ଶତପଥୀ (୨୬ ଜୁନ ୧୯୧୩–୨୦ ଫେବୃଆରୀ ୧୯୯୪) ଜଣେ ଭାରତୀୟ ଶିକ୍ଷାବିଦ୍ ତଥା ଓଡ଼ିଆ ଗାଳ୍ପିକ, ଅନୁବାଦକ, ନାଟ୍ୟକାର ଓ ସମାଲୋଚକ ଥିଲେ । ସେ ୧୨ଟି ଗଳ୍ପ ସଂକଳନ ବ୍ୟତୀତ ଅନେକ ଅନୂଦିତ ପୁସ୍ତକ ତଥା ଏକ ଆତ୍ମଜୀବନୀ ପୁସ୍ତକ ରଚନା କରିଥିଲେ ଏବଂ ଜଣେ ପ୍ରମୁଖ ଉତ୍ତର ସ୍ୱାଧୀନତା ଲେଖକ । ତାଙ୍କ ଗଳ୍ପଗୁଡ଼ିକ ଝଙ୍କାର, ସମାବେଶ, ଆସନ୍ତାକାଲି ଇତ୍ୟାଦି ପତ୍ରିକାରେ ପ୍ରକାଶିତ ହୋଇଥିଲା । ସେ ନିଜ ରଚନାରେ ମୁଖ୍ୟତଃ ଶ୍ଳେଷ ଓ ହାସ୍ୟରସ ସହ ଗମ୍ଭୀର ଦୃଷ୍ଟିକୋଣ ସହ ଲେଖୁଥିଲେ । ତାଙ୍କ ଗଳ୍ପ ସଂକଳନ ସାହିତ୍ୟ ଅକାଦେମୀ, ନ୍ୟାସନାଲ୍ ବୁକ୍ଟ୍ରଷ୍ଟ ଓ ଭାରତୀୟ ଜ୍ଞାନପୀଠ ଦ୍ୱାରା ପ୍ରକାଶିତ ଏବଂ ଅନେକ ଗଳ୍ପ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଛି । ସେ ନିଜର ରଚନା ନିମନ୍ତର ଓଡ଼ିଶା ସାହିତ୍ୟ ଏକାଡେମୀ (୧୯୬୮), ବିଷୁବ ପୁରସ୍କାର (୧୯୭୯), ଶାରଳା ସମ୍ମାନ, ଉତ୍କଳ ସାହିତ୍ୟ ସମାଜ ସମ୍ମାନ ଆଦି ପୁରସ୍କାରରେ ସମ୍ମାନିତ । ଭାରତୀୟ ସାହିତ୍ୟ କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ପାଇଁ କେନ୍ଦ୍ର ସାହିତ୍ୟ ଅକାଦେମୀ ତରଫରୁ ଏକ ସଂକଳନ ପ୍ରକାଶିତ ହୋଇଛି ।
ମୋତିସମ ଲିଙ୍ଗ ପାପ୍ୟୁଲ (ଇଂରାଜୀ ଭାଷାରେ pearly penile papules (PPPs) ରୋଗରେ ସାଧାରଣଃ ଲିଙ୍ଗରେ ଛୋଟ ଫୁଲା ହୋଇପାରେ । ଲିଙ୍ଗ ମୁଣ୍ଡ ଚାରି ପାଖରେ ୧ରୁ ୪ ମିମି ମଧ୍ୟରେ ଆକାର, ଧଳା କିମ୍ବା ମାଂସ ରଙ୍ଗର, ଚିକ୍କଣ ଏବଂ ଅର୍ଦ୍ଧ ଗୋଲାକାର ହୋଇଥାଏ ଏବଂ ବେଳେବେଳେ ଏକ ବା ଅନେକ ଧାଡିରେ ଲିଙ୍ଗରେ ଦେଖାଯାଏ । ଜଣେ କୃଷ୍ଣକାୟ ଲୋକଙ୍କଠାରେ ସେ ଗୁଡ଼ିକ ସାଧାରଣତଃ ଧଳା ଦେଖାଯାଏ । ସେଗୁଡ଼ିକ ଯନ୍ତ୍ରଣାହୀନ, କର୍କଟ ରୋଗହୀନ ଏବଂ ବିପଦାହୀନ ହୁଅନ୍ତି ।
ଏ ତ୍ରେତୟା ଯୁଗର ସୂର୍ଯ୍ୟବଂଶୀଯ ଅଷ୍ଟାବିଂଶ ରାଜା । ଏହାଙ୍କର ପିତା ତ୍ରିଶଙ୍କୁ ପୁତ୍ର ରୋହିତାଶ୍ୱ ଓ ରାଣୀ ଶୈବ୍ୟା ।ଏ ଅତି ଧର୍ମନିଷ୍ଠ, ଗୁଣବାନ୍ ଓ ଦାତା ଥିଲେ ଦିନେ ସ୍ୱର୍ଗରେ ବିଶ୍ୱାମିତ୍ର ବଶିଷ୍ଟଙ୍କଠାରୁ ହରିଶ୍ଚନ୍ଦ୍ରଙ୍କ ଧର୍ମନିଷ୍ଠା ଓ ଦାନତ୍ୱର ପ୍ରଶଂସା ଶୁଣି ଏହା ପରୀକ୍ଷା କରିବା ପାଇଁ ହରିଶ୍ଚନ୍ଦ୍ରଙ୍କ ନିକଟରେ ଉପସ୍ଥିତ ହେଲେ; ଏବଂ ଏହାଙ୍କୁ ରାଜ୍ୟ ସହିତ ସର୍ବସ୍ୱ ମାଗିବାରୁ ଏ ଅକୁଣ୍ଠିତ ଚିତ୍ତରେ ବିଶ୍ୱାମିତ୍ରକୁ ସମସ୍ତ ଦାନ କରି ଏକବସ୍ତ୍ର ହୋଇ ସ୍ତ୍ରୀ ଓ ପୁତ୍ର ସହିତ ରାଜ୍ୟତ୍ୟାଗ କଲେ । ତଥାପି ବିଶ୍ୱାମିତ୍ର ଏତିକିରେ ସନ୍ତୁଷ୍ଟ ନ ହୋଇ ଏହାଙ୍କଠାରୁ 'ଦାନର ଦକ୍ଷିଣା' ପାଇବା ପାଇଁ ଅଳି କଲେ । ବିଶ୍ୱାମିତ୍ରଙ୍କୁ ଦକ୍ଷିଣା ଦେବାପାଇଁ ଧନ ସଂଗ୍ରହ କରିବାର ଅନ୍ୟଉପାୟ ନଥିବାରୁ ହରିଶ୍ଚନ୍ଦ୍ର ନିଜର ସ୍ତ୍ରୀ ଶୈବ୍ୟାଙ୍କୁ ଦାସୀରୂପେ ଓ ଏକମାତ୍ର ପୁତ୍ର ରୋହିତାଶ୍ୱକୁ ଦାସରୂପେ ଜଣେ ବ୍ରାହ୍ମଣଙ୍କୁ ବିକ୍ରି କଲେ ଓ ନିଜେ ଗୋଟିଏ ଚଣ୍ଡାଳ ନିକଟରେ ଦାସତ୍ୱ ଗ୍ରହଣ କରି, ଏବଂ ଭୂତ ଦାସତ୍ୱଲବ୍ଧ ଧନ ଆଣି ବିଶ୍ୱାମିତ୍ରଙ୍କୁ ଦକ୍ଷିଣା ଦେଲେ । ଶ୍ମଶାନରେ ଶବସଂସ୍କାର କରିବାପାଇଁ ଆସିବା ବ୍ୟକ୍ତିମାନଙ୍କଠାରୁ ଶୁଳ୍କ (ଟିକସ) ଅସୁଲ କରିବାର ଭାର ଏହାଙ୍କ ଖମିଦ ଚଣ୍ଡାଳ ହରିଶ୍ଚନ୍ଦ୍ରଙ୍କଠାରେ ଅର୍ପଣ କରିଥିଲା; ତେଣୁ ଏ ଅଗତ୍ୟା ଶ୍ମଶାନରେ ରହି ସେ କାର୍ଯ୍ୟ କରୁଥାଆନ୍ତି ଏଣେ ଶୈବ୍ୟା ରୋହତାଶ୍ୱ ସହିତ ବ୍ରାହ୍ମଣ ଘରେ ଦାସୀ ବୃତ୍ତି କରି ଅତି ଦୁଃଖରେ କାଳୟାପନ କରୁଥାଆନ୍ତି, ଓ ଏହି ଅବସ୍ଥାରେ ହରିଶ୍ଚନ୍ଦ୍ରଙ୍କ ସଙ୍ଗେ ସ୍ତ୍ରୀଙ୍କର ଓ ପୁତ୍ରଙ୍କର କିଛିମାତ୍ର ସଂଶ୍ରବ ନ ଥାଏ ଏହିରୂପେ କିଛି ଦିନ ଗତ ହେବା ପରେ ରୋହିତାଶ୍ୱ ସର୍ପଦଂଶନରେ ପ୍ରାଣତ୍ୟାଗ କଲା । ଶୈବ୍ୟା ପୁତ୍ରର ଶବକୁ ସଂସ୍କାର କରିବାପାଇଁ ନିଶାରାତିରେ ଶ୍ମଶାନକୁ ନେଲେ ପ୍ରଥମେ ସ୍ୱାମୀ ଓ ସ୍ତ୍ରୀ କେହି କାହାରିକୁ ଚିହ୍ନି ପାରିଲେ ନାହିଁ ଶ୍ମଶାନରେ ଶୁଳ୍କ ଦେବାପାଇଁ ଶୈବ୍ୟାଙ୍କର ଅର୍ଥସଙ୍ଗତି ନ ଥିଲା ତଥାପି ଚଣ୍ଡାଳର ନିର୍ଦ୍ଧାରିତ ଶୁଳ୍କ ଦେବାପାଇଁ ହରିଶ୍ଚନ୍ଦ୍ର ଶୈବ୍ୟାଙ୍କୁ ଜିଗର କରିବାରୁ ଶୈବ୍ୟା ଶୋକାଭିଭୁତା ହୋଇ ନିଜର ପୂର୍ବ ବୃତ୍ତାନ୍ତ ବର୍ଣ୍ଣନା କରି ରୋଦନ କଲେ; ହରିଶ୍ଚନ୍ଦ୍ର ଶୈବ୍ୟାଙ୍କୁ ଓ ଶୈବ୍ୟା ହରିଶ୍ଚନ୍ଦ୍ରଙ୍କୁ ଚିହ୍ନିଲେ ଏକମାତ୍ର ପୁତ୍ର ମୃତ ହେବାରୁ ମାତାପିତା ଦୁହେଁ ମଧ୍ୟ ପୁତ୍ରର ଶବ ସଙ୍ଗେ ଚିତାଗ୍ନିରେ ଝାସ ଦେଇ ଇହଲୋକର ପାପତାପ ଦୁଃଖଶୋକରୁ ମୃକ୍ତ ହେବା ପାଇଁ ଚିତାଗ୍ନି ଜଳାଇଲେ । ଏହି ଅବସ୍ଥାରେ ଏହାଙ୍କର ଧର୍ମନିଷ୍ଠତାରେ ପ୍ରୀତ ହୋଇ ବିଶ୍ୱାମିତ୍ର ସେହି ଶ୍ମଶାନରେ ଉପସ୍ଥିତ ହେଲେ ଓ ବର ଦାନପୂର୍ବକ ରୋହିତାଶ୍ୱକୁ ଜୀଆଇଁ ଦେଲେ ଓ ହରିଶ୍ଚନ୍ଦ୍ରଙ୍କୁ ରାଜ୍ୟ ଫେରାଇ ଦେଲେ ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରାଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢ଼ି ରଖିଦେଲି କିଏ ପଚାରିବ ମୂଲ !
ଗ୍ରେଗୋରୀ ପାଞ୍ଜି ଅନୁସାରେ ୨୪ ଅଗଷ୍ଟ ବର୍ଷର ୨୩୬ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୨୩୭ତମ) । ବର୍ଷ ଶେଷ ହେବା ପାଇଁ ଆଉ ୧୨୯ ଦିନ ବାକି ଅଛି ।ହିନ୍ଦୁ କ୍ୟାଲେଣ୍ଡର ଅନୁଯାୟୀ, ଶ୍ରାବଣ ମାସରେ ପଡୁଥିବା ପୂର୍ଣ୍ଣିମାକୁ ଶ୍ରାବଣ ବା ଶ୍ରାବଣ ପୂର୍ଣ୍ଣିମା କୁହାଯାଏ। ଶ୍ରାବଣୀ ଉପକର୍ମା ପର୍ବ ମଧ୍ୟ ରକ୍ଷାବନ୍ଧନ ଦିନ ପାଳନ କରାଯାଏ। ଉଲ୍ଲେଖଥାଉ କି, ଏହି କାମ କୁମ୍ବ ସ୍ନାନ ସମୟରେ ମଧ୍ୟ କରାଯାଇଥାଏ | ଏହି କର୍ମ ଏକ ଆଶ୍ରମ, ଜଙ୍ଗଲ କିମ୍ବା ନଦୀ କୂଳରେ କରାଯାଏ | ଏହାର ଅର୍ଥ ହେଉଛି ଏହି କାର୍ଯ୍ୟ ପରିବାରଠାରୁ ଦୂରରେ ସନ୍ୟାସି ପରି ଜୀବନଯାପନ କରି କରାଯାଇଥାଏ | ଏହି କାର୍ଯ୍ୟ ଯାଗୋପାବତୀ ପିନ୍ଧିବା, ଉପନାୟନା ପରିବର୍ତ୍ତନ କିମ୍ବା ପ୍ରଦର୍ଶନଦ୍ୱାରା କରାଯାଇଥାଏ | 1. ଶ୍ରାବଣ ପୂର୍ଣ୍ଣିମା ଉପରେ ରାକ୍ଷସୂତ୍ର ବାନ୍ଧିବା, ଯଜ୍ଞପବିତ ପିନ୍ଧିବା, ଉପବାସ କରିବା, ନଦୀରେ ସ୍ନାନ କରିବା, ଦାନ କରିବା,ଙ୍କୁ ପୂଜା କରିବା, ତର୍ପାନ କରିବା ଏବଂ ଅନୁତାପ କରିବାର ଗୁରୁତ୍ୱ ରହିଛି। 2. ନଦୀ କୂଳରେ ଗୁରୁଙ୍କ ସହ ରହି ଶ୍ରାବଣୀ ଉପକର୍ମା କରିବା ଉଚିତ୍ | ଏହା ହେଉଛି ସବୁଠାରୁ ପୂର୍ଣ୍ଣ ମାସ, ତେଣୁ ଏହି ସମୟ ମଧ୍ୟରେ ଯେଉଁ ବ୍ୟକ୍ତି ଉପବାସ କରିବା ସମୟରେ ଜପ, ଧ୍ୟାନ କିମ୍ବା ଅନୁତାପ କରନ୍ତି | ଶ୍ରାବଣ ମାସରେ ଶ୍ରାବଣ ଶୁକ୍ଲା ପୂର୍ଣ୍ଣିମା ଉପରେ ଶ୍ରାବଣୀ ଉପକର୍ମା ନିଶ୍ଚିତ ଭାବରେ ପ୍ରତ୍ୟେକ ହିନ୍ଦୁଙ୍କ ପାଇଁ କୁହାଯାଏ | ଏଥିରେ ଏକା ଦଶ-ସ୍ନାନ କରିବାଦ୍ୱାରା ଆତ୍ମ-ଶୁଦ୍ଧତା ହୋଇଥାଏ ଏବଂ ପିତୃପୁରୁଷଙ୍କୁ ଅର୍ପଣ କରି ସେମାନେ ମଧ୍ୟ ସନ୍ତୁଷ୍ଟ ହୁଅନ୍ତି | 4.
ଚନ୍ଦ୍ର ପୃଥିବୀର ଚାରିପଟେ ଘୁରୁଥାଏ, ପୃଥିବୀ ସୂର୍ଯ୍ୟର ଚାରିପଟେ ଘୁରୁଥାଏ , ଏହିପରି ଘୂର୍ଣ୍ଣନ ପ୍ରକ୍ରିୟା ଅହରହ ଚାଲିଥାଏ । ଯେଉଁ ଦିନ ଚନ୍ଦ୍ର, ପୃଥିବୀ ଆଉ ସୂର୍ଯ୍ୟ ଏକା ସରଳ ରେଖାରେ ଅବତୀର୍ଣ୍ଣ କରନ୍ତି ଏବଂ ସୂର୍ଯ୍ୟ ଓ ଚନ୍ଦ୍ର ମଧ୍ୟରେ ପୃଥିବୀ ଅବସ୍ଥାନ କରେ ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକ ଚନ୍ଦ୍ରଙ୍କ ପାଖରେ ପହଞ୍ଚି ପାରେ ନାହିଁ ଏବଂ ସେହି ସମୟରେ ପୃଥିବୀର ଛାଇ ଚନ୍ଦ୍ରଙ୍କ ଉପରେ ପଡେ ସେହି ସମୟରେ ଚନ୍ଦ୍ର ଲାଲ୍ ଦେଖାଯାଆନ୍ତି , ସେହି ସମୟକୁ ଚନ୍ଦ୍ରଗ୍ରହଣ ବୋଲି କୁହାଯାଏ । ଏହା କେବଳ ପୂର୍ଣିମା ତିଥୀରେ ହୋଇଥାଏ !
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଘୀୟ ରାଷ୍ଟ୍ର, ଯାହା ୨୮ଟି ରାଜ୍ୟ ଏବଂ ୮ଟି କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଗଠିତ। ମୋଟ ଉପରେ ଏହି ୩୬ଟି ଉପ-ଜାତୀୟ ପ୍ରଶାସନିକ ଏକକ ରହିଛି। ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପୁନଶ୍ଚ ଅନେକ ଜିଲ୍ଲାରେ ବିଭକ୍ତ କରାଯାଇଛି। ସମଗ୍ର ଭାରତରେ ସମୁଦାୟ ୭୮୪ଟି ଜିଲ୍ଲା ରହିଛି, ଯାହାର ଅଧୀନରେ ଆହୁରି ଅନେକ ପ୍ରଶାସନିକ ସ୍ତର ସ୍ଥିର କରାଯାଇଛି।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭାରତୀୟ ଜାତୀୟ କ୍ରିକେଟ ଅଧିନାୟକ ସମୂହଙ୍କ ତାଲିକା
ଏହା ଭାରତୀୟ ଜାତୀୟ କ୍ରିକେଟ ଅଧିନାୟକମାନଙ୍କ ଏକ ତାଲିକା । ଏଥିରେ ଭାରତୀୟ ପୁରୁଷ , ମହିଳା ଓ ଯୁବ ଦଳର ଟେଷ୍ଟ । ଏକଦିବଶୀୟ ଅନ୍ତର୍ଜାତିକ , ଓ ଟି20 ଅନ୍ତର୍ଜାତିକ ଦଳର ଅଧିନାୟକ ମାନଙ୍କ ନାମ ରହିଛି । "ବ୍ରିଟିଶ ଭାରତ" ରାଜକୀୟ କ୍ରିକେଟ କାଉନ୍ସିଲ ( ଯାହା ବର୍ତ୍ତମାନ ଅନ୍ତର୍ଜାତିକ କ୍ରିକେଟ କାଉନସିଲ , ICC ନାମରେ ପରିଚିତ )ର ପୂର୍ଣ ସଦସ୍ୟତା 1926 ମସିହା 31 , ମେରେ ହାସଲ କରିବା ପରେ 1932 ଜୁନ 25 ତାରିଖରେ ଷଷ୍ଠ ଟେଷ୍ଟ ମାନ୍ୟତା- ପ୍ରାପ୍ତ ଦେଶ ଭାବରେ ଇଂଲଣ୍ଡ , ଅଷ୍ଟ୍ରେଲିଆ , ୱେଷ୍ଟ ଇଣ୍ଡିଜ , ଦକ୍ଷିଣ ଆଫ୍ରିକା ଓ ନିଉଜିଲାଣ୍ଡ ସହ ସାମିଲ ହେଇଥିଲା ।ଦ୍ୱିତୀୟ ବିଶ୍ୱ ଯୁଦ୍ଧର ଅବ୍ୟବହିତ ପୂର୍ବରୁ ଭାରତ ମାତ୍ର 7ଟି ଟେଷ୍ଟ ଖେଳିଥିଲା ଓ ସମସ୍ତ କେବଳ ଇଂଲଣ୍ଡ ବିପକ୍ଷରେ ଥିଲା । ଏହା ମଧ୍ୟରୁ ଭାରତ 5ଟି ରେ ପରାଜୟ ବରଣ କରିଥିବା ବେଳେ 2 ଟିକୁ ଅମୀମାଂଶିତ ରଖିବାରେ ସଫଳ ହେଇଥିଲା । ଅନ୍ୟ ଦେଶ ବିରୁଦ୍ଧରେ ଭାରତ ପ୍ରଥମେ ଡନ ବ୍ରାଡମେନଙ୍କ ତତ୍ପ କାଳୀନ ଅପରାଜେୟ କୁହାଯାଉଥିବା ଅଷ୍ଟ୍ରେଲିଆ ଦଳ ସହ ପ୍ରଥମ କରି 1947-48 ମସିହାରେ ଖେଳିଥିଲା ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଭାରତୀୟ ବଜ୍ରକାପ୍ତା (ଇଂରାଜୀ ନାମ Indian pangolin ବା thick-tailed pangolin ବା scaly anteater, ଜୀବବିଜ୍ଞାନ ନାମ Manis crassicaudata) ମୁଖ୍ୟତଃ ଭାରତୀୟ ଉପମହାଦ୍ୱୀପରେ ପରିଲକ୍ଷିତ ଏକ ସ୍ତନ୍ୟପାୟୀ ପ୍ରାଣୀ । ନିଜ ପରିବାସରେ ମଧ୍ୟ ଏମାନେ ଖୁବ୍ ବିରଳ ଓ ସାଧାରଣରେ ଦୃଷ୍ଟିଗୋଚର ହୁଅନ୍ତି ନାହିଁ । ବଜ୍ରକାପ୍ତାର ଅନ୍ୟ ଉପପ୍ରଜାତିମାନଙ୍କ ପରି ଏହାର ଶରୀର ମଧ୍ୟ ବଡ଼ ବଡ଼ କାତିଯୁକ୍ତ ଯାହା ଏହାର ଶରୀର ପାଇଁ ଏକ ସୁରକ୍ଷା କବଚ ସଦୃଶ କାମ କରେ । ମହାବଳ ବାଘ ପରି ଶିକାରୀ ଜୀବ ବଜ୍ରକାପ୍ତାକୁ ଆକ୍ରମଣ କଲେ ସେ ମୋଡ଼ିମାଡ଼ି ହୋଇ ଏକ କାତିଯୁକ୍ତ ବର୍ତ୍ତୁଳ ପରି ହୋଇଯାଏ । ବଜ୍ରକାପ୍ତାର କାତିର ରଙ୍ଗ ସେ ରହୁଥିବା ସ୍ଥାନର ମାଟିର ରଙ୍ଗ ସଦୃଶ ହୋଇଥାଏ ।
ନଟବର ସାମନ୍ତରାୟ (୨୩ ଡିସେମ୍ବର ୧୯୧୮ - ୧୭ ଅଗଷ୍ଟ ୨୦୦୦) ଜଣେ ଓଡ଼ିଆ ଲେଖକ ଓ ସାହିତ୍ୟ ସମୀକ୍ଷକ ଥିଲେ । ତାଙ୍କର କେତେକ ଜଣାଶୁଣା ସାହିତ୍ୟ-ଐତିହାସିକ ରଚନାବଳୀଗୁଡ଼ିକ ମଧ୍ୟରୁ ଓଡ଼ିଆ ସାହିତ୍ୟର ଇତିହାସ (୧୮୦୩-୧୯୨୦) , ଆଧୁନିକ ଓଡ଼ିଆ ସାହିତ୍ୟର ଭିତ୍ତିଭୂମି, ଏବଂ ବ୍ୟାସକବି ଫକୀରମୋହନ ଆଦି ପ୍ରମୁଖ । ତାଙ୍କ ସମୀକ୍ଷା ଲିଖନସବୁ ଜଣାଶୁଣା ଓଡ଼ିଆ ଲେଖକ ଫକୀରମୋହନ ସେନାପତି ଓ ରାଧାନାଥ ରାୟ ଆଦିଙ୍କ ରଚନା ଉପରେ ପର୍ଯ୍ୟବସିତ । ତାଙ୍କ ଐତିହାସିକ ଗବେଷଣା ବ୍ରିଟିଶ ଶାସନ କାଳରେ ଉପକୂଳ ଓଡ଼ିଶା ଉପରେ ତାହାର ପ୍ରଭାବକୁ ନେଇ ୧୮୦୩ ମସିହାରୁ ୧୯୨୦ ମସିହା ଭିତରେ ପ୍ରକାଶିତ ପ୍ରମୁଖ ଓଡ଼ିଆ ରଚନାବଳୀ ଏବଂ ତତ୍କାଳୀକ ଆଧୁନିକ ଓଡ଼ିଆ ସାହିତ୍ୟ ଉପରେ ବ୍ରିଟିଶ ଶାସନର ପ୍ରଭାବର ଏକ ସବିଶେଷ ବିଶ୍ଳେଷଣ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ଅସ୍ତ୍ର ( ସଂସ୍କୃତ : "ପ୍ରକ୍ଷେପ୍ୟ ଭାବରେ ଫୋପାଡି ଦିଆଯାଇଥିବା ଅସ୍ତ୍ର" ) ହେଉଛି ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ ଦ୍ୱାରା ବିକଶିତ ଦୃଶ୍ୟ-ସୀମା ପାର ବାୟୁରୁ-ବାୟୁ କ୍ଷେପଣାସ୍ତ୍ର । ଏହା ଭାରତଦ୍ୱାରା ବିକଶିତ ହୋଇଥିବା ପ୍ରଥମ ବାୟୁରୁ-ବାୟୁ କ୍ଷେପଣାସ୍ତ୍ର। ବିଭିନ୍ନ ପରିସର ଏବଂ ଉଚ୍ଚତାରେ ଲକ୍ଷ୍ୟଗୁଡିକୁ ଭେଦ କରିବାରେ ସକ୍ଷମ ହେବା ପାଇଁ ଅସ୍ତ୍ର ଡିଜାଇନ୍ କରାଯାଇଛି ଯାହା 10 km (6.2 mi) 110 km (68 mi) ଦୂରତା ପର୍ଯ୍ୟନ୍ତ ଦୂରଗାମୀ ଲକ୍ଷ୍ୟ | ଅସ୍ତ୍ର ଭାରତୀୟ ବାୟୁସେନାର ସୁଖୋଇ ସୁ-30 ମ.କ.ଇ.