ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] Archived 2019-10-21 at the Wayback Machine.
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସତ୍ୟଭୂଷଣ ସାହୁ (୨୨ ଜାନୁଆରୀ ୧୯୫୧ - ୨୬ ଅଗଷ୍ଟ ୨୦୨୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୮୦, ୧୯୮୫ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଅଥୀନା (ଅଥବା ଅଥାନା, ଅଥେନେ, ଅଥେନା) ଇଂରାଜୀ : Athena , ୟୁନାନୀ : ଅଥୈନା ପ୍ରାଚୀନ ୟୁନାନୀ ଦେବୀ । ଗ୍ରୀକ୍ ଧର୍ମ ଓ ପୌରାଣିକ କିମ୍ବଦନ୍ତୀ ଅନୁସାରେ ଅଥୀନା ବା ଅଥୀନି (କିମ୍ବା ପାଲାସ୍ ଅଥୀନା ବା ଅଥୀନି) ହେଉଛନ୍ତି ବୁଦ୍ଧି-ବିଦ୍ୟା, ଗଣିତ, ସାହସ, ପ୍ରେରଣା, ସଂସ୍କୃତି, ନ୍ୟାୟ, ସାମରିକ କୌଶଳ, ଶକ୍ତି ଏବଂ ସମସ୍ତ କଳା, ଶିଳ୍ପ ଓ କୌଶଳର ଦେବୀ । ପ୍ରାଚୀନ ରୋମାନ୍ ଧର୍ମରେ ତାଙ୍କ ସମକକ୍ଷ ଦେବୀ ହେଉଛନ୍ତି ମିନର୍ଭା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ଗହ୍ମାଡ଼ିଆଁ ଓଡ଼ିଶାର ଏକ ପୁରାତନ ଏବଂ ଲୋକପ୍ରିୟ ଖେଳ । ଏହା ଉଚ୍ଚ ଡିଆଁ ପ୍ରତିଯୋଗିତା ଧରଣର । ରାକ୍ଷୀ ପୂର୍ଣ୍ଣିମା ତଥା ଗହ୍ମା ପୂର୍ଣ୍ଣିମା ଅବସରରେ ଏହି ଖେଳ ଖେଳାଯାଏ । ଏହା ବିଶେଷ କରି ଗଞ୍ଜାମ ଜିଲ୍ଲାରେ ଅଧିକ ଜଣାଶୁଣା । ଏହା ସାଧାରଣରତଃ ଯୁବକମାନଙ୍କଦ୍ୱାରା ଖେଳାଯାଇଥାଏ ଓ ଏହି ଖେଳ ଦେଖିବାକୁ ସାହି ମାନଙ୍କରେ ବିଶେଷ ଭିଡ଼ ଜମେ । ମଣିଷମାନଙ୍କ ବ୍ୟତିତ ପଶୁମାନେ ମଧ୍ୟ ଏଥିରେ ଭାଗନେବା ଦେଖାଯାଏ । ଚାଷୀମାନେ ବଳଦମାନଙ୍କୁ ଜମିକୁ ନେଇ ଯାଇଥାନ୍ତି । ଏକ ଉଚ୍ଚ ପିଣ୍ଡି ବା "ଗହ୍ମା ବେଦୀ" ଗଢ଼ାଯାଇ ବଳଦମାନଙ୍କୁ ଏଥି ଉପରେ ଡିଆଁମାରିବାକୁ ଛଡ଼ାଯାଇଥାଏ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
କିମ୍ବଦନ୍ତୀ ହକି ଖେଳାଳୀ ସ୍ୱର୍ଗତ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯କୁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ପାଳନ କରୁଛନ୍ତି ।୧୯୯୫ ମସିହାଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳିତ ହେଉଛି । ଏହି ଦିନ ଭାରତର ରାଷ୍ଟ୍ରପତି କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରିଥାନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
ଅଶ୍ୱିନୀ ବୈଷ୍ଣବ (ଜନ୍ମ: ୧୯୭୦; ଜନ୍ମସ୍ଥାନ: ଯୋଧପୁର, ରାଜସ୍ଥାନ) ଜଣେ ଭାରତୀୟ ରାଜନେତା ତଥା ପୂର୍ବତନ ପ୍ରଶାସନିକ ଅଧିକାରୀ । ସେ ଓଡ଼ିଶା କ୍ୟାଡରରେ ଭାରତୀୟ ପ୍ରଶାସନିକ ସେବାରେ ୧୬ ବର୍ଷ କାର୍ଯ୍ୟ କରି ୨୦୧୦ ମସିହାରେ ସ୍ୱେଚ୍ଛାକୃତ ଭାବରେ ଇସ୍ତଫା ଦେଇଥିଲେ । ସେ ବର୍ତ୍ତମାନ ଭାରତ ସରକାରଙ୍କ ରେଳ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଭାରତୀୟ ଜନତା ପାର୍ଟିର ଜଣେ ସଦସ୍ୟ । ୨୮ ଜୁନ ୨୦୧୯ରୁ ସେ ଓଡ଼ିଶାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ । ଜୁଲାଇ ୨୦୨୧ର ସେ କେନ୍ଦ୍ରମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଥିଲେ ଏବଂ ରେଳ ମନ୍ତ୍ରଣାଳୟ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଭାବରେ କାର୍ଯ୍ୟାରମ୍ଭ କରିଥିଲେ । ତାଙ୍କ ପରିବାର ରାଜସ୍ଥାନର ପାଲି ଜିଲ୍ଲାସ୍ଥିତ ରାଣୀ ଗ୍ରାମର ମୂଳ ବାସିନ୍ଦା ଏବଂ ପରବର୍ତ୍ତୀ ସମୟରେ ସେମାନେ ଯୋଧପୁରକୁ ସ୍ଥାନାନ୍ତରିତ ହୋଇଯାଇଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଅରକ୍ଷିତ ଦାସ (୧୭୭୮- ୧୮୩୭ ମାଘମାସ କୃଷ୍ଣପକ୍ଷ ଏକାଦଶୀ) ଜଣେ ଓଡ଼ିଆ କବି ଓ ହିନ୍ଦୁ ସନ୍ଥ । ସେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡିର ବିଜୟନଗର ଗଡ଼ରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ପିଲାବେଳ ନାମ ଥିଲା ବଲଭଦ୍ର ଦାସ । ପିଳାବେଳୁ ତାଙ୍କର ଧର୍ମଭାବ ଜାଗ୍ରତ ହୋଇଥିଲା । ତାଙ୍କୁ ବାରବର୍ଷ ହୋଇଥିବାବେଳେ ତାଙ୍କରପିତା ପଦ୍ମନାଭ ଦେବ ପାଠ ପରୀକ୍ଷା କରିବା ସମୟରେ ସେ ପିତାଙ୍କୁ କହିଲେ, "ହେ ପିତା ! ମୁଁ ତ ପରମ ପାଠ ପଡୁଛି, ଅନ୍ୟପାଠ ପଢିବାର ପ୍ରୟୋଜନ କ'ଣ ?" ଏହିପରି ଚିନ୍ତାରୁ ନିବୃତ କରିବାପାଇଁ ତାଙ୍କ ପିତା ରାଜକନ୍ୟାକୁ ବିବାହ ଦେବା କଥା କହିବାରୁ ମହାମୁନି କପିଳ ଶୁଭଦେବଙ୍କ ଭଳି ପିତାଙ୍କୁ ପରମ ତତ୍ତ୍ୱ ବୁଝାଇ କହିଲେ, "ହେ ପିତା !
ଚାଖି ଖୁଣ୍ଟିଆ (ଅନ୍ୟ ନାମ: ଚନ୍ଦନ ହଜୁରୀ, ୧୮୨୭ - ୧୮୭୦) ଓଡ଼ିଶାର ଜନ୍ମିତ ଓ ସିପାହୀ ବିଦ୍ରୋହରେ ନେତୃତ୍ତ୍ୱ ନେଇଥିବା ଜଣେ ଯୋଦ୍ଧା । ସେ ପୁରୀ ଜଗନ୍ନାଥ ମନ୍ଦିରକୁ ଆସୁଥିବା ନେପାଳୀ ଭକ୍ତମାନଙ୍କର ପଣ୍ଡା ଥିଲେ । ୧୮୫୭ ମସିହାରେ ସିପାହୀ ବିଦ୍ରୋହ ବେଳେ ସେ ଉତ୍ତର-ପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରିଥିଲେ । ପରେ ସେ ଧରାପଡ଼ି ବ୍ରିଟିଶମାନଙ୍କଦ୍ୱାରା ନିହତ ହୋଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଚିଟି ସାପ ବା ଚିତି ସାପ (ଇଂରାଜୀ ଭାଷାରେ Common Krait, ଜୀବବିଜ୍ଞାନ ନାମ Bungarus caeruleus) ଭାରତୀୟ ଉପମହାଦେଶରେ ଦେଖାଯାଉଥିବା ବଙ୍ଗାରସ୍ ପ୍ରଜାତିର ଏକ ବିଷଯୁକ୍ତ ସାପ । ଇଂରାଜୀ ଭାଷାରେ ଏହି ସାପର ଆଉ କିଛି ସାଧାରଣ ନାମ ହେଲା - ଇଣ୍ଡିଆନ୍ କ୍ରେଟ୍ ଓ ବ୍ଲୁ କ୍ରେଟ୍ । ଭାରତରେ ଯେଉଁ ୪ ପ୍ରଜାତିର ସାପ କାମୁଡ଼ାରେ ସର୍ବାଧିକ ଲୋକ ପ୍ରାଣ ହରାଇଥାନ୍ତି, ସେମାନଙ୍କ ମଧ୍ୟରେ ଚିତି ସାପ ଅନ୍ୟତମ । ଏମାନଙ୍କର ଫଣା ନାହିଁ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।