ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ରାକ୍ଷୀ ପୂର୍ଣ୍ଣିମା

    ରାକ୍ଷୀ ପୂର୍ଣ୍ଣିମା

    ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] Archived 2019-10-21 at the Wayback Machine.

    387 ପଠିତ (↑193 ଗତକାଲିଠାରୁ)19,26,33,26,29,21,41,62,194, 387

    9+ ଦିନ ଷ୍ଟ୍ରିକ

    🔍 🗞️
  2. 2

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    293 ପଠିତ (↑170 ଗତକାଲିଠାରୁ)78,102,72,96,74,66,62,103,123, 293

    9+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ଟୁଇଟର

    ଟୁଇଟର

    ଟୁଇଟର () ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୂଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.

    81 ପଠିତ (↑81 ଗତକାଲିଠାରୁ)0,0,0,0,0,0,0,0,0, 81

    1 ଦିନ ଷ୍ଟ୍ରିକ

    🔍 🗞️
  4. 4

    ଖ୍ରୀଷ୍ଟ ଧର୍ମ

    ଖ୍ରୀଷ୍ଟ ଧର୍ମ

    ଖ୍ରୀଷ୍ଟ ଧର୍ମ ଏକ ଆବ୍ରାହାମିୟ, ଏକେଶ୍ୱରବାଦୀ ଧର୍ମ ଯାହା ନାଜରେତର ଯୀଶୁଙ୍କ ଜୀବନ ଏବଂ ଶିକ୍ଷା ଉପରେ ଅଧାରିତ। ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କୁ ଖ୍ରୀଷ୍ଟିଆନ ମଧ୍ୟ କୁହାଯାଏ। ଧର୍ମାବିଲମ୍ବିଙ୍କ ସଂଖ୍ୟାନୁସାରେ ଖ୍ରୀଷ୍ଟ ଧର୍ମ ପୃଥିବୀର ବୃହତ୍ତମ ଧର୍ମ ଅଟେ, ଖ୍ରୀଷ୍ଟିଆନଙ୍କ ସଂଖ୍ୟା ହେଉଛି ପ୍ରାୟ ୨୨୦ କୋଟି।

    79 ପଠିତ (↑79 ଗତକାଲିଠାରୁ)0,0,0,0,0,0,0,0,0, 79

    1 ଦିନ ଷ୍ଟ୍ରିକ

    🔍 🗞️
  5. 5

    ସତ୍ୟଭୂଷଣ ସାହୁ

    ସତ୍ୟଭୂଷଣ ସାହୁ

    ସତ୍ୟଭୂଷଣ ସାହୁ (୨୨ ଜାନୁଆରୀ ୧୯୫୧ - ୨୬ ଅଗଷ୍ଟ ୨୦୨୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୮୦, ୧୯୮୫ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

    28 ପଠିତ (↓95 ଗତକାଲିଠାରୁ)0,0,0,0,0,0,0,0,123, 28

    2 ଦିନ ଷ୍ଟ୍ରିକ

    🔍 🗞️
  6. 6

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    26 ପଠିତ (↓1 ଗତକାଲିଠାରୁ)27,17,13,22,20,24,18,22,27, 26

    9+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    26 ପଠିତ (↑10 ଗତକାଲିଠାରୁ)47,39,38,34,28,67,40,24,16, 26

    9+ ଦିନ ଷ୍ଟ୍ରିକ

    🔍 🗞️
  8. 8

    ବଳରାମ

    ବଳରାମ

    ଶ୍ରୀକୃଷ୍ଣଙ୍କ ବୈମାତ୍ରେୟ ଜ୍ୟେଷ୍ଠ ଭ୍ରାତା ବଳରାମ ଜଗନ୍ନାଥ ସଂସ୍କୃତିରେ ଜଗନ୍ନାଥଙ୍କ ବଡ଼ଭାଇ ବଳଭଦ୍ର ରୂପେ ପରିଚିତ । ସୁଭଦ୍ରା ବଳରାମଙ୍କ ଭଗିନୀ ।

    25 ପଠିତ (↑1 ଗତକାଲିଠାରୁ)0,0,0,0,0,0,0,0,24, 25

    2 ଦିନ ଷ୍ଟ୍ରିକ

    🔍 🗞️
  9. 9

    ତପସ୍ୱିନୀ

    ତପସ୍ୱିନୀ

    ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।

    25 ପଠିତ (↑14 ଗତକାଲିଠାରୁ)0,17,10,10,0,9,0,22,11, 25

    3 ଦିନ ଷ୍ଟ୍ରିକ

    🔍 🗞️
  10. 10

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    23 ପଠିତ (↑1 ଗତକାଲିଠାରୁ)27,25,25,35,25,22,29,23,22, 23

    9+ ଦିନ ଷ୍ଟ୍ରିକ

    🔍 🗞️
  11. 11

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    18 ପଠିତ (↑9 ଗତକାଲିଠାରୁ)35,25,26,22,15,21,21,17,9, 18

    9+ ଦିନ ଷ୍ଟ୍ରିକ

    🔍 🗞️
  12. 12

    ଓଡ଼ିଆ କାବ୍ୟ କବିତା

    ଓଡ଼ିଆ କାବ୍ୟ କବିତା

    ଓଡ଼ିଆ କାବ୍ୟ କବିତା ନିଜର ଅସ୍ଥିତ୍ୱ । ମହାଭାରତ ଯୁଗରୁ ତଥା ପଞ୍ଚଦଶ ଶତାବ୍ଦୀରୁ ପ୍ରମାଣିତ କରି ସାରିଛି । ଚତୁର୍ଦ୍ଦଶ ଶତାବ୍ଦୀରୁ ଅଷ୍ଟାଦଶ ଶତାବ୍ଦୀ ମଧ୍ୟରେ ଅନେକ ବୟସ୍କ ( କାବ୍ୟ, ପୁରାଣ, ଛନ୍ଦ, ଭଜନ, ଚମ୍ପୁ, ଚଉତିଶା) ଆଦି ରଚନା କରା ଯାଇଛି । ସେ ସମୟରେ ରାଜ ଦରବାରରେ ଓ ଲୋକ ନୃତ୍ୟରେ ଏହି କାବ୍ୟ ସବୁ ବ୍ୟବହୃତ ହେଉଥିଲା ।

    18 ପଠିତ (↑18 ଗତକାଲିଠାରୁ)0,11,0,10,0,0,0,0,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  13. 13

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    17 ପଠିତ (↓5 ଗତକାଲିଠାରୁ)15,32,34,30,19,33,13,17,22, 17

    9+ ଦିନ ଷ୍ଟ୍ରିକ

    🔍 🗞️
  14. 14

    କୃଷ୍ଣ ଜନ୍ମାଷ୍ଟମୀ

    କୃଷ୍ଣ ଜନ୍ମାଷ୍ଟମୀ

    'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।

    17 ପଠିତ (↑6 ଗତକାଲିଠାରୁ)0,0,14,0,11,10,0,0,11, 17

    2 ଦିନ ଷ୍ଟ୍ରିକ

    🔍 🗞️
  15. 15

    ଗହ୍ମା ଡିଆଁ

    ଗହ୍ମା ଡିଆଁ

    ଗହ୍ମାଡ଼ିଆଁ ଓଡ଼ିଶାର ଏକ ପୁରାତନ ଏବଂ ଲୋକପ୍ରିୟ ଖେଳ । ଏହା ଉଚ୍ଚ ଡିଆଁ ପ୍ରତିଯୋଗିତା ଧରଣର । ରାକ୍ଷୀ ପୂର୍ଣ୍ଣିମା ତଥା ଗହ୍ମା ପୂର୍ଣ୍ଣିମା ଅବସରରେ ଏହି ଖେଳ ଖେଳାଯାଏ । ଏହା ବିଶେଷ କରି ଗଞ୍ଜାମ ଜିଲ୍ଲାରେ ଅଧିକ ଜଣାଶୁଣା । ଏହା ସାଧାରଣରତଃ ଯୁବକମାନଙ୍କଦ୍ୱାରା ଖେଳାଯାଇଥାଏ ଓ ଏହି ଖେଳ ଦେଖିବାକୁ ସାହି ମାନଙ୍କରେ ବିଶେଷ ଭିଡ଼ ଜମେ । ମଣିଷମାନଙ୍କ ବ୍ୟତିତ ପଶୁମାନେ ମଧ୍ୟ ଏଥିରେ ଭାଗନେବା ଦେଖାଯାଏ । ଚାଷୀମାନେ ବଳଦମାନଙ୍କୁ ଜମିକୁ ନେଇ ଯାଇଥାନ୍ତି । ଏକ ଉଚ୍ଚ ପିଣ୍ଡି ବା "ଗହ୍ମା ବେଦୀ" ଗଢ଼ାଯାଇ ବଳଦମାନଙ୍କୁ ଏଥି ଉପରେ ଡିଆଁମାରିବାକୁ ଛଡ଼ାଯାଇଥାଏ ।

    17 ପଠିତ (↑5 ଗତକାଲିଠାରୁ)0,0,0,0,0,0,0,0,12, 17

    2 ଦିନ ଷ୍ଟ୍ରିକ

    🔍 🗞️
  16. 16

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    16 ପଠିତ (↓4 ଗତକାଲିଠାରୁ)10,15,32,25,21,15,22,22,20, 16

    9+ ଦିନ ଷ୍ଟ୍ରିକ

    🔍 🗞️
  17. 17

    ପ୍ରଣବ ପଟ୍ଟନାୟକ

    ପ୍ରଣବ ପଟ୍ଟନାୟକ

    ପ୍ରଣବ ପଟ୍ଟନାୟକ (୨୦ ଜାନୁଆରୀ ୧୯୩୮ - ୨୧ ଅଗଷ୍ଟ ୨୦୨୬) ଜଣେ ଓଡ଼ିଆ ସଙ୍ଗୀତକାର ଓ ଗାୟକ ଥିଲେ । ପିତା ଲାଲମୋହନ ପଟ୍ଟନାୟକଙ୍କଠାରୁ ପ୍ରେରଣା ପାଇ, ସେ ବାଲ୍ୟକାଳରୁ ହିଁ ସଂଗୀତ ପ୍ରତି ଆକୃଷ୍ଟ ହୋଇଥିଲେ ଓ ଗୁରୁ କୁନାଳ ଆଦୀନାରାୟଣ ରାଓଙ୍କଠାରୁ ସଂଗୀତ ଶିକ୍ଷାଗ୍ରହଣ କରିଥିଲେ ।

    16 ପଠିତ (↓15 ଗତକାଲିଠାରୁ)0,0,0,1170,745,218,83,29,31, 16

    7 ଦିନ ଷ୍ଟ୍ରିକ

    🔍 🗞️
  18. 18

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    15 ପଠିତ (↓21 ଗତକାଲିଠାରୁ)84,93,83,63,19,49,12,57,36, 15

    9+ ଦିନ ଷ୍ଟ୍ରିକ

    🔍 🗞️
  19. 19

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    15 ପଠିତ (↑2 ଗତକାଲିଠାରୁ)11,0,13,16,12,15,14,9,13, 15

    8 ଦିନ ଷ୍ଟ୍ରିକ

    🔍 🗞️
  20. 20

    ଧ୍ୟାନଚାନ୍ଦ

    ଧ୍ୟାନଚାନ୍ଦ

    ଧ୍ୟାନ ଚାନ୍ଦ (୨୯ ଅଗଷ୍ଟ ୧୯୦୫ - ୩ ଡିସେମ୍ବର, ୧୯୭୯) ଜଣେ ଭାରତୀୟ ହକି ଖେଳାଳି ଓ ଅଧିନାୟକ ଥିଲେ । ହକି ଖେଳରେ ବିଶ୍ୱର ଜଣେ ସର୍ବକାଳୀନ ଶ୍ରେଷ୍ଠ ଖେଳାଳି ଭାବେ ତାଙ୍କର ମାନ୍ୟତା ରହିଛି ।

    15 ପଠିତ (↓1 ଗତକାଲିଠାରୁ)0,0,0,0,0,11,13,0,16, 15

    2 ଦିନ ଷ୍ଟ୍ରିକ

    🔍 🗞️
  21. 21

    ରାମ ଗୋପାଳ କୋଠାରୀ

    ରାମ ଗୋପାଳ କୋଠାରୀ

    ରାମ ଗୋପାଳ କୋଠାରୀ କୋଲକାତା, ପଶ୍ଚିମବଙ୍ଗର ଜଣେ ଭାରତୀୟ ଉଦ୍ୟୋଗୀ ଏବଂ ଧୈର୍ଯ୍ୟ ଆଥଲେଟ୍।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  22. 22

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    14 ପଠିତ (↑1 ଗତକାଲିଠାରୁ)11,12,0,10,21,20,20,17,13, 14

    7 ଦିନ ଷ୍ଟ୍ରିକ

    🔍 🗞️
  23. 23

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    13 ପଠିତ (↓5 ଗତକାଲିଠାରୁ)49,31,43,35,28,31,21,31,18, 13

    9+ ଦିନ ଷ୍ଟ୍ରିକ

    🔍 🗞️
  24. 24

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    13 ପଠିତ (↓18 ଗତକାଲିଠାରୁ)15,29,38,29,29,19,31,22,31, 13

    9+ ଦିନ ଷ୍ଟ୍ରିକ

    🔍 🗞️
  25. 25

    ଜଗନ୍ନାଥ

    ଜଗନ୍ନାଥ

    12 ପଠିତ (↑12 ଗତକାଲିଠାରୁ)13,17,10,19,10,13,21,12,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  26. 26

    ରାମଚନ୍ଦ୍ର ବେହେରା

    ରାମଚନ୍ଦ୍ର ବେହେରା

    ରାମଚନ୍ଦ୍ର ବେହେରା (ଜନ୍ମ : ୦୨ ନଭେମ୍ବର ୧୯୪୫) କେନ୍ଦୁଝର ଜିଲ୍ଲାର ଘଟଗାଁ ନିକଟସ୍ଥ ବାରହାଟିପୁରା ଗାଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ, ଔପନ୍ୟାସିକ ଓ ନାଟ୍ୟକାର । ଅନେକ ସାଧାରଣ ଘଟଣା ଓ ଚରିତ୍ରରେ ଲୁଚି ରହିଥିବା ଦାର୍ଶନିକ ଓ ପ୍ରତୀକାତ୍ମକ ବିଶ୍ଲେଷଣ, ସମବେଦନା ଓ ମନନଶୀଳତାକୁ ନିଜ ରଚନା ମାଧ୍ୟମରେ ସେ ପ୍ରକାଶ କରିଥାନ୍ତି ।

    12 ପଠିତ (↑12 ଗତକାଲିଠାରୁ)11,0,15,0,11,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  27. 27

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    12 ପଠିତ (↓7 ଗତକାଲିଠାରୁ)37,44,30,39,32,25,26,28,19, 12

    9+ ଦିନ ଷ୍ଟ୍ରିକ

    🔍 🗞️
  28. 28

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    12 ପଠିତ (↑12 ଗତକାଲିଠାରୁ)24,23,15,14,13,20,14,25,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  29. 29

    ଦାଶ ବେନହୁର

    ଦାଶ ବେନହୁର

    ଦାଶ ବେନହୁର (ଜନ୍ମ ୩ ଅଗଷ୍ଟ ୧୯୫୩) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର । ଶିଶୁ ସାହିତ୍ୟ, କ୍ଷୁଦ୍ରଗଳ୍ପ ଓ ଉପନ୍ୟାସ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ତାଙ୍କର ଅବଦାନ ରହିଛି । ପ୍ରବନ୍ଧ ଓ ଗବେଷଣାତ୍ମକ ନିବନ୍ଧ ଆଦି ଲେଖିବାକୁ ସେ ନିଜ ନାମ ଜିତେନ୍ଦ୍ର ନାରାୟଣ ଦାଶ ବ୍ୟବହାର କରୁଥିବା ସମୟରେ ଗଳ୍ପ ଓ ଶିଶୁ ସାହିତ୍ୟ ଦାଶ ବେନହୁର ନାମରେ ଲେଖିଥାନ୍ତି । ଅଧ୍ୟାପନାକୁ ପେସା ଭାବରେ ଗ୍ରହଣ କରିଥିବା ଦାଶ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ସେବା ନିବୃତ ହୋଇସାରିଛନ୍ତି । ସାହିତ୍ୟ ଓ ଅଧ୍ୟାପନା ବ୍ୟତିତ ସେ ଜଣେ ସଂଗଠକ ହିସାବରେ 'ପ୍ରଫୁଲ୍ଲ କର ଫାଉଣ୍ଡେସନ, ଇଟିକିଲି ମିଟିକିଲି, ଆମ ଓଡ଼ିଶା ଆଦି ଅନୁଷ୍ଠାନମାନଙ୍କ ସହିତ ଜଡ଼ିତ ଅଛନ୍ତି । ସେ ଆଦିବାସୀ ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ 'ସର୍ଗୀଫୁଲ' ନାମକ ପତ୍ରିକାର ସମ୍ପାଦନା ମଧ୍ୟ କରିଥାନ୍ତି ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  30. 30

    ମଦ

    ମଦ

    ମଦ ଏକ ପ୍ରକାର ନିଶା ଉଦ୍ରେକକାରୀ ପାନୀୟ । ବିଭିନ୍ନ ପ୍ରକାର ଦ୍ରବ୍ୟରୁ ମଦ ପ୍ରସ୍ତୁତ କରାଯାଏ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  31. 31

    କଟକ

    କଟକ

    କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନ‌ଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନ‍ଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।

    11 ପଠିତ (↑11 ଗତକାଲିଠାରୁ)0,10,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  32. 32

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    11 ପଠିତ (↓19 ଗତକାଲିଠାରୁ)41,45,46,28,24,19,39,31,30, 11

    9+ ଦିନ ଷ୍ଟ୍ରିକ

    🔍 🗞️
  33. 33

    ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ

    ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ

    ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ, ୨୦୦୬ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରତିକାନ୍ତ କାନୁନ୍‌ଗୋ ଏବଂ ପ୍ରମୋଦ କୁମାର ସ୍ୱାଇଁ । ସୁଚିସ୍ମିତା କାନୁନ୍‌ଗୋ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ସଞ୍ଜୟ ନାୟକ ଏହି କଥାଚିତ୍ରଟି ଚିତ୍ରନାଟ୍ୟ ଏବଂ ସଂଳାପ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  34. 34

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    11 ପଠିତ (↓15 ଗତକାଲିଠାରୁ)34,26,31,13,17,29,14,22,26, 11

    9+ ଦିନ ଷ୍ଟ୍ରିକ

    🔍 🗞️
  35. 35

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    11 ପଠିତ (↑11 ଗତକାଲିଠାରୁ)13,20,25,21,15,13,10,14,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  36. 36

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    11 ପଠିତ (↓12 ଗତକାଲିଠାରୁ)0,11,14,17,16,20,15,10,23, 11

    9 ଦିନ ଷ୍ଟ୍ରିକ

    🔍 🗞️
  37. 37

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଜଣେ ଭାରତୀୟ ଭାଷାତତ୍ତ୍ୱବିତ୍, ପ୍ରଫେସର, ଧ୍ୱନିତତ୍ତ୍ୱବିତ୍, ଅନୁବାଦକ ଏବଂ ଓଡ଼ିଆ ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ସେ ତାଙ୍କର ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ପ୍ରବନ୍ଧମାନଙ୍କରେ ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ବାବଦରେ ଆଲୋଚନା କରୁଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,9,0,10,10,0,8,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  38. 38

    ନରେନ୍ଦ୍ର ମୋଦୀ

    ନରେନ୍ଦ୍ର ମୋଦୀ

    ନରେନ୍ଦ୍ର ଦାମୋଦର ଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଜଣେ ବିଶିଷ୍ଟ ରାଜନୀତିଜ୍ଞ। ମୋଦୀ ୨୦୦୧ରୁ ୨୦୧୪ ପର୍ଯ୍ୟନ୍ତ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ବାରଣାସୀର ସାଂସଦ ଥିଲେ । ସେ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ଦକ୍ଷିଣପନ୍ଥୀ ହିନ୍ଦୁ ଜାତୀୟତାବାଦୀ ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସଦସ୍ୟ । ସେ ଭାରତୀୟ ଜାତୀୟ କଂଗ୍ରେସ ବାହାରେ ସର୍ବାଧିକ କାଳ ଧରି ଥିବା ପ୍ରଧାନମନ୍ତ୍ରୀ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  39. 39

    ଶାରଳା ପୁରସ୍କାର

    ଶାରଳା ପୁରସ୍କାର

    ଆଦିକବି ସାରଳା ଦାସଙ୍କ ନାମରେ ନାମିତ ଏହି ପୁରସ୍କାର ଓଡ଼ିଆ ଭାଷା ଓ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପ୍ରତିବର୍ଷ ପ୍ରଦାନ କରାଯାଇଥାଏ ।

    10 ପଠିତ (↑10 ଗତକାଲିଠାରୁ)0,20,29,20,10,15,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  40. 40

    ନୂଆଖାଇ

    ନୂଆଖାଇ

    ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।

    10 ପଠିତ (↓2 ଗତକାଲିଠାରୁ)0,0,0,10,0,9,0,12,12, 10

    3 ଦିନ ଷ୍ଟ୍ରିକ

    🔍 🗞️
  41. 41

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।

    10 ପଠିତ (↑10 ଗତକାଲିଠାରୁ)27,10,9,11,0,19,12,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  42. 42

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    10 ପଠିତ (↑10 ଗତକାଲିଠାରୁ)12,10,17,10,0,21,27,15,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  43. 43

    ଓଡ଼ିଶାର ପର୍ବପର୍ବାଣି

    ଓଡ଼ିଶାର ପର୍ବପର୍ବାଣି

    ଓଡ଼ିଶା ପର୍ବପର୍ବାଣିର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣିର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣି ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  44. 44

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    10 ପଠିତ (↓7 ଗତକାଲିଠାରୁ)46,15,10,11,14,17,29,18,17, 10

    9+ ଦିନ ଷ୍ଟ୍ରିକ

    🔍 🗞️
  45. 45

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    9 ପଠିତ (↓9 ଗତକାଲିଠାରୁ)21,30,32,13,22,0,21,26,18, 9

    4 ଦିନ ଷ୍ଟ୍ରିକ

    🔍 🗞️
  46. 46

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    9 ପଠିତ (↓7 ଗତକାଲିଠାରୁ)23,22,15,15,17,10,23,0,16, 9

    2 ଦିନ ଷ୍ଟ୍ରିକ

    🔍 🗞️
  47. 47

    ଆଦି ପରାଶକ୍ତି

    ଆଦି ପରାଶକ୍ତି

    ଆଦି ପରାଶକ୍ତି‌ (ଇଂରାଜୀ ଭାଷାରେ Adi Parashakti, ସଂସ୍କୃତ ଭାଷାରେ आदि पराशक्ति) ହିନ୍ଦୁ ଧର୍ମର ଶାକ୍ତ ମତରେ ତାଙ୍କୁ ପରମାତ୍ମା (Supreme Being) ବିବେଚନା କରାଯାଏ । ତାଙ୍କର ଅନ୍ୟାନ୍ୟ ଲୋକପ୍ରିୟ ନାମ: ପରମ ଶକ୍ତି, ଆଦି ଶକ୍ତି, ମହା ଶକ୍ତି, ମହାଦେବୀ, ମହାଗୌରୀ, ମହାସରସ୍ୱତୀ, ମହାଲକ୍ଷ୍ମୀ, ମହାକାଳୀ, ସତ୍ୟ ଶକ୍ତି, ବା କେବଳ ଶକ୍ତି । ପରମ ଶବ୍ଦର ଅର୍ଥ ଶ୍ରେଷ୍ଠ । ଦେବୀ ଭାଗବତ ପୁରାଣ ଅନୁସାରେ ସେ ବ୍ରହ୍ମାଣ୍ଡର ଆଦି ସ୍ରଷ୍ଟା, ପାଳନ କର୍ତ୍ତା ଓ ସଂକାର କର୍ତ୍ତା । ପାର୍ବତୀଙ୍କୁ ଆଦି ପରାଶକ୍ତି‌ଙ୍କର ସମ୍ପୁର୍ଣ୍ଣ ଓ ପ୍ରତ୍ୟକ୍ଷ ଅବତାର ରୂପେ ବିବେଚନା କରାଯାଏ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  48. 48

    ଜୟ ଜଗନ୍ନାଥ

    ଜୟ ଜଗନ୍ନାଥ

    ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ବହୁଭାଷି କଥାଚିତ୍ର ଜୟ ଜଗନ୍ନାଥ ୨୦୦୭ ମସିହା ରଥଯାତ୍ରା ଅବସରରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟି ଓଡ଼ିଆ ଓ ହିନ୍ଦୀ ଭାଷାରେ ତିଆରି କରାଯାଇଥିଲା । ପରେ ଏହାକୁ ଇଂରାଜୀ ସମେତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଦିତ କରାଯାଇ ଥିଲା ।

    9 ପଠିତ (↓3 ଗତକାଲିଠାରୁ)10,0,10,0,0,9,10,11,12, 9

    5 ଦିନ ଷ୍ଟ୍ରିକ

    🔍 🗞️
  49. 49

    ଉଷସୀ ମିଶ୍ର

    ଉଷସୀ ମିଶ୍ର

    ଉଷସୀ ମିଶ୍ର ଜଣେ ଓଡ଼ିଆ ଅଭିନେତ୍ରୀ । ଉଷସୀ ଉଭୟ ସକରାତ୍ମକ ଏବଂ ନକରାତ୍ମକ ଚରିତ୍ରରେ ଅନେକ ଚଳଚ୍ଚିତ୍ର, ଯାତ୍ରା ଓ ଟିଭି ଧାରାବାହିକ ଓ ଓଡ଼ିଆ ଆଲବମ ଗୀତରେ ଅଭିନୟ କରିଛନ୍ତି ।

    9 ପଠିତ (↓16 ଗତକାଲିଠାରୁ)0,0,0,0,0,11,0,36,25, 9

    3 ଦିନ ଷ୍ଟ୍ରିକ

    🔍 🗞️
  50. 50

    ହନୁମାନ ଚାଳିଶା

    ହନୁମାନ ଚାଳିଶା

    ହନୁମାନ ଚାଳିଶା ହେଉଛି ହିନ୍ଦୁ ଭଗବାନ ହନୁମାନଙ୍କୁ ଉତ୍ସର୍ଗୀକୃତ କରି ଲେଖାଯାଇଥିବା ଏକ ସ୍ତୁତି । ଏଥିରେ ୪୦ଟି ଚଉପାଇ ଅଛି । କବିତାରେ ଚାରି ଧାଡ଼ି ବିଶିଷ୍ଟ ଏକ ପଦକୁ ଚଉପାଇ କୁହାଯାଏ । ଷୋଡ଼ଶ ଶତାବ୍ଦୀରେ ଜନ୍ମଗ୍ରହଣ କରିଥିବା ଭାରତୀୟ କବି, ଦାର୍ଶନିକ ତ‌ଥା ସନ୍ଥ ଶ୍ରୀ ଗୋସ୍ୱାମୀ ତୁଳସୀ ଦାସ ଏହାକୁ ଅବଧୀ ଭାଷାରେ ରଚନା କରିଥିଲେ ।

    9 ପଠିତ (↑1 ଗତକାଲିଠାରୁ)10,9,9,0,0,0,0,9,8, 9

    3 ଦିନ ଷ୍ଟ୍ରିକ

    🔍 🗞️
  51. 51

    ସିଲଡେନାଫିଲ

    ସିଲଡେନାଫିଲ

    ସିଲଡେନାଫିଲ (ଇଂରାଜୀ ଭାଷାରେ Sildenafil, ବିକ୍ରୟ ନାମ ଭାଇଏଗ୍ରା/ Viagra) ଏକ ଔଷଧର (medication) ନାମ ଯାହା ଲିଙ୍ଗ ଉତ୍ଥାନ (erectile dysfunction) ସମସ୍ୟା ଓ ପଲମୋନାରି ହାଇପରଟେନସନ (pulmonary arterial hypertension) ଚିକିତ୍ସା ନିମନ୍ତେ ଦିଆଯାଏ । ମହିଳାମାନଙ୍କର ଯୌନ ସମସ୍ୟା ନିମନ୍ତେ ପ୍ରଭାବଶୀଳ କି ନୁହେଁ, ସେ ବିଷୟ ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ (by mouth) ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ । ପ୍ରାୟ ୨୦ ମିନିଟ ମଧ୍ୟରେ ଏହା କାର୍ଯ୍ୟକ୍ଷମ ହୁଏ ଓ ୨ ଘଣ୍ଟା ପର୍ଯ୍ୟନ୍ତ ପ୍ରଭାବ ରହେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  52. 52

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    9 ପଠିତ (↓5 ଗତକାଲିଠାରୁ)19,26,33,28,15,26,20,17,14, 9

    9+ ଦିନ ଷ୍ଟ୍ରିକ

    🔍 🗞️
  53. 53

    ଓଡ଼ିଶାର ଇତିହାସ

    ଓଡ଼ିଶାର ଇତିହାସ

    ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.

    9 ପଠିତ (↓2 ଗତକାଲିଠାରୁ)12,16,14,11,16,0,12,0,11, 9

    2 ଦିନ ଷ୍ଟ୍ରିକ

    🔍 🗞️
  54. 54

    ବିରଜା ମନ୍ଦିର

    ବିରଜା ମନ୍ଦିର

    ବିରଜା ମନ୍ଦିର (ଓଡ୍ଡ୍ୟାଣ ପୀଠ ବା ଉଡ୍ଡୀୟାନ ତନ୍ତ୍ରପୀଠ) ଯାଜପୁର ଜିଲ୍ଲାର ଏକ ଦେବୀ ମନ୍ଦିର । ଏହା ଭାରତର ବିରଜା କ୍ଷେତ୍ର ନାମରେ ଜଣା । ଏଠାରେ ଦେବୀ ଦ୍ୱିଭୁଜା ଦୁର୍ଗା ରୂପରେ ପୂଜା ପାନ୍ତି । ଏହି ଦେବୀଙ୍କ ଗୋଟିଏ ହାତରେ ତ୍ରିଶୂଳ ଏବଂ ଅନ୍ୟ ହାତରେ ମହିଷାସୁରର ଲାଙ୍ଗୁଳ ଶୋଭା ପାଏ । ଏଠାରେ ମହିଷାସୁର ମଇଁଷି ରୂପରେ ଖୋଦିତ ଯାହା ଭାରତରେ ବାକି ଜାଗାମାନଙ୍କରେ ଦେଖିବାକୁ ମିଳିନଥାଏ । ଦେବୀ ନିଜ ମୁକୁଟରେ ଗଣପତି, ଶିବଲିଙ୍ଗ, ଯୋନି, ନାଗରାଜ ଏବଂ ଅର୍ଦ୍ଧଚନ୍ଦ୍ର ଧାରଣ କରି ଅଛନ୍ତି । ସ୍କନ୍ଧ ପୁରାଣ (ଉତ୍କଳ ଖଣ୍ଡ) ଅନୁସାରେ ଏହି ବିରଜା କ୍ଷେତ୍ର ସମସ୍ତ ରଜୋଗୁଣକୁ ଧୋଇ ପକାଉଥିବାରୁ ଏହାର ନାମ ବିରଜା କ୍ଷେତ୍ର ହୋଇଛି । କେତେକ ତନ୍ତ୍ର ଗ୍ରନ୍ଥ ଅନୁସାରେ ଦକ୍ଷ ଯଜ୍ଞ ସମୟରେ ମାତା ସତୀଙ୍କ ନାଭି ଏହି ଉତ୍କଳସ୍ଥ ବିରଜା କ୍ଷେତ୍ରରେ ପଡ଼ିଥିଲା ଏବଂ ନାଭି ଦେଶରେ ନାରୀମାନେ ପିନ୍ଧୁଥିବା ଓଡ଼ିଆଣୀ ବା କଟିସୂତ୍ର ଅନୁସାରେ ଏହି ପୀଠର ନାମ ଓଡ୍ଡିୟାଣ ପୀଠ ହୋଇଛି, ଏବଂ ଏହି ପ୍ରଦେଶର ନାମ ଓଡ୍ର ଦେଶ ହୋଇଛି।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  55. 55

    କିଶୋରୀ ଚରଣ ଦାସ

    କିଶୋରୀ ଚରଣ ଦାସ

    କିଶୋରୀ ଚରଣ ଦାସ (୧ ମାର୍ଚ୍ଚ ୧୯୨୪ - ୧୭ ଅଗଷ୍ଟ ୨୦୦୪ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ପ୍ରାପ୍ତ ଲେଖକ । ସେ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଲେଖୁଥିଲେ ।

    8 ପଠିତ (↑8 ଗତକାଲିଠାରୁ)10,0,0,0,0,0,12,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  56. 56

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    8 ପଠିତ (↓12 ଗତକାଲିଠାରୁ)22,27,16,0,10,13,29,20,20, 8

    6 ଦିନ ଷ୍ଟ୍ରିକ

    🔍 🗞️
  57. 57

    ଭୁବନେଶ୍ୱର

    ଭୁବନେଶ୍ୱର

    ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।

    8 ପଠିତ (↓1 ଗତକାଲିଠାରୁ)0,13,0,0,0,13,0,10,9, 8

    3 ଦିନ ଷ୍ଟ୍ରିକ

    🔍 🗞️
  58. 58

    ବୌଦ୍ଧ ଧର୍ମ

    ବୌଦ୍ଧ ଧର୍ମ

    ବୈାଦ୍ଧ ଧର୍ମ (ପାଳି: ବୋଧ ଧର୍ମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ୱାସ ଓ ଆଚରଣ ରହିଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ଖ୍ରୀ.ପୂ.

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  59. 59

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    8 ପଠିତ (↓6 ଗତକାଲିଠାରୁ)47,37,81,37,32,19,31,22,14, 8

    9+ ଦିନ ଷ୍ଟ୍ରିକ

    🔍 🗞️
  60. 60

    ଦୁର୍ଗା

    ଦୁର୍ଗା

    ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।

    8 ପଠିତ (↑8 ଗତକାଲିଠାରୁ)11,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  61. 61

    ସ୍ତନ୍ୟପାୟୀ

    ସ୍ତନ୍ୟପାୟୀ

    ସ୍ତନ୍ୟପାୟୀ (English: Mammal; ଶ୍ରେଣୀ Mammalia ) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।

    8 ପଠିତ (↑8 ଗତକାଲିଠାରୁ)0,0,0,0,10,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  62. 62

    ଲେସଲିଗଞ୍ଜ

    ଲେସଲିଗଞ୍ଜ

    ଲେସଲିଗଞ୍ଜ , ଭାରତୀୟ ରାଜ୍ୟ ଝାଡ଼ଖଣ୍ଡର ପାଲାମୁ ଜିଲ୍ଲାର ଏକ ବ୍ଲକ ଅଞ୍ଚଳ ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  63. 63

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ (୨୫ ଅଗଷ୍ଟ ୧୯୧୧ - ୨୧ ଫେବୃଆରୀ, ୨୦୦୦) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଓଡ଼ିଆ କବି ଥିଲେ । ତାଙ୍କର କବିତା ଗୁଡ଼ିକରେ ସ୍ୱଦେଶ ପ୍ରୀତି ଓ ସୌନ୍ଦର୍ଯ୍ୟର ଅନୁଭୂତି ଲକ୍ଷ୍ୟ କରାଯାଇଥାଏ । ସବୁଜ ଗୋଷ୍ଠୀର ସାହିତ୍ୟ ସାଧନା କାଳରେ ଏକକ କବି ଭାବରେ ସେ ପରିଚିତ ଥିଲେ ।

    8 ପଠିତ (↓10 ଗତକାଲିଠାରୁ)14,0,10,15,10,10,23,74,18, 8

    8 ଦିନ ଷ୍ଟ୍ରିକ

    🔍 🗞️
  64. 64

    ବଳଦେବଜୀଉ ମନ୍ଦିର

    ବଳଦେବଜୀଉ ମନ୍ଦିର

    ବଳଦେବଜୀଉ ମନ୍ଦିର କେନ୍ଦ୍ରାପଡ଼ା ସହରର ୨ କି.ମି.

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    ଓଡ଼ିଶୀ

    ଓଡ଼ିଶୀ

    ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,15,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  66. 66

    ନେପାଳ

    ନେପାଳ

    ନେପାଳଏକ ଏସିଅ ଦେଶ । ପୃଥିବୀର ସବୁଠୁ ଉଚ୍ଚ ଶିଖର ଏଭରେଷ୍ଟ ନେପାଳରେ ଅଛି | ନେପାଳ ଏକ ବହୁ-ଜାତି, ବହୁ-ଧାର୍ମିକ ଏବଂ ବହୁ-ସାଂସ୍କୃତିକ ରାଜ୍ୟ, ନେପାଳୀ ସରକାରୀ ଭାଷା ଭାବରେ |

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  67. 67

    ଗଙ୍ଗଶିଉଳୀ

    ଗଙ୍ଗଶିଉଳୀ

    ଗଙ୍ଗଶିଉଳୀ ବା ଶେଫାଳି ବା ସିିଙ୍ଗଡ଼ାହାରକୁ ଇଂରାଜୀରେ ‘କୁଇନ୍‌ ଅଫ ନାଇଟ୍‌’ ବା କୋରାଲ ଜାସ୍‌ନିମ୍‌ ବା ସରୋପୁଲ୍‌ ଟ୍ରି କହାଯାଏ ଏବଂ ଉଦ୍ଭିଦ ବିଜ୍ଞାନ ପରିଭାଷାରେ ନିକ୍ଟାନ୍‌ଥେସ୍‌ ଆରବୋରଟ୍ରିସ୍‌ଟିସ୍‌ ‌।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  68. 68

    ବିଜ୍ଞାନ

    ବିଜ୍ଞାନ

    ବିଜ୍ଞାନ (ବିଶେଷ ଜ୍ଞାନ) (ବା Science Latin: scientiaରୁ ଆସିଅଛି ଯାହାର ଅର୍ଥ "ଜ୍ଞାନ") ବିଶ୍ୱର ଏକ ଜ୍ଞାନକୁ ଏକ ଉପଯୁକ୍ତ ପରଖାଯାଇ ପାରୁଥିବା ବୈଜ୍ଞାନିକ ସିଦ୍ଧାନ୍ତ ଓ ଅନୁମାନ ସହ ପ୍ରମାଣ କରାଯାଇପାରୁଥିବା ବ୍ୟବସ୍ଥା ।ପୂର୍ବେ ବିଜ୍ଞାନ ଅଧିକ ଦର୍ଶନ ପର୍ଯବେଶିତ ଥିଲା ।

    8 ପଠିତ (↑8 ଗତକାଲିଠାରୁ)10,0,13,0,10,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ନେପାଳର ଏକତ୍ରୀକରଣ

    ନେପାଳର ଏକତ୍ରୀକରଣ

    ନେପାଳର ଏକତ୍ରୀକରଣ (ନେପାଳୀ: नेपालको एकीकरण) ହେଉଛି ଆଧୁନିକ ନେପାଳୀ ରାଜ୍ୟ ଗଠନର ଏକ ଦୀର୍ଘ ପ୍ରକ୍ରିୟା ଯାହାଦ୍ୱାରା ବିଚ୍ଛିନ୍ନ ହୋଇ ରହିଥିବା ବାଏସ୍ ରାଜ୍ୟ (୨୨ ରାଜ୍ୟ) ଏବଂ ଚଉବିସି ରାଜ୍ୟ (୨୪ ରାଜ୍ୟ)କୁ ଏକ ଶାସନାଧୀନ ପୂର୍ବକ ଆଧୁନିକ ନେପାଳ ଗଠନ ସମ୍ଭବ ହୋଇପାରିଲା । ୧୭୪୩ ଖ୍ରୀଷ୍ଟାବ୍ଦ (1799 BS)ରେ ଆରମ୍ଭ ହୋଇ ଥିବା ଏହି ଏକୀକରଣ ଅଭିଯାନର ପ୍ରମୁଖ ବ୍ୟକ୍ତି ଥିଲେ ଗୋରଖାର ରାଜା ପ୍ରୀତି ନାରାୟଣ ଶାହା । ୨୫ ସେପ୍ଟେମ୍ବର ୧୭୬୮ରେ ସେ ଆନୁଷ୍ଠାନିକ ଭାବରେ ଆଧୁନିକ ନେପାଳ ରାଜ୍ୟର ଘୋଷଣା କରିଥିଲେ ଯାହା ପଶ୍ଚିମରେ ସତଲେଜ ନଦୀ ପର୍ଯ୍ୟନ୍ତ ଏବଂ ପୂର୍ବରେ ସିକ୍କିମ-ଜଲପାଇଗୁଡି ପର୍ଯ୍ୟନ୍ତ ବିସ୍ତାରିତ । ଏହାପରେ ସେ ଗୋରଖାଠାରୁ କାଠମାଣ୍ଡୁ ସହରକୁ ତାଙ୍କର ରାଜଧାନୀ ସ୍ଥାନାନ୍ତର କରିଥିଲେ । ଫଳରେ ଅଷ୍ଟାଦଶ ଶତାବ୍ଦୀର ମଧ୍ୟଭାଗରେ ମାତ୍ର ୨୫୦ ବର୍ଗ କିଲୋମିଟରରୁ ଛୋଟ ଏକ କ୍ଷୁଦ୍ର ପାହାଡି ରାଜ୍ୟ ଗୋର୍ଖା ଏହାର ଆକାରର ପ୍ରାୟ ୧୦୦ ଗୁଣରୁ ଅଧିକ ଆଧୁନିକ ନେପାଳ ସାମ୍ରାଜ୍ୟରେ ପରିଣତ ହେଲା ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  70. 70

    ଆକାଶବାଣୀ (ଓଡ଼ିଆ କଥାଚିତ୍ର)

    ଆକାଶବାଣୀ (ଓଡ଼ିଆ କଥାଚିତ୍ର)

    ଆକାଶବାଣୀ (ଓଡ଼ିଆ କଥାଚିତ୍ର) ୨୦୨୪ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରୋହନ ଗର୍ଗ । ନିର୍ମଳ ନାୟକ ଏହି କଥାଚିତ୍ରଟିର କାହାଣୀ ଓ ସଂଳାପ ରଚନା କରିଥିଲେ । ତ୍ରିପତି ସାହୁ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  71. 71

    ଆପେଣ୍ଡିସାଇଟିସ

    ଆପେଣ୍ଡିସାଇଟିସ

    ଆପେଣ୍ଡିସାଇଟିସ ରୋଗଟି ଅନ୍ତନଳୀର ଏକ ଅଂଶ ଆପେଣ୍ଡିକ୍ସର ପ୍ରଦାହକୁ ବୁଝାଏ । ଏହି ରୋଗକୁ ଏପିଟାଇଫ୍ଲାଇଟିସ (epityphlitis) ମଧ୍ୟ କୁହାଯାଏ । ଏହି ରୋଗ ହେଲେ ଉଦରର ବାମ ପାର୍ଶର ତଳ ଭାଗରେ ଯନ୍ତ୍ରଣା (abdominal pain), ଅଇ (nausea), ବାନ୍ତି (vomiting) ଓ ଅରୁଚି (decreased appetite) ଭଳି ଲକ୍ଷଣ ଦେଖାଯାଏ । ସୁଖର କଥା ପ୍ରାୟ ୪୦% ରୋଗୀଙ୍କର ଏହି ଭଳି ଲକ୍ଷଣ ଦେଖାଯାଏ ନାହିଁ । ଏହି ରୋଗ ଏକ ଜରୁରୀକାଳୀନ ବା ଆପାତସ୍ଥିତି ରୋଗ । ଏହି ରୋଗ ହେଲେ ଆପେଣ୍ଡିକ୍ସ ଫାଟି ଯାଇ ପେଟ ଭିତରେ ଯନ୍ତ୍ରଣାଦାୟକ ପେରିଟୋନାଇଟିସ (inflammation of the inner lining of the abdominal wall) ଓ ସେପ୍ସିସ ବା ପଚନ ହେବା ସମ୍ଭାବନା ଥାଏ । ଏହା ଯୋଗୁ ରୋଗୀ ମୃତ୍ୟୁ ମୁଖରେ ପଡ଼ନ୍ତି । ଏହି ରୋଗ ବିଷୟ ରେଜିନାଲ୍ଡ ଫିଜଙ୍କଦ୍ୱାରା ସର୍ବପ୍ରଥମେ ୧୮୮୬ ମସିହାରେ ଲେଖା ଯାଇଥିଲା । ଯେତେ ଶୀଘ୍ର ସମ୍ଭବ ଆପେଣ୍ଡିକ୍ସକୁ ଅପରେସନ ବା ଲାପରୋସ୍କୋପିଦ୍ୱାରା କାଟି ବାହାର କରି ଦିଆଯାଏ । ମନୁଷ୍ୟ ଶରୀରରେ ଏହି ଅଙ୍ଗଟି ଏକ ଅନାବଶ୍ୟକ ଅଙ୍ଗ, ଅନୁବଂଶିକ ଭାବେ ଶରୀରରେ ଥାଏ । ଏଣୁ ଏହାକୁ କାଟି ଦେଲେ କିଛି ଅସୁବିଧା ହୁଏ ନାହିଁ । ଅଧୁନା ସାରା ପୃଥିବୀରେ ତୀବ୍ର ପେଟ ବେଦନାର (Acute abdomen) ଅତି ସାଧାରଣ କାରଣମାନଙ୍କ ମଧ୍ୟରେ ଏହି ରୋଗକୁ ଅଗ୍ରାଧିକାର ଦିଆଯାଉଛି ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  72. 72

    ମହାବିଦ୍ୟା

    ମହାବିଦ୍ୟା

    ଦୁର୍ଗାଙ୍କର ବିଦ୍ୟାରୂପୀ ଦଶଶକ୍ତି ନିରୂପଣ କରାଯାଇଛି ଆଗମ ଶାସ୍ତ୍ରରେ । ସେହି ଦଶ ମହାବିଦ୍ୟା ହେଉଛନ୍ତି - କାଳୀ, ତାରା, ଷୋଡ଼ଶୀ, ଭୁବନେଶ୍ୱରୀ, ଭୈରବୀ, ଛିନ୍ନାମସ୍ତା, ଧୂମାବତୀ, ବଗଳାମୁଖୀ, ମାତଙ୍ଗୀ ଏବଂ କମଳା। ଏହାମଧ୍ୟରେ କାଳୀ, ତାରା, ଛିନ୍ନମସ୍ତା, ଧୂମାବତୀ ଉଗ୍ରା, ତଥା ବଗଳା, ଭୈରବୀ ସୌମ୍ୟୋଗ୍ର ମହାବିଦ୍ୟା ଏବଂ ଷୋଡ଼ଶୀ, ଭୁବନେଶ୍ୱରୀ, କମଳା, ମାତଙ୍ଗୀ ସୌମ୍ୟ ମହାବିଦ୍ୟା ରୂପେ ପରିଚିତା । ସୌମ୍ୟ ମହାବିଦ୍ୟାଙ୍କୁ ଶ୍ରୀସୁନ୍ଦରୀ କୁଳରେ ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଉଗ୍ର, ସୌମ୍ୟୋଗ୍ର ମହବିଦ୍ୟାଙ୍କୁ କାଳୀ କୁଳରେ ଅନ୍ତର୍ଭୁକ୍ତ କରାହୋଇଛି । ଶ୍ରୀସୁନ୍ଦରୀ ଦେବୀମାନଙ୍କ ଆରଧନା ଗୃହ ମଧ୍ୟରେ ହେଉଥିଲାବେଳେ କାଳୀକୁଳ ଦେବୀମାନଙ୍କ ଉପାସନା ଶ୍ମଶାନ, ବଣ, ନଦୀତଟ ଆଦି ନିର୍ଜନ ସ୍ଥାନରେ ହୋଇଥାଏ, ତଥା ସୌମ୍ୟୋଗ୍ର ବିଦ୍ୟା ଉଭୟ ସ୍ଥାନରେ ଉପାସିତା ହୁଅନ୍ତି ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    7 ପଠିତ (↓7 ଗତକାଲିଠାରୁ)24,32,45,48,38,13,29,22,14, 7

    9+ ଦିନ ଷ୍ଟ୍ରିକ

    🔍 🗞️
  74. 74

    ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ

    ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ

    ଭାରତ ଏକ ସଂଘୀୟ ରାଷ୍ଟ୍ର, ଯାହା ୨୮ଟି ରାଜ୍ୟ ଏବଂ ୮ଟି କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଗଠିତ। ମୋଟ ଉପରେ ଏହି ୩୬ଟି ଉପ-ଜାତୀୟ ପ୍ରଶାସନିକ ଏକକ ରହିଛି। ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପୁନଶ୍ଚ ଅନେକ ଜିଲ୍ଲାରେ ବିଭକ୍ତ କରାଯାଇଛି। ସମଗ୍ର ଭାରତରେ ସମୁଦାୟ ୭୮୪ଟି ଜିଲ୍ଲା ରହିଛି, ଯାହାର ଅଧୀନରେ ଆହୁରି ଅନେକ ପ୍ରଶାସନିକ ସ୍ତର ସ୍ଥିର କରାଯାଇଛି।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,10,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ଅଭିରାମ ପରମହଂସ

    ଅଭିରାମ ପରମହଂସ

    ଅଭିରାମ ପରମହଂସ (ଜଗତ୍ ଗୁରୁ ଠାକୁର ଶ୍ରୀ ଶୀ ଅଭିରାମ ପରମହଂସ ଦେବ, ବିନୋରୀ, ଶ୍ରୀ ଠାକୁର, ସତ୍ୟ ନାରାୟଣ ସ୍ୱାମୀ) ଓଡ଼ିଶାରେ ଜନ୍ମିତ ଜଣେ ହିନ୍ଦୁ ଧର୍ମଗୁରୁ ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  76. 76

    ବାଲେଶ୍ୱର ଜିଲ୍ଲା

    ବାଲେଶ୍ୱର ଜିଲ୍ଲା

    ବାଲେଶ୍ୱର ଜିଲ୍ଲା ଓଡ଼ିଶାର ଉତ୍ତରରେ ଥିବା ଏକ ପ୍ରଶାସନିକ ଜିଲ୍ଲା । ଏହା ରାଜଧାନୀ ଭୁବନେଶ୍ୱରରୁ ୧୯୪ କିମି ଦୁରରେ ଅବସ୍ଥିତ । ବାଲେଶ୍ୱର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟସ୍ଥଳ ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,11,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  77. 77

    ଜଗନମୋହ‌ନ ଲାଲ

    ଜଗନମୋହ‌ନ ଲାଲ

    ଜଗନମୋହ‌ନ ଲାଲ (୨୫ ନଭେମ୍ବର ୧୮୩୮ - ୨୬ ଡିସେମ୍ବର ୧୯୧୩)

    7 ପଠିତ (↑7 ଗତକାଲିଠାରୁ)0,0,10,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    ଚିତ୍ତ ଜେନା

    ଚିତ୍ତ ଜେନା

    ଚିତ୍ତରଞ୍ଜନ ଜେନା (୨୪ ଡିସେମ୍ବର ୧୯୪୧ – ୧୩ ନଭେମ୍ବର ୨୦୧୮) ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଜଣାଶୁଣା ପ୍ରଛଦପଟ ଗାୟକ ଥିଲେ । ସେ ୧୯୪୧ ମସିହା ଡିସେମ୍ବର ୨୪ ଦିନ କଟକରେ ଜନ୍ମଗ୍ରହଣ କରିଥିଲେ । ଚିତ୍ତ ଜେନା ୧୦୦ରୁ ଉର୍ଦ୍ଧ୍ୱ ଚଳଚ୍ଚିତ୍ର ସହିତ ଅନ୍ୟାନ୍ୟ ଗୀତରେ କଣ୍ଠଦାନ କରିଥିଲେ । ତାଙ୍କର କେତେକ ଜଣାଶୁଣା ଗୀତ ହେଲା ମୋ ପ୍ରିୟାଠାରୁ କିଏ ଅଧିକ ସୁନ୍ଦର, ରୂପ ହୋଇଥିବ ଲାବଣ୍ୟବତୀ, ପୂଜା କାହିଁ ପୂଜା, ମାଣିକ ଆଲୋ ମାଣିକ ଆଦି । ୨୦୧୮ ମସିହା ନଭେମ୍ବର ୧୩ ତାରିଖରେ କଟକରେ ତାଙ୍କର ୭୬ ବର୍ଷରେ ଅସୁସ୍ଥତା କାରଣରୁ ଦେହାନ୍ତ ହୋଇଥିଲା ।

    7 ପଠିତ (↑7 ଗତକାଲିଠାରୁ)0,0,0,13,10,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  79. 79

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।

    7 ପଠିତ (↑7 ଗତକାଲିଠାରୁ)0,15,0,15,15,0,12,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ଆଶୁତୋଷ ପରିଡ଼ା

    ଆଶୁତୋଷ ପରିଡ଼ା

    ଆଶୁତୋଷ ପରିଡ଼ା (ଜନ୍ମ : ୧୯୪୬) ଜଣେ ଭାରତୀୟ ବୈଜ୍ଞାନିକ ଓ ଓଡ଼ିଆ ଭାଷୀ ସାହିତ୍ୟିକ । ସେ ୧୯୯୦ ମସିହାରେ ତାଙ୍କ କବିତା ସଂକଳନ ଇପସିତ କ୍ରୋଧ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ । ତାଙ୍କ କବିତା ଅନ୍ୟ ଭାରତୀୟ ଭାଷାମାନଙ୍କରେ ଅନୂଦିତ ହୋଇଛି । ସେ ଭୁବନେଶ୍ୱରସ୍ଥିତ ଖଣିଜ ଏବଂ ପଦାର୍ଥ ପ୍ରୌଦ୍ଯୋଗିକୀ ସଂସ୍ଥାର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଛନ୍ତି ।

    7 ପଠିତ (↑7 ଗତକାଲିଠାରୁ)0,36,37,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  81. 81

    ଶରଣ ଶ୍ରୀକ୍ଷେତ୍ର

    ଶରଣ ଶ୍ରୀକ୍ଷେତ୍ର

    ଗଞ୍ଜାମ ଜିଲ୍ଲାର ଆଠଗଡ଼ ପାଟଣାଠାରେ ଅବସ୍ଥିତ ପ୍ରାଚୀନ ଦୁର୍ଗସମୂହ ଖିଲାଡ଼ି, ପାଣ୍ଡିରିପଡ଼ା, ବତପଙ୍କଳବାଡ଼ି, ଶିକୁଳା, ଘାଟିପାରି, ଜକର ଯମୁନା, ରୁମାଗଡ଼, ଓପାଟିଗଡ଼କୁ ନେଇ ଗଠିତ । ଏହା ଶରଣ ଶ୍ରୀକ୍ଷେତ୍ର, ଗୁପ୍ତଗଡ଼ ଓ ଅଷ୍ଟଗଡ଼ ଭାବେ ଜଣା ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ୧୮ ଅଗଷ୍ଟ

    ୧୮ ଅଗଷ୍ଟ

    ଗ୍ରେଗୋରୀ ପାଞ୍ଜି ଅନୁସାରେ ୧୮ ଅଗଷ୍ଟ ବର୍ଷର ୨୩୦ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୨୩୧ତମ) । ବର୍ଷ ଶେଷ ହେବା ପାଇଁ ଆଉ ୧୩୫ ଦିନ ବାକି ଅଛି ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  83. 83

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର (ଜନ୍ମ ୧୭ ସେପ୍ଟେମ୍ବର ୧୯୩୭) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ କବି ଓ ସାହିତ୍ୟ ସମାଲୋଚକ ।

    7 ପଠିତ (↑7 ଗତକାଲିଠାରୁ)0,15,0,23,25,0,19,21,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  84. 84

    ଇରା ମହାନ୍ତି

    ଇରା ମହାନ୍ତି

    ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍‌ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍‌ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍‌ବୁଲ୍‌ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।

    7 ପଠିତ (↑7 ଗତକାଲିଠାରୁ)0,0,0,0,11,0,11,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    ଚୀନ

    ଚୀନ

    ଚୀନ୍ , ଆନୁଷ୍ଠାନିକ ଭାବରେ ଚୀନ୍ ଗଣରାଜ୍ୟ (PRC) , ପୂର୍ବ ଏସିଆର ଏକ ଦେଶ । ୧.୪ ବିଲିୟନରୁ ଅଧିକ ଜନସଂଖ୍ୟା ସହିତ , ଏହା ଭାରତ ପରେ ଦ୍ୱିତୀୟ ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ , ଯାହା ବିଶ୍ୱ ଜନସଂଖ୍ୟାର ୧୭.୪% ପ୍ରତିନିଧିତ୍ୱ କରେ । ଚୀନ୍ ବିଶାଳ ; ଏହା ପ୍ରାୟ ୯.୬ ନିୟୁତ ବର୍ଗ କିଲୋମିଟର ( ୩,୭୦୦,୦୦୦ ବର୍ଗ ମାଇଲ ) ଅଞ୍ଚଳ ପରିବ୍ୟାପ୍ତ ଚଉଦ ଦେଶକୁ ଭୂମି ଦ୍ୱାରା ସୀମାବଦ୍ଧ କରିଥାଏ , ଯାହା ଏହାକୁ ଭୂମି କ୍ଷେତ୍ର ଅନୁସାରେ ତୃତୀୟ ବୃହତ୍ତମ ଦେଶ କରିଥାଏ । ଦେଶଟି ୩୩ଟି ପ୍ରଦେଶ-ସ୍ତରୀୟ ବିଭାଗରେ ବିଭକ୍ତ : ୨୨ଟି ପ୍ରଦେଶ , ୫ଟି ସ୍ୱାୟତ୍ତ ଅଞ୍ଚଳ , ୪ଟି ପୌରପାଳିକା ଏବଂ ୨ଟି ଅର୍ଦ୍ଧ-ସ୍ୱାୟତ୍ତ ସ୍ୱତନ୍ତ୍ର ପ୍ରଶାସନିକ ଅଞ୍ଚଳ । ବେଜିଂ ( Beijing ) ଦେଶର ରାଜଧାନୀ , ଯେତେବେଳେ କି ସାଂଘାଇ ସହରାଞ୍ଚଳ ଅନୁସାରେ ଏହାର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ସହର ଏବଂ ସର୍ବବୃହତ ଆର୍ଥିକ କେନ୍ଦ୍ର । ସଭ୍ୟତାର ଛଅଟି ଉଦ୍ଗମ ସ୍ଥଳ ମଧ୍ୟରୁ ଗୋଟିଏ ଭାବରେ ବିବେଚିତ ଚୀନ୍ , ପ୍ରାଚୀନପ୍ରସ୍ତର କାଳୀନ ସମୟରେ ଏହି ଅଞ୍ଚଳରେ ପ୍ରଥମ ମାନବ ବାସିନ୍ଦାଙ୍କ ଆଗମନ ଦେଖିଥିଲା । ଦ୍ୱିତୀୟ ସହସ୍ରାବ୍ଦ ଖ୍ରୀଷ୍ଟପୂର୍ବର ଶେଷ ସୁଦ୍ଧା , ପ୍ରାରମ୍ଭିକ ରାଜବଂଶୀୟ ରାଜ୍ୟଗୁଡ଼ିକ ୟେଲୋ ନଦୀ ( ହ୍ବାଙ୍ଗ୍-ହୋ ନଦୀ ) ଅବବାହିକାରେ ଆବିର୍ଭାବ ହୋଇଥିଲା । ଖ୍ରୀ. ପୂ. ଅଷ୍ଟମରୁ ତୃତୀୟ ଶତାବ୍ଦୀ ମଧ୍ୟରେ ଝୋଉ ( Zhou ) ବଂଶର ପ୍ରଭୁତ୍ୱର ପତନ ଘଟିଲା , ଯାହା ସହିତ ପ୍ରଶାସନିକ ଓ ସେନା ସମ୍ପର୍କୀୟ ପ୍ରଣାଳୀ , ସାହିତ୍ୟ , ଦାର୍ଶନିକତା ଓ ଇତିହାସଲେଖନର ଉଦୟ ହୋଇଥିଲା । ୨୨୧ ଖ୍ରୀ.

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  86. 86

    ରକ୍ଷା ବନ୍ଧନ (ହିନ୍ଦୀ କଥାଚିତ୍ର)

    ରକ୍ଷା ବନ୍ଧନ (ହିନ୍ଦୀ କଥାଚିତ୍ର)

    ରକ୍ଷା ବନ୍ଧନ ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଭାରତୀୟ ହିନ୍ଦୀ କଥାଚିତ୍ର । ଏହି କଥାଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ଆନନ୍ଦ ଏଲ୍.

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  87. 87

    ଚିତାଲାଗି ଅମାବାସ୍ୟା

    ଚିତାଲାଗି ଅମାବାସ୍ୟା

    ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର (ତିନିଠାକୁର) ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି ।[୧]

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  88. 88

    ନନ୍ଦ କିଶୋର ବଳ

    ନନ୍ଦ କିଶୋର ବଳ

    ନନ୍ଦ କିଶୋର ବଳ (୨୨ ଡିସେମ୍ବର ୧୮୭୫-୧ ଜୁଲାଇ ୧୯୨୮) ଓଡ଼ିଆ ସାହିତ୍ୟର ପ୍ରାକ-ଆଧୁନିକ କାଳର ଜଣେ କବି ଥିଲେ । ସେ ଓଡ଼ିଶାର ପୁରପଲ୍ଲୀ ଉପରେ କାବ୍ୟ ରଚନା କରିଥିବାରୁ ତାଙ୍କୁ ପଲ୍ଲୀ କବି ବୋଲି ସମ୍ବୋଧନ କରାଯାଇଥାଏ ।

    7 ପଠିତ (↑7 ଗତକାଲିଠାରୁ)0,14,0,0,0,0,10,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ପୁଷ୍ପକ ଏକ୍ସପ୍ରେସ

    ପୁଷ୍ପକ ଏକ୍ସପ୍ରେସ

    ପୁଷ୍ପକ ଏକ୍ସପ୍ରେସ, ଭାରତୀୟ ରେଳବାଇର ଏକ ସୁପରଫାଷ୍ଟ ଏକ୍ସପ୍ରେସ ଟ୍ରେନ .ଏହା ଲକ୍ଷ୍ନୋ ଜଙ୍କସନରୁ ମୁମ୍ବାଇ ପର୍ଯ୍ୟନ୍ତ ଚାଲିଥାଏ । ପୌରଣିକ ନାମ ପୁଷ୍ପକ ବିମାନ ଅନୁସାରେ ଏହାର ଏପରି ନାମକରଣ ହୋଇଛି ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  90. 90

    କଙ୍ଗନା ରାଣାବତ

    କଙ୍ଗନା ରାଣାବତ

    ‌କଙ୍ଗନା ରାଣାବତ‌ (ଜନ୍ମ: ୨୩ ମାର୍ଚ୍ଚ ୧୯୮୭) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । କଙ୍ଗନା ୩ଟି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିବା ବେଳେ ୪ଟି ଭିନ୍ନ ଭିନ୍ନ ବିଭାବର ଫିଲ୍ମ‌ଫେୟାର ପୁରସ୍କାର ପାଇଥିଲେ । ହିମାଚଳ ପ୍ରଦେଶର ଭମ୍ବଳାଠାରେ ଜନ୍ମିତ କଙ୍ଗନା ଛୋଟବେଳୁ ତାଙ୍କ ପିତାମାତାଙ୍କ କଥାନୁସାରେ ଡାକ୍ତର ହେବାର ସ୍ୱପ୍ନ ଦେଖିଥିଲେ । ମାତ୍ର ପରେ ସେ ତାଙ୍କ ପଥ ନିଜେ ବାଛିଥିଲେ ଏବଂ ଦିଲ୍ଲୀ ଯାଇଥିଲେ । ସେଠାରେ ସେ ଜଣେ ମଡେଲ ଭାବରେ କିଛିଦିନ କାମ କରିଥିଲେ । ଏହପରେ ନିର୍ଦ୍ଦେଶକ ଅରବିନ୍ଦ ଗୌରଙ୍କ ଅଧିନରେ ପ୍ରଶିକ୍ଷଣ ନେବା ପରେ କଙ୍ଗନା ୨୦୦୬ରେ ହିନ୍ଦୀ କଥାଚିତ୍ର ‌ଗ୍ୟାଙ୍ଗଷ୍ଟାର‌ରେ ତାଙ୍କର ଅଭିନୟ ଆରମ୍ଭ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ତାଙ୍କୁ ଫିଲ୍ମ‌ଫେୟାରରେ ଶ୍ରେଷ୍ଠ ନବାଗତା ପୁରସ୍କାର ମିଳିଥିଲା । ଏହାପରେ ସେ ‌ଓ ଲମ୍ହା‌, ‌ଲାଇଫ୍ ଇନ୍ ଏ ମେଟ୍ରୋ‌, ‌ଫ୍ୟାସନ‌ ଭଳି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ଏବଂ ଫ୍ୟାସନ ଚଳଚ୍ଚିତ୍ର ପାଇଁ ସେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଏବଂ ଫିଲ୍ମ‌ଫେୟାରରେ ଶ୍ରେଷ୍ଠ ସ‌ହକାରୀ ଅଭିନେତ୍ରୀ ପୁରସ୍କାର ପାଇଥିଲେ ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  91. 91

    ଧର୍ମ

    ଧର୍ମ

    ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଭାରତ

    ଭାରତ

    ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

    6 ପଠିତ (↑6 ଗତକାଲିଠାରୁ)15,14,10,0,0,10,13,18,0, 6

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.

    6 ପଠିତ (↑6 ଗତକାଲିଠାରୁ)0,11,17,11,13,0,21,0,0, 6

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    ପୀୟୂଷ ତ୍ରିପାଠୀ

    ପୀୟୂଷ ତ୍ରିପାଠୀ

    ପୀୟୂଷ ତ୍ରିପାଠୀ (ଜନ୍ମ: ୫ ଅଗଷ୍ଟ) ଜଣେ ଓଡ଼ିଆ ଯାତ୍ରା ଅଭିନେତା । ସେ ମୁଖ୍ୟତଃ ଖଳନାୟକ ଭାବରେ ଅଭିନୟ କରିବା ପାଇଁ ଜଣାଶୁଣା । ଯାତ୍ରା ବ୍ୟତୀତ ସେ କିଛି ଓଡ଼ିଆ କଥାଚିତ୍ର ଓ ମ୍ୟୁଜିକ୍ ଭିଡିଓରେ ଅଭିନୟ କରିଛନ୍ତି । ତାଙ୍କର ଜନ୍ମ ନାମ ହରିଶଙ୍କର ତ୍ରିପାଠୀ ଅଟେ ।

    6 ପଠିତ (↑6 ଗତକାଲିଠାରୁ)0,0,0,0,0,0,0,0,0, 6

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    ଝୁଲଣ ଯାତ୍ରା

    ଝୁଲଣ ଯାତ୍ରା

    ଶ୍ରୀମନ୍ଦିରରେ ଏହି ଝୁଲଣ ଯାତ୍ରା ଶ୍ରାବଣ ଦଶମୀଠାରୁ ଭାଦ୍ରବ ପ୍ରତିପଦ ପର୍ଯ୍ୟନ୍ତ ପାଳନ କରାଯାଇଥାଏ ।

    6 ପଠିତ (↑6 ଗତକାଲିଠାରୁ)0,13,0,0,17,26,15,12,0, 6

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ନିଗମାନନ୍ଦ ପରମହଂସ

    ନିଗମାନନ୍ଦ ପରମହଂସ

    ନିଗମାନନ୍ଦ ପରମହଂସ (୧୮୮୦ − ୧୯୩୫) ଜଣେ ଭାରତୀୟ ସାଧକ ଓ ଆଧ୍ୟାତ୍ମିକ ଗୁରୁ ଥିଲେ । ସେ ଭାରତର ପଶ୍ଚିମ ବଙ୍ଗ ରାଜ୍ୟର ନଦିଆ ଜିଲ୍ଲାର କୁତବପୁର ଗ୍ରାମର ଗୋଟିଏ ବ୍ରାହ୍ମଣ ପରିବାରରେ ୧୨୮୭ ସାଲ (୧୮ ଅଗଷ୍ଟ ୧୮୮୦) ଝୁଲଣ ପୂର୍ଣିମା ତିଥି ରେ, ଜନ୍ମଗ୍ରହଣ କରିଥିଲେ । ଭାରତର ସେ ଜଣେ ଅସାଧାରଣ ଶକ୍ତି ସମ୍ପନ୍ନ ସଦଗୁରୁ ଥିଲେ । ସନ୍ୟାସୀ ଗ୍ରହଣ ପରେ ପରମହଂସ ଶ୍ରୀ ମଦ୍ ସ୍ୱାମୀ ନିଗମାନନ୍ଦ ସରସ୍ୱତୀ ଦେବ ନାମରେ ବିଖ୍ୟାତ ହେଲେ । ବିଶ୍ୱାସ ଯୋଗ୍ୟ ଯେ,ଏହି ମହାତ୍ମା ତନ୍ତ୍ର, ଯୋଗ, ଜ୍ଞାନ ଓ ପ୍ରେମ ଚତୁର୍ବିଧ ସାଧନାରେ ସିଦ୍ଧହୋଇ ନିର୍ବିକଳ୍ପ ଭୂମିରୁ ଗୁରୁ ରୂପେ ଅବତୀର୍ଣ୍ଣ ହୋଇଥିଲେ । ଠାକୁର ନିଗମାନନ୍ଦ ନିର୍ବିକଳ୍ପ ଭୂମିରୁ ଫେରି ଗୁରୁ ଭାବ ଘେନି ଲୋକାଳୟକୁ ଆସିବା ପରେ ସମାଜର ଦୁର୍ଗତି ସନ୍ଦର୍ଶନ ଓ ଉପଲବ୍ଧି କରି ଏହାକୁ ଦୃଢ଼ ଓ ପ୍ରାଣବନ୍ତ କରିବା ଉଦ୍ଦେଶ୍ୟରେ ସେ ବ୍ରହ୍ମଚର୍ଯ୍ୟ ସାଧନ, ଯୋଗୀ ଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ଗ୍ରନ୍ଥମାନ ବଙ୍ଗଳା ଭାଷାରେ ପ୍ରଣୟନ କରିଥିଲେ । ପରବର୍ତ୍ତୀ ସମୟରେ ଏହି ଗ୍ରନ୍ଥମାନର ଓଡ଼ିଆ ଭାଷାନ୍ତର ଦୁର୍ଗାଚରଣ ମହାନ୍ତିଙ୍କଦ୍ୱାରା ସମ୍ଭବପର ହୋଇ ପାରିଥିଲା ।

    6 ପଠିତ (↑6 ଗତକାଲିଠାରୁ)0,0,0,0,0,0,0,0,0, 6

    1 ଦିନ ଷ୍ଟ୍ରିକ

    🔍 🗞️
  97. 97

    ରଘୁନାଥ ପାଣିଗ୍ରାହୀ

    ରଘୁନାଥ ପାଣିଗ୍ରାହୀ

    ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ସ୍ୱାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣି ପାଣିଗ୍ରାହୀଙ୍କଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ୱନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କଠାରୁ ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.

    6 ପଠିତ (↑6 ଗତକାଲିଠାରୁ)0,0,0,0,0,0,0,0,0, 6

    1 ଦିନ ଷ୍ଟ୍ରିକ

    🔍 🗞️
  98. 98

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।

    6 ପଠିତ (↑6 ଗତକାଲିଠାରୁ)14,0,0,0,0,13,17,0,0, 6

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ଭଦ୍ରକ ଜିଲ୍ଲା

    ଭଦ୍ରକ ଜିଲ୍ଲା

    ଭଦ୍ରକ ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ଏହାର ନାମ ଭଦ୍ରକ ସହରକୁ ନେଇ ନାମିତ ହୋଇଛି । ୧ ଅପ୍ରେଲ ୧୯୯୩ରେ ଏହା ବାଲେଶ୍ୱର ଜିଲ୍ଲାରୁ ଅଲଗା ହୋଇ ଏକ ନୂଆ ଜିଲ୍ଲାରେ ପରିଣତ ହେଲା । ଏହାର ସର୍ବମୋଟ ଆୟତନ ୨୬୭୭ ବର୍ଗ କିମି । ଏହା ରାଜଧାନୀ ଭୁବନେଶ୍ୱରଠାରୁ ୧୨୫ କିମି ଦୂରରେ ଅବସ୍ଥିତ ।

    6 ପଠିତ (↑6 ଗତକାଲିଠାରୁ)0,0,0,0,0,0,0,0,0, 6

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ଲାଲ ମୋହନ ପଟ୍ଟନାୟକ

    ଲାଲ ମୋହନ ପଟ୍ଟନାୟକ

    ଲାଲ ମୋହନ ପଟ୍ଟନାୟକ (୧୮୯୧ – ୧୯୫୬) ଜଣେ ଓଡ଼ିଆ ରାଜନୀତିଜ୍ଞ, ସାହିତ୍ୟିକ, ସ୍ୱାଧୀନତା ସଂଗ୍ରାମୀ ଓ ସ୍ୱାଧୀନତା ପୂର୍ବର ଓଡ଼ିଶା ବିଧାନ ସଭାର ବାଚସ୍ପତି ଥିଲେ । ସ୍ୱାଧୀନତା ପୂର୍ବରୁ ଓଡ଼ିଶାରେ ହୋଇଥିବା ୨ୟ ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

    6 ପଠିତ (↑6 ଗତକାଲିଠାରୁ)0,0,0,58,81,26,0,0,0, 6

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: